ଆଜିର ରାଶିଫଳ, 29 ଡିସେମ୍ବର 2018, ଶନିବାର – ଏହି ୩ଟି ରାଶି ଉପରେ ଶନିଦେବ କୃପା ରଖିବେ

ମେଷ–

ବିଭିନ୍ନଦିଗରୁ ସାହାଯ୍ୟ ସହଯୋଗ ମିଳିବ । ସହକର୍ମୀମାନଙ୍କ ସହ ବାଦବିବାଦର ଅବସାନ ଘଟିବ । ଲକ୍ଷ୍ୟ ପୂରଣ ହେବାରେ କୌଣସି ଅସୁବିଧା ହେବନାହିଁ । ବ୍ୟବସାୟ ବାଣିଜ୍ୟ ଓ ପରିବହନକ୍ଷେତ୍ରରେ ସୁଫଳ ପ୍ରାପ୍ତିହେବ ଓ ଦୂରଯାତ୍ରାର ସୁଯୋଗ ପାଇବେ । ମହିଳାମାନେ ନୂତନ ବନ୍ଧୁଙ୍କୁ ପାଇ ଖୁସୀହେବେ । ବିଦ୍ୟାକ୍ଷେତ୍ରରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବ ଓ ପ୍ରଶଂସା ପାଇବେ । ସୁଖ ସମ୍ପଦ ପ୍ରାପ୍ତି ରାଜନୈତିକ କ୍ଷେତ୍ରରେ ପ୍ରଶଂସିତ ହେବେ । ମହିଳାମାନେ ବ୍ରତ, ଉପାସନାରେ ବ୍ରତୀ ହେବେ । ଦୂରଯାତ୍ରା କରି ପରିଶ୍ରମର ଉଚିତ୍ ମୂଲ୍ୟ ପାଇବେ । ପ୍ରତିକାର-କାହାରିଠାରୁ ମାଗଣା ଦ୍ରବ୍ୟ ଗ୍ରହଣ କରନ୍ତୁ ନାହିଁ ।

ବୃଷ–

ଗୁରୁଜନ ଓ ଉଚ୍ଚପଦସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ । କୃଷିଜିବୀମାନେ ହସଖୁସିରେ ସମୟ ବିତାଇବେ । ସରକାରୀ ସାହାଯ୍ୟ ମିଳିପାରେ । ବ୍ୟବସାୟରେ ନାନାପ୍ରକାର ସୁବିଧା ସୁଯୋଗ ମିଳିବ ଓ ପୁରୁଣା ପ୍ରାପ୍ୟ ମଧ୍ୟ ଆଦାୟ ହୋଇ ପାରେ । ପରୀକ୍ଷା ପ୍ରତିଯୋଗିତା କ୍ଷେତ୍ରରେ ବିଜୟୀ ହେବେ । ପରିବାରରେ ଯେତେ ସମସ୍ୟା ଥିଲେ ମଧ୍ୟ ଶାନ୍ତି ଅନୁଭବ କରିବେ । ଚାକିରୀ କ୍ଷେତ୍ରରେ ପଦୋନ୍ନତି ହେବ ଓ ସ୍ଥାନାନ୍ତର ମଧ୍ୟ ହୋଇପାରେ । ମହିଳାମାନେ ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ । ପ୍ରତିକାର-ଷଣ୍ଢକୁ ଖାଇବାକୁ ଦିଅନ୍ତୁ ।

ମିଥୁନ–

ପ୍ରତିଦ୍ୱନ୍ଦିତା ପରୀକ୍ଷା ରେ ସଫଳତା ଲାଭ କରିବେ । ବନ୍ଧୁ ମିତ୍ରମାନେ ସମର୍ଥନ ଓ ପରିବାର ଲୋକଙ୍କର ସାହାଯ୍ୟ ସହଯୋଗ ହେତୁ ଖୁସି ହେବେ । କୃଷିଜୀବିମାନେ ଆନନ୍ଦିତ ହେବେ । ରାଜନୈତିକ କ୍ଷେତ୍ରରେ ସମ୍ମାନ ବୃଦ୍ଧି ହେବ ଓ ସୁନାମ ଅର୍ଜନ କରିବେ । ଅଚାନକ ଭାବରେ ଧନ ପ୍ରାପ୍ତି କରିବାର ସୁଯୋଗ ମିଳିବ । ଗୃହରେ କୌଣସି ଶୁଭକର୍ମ ସମ୍ପାଦନ କରିପାରନ୍ତି । ପାରିବାରିକ ଜୀବନ ଆନନ୍ଦମୟ ହେବ । ପିଲାମାନଙ୍କ ପ୍ରତି ବିଶେଷ ସତର୍କ ରହିବା ଉଚିତ୍ । ମହିଳାମାନେ ବନ୍ଧୁଙ୍କୁ ଆପ୍ୟାୟିତ କରିବାରେ ସମର୍ଥ ହେବେ । ସ୍ୱାସ୍ଥ୍ୟ ଦିଗରୁ ଆଶ୍ଵସ୍ତି ଲାଭ କରିବେ । ପ୍ରତିକାର-ବୃଦ୍ଧା ବୃଦ୍ଧଙ୍କର ସେବା କରନ୍ତୁ ।

କର୍କଟ–

ଅନେକ ପ୍ରକାର କାର୍ଯ୍ୟରେ ପରିବର୍ତ୍ତନ ଦେଖାଦେବ । ବ୍ୟବସାୟ ବାଣିଜ୍ୟ କାରବାର ଯୋଗେ ବହୁତ ଚିନ୍ତିତ ରହିପାରନ୍ତି । ପରିବାରର ସମ୍ପର୍କୀୟଙ୍କ କୌଣସି ଘଟଣା ଯୋଗୁଁ ଆପଣ ବ୍ୟତିବ୍ୟସ୍ତ ହୋଇଯିବେ । ରାଜନୈତିକ ଜୀବନରେ ଶତୃମାନେ ପ୍ରବଳ ହେବେ । କୌଣସି କଥାବର୍ତ୍ତାକୁ ନେଇ ପ୍ରତାରିତ ହେବାର ଆଶଙ୍କା ଉପୁଯିବ । ଜାଗା ଜମିବାଡ଼ି ନେଇ ସମସ୍ୟା ଦେଖାଦେବ । ଆର୍ଥିକ ଦିଗରୁ ଲାଭ ନହେଲେ ମଧ୍ୟ ବ୍ୟୟଭାର କମ୍‌ ହେବ । କୃଷିଜୀବିମାନେ ପରିଶ୍ରମର ମୂଲ୍ୟ ପାଇବେ । ସ୍ୱାସ୍ଥ୍ୟ ସମସ୍ୟା ସେତେଟା ଭଲ ରହିବ ନାହିଁ । ପ୍ରତିକାର-ଗାଈକୁ ଖାଇବାକୁ ଦିଅନ୍ତୁ ।

ସିଂହ–

ସହଯୋଗୀ, ସହକର୍ମୀ, ବରିଷ୍ଠ ବ୍ୟକ୍ତିମାନଙ୍କ ସହିତ ସମ୍ପର୍କ ନିବିଡ଼ ହେବ । ବ୍ୟବସାୟରେ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ । ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ । କର୍ମଜୀବୀ ମାନଙ୍କ ପାଇଁ ସହକର୍ମୀ ଓ ପଦାଧିକାରୀମାନେ ସହଯୋଗ କରିବେ । ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି, ସମ୍ମାନ ବୃଦ୍ଧି, କର୍ମୋନ୍ନତି ବାସସ୍ଥାନ ବା ଯାନବାହାନର ନବୀକରଣ ଇତ୍ୟାଦି ନାନାବିଧ ଶୁଭଫଳ ପ୍ରାପ୍ତି ହେବ । ସ୍ୱାସ୍ଥ୍ୟ ଠିକ୍ ରହିବ । ବିଦ୍ୟାର୍ଥିମାନେ ନିଜ ଲକ୍ଷ୍ୟ ସ୍ଥଳରେ ପହଞ୍ଚି ପାରିବେ । ମହିଳାମାନେ ଧର୍ମକ୍ଷେତ୍ରପ୍ରତି ମନ ବଳାଇବେ । ପ୍ରତିକାର-ଅସହାୟକୁ ଖାଇବାକୁ ଦିଅନ୍ତୁ ।

କନ୍ୟା–

ପରିବାରରେ ମନୋମାଳିନ୍ୟ ଓ ଆର୍ଥିକ ସଙ୍କଟ ଦୂରେଇଯିବ । ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ଓ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ । ପ୍ରବାସ ଯାତ୍ରାରେ ଲାଭବାନ ହେବେ । ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବେ । ପୁରାତନରୋଗର ଉପଶମ ମିଳିବ । ପାରିବାରିକକ୍ଷେତ୍ରରେ ଶାନ୍ତିଶୃଙ୍ଖଳା ଦେଖାଦେବ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ସଫଳ ହେବେ । ଉଚ୍ଚାଧିକାରି ଓ ସହକର୍ମୀମାନେ କର୍ମକ୍ଷେତ୍ରରେ ସହଯୋଗ କରିବେ । ମହିଳାମାନେ ଆଶା କରୁଥିବା ଖବର ପାଇ ଖୁସୀ ହୋଇଯିବେ । ପ୍ରତିକାର-ବିଦ୍ୟାର୍ଥୀକୁ ସାହାଯ୍ୟ କରନ୍ତୁ ।

ତୁଳା-

ବ୍ୟବସାୟରେ ପ୍ରତିଦ୍ୱନ୍ଦ୍ୱିତା ସତ୍ତ୍ୱେ ଲାଭ ସୁନିଶ୍ଚିତ ହେବ । କର୍ମକ୍ଷେତ୍ରରେ ନାନାବିଧ ସୁଯୋଗ ଓ ଶୁଭଫଳ ପ୍ରାପ୍ତି ହେବ । ରାଜନୈତିକ କ୍ଷେତ୍ରରେ ବିପଦ ସଙ୍କୁଳ ଦେଖାଦେବ । କାହାର ଡାକରା ପାଇ ଯାତ୍ରା କରିବାକୁ ବାଧ୍ୟ ହେବେ କିନ୍ତୁ ଯାତ୍ରାରେ ସଫଳତା ଲାଭ ହେବ । ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ । ବନ୍ଧୁଙ୍କ ଶୁଭକର୍ମରେ ମଧ୍ୟ ଯୋଗଦେବାକୁ ବାଧ୍ୟବାଧକତା ହେବେ । ମହିଳାମାନଙ୍କର ବହୁ ଗୁରୁତ୍ୱପୂର୍ଣ୍ଣ ସମସ୍ୟାର ସମାଧାନ ହୋଇଯିବ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ସଫଳ ହେବେ । ପ୍ରତିକାର-ଗାଈକୁ ଖାଇବାକୁ ଦିଅନ୍ତୁ ।

ବିଛା–

ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର କରି ସାମାନ୍ୟ ଲାଭ ପାଇବେ । ଉଚ୍ଚପଦସ୍ଥ ବ୍ୟକ୍ତିଙ୍କ ସହ ମନୋମାଳିନ୍ୟ ଘଟିପାରେ । ରାଜନୈତିକ କ୍ଷେତ୍ରରେ ପୁରୁଣା ସମସ୍ୟା ସମାଧାନ କରି ବିଜୟୀ ହେବେ । ବାସଗୃହ ଓ ଯାନବାହାନ ନେଇ କେତେ ସମସ୍ୟାର ସମ୍ମୁଖୀନ ହେବାକୁ ପଡ଼ିବ । ପାରିବାରିକ ସମ୍ପର୍କରେ ଉନ୍ନତି ହେବ । ସ୍ୱାସ୍ଥ୍ୟ ଦିଗରୁ ମଧ୍ୟମ ଫଳ ପ୍ରାପ୍ତି । ଭ୍ରାତୃ ବିବାଦ ଦୂର ହେବ । ବିଦ୍ୟାର୍ଥିଙ୍କ ଉନ୍ନତି ହେବ । ମହିଳାମାନେ ବ୍ୟସ୍ତତା ଭିତରେ କାର୍ଯ୍ୟ ସାଧନ କରିବେ । ବନ୍ଧୁବିରୋଧ, ପ୍ରତିବେଶୀଙ୍କ ସହ କଳହ ସୃଷ୍ଟି ହୋଇପାରେ । ପ୍ରତିକାର-ଲାଲ ବସ୍ତ୍ର ପରିଧାନ କରନ୍ତୁ ।

ଧନୁ–

ଆର୍ଥିକ ଦିଗରୁ ବେଶ୍ ଅନୁକୂଳ ଥିବାରୁ କିଛି ନୂତନ ପଦାର୍ଥ ସଂଗ୍ରହ ବା ବ୍ୟାଙ୍କ ବାଲାନ୍ସ ବୃଦ୍ଧି ପାଇବ । ମହିଳାମାନେ ଲକ୍ଷ୍ୟ ହାସଲ କରିବାରେ ସମର୍ଥ ହେବେ । ବନ୍ଧୁଙ୍କ ସହଯୋଗରେ କେତେକ ସମସ୍ୟାର ସମାଧାନ ହେବ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ସଫଳ ହେବେ । ପାରିବାରିକ କ୍ଷେତ୍ରରେ ବୁଝାମଣା ଠିକ୍ ରହିବ । ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଯଶ ମିଳିବ । ସାମାଜିକ ପତିଆରା ଅମଳିନ ରହିବ । ଆୟ ଉପାର୍ଜନ ବୃଦ୍ଧି ହେବ । ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଲେ ବ୍ୟବସାୟରେ ଅଚାନକ ଧନପ୍ରାପ୍ତି ହେବ । ଦୂରଯାତ୍ରାରେ ସଫଳ ହେବେ । ପ୍ରତିକାର-ଘରୁ ବାହାରିବା ସମୟରେ ମୁହଁ ମିଠା କରି ବାହାରନ୍ତୁ ।

ମକର–

ଜାଗା, ଜମି, ଗୃହପୋକରଣ କ୍ରୟ କରିବେ । ନୂତନକର୍ମପ୍ରାପ୍ତିର ସୁଯୋଗ ପାଇବେ । ବ୍ୟବସାୟରେ ଆଶାତୀତ ଲାଭ ମିଳିବ । ପରିବାରରେ ସୁସ୍ଥ ବାତାବରଣ ଜାରିରହିବ । ପରସ୍ପରକୁ ସାହାଯ୍ୟ ସହଯୋଗ କରି, ଗଠନମୂଳକ କାର୍ଯ୍ୟ ହାତକୁ ନେବେ । ଦୂରଯାତ୍ରାର ସୁଯୋଗ ପାଇବେ । ଆୟ ଉପାର୍ଜନରେ ବାଧା ନାହିଁ । ପ୍ରମୋଶନ ସୂଚନାପାଇ ଖୁସି ହେବେ । ବାଦ ବିବାଦ, ପରୀକ୍ଷା ପ୍ରତିଯୋଗିତା ସାକ୍ଷାତ୍କାରରେ ସଫଳହେବେ । ପ୍ରେମିକ ପ୍ରେମିକା ମାନେ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ଆନନ୍ଦ ଅନୁଭବ କରିବେ । ପ୍ରତିକାର-ପିତା ମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ ।

କୁମ୍ଭ–

କାର୍ଯ୍ୟ କ୍ଷେତ୍ରରେ ସୁଖ-ଶାନ୍ତି ବୃଦ୍ଧି ହେବ ଓ ଉଚ୍ଚ ସମ୍ଭାବନାର ଆଶା ଆଶ୍ୱାସନା ଲାଭ କରି ମାନସିକ ଶାନ୍ତି ପାଇବେ । ସାମାଜିକ କାର୍ଯ୍ୟରେ ସଫଳତା ଓ ମାନସମ୍ମାନ ବୃଦ୍ଧି ହେବ । ଯାତ୍ରାରେ ଭୋଗ ବିଳାସ ଓ ଆନନ୍ଦମୟ ମୁହୂର୍ତ୍ତ କଟିବ । ବିଦ୍ୟାକ୍ଷେତ୍ରରେ ଶୁଭଯୋଗ ଓ ପ୍ରତିଯୋଗିତା ପରୀକ୍ଷା ରେ ସଫଳ ହେବେ । ଖାଦ୍ୟପେୟ ପ୍ରତି ସଜାଗ ନ ରହିଲେ ସ୍ୱାସ୍ଥ୍ୟ ହାନୀ ହେବ । ମହିଳାମାନେ ପିଲାଙ୍କ ସହ ଖୁସିଗପ କରିବାରେ ମଉକା ଜୁଟିବ । ପରିବାରର ମାମଲା ଘରୋଇ ସମସ୍ୟାର ସମାଧାନ ହେବ । ରାଜନୀତିରେ ଉଚ୍ଚପ୍ରଶଂସିତ ହେବେ । ପ୍ରତିକାର-ଭୋକିଲା ଲୋକକୁ ଖାଇବାକୁ ଦିଅନ୍ତୁ ।

ମୀନ–

ବାଦ ବିବାଦ ପରୀକ୍ଷା, ପ୍ରତିଯୋଗିତା ଓ ମାଲିମକଦ୍ଦମାର ଅବସାନ ହେବ । ରାଜନୀତି କ୍ଷେତ୍ରରେ ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିବା ସମ୍ଭବ ହେବ । ଆୟକୁ ଚାହିଁ ବ୍ୟୟ କଲେ ଲୋକହସା ହେବେ ନାହିଁ । ନୂତନ କାର୍ଯ୍ୟ ଆରମ୍ଭ କରିବା ପୂର୍ବରୁ ହାତେ ମାପି ଚାଖଣ୍ଡେ ଚାଲିବା ଆବଶ୍ୟକ । ପାରିବାରିକ ସମସ୍ୟା ଗୁଡ଼ିକୁ ସମାଧାନ କରିବା ଉଚିତ୍‌ । ପୁରାତନ ରୋଗପ୍ରତି ସାବଧାନ ରହିଲେ ଭଲ । ଉଚ୍ଚପଦସ୍ଥ କର୍ମକର୍ତ୍ତାମାନଙ୍କର କର୍ମଉପରେ ନଜର ପଡ଼ିପାରେ । ଆକସ୍ମିକ ଧନହାନୀ ହେତୁ ମନରେ ଦୁଃଖ ପ୍ରକାଶ ହେବ । କୌଣସି ଅଶୁଭ ସମାଚାର ମଧ୍ୟ ଶୁଣିବାକୁ ମିଳିବ । ପ୍ରତିକାର-ବୃଦ୍ଧା ବୃଦ୍ଧଙ୍କର ସେବା କରନ୍ତୁ ।