ଆଜିର ରାଶିଫଳ 29 ଅଗଷ୍ଟ 2019, ଗୁରୁବାର, ଆଜି ମା ଲକ୍ଷ୍ମୀ ଏହି ୩ଟି ରାଶିର ଭାଗ୍ୟ ଖୋଲିବେ

ମେଷ:-

ଧନଧାନ୍ୟ, ଗୋ-ସଂପଦ, ଭୂମି, ବସ୍ତ୍ରଭୂଷଣ, ବାହାନାଦି ପ୍ରାପ୍ତି ହବାର ଯୋଗ ଅଛି । ନୂତନ କାର୍ଯ୍ୟଆରମ୍ଭ, ଶତ୍ରୁହାନି, ଉଚ୍ଚ ପ୍ରଶଂସା ଲାଭ, ଦମ୍ଭ ସାହସ ବୃଦ୍ଧି, କ୍ଷମା ଗୁଣରେ ଯଶ ପ୍ରାପ୍ତି, ସୁସମ୍ବାଦ ଶୁଣିବେ ଓ ଆର୍ଥିକ ସମସ୍ୟା ଦୂର ହେବ । ପରିବାରରେ ମାନ ମନାନ୍ତର ଦୂର ହେବ । ବିଦେଶ ଯାତ୍ରାରେ ଲାଭବାନ ହେବେ । ଆର୍ଥିକ ଦିଗରୁ ସୁବିଧା ସୁଯୋଗ ପାଇ ଉନ୍ନତିହେବ । ମାନସିକ ଏକାଗ୍ରତା ରଖି ପାରିବେ । ନୂତନ ଗୃହ ନିର୍ମାଣ କରିବାର ଯୋଜନା ପ୍ରସ୍ତୁତ କରିପାରନ୍ତି । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ବିଜୟୀ ହେବେ ।  ପ୍ରତିକାର-ନିଶାଦ୍ରବ୍ୟ ଓ ଆମିଷ ସେବନ କରନ୍ତୁ ନାହିଁ ।

ବୃଷ:-

କୌଣସି ନୂତନ ବ୍ୟକ୍ତିଙ୍କ ସହିତ ଭେଟ ହେବାଫଳରେ ସୁଖ ସମୃଦ୍ଧି ବୃଦ୍ଧି ହେବ । ପାରିବାରିକ କ୍ଷେତ୍ରରେ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ । ପ୍ରବାସ ଯାତ୍ରାରେ ଲାଭବାନ ହେବେ । ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରି ପାରନ୍ତି । ରାଜନୀତିରେ ଉନ୍ନତି ହେବ । ବରିଷ୍ଠ ବ୍ୟକ୍ତି ଉଚ୍ଚାଧିକାରୀଙ୍କ ସହ ସମ୍ବନ୍ଧ ଦୃଢୀଭୁତ ହେବ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ପରିଶ୍ରମ ଓ ମେହନତର ପରିଣାମ ମିଳିବ । ପ୍ରେମିକ ପ୍ରେମିକା ମାନେ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ଆନନ୍ଦ ଅନୁଭବ କରିବେ ।  ପ୍ରତିକାର- କୁକୁରକୁ ଖାଇବାକୁ ଦିଅନ୍ତୁ ।

ମିଥୁନ:–

ନାନା ସମସ୍ୟାର ସମାଧାନ ହୋଇଯିବ । ପୂର୍ବ ଶତ୍ରୁମାନେ ପଛଘୁଞ୍ଚା ଦେବେ । ବାଦବିବାଦ ପରୀକ୍ଷା, ପ୍ରତିଯୋଗିତା, ମାଲିମକଦ୍ଦମା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ମହିଳାମାନେ ବନ୍ଧୁଙ୍କୁ ଆପ୍ୟାୟିତ କରିବାରେ ସମର୍ଥ ହେବେ । ପାରିବାରିକ କ୍ଷେତ୍ରରେ ଶାନ୍ତି ପାଇବେ । ପ୍ରତିଦ୍ୱନ୍ଦିତା ଓ କ୍ରିଡାକ୍ଷେତ୍ରରେ ଶୁଭଫଳ ମିଳିବ । ରାଜନୀତିରେ ସାମାଜିକ କଲ୍ୟାଣ ଓ ଜୀବନ ସ୍ତର ପରିବର୍ତ୍ତନ ଉଦ୍ୟମ କରି ଉଚ୍ଚପ୍ରଶଂସିତ ହେବେ । ନୂତନ ସଂସ୍ଥାର ଆୟୋଜନ କରିବେ । ଜାଗା ଜମି, ଗୃହ ଉପକରଣ କ୍ରୟ କରିବେ । ଯାନ ବାହାନ ପ୍ରାପ୍ତି ହେବ ।  ପ୍ରତିକାର- ହଳଦୀଚନ୍ଦନ ମୁଣ୍ଡରେ ଲଗାନ୍ତୁ ।

କର୍କଟ:-

ବ୍ୟବସାୟରେ ପୂର୍ବ ସମସ୍ୟାର ସମାଧାନ ହୋଇ ପୂର୍ଣ୍ଣ ସଫଳତା ପାଇବେ । ମାଲିମୋକଦ୍ଦମାରେ ଜୟ, ରାଜନୀତିରେ ପୂର୍ଣ୍ଣ ସଫଳତା ପ୍ରାପ୍ତି, ବ୍ୟୟ ଅପେକ୍ଷା ଆୟ ଅଧିକ, ଋଣମୁକ୍ତ ଓ ଋଣପ୍ରାପ୍ତିହେବ । ଉଚ୍ଚ ସମ୍ଭାବନାର ଆଶା ଓ ଆଶ୍ୱାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ ।   ଘରୋଇ ସଂସ୍ଥାର କର୍ମକ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କଠାରୁ ପ୍ରଶଂସିତ ହେବେ । ଭାତୃ ବିବାଦ, ଜମି ବାଡ଼ି ଓ ଘରଜାଗା ନେଇ ଥିବା ଦ୍ୱନ୍ଦ୍ୱର ସମାଧାନ ହେବ । ଦାମ୍ପତ୍ୟ କଳହରଅବସାନ ଓ ସନ୍ତାନଙ୍କର ଉନ୍ନତିରେ ଖୁସିହେବେ । ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ ।  ପ୍ରତିକାର:- ଷଣ୍ଢକୁ କିଛି ଖାଇବାକୁ ଦିଅନ୍ତୁ ।

ସିଂହ:-

ନୂତନ ସଂସ୍ଥାର ଆୟୋଜନ କରିବେ । ଜାଗା ଜମି, ଗୃହ ଉପକରଣ କ୍ରୟ କରିବେ । ଯାନ ବାହାନ ପ୍ରାପ୍ତି ହେବ । କର୍ମୋନ୍ନତି ବାସସ୍ଥାନ ବା ଯାନବାହାନର ନବୀକରଣ ଇତ୍ୟାଦି ନାନାବିଧ ସୁଯୋଗ ଓ ଶୁଭଫଳ ପ୍ରାପ୍ତି ହେବ । ଅନେକ ପ୍ରକାର ପରିବର୍ତ୍ତନ ଆସିବ । ସ୍ୱାସ୍ଥ୍ୟ ଠିକ୍ ରହିବ । ମହିଳାମାନେ ଗୃହ ସମସ୍ୟା ସଜାଡିବାକୁ ଯାଇ ସୁବିଧା ସୁଯୋଗ ପାଇବେ ଓ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ପରୀକ୍ଷା ଓ ପ୍ରତିଦ୍ୱନ୍ଦିତାରେ ସଫଳତା ପାଇବେ । ଭୋଗ ବିଳାସ ଓ ଆନନ୍ଦମୟ ମୁହୂର୍ତ୍ତ ସାଙ୍ଗକୁ ସ୍ୱାସ୍ଥ୍ୟକର ପରିବେଶ ଏବଂ ସମ୍ମାନଜନକ ଘଟଣା ଦେଖା ଦେବ ।  ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

କନ୍ୟା:-

କର୍ମକ୍ଷେତ୍ରରେ ଅପେକ୍ଷାକୃତ ସୁସ୍ଥ ବାତାବାରଣ ଦେଖାଦେବ । ଉଚ୍ଚ କର୍ମକର୍ତ୍ତାଙ୍କର ସୁଦୃଷ୍ଟି ପ୍ରାପ୍ତି ହେବ । ସହକର୍ମୀ ମାନଙ୍କର ସମର୍ଥନ ଏବଂ ଅଧସ୍ତନଙ୍କର ସହଯୋଗ ଯୋଗୁଁ କର୍ମକ୍ଷେତ୍ରରେ ସମ୍ମାନ ବୃଦ୍ଧି ଏବଂ ସୁନାମ ଅର୍ଜନ କରିବେ । ଉଚ୍ଚ ସମ୍ଭା ବନାର ଆଶା ଆଶ୍ୱାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ । ମାଲିମୋକଦ୍ଦମା ପ୍ରତିଦ୍ୱନ୍ଦିତାରେ ସଫଳ ହୋଇ ସମ୍ପତ୍ତି କ୍ରୟ କରିବେ । ଆକସ୍ମିକ ଧନ ପ୍ରାପ୍ତିର ଯୋଗ ଅଛି । ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ । ପାରିବାରିକ ଜୀବନ ଆନନ୍ଦମୟ ହେବ । ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହୋଇ ଭଲ ରହିବ ।  ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

ତୁଳା:-

ସରକାରୀ କର୍ମ କ୍ଷେତ୍ରରରେ ପଦୋନ୍ନତି ବନ୍ଧୁ ଲାଭ ଓ ଉଚ୍ଚ କର୍ମକର୍ତ୍ତାଙ୍କର ସୁଦୃଷ୍ଟି ପ୍ରାପ୍ତି ହେବ । ପ୍ରସିଦ୍ଧି, ସାମାଜିକ ସ୍ଥିତି, ମାନସମ୍ମାନ ଓ ବ୍ୟବସାୟ କ୍ଷେତ୍ରରେ କଠିନ ପରିଶ୍ରମ କରିବେ । ସାମାଜିକ ପ୍ରତିଷ୍ଠା ଆତ୍ମ ବିଶ୍ୱାସ ବଢେଇବ । ଭାତୃ ବିବାଦ, ଜମି ବାଡ଼ି ଓ ଘରଜାଗା ନେଇ ଥିବା ଦ୍ୱନ୍ଦ୍ୱର ସମାଧାନ ହେବ । ଦାମ୍ପତ୍ୟ କଳହମେଣ୍ଟିଯିବ ଓ  ସନ୍ତାନଙ୍କର ଉନ୍ନତିରେ ଖୁସିହେବେ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମକଦ୍ଦମା ଓ ସାକ୍ଷାତକାରରେ ସଫଳ ହେବେ । ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ । ଶାରିରୀକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ ।  ପ୍ରତିକାର– ଷଣ୍ଢକୁ ଖାଇବାକୁ ଦିଅନ୍ତୁ ।

ବିଚ୍ଛା:-

କର୍ମକ୍ଷେତ୍ରରେ ସହକର୍ମୀମାନଙ୍କ ସହ ଶତ୍ରୁତା ମେଣ୍ଟିଯିବ ମିତ୍ରତା ବୃଦ୍ଧି ପାଇବ । ବ୍ୟବସାୟରେ ସାମାନ୍ୟ ଲାଭ ହେବ । ଅନେକ ଶୁଭକର୍ମର ସୁଯୋଗ ପାଇବେ । ରାଜନୀତି କ୍ଷେତ୍ରରେ ପ୍ରତିଷ୍ଠା, ପ୍ରତିପତ୍ତି ବୃଦ୍ଧି ପାଇବ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମକଦ୍ଦମା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ଶତ୍ରୁମାନେ ପରାଜିତ ହେବେ । ବିଦେଶ ଯାତ୍ରାରେ ଲାଭ ପାଇବେ । ନିଜର କର୍ତ୍ତବ୍ୟକୁ ଠିକ୍ ଭାବରେ ନିର୍ବାହ କରି ପାରିବେ । ଶତୃ ଓ ବିରୋଧିମାନେ ଜଣାପଡି ଅପଦସ୍ଥ ହେବେ । ମହିଳାମାନେ ପିଲାଙ୍କ ସହ ଖୁସିଗପ କରିବାରେ ମଉକା ଜୁଟିବ ।  ପ୍ରତିକାର:- କୁକୁରକୁ ଖାଇବାକୁ ଦିଅନ୍ତୁ ।

ଧନୁ:-

କର୍ମକ୍ଷେତ୍ରରେ ପଦୋନ୍ନତିର ସୁଯୋଗ ପାଇ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ । ଧାତୁ ପଦାର୍ଥ କ୍ରୟ ବିକ୍ରୟ କରୁଥିବା ବ୍ୟବସାୟୀମାନେ ଲାଭବାନ ହେବେ । ଶାରୀରିକ ଅସୁସ୍ଥତା ଦୂରହେବ । ରାଜନୈତିକ କ୍ଷେତ୍ରରେ ଯଶଲାଭ ହେବ । ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ । ଯେ କୌଣସି କାର୍ଯ୍ୟ କରିବେ କିମ୍ବା ଯୋଜନା ପ୍ରସ୍ତୁତ କରିବେ ପରିବାରର ଉନ୍ନତି ହେବ । ସନ୍ତାନର ବିଦ୍ୟାରେ ଉନ୍ନତି ଖବର ପାଇ ଖୁସି ହେବେ । ନୂତନ ବାହନ, ଜାଗା, ଜମି, ଗୃହ ଆଦି କ୍ରୟ କରିବାର ଯୋଜନା କରିବେ । ପତି ପତ୍ନିଙ୍କ ମଧ୍ୟରେ ମଧୁର ସଂପର୍କ ଦୃଢ ହେବ ।  ପ୍ରତିକାର:- କୁଆ, କୁକୁରଙ୍କୁ ଖାଦ୍ୟ ଦେବା ଉଚିତ୍ ।

ମକର:-

ପୁରାତନ ରୋଗର ଉପସମ ଯୋଗେ ସ୍ୱାସ୍ଥ୍ୟରେ ଉନ୍ନତି, ମାନସିକ ସ୍ଥିରତା ଓ ଚିତ୍ତପ୍ରସନ୍ନ ସହ କାର୍ଯ୍ୟ ସିଦ୍ଧି ହେବ । ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରିବେ । ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ । ଭାଗ୍ୟୋନ୍ନତି, ଯଶମାନ ପ୍ରତିଷ୍ଠା ଲାଭର ଯୋଗ ଅଛି । ସମୟକୁ ହାତ ଛଡ଼ା ନ କରିବା ଉଚିତ୍ । କାରଣ ସମସ୍ତ କାର୍ଯ୍ୟରେ ଶୁଭଫଳ ପ୍ରାପ୍ତି ହେବ । ପରିବାରରେ ମାନ ମନାନ୍ତର ଦୂର ହେବ । ରାଜନୈତିକ କ୍ଷେତ୍ରରେ ଯଶ, ମାନ ବୃଦ୍ଧି ହେବ । ଉଚ୍ଚଆଶା ସଫଳ ହେବ । ବିଚାର ବିଭାଗ ରାୟ ସପକ୍ଷରେ ଯିବ । ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ ।  ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

କୁମ୍ଭ:-

ସ୍ୱାସ୍ଥ୍ୟ ଦିଗରୁ ପ୍ରାୟତଃ ଠିକ୍ ରହିବ । ବ୍ୟବସାୟରେ କଠିନ ପରିଶ୍ରମ କରି ସାମାନ୍ୟ ଲାଭ ପାଇବେ । ଗୃହରେ ଭାତୃବିବାଦ, ପଡ଼ୋଶୀକଳହ, ଜମିପାଇଁ ମାଲିମକଦ୍ଦମାର ସମାଧାନ ହେବ । ଉଚ୍ଚ ଆଶାରେ ଆଗେଇବେ । ସରକାରୀ ଚାପ ପଡିଲେ ମଧ୍ୟ ରାଜନୀତିରେ ସଫଳତା ମିଳିବ । ଯୋଜନା ମୁତାବକ କାମ କଲେ କୌଣସି ପ୍ରକାର ଅସୁବିଧା ହେବ ନାହିଁ । ଯାତ୍ରାରେ ସଫଳତା ପ୍ରାପ୍ତି ହେବ । କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ, ବାଦବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ ।  ପ୍ରତିକାର- କିନ୍ନର ଙ୍କୁ କିଛି ଦାନ ଦିଅନ୍ତୁ ।

ମୀନ:-

ବାସସ୍ଥାନ ବା ଯାନବାହାନର ନବୀକରଣ ଇତ୍ୟାଦି ନାନାବିଧ ସୁଯୋଗ ପ୍ରାପ୍ତି ହେବ । ଅନେକ ପ୍ରକାର ଉଲ୍ଲେଖନୀୟ ପରିବର୍ତ୍ତନ ଆସିବ । ବ୍ୟବସାୟିକ କ୍ଷେତ୍ରରେ ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହୋଇ ଆଶାଜନକ ଫଳ ପ୍ରାପ୍ତିହେବ । କର୍ମକ୍ଷେତ୍ରରେ ଆର୍ଥିକ ଦିଗରୁ ସୁବିଧା ସୁଯୋଗ ପାଇ ଉନ୍ନତିହେବ । ପୈତୃକ ସମ୍ପତ୍ତିପାଇଁ ପାରିବାରିକ ଦ୍ଵନ୍ଦର ସମାଧାନ ହେବ । ରାଜନୀତି କ୍ଷେତ୍ରରେ କୂଟନୀତିର ପ୍ଲାନ୍ ଚଳାଇ ସ୍ଥାନ ଓ ସ୍ଥିତିଅଟଳ ରଖି ପାରିବେ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ଯଶସ୍ୱୀ ହେବେ । ପାରିବାରିକ ସ୍ତରରେ ଶାନ୍ତି ଶୃଙ୍ଖଳା ବଜାୟ ରହିବ ।  ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।