ଆଜିର ରାଶିଫଳ, 29 ନଭେମ୍ବର 2018 ମାର୍ଗଶିର ମାସ ପ୍ରଥମ ଗୁରୁବାର – ଆଜିଠୁ ମା ଲକ୍ଷ୍ମୀ ପୁରା ମାର୍ଗଶିର ମାସ ଏହି ୫ଟି ରାଶି ଉପରେ ଧନ ବର୍ଷା କରିବେ

ମେଷ:-

ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ । ଜଟିଳ ପରିସ୍ଥିତି ହେଲେ ମଧ୍ୟ କୌଣସି ଅସୁବିଧା ହେବ ନାହିଁ । ପାରିବାରିକ ପରିସ୍ଥିତି ବଦଳିଯିବ । ଚାକିରୀ ଓ କାର୍ଯ୍ୟକ୍ଷେତ୍ରରେ  କଠିନ ପରିଶ୍ରମ ଦ୍ଵାରା ଆଗକୁ ବଢିପାରିବେ । ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ବିପଦରେ ପକାଇବ ।  ବିଦ୍ୟା କ୍ଷେତ୍ରରେ ଉନ୍ନତି ହେବ ଓ ମନ ଖୁସି ରହିବ । କୌଣସି ଶୁଭ ସମାଚାର ମଧ୍ୟ ଶୁଣିବେ ।  ପ୍ରତିକାର–ବୃଦ୍ଧ ବୃଦ୍ଧାଙ୍କୁ ସାହାଯ୍ୟ କରି ଆଶୀର୍ବାଦ ଭିକ୍ଷା କରନ୍ତୁ ।

ବୃଷ:-

ପାର୍ଟି ବା ସମାରୋହରେ ସମ୍ମିଳିତ ହେବାକୁ ପଡିପାରେ । ରାଜନୀତି ମାମଲାରେ ସଫଳତା ମିଳିବ । କର୍ମ ପ୍ରତି ହତୋତ୍ସାହ ଏବଂ ସ୍ୱାସ୍ଥ୍ୟରେ ଅବନତି ଦେଖାଦେବ । ଚକ୍ଷୁ ପୀଡ଼ା ସହ ଦୈନିକ କାର୍ଯ୍ୟରେ ବ୍ୟବଧାନ ଉତ୍ପନ୍ନ ହେବ । ବିଶେଷ କରି ମହିଳାମାନେ ସାବଧାନତା ପୂର୍ବକ ନ ଚଳିଲେ ବିପଦରେ ପଡ଼ିବେ । ଅଳ୍ପକେ ଦୁର୍ଘଟଣାରୁ  ରକ୍ଷା ପାଇବେ ।  ପ୍ରତିକାର– ଗହମ, ଗୁଡ ବାଳକମାନଙ୍କୁ ଦାନ କରନ୍ତୁ ।

ମିଥୁନ:-

ନୂତନଦ୍ରବ୍ୟ କ୍ରୟକଲେ ଲାଭମିଳିବ, କିନ୍ତୁ ବିରୋଧି ଓ ଶତୃମାନଙ୍କୁ ନଜର ରଖିବାକୁ ହେବ । ଆଜି ଆପଣଙ୍କ ପାଇଁ କିଛି ଅସମ୍ଭବ ହେବ ନାହିଁ । ବନ୍ଧୁଙ୍କ ଆର୍ଥିକ ସହାୟତାରେ ଖୁସିହେବେ । ବିଦ୍ୟାଧ୍ୟୟନ ସମ୍ବନ୍ଧିୟ ଶୁଭ ସମାଚାର ପ୍ରାପ୍ତ ହେବ । ଚଳଚ୍ଚିତ୍ର ତଥା ଅନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ସାବଧାନ ରହି ଆର୍ଥିକସ୍ଥିତି ସୁଧାରିବାକୁ ଚେଷ୍ଟା କରିବେ । ପ୍ରେମ-ପ୍ରସଙ୍ଗରେ ସଫଳତା ମିଳିବାର ସମ୍ଭାବନା ଅଛି ।  ପ୍ରତିକାର–କୌଣସି ପିଲାକୁ ମିଠା ଖାଇବାକୁ ଦିଅନ୍ତୁ ।

କର୍କଟ:-

ବ୍ୟାପାରରେ ପ୍ରଚୁର ଲାଭ ହେବ । ପ୍ରମୋଶନ, ବେତନ ବୃଦ୍ଧି, ଇଚ୍ଛିତ ସ୍ଥାନକୁ ସ୍ଥାନାନ୍ତରଣ, ଅଟକି ଥିବା ଅର୍ଥ ମିଳିଯିବ । ପୈତୃକ ସମ୍ପତ୍ତି ନେଇ ବିବାଦର ସମାଧାନ ହେବ । ଆତ୍ମୀୟ ମିତ୍ରଙ୍କ ସାହାଯ୍ୟରେ ବନ୍ଦ ଥିବା କାର୍ଯ୍ୟ ପୂରଣ ହେବ । ଉଚ୍ଚ ଶିକ୍ଷା ଅଧ୍ୟୟନ ପାଇଁ ବିଦେଶ ଯାତ୍ରା କରିବେ । ପ୍ରତିଯୋଗୀତା ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇ କର୍ମ ନିଯୁକ୍ତି ପାଇବେ । ସ୍ୱାସ୍ଥ୍ୟରେ ଉନ୍ନତି ହେବ ।  ପ୍ରତିକାର:- ଦିନ ଦୁଃଖୀଙ୍କୁ ଅନ୍ନଦାନ ଦିଅନ୍ତୁ ।

ସିଂହ:-

ସନ୍ତାନଙ୍କ ସମ୍ବନ୍ଧିତ କୌଣସି ମହତ୍ଵପୂର୍ଣ୍ଣ କାମ ସଂପୂର୍ଣ୍ଣ ହେବ । ଆଧ୍ୟାତ୍ମିକ କ୍ଷେତ୍ରରେ ଉନ୍ନତି ହେବ । ବିଗିଡିଥିବା କାର୍ଯ୍ୟ କାହାର ସାହାଯ୍ୟ ଦ୍ଵାରା ସମ୍ପନ୍ନ ହେବ । କଥାବାର୍ତ୍ତା ଓ ନିଜର କ୍ରୋଧକୁ ନିୟନ୍ତ୍ରଣ କରିବା ଉଚ୍ଚିତ୍ । ବିଦ୍ୟାରେ ଯଥେଷ୍ଟ ଫଳ ପ୍ରାପ୍ତି ହେବ । ପ୍ରିୟଜନମାନେ ଆଗକୁ ବଢିବାରେ ସାହାଯ୍ୟ କରିବେ । କୌଣସି ମାଙ୍ଗଳିକ କାର୍ଯ୍ୟରେ ଅର୍ଥ ବ୍ୟୟ କରିବେ । ଧନ ପ୍ରାପ୍ତି ହେବାର ଉପଯୁକ୍ତ ସମୟ ଅଟେ ।  ପ୍ରତିକାର:- ଅସହାୟା ମାନଙ୍କୁ ସାହାଯ୍ୟ କରନ୍ତୁ ।

କନ୍ୟା:-

କୌଣସି ଆୟୋଜନ ବା ସମାରୋହରେ ଭାଗ ନେବେ । ନିଜର ଇଛା ବିରୋଧରେ କୌଣସି କର୍ମକରି ଅନୁତାପ କରିବେ । ଅଚାନକ ଭାବରେ କୌଣସି ସମସ୍ୟା ବା ବିବାଦରୁ ଦୂରେଇ ଯିବେ । ମିତ୍ର ଓ ସହଯୋଗୀମାନେ ସମର୍ଥନ କରିବେ । ନିରର୍ଥକ ମନସ୍ତାପ, ମାନସିକ ଅଶାନ୍ତି, ଅସ୍ଥିର ବିଚାର, କର୍ମକ୍ଷେତ୍ର ଓ ପରିବାର ପାଇଁ ଚିନ୍ତାର କାରଣ ହେବ । ବାଦ ବିବାଦ ପରୀକ୍ଷା, ପ୍ରତିଯୋଗିତା  ଓ ମାଲିମକଦ୍ଦମାର ଅବସାନ ହେବ ।  ପ୍ରତିକାର:- ଗୋମାତାଙ୍କୁ ଖାଦ୍ୟ ଦିଅନ୍ତୁ ।

ତୁଳା:-

ଆର୍ଥିକ ସ୍ଥିତିରେ ବହୁତ ସୁଦୃଢ ଓ ସକ୍ଷମ ସ୍ଥିତିରେ ରହିବେ । ଅଫିସରେ କରିଥିବା କାମର ଶୁଭ ସୂଚନା ପାଇବେ । ଉଚ୍ଚ ଅଧିକାରୀଙ୍କ ପ୍ରଶଂସା ମିଳିବ । ବ୍ୟବସାୟ, ଚାକିରୀ ଇତ୍ୟାଦି ଆରମ୍ଭ କରି ପାରିବେ । ମିତ୍ର ବା ଜରୁରୀମନ୍ଦଙ୍କ ସହାୟତା ପାଇଁ ହାତ ବଢାଇବେ । ନିଜର କାମ କରିବା ଷ୍ଟାଇଲରେ କିଛି ବଦଳାଇବାକୁ ଗୁରୁତ୍ଵ ଦେବେ । ସାମାଜିକ ପତିଆରା ଅମଳିନ ରହିବ । କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ରାଜନୀତି କ୍ଷେତ୍ର ସୁଦୃଢ ହେବ ।  ପ୍ରତିକାର:- କୁକୁରକୁ ଖାଦ୍ୟ ଦିଅନ୍ତୁ ।

ବିଛା:-

ନୂଆଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ । ଗୁରୁଜନଙ୍କ ସେବା ଓ ସହମତିରେ ଆଗକୁ ବଢିପାରିବେ । ସମସ୍ତ ଫଇସଲା ଓ ନିର୍ଣ୍ଣୟ ବୁଦ୍ଧିମତାର ପରିପୂର୍ଣ୍ଣ ହେବ । କୌଣସି ସହୃଦୟ ବ୍ୟକ୍ତିଙ୍କଠାରୁ ଯଥେଷ୍ଟ ସହାୟତା ପାଇବେ । ବାଦବିବାଦ, ମାଲିମୋକଦ୍ଦମା, ଖେଳ, କୁଦ, ପ୍ରତିଯୋଗିତାରେ ବିଜୟୀହେବେ । କୌଣସି ମହତ୍ଵପୂର୍ଣ୍ଣ ବ୍ୟକ୍ତିଙ୍କ ସହିତ ଭେଟ ହେବ ।  ପ୍ରତିକାର– ଅସହାୟ ବୃଦ୍ଧଙ୍କୁ ଖାଦ୍ୟ ଦିଅନ୍ତୁ ।

ଧନୁ:-

ବ୍ୟବସାୟ କ୍ଷେତ୍ରରେ ସହଯୋଗୀ ମାନଙ୍କର ପୂର୍ଣ୍ଣ ସାହାଯ୍ୟ ପାଇବେ । ସୁନା, ରୂପା, କଂସା, ପିତ୍ତଳ, ତେଜରାତି, ଷ୍ଟେସନାରୀ, ଔଷଧ ବ୍ୟବସାୟୀ ମାନଙ୍କର ଆଶାତିତ ଲାଭ ହେବ । କୌଣସି ଦୂର ସ୍ଥାନକୁ ଯାତ୍ରା କରିବେ । ଶରିର ସୁସ୍ଥ ରହିବ । ସରକାରୀ କ୍ଷେତ୍ରରେ ନୂତନ କର୍ମ ନିଯୁକ୍ତିର ସୁଯୋଗ ପାଇବେ । ପ୍ରେରଣା ଓ ଆର୍ଥିକ ସହାୟତାରେ ଉତ୍ସାହ ବୃଦ୍ଧି ପାଇବ । ଖେଳ, କୁଦ, ପ୍ରତିଯୋଗିତାରେ ବିଜୟୀ ହେବେ ।  ପ୍ରତିକାର– କୁକୁରକୁ ଖାଇବାକୁ ଦିଅନ୍ତୁ ।

ମକର:-

ଏମିତି କାର୍ଯ୍ୟ ଆଜି କରିବେ ଯାହାକି ଭବିଷ୍ୟତ ଆକାଂକ୍ଷାକୁ ପୂର୍ଣ୍ଣ କରିବ । ଜୀବନରେ ଭରପୁର ଆନନ୍ଦ ପାଇଲାଭଳି ଫାଇଦା ଉଠେଇବେ । କୌଣସି କାର୍ଯ୍ୟ ଆରମ୍ଭ କଲେ ପୁରଣରେ ବିଳମ୍ବ ହେବ । ଉପରିସ୍ଥ କର୍ମଚାରୀ ଦେଇଥିବା ପ୍ରତିଶୃତିରେ ଖିଲାପ କରି ସମସ୍ୟାକୁ ବଢାଇ ଦେବେ । ପାରିବାରିକ ସ୍ତରରେ ବିବାଦୀୟ ପରିସ୍ଥିତି ଭିନ୍ନରୂପ ନେବ ।  ପ୍ରତିକାର–କୌଣସି ପିଲାକୁ ମିଠା ଖାଇବାକୁ ଦେବେ ।

କୁମ୍ଭ:-

ବ୍ୟବସାୟରେ ଉନ୍ନତି ହେବାଫଳରେ ଖୁସି ରହିବେ । ନୂତନ ଦ୍ରବ୍ୟ କ୍ରୟ କରିବେ । ବନ୍ଧୁ ମିତ୍ରଙ୍କର ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ । କଳା, ସାହିତ୍ୟ, କ୍ରିଡାକ୍ଷେତ୍ରରେ ପ୍ରଶଂସା ମିଳିବ । ଧନ ଲାଭ ହେବାରୁ ମନ ଖୁସି ରହିବ । ଧାର୍ମିକ କାର୍ଯ୍ୟରେ ରୁଚି ବଢିବ । ରାଜନୈତିକ କ୍ଷେତ୍ରରେ ପ୍ରତିଷ୍ଠିତ ହେବାପାଇଁ କରିଥିବା ଯୋଜନା ସଫଳ ହୋଇପାରିବ ।  ପ୍ରତିକାର–ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ ।

ମୀନ:-

ନିଜର କାର୍ଯ୍ୟରେ ଲାଭ ହେବାର ସମ୍ଭାବନା ଅଛି । ସରକାରୀ କ୍ଷେତ୍ରରେ ସଫଳତା ମିଳିବ । ଧୈର୍ଯ୍ୟ ସାହସ ଦ୍ଵାରା ହୋଇପାରୁ ନଥିବା କାମ ସୁରୁଖୁରୁରେ ହୋଇଯିବ । ଜାଗାଜମି ଓ ଯାନବାହାନ ସମ୍ବନ୍ଧୀୟ କେତେ ସମସ୍ୟା ସମାଧାନ ହୋଇଯିବ । ବିନୟପୂର୍ଣ୍ଣ କଥା କହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ । ମହିଳାମାନେ ନୂତନପନ୍ଥା ଅନୁସରଣ କରିବେ । ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ ।  ପ୍ରତିକାର-ପିତା ମାତାଙ୍କ ଆଜ୍ଞା ପାଳନ କରନ୍ତୁ ।