ଆଜିର ରାଶିଫଳ, 28 ଡିସେମ୍ବର 2018, ଶୁକ୍ରବାର – ଆଜି ଏହି ୩ଟି ରାଶି ପାଇଁ ବହୁତ ଶୁଭ ଦିନ ରହିବ

ମେଷ:-

ପାରିବାରିକକ୍ଷେତ୍ରରେ ବୁଝାମଣା ଠିକ୍ ରହିବ । ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଯଶ ମିଳିବ । ସାମାଜିକ ପତିଆରା ଅମଳିନ ରହିବ । ବନ୍ଧୁଙ୍କ ନିମନ୍ତ୍ରଣ ପାଇ ଦୂରଯାତ୍ରା କରିବାକୁ ପଡ଼ିବ । ଶିଳ୍ପ, ବାଣିଜ୍ୟ ଓ ବ୍ୟବସାୟରେ ନିଜର ଯୋଜନାମୁତାବକ କାମ କରିବେ । କର୍ମଚାରୀ ମାନଙ୍କୁ ଭରସା କଲେ କୌଣସି ପ୍ରକାର ଅସୁବିଧା ହେବନାହିଁ । ନୂଆ ଜ୍ଞାନର ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହେବ । ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ । ସବୁ କିଛି ସୁନ୍ଦର ହିଁ ସୁନ୍ଦର ଦେଖା ଦେବ । ବାଦ ବିବାଦ ପରୀକ୍ଷା, ପ୍ରତିଯୋଗିତା ଓ ମାଲିମକଦ୍ଦମାର ଅବସାନ ହେବ । ପ୍ରତିକାର- ଗାଈକୁ କିଛି ଖାଇବାକୁ ଦିଅନ୍ତୁ ।

ବୃଷ:-

ମାନସିକ ଶାନ୍ତି ମିଳିବ । ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ । ଯଦି କୌଣସି ନୂତନ ଯୋଜନାର କ୍ରିୟାନ୍ୱିତ କରିବାକୁ ଚାହୁଁଥାନ୍ତି, ତା’ ହେଲେ ଆଗେଇ ନବା ଉଚିତ୍ । ନୂତନ ଦ୍ରବ୍ୟ କ୍ରୟ କରିବେ । ମହିଳାମାନେ ନିଜର ଇଛା ପୂରଣ ପାଇଁ କୌଣସି କର୍ମକରି ପ୍ରଶଂସା ପାଇବେ । ଶତୃମାନେ ଦୂରେଇ ଯିବେ । କମିଶନ କାର୍ଯ୍ୟରେ ଲାଭ ହେବାର ସମ୍ଭାବନା ଅଛି । ସରକାରୀ କ୍ଷେତ୍ରରେ ସଫଳତା ମିଳିବ । ରାଜନୀତି କ୍ଷେତ୍ରରେ ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିବା ସମ୍ଭବ ହେବ । ପ୍ରତିକାର:- ଅସହାୟା ମାନଙ୍କୁ ସାହାଯ୍ୟ କରି କିଛି ଦାନ ଦିଅନ୍ତୁ ।

ମିଥୁନ:-

ପାରିବାରିକ ମାମଲା ବହୁତ ଶାନ୍ତି ପୂର୍ଣ୍ଣ ରହିବ । ବହୁତ ଦିନରୁ ଯେଉଁ କାମ ପାଇଁ ଚିନ୍ତା କରୁଥିଲେ ତାହା ଆଜି ଅଳ୍ପ ପ୍ରୟାସରେ ପୂର୍ଣ ହୋଇଯିବ । ନୂଆଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ । ହୋଇପାରୁ ନଥିବା କାମକୁ ଧୈର୍ଯ୍ୟ ଓ ସାହସ ଦ୍ଵାରା କରି ଦେଖାଇବେ । ସାମାଜିକ ପତିଆରା ଅମଳିନ ରହିବ । ରାଜନୀତି କ୍ଷେତ୍ରରେ ସଂଘର୍ଷ ମଧ୍ୟ ଦେଇ ସମୟ ବିତାଇବେ । ନିଜଲୋକଙ୍କ ଶତ୍ରୁତା ଫଳରେ ମନରେକ୍ଷୋଭ ଓ ହତାଶଭାବ ଦେଖା ଦେବ । ଶରୀର ଭଲ ରହିବନାହିଁ । ପ୍ରତିକାର- ଆରାଧ୍ୟାଦେବୀଙ୍କୁ ଭୋଗ ଲଗେଇ ପିଲାଙ୍କୁ ବାଣ୍ଟିବେ ।

କର୍କଟ:-

ବ୍ୟାପାର ଓ କାରବାରରେ ସୁଧାର ଆସିବ । ଟଙ୍କାର ଆବଶ୍ୟକତା ପୂରଣ ହେବ । ନିଜର ପ୍ରଭାବ ଓ ପରାକ୍ରମ ବୃଦ୍ଧି ପାଇବ । ଅଫିସର ଓ ଅଧିକାରୀ କାମରେ ପ୍ରସନ୍ନ ରହିବେ । ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ । କର୍ମ ଓ ବ୍ୟବସାୟ ସମ୍ବନ୍ଧିତ ଯାତ୍ରା କରିବାକୁ ପଡିବ । ଘର ପରିବାରରେ ବାତାବରଣ ଶାନ୍ତିପୂର୍ଣ୍ଣ ରହିବ । ଗୁରୁଜନଙ୍କ ସେବା ଓ ସହମତିରେ ଆଗକୁ ବଢିପାରିବେ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ । ସରକାରୀ କାମରେ ସଫଳତା ପାଇବେ । ପ୍ରତିକାର: ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।

ସିଂହ:-

ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ । ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହୋଇ ଭଲ ରହିବ । ବ୍ୟବସାୟ କ୍ଷେତ୍ରରେ ଯେତେ ଅଧିକ ପରିଶ୍ରମ କରିବେ ସେତେ ଅଧିକ ଲାଭ ହେବ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ସଫଳ ହେବେ । କିଛି କାରଣ ନଥାଇ ବଦନାମ୍ ବା ମିଛ କେଶ୍ ରେ ଫଶିଯିବେ । ଶତୃପକ୍ଷ ଦୁର୍ବଳ ହୋଇ ଗୋଡ ଟାଣିବାର ପ୍ରଚେଷ୍ଠା ଆରମ୍ଭ କରିପାରନ୍ତି । ସନ୍ତାନ ଯୋଗେ ଚିନ୍ତିତ ରହିବେ । ସମ୍ପତ୍ତି ସମ୍ବନ୍ଧୀୟ ମାମଲାରେ ଲଢିପାରନ୍ତି । ମନରେ ଅଶାନ୍ତି ଅସନ୍ତୋଷ ଦେଖାଦେବ । ପ୍ରତିକାର-ନିଶାଦ୍ରବ୍ୟ ଓ ଆମିଷ ସେବନ କରନ୍ତୁ ନାହିଁ ।

କନ୍ୟା:-

କୌଣସି ନୂତନ ବ୍ୟକ୍ତିଙ୍କ ସହିତ ଭେଟ ହେବାଫଳରେ ସୁଖ ସମୃଦ୍ଧି ବୃଦ୍ଧି ହେବ । ପାରିବାରିକ କ୍ଷେତ୍ରରେ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ । ପ୍ରବାସ ଯାତ୍ରାରେ ଲାଭବାନ ହେବେ । ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବେ । ରାଜନୀତିରେ ଉନ୍ନତି ହେବ । ବରିଷ୍ଠ ବ୍ୟକ୍ତି ଉଚ୍ଚାଧିକାରୀଙ୍କ ସହ ସମ୍ବନ୍ଧ ଦୃଢୀଭୁତ ହେବ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ପରିଶ୍ରମ ଓ ମେହନତର ପରିଣାମ ମିଳିବ । ପ୍ରେମିକ ପ୍ରେମିକା ମାନେ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ଆନନ୍ଦ ଅନୁଭବ କରିବେ । ପ୍ରତିକାର- କୁକୁରକୁ ଖାଇବାକୁ ଦିଅନ୍ତୁ ।

