ଆଜିର ରାଶିଫଳ 29 ଏପ୍ରିଲ 2019, ସୋମବାର – ମହାଦେବ ଙ୍କ କୃପା ରହିବ ଏହି ୪ଟି ରାଶି ଉପରେ

ମେଷ

ଆଜି ଆପଣଙ୍କ ପରିବାର ଲୋକମାନଙ୍କ ସହ ସାମାନ୍ୟ ଝଗଡା ହୋଇପାରେ , ଯେଉଁଥିପାଇଁ ଆପଣଙ୍କ ମନର ଦୁଃଖ ଆସିବ ଆପଣ ହୁଏତ କିଛି ଭଲପାଇଁ ଉଦ୍ଦେଶ୍ୟ ଏ କାମ କରୁଛନ୍ତି । ଆଜି ସବୁ କିଛି ଆପଣଙ୍କର ଇଚ୍ଛା ଅନୁସାରେ ହିଁ ହେବ । ଆପଣଙ୍କୁ ଲାଗିବ ସବୁକିଛି ଆପଣଙ୍କ ପରିଶ୍ରମରେ ନହୋଇ ଆପଣଙ୍କ ଭାଗ୍ୟ ଯୋଗୁଁ ହେଉଛି । ଏହି ସୁଯୋଗର ସମ୍ପୁର୍ଣ୍ଣ ରୂପେ ଲାଭ ଉଠାନ୍ତୁ । ଆପଣ ତାଙ୍କର ଫୋନ କିମ୍ବା ଇମେଲର ଅପେକ୍ଷା କରନ୍ତୁ । କାରଣ ଏହି ସୁସମ୍ବାଦ ଆପଣଙ୍କ ପାଇଁ ଖୁବ୍ ଗୁରୁତ୍ତ୍ୱପୂର୍ଣ୍ଣ । ଶାରୀରିକ ଏବଂ ମାନସିକ ରୂପରେ ଆପଣ ବ୍ୟଗ୍ରତା ଅନୁଭବ କରିପାରନ୍ତି । ଅନିଦ୍ରା କାରଣରୁ ସ୍ଵାସ୍ଥ୍ୟ ବିଗିଡ଼ି ପାରେ । ବୌଦ୍ଧିକ ଚର୍ଚ୍ଚାରେ ଆନନ୍ଦ ପ୍ରାପ୍ତ ହୋଇପାରେ, ପରନ୍ତୁ ଏପରି ବୌଦ୍ଧିକ ଚର୍ଚ୍ଚାରୁ ଦୂରରେ ରହବା ପାଇଁ ଉପଦେଶ |ପଢ଼ିବା -ଲେଖିବାରେ ବିଦ୍ୟାର୍ଥିମାନଙ୍କ ମନ ଲାଗିବ ନାହିଁ । ପରନ୍ତୁ ମଧ୍ୟାହ୍ନ ପରେ ଆପଣଙ୍କ ମନ ପ୍ରଫୁଲ୍ଲିତ ହେବ , ପ୍ରତିକାର:- ପିତାମାତାଙ୍କର ସେବାକରିବା ଆବଶ୍ୟକ ।

ବୃଷ

ଆପଣଙ୍କ ବ୍ୟବହାରକୁ ସମସ୍ତେ ପ୍ରଶଂସା କରିବେ । ଆଜି ଆପଣଙ୍କର ମିତ୍ରତା ଆପଣଙ୍କ ମିତ୍ର ପାଇଁ ବହୁତ ଲାଭଦାୟକ ହେବ ଏବଂ ଭବିଷ୍ୟତରେ ସେମାନେ ଆପଣଙ୍କୁ ସାହାଯ୍ୟ କରିବା ପାଇଁ ପ୍ରସ୍ତୁତ ହେବେ ।   ଆପଣ ଆଜି ଅନୁଭବ କରିବେ ଯେ ଆପଣ କେତେ ସୌଭାଗ୍ୟଶାଳି ଯେ ଆପଣଙ୍କୁ ଏହି ଭଳି ମିତ୍ର ମିଳିଛନ୍ତି । ବୋଧହୁଏ ଏହି ବୟସ ସାଙ୍ଗରେ ଚ଼ାଲିବାର ସମୟ ଅଟେ । ସାଙ୍ଗମାନେ ଆସନ୍ତି ଚ଼ାଲିଯାଆନ୍ତି କିନ୍ତୁ ଏହି ସାଙ୍ଗ ଆପଣଙ୍କ ସବୁ ଦୁଃଖ ସୁଖର ସାଥି ହେବ । ନକାରାତ୍ମକ ବିଚାରରୁ ଦୂରରେ ରୁହନ୍ତୁ । ଅଚାନକ ଧନ ଖର୍ଚ୍ଚ ହୋଇପାରେ । ଚିକିତ୍ସାରେ ଖର୍ଚ୍ଚ ହେବାର ଆଶଂକା ଅଛି । ବ୍ୟାପାରରେ ଭାଗିଦାରୀମାନଙ୍କ ସହିତ ଆନ୍ତରିକ ମତଭେଦ ହୋଇପାରେ । କ୍ରୋଧ ଉପରେ ନିୟନ୍ତ୍ରଣ ରଖିବେ, ପ୍ରତିକାର : ଆମିଷ ଓ ମାଦକଦ୍ରବ୍ୟ ସେବନରୁ ଦୂରେଇ ରୁହନ୍ତୁ ।

ମିଥୁନ

ଉଚ୍ଚ ଅଧିକାରୀ ଆଜି ଆପଣଙ୍କୁ ସାହାଯ୍ୟ କରିବେ । ଯଦି ଆପଣଙ୍କୁ ଆପଣଙ୍କ କାର୍ଯ୍ୟରେ କୌଣସି ପ୍ରକାରର ସମସ୍ୟା ଦେଖାଯାଏ ତା` ହେଲେ ନିଜ ଅଧିକାରୀଙ୍କୁ ନିଶ୍ଚିତ ଜଣାନ୍ତୁ । ତାଙ୍କୁ କାର୍ଯ୍ୟାଳୟର ପରିବେଶଟିକୁ ଭଲ କରିବା କଥା କୁହନ୍ତୁ । ଆଜି ଆପଣ ଯାହା ନିଷ୍ପତ୍ତି ନେବେ ଭାବିଚ଼ିନ୍ତି ନିଅନ୍ତୁ , କାରଣ ଆପଣ ନେଇଥିବା ନିଷ୍ପତ୍ତି ଉପରେ ପଶ୍ଚାତାପ ଯେପରି କରିବାକୁ ନ ପଡ଼େ । ତରତର ହୋଇ କୌଣସି ନିଷ୍ପତ୍ତି ନିଅନ୍ତୁ ନାହିଁ । ପ୍ରତ୍ୟେକ କାର୍ଯ୍ୟ ଆତ୍ମବିଶ୍ଵାସ ଏବଂ ଅଟଳ ମନୋବଳର ସହିତ କରନ୍ତୁ, ନିଶ୍ଚିତ ସଫଳତା ମିଳିବ । ପିତା କିମ୍ବା ପୈତୃକ ସଂପତ୍ତିରେ ଲାଭ ହେବ । ସରକାରଙ୍କଠାରୁ ଆର୍ଥିକ ଲାଭ ହେବ । ବିଦ୍ୟାର୍ଥୀମାନେ ନିଜର ପଢ଼ାରେ ଭଲ ପ୍ରଦର୍ଶନ କରିବେ, ପ୍ରତିକାର – ଷଣ୍ଢକୁ ଖାଇବାକୁ ଦିଅନ୍ତୁ ।

କର୍କଟ

ଆଜି ସେହିଦିନ ଅଛି ଯେଉଁଦିନ ଆପଣଙ୍କର ଅଟକିଥିବା କାର୍ଯ୍ୟ ଗୁଡ଼ିକ ପୁରଣ କରାଯାଇପାରିବ । ଖାସ କରି ସେହି କାର୍ଯ୍ୟଗୁଡ଼ିକ ଯାହାକୁ ପୁରଣ କରିବା ପାଇଁ ଉଚ୍ଚ ଅଧିକାରୀ ମାନଙ୍କର ସ୍ୱୀକୃତୀ ଦରକାର ଥିଲା । ଆଜି ଆପଣ ଘରର ଗୁରୁଜନ ମାନଙ୍କ ସହିତ ସମୟ ବିତାଇବା ଉଚ଼ିତ୍ ହେବ । ସେମାନେ ଆପଣଙ୍କୁ କିଛି କୁହନ୍ତୁ ବା ନକୁହନ୍ତୁ ସେମାନେ ମଧ୍ୟ ଆପଣଙ୍କର ସାନିଧ୍ୟ୍ୟ ଆବଶ୍ୟକ କରନ୍ତି । ମଉଜ-ମସ୍ତୀ ଏବଂ ମନୋରଞ୍ଜନ ପ୍ରବୃତ୍ତିଗୁଡ଼ିକରେ ଆପଣଙ୍କ ବିଶେଷ ରୁଚି ରହିବ । ପିତା ତଥା ବରିଷ୍ଠ ନାଗରୀକମାନଙ୍କ ସହଯୋଗ ପ୍ରାପ୍ତ କରିବେ । ସାମାଜିକ ପ୍ରତିଷ୍ଠାରେ ବୃଦ୍ଧି ହେବ । ଆପଣଙ୍କ ସ୍ଵଭାବରେ କ୍ରୋଧ ଏବଂ ବ୍ୟବହାରରେ ଉଗ୍ରତା ରହିବ, ପ୍ରତିକାର:- ଗୋମାତାର ସେବାକରିବା ଆବଶ୍ୟକ ।

ସିଂହ

ଆପଣଙ୍କ ବୁଦ୍ଧି ଆଜି ଅଧିକ ବେଗରେ ସାହାଯ୍ୟ କରିବ । ଏହାର ଉପଯୋଗ ଆପଣ ଭବିଷ୍ୟତ ଯୋଜନା କରିବାରେ ବିନିଯୋଗ କରନ୍ତୁ । ଯଦି ଆପଣ କେବଳ ନିଜ ଲକ୍ଷ୍ୟ ଉପରେ ଧ୍ୟାନ ଦେବେ, ତେବେ ବାକି ସମସ୍ତ କାର୍ଯ୍ୟ ସ୍ୱତଃ ଠିକ୍ ହୋଇଯିବ । ଆଜି ଆପଣ କିଛି ନୂଆ ଲୋକଙ୍କୁ ଭେଟିବେ ଏବଂ ନିଜ କାର୍ଯ୍ୟରେ ଆପଣ ନିଜର ସ୍ଥିତିକୁ ଦୃଢ଼ କରିପାରିବେ ଏହା ଦ୍ୱାରା ଆପଣଙ୍କର ନୂଆ ବନ୍ଧୁ ସୃଷ୍ଟି ହେବେ ଏବଂ ଆପଣଙ୍କର ଜୀବନରେ ଅନ୍ୟ ଏକ ନୂଆ ଦିଗ ଦେଖାଦେବ । ପାରିବାରିକ କାର୍ଯ୍ୟଗୁଡ଼ିକ ପଛରେ ଧନ ଖର୍ଚ୍ଚ ହୋଇପାରେ । ବାଣୀ ଉପରେ ନିୟନ୍ତ୍ରଣ ରଖିବେ । ଶଙ୍କା ଦୂର କରନ୍ତୁ । ବନ୍ଧୁମାନଙ୍କ ସହିତ ମନମାଳିନ୍ୟର ପ୍ରସଂଗ ବନିପାରେ | ଧାର୍ମିକ ଯାତ୍ରା ହେବାର ସଂଭାବନା ଅଛି । ଧନ ଲାଭର ମଧ୍ୟ ସଂଭାବନା ଅଛି । ବ୍ୟବସାୟରେ ପ୍ରମୋସନର ଯୋଗ ଅଛି.ପ୍ରତିକାର : କାହାରିଠାରୁ ମାଗଣା କୌଣସି ଦ୍ରବ୍ୟ ଗ୍ରହଣ କରିବେ ନାହିଁ

କନ୍ୟା

ଆପଣଙ୍କ ଯୋଜନାନୁଯାୟୀ ଇଛା କରୁଥିବା ସ୍ଥାନ ଭ୍ରମଣ କରିବାକୁ ଯିବେ । ଏ ଯାତ୍ରା ବହୁତ ଉପଭୋଗ୍ୟ ହେବ । ଭିନ୍ନ ଭିନ୍ନ କ୍ଷେତ୍ରରେ ସଫଳତା ପାଇବା ପାଇଁ ଏବଂ ଶିଘ୍ର ଫଳ ପାଇଁ ଏହି ଶୁଭ ସମୟ ଉପଯୋଗ କରନ୍ତୁ । ଯଦି ଆପଣଙ୍କୁ କୌଣସି ସାହାଯ୍ୟର ଆବଶ୍ୟକତା ଥାଏ ତାହେଲେ ନିଜ ଲୋକଙ୍କ ଠାରୁ ସାହାଯ୍ୟ ମାଗିବାରେ ଆପଣ ପଛଘୁଞ୍ଚା କରନ୍ତୁ ନାହିଁ । ଯେତେ ସହଜରେ ଆପଣ ସାହାଯ୍ୟ କରନ୍ତି ସେତିକି ସେମାନେ ମଧ୍ୟ ଆପଣଙ୍କୁ ସାହାଯ୍ୟ କରିବାକୁ ଆଗେଇ ଆସିବେ । ଶରୀରରେ ଆଳସ୍ୟ, ଏବଂ ଅଣନିଶ୍ୱାସୀ ହୋଇପାରେ । ସ୍ଵାସ୍ଥ୍ୟ ନରମ-ଗରମ ରହିବ । କୌଣସି ବିଷୟରେ ଚିନ୍ତା କରନ୍ତୁ ନାହିଁ, ଆପଣଙ୍କ ପରିଶ୍ରମରେ ଶେଷରେ ସବୁ ଠିକ ହୋଇଯିବ । ସନ୍ତାନମାନଙ୍କ ବିଷୟରେ ଟିକେ ଚିନ୍ତା ହୋଇପାରେ । ପ୍ରତିକାର- ଗ୍ରାମ୍ୟ ଦେବା ଦେବୀଙ୍କୁ ଭୋଗ ଲଗେଇ ପିଲାଙ୍କୁ ବାଣ୍ଟିବେ ।

ତୁଳା

ପରିବାର ସଦସ୍ୟଙ୍କ ସହ ଭ୍ରମଣ କରିବା ପାଇଁ ଆଜି ଦିନଟି ଉପଯୁକ୍ତ । ଏହି ଭ୍ରମଣ ଆପଣଙ୍କ ମଧ୍ୟରେ ସମ୍ପର୍କ ମାଧୁର୍ଯ୍ୟଭରା କରିବ । ମନ ମଧ୍ୟରେ ବହୁଦିନ ଧରି ରହି ଆସୁଥିବା ଦୁଶ୍ଚିନ୍ତାକୁ ଦୁରକରିବାରେ ଏହି ଭ୍ରମଣ ସହାୟକ ହେବ । ଆଜି ଆପଣଙ୍କର ମିତ୍ରତା ଆପଣଙ୍କ ମିତ୍ର ପାଇଁ ବହୁତ ଲାଭଦାୟକ ହେବ ଏବଂ ଭବିଷ୍ୟତରେ ସେମାନେ ଆପଣଙ୍କୁ ସାହାଯ୍ୟ କରିବା ପାଇଁ ପ୍ରସ୍ତୁତ ହେବେ । ନୂଆ ଯୋଜନାକୁ ଅମଳରେ ଆଣିବା ପାଇଁ ଶୁଭ ଦିନ ଅଟେ । ଚାକିରିପେଶା ଲୋକଙ୍କୁ ଉଚ୍ଚ ପଦାଧିକାରିମାନଙ୍କ ତଥା ସରକାରଙ୍କ ତରଫରୁ ପରିଶ୍ରମର ଭଲ ଫଳ ମିଳିବ । ଭାଇ-ଭଉଣୀମାନଙ୍କ ତଥା ମିତ୍ରମାନଙ୍କ ସହିତ ଆନନ୍ଦପୂର୍ବକ ସମୟ କଟିବ । ଭାଗ୍ୟବୃଦ୍ଧି ହେବ , ପ୍ରତିକାର : ଆମିଷ ଓ ମାଦକଦ୍ରବ୍ୟ ସେବନରୁ ଦୂରେଇ ରୁହନ୍ତୁ । ପ୍ରତିକାର : ଗାଈକୁ ରୁଟି ଖାଇବାକୁ ଦିଅନ୍ତୁ ।

ବିଛା

ଆଜି ଆପଣଙ୍କ ମନ କୌଣସି ସାମାଜିକ କାର୍ଯ୍ୟରେ ସହଯୋଗ ପାଇଁ ହେବ । ନିଜର ମନର କଥା ଶୁଣନ୍ତୁ ଏବଂ କୌଣସି ସମାଜିକ କାର୍ଯ୍ୟରେ ସହଯୋଗ କରନ୍ତୁ । ଏହି ଭଲ କାମ ପାଇଁ ଆପଣ ସାହାଯ୍ୟ କରୁଛନ୍ତି ସେମାନଙ୍କୁ ଏବଂ ଆପଣଙ୍କୁ ବହୁତ ଖୁସି ଲାଗିବ । ଯଦି ଆପଣ କୌଣସି ଅସୁବିଧାରେ ପଡୁଛନ୍ତି , ତେବେ ଆପଣ ନିଜର ଲୋକମାନଙ୍କ ସାହାଯ୍ୟ ନିଅନ୍ତୁ । ଆପଣ ଯେକୌଣସି ପ୍ରକାର ସାହାଯ୍ୟ ଚାହୁଁଛନ୍ତି ଆପଣଙ୍କୁ ମିଳିପାରିବ । ସେଥିପାଇଁ ସାହାଯ୍ୟ ମାଗିବାକୁ କୁଣ୍ଠା ପ୍ରକାଶ କରନ୍ତୁ ନାହିଁ । ଆଜି ଆପଣଙ୍କ ଅହଂକାରର କାରଣରୁ ଝଗଡ଼ା ହେବାର ଆଶଂକା ଅଛି । ଶାରୀରିକ ଏବଂ ମାନସିକ ଚିନ୍ତା ସହିତ ଆଜିର ଦିନ କଟିବ । ସ୍ଵଭାବରେ ଉତ୍ତେଜନାଯୋଗୁଁ କାମ ବିଗିଡ଼ିବାର ଆଶଂକା ଅଛି, ପ୍ରତିକାର – ଷଣ୍ଢକୁ ଖାଇବାକୁ ଦିଅନ୍ତୁ ।

ଧନୁ

ଆଜି ଆପଣଙ୍କ ସାଙ୍ଗକୁ ଆପଣଙ୍କର ସାହାଯ୍ୟ ଆବସ୍ୟକତା ଅଛି । ଆପଣ ତାଙ୍କୁ ସାହାଯ୍ୟ କରିବା ଉଚ଼ିତ୍ ହେବ । ଯାହା ହେଲେ ମଧ୍ୟ ଆପଣଙ୍କର ସମ୍ପର୍କ ଏମିତି ଅଛି । ବହୁତ ଭାବି ଚ଼ିନ୍ତି କାହାକୁ କୌଣସି ପରାମର୍ଶ ଦିଅନ୍ତୁ । ଆଜିକା ଦିନଟିକୁ ବ୍ୟବହାର କରି ଆପଣ ନିଜର ରଚ଼ନାତ୍ମକତାକୁ ଅଭିବ୍ୟକ୍ତ କରି ପାରନ୍ତି । ଆଜି ଆପଣ ନିଜକୁ ଠିକ ଭାବରେ ପରଖିବାକୁ ଚେଷ୍ଟା କରିବେ । ଆପଣ ନିଜର ମର୍ଯ୍ୟାଦାରେ ଧ୍ୟାନ ଦିଅନ୍ତୁ । ଏହି ମାର୍ଗରେ ଚାଲନ୍ତୁ, କାରଣ ଏଥିରେ ଆପଣଙ୍କୁ ବହୁତ ଖୁସି ମିଳିବ । ଆପଣ କୌଣସି ପବିତ୍ର ସ୍ଥାନକୁ ଯାଇପାରନ୍ତି । ଗୃହସ୍ଥ ଜୀବନରେ ଆନନ୍ଦ ଏବଂ ସନ୍ତୋଷର ଅନୁଭବ ହେବ । ସ୍ଵାସ୍ଥ୍ୟ ଭଲ ରହିବ । ସମାଜରେ ମାନ-ସମ୍ମାନ ମିଳିବ । ଉଚ୍ଚ ପଦାଧିକାରି ଏବଂ ବରିଷ୍ଠ ନାଗରୀକମାନଙ୍କ କୃପା ଆପଣ ଉପରେ ରହିବ, ପ୍ରତିକାର-ଅସହାୟଙ୍କୁ ନିରାଶ କରିବେ ନାହିଁ ।

ମକର

ଆଜି ଆପଣଙ୍କର କୌଣସି ପରିବାରବର୍ଗ ସଦସ୍ୟ କିମ୍ବା ପୋଡଶୀଙ୍କ ସହ ଝଗଡାରୁ ନିଜକୁ ରକ୍ଷା କରନ୍ତୁ । କୌଣସି ଏକ ଛୋଟ ସମସ୍ୟା ବିରାଟ ରୂପ ଧାରଣ କରିପାରେ । ଆଜି ଆପଣଙ୍କ ଜୀବନରେ ଏକ ନୂଆ ମୋଡ଼ ଆସିପାରେ ଆଜି ଆପଣ କୌଣସି ଆତ୍ମିୟ କିମ୍ବା ଅଜଣା ବ୍ୟକ୍ତିଙ୍କ ପାଖରୁ କିଛି ଶିକ୍ଷା ଲାଭ କରି ପାରନ୍ତି ଯାହା ଆପଣଙ୍କ ପାଇଁ ଜରୁରୀ ଥିଲା । ତାଙ୍କ ଉପଦେଶ ଉପରେ ଧ୍ୟାନ ଦିଅନ୍ତୁ । ପ୍ରଣୟ, ରୋମାନ୍ସ, ଯାତ୍ରା, ପର୍ଯ୍ୟଟନ ଏବଂ ମନୋରଞ୍ଜନରେ ଆପଣଙ୍କ ଆଜିର ଦିନ କଟିବ । ମିତ୍ରମାନଙ୍କ ସହିତ ଭୋଜନ କରିବାର ଅବସର ଆସିବ । ବସ୍ତ୍ରାଭୂଷଣ ଏବଂ ବାହନ ପ୍ରାପ୍ତିର ଯୋଗ ଅଛି । ଭାଗିଦାରୀଙ୍କ ସହିତ ଆପଣଙ୍କ ସମ୍ବନ୍ଧ ଭଲ ରହିବ, ପ୍ରତିକାର : କଳା କୁକୁରର ସେବା କରନ୍ତୁ

କୁମ୍ଭ

ବହୁଦିନ ଧରି ଥିବା ସମସ୍ୟାର ସମାଧାନ ପାଇଁ ଆପଣ ଖୁସି ରହିବେ ।  ଆପଣ ଅନ୍ୟମାନଙ୍କ ସହିତ ମତାନ୍ତର ଥିବାର ଏ ସମସ୍ୟାର ସମାଧାନ ଦେଇପାରି ନଥିଲେ । ଯାହା ହେଉନା କାହିଁକି ବର୍ତ୍ତମାନ ଖୁସି ବଢାଇବାର ସମୟ ।   ଗୋଟେ ପରେ ଗୋଟେ ସମସ୍ୟାର କାରଣରୁ ଆପଣଙ୍କର ମାନସିକ ଶାନ୍ତି ଭଙ୍ଗ ହୋଇପାରେ । ଏହାର ଉପାୟ ଏହି କି ଆପଣ ଗୋଟେ ଗୋଟେ କରି ସମସ୍ୟା ଗୁଡ଼ିକୁ ସମାଧାନ କରନ୍ତୁ । ସ୍ଵଭାବରେ ଉଗ୍ରତା ଉପରେ ନିୟନ୍ତ୍ରଣ ରଖିବାକୁ ଉପଦେଶ । ଶାରୀରିକ ତଥା ମାନସିକ ଅସୁସ୍ଥତା ଅନୁଭବ କରିପାରନ୍ତି । କମ ସଫଳତା ମିଳିବାରୁ ନିରାଶା ହୋଇପାରନ୍ତି । ସନ୍ତାନମାନଙ୍କ ବିଷୟରେ ଚିନ୍ତା ହୋଇପାରେ । ସରକାରୀ କାର୍ଯ୍ୟଗୁଡ଼ିକରେ ସଫଳତା ମିଳିବ । ଆଧ୍ୟାତ୍ମିକ ସିଦ୍ଧି ପ୍ରାପ୍ତ କରିବା ପାଇଁ ବହୁତ ଭଲ ଯୋଗ ଅଛି । ବାଣୀ ଉପରେ ନିୟନ୍ତ୍ରଣ ରଖିବେ, ବାଦ-ବିବାଦରେ ପଡ଼ନ୍ତୁ ନାହିଁ, ପ୍ରତିକାର : ଗାଈକୁ ରୁଟି ଖାଇବାକୁ ଦିଅନ୍ତୁ ।

ମୀନ

ଏହି ସମୟରେ ଆପଣଙ୍କ ସମ୍ପର୍କରେ ବିଶ୍ୱାସ ବଢିଯିବ । ଆପଣ ନଜ ଆତ୍ମୀୟଜନଙ୍କ ପାଖକୁ ଆସିବେ ଏବଂ ନିଜ ଜୀବନରେ ସେମାନଙ୍କର ମହତ୍ତ୍ୱ ବୁଝିପାରିବେ । ଆଜି ଆପଣଙ୍କୁ ନିଜର କେହି ଆଶ୍ଚର୍ଯ୍ୟ କରିବ । ବିଷୟଟି ଆପଣଙ୍କ ସମ୍ପର୍କରେ ହୋଇପାରିଥାଏ, ନ ହୋଇ ମଧ୍ୟ ପାରିଥାଏ । କିନ୍ତୁ ସବୁ ପରିସ୍ଥିତିରେ ଆପଣଙ୍କୁ ଶାନ୍ତ ରହିବାକୁ ପଡିବ ଏବଂ ନିଜ ଲୋକଙ୍କୁ ସାହାର୍ଯ୍ୟ ପାଇଁ ଚେଷ୍ଟା କରିବା ଉଚିତ ହେବ । ଭୁଲ ବୁଝାବଣା ଏବଂ ନକାରାତ୍ମକ ବ୍ୟବହାର ଆପଣଙ୍କ ଚିତ୍ତରେ ଗ୍ଲାନିର ଭାବ ସୃଷ୍ଟି କରିବ । ସ୍ଵାସ୍ଥ୍ୟରେ ବିଶେଷରୂପରେ ଆଖିରେ ଅସୁବିଧା ହେବ । ପାରିବାରିକ ସଦସ୍ୟମାନଙ୍କ ସହିତ ମନମାଳିନ୍ୟ ହେବ । କାମରେ ସନ୍ତୋଷର ଭାବନା ଆସିବ ।