ଆଜିର ରାଶିଫଳ 28 ଅଗଷ୍ଟ 2019, ବୁଧବାର, ମହାକାଳ ଙ୍କ କୃପାରୁ ଏହି ୫ଟି ରାଶି ବିଜୟୀ ହେବେ

ମେଷ:-

ମନରେ ଦମ୍ଭ ସାହାସବୃଦ୍ଧି ହେବ, ଚିତ୍ତ ପ୍ରସନ୍ନ ରହିବ, କାର୍ଯ୍ୟ ସିଦ୍ଧି ହେବ । ଉଚ୍ଚାଧିକାରୀ, ସହ କର୍ମୀ, ଭାଇ ବନ୍ଧୁ ବା କୌଣସି ବିଶିଷ୍ଠ ବ୍ୟକ୍ତିଙ୍କର ସହଯୋଗ ମନୋବଳକୁ ବଢ଼େଇ ଦେବ । କର୍ମକ୍ଷେତ୍ରରେ ଶ୍ରମ ସାର୍ଥକ ହେବ ଓ  ସମସ୍ୟା ଦୂର ହୋଇ ଉଚ୍ଚ ଆଶାରେ ଆଗେଇବେ । ବ୍ୟବସାୟରେ ପ୍ରତିଦ୍ୱନ୍ଦିତା ସତ୍ୱେ ଆୟ ବଢ଼ିବା ଯୋଗେ ଉଚ୍ଚ ପ୍ରଶଂସା ମିଳିବ । କ୍ଷମାଗୁଣରେ ଯଶପ୍ରାପ୍ତି, ସୁସଂବାଦ ଶ୍ରବଣ, ମାନସିକ ସ୍ଥିରତା ଦେଖାଦେବ । ରାଜନୀତିରେ ପଦ ପଦବୀ ଲାଭ ହେବ । ମହିଳାମାନେ ବ୍ୟସ୍ତତା ଭିତରେ କାର୍ଯ୍ୟ ସାଧନ କରିବେ । ପ୍ରେମ କ୍ଷେତ୍ରରେ ଉନ୍ନତି ପାଇଁ ପ୍ରୟାସ ରତ ହେବେ ।  ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ବୃଷ:-

ବିଚାର ବିଭାଗ ରାୟ ସପକ୍ଷରେ ଯିବ ଓ ଉଚ୍ଚଆଶା ସଫଳହେବ । ସରକାରୀ ଚାପ ପଡିଲେ ମଧ୍ୟ ରାଜନୀତିରେ ସଫଳତା ମିଳିବ । ବ୍ୟବସାୟରେ ସାମାନ୍ୟ ଲାଭ ପାଇବେ । ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ । ପରିବାରରେ ମାନ ମନାନ୍ତର ଦୂର ହେବ । ବିଦେଶ ଯାତ୍ରାରେ ଲାଭବାନ୍ ହେବେ । ମହିଳାମାନେ ଆଶା କରୁଥିବା ଖବର ପାଇ ଖୁସୀ ହୋଇଯିବେ । ଗୃହୋପ କରଣ କ୍ରୟ କରିବେ । ମାନସିକ ସ୍ଥିରତା ଦେଖାଦେବ । ଅନେକ କାର୍ଯ୍ୟରେ ସଫଳ ହେବେ । ଉଚ୍ଚ ଆଶା ପୂରଣ ଯୋଗେ ମିଷ୍ଠାନ୍ନ ଭୋଜନ କରିବେ । ଧନପ୍ରାପ୍ତି, ମିତ୍ରଲାଭ, ଉଚ୍ଚ ସମ୍ମାନ ପାଇବେ ।  ପ୍ରତିକାର:- ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।

ମିଥୁନ:-

ଆର୍ଥିକ ଉନ୍ନତି ଫଳରେ ଚିନ୍ତା କରିଥିବା କାର୍ଯ୍ୟ ପୂରଣ କରିବାକୁ ଚେଷ୍ଟା କରିବେ । ଯଦି କୌଣସି ନୂତନ ଯୋଜନାର କ୍ରିୟାନ୍ୱିତ କରିବାକୁ ଚାହୁଁଥାନ୍ତି, ତା’ହେଲେ ଆଗେଇ ନବା ଉଚିତ୍ । ବ୍ୟବସାୟ ସମ୍ବନ୍ଧିତ ଯାତ୍ରା କରିବାକୁ ପଡ଼ି ପାରେ ଓ ଯାତ୍ରା ଫଳରେ ଉତ୍ସାହିତ ହେବେ । ଅନେକ ସମସ୍ୟାର ସମାଧାନ ହୋଇ, ପରିବାରରେ ହସ ଖୁସିରେ ବାତାବରଣ ଖେଳିଯିବ । ସମସ୍ତ କାର୍ଯ୍ୟକ୍ରମ ସୁରୁଖୁରୁରେ ପୂର୍ଣ୍ଣ ହେବ । ରାଜନୀତିରେ ପଦ ପଦବୀ ଲାଭ ହେବ । ସୁଖ, ସମ୍ପତ୍ତି ଲାଭ ଓ ସାହାର୍ଯ୍ୟ ପ୍ରାପ୍ତି ହେବ । ମହିଳାମାନେ ଲକ୍ଷ୍ୟ ହାସଲ କରିବାରେ ସମର୍ଥ ହେବେ ।  ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

