ଆଜିର ରାଶିଫଳ, 28 ନଭେମ୍ବର 2018 ବୁଧବାର – ଏହି ୪ଟି ରାଶି ଉପରେ ଗଣେଶ ପ୍ରଭୁଙ୍କ କୃପା ରହିବ

ମେଷ:-

ନିଜର ବୁଦ୍ଧିମତା କାରଣରୁ କାମ ହାସିଲ କରିପାରିବେ । ଅଫିସର, ସହକର୍ମୀ ଓ ମିତ୍ର କାମର ପ୍ରଶଂସା କରିବେ । ପ୍ରିୟ ଲୋକମାନଙ୍କ ସହିତ ସମ୍ବନ୍ଧ ଓ ସମ୍ପର୍କ ସ୍ଥାପନ ହେବ । ଅଧିକ ପରିଶ୍ରମ କରି ଅର୍ଥ ଲାଭ ହେବ ଓ ବ୍ୟୟ ମଧ୍ୟ କରିବେ । ବହୁତ ଦିନରୁ ଲାଗିଥିବା ଚିନ୍ତା ଓ ବିବାଦରୁ ମୁକ୍ତି ମିଳିବ । ଶତୃ ଓ ବିରୋଧୀଙ୍କ ଠାରୁ ସାବଧାନ ରହିବା ଆବଶ୍ୟକ । ପ୍ରତିକାର:- କୁକୁରକୁ କିଛି ଖାଦ୍ୟ ଦିଅନ୍ତୁ ।

ବୃଷ:-

ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନରେ ବାଧା ଆସିବ । ଶତୃ ବୃଦ୍ଧି ହୋଇ କର୍ମ କ୍ଷେତ୍ରରେ ବହୁ ଅସୁବୁଧାର ସମ୍ମୁଖୀନ ହେବେ । ପ୍ରେମିକ ଓ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ବିଫଳ ହେବେ । ଦାମ୍ପତ୍ୟ ସୁଖରେ ବାଧା ଆସିବ । ଶିକ୍ଷା କ୍ଷେତ୍ରରେ ଆଦୌ ମନଯୋଗ ଦେବେ ନାହିଁ । ପରିବାର ତଥା କୁଟୁମ୍ବରେ ମାଙ୍ଗଳିକ କାର୍ଯ୍ୟ ଓ ଧାର୍ମିକ କାର୍ଯ୍ୟରେ ଯୋଗ ଦେଇ ଖର୍ଚ୍ଚାନ୍ତ ହେବେ । ପ୍ରତିକାର– ଚଣାଡାଲି ଓ ଗୁଡ ମନ୍ଦିରରେ ଦାନ କରନ୍ତୁ ।

ମିଥୁନ:-

ବ୍ୟବସାୟରେ ଉଚିତ୍ ଲାଭ ପ୍ରାପ୍ତ ହେବ । କୌଣସି ନୂଆ ପ୍ରୋଜେକ୍ଟ ଆରମ୍ଭ କରିପାରିବେ । ଲକ୍ଷପ୍ରତି ଯଥାର୍ଥବାଦୀ ହେବେ । ଯାତ୍ରା କରିବା ସମୟରେ କୌଣସି ଶୁଭ ସମାଚାର ଶୁଣିବାକୁ ମିଳିବ । ଦାମ୍ପତ୍ୟ ସମ୍ବନ୍ଧରେ ମଧୁରତା ଆସିବ । ଗୃହପୋକରଣ ନୂତନ ବସ୍ତୁ କ୍ରୟ କରିପାରିବେ । ପ୍ରେମ ସମ୍ବନ୍ଧରେ ଅଧିକ ଘନିଷ୍ଠତା ହେବ । ଲୋକଙ୍କୁ ନିଜର କରିପାରିବେ । ଆର୍ଥିକ ମାମଲା ସୁଧୁରିବ । ପ୍ରତିକାର– ଅସହାୟ ବୃଦ୍ଧଙ୍କୁ ଖାଦ୍ୟ ଦିଅନ୍ତୁ ।

କର୍କଟ:-

ଘନିଷ୍ଠ ବ୍ୟକ୍ତିଙ୍କ ସହିତ ଭେଟ ହେବ । ଚାକିରୀ କ୍ଷେତ୍ରରେ ମଧ୍ୟ ସୁଧାର ଆସିବ । ବନ୍ଧୁ ମିତ୍ରଙ୍କ ଆଗମନ ହେବ । ବିଗିଡି ଯାଇଥିବା କାର୍ଯ୍ୟ ବା ଅଟକିଥିବା କାର୍ଯ୍ୟ ସମ୍ପନ୍ନ ହେବ । ବିଦ୍ୟାର୍ଥୀଙ୍କୁ ସଫଳତା ମିଳିବ । ପରିଶ୍ରମ ଓ କଷ୍ଟକରି ଶାନ୍ତିବଜାୟ ରଖିବେ । ଲୋକଙ୍କ ପ୍ରତି ଉଦାର ଓ ଦୟାଳୁ ପ୍ରବୃତି ଜାଗ୍ରତ ହେବ । ମିଳିମିଶି କାମ କରିପାରିଲେ କଷ୍ଟ ଦୂର ହେବ । ପ୍ରତିକାର– ମୁଗଡାଲି ମନ୍ଦିରରେ ଦାନ କରନ୍ତୁ ।

