ଆଜିର ରାଶିଫଳ, 29 ନଭେମ୍ବର 2019 ଶୁକ୍ରବାର, ଏହି ୪ଟି ରାଶି ଉପରେ ସାଇ ବାବାଙ୍କ କୃପା ରହିବ

୧-ମେଷ

ଚତୁରତା ହେତୁ ବିଗିଡିଥିବା କର୍ମଟିକୁ ସଜାଡି ପାରିବେ । ଶତୃ ଓ ବିରୋଧୀମାନେ ଆପଣଙ୍କ ସାମ୍ନା କରିପାରିବେ ନାହିଁ । ଧନର ଆଗମନ ହୋଇପାରେ । କୌଣସି ନୂତନ କର୍ମ କରିବାକୁ ଚାହୁଁଥିଲେ ସେଥିରେ ବିଜୟଶ୍ରୀ ମିଳିବ । କର୍ମକ୍ଷେତ୍ରରେ ଦାଇତ୍ଵ ବଢିବ । ସମ୍ପତ୍ତି ସମ୍ବନ୍ଧିତ ଶୁଭ ସମାଚାର ଶୁଣିବାକୁ ମିଳିବ । କାର୍ଯ୍ୟ କ୍ଷେତ୍ରରେ ଯଶ ଓ ସମ୍ମାନ ବଢିବ । ବ୍ୟବସାୟରେ ଆଶାତୀତ ଲାଭ ପାଇବେ । ଦାମ୍ପତ୍ୟ ସୁଖରେ ସୁଖୀ, ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ପ୍ରସ୍ତାବ ସ୍ଥିର ହେବ । ଭୌତିକ ସୁଖ ସୁବିଧା ପ୍ରାପ୍ତିହେବ । ଇଲୋକ୍ଟ୍ରୋନିକ୍ ଉପକରଣ, ଉଚ୍ଚ ସ୍ତରୀୟ ବାହନ କ୍ରୟ କରିପାରିବେ । ପ୍ରତିକାର:- ଗୋମାତାକୁ ଖାଦ୍ୟ ଦିଅନ୍ତୁ ।

୨-ବୃଷ

ଗୁରୁଜନଙ୍କ ସେବା ଓ ସହମତିରେ ଆଗକୁ ବଢିପାରିବେ । ସମସ୍ତ ଫଇସଲା ଓ ନିର୍ଣ୍ଣୟ ବୁଦ୍ଧିମତାରେ ପରିପୂର୍ଣ୍ଣ ହେବ । ନିଜର କ୍ଷମତା ଓ ଯୋଗ୍ୟତାକୁ ବହୁତ ଉପଯୋଗ କରିବେ । ରାଜନୀତି ମାମଲାରେ ସଫଳତା ମିଳିବ । କୌଣସି ନୂତନ ବନ୍ଧୁ ବ୍ୟକ୍ତିଙ୍କ ସହିତ ଭେଟ ହେବ । ବିଦେଶ ଯାତ୍ରାରେ ଲାଭବାନ ହେବେ ଓ ଚିତ୍ତପ୍ରସନ୍ନ ଯୋଗେ କାର୍ଯ୍ୟ ସିଦ୍ଧି ହେବ । ରାଜକୀୟ ମାମଲାରେ ସମସ୍ୟା ଦୂରହୋଇ ଉଚ୍ଚ ଆଶାରେ ଆଗେଇବେ । ନୂଆଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ । ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।

୩-ମିଥୁନ

ପରିବାରରେ ଯେତେ ସମସ୍ୟା ଥିଲେ ମଧ୍ୟ ଶାନ୍ତି ଅନୁଭବ କରିବେ । କୌଣସି ରୋଚକ ବା ଜ୍ଞାନବର୍ଦ୍ଧକ ସାହିତ୍ୟ ପ୍ରତି ମନ ବଳାଇବେ । ଆଧ୍ୟାତ୍ମିକ ଓ ଧର୍ମ କାର୍ଯ୍ୟରେ ଲିପ୍ତ ରହିବେ । କେତେକ କ୍ଷେତ୍ରରେ ହତୋତ୍ସାହ ଏବଂ ସ୍ଵାସ୍ଥ୍ୟରେ ଅବନତି ଦେଖାଦେଇ ପାରେ । ସରକାରୀ କାମରେ ସଫଳତା ମିଳିବ । ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ । ରାଜନୀତିରେ ମିତ୍ରଙ୍କ ଦ୍ଵାରା ସହାୟତା ମିଳିବ ଓ ବିରୋଧୀମାନେ କିଛି କ୍ଷତି କରିପାରିବେ ନାହିଁ । ବିଦ୍ୟାଧ୍ୟୟନ କ୍ଷେତ୍ରରେ ସଫଳତା ମିଳିବ । ବୃତ୍ତିଗତ ଦୃଷ୍ଟିରୁ ସ୍ଵାଭିମାନ ସୁରକ୍ଷିତ ରହିବା ଫଳରେ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ । ପ୍ରତିକାର- ଶିବମନ୍ଦିରରେ କଞ୍ଚାକ୍ଷୀର ଢାଳି ପାଦୁକ ପାନ କରନ୍ତୁ ।

୪-କର୍କଟ

ସ୍ଵାସ୍ଥ୍ୟରେ ଉନ୍ନତି ଦେଖାଦେବ । ବାଣିଜ୍ୟ କ୍ଷେତ୍ରରେ ଯାହା ଚିନ୍ତା କରିବେ ତାହା ପୂରଣ ହେବ । ଛୋଟ ଛୋଟ କାମକୁ ବୁଝିବିଚାରି ନକଲେ ଦ୍ଵନ୍ଦରେ ପଡିବେ । ସେୟାର ବଜାରରେ ପୁଞ୍ଜି ନିବେଶ କରିଲେ ବହୁତ ଧନ ପ୍ରାପ୍ତ ହେବ । ନୂତନ ବସ୍ତୁ କ୍ରୟ କରିପାରିବେ । ସ୍ୱାସ୍ଥ୍ୟ ଭଲ ରହିବ । ନୂଆ କାମ କିଛି ଆରମ୍ଭ କରିଲେ ଲାଭବାନ ହେବେ । ରାଜନୀତିରେ ନିଜ ଦକ୍ଷତାରୁ ଉଚ୍ଚ ସମ୍ମାନ ପାଇବେ ଏବଂ ବୁଦ୍ଧିଜୀବୀ ମାନଙ୍କ ସାନ୍ନିଧ୍ୟରେ ଆସିବେ । କାର୍ଯ୍ୟାଳୟ ପରିସ୍ଥିତି ଯେତେ ଜଟିଳ ଥିଲେ ମଧ୍ୟ ସମାଧାନ କରି ପ୍ରଶଂସିତ ହେବେ । ପାରିବାରିକସ୍ତର ହସ ଖୁସିରେ କଟିବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

୫-ସିଂହ

କିଛି ନୂତନ କର୍ମ ଆରମ୍ଭ କରି ନିକଟ ସମ୍ପର୍କୀୟଙ୍କଠାରୁ ପ୍ରଶଂସିତ ହେବେ । ବନ୍ଧୁବାନ୍ଧବ ମାନେ ଆର୍ଥିକ କ୍ଷେତ୍ରରେ ସାହାଯ୍ୟ ସହଯୋଗ କରିବେ । କର୍ମକ୍ଷେତ୍ରରେ ଚିନ୍ତା କରିଥିବା କାମ ଗୁଡିକ ଠିକ୍ ଭାବେ ସଂପୂର୍ଣ୍ଣ କରି ପାରିବେ । ପାରିବାରିକ ମାମଲା ବହୁତ ସହଜ ସରଳ ହେବ । ବହୁତ ଦିନରୁ ଚିନ୍ତା କରୁଥିବା କାମ ଅଳ୍ପ ପ୍ରୟାସରେ ପୂର୍ଣ୍ଣ ହୋଇଯିବ । ଯାନବାହନ ଆଦି କ୍ରୟ କରିପାରିବେ । ବିଦ୍ୟାରେ ଉନ୍ନତି କରିବେ । ଲୋକସମ୍ପର୍କ, ସମାଜସେବା, ଧାର୍ମିକ ଅନୁଷ୍ଠାନରେ ଲାଭ ପାଇବେ । ପ୍ରତିକାର-ମାଦକଦ୍ରବ୍ୟ ଓ ଆମିଷ ସେବନ କରନ୍ତୁ ନାହିଁ ।

୬-କନ୍ୟା

କର୍ମକ୍ଷେତ୍ରରେ ଯେତିକି ପାଇବା କଥା ସେତିକି ହିଁ ପାଇବେ । ପଢାପଢିରେ ମାନସିକ ଶାନ୍ତି ମିଳିବ । ଅପେକ୍ଷା କରିଥିବା କାମର ଶୁଭସୂଚନା ମିଳି ପାରେ । କଳା, ସାହିତ୍ୟ ଓ ସଭାସମିତିରେ ସଫଳତା ହାସଲ କରିବେ । ଧାର୍ମିକ କାର୍ଯ୍ୟପ୍ରତି ଆଗ୍ରହୀ ହେବେ । ସମ୍ପର୍କୀୟ ବନ୍ଧୁ ସାହାଯ୍ୟ ସହଯୋଗ କରିବେ । ରାଜନୀତିରେ କେତେକ କ୍ଷେତ୍ରରେ ସୁବିଧା ଓ ସମ୍ମାନ ପାଇବେ । ପରିବାରରେ ଆର୍ଥିକ ସମସ୍ୟା ସମାଧାନ ହୋଇଯିବ । ବ୍ୟବସାୟରେ ପ୍ରଚୁର ଲାଭହେବ ଓ ବ୍ୟବସାୟ ପାଇଁ ଦୂରଯାତ୍ରା କରି ମନ ଖୁସି ରହିବ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

୭-ତୁଳା

ଶତୃମାନେ ମଥାନତ କରିବେ । ପାରିବାରିକ କ୍ଷେତ୍ରରେ କେତେକ କର୍ମରେ ସଫଳତା ପ୍ରାପ୍ତି ହେବ । ବାଦବିବାଦ, ମାଲିମୋକଦ୍ଦମା ଓ କୋର୍ଟ କଚେରୀ ମାମଲାରେ ବିଜୟୀ ହେବେ । ହାତକୁ ନେଇଥିବା କାର୍ଯ୍ୟଟି ପାଇଁ ପରିଶ୍ରମ କରିବାକୁ ପଡିବ । ଶୁଭକାମ କରି ପ୍ରଶଂସିତ ହେବେ । ସାହିତ୍ୟଚର୍ଚ୍ଚା ଓ ସଭାସମିତିରେ ସଫଳତା ମିଳିବ । ପୁରାତନ ରୋଗର ଉପସମ ଓ ବନ୍ଧୁ ସମାଗମ ହେବ । ପଡା ପଡୋଶୀ ବନ୍ଧୁ ମିତ୍ରଙ୍କ ବ୍ୟବହାରରେ ମନ ଆନନ୍ଦ ହୋଇପାରେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

୮-ବିଚ୍ଛା

କ୍ରିଡା ପ୍ରତିଦ୍ଵନ୍ଦିତା, ପ୍ରତିଯୋଗିତା ପରୀକ୍ଷା, ସାକ୍ଷାତ୍କାରରେ ଉତ୍ତୀର୍ଣ୍ଣ ହୋଇ ଗୁରୁତ୍ୱପୂର୍ଣ୍ଣ ବିଭାଗର ଦାୟିତ୍ୱ ନେଇ ପାରନ୍ତି । ପାରିବାରିକସ୍ଥିତି ସନ୍ତୋଷ ଜନକ ହେବ । ରାଜନୀତିରେ ସଫଳତା ମିଳିବ । ଭଲ ଭାବରେ ଚିନ୍ତା କରି କାମରେ ଆଗେଇ ଚାଲନ୍ତୁ କୌଣସି ଅସୁବିଧା ହେବ ନାହିଁ । ସାମାଜିକ ସ୍ତରରେ ସମ୍ମାନ ଲାଭ କରିବେ । ପରିବହନରେ ବିଶେଷ ଲାଭବାନ ହେବେ । କାର୍ଯ୍ୟାଳୟରେ ଲାଗି ରହିଥିବା ସମସ୍ୟା ଦୂର ହେବ । କୋର୍ଟ କଚେରୀ ମାମଲାର ଶୁଣାଣି ସପକ୍ଷରେ ଯିବ । କଳେବଳେ କୌଶଳରେ ଅର୍ଥ ସଂଗ୍ରହ କରି ମଉଜ ମଜଲିସ୍ କରିବା ପାଇଁ ସମୟ ପାଇବେ । ପ୍ରତିକାର:- ଗୋମାତାକୁ ଖାଦ୍ୟ ଦିଅନ୍ତୁ ।

୯-ଧନୁ

କର୍ମକ୍ଷେତ୍ରରେ ସ୍ଥାନାନ୍ତର ଓ ମତାନ୍ତର ଭୟ ଦୂରେଇ ଯିବା ଫଳରେ କୌଶଳ ପ୍ରୟୋଗ କରି ସମସ୍ତ ପ୍ରକାର ଅଭିଳାଷ ପୂରଣ କରିବାକୁ ଚେଷ୍ଟା କରିବେ । ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ନିଜ ଚେଷ୍ଟାରେ ବାକିଥିବା ଅର୍ଥ ପାଇବେ । କୌଣସି ଗୁରୁତ୍ୱପୂର୍ଣ୍ଣ ନିସ୍ପତି ନେଲେ ଶତୃମାନେ ଦୂରେଇ ଯିବେ । ମାନସିକ ଦୁଶ୍ଚିନ୍ତାଦୂରହେବ । ଋଣମୁକ୍ତିପାଇଁ ରାସ୍ତା ଦେଖାଦେବ । ଶତୃବାଧା ଦୂରେଇ ଯିବ । ଆୟବୃଦ୍ଧି, କର୍ମ କ୍ଷେତ୍ରରେ ଲୋକ ସମ୍ପର୍କ ବୃଦ୍ଧି ହେବ । ବ୍ୟବସାୟରେ ଲାଭର ପରିମାଣ ଅଧିକ ହେବ । ମାନ, ସମ୍ମାନ, ଯଶ, ପ୍ରତିଷ୍ଠା, ପ୍ରତିପତ୍ତି ଓ ସୁଖ ସମ୍ପଦ ପ୍ରାପ୍ତିହେବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

୧୦-ମକର

ଚେଷ୍ଟା କଲେ କାହାକୁ ଦେଇଥିବା ଧନ ମିଳିଯିବ । ଦୀର୍ଘ ସମୟରୁ ପ୍ରତୀକ୍ଷା କରିଥିବା ଖବର ପାଇ ଖୁସି ହେବେ । ପୈତୃକ ସମ୍ପତ୍ତିକୁ ନେଇ ବାଦବିବାଦ ଲାଗି ରହିଥିଲେ ତାହାର ସମାଧାନ କରି ପାରିବେ । ପାରିବାରିକ ସ୍ନେହ ସହାନୁଭୁତି ପ୍ରାପ୍ତି ହେବ । ପରସ୍ପରକୁ ସାହାଯ୍ୟ ସହଯୋଗ କରି ଗଠନମୂଳକ ଦିଗପ୍ରତି ଆଗ୍ରହ ଓ ଉତ୍ତମ ଯୋଜନାବଦ୍ଧ ହେବାର ସମ୍ଭାବନା ଅଛି । ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ । ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ । ପରୀକ୍ଷା ଓ ପ୍ରତିଦ୍ଵନ୍ଦିତାରେ ସଫଳ ହେବେ । ବୁଦ୍ଧି ବିବେକ ଖେଳାଇ ପ୍ରତିକୂଳ ସ୍ରୋତକୁ ଅନୁକୂଳ ଦିଗରେ ମୁହାଁଇ ଦେବାକୁ ମଧ୍ୟ ସାମର୍ଥ୍ୟ ଯୁଟିବ । ପ୍ରତିକାର:- କୁକୁରକୁ ଖାଦ୍ୟ ଦିଅନ୍ତୁ ।

୧୧-କୁମ୍ଭ

ପାରିବାରିକ ଶାନ୍ତିଶୃଙ୍ଖଳା ବୃଦ୍ଧି ହେବା ସହ ଗଠନମୂଳକ କାର୍ଯ୍ୟ ପାଇଁ ପ୍ରସ୍ତୁତି ଆରମ୍ଭ କରିବେ । ବିଦ୍ୟାଧ୍ୟୟନ କ୍ଷେତ୍ରରେ ସଫଳତା ମିଳିବ । ରାଜନୈତିକ କ୍ଷେତ୍ରରେ ପଦବୀ ଲାଭ ଓ ପଦସ୍ଥ ବ୍ୟକ୍ତିଙ୍କର ଆସ୍ଥାଭାଜନ ହେବେ । ସନ୍ତାନ ସନ୍ତତିଙ୍କ ତରଫରୁ ଆଶାବାଦୀ ହେବେ । ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବାରୁ ମନ ଭଲ ରହିବ । କର୍ମକ୍ଷେତ୍ରରେ ସହକର୍ମୀମାନେ ସାହାଯ୍ୟ ସହଯୋଗ କରିବେ । ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ ସଫଳତା ମିଳିବ । ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ ।

୧୨-ମୀନ

ନ୍ୟାୟମାର୍ଗ ଓ ମିଷ୍ଟ ବଚନ ଯୋଗେ ନିମ୍ନବର୍ଗ ଲୋକଙ୍କ ଠାରୁ ସମ୍ମାନ ପାଇବା ସମ୍ଭବ ହେବ । ମହିଳାମାନଙ୍କର କର୍ମକ୍ଷେତ୍ରରେ ସୁଯୋଗ ହାତଛଡା ହେବାର ନାହିଁ । ରାଜନୀତି ମାମଲାରେ ତରବାରିଆ ହିସାବରେ କୌଣସି କାର୍ଯ୍ୟ ନକରି ସବୁଆଡକୁ ନଜର ଦେଇ କାମ କରିବା ଉଚିତ୍ । କାର୍ଯ୍ୟକ୍ଷେତ୍ରରେ ନୂତନ ପଦକ୍ଷେପ ନେବା ଫଳରେ ଆଶାତୀତ ଲାଭ ପାଇବେ । ପାରିବାରିକ ଜୀବନ ଆନନ୍ଦମୟ ହେବ । ବନ୍ଧୁ ମିତ୍ରମାନେ ଶତ୍ରୁତା ଆଚରଣ କରି ପାରନ୍ତି ମନକଥା ମନରେ ରଖି ବନ୍ଧୁଙ୍କ ସହ ମିଶିଲେ ଭଲ ହେବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।