କର୍କଟ:-

ବିବାଦୀୟ ଓ ସ୍ୱାସ୍ଥ୍ୟଗତ ସମସ୍ୟା ଦୂର ହେବ । ଧନ ଆଗମନର ନୂତନ ସ୍ରୋତ ଖୋଲିଯିବ । ବିଦ୍ୟାର୍ଥିମାନେ ସଫଳ ହେବେ । ଲଟେରୀ, ଜୁଆ, ସଟ୍ଟା ଓ ସେୟାର୍ ମାର୍କେଟରେ ଅର୍ଥ ପ୍ରାପ୍ତି ହେବ । ସବୁଦିଗରୁ ଶୁଭ ସମାଚାର ପାଇ ଖୁସି ହେବେ । ନୂତନକର୍ମ ନିଯୁକ୍ତି ପାଇବେ । ସରକାରୀ କର୍ମଚାରୀମାନେ ସହକର୍ମୀମାନଙ୍କ ସହିତ ସୁ ସମ୍ପର୍କ ସ୍ଥାପନ କରିବେ । ସାମାଜିକ ପ୍ରତିଷ୍ଠା  ମାନ-ସମ୍ମାନ ଅକ୍ଷୂର୍ଣ୍ଣ ରହିବ । ରାଜନୀତିକ୍ଷେତ୍ରରେ ଲୋକସମ୍ପର୍କ ବୃଦ୍ଧି ହେବା ସହ ସୁ-ସମ୍ବାଦ ପାଇ ଖୁସିହେବେ । ପ୍ରେମିକ-ପ୍ରେମିକାମାନେ ପ୍ରେମ ସମ୍ବନ୍ଧୀୟ କ୍ଷେତ୍ରରେ ସଫଳ ହେବେ ।  ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ସିଂହ:-

ଆର୍ଥିକ ସ୍ଥିତି ଭଲ ରହିବ । ବନ୍ଧୁମିତ୍ରଙ୍କ ଠାରୁ ପୂର୍ଣ୍ଣ ସହଯୋଗ ପାଇବେ । ପୂର୍ବ କଳହର ସମାଧାନ ହେବ । ବସ୍ତ୍ର, ତେଜରାତି, ସୁନା, ରୂପା, ଅଳଙ୍କାର ଇତ୍ୟାଦି, ଲୌହ ଜାତୀୟ ଦ୍ରବ୍ୟ କାଷ୍ଠ ଉପକରଣ ଇତ୍ୟାଦି ବ୍ୟବସାୟୀମାନେ ଅଧିକ ଲାଭବାନ ହେବେ । ବିଦ୍ୟାର୍ଥୀମାନେ ପଢ଼ାପଢ଼ିରେ ମନଦେବେ । କୃଷିଜୀବିମାନେ ନୂତନ ଯୋଜନା ପ୍ରସ୍ତୁତ କରିବେ । ରାଜନୀତିକ୍ଷେତ୍ରରେ କୂଟନୀତିର ପ୍ରୟୋଗ କରି ପ୍ରଶଂସିତ ହେବେ । କାର୍ଯ୍ୟକ୍ଷେତ୍ରରେ ସଫଳତା ଲାଭ କରିବା ସହ ପଦୋନ୍ନତି ପାଇବେ । ପ୍ରେମିକ-ପ୍ରେମିକାମାନେ ପ୍ରେମ ସମ୍ବନ୍ଧୀୟକ୍ଷେତ୍ରରେ ସଫଳ ହେବେ ।  ପ୍ରତିକାର- ଭୋକିଲା ଲୋକକୁ ନିରାଶ କରିବେ ନାହିଁ ।

କନ୍ୟା:-

ଧନଧାନ୍ୟ, ଗୋ-ସଂପଦ, ଭୂମି, ବସ୍ତ୍ରଭୂଷଣ, ବାହାନାଦି ପ୍ରାପ୍ତି ହବାର ଯୋଗ ଅଛି । ବ୍ୟବସାୟରେ ଉତ୍ତମ ରୋଜଗାର ହେବ । କର୍ମ କ୍ଷେତ୍ରରେ ଉନ୍ନତି ଏବଂ ନୂତନ ଆୟର ପନ୍ଥା ପ୍ରାପ୍ତି ହେବ । ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ । ଦାମ୍ପତ୍ୟସୁଖ ବୃଦ୍ଧି ହେବା ସହ ସାମାଜିକପ୍ରତିଷ୍ଠା ଓ ମାନ-ସମ୍ମାନ ବୃଦ୍ଧି ପାଇବ । ରାଜନୀତିକ୍ଷେତ୍ରରେ ନିଜର ପ୍ରତିଷ୍ଠା ଫଳରେ ଜନସାଧାରଣଙ୍କ ମନ କିଣିପାରିବେ । ପାରିବାରିକ ଜୀବନରେ କୌଣସି ବିଶୃଙ୍ଖଳା ଦେଖାଦେବ ନାହିଁ । ଶିକ୍ଷାକ୍ଷେତ୍ରରେ ସଫଳତା ଲାଭ କରିବେ । କୃଷିଜୀବୀମାନେ ନୂତନ ଯୋଜନା ପ୍ରସ୍ତୁତ କରିବେ ।  ପ୍ରତିକାର : କାହାରିଠାରୁ ମାଗଣା କୌଣସି ଦ୍ରବ୍ୟ ଗ୍ରହଣ କରିବେ ନାହିଁ ।

ତୁଳା:-

ଅନେକ ସମସ୍ୟାର ସମାଧାନ ହୋଇ, ପରିବାରରେ ହସ ଖୁସିରେ ବାତାବରଣ ଖେଳିଯିବ । ଉଚ୍ଚାଧିକାରୀ, ସହ କର୍ମୀ, ଭାଇ ବନ୍ଧୁ ବା କୌଣସି ବିଶିଷ୍ଠ ବ୍ୟକ୍ତିଙ୍କର ସହଯୋଗ ମନୋବଳକୁ ବଢ଼େଇ ଦେବ । ଗୃହୋପକରଣ କ୍ରୟ କରିବେ ।   ଶିକ୍ଷାକ୍ଷେତ୍ରରେ ଚଳଚଞ୍ଚଳ ହୋଇ ଲକ୍ଷ୍ୟସ୍ଥଳରେ ପହଁଞ୍ଚିବାକୁ ଚେଷ୍ଟା କରିବେ । ଶତୃମାନେ ବିପଦରେ ପକେଇବାକୁ ଚେଷ୍ଟା କରି ବିଫଳ ହେବେ । ମାନସିକ ଏକାଗ୍ରତା ରଖି ପାରିବେ । ବ୍ୟବସାୟରେ ସାମାନ୍ୟ ଲାଭ, ଶରୀର ପୀଡ଼ା, ଶତ୍ରୁ ବୃଦ୍ଧି, କେତେକକ୍ଷେତ୍ରରେ ଭଲ କାମକରି ବଦ୍ନାମ ହୋଇପାରନ୍ତି ।  ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ବିଚ୍ଛା:-

ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ଓ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ । ପରିବାରରେ ମନୋମାଳିନ୍ୟ ଓ ଆର୍ଥିକ ସଙ୍କଟ ଦୂରେଇଯିବ । ରାଜନୀତି କ୍ଷେତ୍ରରେ ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିବା ସମ୍ଭବ ହେବ । ପ୍ରବାସ ଯାତ୍ରାରେ ଲାଭବାନ ହେବେ । ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବେ । ପୁରାତନରୋଗର ଉପଶମ ମିଳିବ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ସଫଳ ହେବେ । ଉଚ୍ଚାଧିକାରି ଓ ସହକର୍ମୀମାନେ କର୍ମକ୍ଷେତ୍ରରେ ସହଯୋଗ କରିବେ ।  ପ୍ରତିକାର– ଷଣ୍ଢକୁ ଖାଇବାକୁ ଦିଅନ୍ତୁ ।

ଧନୁ:-

ପାରିବାରିକକ୍ଷେତ୍ରରେ ବୁଝାମଣା ଠିକ୍ ରହିବ । ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଯଶ ମିଳିବ । ସାମାଜିକ ପତିଆରା ଅମଳିନ ରହିବ । ବନ୍ଧୁଙ୍କ ନିମନ୍ତ୍ରଣ ପାଇ ଦୂରଯାତ୍ରା କରିବାକୁ ପଡ଼ିବ । ଶିଳ୍ପ, ବାଣିଜ୍ୟ ଓ ବ୍ୟବସାୟରେ ନିଜର ଯୋଜନାମୁତାବକ କାମ କରିବେ । କର୍ମଚାରୀ ମାନଙ୍କୁ ଭରସା କଲେ କୌଣସି ପ୍ରକାର ଅସୁବିଧା ହେବନାହିଁ । ନୂଆ ଜ୍ଞାନର ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହେବ । ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ । ସବୁ କିଛି ସୁନ୍ଦର ହିଁ ସୁନ୍ଦର ଦେଖା ଦେବ । କର୍ମକ୍ଷେତ୍ରରେ କଠିନ ପରିଶ୍ରମ କରିବାକୁ ପଡିବ ଓ ପଦୋନ୍ନତିର ସୂଚନା ପାଇବେ ।  ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ମକର:-

ପରିବାରରେ ମାନ ମନାନ୍ତର ଦୂର ହେବ । ବିଦେଶ ଯାତ୍ରାରେ ଲାଭବାନ ହେବେ । ଆର୍ଥିକ ଦିଗରୁ ସୁବିଧା ସୁଯୋଗ ପାଇ ଉନ୍ନତିହେବ । ମାନସିକ ଏକାଗ୍ରତା ରଖି ପାରିବେ ଓ ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ ।  ଯଦି କୌଣସି ନୂତନ ଯୋଜନାର କ୍ରିୟାନ୍ୱିତ କରିବାକୁ ଚାହୁଁଥାନ୍ତି, ତା’ ହେଲେ ଆଗେଇ ନବା ଉଚିତ୍ ।   ନୂତନ ଦ୍ରବ୍ୟ କ୍ରୟ କରିବେ ।   ମହିଳାମାନେ ନିଜର ଇଛା ପୂରଣ ପାଇଁ କୌଣସି କର୍ମକରି ପ୍ରଶଂସା ପାଇବେ । ଶତୃମାନେ ଦୂରେଇ ଯିବେ । କମିଶନ କାର୍ଯ୍ୟରେ ଲାଭ ହେବାର ସମ୍ଭାବନା ଅଛି ।  ସରକାରୀ କ୍ଷେତ୍ରରେ ସଫଳତା ମିଳିବ । ରାଜନୀତି କ୍ଷେତ୍ରରେ ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିବା ସମ୍ଭବ ହେବ । ଉଚ୍ଚଶିକ୍ଷା ପ୍ରଚେଷ୍ଟାରେ ସାଫଲ୍ୟ ପ୍ରାପ୍ତି ହେବ ।  ପ୍ରତିକାର:- ଅସହାୟା ମାନଙ୍କୁ ସାହାଯ୍ୟ କରି କିଛି ଦାନ ଦିଅନ୍ତୁ ।

କୁମ୍ଭ:-

ଉଚ୍ଚପଦସ୍ଥ ଅଫିସରମାନେ ସନ୍ତୋଷ ହେବେ । ବୁଝି ବିଚାରି କାର୍ଯ୍ୟ କଲେ ସମସ୍ତ କାର୍ଯ୍ୟରେ ସଫଳତା ମିଳିବ । ଶୁଭ ସମ୍ବାଦପାଇ ଖୁସିହେବେ । ପାରିବାରିକ ମାମଲା ବହୁତ ଶାନ୍ତି ପୂର୍ଣ୍ଣ ରହିବ । ବହୁତ ଦିନରୁ ଯେଉଁ କାମ ପାଇଁ ଚିନ୍ତା କରୁଥିଲେ ତାହା ଆଜି ଅଳ୍ପ ପ୍ରୟାସରେ ପୂର୍ଣ ହୋଇଯିବ ।   ନୂଆଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ ।   ହୋଇପାରୁ ନଥିବା କାମକୁ ଧୈର୍ଯ୍ୟ ଓ ସାହସ ଦ୍ଵାରା କରି ଦେଖାଇବେ ।   ସାମାଜିକ ପତିଆରା ଅମଳିନ ରହିବ । ରାଜନୀତି କ୍ଷେତ୍ରରେ ସଂଘର୍ଷ ମଧ୍ୟ ଦେଇ ସମୟ ବିତାଇବେ । ଶରୀର ଭଲ ରହିବ ।  ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ମୀନ:-

ବ୍ୟାପାର ଓ କାରବାରରେ ସୁଧାର ଆସିବ । ଟଙ୍କାର ଆବଶ୍ୟକତା ପୂରଣ ହେବ । ନିଜର ପ୍ରଭାବ ଓ ପରାକ୍ରମ ବୃଦ୍ଧି ପାଇବ । ଅଫିସର ଓ ଅଧିକାରୀ କାମରେ ପ୍ରସନ୍ନ ରହିବେ । ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ ।  କର୍ମ ଓ ବ୍ୟବସାୟ ସମ୍ବନ୍ଧିତ ଯାତ୍ରା କରିବାକୁ ପଡିବ । ଘର ପରିବାରରେ ବାତାବରଣ ଶାନ୍ତିପୂର୍ଣ୍ଣ ରହିବ । ଗୁରୁଜନଙ୍କ ସେବା ଓ ସହମତିରେ ଆଗକୁ ବଢିପାରିବେ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ । ସରକାରୀ କାମରେ ସଫଳତା ପାଇବେ ।  ପ୍ରତିକାର: ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।