ତୁଳା:-

ସ୍ଥଗିତଥିବା କର୍ମଟି ପୂରଣ ହେବାପାଇଁ ଆର୍ଥିକ ସଙ୍କଟ ଦୂରେଇ ଯିବ । କୌଣସି ନୂତନ କର୍ମ କରୁଥିଲେ ସେଥିରେ ବିଜୟୀ ହେବେ । ପାର୍ଟି ବା ସମାରୋହରେ ସମ୍ମିଳିତ ହେବାକୁ ପଡିପାରେ । ଖାଇବା ପିଇବାରେ ଅବହେଳା କରିବାରୁ ସ୍ଵାସ୍ଥ୍ୟ ଖରାପ ହେବ । ପାରିବାରିକ କ୍ଷେତ୍ରରେ ସ୍ୱାର୍ଥ ପ୍ରବୃତ୍ତିର ଶୀକାର ହୋଇ ସମ୍ପର୍କର ମଧୁର ସ୍ୱାଦରୁ ବଞ୍ଚିତ ହେବେ । ଶର୍ଦ୍ଦି ଓ ପିତ୍ତ ଦୋଷ ସାଙ୍ଗକୁ ଗୁହ୍ୟରୋଗ ସୃଷ୍ଟିହେବ । ଅର୍ଥ ସମ୍ପର୍କିତ ଚୁକ୍ତିପତ୍ର କଲେ କ୍ଷତିରେ ପଡିବେ । ବାକ୍ୟ ସଂଯମତା ନରଖିଲେ ମାଲିମୋକଦ୍ଦମାର ଭୟ ରହିବ । ପ୍ରତିକାର- ଚଣାଡାଲି ଓ ଗୁଡ ମନ୍ଦିରରେ ଦାନ କରନ୍ତୁ ।

ବିଛା:-

ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରି ପାରିବେ । ରାଜନୀତିରେ ଉନ୍ନତି ହେବ । ମିତ୍ରଙ୍କ ଦ୍ଵାରା ସହାୟତା ମିଳିବ । ପ୍ରିୟଜନମାନେ ଆଗକୁ ବଢିବାରେ ସାହାଯ୍ୟ କରିବେ । ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ । ନୂତନ କାର୍ଯ୍ୟଆରମ୍ଭ କରିପାରିବେ । ସନ୍ତାନ ସନ୍ତତିଙ୍କ ତରଫରୁ ଆଶାବାଦୀ ହେବେ । କେତେକ କ୍ଷେତ୍ରରେ ଉଚ୍ଚାକାଂକ୍ଷ । ପୂର୍ତ୍ତି ନିମନ୍ତେ କଠିନ ପରିଶ୍ରମ କରିବାକୁ ପଡିବ । ବନ୍ଧୁ ମିତ୍ରମାନଙ୍କର ଓ ବରିଷ୍ଠ କର୍ମୀଙ୍କ ପ୍ରିୟପାତ୍ର ହେବେ । ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ । ବ୍ୟାପାର ଓ କାରବାରରେ ସୁଧାର ଆସିବ । ପ୍ରତିକାର- ଇଷ୍ଟଦେବୀଙ୍କୁ ଭୋଗ ଲଗେଇ ପିଲାଙ୍କୁ ବାଣ୍ଟିବେ ।

ଧନୁ:-

ଟଙ୍କାର ଆବଶ୍ୟକତା ପୂରଣ ହେବ । ଦାମ୍ପତ୍ୟ କଳହ ମେଣ୍ଟିଯାଇ ପାରିବାରିକ କ୍ଷେତ୍ରରେ ଶାନ୍ତି ପାଇବେ । ବ୍ୟବସାୟରେ ଯେତେ ଅଧିକ ପରିଶ୍ରମ କରିବେ ସେତେ ଅଧିକ ଲାଭ ହେବ । ଛାତ୍ରଛାତ୍ରୀମାନଙ୍କର ଶିକ୍ଷକ ଓ ସହପାଠୀମାନଙ୍କ ମଧ୍ୟରେ ସମନ୍ଵୟ ରହି ବନ୍ଧୁତ୍ଵ ବୃଦ୍ଧି ପାଇବ । ବ୍ୟବସାୟୀକ ସଫଳତା ଓ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢେଇବ । ଯେତେ ଜଟିଳ ସମସ୍ୟା ହେଲେ ମଧ୍ୟ କୌଣସି ପ୍ରକାର ଅସୁବିଧା ହେବ ନାହିଁ । ମନ ଓ ଶରୀର ଭଲ ରହିବ । ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ । ପ୍ରତିକାର-ଗ୍ରାମ୍ୟଦେବୀଙ୍କୁ ଭୋଗ ଲଗେଇ ପିଲାଙ୍କୁ ବାଣ୍ଟିବେ ।

