ଆଜିର ରାଶିଫଳ 28 ଜୁଲାଇ 2019, ରବିବାର, ଆଜିଠୁ ସୂର୍ଯ୍ୟଦେବ ଏହି ୫ଟି ରାଶି ଉପରେ ନିଜର ସବୁ ଶକ୍ତି ଦେବେ

ମେଷ:-

ପରିବାରର ସମସ୍ତ ଆଶାପୂରଣ କରିବାକୁ ସାମର୍ଥ୍ୟ ହେବେ । ପୁରାତନ ରୋଗର ପୀଡାରୁ ଉପସମ ପାଇବେ । ନିଜେଅସୁବିଧା ଭିତରେ ଚଳୁଥିଲେମଧ୍ୟ ବନ୍ଧୁଙ୍କୁ ଯଥାସାଧ୍ୟ ସାହାଯ୍ୟ କରିବେ । ସନ୍ତାନଙ୍କ ଶୁଭ ସୂଚନା ଶୁଣି ଆନନ୍ଦିତ ହେବେ । ରାଜନୀତିରେ ଆବଶ୍ୟକତା ପୂରଣ କରି ପ୍ରଶଂସାପାଇବେ । ମହିଳାମାନେ ଆତ୍ମୀୟଙ୍କୁ ସାହାଯ୍ୟ କରି ପାରିବାରିକ ଶାନ୍ତିକୁ ବଜାୟ ରଖିବେ । ବିଦ୍ୟାକ୍ଷେତ୍ରରେ ମନଯୋଗ ଦେଇ ସଫଳହେବେ । କୃଷିଦ୍ରବ୍ୟ ବାଣିଜ୍ୟରେ ଆଶାତୀତ ଲାଭ ପାଇବେ । ପାଖ ପଡୋଶୀମାନେ କଟୁବଚନ ଶୁଣେଇ ପାରନ୍ତି ।  ପ୍ରତିକାର:-ବେଲକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ ।

ବୃଷ:-

ବ୍ୟବସାୟ କ୍ଷେତ୍ରରେ ପରିବର୍ତ୍ତନ ଆଣିବାର ଯୋଜନା ପ୍ରସ୍ତୁତ କରିବେ । ଗଛିତ ଅର୍ଥ ବୃଦ୍ଧି କରିବା ପାଇଁ ଚେଷ୍ଟିତ ହେବେ । ପାରିବାରିକ ସମସ୍ୟା ବୁଝାମଣା ମଧ୍ୟରେ ସମାଧାନ ହେବ । ଶିଳ୍ପ, ବାଣିଜ୍ୟ, ଯାତ୍ରା, ରାଜନୀତି, ପ୍ରଶାସନକ୍ଷେତ୍ରରେ କର୍ମରତ ଥିବା ବ୍ୟକ୍ତିମାନେ ସମସ୍ୟାକୁ ସୁଧାରି ନବା ଫଳରେ କର୍ମକ୍ଷେତ୍ର ସୁଦୃଢ଼ ହେବ । ମହିଳାମାନଙ୍କର ଆଶା ପୂରଣ ହେବ ଓ ବନ୍ଧୁବାନ୍ଧବଙ୍କ ନିକଟରେ ଗୁରୁଗୁରୁଜନ ଓ ପ୍ରିୟଲୋକଙ୍କ ପାଖରେ ଆଦୃତ ହେବେ । ସଭାସମିତି ଅଥବା ଆଲୋଚନା ପରିସରରେ ବନ୍ଧୁଙ୍କ ଯୁକ୍ତିକୁ ଗ୍ରହଣ କରିବାକୁ ବାଧ୍ୟ ହେବେ ।  ପ୍ରତିକାର- ଗୋମାତାକୁ ଖାଇବାକୁ ଦିଅନ୍ତୁ ।

