ଆଜିର ରାଶିଫଳ, 3 ଅକ୍ଟୋବର 2019 ଗୁରୁବାର, ମା ଲକ୍ଷ୍ମୀ ଆଜି ଏହି ୪ଟି ରାଶି ଉପରେ କୃପା କରିବେ

୧-ମେଷ

ସ୍ୱାସ୍ଥ୍ୟ ଭଲ ରହିବ । ପ୍ରେମସମ୍ବନ୍ଧ ଓ ଦାମ୍ପତ୍ୟ ଜୀବନରେ ମଧୁରତା ସୃଷ୍ଟି ହେବ । ଧାର୍ମିକ କାର୍ଯ୍ୟରେ ପ୍ରେରଣା ଓ ଉତ୍ସାହ ପ୍ରାପ୍ତି ହେବ । କର୍ମକ୍ଷେତ୍ରରେ ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ ଓ ଆୟ ବୃଦ୍ଧି ହେବ । ସାଧାରଣ ଲୋକମାନଙ୍କୁ ସାହାଯ୍ୟ କରିବା ଫଳରେ ସମ୍ମାନୀତ ହେବେ । ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ । ବନ୍ଧୁ ବାନ୍ଧବଙ୍କ ସହଯୋଗରେ କେତେକ ସମସ୍ୟାର ସମାଧାନ ହେବ । ନୂଆ ବେପାରୀଙ୍କ ସହ ସମ୍ପର୍କ ଯୋଗୁଁ ନୂତନ ବ୍ୟବସାୟର ଯୋଜନା କରିବେ । ବ୍ୟବସାୟ କ୍ଷେତ୍ରରେ ଚେଷ୍ଟା କଲେ ବହୁତ ଦିନରୁ ରହିଥିବା ବାକିଟଙ୍କା ମିଳିଯିବ । ପ୍ରତିକାର– ଷଣ୍ଢକୁ ଖାଇବାକୁ ଦିଅନ୍ତୁ ।

୨-ବୃଷ

ନୂତନ କର୍ମାରମ୍ଭ ହେତୁ ନୂଆ ଉତ୍ସାହ ନେଇ କାମ କରିବେ । ଦୂରବନ୍ଧୁଙ୍କ ସୌଜନ୍ୟମୂଳକ ସାକ୍ଷାତ ଲାଭକରି ଖୁସୀହେବେ । ଶିଳ୍ପ, ବାଣିଜ୍ୟ, ପରିବହନ ବ୍ୟବସାୟ ଓ ନିର୍ମାଣ କ୍ଷେତ୍ରରେ ଉନ୍ନତମାନର ଫଳ ପାଇବେ । ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବା ପାଇଁ ଯୋଗାଯୋଗ କରି ପାରିବେ । ସଭାସମିତି, କ୍ରୀଡ଼ା, କଳା, ସଙ୍ଗୀତ କ୍ଷେତ୍ରରେ ଆଶାନୁଯାୟୀ ଫଳ ପାଇବେ । ସାଙ୍ଗଠନିକ କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ପଡ଼ିପାରେ । ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ଯଶସ୍ୱୀ ହେବେ ।  ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

୩-ମିଥୁନ

ସାଧୁ, ସତ୍ୟବାଦୀ, ଧର୍ମାତ୍ମା, ଗୁରୁ ବ୍ରାହ୍ମଣଙ୍କ ସହ ସମ୍ପର୍କ ସ୍ଥାପନ ହେବ । କର୍ମକ୍ଷେତ୍ରରେ ଅଧିକ କାର୍ଯ୍ୟର ଦାୟିତ୍ଵ ନେଇ ଧାଦୌଡ କରିବା ଫଳରେ କଷ୍ଟ ସ୍ଵୀକାର କରିବେ । ଆତ୍ମୀୟ ସ୍ଵଜନଙ୍କ ପାଇଁ ଭୋଗ ବିଳାସଦ୍ରବ୍ୟ ଓ ଗୃହୋପକାରଣ କ୍ରୟକରିବେ । ବ୍ୟବସାୟ କ୍ଷେତ୍ରରେ କଠିନ ପରିଶ୍ରମ ଫଳରେ ଆଶାତୀତ ଲାଭ ପାଇବେ । ମହିଳାମାନେ ପିଲାମାନଙ୍କ କାର୍ଯ୍ୟରେ ଖୁସି ହେବେ । କର୍ମକ୍ଷେତ୍ରରେ  କ୍ଷମତା ଓ ଶକ୍ତି ବଳରେ ନିଜର ସମୟ ବିତାଇବେ । ଧାର୍ମିକ କାର୍ଯ୍ୟରେ ମନ ଲାଗିବ ଏବଂ ତୀର୍ଥଯାତ୍ରା ମଧ୍ୟ କରି ପାରନ୍ତି । ପିତା ମାତାଙ୍କ ଠାରୁ ସହଯୋଗ ମିଳିବ । ବନ୍ଧୁ ପରିବାର ଠାରୁ ସୁଖ ମିଳିବ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

୪-କର୍କଟ

କଠିନରୁ କଠିନତମ କାର୍ଯ୍ୟକୁ ଧୈର୍ଯ୍ୟରସହ ସମ୍ପାଦନ କରି ପାରିବେ । ସାଧାରଣ କେତେକ ସୁବିଧା ସୁଯୋଗକୁ ବାଦ୍ ଦେଲେ ଅନ୍ୟାନ୍ୟ କ୍ଷେତ୍ରରେ ସାମାନ୍ୟ ବ୍ୟତିକ୍ରମ ଦେଖାଦେଇ ପରେ । କର୍ମକ୍ଷେତ୍ରରେ କୌଣସି ଅସୁବିଧା ହେବ ନାହିଁ । ବ୍ୟବସାୟିକ କ୍ଷେତ୍ରରେ ଉନ୍ନତିହେବ । ସୁଖ ସମୃଦ୍ଧି ବୃଦ୍ଧି  ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ରାଜନୀତିରେ ଲୋକପ୍ରିୟତା ହାସଲ କରିବେ । କିନ୍ତୁ ଗାମ୍ଭୀର୍ଯ୍ୟପୂର୍ଣ୍ଣ ଯୁକ୍ତିଯୁକ୍ତ କଥା ପରିସ୍ଥିତିକୁ ସମ୍ଭାଳିବାରେ ସମର୍ଥ ହୋଇ ପାରିବ । ମନ ଭଲ ରହିବ ନାହିଁ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

୫-ସିଂହ

ନିକଟସ୍ଥ ବ୍ୟକ୍ତି ସାହାଯ୍ୟ କରିବା ଦ୍ଵାରା ବ୍ୟବସାୟରେ ସଫଳତା ମିଳିବ । ପ୍ରତିଯୋଗିତା ମୂଳକ କାର୍ଯ୍ୟରେ କୃତିତ୍ଵ ଲାଭ କରିବେ । ନିଜ ଦକ୍ଷତାରୁ ଉଚ୍ଚ ସମ୍ମାନ ପାଇବେ ଏବଂ ବୁଦ୍ଧିଜୀବୀ ମାନଙ୍କ ସାନ୍ନିଧ୍ୟରେ ଆସିବେ । ଅଫିସ୍ ପରିସ୍ଥିତି ଯେତେ ଜଟିଳ ଥିଲେ ମଧ୍ୟ ସହଜରେ ସମାଧାନ କରିପାରିବେ । ଆରମ୍ଭ କରିଥିବା କାର୍ଯ୍ୟ ଶେଷ କରି ପାରିବେ । କର୍ମକ୍ଷେତ୍ରରେ ଅତ୍ୟଧିକ ପରିଶ୍ରମ କରିବା ଫଳରେ ପ୍ରଶଂସିତ ହେବେ । ପାରିବାରିକ କ୍ଷେତ୍ରରେ ଶୁଭଖବର ପାଇ ଖୁସି ହେବେ ଓ ହସ ଖୁସିରେ ସମୟ କଟିବ । ବାଦବିବାଦ, ମାଲିମୋକଦ୍ଦମାରେ ସଫଳ ହେବେ ଓ ସୁଖ ସମୃଦ୍ଧି ବୃଦ୍ଧିହେବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

୬-କନ୍ୟା

କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ । ରାଜନୈତିକ କ୍ଷେତ୍ରରେ ଲୋକସମର୍ଥନ, ଦଳସମର୍ଥନ ବୃଦ୍ଧିପାଇବା ସହ ମୁଖ୍ୟନେତାଙ୍କର ପ୍ରିୟପାତ୍ର ହେବେ । ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହେବ । ଦାମ୍ପତ୍ୟ ସୁଖରେ ମଧୁରତା ଆସିବ ଓ ଅଧିକ ଘନିଷ୍ଠତା ହେବ । ଶୁଭ ସମ୍ବାଦ ପାଇ ଦୂରଯାତ୍ରାରେ ସଫଳ ହେବେ । ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ-ପ୍ରସଙ୍ଗରେ ମଧୁରତା ଆସିବ । ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବ । ଉଚ୍ଚ ଶିକ୍ଷା ହାସିଲ କରିବା ପାଇଁ ପ୍ରୟାସରତ ରହିବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

୭-ତୁଳା

ନିର୍ମାଣ କାର୍ଯ୍ୟରେ ବନ୍ଧୁ ମିତ୍ର ସହଯୋଗୀମାନେ ସାହାଯ୍ୟ ସହଯୋଗ କରି କାର୍ଯ୍ୟ ସଫଳ ହେବ । ଚାକିରୀ କ୍ଷେତ୍ରରେ ପଦୋନ୍ନତି ହେବା ସହ ସ୍ଥାନାନ୍ତର ମଧ୍ୟ ହୋଇପାରେ । ଭବିଷ୍ୟତ ପାଇଁ ଯୋଜନା କରି ପୁଞ୍ଜି ନିବେସ କରିବେ । ମାଲିମୋକଦ୍ଦମାରେ ଜିତି କୀର୍ତ୍ତୀ ମାନ-ପ୍ରତିଷ୍ଠାରେ ବୃଦ୍ଧି ହେବ । ସାମାଜିକ ଉତ୍ସବରେ ଭାଗ ନେଲେ ବିଶିଷ୍ଟ ବ୍ୟକ୍ତିଙ୍କ ସହ ସମ୍ପର୍କ ହୋଇପାରେ । ପରିବାରରେ ଯେତେ ସମସ୍ୟା ଥିଲେ ମଧ୍ୟ ଶାନ୍ତି ଅନୁଭବ କରିବେ । ଛାତ୍ରଛାତ୍ରୀ ମାନଙ୍କର ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ ଓ ପରୀକ୍ଷା ପରିଣାମ ଅନୁକୂଳ ହେବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

୮-ବିଚ୍ଛା

ଆର୍ଥିକ ଉନ୍ନତି ଓ ଶାରିରୀକ ସୁସ୍ଥତା ଦେଖାଦେବ । ବ୍ୟବସାୟ ବଢାଇବାରେ ସମର୍ଥ ହେବେ । ରାଜନୀତିରେ କ୍ଷମତା ଶକ୍ତି ବଳରେ ନିଜର ଭାବମୂର୍ତ୍ତି ଅକ୍ଷୁର୍ଣ୍ଣ ରହିବ । ଛାତ୍ର ଛାତ୍ରୀମାନେ ବାହ୍ୟ ଦେଶକୁ ଯାତ୍ରା କରିବେ । ନୂଆ ନିଯୁକ୍ତି ଯୋଗ ଅଛି । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ସୁଖ ସମୃଦ୍ଧି ବୃଦ୍ଧିହେବ । କର୍ମଚାରୀ ଓ ଶ୍ରମିକମାନେ ବେସୀ ଉପକୃତ ହେବେ । ତଳ ମହଲରୁ ଆଶାତୀତ ଲାଭ ପାଇବେ । ଟେଲିଫୋନ୍ ଦ୍ଵାରା କୌଣସି ମହତ୍ଵପୂର୍ଣ୍ଣ ସୂଚନା, ସନ୍ଦେଶ, ଅର୍ଡର ବା ପେମେଣ୍ଟ ଆଦି ପ୍ରାପ୍ତ ହେବ । ପ୍ରତିକାର- ମୁହଁ ମିଠାକରି ଘରୁ ବାହାରନ୍ତୁ ।

୯-ଧନୁ

ନିଜର ଯୋଜନା ମୁତାବକ କାମକଲେ କୌଣସି ପ୍ରକାର ଅସୁବିଧା ହେବନାହିଁ । ରାଜନୀତି କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ । ପାରିବାରିକ ସମସ୍ୟା ସୁଧାରିବା ପାଇଁ ଚେଷ୍ଟା କରିବେ । ଆର୍ଥିକ ଦିଗର ଅଭିବୃଦ୍ଧି କାରଣରୁ ଗଠନମୂଳକ ତଥା ସେବାସମ୍ବନ୍ଧିତ କ୍ଷେତ୍ରରେ ଉଚ୍ଚ ଭୂମିକା ଗ୍ରହଣ କରିବେ । ସାମ୍ବାଦିକ, ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ । ଆଇନ, ଅଦାଲତ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବ । କୌଣସି ସହୃଦୟ ବ୍ୟକ୍ତିଙ୍କଠାରୁ ଯଥେଷ୍ଟ ସହାୟତା ପାଇବେ । ରୋଜଗାର ସମସ୍ୟା ସୁଧୁରି ଯିବ । ଧନଲାଭ ହେବାରୁ ମନ ଖୁସି ରହିବ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

୧୦-ମକର

ପ୍ରତେକ କ୍ଷେତ୍ରରେ ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ । ଅପେକ୍ଷା କରିଥିବା କାର୍ଯ୍ୟଟି ପୂରଣ କରିବା ପାଇଁ ଚେଷ୍ଟା କରିବେ । ବନ୍ଧୁମାନଙ୍କ ସାହାଯ୍ୟ ପାଇ ପାରିବାରିକ ତିକ୍ତତାର ସମାପ୍ତି ହେବ । ବିଦ୍ୟା କ୍ଷେତ୍ରରେ ଯଶ ପ୍ରାପ୍ତି ହେବ । ନିଜର ଚତୁରତା ଓ ବିବେକ ହେତୁ ବିପରୀତ ପରିସ୍ଥିତିକୁ ମୁକାବିଲା କରିବେ । ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରି ପାରନ୍ତି । ଅଚାନକ ଭାବରେ କୌଣସି ସୁସମ୍ବାଦ ଶୁଣିବେ । ବ୍ୟବସାୟୀମାନଙ୍କର ଭଲ ଲାଭ ହେବ । ଧର୍ମାନୁଷ୍ଠାନରେ ସମୟ କଟେଇବା ପାଇଁ ମନ ବଳାଇବେ । ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।

୧୧-କୁମ୍ଭ

ବୈଷୟିକ ଅଭିବୃଦ୍ଧିକୁ ତ୍ୱରାନ୍ୱିତ କରି ଉଚ୍ଚମାନ୍ୟତାର ଅଧିକାରୀ ହେବେ । ଏକାକୀତ୍ଵର ପରିଧିରେ ନିଜକୁ ସଜାଇ ପାରନ୍ତି । ଜ୍ଞାନ-ଗବେଷଣା ସ୍ତରରେ କୃତକାର୍ଯ୍ୟ ହୋଇ ଯଶ ମାନ ପ୍ରତିଷ୍ଠା ପ୍ରାପ୍ତି ହେବ । ବନ୍ଧୁବାନ୍ଧବ ଦିଗରୁ ସ୍ଵାର୍ଥପ୍ରବଣତାର ଅଭିବୃଦ୍ଧି ଘଟିବ । ଯଦି କୌଣସି ନୂତନ ଯୋଜନାର କ୍ରିୟାନ୍ୱିତ କରିବାକୁ ଚାହୁଁଥାନ୍ତି, ତା’ ହେଲେ ଆଗେଇ ନବା ଉଚିତ୍ । ଅନେକ ସମସ୍ୟାର ସମାଧାନ ହୋଇ ପରିବାରରେ ହସ ଖୁସିର ବାତାବରଣ ଖେଳିଯିବ । ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ । ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

୧୨-ମୀନ

ପାରିବାରିକ ବ୍ୟବସ୍ଥା ପରି ବର୍ତ୍ତନ ସାଙ୍ଗକୁ ଅର୍ଥ ସଙ୍କଟରୁ ମୁକ୍ତି ମିଳିବ । ମହିଳାମାନେ ପରିବାରରେ ଆଦରଣୀୟା ହୋଇ ସୁଖଭୋଗ କରିବେ । ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନ ବୃଦ୍ଧି ହେବ । ନ୍ୟାୟମାର୍ଗ ଓ ମିଷ୍ଟ ବଚନ ଯୋଗେ ନିମ୍ନବର୍ଗ ଲୋକଙ୍କ ଠାରୁ ସମ୍ମାନ ପାଇବା ସମ୍ଭବ ହେବ । କର୍ମକ୍ଷେତ୍ରରେ ସତକଥା କହି ନିଜ ପରିସରରେ ପ୍ରଶଂସିତ ହୋଇପାରନ୍ତି । ବ୍ୟବସାୟରେ ଉନ୍ନତି ଫଳରେ ଅଶାତୀତ ଲାଭବାନ୍ ହେବେ । ଆର୍ଥିକ ସ୍ଥିତି ସୁଦୃଢ଼ ହେବ ଓ କରଜ ଭାରରୁ ମୁକ୍ତି ମିଳିବ । ରାଜନୈତିକ କ୍ଷେତ୍ରରେ ପ୍ରଶଂସିତ ହେବେ । ପଡାପଡୋଶୀ ବନ୍ଧୁ ମିତ୍ରଙ୍କ ବ୍ୟବହାରରେ ମନ ବିଚଳିତ ହେବ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।