ଆଜିର ରାଶିଫଳ, 28 ଫେବୃୟାରୀ 2019, ଗୁରୁବାର – ମା ଲକ୍ଷ୍ମୀ ଆଜି ଏହି ୪ଟି ରାଶି ଉପରେ କୃପା କରିବେ

ମେଷ

ଆପଣଙ୍କ ପରିବାର ଲୋକଙ୍କ ପାଇଁ ଆଜି ଆପଣ ଖୁସି ଓ ଗର୍ବ ଅନୁଭବ କରିବେ । ଆଜି ଆପଣଙ୍କୁ କୌଣସି ପରିବାର ଲୋକଙ୍କ ସହିତ ଜଡ଼ିତ ଶୁଭ ସମାଚ଼ାର ଆପଣଙ୍କୁ ବହୁତ ଖୁସି ଦେବ । ନିଜ ପରିବାର ଲୋକଙ୍କ ସହିତ ସେମାନଙ୍କ ଖୁସିରେ ଆପଣ ସାମିଲ ହୁଅନ୍ତୁ । ମନେରଖନ୍ତୁ ନିଜର ସବୁ ଗୁରୁତ୍ତ୍ୱପୂର୍ଣ୍ଣ କାର୍ଯ୍ୟ ନିଜେ ସମାପନ କରନ୍ତୁ । ଯଦି ଏହି କାର୍ଯ୍ୟ ପାଇଁ ଆପଣ ଆଉ କାହା ଉପରେ ନିର୍ଭର କରିବେ ତାହାହେଲେ ଆପଣ ନିରାଶ ହେବେ । ଲକ୍ଷ୍ମୀଙ୍କର କୃପା ଆପଣଙ୍କ ଉପରେ ବର୍ଷିବ । ସାମାଜିକ ରୂପରେ ଯଶ ଏବଂ କୀର୍ତ୍ତି ବୃଦ୍ଧି ହେବାର ସମ୍ଭାବନା ଅଛି । ବ୍ୟାପାରରେ ଲାଭ ହେବ । ବିବାହ ଉତ୍ସୁକ ଜାତକର ବିବାହର ଆୟୋଜନ ସଫଳତା ପୂର୍ବକ ହେବ । ମଧ୍ୟାହ୍ନ ପରେ ସ୍ଵାସ୍ଥ୍ୟ ବିଗିଡ଼ି ପାରେ, ଏହାର ଧ୍ୟାନ ରଖିବେ । ପ୍ରତିକାର– ଗ୍ରାମ୍ୟ ଦେବୀଙ୍କୁ ଭୋଗ ଲଗେଇ ପିଲାଙ୍କୁ ବାଣ୍ଟିବେ ।

ବୃଷ

ଆଗକୁ ବଢ଼ନ୍ତୁ ଏବଂ ବନ୍ଧୁ ଓ ପରିବାରବର୍ଗଙ୍କ ସହ ମିଶି କିଛି ଭଲ କାର୍ଯ୍ୟ କରନ୍ତୁ । ଆଜି ଆପଣ ନିଜର ସମସ୍ତ କାର୍ଯ୍ୟକୁ ଗୋଟିଏ ପାଖରୁ ରଖି କେବଳ ମନୋରଞ୍ଜନ କରନ୍ତୁ କାରଣ ଜୀବନରେ ଏହା ମଧ୍ୟ ଜରୁରୀ । ଆଜି ଆପଣ ଯେତେ ବ୍ୟସ୍ତ ରହିଲେ ମଧ୍ୟ ସାମାଜିକ ଉତ୍ସବରେ ନିଶ୍ଚୟ ଭାଗ ନିଅନ୍ତୁ , କାରଣ ଏମିତି ସୁଯୋଗ ବାରମ୍ବାର ଆସେ ନାହିଁ । ଆପଣଙ୍କ ସ୍ଵଭାବରେ ଆଜି କିଛି ଅଧିକ ସମ୍ବେଦନଶୀଳତା ରହିବ । କାର୍ଯ୍ୟ ସଫଳତାରେ ମାନସିକ ରୂପରେ ଆପଣ ପ୍ରଫୁଲ୍ଲିତ ରହିବେ । ଯଶ ଏବଂ କୀର୍ତ୍ତିରେ ମଧ୍ୟ ବୃଦ୍ଧି ହେବ । ମା’ ଘର ପଟରୁ ଭଲ ସମାଚାର ପ୍ରାପ୍ତ ହେବ । ପ୍ରତିକାର:- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।

ମିଥୁନ

ଖରାପ ସମୟରେ ଆଜି ଆପଣ ଗତିକରିବେ କିନ୍ତୁ ବ୍ୟସ୍ତ ହୁଅନ୍ତୁ ନାହିଁ । ଆପଣଙ୍କର ବିଜୟ ସୁନିଶ୍ଚିତ । ଆଜି ଯେତେ ସମସ୍ୟା ଆସିଲେ ସୁଧା ଆପଣ ସବୁ ସମସ୍ୟାର ସମାଧାନ ପାଇଁ ପ୍ରସ୍ତୁତ ଅଛନ୍ତି । ଆଜି ଆପଣଙ୍କ ଜୀବନରେ ଗତିପଥ ସମାନ୍ ନୁହେଁ । ଏମିତି ଲାଗୁଛି ଯେପରି ଆପଣଙ୍କର ଆଖପାଖର ପରିସ୍ଥିତି ଖରାପ ଆଡ଼କୁ ଗତିକରୁଛି । ଆପଣଙ୍କ କାର୍ଯ୍ୟସ୍ଥଳରେ କିଛି ଅଦରକାରୀ ପରିବର୍ତ୍ତନ ହୋଇପାରେ । ଆଜି ସାଂସାରିକ ବିଷୟଗୁଡ଼ିକ ଛାଡ଼ି ଆଧ୍ୟାତ୍ମିକ ବିଷୟ ଆଡ଼କୁ ଆପଣ ବେଶୀ ଢଳିବେ । କୌଣସି ନକାରାତ୍ମକ ଭାବନାକୁ ମହତ୍ଵ ନ ଦେଇକରି ମାନସିକ ରୂପରେ ସୁସ୍ଥ ରହିବାକୁ ଚେଷ୍ଟା କରନ୍ତୁ । ଶାରୀରିକ ପ୍ରଫୁଲ୍ଲତା ଏବଂ ମାନସିକ ପ୍ରସନ୍ନତା ରହିବ, ପ୍ରତିକାର: ଷଣ୍ଢକୁ କିଛିଖାଦ୍ୟ ଖୁଆନ୍ତୁ ।

କର୍କଟ

ଆଜି ଆପଣଙ୍କୁ ସତର୍କତା ଅବଲମ୍ବନ କରିବାକୁ ପଡ଼ିବ, କାରଣ କିଛି ଭୁଲ ବୁଝାମଣା ଯୋଗୁଁ ଆପଣ ଏବଂ ଆପଣଙ୍କ ସମ୍ପର୍କୀୟମାନଙ୍କ ମଧ୍ୟରେ କଳି ହୋଇପାରେ । ଘର ଏବଂ ବାହାରର କାର୍ଯ୍ୟ ମଧ୍ୟରେ ସନ୍ତୁଳନ ରକ୍ଷା ଆଜି ଆପଣଙ୍କର ମୂଳମନ୍ତ୍ର ହେବା ଉଚ଼ିତ୍ । ପ୍ରତିଦ୍ୱନ୍ଦ୍ୱୀମାନଙ୍କ ଏବଂ ଉଚ୍ଚ ଅଧିକାରୀମାନଙ୍କ ସହିତ ବାଦ-ବିବାଦ କରନ୍ତୁ ନାହିଁ । ଆମୋଦ-ପ୍ରମୋଦ ସମ୍ବନ୍ଧିତ ବସ୍ତୁକୁ କିଣିବା ଯୋଗୁଁ କ୍ରେତାଙ୍କର ଖର୍ଚ୍ଚ ଅଧିକ ହେବାର ଆଶଂକା ଅଛି । ବ୍ୟବସାୟ କ୍ଷେତ୍ରରେ ବାତାବରଣ ଭଲ ରହିବ । ଆପଣଙ୍କ କାମରେ ଭଲ ବୃଦ୍ଧି ହେବ । ସ୍ଵାସ୍ଥ୍ୟ ପାଇଁ ଆଜିର ଦିନ ଭଲ । ପ୍ରତିକାର– ଅସହାୟଙ୍କୁ ଖାଦ୍ୟ ଦିଅନ୍ତୁ ।

ସିଂହ

ଆଜି ଆପଣଙ୍କ ମାନସିକ ଶକ୍ତି ଏହାର ଚ଼ରମ ସୀମାରେ ରହିବ । ଆପଣଙ୍କୁ ଅସୁବିଧା ଅବସର ଭଳି ଲାଗିବ ଏବଂ ଏହା ଆପଣଙ୍କ ପାଇଁ ବହୁତ ଲାଭ ଦାୟକ ହେବ । ବିପଦ ସହ ସଂଗ୍ରାମ କରିବାର ଆପଣଙ୍କର ଏହି ସ୍ୱଭାବ ଆପଣଙ୍କୁ ଆଗେଇ ନେବ ।   ଆଜ ଦିନ ଭଲ ଅଛି, ଆପଣ କାହା ସହିତ ଅଧିକ ବାଦ-ବିବାଦ କରନ୍ତୁ ନାହିଁ, ତାହାହିଁ ଆପଣଙ୍କ ପାଇଁ ହିତକର ହେବ । ଧାର୍ମିକ କାର୍ଯ୍ୟଗୁଡ଼ିକରେ ଏବଂ ଉପାସନାର ପଛରେ ଧନ ଖର୍ଚ୍ଚ ହୋଇପାରେ । ପରିଜନମାନଙ୍କ ସହିତ ମନମାଳିନ୍ୟ ନହେଉ ସେଥିପାଇଁ ବାଣୀକୁ ନିୟନ୍ତ୍ରିତ ରଖିବେ |ଆଜିର ଦିନ ଆପଣଙ୍କ ଆମଦନୀ ଭଲ ହେବାର ସଂକେତ ମିଳୁଛି । ଏହା ଫଳରେ ଆପଣଙ୍କୁ ଖୁସି ମିଳିବ । ପ୍ରେମ ସମ୍ବନ୍ଧରେ ସାଥୀର ମନକୁ ଛୁଇଁଲାଭଳି କଥା ହୋଇପାରେ |ପ୍ରତିକାର–ନିଶାଦ୍ରବ୍ୟ ଓ ଆମିଷ ସେବନ କରନ୍ତୁ ନାହିଁ ।

କନ୍ୟା

ଆଜି ଆପଣଙ୍କର ନୂଆ ପରିଚୟ ଦ୍ୱାରା ନୂଆ ବନ୍ଧୁ କରିବେ । ଭଲ ହେବ ଯଦି ଆପଣ ଏହି ଦିଗରେ ପ୍ରଥମେ ପାଦ ବଢାଇବେ ଏବଂ କଥା ଆରମ୍ଭ କରିବେ । ଆଜିର ଦିନ ନିଜ ପରିବାର ଲୋକଙ୍କ ସହିତ କଟାଇଲେ ଶୁଭ ହେବ । ସ୍ଵାସ୍ଥ୍ୟ ଦୃଷ୍ଟିରୁ ଆଜି ଆପଣ ଆନନ୍ଦିତ ରହିବେ । ମିତ୍ର ତଥା ସମ୍ବନ୍ଧିମାନଙ୍କ ସହିତ ବୁଲିବାକୁ ଯିବାକୁ ଯୋଜନା ବନାଇବେ ଏବଂ ଆନନ୍ଦପ୍ରଦ ଯାତ୍ରା ମଧ୍ୟ କରି ପାରିବେ । ସାମାଜିକ ରୂପରେ ସମ୍ମାନ ପ୍ରାପ୍ତି ହେବ । ଭାଗିଦାରୀଙ୍କ ସହିତ ଚର୍ଚ୍ଚା ସକାରାତ୍ମକ ହେବ, ପ୍ରତିକାର– କୁକୁରକୁ ଖାଇବାକୁ ଦିଅନ୍ତୁ ।

ତୁଳା

ଆଜି ଅପଣଙ୍କ ପ୍ରିୟଜନ ଆପଣଙ୍କୁ ସାହାଯ୍ୟ କରିବା ପାଇଁ ଆଗେଇ ଆସିବେ ନିଜର ଚ଼େଷ୍ଟା ଏବଂ ସ୍ନେହ ବଳରେ ଆପଣଙ୍କ ଦିନକୁ ସେମାନେ ବହୁତ ସୁନ୍ଦର କରିଦେବେ । ଆପଣ ସେମାନଙ୍କ ସ୍ନେହ ପାଇଁ ବହୁତ ଖୁସି ହେବେ ଏବଂ ନିଜକୁ କୃତାର୍ଥ ମନେ କରିବେ । ବୋଧହୁଏ ଯେ କୌଣସି ମହତ୍ତ୍ୱପୂର୍ଣ୍ଣ ଚ଼ୁକ୍ତି ହେଇପାରେ କିମ୍ବା କୌଣସି ପରିଯୋଜନାକୁ ଶେଷ ରୂପେ ମିଳିପାରେ । ଅନୈତିକ କାର୍ଯ୍ୟ ଏବଂ ନକାରାତ୍ମକ ବିଚାରୁ ଦୂରରେ ରୁହନ୍ତୁ । ବାଣୀ ଉପରେ ନିୟନ୍ତ୍ରଣ ରଖିବେ । ପରିବାରରେ ମନମାଳିନ୍ୟ ହେବାରୁ ଶାରୀରିକ ଏବଂ ମାନସିକ ଅସୁସ୍ଥତା ହୋଇପାରେ, ଧ୍ୟାନ ରଖିବେ । ମଧ୍ୟାହ୍ନ ପରେ ବିଦେଶରୁ ଭଲ ସମାଚାର ପ୍ରାପ୍ତ ହେବ, ପ୍ରତିକାର– ବେଲକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ ।

ବିଛା

ନିଜର କୌଶଳ ଏବଂ ସାହସକୁ ପାଥେୟ କରି ଆପଣଙ୍କ ରାସ୍ତାରେ ଆସୁଥିବା ସବୁ ବାଧାବିଘ୍ନକୁ ଆପଣ ସମାଧାନ କରିବେ । ଆପଣଙ୍କର ଏହି ଆସାଧାରଣ ନକ୍ଷତା ଯୋଗୁଁ ବାଧାବିଘ୍ନ ସବୁ ଆପେ ଦୂରେଇଯିବ । ଆଜିର ଦିନ ଶୁଭଫଳଦାୟୀ ଅଟେ । ବ୍ୟବସାୟରେ ସ୍ଥିତି ଅନୁକୂଳ ରହିବ ତଥା ଆପଣଙ୍କ କାର୍ଯ୍ୟର ଉଚିତ ପ୍ରଶଂସା ମଧ୍ୟ ହେବ । ସାମାଜିକ ରୂପରେ ମାନ-ପ୍ରତିଷ୍ଠାରେ ବୃଦ୍ଧି ହେବ । କାର୍ଯ୍ୟ ମଧ୍ୟ ସରଳତାପୂର୍ବକ ସଂପନ୍ନ ହେବ ଏବଂ ଏହି କାର୍ଯ୍ୟଗୁଡ଼ିକରେ ଲାଭ ମଧ୍ୟ ହେବ, ପ୍ରତିକାର:- ଅସହାୟଙ୍କୁ ସାହାଯ୍ୟ କରନ୍ତୁ । ପ୍ରତିକାର– ଚଣାଡାଲି ଓ ଗୁଡ ମନ୍ଦିରରେ ଦାନ କରନ୍ତୁ ।

ଧନୁ

ଏହି ସମୟ ପରିବାର ଲୋକଙ୍କ ସହିତ କୌଣସି ଉତ୍ସବକୁ ଯିବାର ସମୟ ଅଟେ । କେମିତି ଓ କେବେ ଯିବେ ଏହା ଅଧିକ ଭାବିବା ଦରକାର ନାହିଁ । ଏହି ସମୟର ସଦୁପଯୋଗ କରି ଆପଣ ବହୁତ ଆନନ୍ଦ ପାଇ ପାରନ୍ତି । ଆଜି ଆପଣଙ୍କୁ ନିଜ କାର୍ଯ୍ୟ ଏବଂ ଘରର ଛୋଟ ଛୋଟ ଅସୁବିଧା ଗୁଡ଼ିକୁ ସମାଧାନ କରିବା ପାଇଁ ନିଜର ଚ଼ତୁରତା ଏବଂ ବୁଦ୍ଧିର ବ୍ୟବହାର କରିବା ଉଚ଼ିତ୍ । ଶାରୀରିକ ଏବଂ ମାନସିକ ସ୍ଵାସ୍ଥ୍ୟ ଆଜି ଭଲ ରହିବ । ପରିଜନମାନଙ୍କ ସହିତ ଯାତ୍ରାର ଆୟୋଜନ ହେବ । ଛୋଟ ଯାତ୍ରାର ଯୋଗ ଅଛି । ମିତ୍ରମାନଙ୍କ ଏବଂ ସ୍ଵଜନମାନଙ୍କ ସହିତ ଆନନ୍ଦ ପୂର୍ବକ ସମୟ ବିତିବ । ପ୍ରତିକାର: କୁକୁରକୁ ଖାଇବାକୁ ଦିଅନ୍ତୁ ।

ମକର

ଆଜି ଆପଣ ଏମିତି କାର୍ଯ୍ୟରେ ମନୋନିବେଶ କରିବେ ଯାହାକି ଆଧ୍ୟାତ୍ମିକ ସମ୍ପର୍କିତ । ଏହାଦ୍ୱାରା ଆପଣ ଖୁସି ଏବଂ ଆତ୍ମସନ୍ତୋଷ ଲାଭ କରିବେ । ଏହା ଦ୍ୱାରା ଆପଣ ସଠିକ ମାର୍ଗ ଦର୍ଶନ ପାଇପାରନ୍ତି ଏବଂ ଏହାର ପୁରାଲାଭ ଉଠାନ୍ତୁ । ଆଜି ଆପଣ ବନ୍ଧୁଙ୍କ ସହିତ ଝଗଡ଼ା କରିବା ଦ୍ୱାରା ଚ଼ିନ୍ତାରେ ପଡ଼ିଯିବେ । ଏହି କଥା ପାଇଁ ଆପଣଙ୍କୁ ବହୁତ ଆଶ୍ଚର୍ଯ୍ୟ ଲାଗିବ ଏବଂ ବହୁତ ବୁଦ୍ଧିର ସହିତ ଆପଣଙ୍କୁ ଏହି ପରିସ୍ଥିତିକୁ ସମ୍ଭାଳିବା ପାଇଁ ପଡ଼ିବ । ଧନର ଦେବା-ନେବା, ଅସୁଲି କିମ୍ବା ନିବେଶ କରବା ସମୟରେ ସାବଧାନ ରୁହନ୍ତୁ । କୋର୍ଟ-କଚେରୀର କଥାଗୁଡ଼ିକରେ ସମ୍ଭାଳିକରି ଚାଲିବେ । ବାଣୀ ଏବଂ କ୍ରୋଧ ଉପରେ ନିୟନ୍ତ୍ରଣ ରଖନ୍ତୁ । ମଧ୍ୟାହ୍ନ ପରେ ଶାରୀରିକ ଏବଂ ମାନସିକ ସ୍ୱାସ୍ଥ୍ୟରେ ସୁଧାର ହେବ, ପ୍ରତିକାର–ବୃଦ୍ଧ ବୃଦ୍ଧାଙ୍କୁ ସହାୟତା କରି ଆଶୀର୍ବାଦ ପ୍ରାପ୍ତ କରନ୍ତୁ ।

କୁମ୍ଭ

ଅଦାଲତ ସମ୍ବନ୍ଧୀୟ ସମସ୍ୟାର ଫଳାଫଳ ଆପଣଙ୍କ ସପକ୍ଷରେ ହୋଇପାରେ । ସୌଭାଗ୍ୟ ହେତୁ ଉଚ୍ଚ ଅଧିକାରୀ ଆଜି ଆପଣଙ୍କ ସପକ୍ଷରେ ରହିବେ , ଯାହା ଫଳରେ ଆପଣଙ୍କୁ ବହୁତ ଲାଭ ହେବ । ଏହି ସମୟ ବର୍ତ୍ତମାନ ପରିବାର ଲୋକଙ୍କ ମଧ୍ୟରେ ସୁସମ୍ପର୍କ ପ୍ରତିଷ୍ଠା କରିବାର ସମୟ ଅଟେ ଯାହାଦ୍ୱାରା ଆପଣ ନିଜକୁ ପରିବାର ଲୋକଙ୍କ ନିକଟତର ପାଇବେ । ଆଜି ଆପଣ ସେମାନଙ୍କ ସାଙ୍ଗରେ ସମୟ କଟାଇବାକୁ ଚ଼ାହିଁବେ । ନିଜର ବୌଦ୍ଧିକ ଶକ୍ତିରେ ଲେଖନ କାର୍ଯ୍ୟ ଏବଂ ସୃଜନାତ୍ମକ କାର୍ଯ୍ୟ କରିବାରେ ଆଗକୁ ବଢ଼ିବେ । ଆକସ୍ମିକ ଖର୍ଚ୍ଚର ଯୋଗ ଅଛି । ମଧ୍ୟାହ୍ନ ପରେ କାର୍ଯ୍ୟରେ ସଫଳତା ମିଳିବାରୁ ମାନସିକ ରୂପରେ ଆପଣ ପ୍ରସନ୍ନ ରହିବେ । ଆଜି ଯଶ ଏବଂ କୀର୍ତ୍ତି ମଧ୍ୟ ପ୍ରାପ୍ତ ହେବ, ପ୍ରତିକାର– ଅସହାୟକୁ ନିରାଶ କରିବେ ନାହିଁ । ପ୍ରତିକାର– ହଳଦୀଚନ୍ଦନ ମୁଣ୍ଡରେ ଲଗାନ୍ତୁ ।

ମୀନ

ଆଜି ଆପଣଙ୍କୁ ଉଚ୍ଚ ଅଧିକାରୀମାନଙ୍କ ପାଇଁ ବୋଧହୁଏ କିଛି ଅସୁବିଧାର ସମ୍ମୁଖୀନ ହେବାକୁ ପଡ଼େ । ଏହି ସମୟଟି ଭାବିଚ଼ିନ୍ତି କରି ପାଦ ଉଠାଇବାର ଅଛି । ଆଜି ଆପଣଙ୍କ ଘରକୁ ବିଦେଶରୁ ଅତିଥି ଆସିବାର ସମ୍ଭାବନା ରହିଛି । ଏହା ଦ୍ୱାରା ଆପଣଙ୍କ ଘରେ ଆନନ୍ଦର ପରିବେଶ ରହିବ । ଯଦି ଆପଣ କାର୍ଯ୍ୟରେ ବ୍ୟସ୍ତ ରୁହନ୍ତି ତଥାପି ସମୟ ବାହାରକରି ସେମାନଙ୍କ ସହ ଆନନ୍ଦିତ ହୁଅନ୍ତୁ । ଆଜି ବିଦ୍ୟାର୍ଥିମାନଙ୍କ ପାଇଁ ଦିନ ଅନୁକୂଳ ଅଟେ । ସ୍ଵଭାବର ଦୂରପଣ ଛାଡ଼ିକରି ଆଗକୁ ବଢ଼ିବେ ତେବେ ଅନେକ ସମସ୍ୟାର ନିରାକରଣ ହେବାପରି ଦେଖାଯିବ, ପ୍ରତିକାର: ରୁଟି ଓ ଗୁଡ ଗାଈକୁ ଖାଇବାକୁ ଦିଅନ୍ତୁ ।