ମିଥୁନ:-

ଅଟକିଥିବା କାର୍ଯ୍ୟ ସଫଳତା ପୂର୍ବକ ସମ୍ପନ୍ନ ହେବ । ଉତ୍ସାହ ଉଲ୍ଲାସରେ ସମୟ ଅତିବାହିତ କରିବେ । କର୍ମ କ୍ଷେତ୍ରରେ ନିଜେ କଠିନ ପରିଶ୍ରମକରି ପତିଆରା ରକ୍ଷା କରିବେ । ଉପରିସ୍ଥ ଅଧିକାରୀଙ୍କ କୃପା ଦୃଷ୍ଟିରେ ରହିପାରିବେ । ନିମ୍ନବର୍ଗର  ସହକର୍ମୀ କେହି ଉଦ୍ଦେଶ୍ୟ ପ୍ରଣୋଦିତ ହାନି ପହଞ୍ଚାଇବାର ଉଦ୍ୟମ କରି ଅପଦସ୍ତ ହେବେ । ପରିବାରରେ ଚେଷ୍ଟା ସାର୍ଥକହେବ ଓ ସୁଖଶାନ୍ତି ଫେରି ଆସିବ । ରାଜନୈତିକ କ୍ଷେତ୍ରର ସାବଧାନତା ପୂର୍ବକ ପାଦ ବଢେଇବା ବୁଦ୍ଧିମତାପୂର୍ଣ୍ଣ ହେବ । ଆର୍ଥିକ ପରିସ୍ଥିତି ଉତ୍ତମ ଥିଲେ ମଧ୍ୟ ବସନ ଭୂଷଣରେ କିଛି ବ୍ୟୟ ଘଟିବ ।  ପ୍ରତିକାର:- କୁକୁରକୁ ଖାଦ୍ୟ ଦିଅନ୍ତୁ ।

କର୍କଟ:-

ପରିବାରର ସଦସ୍ୟଙ୍କ ସହିତ ସୌହାର୍ଦ୍ଦ୍ୟ ପୂର୍ଣ୍ଣ ସଂପର୍କ ରହିବ ।   ବନ୍ଧୁ, ମିତ୍ର ଏବଂ ଉଚ୍ଚପଦାଧିକାରୀଙ୍କ ଠାରୁ ସାହାଯ୍ୟ ସହଯୋଗ ପାଇବେ । ସାମାନ୍ୟ ପରିଶ୍ରମ କରି ଅଧିକ ଲାଭ ପାଇବେ । ଆକସ୍ମିକ ଧନ ପ୍ରାପ୍ତି ହେବ । କୌଣସି ଆନୁଷ୍ଠାନିକ, ସାମାଜିକ ଓ ସାଙ୍ଗଠନିକ କାର୍ଯ୍ୟରେ ଯୋଗ ଦେବେ । ଆର୍ଥିକସ୍ଥିତିରେ ବହୁ ପରିମାଣରେ ଅଭିବୃଦ୍ଧିର ହାର ବଢ଼ିଯିବ । ଲେଖାପଢ଼ାରୁ, ସଭାସମିତିରୁ, ବନ୍ଧୁମିଳନରୁ ଶୁଭଫଳ ପାଇବେ । ବ୍ୟବସାୟୀମାନେ ନିଜର ପ୍ରାଧାନ୍ୟ ବିସ୍ତାର କରି ସମସ୍ୟାକୁ ସୁଧାରି ନେବେ । ପ୍ରତିଯୋଗିତା ଓ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟ ଲାଭ କରିବେ ।  ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ସିଂହ:-

ବିବେକ ବୁଦ୍ଧି ଖଟେଇ ଉଚିତ୍ମାର୍ଗରେ ଗତିକରିବାର କ୍ଷମତା ଜନ୍ମହେବ । ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ । ଆର୍ଥିକ ଉନ୍ନତି ଫଳରେ ଚିନ୍ତା କରିଥିବା କାର୍ଯ୍ୟ ଠିକ୍ ସମୟରେ ପୂରଣ ହୋଇପାରିବ । ସଙ୍ଗୀତ, କଳା, ସାହିତ୍ୟ, କ୍ରୀଡ଼ା ଓ ଚଳଚ୍ଚିତ୍ର କ୍ଷେତ୍ରରେ ଉନ୍ନତି କରିବେ । ବହୁତ ଦିନରୁ ଅଟକିଥିବା ବକେୟା ଟଙ୍କା ମିଳିବ । ଛାତ୍ରଛାତ୍ରୀମାନେ ବିଦ୍ୟାରେ ସଫଳ ହୋଇ ପ୍ରତିଯୋଗୀତା ମୁଳକ କ୍ଷେତ୍ରକୁ ସାହସର ସହିତ ଲମ୍ଫ ଦେବେ । ରାଜନୀତି କ୍ଷେତ୍ରରେ ସାଧାରଣ ଲୋକ ସମ୍ପର୍କକୁ ଅତିକ୍ରମ କରି ନିଜକୁ ପ୍ରତିଷ୍ଠିତ କରିପାରିବେ । ଗୃହସମସ୍ୟା ସମାଧାନ ହେବ ।  ପ୍ରତିକାର:- ଅସହାୟଙ୍କର ସେବା କରନ୍ତୁ ।