ସିଂହ:-

ଧନ ସମ୍ବନ୍ଧୀୟ ମାମଲାରେ ବିବେକ ଦ୍ଵାରା ବିଚାର କଲେ ଲାଭ ମିଳିବ । କାହାକୁ ଦେଇଥିବା ଉଧାର ଟଙ୍କା ମିଳିଯିବ । ପ୍ରଚୁର ଅର୍ଥ ଲାଭ ହେବ ଓ ପରିସ୍ଥିତି ବଦଳିଯିବ । ବାହନ ଓ ଭୌତିକ ଐଶ୍ଵର୍ଯ୍ୟ ସାଧନରେ ବୃଦ୍ଧି ହେବ । ପାରିବାରିକ ଜୀବନରେ ସୁଧାର ହେବ । କୋର୍ଟ-କଚେରୀ ମାମଲା ସମାଧାନ ହୋଇଯିବ । ପ୍ରତିକାର–ରୁଟିଗୁଡ ଗାଈକୁ ଖାଇବାକୁ ଦେବେ ।

କନ୍ୟା:-

ସରକାରୀ କର୍ମଚାରୀମାନେ ଗୁପ୍ତଶତୃଙ୍କ ଚକ୍ରାନ୍ତରେ ପଡ଼ି ପାରନ୍ତି । ବ୍ୟବସାୟରେ ପରିଶ୍ରମ ଫଳରେ ଉନ୍ନତି ହେବ । ପୈତୃକ ସମ୍ପତ୍ତିକୁ ନେଇ ପରିବାରରେ ଅଶାନ୍ତି ଦେଖା ଦେବ । ଧାର୍ମିକ କାର୍ଯ୍ୟରେ ରୁଚି କମ୍ ରହିବ । ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନରେ ବାଧା ଆସିବ । କର୍ମ ନିଯୁକ୍ତିରେ ବିଫଳ ହେବେ । ବିଶେଷ କରି ମହିଳାମାନେ ସାବଧାନତା ପୂର୍ବକ ନ ଚଳିଲେ ବିପଦରେ ପଡ଼ିବେ । ପ୍ରତିକାର– ଅସହାୟ ବୃଦ୍ଧଙ୍କୁ ଖାଦ୍ୟ ଦିଅନ୍ତୁ ।

ତୁଳା:-

ବାଦ-ବିବାଦଠାରୁ ଦୂରେଇ ରହିବା ଉଚିତ୍ । କୌଣସିଠାରୁ ପ୍ରିୟ ଓ ଶୁଭ ସମାଚାର ପ୍ରାପ୍ତ ହେବ । କୌଣସି ନୂତନ ବନ୍ଧୁଙ୍କ ସହିତ ଭେଟ ହେବ । ପାରିବାରିକ କ୍ଷେତ୍ରରେ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ । ନୂତନ କାର୍ଯ୍ୟଆରମ୍ଭ କରିପାରିବେ । କୌଣସି ମିତ୍ରଙ୍କୁ ସହାୟତା ପାଇଁ ହାତ ବଢେଇବେ । ସନ୍ତାନଙ୍କ ଚିନ୍ତାରେ ଚିନ୍ତିତ ରହିବେ । ପାରିବାରିକ ସମ୍ବନ୍ଧରେ ମଧୁରତା ଆସିବ । ପ୍ରତିକାର:- ଷଣ୍ଢକୁ ଖାଇବାକୁ ଦିଅନ୍ତୁ ।

ବିଛା:-

ସରକାରୀ କାମରେ ସଫଳତା ମିଳିବ । ସ୍ୱାସ୍ଥ୍ୟ ଭଲ ରହିବ । ଶତୃମାନେ ଦୂରେଇ ଯିବେ । ସାଂସାରିକ ଜୀବନରେ ମହତ୍ଵପୂର୍ଣ୍ଣ କାର୍ଯ୍ୟରେ ପରାକ୍ରମ ଏବଂ ପରିଶ୍ରମରେ ଲାଭ ଓ ସୁଖ ପ୍ରାପ୍ତି ହେବ । ଉନ୍ନତିର ମାର୍ଗ ପ୍ରଶସ୍ତ ହେବ । ବନ୍ଧୁଙ୍କ ଆଗମନ ହେବ । ରାଜନୀତିରେ ଉନ୍ନତି ହେବ । ମିତ୍ରଙ୍କ ଦ୍ଵାରା ସହାୟତା ମିଳିବ । ନିଜର କର୍ତ୍ତବ୍ୟ ପ୍ରତି ଧ୍ୟାନ ରଖିବା ଅତ୍ୟନ୍ତ ଆବଶ୍ୟକ ଅଟେ । ପ୍ରତିକାର– ଗ୍ରାମ୍ୟ ଦେବୀଙ୍କୁ ଭୋଗ ଲଗେଇ ପିଲାଙ୍କୁ ବାଣ୍ଟିବେ ।