ମକର:-

ଅର୍ଥ ଉପାର୍ଜନରେ ଏକନିଷ୍ଠ ହେବେ । ଧନ ପାଇବାର ରାସ୍ତା ଖୋଲିଯିବ । ଋଣମୁକ୍ତି ହେବାପାଇଁ ଯୋଜନା ପ୍ରସ୍ତୁତ କରି ପାରିବେ । ରାଜନୀତିରେ ସମ୍ମାନର ସହିତ କୃତକାର୍ଯ୍ୟ ହେବେ । ପାରିବାରିକକ୍ଷେତ୍ରରେ ସ୍ନେହସଦ୍ଭାବର ବୃଦ୍ଧିହେବ । ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷାକରି ଶାନ୍ତିଶୃଙ୍ଖଳା ବଜାୟ ରଖି ପାରିବେ । ନିଜର କ୍ରୋଧ ଉପରେ ନିୟନ୍ତ୍ରଣ ନ ରଖିଲେ କେତେକ କ୍ଷେତ୍ରରେ ବିଫଳ ହେବେ । କଠିନ ପରିଶ୍ରମ କରିବା ଯୋଗୁଁ ଶାରରୀକ ଅସୁସ୍ଥତା ଦେଖା ଦେବ । ଏପରିକି ନିମ୍ନବର୍ଗର କେହି ଲୋଭଗ୍ରସ୍ତ କରାଇ ଭାବମୂର୍ତ୍ତି ନଷ୍ଟ କରିବା ପାଇଁ ଚେଷ୍ଟା କରିବ । ପ୍ରତିକାର-ପିତା ମାତାଙ୍କ ଆଜ୍ଞା ପାଳନ କରନ୍ତୁ ।

କୁମ୍ଭ:-

ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ବିଜୟୀ ହେବେ । ଶତୃମୁକ୍ତ ନିରୁପଦ୍ରବ ଜୀବନଚର୍ଯ୍ୟା କାଏମ୍ ରଖି ପାରିଲେ ଲାଭ ପାଇବେ । ପାରିବାରିକ ଜୀବନରେ ଶାନ୍ତି, ଭାଇ ଓ ଭଉଣୀ ମାନଙ୍କ ସହିତ ଉତ୍ତମ ସମ୍ପର୍କ ରହିବ । ବନ୍ଧୁବାନ୍ଧବଙ୍କ ଦିଗରୁ ସ୍ଵାର୍ଥ ପ୍ରବଣତାର ଅଭିବୃଦ୍ଧି ଘଟିବ । ଆୟ ଅପରିବର୍ତ୍ତିତ ରହିଲେ ମଧ୍ୟ ବ୍ୟୟ ବୃଦ୍ଧିପାଇବ । ଭ୍ରମଣକାଳରେ କ୍ଲେଶ, ସହକର୍ମୀଙ୍କସହ ବିବାଦ ଦେଖାଦେଇପାରେ । ଦାମ୍ପତ୍ୟ ସୁଖରେ ବାଧା ଆସିବ । ଟଙ୍କାପଇସା ପ୍ରତି ଅତ୍ୟନ୍ତ ସତର୍କ ରହିବାକୁ ପଡିବ । ପ୍ରତିକାର- ଚଣାଡାଲି ମନ୍ଦିରରେ ଦାନ କରନ୍ତୁ ।

ମୀନ:-

ଜ୍ଞାନ-ଗବେଷଣା ସ୍ତରରେ କୃତକାର୍ଯ୍ୟ ହୋଇ ଯଶ ମାନ ପ୍ରତିଷ୍ଠା ପ୍ରାପ୍ତି ହେବ । ବୃତ୍ତିଗତ ଦୃଷ୍ଟିରୁ ସ୍ଵାଭିମାନ ସୁରକ୍ଷିତ ରହିବା ଫଳରେ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ । ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ । ବୈଷୟିକ ଅଭିବୃଦ୍ଧିକୁ ତ୍ୱରାନ୍ୱିତ କରି ଉଚ୍ଚମନ୍ୟତାର ଅଧିକାରୀ ହେବେ । ଏକାକୀତ୍ଵର ପରିଧିରେ ନିଜକୁ ସଜାଇ ପାରନ୍ତି । ବନ୍ଧୁବାନ୍ଧବ ଦିଗରୁ ସ୍ଵାର୍ଥପ୍ରବଣତାର ଅଭିବୃଦ୍ଧି ଘଟିବ । ସାଧାରଣ ଭାବରେ ଜୀବନଚର୍ଯ୍ୟା କରି ଚାଲିବେ । କ୍ରୋଧକୁ ଦମନ କରି ହସଖୁଶିର ବାତାବରଣ ସୃଷ୍ଟି ହେବ । ପ୍ରତିକାର-ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ ।