ଆଜିର ରାଶିଫଳ, 28 ମାର୍ଚ୍ଚ 2019, ଗୁରୁବାର – ଆଜି ମା ଲକ୍ଷ୍ମୀ ଏହି ୩ଟି ରାଶିର ଭାଗ୍ୟ ଖୋଲିବେ

ମେଷ

ଖାସକରିକି ସତ୍ତାଧାରୀ ଲୋକମାନଙ୍କ ସାଙ୍ଗରେ ଯୁକ୍ତି ନକରିଲେ ଭଲ ହେବ । ଖାସକରି ଯଦି ଆପଣ ତାଙ୍କଠାରୁ କିଛି କାମ ବାହାରକରିବାକୁ ଚ଼ାହୁଁଛନ୍ତି , ସରକାରୀ ସମ୍ବନ୍ଧ କାର୍ଯ୍ୟ ଗୁଡ଼ିକୁ କରାଇବା ପାଇଁ ଆପଣଙ୍କୁ ଟିକେ ଧର୍ଯ୍ୟ ସହିତ କାମ କରିବାକୁ ହେବ । ଆଜି ଆପଣ ନିଜ ଘରୋଇ ଜୀବନ ପ୍ରତି ସନ୍ତୁଷ୍ଟ ରହିବେ । ବହୁତ ସମୟରୁ ଆପଣ ନିଜର ଘରୋଇ ଜୀବନ ବିଷୟରେ ଭାବୁ ନଥିଲେ । କେତେ ସମୟ ବିତିଗଲା ଯୋଉଁଥିପାଇଁ ଆପଣ ଏହା ଅନୁଭବ କରିପାରିବେ ନାହିଁ ଯେ ଆପଣଙ୍କର ଘରୋଇ ଜୀବନଟି କେତେ ମହତ୍ତ୍ୱପୂର୍ଣ୍ଣ । ଆଜି ଆପଣଙ୍କୁ ଜମି, ବାସଗୃହ ଆଦିର କାଗଜପତ୍ର ବିଷୟ ଉପରେ ସାବଧାନ ରହିବାକୁ ହେବ । ପରିଜନମାନଙ୍କ ସହିତ ବିନା କାରଣରେ ଚିନ୍ତା ବଢ଼ିପାରେ । ସନ୍ତାନମାନଙ୍କ ବିଷୟରେ ଆପଣଙ୍କୁ ଚିନ୍ତା ହୋଇପାରେ, ପ୍ରତିକାର:- କଳା ପିମ୍ପୁଡ଼ି ଓ ଜନ୍ଦା ଗାତ ପାଖରେ ଗୁଡ଼ ରଖନ୍ତୁ ।

ବୃଷ

ଆଜି ଦିନରେ ପରିବାର ଲୋକମାନଙ୍କ ସହ ଖୁବ୍ ଝଗଡା ହେବାର ସମ୍ଭାବନା ଅଛି । ଏଥିପାଇଁ କଥାବାର୍ତ୍ତା ଆଗରୁ ଖୁବ୍ ସତର୍କ ରହନ୍ତୁ । ହୁଏତ କଥାବାର୍ତ୍ତା କଲାବେଳେ କୌଣସି କାରଣରୁ ଉତ୍ତେଜିତ ହେଇପାରନ୍ତି କିମ୍ବା କ୍ରୋଧାନ୍ନିତ ହେଇପାରନ୍ତି । ଆଜି ଆପଣଙ୍କୁ ନିଜର ସମ୍ପ୍ରେକ୍ଷଣ କଳାର ଉପଯୋଗ କରିବାକୁ ହେବ, ଆଜି ଆପଣ ନିଜକୁ ନିଜେ ହୁଏତ ଏକ ଅସୁବିଧା ପରିସ୍ଥିତିରେ ପାଇବେ, ଯାହାକି ଅନ୍ୟଙ୍କ ଦ୍ୱାରା ସୃଷ୍ଟି କରାଯାଇଛି । ଆଜି ଆକସ୍ମିକ ଖର୍ଚ୍ଚ ହେବାର ଆଶଂକା ଅଛି । ଭବିଷ୍ୟତର ଯୋଜନାକୁ ନେଇକରି ମନ କିଛି ଚିନ୍ତା ରହିପାରେ, କିନ୍ତୁ ମଧ୍ୟାହ୍ନ ପରେ ଘରେ ସୁଖ-ଶାନ୍ତିର ବାତାବରଣ ବନିବ, ପ୍ରତିକାର:- ମସୁର ଡାଲି ମନ୍ଦିରରେ ଦାନ କରନ୍ତୁ ।

ମିଥୁନ

ପରିବାର ସଦସ୍ୟଙ୍କ ସହ ଭ୍ରମଣ କରିବା ପାଇଁ ଆଜି ଦିନଟି ଉପଯୁକ୍ତ । ଏହି ଭ୍ରମଣ ଆପଣଙ୍କ ମଧ୍ୟରେ ସମ୍ପର୍କ ମାଧୁର୍ଯ୍ୟଭରା କରିବ । ମନ ମଧ୍ୟରେ ବହୁଦିନ ଧରି ରହି ଆସୁଥିବା ଦୁଶ୍ଚିନ୍ତାକୁ ଦୁରକରିବାରେ ଏହି ଭ୍ରମଣ ସହାୟକ ହେବ । ମନେ ଅଛି କି ଆପଣ ନିଜର ଘରର ଆଖପାଖରେ କିଛି ପରିବର୍ତ୍ତନ କରିବା ପାଇଁ ଭାବିଥିଲେ । ଘରେ ସାନ୍ତି ବାତାବରଣ ଅଛିକି ସେଥିପାଇଁ ଆରାମରେ ଯେକୌଣସି ପରିବର୍ତ୍ତନ କରି ପାରିବେ । ଆଜି ଆପଣଙ୍କ ଦିନ ଲାଭକାରୀ ହେବ । ବ୍ୟବସାୟରେ ଲାଭ ହେବ । ସରକାରୀ କାର୍ଯ୍ୟଗୁଡ଼ିକରେ ସଫଳ ହେବେ । ଯଶ-କୀର୍ତ୍ତି ପ୍ରାପ୍ତ ହେବ । ଆପଣଙ୍କ ଆୟ ଏବଂ ବ୍ୟାପାରରେ ବୃଦ୍ଧି ହେବ, ପ୍ରତିକାର- ଗୁଡ ରୁଟି ଗାଈକୁ ଖାଇବାକୁ ଦିଅନ୍ତୁ ।

କର୍କଟ

ଆଜି ଆପଣ ଘରର ଗୁରୁଜନ ମାନଙ୍କ ସହିତ ସମୟ ବିତାଇବା ଉଚ଼ିତ୍ ହେବ । ସେମାନେ ଆପଣଙ୍କୁ କିଛି କୁହନ୍ତୁ ବା ନକୁହନ୍ତୁ ସେମାନେ ମଧ୍ୟ ଆପଣଙ୍କର ସାନିଧ୍ୟ୍ୟ ଆବଶ୍ୟକ କରନ୍ତି । ଆପଣ ଖୁସି ମନେଇବାପାଇଁ କିମ୍ବା ବ୍ୟବସାୟ ଦୃଷ୍ଟିରୁ ବାହାରକୁ ଯାତ୍ରା କରିପାରନ୍ତି । କିନ୍ତୁ କୌଣସି ପ୍ରକାର ଅସୁବିଧା ସୃଷ୍ଟିହେବାର ସଂକେତ ଅଛି । ଯୋଜନାରେ କିଛି ବିଘ୍ନ ଘଟିପାରେ ଏବଂ ଆପଣ ଯୋଜନାର ପରିବର୍ତ୍ତନ କରିପାରନ୍ତି । ଣୟ-ପ୍ରସଂଗ ପାଇଁ ଆଜିର ଦିନ ଅନୁକୂଳ ଅଟେ । କ୍ରୋଧ ଉପରେ ନିୟନ୍ତ୍ରଣ ରଖିବେ । ପେଟ ସମ୍ବନ୍ଧିତ ରୋଗରେ ଶାରୀରିକ କଷ୍ଟ ହୋଇପାରେ । ମଧ୍ୟାହ୍ନ ପରେ ପରିବାରରେ ଆନନ୍ଦ ଏବଂ ଉଲ୍ଲାସମୟ ବାତାବରଣ ରହିବ । ପ୍ରତିକାର:- ଗାଈକୁ ରୁଟି ଓ ଗୁଡ଼ ଖାଇବାକୁ ଦିଅନ୍ତୁ ।

ସିଂହ

ଆଜିର ଦିନ ନୂଆ ବନ୍ଧୁଟିଏ କରିବାର ଦିନ ଅଟେ । ଆଜିର ଦିନଟି ବ୍ୟବସାୟିକ ଦୃଷ୍ଟିରୁ ଏବଂ ସାମାଜିକ ଦୃଷ୍ଟିରୁ ସମ୍ପର୍କ ତିଆରି କରିବା ଦିନ ଅଟେ । କୌଣସି ସାମାଜିକ ଅନୁଷ୍ଠାନରେ ଆପଣ କିଛି ନୂଆ ଲୋକଙ୍କକ ସହିତ ସମ୍ପର୍କ ସ୍ଥାପନ ମଧ୍ୟ କରି ପାରନ୍ତି । ଆଜି ଆପଣ ନିଜକୁ ନିଜର କୌଣସି ସାମାଜିକ ସମସ୍ୟାରେ ଜଡ଼ିତ ପାଇବେ । ଏଥିରୁ ମୁକୁଳିବା ପାଇଁ କୁଟନୀତିର ସାହାଯ୍ୟ ନିଅନ୍ତୁ । ଏହି ସମସ୍ୟା ଆପଣଙ୍କ ଦ୍ୱାରା ହୋଇନଥିଲେ ମଧ୍ୟ ଆପଣ ଜଡ଼ିତ ହୋଇଯାଇଛନ୍ତି । ପରିବାରର ଲୋକମାନଙ୍କ ସହିତ ଆନନ୍ଦପୂର୍ବକ ସମୟ ବିତାଇବେ । ମଧ୍ୟାହ୍ନ ପରେ କୌଣସି କାର୍ଯ୍ୟରେ ବିନା ଭାବି ଚିନ୍ତି ନିର୍ଣ୍ଣୟ ନିଅନ୍ତୁ ନାହିଁ । ନିଜ ସମ୍ପର୍କୀୟମାନଙ୍କଠାରୁ ଲାଭ ହେବ । ମିତ୍ର ତଥା ସ୍ଵଜନମାନଙ୍କୁ ସାକ୍ଷାତ କରିବେ, ପ୍ରତିକାର:- ଅସହାୟଙ୍କର ସେବା କରି ଆଶୀର୍ବାଦ ଗ୍ରହଣ କରନ୍ତୁ ।

କନ୍ୟା

ଆଜି ଆପଣ ଘରେ ଝଗଡ଼଼ା କରିପାରନ୍ତି, ନିଜ ରାଗକୁ ନିୟନ୍ତ୍ରଣରେ ରଖନ୍ତୁ । ଏହି ଝଗଡ଼ା ଘରର ସଫା ସୁତୁରା କିମ୍ବା କର୍ତ୍ତବ୍ୟକୁ ନେଇ ହୋଇପାରେ । କଳି ଠାରୁ ବଞ୍ଚନ୍ତୁ ଏବଂ ନିଜ ଘରର ଶାନ୍ତି ବଜାୟ ରଖନ୍ତୁ । ଯଦି ଆପଣ ଶାନ୍ତ ରହିବେ ତେବେ ଭବିଷ୍ୟତର ବହୁ ଘରୋଇ ସମସ୍ୟାକୁ ସମାଧାନ କରିପାରିବେ । ପରିବାରର ଲୋକମାନଙ୍କ ସହିତ ଆନନ୍ଦପୂର୍ବକ ସମୟ ବିତାଇବେ । ମଧ୍ୟାହ୍ନ ପରେ କୌଣସି କାର୍ଯ୍ୟରେ ବିନା ଭାବି ଚିନ୍ତି ନିର୍ଣ୍ଣୟ ନିଅନ୍ତୁ ନାହିଁ । ନିଜ ସମ୍ପର୍କୀୟମାନଙ୍କଠାରୁ ଲାଭ ହେବ । ମିତ୍ର ତଥା ସ୍ଵଜନମାନଙ୍କୁ ସାକ୍ଷାତ କରିବେ । ଆକସ୍ମିକ ଖର୍ଚ୍ଚ ମାମଲାରେ ସାବଧାନ ରୁହନ୍ତୁ । ଶାରୀରିକ ଏବଂ ମାନସିକ ଅସୁସ୍ଥତା କାରଣରୁ ମିତ୍ରମାନଙ୍କ ସାଥିରେ ଉଗ୍ର ଚର୍ଚ୍ଚା କିମ୍ବା ଝଗଡ଼ା ନ ହେଉ, ଏହାର ମଧ୍ୟ ଧ୍ୟାନ ରଖିବେ, ପ୍ରତିକାର:- ଗୁଡ଼ ଓ ଗହମ ପିଲାଙ୍କୁ ବାଣ୍ଟନ୍ତୁ ।

ତୁଳା

ଆଜି ଆପଣ କୌଣସି ଏକ ସାମାଜିକ ସମାରୋହର ଭାଗ ନେବେ । ଏହି ସମାରୋହର ଆପଣଙ୍କ ସମ୍ପର୍କୀୟଙ୍କ ଘରେ ମଧ୍ୟ ହୋଇପାରେ । ଏହି ସମାରୋହରେ ଯିବା ଦ୍ୱାରା ଆପଣଙ୍କୁ ବହୁତ ଖୁସି ଲାଗିବ । ଆପଣ ହଠାତ୍ ଏମିତି ଜଣେ ବ୍ୟକ୍ତି ସହ ଦେଖାହୋଇପାରନ୍ତି ଯିଏ ଆପଣଙ୍କୁ ବ୍ୟବସାୟିକ କିମ୍ବା ଆପଣଙ୍କର ଜୀବନ ସମ୍ବନ୍ଧୀୟ ଉପଦେଶ ଦେବେ । ନିଜର ଗୁରୁଜନମାନଙ୍କ ପାଖରୁ ଉପଦେଶ ନିଅନ୍ତୁ କାରଣ ସେମାନଙ୍କ ଅନୁଭବ ଆପଣଙ୍କୁ ବହୁତ ଲାଭବାନ କରାଇବ । ଆଜି ଆପଣଙ୍କ ଦିନ ଶୁଭଫଳଦାୟୀ ଅଟେ । ଆପଣଙ୍କ ବୈଚାରିକ ସମୃଦ୍ଧି ଅନ୍ୟ ଲୋମାନଙ୍କୁ ପ୍ରଭାବିତ କରିପାରିବ । ବ୍ୟବସାୟ ଦୃଷ୍ଟିରୁ ଆଜିର ଦିନ ଲାଭଦାୟୀ ହେବ, ପ୍ରତିକାର:- କଳା ପିମ୍ପୁଡ଼ି ଗାତ ପାଖରେ ଗୁଡ଼ ରଖନ୍ତୁ ।

ବିଛା

ପ୍ରେରଣା ହିଁ ଆଜି ଆପଣଙ୍କର ମୂଳ ମନ୍ତ୍ର ଅଟେ । ଆଜି ଆପଣ ନିଜକୁ ସେହି କାମଟି କରିବା କୁ ପ୍ରସ୍ତୁତ କରନ୍ତୁ ଯାହାକୁ ଅନ୍ୟମାନେ ଅସମ୍ଭବ ବୋଲି ମାନନ୍ତି । ଭ୍ରମଣ ପାଇଁ ଆଜି ଦିନଟି ଶୁଭ । ବନ୍ଧୁ ସମ୍ପର୍କିୟ କିମ୍ବା ଅଫିସକାମରେ ବାହାରକୁ ଯାଇପାରନ୍ତି । ଭ୍ରମଣ ବେଳେ ନୂଆ ଦର୍ଶନ ସ୍ଥାନ ପରିଦର୍ଶନ କରିବେ ଏବଂ ବାର୍ତ୍ତାଳାପ ଉପଭୋଗ କରିବେ । ଏହି ଭଲ ସମୟରେ କୌଣସି ବାଧା ବିଘ୍ନ ଆସିବ ନାହିଁ । ଘରର ବାତାବରଣ ଆନନ୍ଦଦାୟୀ ରହିବ । ଆର୍ଥିକ ଲାଭ ସହିତ ବ୍ୟବସାୟରେ ସନ୍ତୋଷ ଅନୁଭବ କରିବେ । ସାମାଜିକ ଦୃଷ୍ଟିରେ ଆପଣଙ୍କ ପ୍ରତିଷ୍ଠାରେ ବୃଦ୍ଧି ହେବ । ନୂତନ ବସ୍ତ୍ରାଭୂଷଣ ପ୍ରାପ୍ତ ହେବ, ପ୍ରତିକାର:- ଅସହାୟା ମାନଙ୍କୁ ସାହାଯ୍ୟ କରନ୍ତୁ ।

ଧନୁ

ଆଜି ଆପଣଙ୍କୁ ଏଇଟା ଶିଖିବା ଆବଶ୍ୟକ ଅଟେ କି ଆପଣ ଅନ୍ୟମାନଙ୍କ ସାମନାରେ ନିଜକୁ କିପରି ଭଲ ଭାବରେ ଅଭିବ୍ୟକ୍ତ କରିବାକୁ ପଡ଼ିବ କାରଣ ଅନ୍ୟ ଲୋକ ସେଇଟା ବୁଝିବେ ଯେଉଁଟାକି ଆପଣ ତାଙ୍କୁ ବୁଝାଇବା କୁ ଚ଼ାହୁଁଛନ୍ତି । ଆଜି ଆପଣ ନିଜ କଳାକୁ ଚ଼ିହ୍ନି ପାରିବେ ନିଜର ସବୁ ଦିନିଆ ଦିନଚ଼ର୍ଚ୍ଚାରେ କିଛି ପରିବର୍ତ୍ତନ ଆଣନ୍ତୁ । ଛୋଟ ଛୋଟ କଥାରେବି ଆପଣଙ୍କର ନିଜର ତିକ୍ଷଣ ବୁଦ୍ଧି ପାଇଁ ପ୍ରଶଂସା ମିଳିବ । ବ୍ୟବହାର ଉପରେ ନିୟନ୍ତ୍ରଣ ରଖିବେ, ଅନ୍ୟଥା ଆପଣଙ୍କୁ କ୍ଷତି ହୋଇପାରେ । ଦୁର୍ଘଟଣାରୁ ସାବଧାନ ରୁହନ୍ତୁ । ଖର୍ଚ୍ଚ ଅଧିକ ହୋଇପାରେ । ବ୍ୟବସାୟୀ ବ୍ୟକ୍ତିମାନଙ୍କ ସହିତ ଉଗ୍ର ବିବାଦ ହେବାର ଆଶଂକା ଅଛି, କିନ୍ତୁ ଆପଣ ଏହାକୁ ଟାଳିବାକୁ ଚେଷ୍ଟା କରିବେ, ପ୍ରତିକାର:- ମାଦକ ଦ୍ରବ୍ୟ ବ୍ୟବହାର କରନ୍ତୁ ନାହିଁ ।

ମକର

ଉଚ୍ଚ ଅଧିକାରୀ ଆପଣଙ୍କ ରାସ୍ତାରେ କଣ୍ଟା ବିଛାଇ ପାରନ୍ତି । କିନ୍ତୁ ଆପଣ ନିଜର ରାସ୍ତାରେ ଦୃଢ଼ ରୁହନ୍ତୁ ଏବଂ ଆଗକୁ ବଢ଼ିଚ଼ାଲନ୍ତୁ । ଏହି ସମୟଟି ଖୁବଶୀଘ୍ର ବିତିଯିବ ଏବଂ ଆପଣ ଠିକ୍ ସମୟରେ ନିଜର କାର୍ଯ୍ୟ ଗୁଡ଼ିକୁ ପୂରା କରିପାରିବେ । ଆଜି ଆପଣଙ୍କର ପ୍ରସିଦ୍ଧିରେ ଯାହା ଜାରୀରହିବ , ଆଗାମୀ ଦିନରେ ଆପଣଙ୍କୁ ମଉଜ ମସ୍ତି କରିବାର ସୁଯୋଗ ମିଳିବ । ସବୁ କିଛି ଆପଣଙ୍କର ଆପ୍ରାଣ ଉଦ୍ୟମର ଫଳ । ଆଜି ଆପଣଙ୍କ ପାଖରେ ଘର ଏବଂ କାର୍ଯ୍ୟସ୍ଥଳରେ ଉତ୍ତମ ବାତାବରଣ ରହିବାରୁ ଅଧିକ ପ୍ରସନ୍ନତା ମିଳିବ । ଆଜି ଆପଣଙ୍କ ସ୍ଵାସ୍ଥ୍ୟ ବିଗିଡ଼ି ପାରେ । ମାନସିକ ରୂପରେ ଆପଣ ଅସୁସ୍ଥତା ଅନୁଭବ କରିପାରନ୍ତି, ପ୍ରତିକାର:-ଭିକାରିଙ୍କୁ ଅନ୍ନଦାନ କରନ୍ତୁ ।

କୁମ୍ଭ

ଆଜି ଆପଣ ରାଗର ଶିକାର ହୋଇପାରନ୍ତି, ନିଜ ରାଗଉପରେ ପୂରାପୁରି ଭାବରେ ନିୟନ୍ତ୍ରଣ ରଖିବାକୁ ଚ଼େଷ୍ଟା କରନ୍ତୁ । କିଛିବି ହେଉ ନିଜ କାର୍ଯ୍ୟାଳୟ ଏବଂ ସାର୍ବଜନୀନ ସ୍ଥାନରେ କଳିଠାରୁ ବଞ୍ଚନ୍ତୁ । ଭବିଷ୍ୟତର ଯୋଜନା କରିବା ପାଇଁ ଏହି ସମୟ ଉପଯୁକ୍ତ । ଆପଣଙ୍କ ମଧ୍ୟରୁ ଯେଉଁ ଲୋକମାନେ ଖରାପ ପରିସ୍ଥିତିର ସାମ୍ନାକରୁଛନ୍ତି, ସେମାନେ ନିଜର ରଣନୀତିରେ ପରିବର୍ତ୍ତନ ଆଣିବା ଉଚ଼ିତ୍ । ଏହା ଦ୍ୱାରା ଆପଣ ସହଜରେ ଲକ୍ଷ ପ୍ରାପ୍ତି କରିପାରିବେ । ମିତ୍ରମାନଙ୍କ ସହିତ ଆନନ୍ଦର ସମୟ ବିତାଇବେ । ମଧ୍ୟାହ୍ନ ପରେ ଆପଣଙ୍କ ସ୍ଵାସ୍ଥ୍ୟ ବିଗିଡ଼ି ପାରେ । ପରିଜନମାନଙ୍କ ସହିତ ମତଭେଦ ହେବାରେ ମନରେ ଅସୁବିଧା ହୋଇପାରେ, ପ୍ରତିକାର:- ଅସହାୟଙ୍କର ସେବା କରି ଆଶୀର୍ବାଦ ଗ୍ରହଣ କରନ୍ତୁ ।

ମୀନ

ଆଜି ଆପଣ କୌଣସି ସାମାଜିକ ସମାରୋହ ପରେ ନିଜ ଘରକୁ ସଜାଡିବାରେ ଲାଗି ଯିବେ । ଘରକୁ ଠିକ୍ ଠାକ୍ କରନ୍ତୁ । କିଛି ଆରାମ ମଧ୍ୟ କରନ୍ତୁ । ଆପଣ ସମାରୋହର ଖୁବ୍ ମଜ୍ଜା ନିଅନ୍ତୁ । କିନ୍ତୁ ନିଜ ଦାୟୀତ୍ୱ ସବୁ ତୁଲାଇବାର ସମୟ ଆଜି । କୌଣସି ମହତ୍ତ୍ୱପୂର୍ଣ୍ଣ ବ୍ୟକ୍ତି ହୁଏତ ଆପଣଙ୍କୁ ଭୂଲ ବୁଝିପାରନ୍ତି । ସାବଧାନ ରୁହନ୍ତୁ ଏବଂ ଠିକ୍ ଭାବରେ ନିଜର କଥା ସେମାନଙ୍କୁ ବୁଝାଇବାକୁ ଚ଼େଷ୍ଟାକରନ୍ତୁ । କଳିକଜିଆରୁ ଭବିଷ୍ୟତରେ ଅସୁବିଧ ହିଁ ହେବ । ନୂଆ କାର୍ଯ୍ୟ ପ୍ରାରମ୍ଭ କରିବା ପାଇଁ ଦିନ ଶୁଭ ଅଟେ । ମିତ୍ର ଏବଂ ସ୍ଵଜନମାନଙ୍କର ଭେଟ ହେବ । ପ୍ରିୟଜନମାନଙ୍କଠାରୁ ସୁଖ ଏବଂ ଆନନ୍ଦପ୍ରାପ୍ତି ହେବ । ପର୍ଯ୍ୟଟନ ପାଇଁ ମିତ୍ର ତଥା ପରିଜନମାନଙ୍କ ସହିତ ଯୋଜନା ବନି ପାରିବ । ମନରେ ପ୍ରସନ୍ନତା ରହିବ, ପ୍ରତିକାର:- ବିଧବାଙ୍କର ସେବା କରି ଆଶୀର୍ବାଦ ଗ୍ରହଣ କରନ୍ତୁ ।