ଧନୁ:-

ପ୍ରିୟଜନ ଓ ପରିବାର ସଦସ୍ୟ ଆପଣଙ୍କ ନିକଟତର ହେବେ । ଦୃଢସଂକଲ୍ପ ଓ ଆତ୍ମବିଶ୍ଵାସରେ ଭରପୁର ହେବ । କୌଣସି ଶୁଭ ସମାଚାର ଶୁଣି ହସ-ଖୁସିରେ ସମୟ ବ୍ୟତୀତ ହେବ । ପ୍ରେମ-ପ୍ରସଙ୍ଗରେ ସଫଳତା ମିଳିବା ସହ ପାରିବାରିକ ସୁଖ-ଶାନ୍ତି ମିଳିବ । ବହୁତ ଦିନରୁ ଚିନ୍ତା କରୁଥିବା କାମ ଅଳ୍ପ ପ୍ରୟାସରେ ପୂର୍ଣ ହୋଇଯିବ । କୌଣସି ଗୋପନୀୟ କଥା ଉଜାଗର ହେବାର ସମ୍ଭାବାନା ଅଛି । ପ୍ରତିକାର–ବୃଦ୍ଧ ବୃଦ୍ଧାଙ୍କୁ ସାହାଯ୍ୟ କରି ଆଶୀର୍ବାଦ ଭିକ୍ଷା କରନ୍ତୁ ।

ମକର:-

କର୍ମକ୍ଷେତ୍ରରେ ବେଖାତିର ଭାବ ଯୋଗୁଁ ଉଚ୍ଚାଧିକାରୀଙ୍କ କୋପ ବଢ଼ିବ । ସ୍ଥାନାନ୍ତରଣ ପାଇଁ ଚେଷ୍ଟା କଲେ ବିଫଳ ହେବେ । ବ୍ୟବସାୟରେ ଭାଗୀଦାରମାନଙ୍କ ସହ ମତାନ୍ତର ସୃଷ୍ଟି ହେବ । ପରିବାରର କେତେକ ସମସ୍ୟା ନେଇ, ମାନସିକ ପୀଡ଼ା ଅନୁଭବ କରିବେ । ଖରାପ ପିଲାଙ୍କ ସହ ସାଙ୍ଗ ହୋଇ ସନ୍ତାନ କୁ-ମାର୍ଗଗାମୀ ହେବେ । ସ୍ୱାସ୍ଥ୍ୟରେ ଅବନତି ଦେଖାଦେବ । ପ୍ରତିକାର– ଗହମ, ଗୁଡ ବାଳକମାନଙ୍କୁ ଦାନ କରନ୍ତୁ ।

କୁମ୍ଭ:-

ସୁଖ ସମୃଦ୍ଧି ବୃଦ୍ଧି ହେବ । ପାରିବାରିକ ଓ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢେଇବ । ସ୍ୱାସ୍ଥ୍ୟ ସ୍ଥିତି ମଧ୍ୟମ ରହିବ । ପ୍ରେମ-ପ୍ରସଙ୍ଗରେ ଭୁଲ୍ ବୁଝାମଣାର ନିରାକରଣ ହେବ । ଭାଗୀଦାର ବା ମିତ୍ରଙ୍କ ସହିତ ଲାଗିଥିବା ବିବାଦ ଦୂର ହେବ । ସ୍ଵାସ୍ଥ୍ୟରେ ଉନ୍ନତି ହେବ । କୌଣସି ବରିଷ୍ଠ ରାଜନେତାଙ୍କ ସାହାଯ୍ୟ ପାଇବେ । ଯଶ କୀର୍ତ୍ତିରେ ଉନ୍ନତି ହେବ । ପ୍ରତିକାର–ବୃଦ୍ଧ ବୃଦ୍ଧାଙ୍କୁ ସାହାଯ୍ୟ କରି ଆଶୀର୍ବାଦ ଭିକ୍ଷା କରନ୍ତୁ ।

ମୀନ:-

ଶତୃଙ୍କ ସହିତ ମୁକାବିଲା କରିପାରିବେ । ସମସ୍ତ କାର୍ଯ୍ୟର ସମସ୍ୟା ସମାଧାନ ହୋଇଯିବ । କୌଣସି ଅଚିହ୍ନା ବ୍ୟକ୍ତି ସାହାଯ୍ୟ କରିବେ । ଧାର୍ମିକ କାର୍ଯ୍ୟରେ ଯୋଗ ଦେଇ ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନ ବୃଦ୍ଧି ହେବ । ବ୍ୟବସାୟରେ ନୂତନ ଯୋଜନା ପ୍ରସ୍ତୁତ କରି ଲାଭବାନ ହେବେ । ବାକିଥିବା ଅର୍ଥ ପ୍ରାପ୍ତି ହେବ । କର୍ମଚାରୀମାନେ କର୍ମ କ୍ଷେତ୍ରରେ ପ୍ରଶଂସିତ ହେବେ । ପ୍ରତିକାର– ହରଡଡାଲି ମନ୍ଦିରରେ ଦାନ କରନ୍ତୁ ।