କନ୍ୟା:-

ମହିଳାମାନେ ପାରିବାରିକ ଅଶାନ୍ତିକୁ ନିଜରବୁଦ୍ଧି, ବିବେକ ଖଟାଇ ସମାଧାନ କରିପାରିବେ । ବ୍ୟବସାୟ କ୍ଷେତ୍ରରେ ଲାଭବାନ ହେବେ । ସଭାସମିତି, କଳା, କ୍ରୀଡ଼ା, ସଙ୍ଗୀତ ତଥା ନୂତନବନ୍ଧୁ ସମ୍ପର୍କ ସ୍ଥାପନ କ୍ଷେତ୍ରରେ ଆଶାନୁଯାୟୀ ଫଳ ପାଇବେ । କେତେକ ସାଧାରଣ ଘଟଣାକୁ କେନ୍ଦ୍ରକରି କର୍ମକ୍ଷେତ୍ରରେ ଉପୁଜିଥିବା ବିବାଦ ମେଣ୍ଟିଯିବ । କଳେବଳେ କୌଶଳରେ ଅର୍ଥ ସଂଗ୍ରହ କରି ମଉଜ ମଜଲିସ୍ କରିବା ପାଇଁ ସମୟ ପାଇବେ । ରାଜନୀତିରେ ବିବେକ ବୁଦ୍ଧି ଖଟେଇ ଉଚିତ୍ମାର୍ଗରେ ଗତିକରିବାର କ୍ଷମତା ଜନ୍ମହେବ ।  ପ୍ରତିକାର- ହଳଦୀଚନ୍ଦନ ମୁଣ୍ଡରେ ଲଗାନ୍ତୁ ।

ତୁଳା:-

ଶୁଭକାମ କରି ପ୍ରଶଂସିତ ହେବେ । ସାହିତ୍ୟଚର୍ଚ୍ଚା ଓ ସଭାସମିତିରେ ସଫଳତା ମିଳିବ । ପୁରାତନ ରୋଗର ଉପସମ ଓ ବନ୍ଧୁ ସମାଗମ ହେବ । ପାରିବାରିକ ସ୍ନେହ ସହାନୁଭୁତି ପ୍ରାପ୍ତି ହେବ । ଶତୃମାନେ ମଥାନତ କରିବେ । ପ୍ରେମ କ୍ଷେତ୍ରରେ ମିତ୍ରମାନଙ୍କ ଦ୍ଵାରା ଲାଭ ପାଇବେ । ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ । କଳକାରଖାନା ଓ ଶିଳ୍ପ ପ୍ରଭୃତିର ମାଲିକମାନେ ଏବଂ କଣ୍ଟ୍ରାକ୍ଟରମାନେ ଆନନ୍ଦିତହେବେ । ଅଧ୍ୟୟନ, ଅଧ୍ୟାପନ, ଓ ଅନୁସନ୍ଧାନପରି କାର୍ଯ୍ୟରେ ସଫଳତା ଅର୍ଜନ କରି ଆନନ୍ଦିତ ହେବେ । ଧନ, ଧାନ୍ୟ, ଐଶ୍ଚର୍ଯ୍ୟ, ମାନସମ୍ମାନ ତଥା ପରାକ୍ରମର ବୃଦ୍ଧି ହେବ ।  ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ବିଚ୍ଛା:-

ବିଦ୍ୟୁତ୍ ଓ ଯନ୍ତ୍ରଚାଳନା, ଯାନବାହନ ତଥା ଖଣି ଓ ଜଙ୍ଗଲ କ୍ଷେତ୍ରରେ କର୍ମରତ ବ୍ୟକ୍ତିମାନେ ବିଶେଷ ଲାଭବାନ ହେବେ । ମାଲିମକଦ୍ଦମା, ପରୀକ୍ଷା ପ୍ରତିଯୋଗିତାରେ ଜୟଯୁକ୍ତ ହେବେ ।   ବନ୍ଧୁ, ମିତ୍ର ସହକର୍ମୀ ଭାଗୀଦାରୀଙ୍କ ପାଇଁ ଆକସ୍ମିକ ଧନପ୍ରାପ୍ତି ହେବ । ଯାତ୍ରାଫଳରେ ଉତ୍ସାହିତ ହେବେ । ଗୃହୋପକରଣ କ୍ରୟ କରିବେ । ସମସ୍ତ କାର୍ଯ୍ୟକ୍ରମ ସୁରୁଖୁରୁରେ ପୂର୍ଣ୍ଣ ହେବ । ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ଓ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ । ବଡ଼ ବଡ଼ ଉଦ୍ୟୋଗ କରିବାରେ ସଫଳ ହେବେ । ଉଚ୍ଚଶିକ୍ଷା ପାଇଁ ବିଦେଶଯାତ୍ରା କରିପାରିବେ ।  ପ୍ରତିକାର- ଗୋମାତାକୁ ଖାଇବାକୁ ଦିଅନ୍ତୁ ।

ଧନୁ:-

ଆର୍ଥିକ ଦିଗରୁ ଉନ୍ନତି ଓ ପାରିବାରିକ ସମ୍ପର୍କରେ ଉନ୍ନତି ହେବ । ସ୍ୱାସ୍ଥ୍ୟ ଉତ୍ତମ ରହିବ । ବାସ ଗୃହ ଓ ଯାନବାହାନର କେତେକ ସମସ୍ୟାର ସମାଧାନ ହେବ । ପେଶା, ବ୍ୟବସାୟ, ଭାଗୀଦାରି ଓ ବନ୍ଧୁମିତ୍ରଙ୍କ ଦ୍ୱାରା ଲାଭବାନ ହେବେ । ପଦସ୍ଥ ବ୍ୟକ୍ତିଙ୍କ ସହ ମନୋମାଳିନ୍ୟ ମେଣ୍ଟିଯିବା ଫଳରେ ଚିନ୍ତା କରିଥିବା କାର୍ଯ୍ୟ ଠିକ୍ ସମୟରେ ପୂରଣ ହୋଇପାରିବ । ରାଜନୀତି କ୍ଷେତ୍ରରେ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ । ବିଳାସ ବ୍ୟସନ ଖାଦ୍ୟ ପେୟ ପାଇଁ ଖର୍ଚ୍ଚାନ୍ତ ହେବେ । ସନ୍ତାନମାନଙ୍କର ଉନ୍ନତି ଓ ସମସ୍ତ କାର୍ଯ୍ୟରେ ଶୁଭଫଳ ପ୍ରାପ୍ତି ହେବ ।  ପ୍ରତିକାର:- କୁକୁରକୁ ଖାଦ୍ୟ ଦିଅନ୍ତୁ ।

ମକର:-

ଅଟକି ଥିବା କାର୍ଯ୍ୟ ସଫଳତା ପୂର୍ବକ ସମ୍ପନ୍ନ ହେବ । ବ୍ୟବସାୟ କ୍ଷେତ୍ରରେ ପରିବର୍ତ୍ତନ ଆଣିବାର ଯୋଜନା ପ୍ରସ୍ତୁତ କରିବେ । ଗଚ୍ଛିତ ଅର୍ଥ ବୃଦ୍ଧି କରିବା ପାଇଁ ଚେଷ୍ଟିତ ହେବେ । ପାରିବାରିକ ସମସ୍ୟା ବୁଝାମଣା ମଧ୍ୟରେ ସମାଧାନ ହେବ । ବରିଷ୍ଠ ବ୍ୟକ୍ତିଙ୍କ ସହ ସୁସମ୍ପର୍କସ୍ଥାପିତ ହେବ । ଜାଗା, ଜମି, ବାସଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ । କର୍ମକ୍ଷେତ୍ରରେ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ । ମହିଳାମାନେ ହାତକୁ ନେଇଥିବା କାର୍ଯ୍ୟଟି ପାଇଁ କଠିନ ପରିଶ୍ରମ କରିବାକୁ ପଡିବ । ଈର୍ଷାପରାୟଣ ବ୍ୟକ୍ତିମାନେ କଟୁ ବଚନ ଶୁଣେଇବେ ।  ପ୍ରତିକାର- ଅସହାୟାଙ୍କୁ ଖାଦ୍ୟ ଦିଅନ୍ତୁ ।

କୁମ୍ଭ:-

ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ । ପରିବାରରେ ଆର୍ଥିକ ସମସ୍ୟା ସମାଧାନ ହୋଇଯିବ । ଆଶା କରୁଥିବା କାମଟି ବନ୍ଧୁଙ୍କ ଦ୍ଵାରା ସହଜ ସୁବିଧାରେ ହୋଇଯିବ । ଆଇନ ଅଦାଲତ ତଥା ଲେଖାପଢାରୁ ଶୁଭଫଳ ମିଳିବ । ଦୂରେଇ ଯାଇଥିବା ବନ୍ଧୁ ଅତି ଆପଣାର ହେବେ । ପିଲାମାନଙ୍କ ପଢା ସମସ୍ୟା ନେଇ ମନ ଖୁସି ରହିବ । ପରୀକ୍ଷା ପ୍ରତି ଯୋଗିତାରେ ଶୁଭଫଳ ମିଳିବ । ଅତି ପ୍ରିୟବନ୍ଧୁ ଆର୍ଥିକ ସାହାଯ୍ୟ କରିବେ । ବ୍ୟବସାୟ ପାଇଁ ଦୂରଯାତ୍ରା କରି ମନ ଖୁସି ରହିବ । କର୍ମକ୍ଷେତ୍ରରେ ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ ଓ ପ୍ରତିଷ୍ଠା, ପ୍ରତିପତି, ମାନସମ୍ମାନ କ୍ଷାତି ବଢ଼ିବ ।  ପ୍ରତିକାର- ଗଙ୍ଗାଜଳ ସେବନ କରନ୍ତୁ ।

ମୀନ:-

କୋର୍ଟ କଚେରୀ ଓ ମାଲିମୋକଦ୍ଦମାରେ ବିଜୟୀ ହେବେ । କାମଗୁଡ଼ିକ ସୁରୁଖୁରୁରେ ସମ୍ପନ୍ନ ହେବ । ନୂତନ ଦ୍ରବ୍ୟ କ୍ରୟ କରିବେ । ଅଫିସ୍ ରେ ଅଟକି ରହିଥିବା କାମଗୁଡ଼ିକ ସୁରୁଖୁରୁରେ ସମ୍ପନ୍ନ ହେବ । ବ୍ୟବସାୟ କ୍ଷେତ୍ରରେ ସମସ୍ୟା ଦୂର ହୋଇଯିବା ଫଳରେ ଅର୍ଥ ଲାଭର ସୁଯୋଗ ପାଇବେ । ପାରିବାରିକ କ୍ଷେତ୍ରରେ କେତେକ କର୍ମରେ ସଫଳତା ପ୍ରାପ୍ତି ହେବ । ସବୁଭଲ ଥିଲେ ମଧ୍ୟ ଆର୍ଥିକ ଅନାଟନ କାର୍ଯ୍ୟକ୍ଷେତ୍ରରେ ଅନ୍ତରାୟ ସୃଷ୍ଟି କରି ପାରେ । ଈର୍ଷାପରାୟଣ ବ୍ୟକ୍ତିମାନେ କଟୁ ବଚନ ଶୁଣେଇବେ । ପରକଥାରେ ପଡି ପରିବାରଲୋକଙ୍କୁ ଭୁଲ୍ ବୁଝନ୍ତୁ ନହିଁ ।  ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ ।