ଆଜିର ରାଶିଫଳ 29 ଜୁଲାଇ 2019, ସୋମବାର, ହେଲା ମହାସଂଯୋଗ ମହାଦେବଙ୍କ କୃପା ଆଜିଠୁ ଏହି ୩ ରାଶିକୁ ମିଳିବ

ମେଷ:-

ବନ୍ଧୁ ମିତ୍ରଙ୍କଠାରୁ ଉପହାର ପ୍ରାପ୍ତି ହେବ । ନୂତନ କର୍ମସ୍ଥିର ହେବା ଫଳରେ ଖୁସି ହେବେ । ତୀର୍ଥାଟନ କରି ଯାତ୍ରା କାଳରେ ସୁଖ ସମ୍ପଦ ପ୍ରାପ୍ତି ହେବ । ଆମୋଦ, ପ୍ରମୋଦ, ମନୋରଞ୍ଜନ, ଦୀର୍ଘ ଯାତ୍ରା, ଛୋଟ ବଡ଼ ମିଟିଂରେ ଯୋଗଦେବେ । ରାଜନୀତିରେ ବିବେକ ବୁଦ୍ଧି ଖଟେଇ ଉଚିତ୍ମାର୍ଗରେ ଗତିକରିବାର କ୍ଷମତା ଜନ୍ମହେବ । ବ୍ୟବସାୟରେ ଭାଗିଦାରୀମାନଙ୍କଠାରୁ ସାହାଯ୍ୟ ପାଇବେ । ପରିବାରରେ ମହତ୍ୱପୂର୍ଣ୍ଣ କାର୍ଯ୍ୟକରି ପ୍ରଶଂସିତ ହେବେ । ସନ୍ତାନମାନଙ୍କର ଉନ୍ନତି, ସମସ୍ତ କାର୍ଯ୍ୟରେ ଶୁଭଫଳ ପ୍ରାପ୍ତି ହେବ । ପ୍ରେମ କ୍ଷେତ୍ରରେ ଉନ୍ନତି ପାଇଁ ପ୍ରୟାସ ରତ ହେବେ ।  ପ୍ରତିକାର- ଲାଲ୍ ରଙ୍ଗର ବସ୍ତ୍ର ପରିଧାନ କରନ୍ତୁ ।

ବୃଷ:-

ଗୃହରେ ଧର୍ମକାର୍ଯ୍ୟ ଓ ଧର୍ମାନୁଷ୍ଠାନରେ ଯୋଗଦାନ କଲେ ଅଶୁଭତ୍ୱନାଶ ହୋଇ ଶୁଭ ଫଳ ପ୍ରାପ୍ତି ହେବ । ଆକସ୍ମିକ ଅର୍ଥଲାଭ, ନୂତନ ବନ୍ଧୁଲାଭ, ଅଧାଥିବା କାର୍ଯ୍ୟ ସମ୍ପୂର୍ଣ୍ଣ ହେବ । ମାଲିମକଦ୍ଦମା, ବାଦବିବାଦ, ପରୀକ୍ଷା ପ୍ରତିଯୋଗିତାରେ ସଫଳତା ମିଳିବ । ବିଦେଶ ଯାତ୍ରା, ସୁଖ ଶାନ୍ତି ଯଶ ଲାଭ, ନୂତନ ବାହନଆଦି ପ୍ରାପ୍ତି ହୋଇପାରେ । ଅନେକ ପ୍ରକାର ଉଲ୍ଲେଖନୀୟ ପରିବର୍ତ୍ତନ ଆସିବ । ବ୍ୟବସାୟ ବାଣିଜ୍ୟ କିମ୍ବା ଯୌଥ ପରିବାର ସମ୍ପର୍କରୁ ଆର୍ଥିକ  ଦିଗରୁ ଉନ୍ନତି ହେବ । ଶ୍ୱଶୁର ଘର କିମ୍ବା ଜମିବାଡ଼ି ନେଇ କେତେକ ସମସ୍ୟା ସମାଧାନ ହେବ ।  ପ୍ରତିକାର- ପିତା ମାତାଙ୍କ ଆଜ୍ଞା ପାଳନ କରନ୍ତୁ ।

ମିଥୁନ:-

ଉଚ୍ଚ ସମ୍ଭାବନାର ଆଶା ଓ ଆଶ୍ୱାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ । ଭୋଗ ବିଳାସ ଓ ଆନନ୍ଦମୟ ମୁହୂର୍ତ୍ତ ସାଙ୍ଗକୁ ସ୍ୱାସ୍ଥ୍ୟକର ପରିବେଶ ଓ ସମ୍ମାନଜନକ ଘଟଣା ଘଟିବ । ନୂତନ କାର୍ଯ୍ୟକିଛି ଶୁଭାରମ୍ଭ କରି ପାରନ୍ତି । ପୈତୃକ ସମ୍ପତ୍ତିକୁ ନେଇ  ପାରିବାରିକ ଦ୍ଵନ୍ଦ ମେଣ୍ଟିଯିବ ଓ ମାନସିକ ଏକାଗ୍ରତା ବଜାୟ ରହିବ । ସ୍ୱାସ୍ଥ୍ୟ ଠିକ୍ ରହିବ । ପ୍ରେମ କ୍ଷେତ୍ରରେ ଉନ୍ନତି ପାଇଁ ପ୍ରୟାସ ରତ ହେବେ । ଆମୋଦ-ପ୍ରମୋଦ, କ୍ରିଡା, ମନୋରଞ୍ଜନ, ନୃତ୍ୟଗୀତ, କଳାସଙ୍ଗୀତ, ଭୋଜିଭାତ, ମଉଜ ମଜିଲିସ୍, ଆଡମ୍ବରରେ ଉତ୍ସାହ ବଢିବ । ପ୍ରତିଦ୍ୱନ୍ଦିତା ପରୀକ୍ଷାରେ  ବିଜୟୀ ହେବେ ।  ପ୍ରତିକାର- ଗୋମାତାକୁ ଖାଇବାକୁ ଦିଅନ୍ତୁ ।

କର୍କଟ:-

ସ୍ୱାସ୍ଥ୍ୟକ୍ଷେତ୍ରରେ ପରିବର୍ତ୍ତନ ଆସିବ । ବ୍ୟବସାୟରେ କାରବାର ବଢିବ ଓ ଭୁଲ୍ ବୁଝାମଣା ଦୂର ହେବା ଯୋଗେ ହିତୈଷିମାନେ ଅଧିକ ନିବିଡ ହେବା ସାଙ୍ଗକୁ ମର୍ଯ୍ୟଦାଜନକ ପରିସ୍ଥିତି ସୃଷ୍ଟି କରିବେ । ଜମି, ଜାଗା, ବାସ ଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ । ପାରିବାରିକ କ୍ଷେତ୍ରରେ ଆତ୍ମସନ୍ତୋଷ ଲାଭ ଓ ସାମାଜିକ ଭାବମୂର୍ତ୍ତି-ସୁରକ୍ଷା ହେବ । ବରିଷ୍ଠବ୍ୟକ୍ତିଙ୍କ ସହ ସୁସମ୍ପର୍କ ସ୍ଥାପିତ ହେବ । ସମସ୍ୟା ସମାଧାନ ପାଇଁ ବନ୍ଧୁଙ୍କ ସାହାଯ୍ୟ ନେଇ ଆଲୋଚନା କ୍ଷେତ୍ରରେ ସୁଫଳ ପାଇବେ । କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ଜୟଯୁକ୍ତ ହେବେ ।  ପ୍ରତିକାର:-ଗଙ୍ଗାଜଳ ସେବନ କରନ୍ତୁ ।

ସିଂହ:-

ବ୍ୟବସାୟ ସମ୍ବନ୍ଧୀୟ ଜରୁରୀ କାର୍ଯ୍ୟପାଇଁ ଯାତ୍ରାକରିବାକୁ ପଡ଼ି ପାରେ । ବରିଷ୍ଠ ବ୍ୟକ୍ତି ଓ ସହଯୋଗୀ ମାନଙ୍କର ସାହାଯ୍ୟ ସହଯୋଗ ମିଳିବ । ସନ୍ତାନର ସୁ-ଖବର ଶୁଣି ଖୁସିହେବେ । ସ୍ୱାସ୍ଥ୍ୟର କିଛି ପରିବର୍ତ୍ତନ ଘଟିବ । ଅଟକି ଥିବା କାର୍ଯ୍ୟ ପୂରଣ ହେବ । ପ୍ରତିଯୋଗିତା ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବେ । କଠିନ କାର୍ଯ୍ୟ ସହଜରେ ସମାଧାନ କରିବେ । ଧର୍ମକାର୍ଯ୍ୟପ୍ରତି ମନବଳାଇ ବହୁତ ଶାନ୍ତି ଲଭିବେ । ରାଜନୀତି କ୍ଷେତ୍ରରେ ଭାରସାମ୍ୟ ରକ୍ଷାକରି ନିମ୍ନବର୍ଗଙ୍କ ଯୋଗେ ପରିସ୍ଥିକୁ ନିଜ ତରଫରେ ନେଇ, ସ୍ଵାର୍ଥସିଦ୍ଧିର ପଥକୁ ପ୍ରଶସ୍ତ କରିବେ । ପ୍ରେମିକ ପ୍ରେମିକାମାନଙ୍କୁ ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ମିଳିବ ।  ପ୍ରତିକାର- କୁକୁରକୁ ଖାଇବାକୁ ଦିଅନ୍ତୁ ।

କନ୍ୟା:-

ଜନସେବାରେ ନିଜକୁ ନିୟୋଜିତ କରିବେ । ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ । ବ୍ୟବସାୟରେ ଯେତେ ପରିଶ୍ରମ କରିବେ ସେତେ ଲାଭବାନ୍ ହେବେ ଓ କର୍ମଚାରୀମାନଙ୍କ ଯୋଗୁଁ ଶାନ୍ତି ପାଇବେ । ଉଚ୍ଚ ଶିକ୍ଷାପାଇଁ ସୁଯୋଗ ପାଇବେ । ରାଜନୀତି କ୍ଷେତ୍ରରେ ଦୁଃସାହସିକ ପଦକ୍ଷେପ ନେଇ ସମ୍ମାନ ଓ ପ୍ରତିଷ୍ଠା ପାଇବେ । ବନ୍ଦ ହୋଇଥିବା ବେପାର ପୁଣି ଚାଲୁ କରି ପାରିବେ । ପରିବାରରେ ସୁଖ ଶାନ୍ତି ଓ ଆୟ ଊତ୍ତମ ସ୍ଥଳେ କେତେକ ବାଧା ପ୍ରତିବନ୍ଧକର ସାମ୍ନା କରି ପାରନ୍ତି । ମହିଳା ମାନଙ୍କର ସାଧାରଣ ପରିବର୍ତ୍ତନ ଘଟି ଆଶା ଆକାଂକ୍ଷା ପୂର୍ତ୍ତି ଘଟିବ ।  ପ୍ରତିକାର- ଗୋମାତାକୁ ଖାଇବାକୁ ଦିଅନ୍ତୁ ।

ତୁଳା:-

ଉଚ୍ଚାଧିକାରୀ ଓ ବରିଷ୍ଠବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ ଆତ୍ମନିର୍ଭର ଶୀଳ ହେବେ । ସାମାଜିକ ସ୍ତରରେ ପ୍ରଶଂସିତ ହେବେ । ସ୍ୱାସ୍ଥ୍ୟ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବ । ପାରିବାରିକ ସମସ୍ୟା ସୁଧୁରି ଯିବ । ଆନୁଷ୍ଠାନିକ କାମ ଓ ବନ୍ଧୁମିଳନ ହେତୁ ମନ ଖୁସୀ ରହିବ । କୌଣସି ସହୃଦୟ ବ୍ୟକ୍ତିଙ୍କଠାରୁ ଯଥେଷ୍ଟ ସହାୟତା ପାଇବେ । ଯୋଜନା ମୁତାବକ କାମ କରନ୍ତୁ କୌଣସି ପ୍ରକାର ଅସୁବିଧା ହେବ ନାହିଁ । ରାଜନୀତିରେ ସଫଳତା ମିଳିବା ସହ କୃତକାର୍ଯ୍ୟ ହେବେ । ମହିଳାମାନଙ୍କର ଆୟ ଅପରିବର୍ତ୍ତିତ ରହି ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବ ।  ପ୍ରତିକାର- ମାଗଣାରେ କୌଣସି ଦ୍ରବ୍ୟ ଗ୍ରହଣ କରନ୍ତୁ ନାହିଁ ।

ବିଚ୍ଛା:-

ବ୍ୟବସାୟରେ ଜବରଦସ୍ତି ଉନ୍ନତି ସହ ଆଶାତୀତ ଲାଭ ପାଇବେ ଓ ଆୟରସ୍ରୋତ ଖୋଲିଯିବ । ପରିବାରର ମାମଲା ଘରୋଇ ସମସ୍ୟାର ସମାଧାନ ହେବ । ଧନ ଆଦାନ ପ୍ରଦାନରେ ଲାଭବାନ୍ ହେବେ । ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ବିଜୟୀ ହେବେ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ । ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ । ସାମ୍ବାଦିକତାରୁ ଲାଭ ଓ ଶୁଭ ସମାଚାର ମିଳିବ । ଆର୍ଥୀକକ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେବେ । ପୁରାତନ ରୋଗରୁ ଉପସମ ପାଇ ଶରୀର ସୁସ୍ଥ ରହିବ ।  ପ୍ରତିକାର- ଅସହାୟଙ୍କୁ ଖାଦ୍ୟ ଦିଅନ୍ତୁ ।

ଧନୁ:-

ବ୍ୟବସାୟରେ  ଉଧାର ଦେଇ ଫେରି ପାଇବା ସହଜ ହେବ । ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ । ସମାଜସେବା ଓ ରାଜନୀତିରେ ସ୍ଵନାମ ଅର୍ଜନ କରିପାରିବେ । ପୁରାତନ ରୋଗରୁ ଉପସମ ପାଇ ଶରୀର ସୁସ୍ଥ ରହିବ । ମହିଳାମାନଙ୍କର ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବା ଫଳରେ ପ୍ରତିଷ୍ଠା, ପ୍ରତିପତି, ମାନସମ୍ମାନ ଓ କ୍ଷାତି ବଢ଼ିବ । ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ । ଆର୍ଥିକ ପରିସ୍ଥିତି ଉତ୍ତମ ଥିଲେ ମଧ୍ୟ ବସନ ଭୂଷଣରେ କିଛି ବ୍ୟୟ କରି ପାରନ୍ତି । ଦୂରଯାତ୍ରାରେ ସଫଳତା ମିଳିବ ଓ ଉତ୍ତମ ରୋଜଗାର କରିପାରିବେ ।  ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ମକର:-

ସାମାଜିକ କ୍ଷେତ୍ରରେ ନିଜର ପ୍ରଭାବ ଓ ପରାକ୍ରମ ବଢିବ । କାର୍ଯ୍ୟ କ୍ଷେତ୍ରରେ ସୁଖଶାନ୍ତି ବୃଦ୍ଧି ହେବ । କାରବାର ସ୍ଥିତିରେ ସୁଧାର ଆସିବାରୁ ମନ ବହୁତ ଖୁସି ରହିବ । ସାଧାରଣ ଲୋକ ସମ୍ପର୍କକୁ ଅତିକ୍ରମ କରିବା ଲକ୍ଷ୍ୟରେ ଭୋଗମାର୍ଗୀ ହୋଇ ନିଜକୁ ପ୍ରତିଷ୍ଠିତ କରିପାରିବେ । ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ସଫଳହେବେ । ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ । ଆମୋଦ-ପ୍ରମୋଦ, କ୍ରିଡା, ମନୋରଞ୍ଜନ, ନୃତ୍ୟଗୀତ, କଳାସଙ୍ଗୀତ, ଭୋଜିଭାତ, ମଉଜ ମଜିଲିସ୍, ରେ ଆନନ୍ଦିତ ହେବେ ।  ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

କୁମ୍ଭ:-

ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ଉଚିତପନ୍ଥା ଗ୍ରହଣ କରିବେ । ସୁଖ ସମୃଦ୍ଧି ବୃଦ୍ଧି ଓ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ମହିଳାମାନଙ୍କର ସନ୍ତାନଙ୍କ ପାଇଁ ମାନସିକ ସ୍ଥିରତା ବଜାୟ ରହିବ । ପାରିବାରିକ କ୍ଷେତ୍ରରେ ସ୍ନେହସଦ୍ଭାବର ବୃଦ୍ଧିହେବ । ବ୍ୟବସାୟରେ କମ୍ ପରିଶ୍ରମରେ ଆଶାଜନକ ଫଳ ପ୍ରାପ୍ତିହେବ । ଶୁଭ ସମ୍ବାଦ ପାଇବେ । ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ । ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମନସନ୍ତୁଷ୍ଟ ରହିବ । ପ୍ରେମିକ ପ୍ରେମିକାମାନଙ୍କର ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ମିଳିବ ।  ପ୍ରତିକାର-ଗୋମାତାକୁ ଖାଇବାକୁ ଦିଅନ୍ତୁ ।

ମୀନ:-

ମାନସିକ ବିଷାଦ, ଦାମ୍ପତ୍ୟ କଳହ ଓ ଭୟ ଆଶଙ୍କା ଦୂରେଇ ଯିବ । ବକେୟା ଅର୍ଥ କିଛି ମିଳିବ । ମାନସିକଶାନ୍ତି ଓ  ସ୍ୱାସ୍ଥ୍ୟରେ ଉନ୍ନତି ପରିଲିକ୍ଷିତ ହେବ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ କାରରେ କୃତକାର୍ଯ୍ୟ ହୋଇ ନୂଆ ନିଯୁକ୍ତି ପାଇବାର ଯୋଗ ଅଛି । ପାରିବାରିକକ୍ଷେତ୍ରରେ ସ୍ନେହସଦ୍ଭାବର ବୃଦ୍ଧିହେବ । ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷାକରି ଶାନ୍ତିଶୃଙ୍ଖଳା ବଜାୟ ରଖି ପାରିବେ । ଆୟ ଉପାର୍ଜ୍ଜନର ବୃଦ୍ଧି, ଋଣରୁ ମୁକ୍ତି ମିଳିବ । ଶତ୍ରୁବାଧା ଦୂରେଇ ଯିବ । ରାଜନୀତିରେ ଲୋକସମର୍ଥନକୁ ଆଧାର କରି ବଳୀୟାନ ହେବେ ।  ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।