ଆଜିର ରାଶିଫଳ 3 ଅଗଷ୍ଟ 2019, ଶନିବାର, ଶନିଦେବ ଙ୍କ କୃପାରୁ ଏହି ୪ଟି ରାଶି ଧନ ଲାଭ କରିବେ ଓ ଦୁଃଖ ଦୂର ହେବ

ମେଷ:-

ପରୀକ୍ଷା ପ୍ରତିଯୋଗିତାରେ ଶୁଭଫଳ ମିଳିବ । ସମସ୍ୟା ସମାଧାନ ପାଇଁ ବନ୍ଧୁଙ୍କ ସାହାଯ୍ୟ ନେଇ ଆଲୋଚନା କ୍ଷେତ୍ରରେ ସୁଫଳ ପାଇବେ । ଧର୍ମକାର୍ଯ୍ୟପ୍ରତି ମନବଳାଇ ବହୁତ ଶାନ୍ତି ଲଭିବେ । ପରିବାରରେ ସାଧାରଣ ପରିବର୍ତ୍ତନ ଘଟି ଆଶା ଆକାଂକ୍ଷା ପୂର୍ତ୍ତି ଘଟିବ । କିଛି ଅସୁବିଧା ନଥିଲେ ମଧ୍ୟ କର୍ମକ୍ଷେତ୍ରରେ କୌଣସି କାରଣକୁ ନେଇ ଟେନସନ୍ ଲାଗିବ । ବ୍ୟବସାୟୀକ କାରବାରର ଗତି ରୀତିରେ ପରିବର୍ତ୍ତନର ଆଶଙ୍କା ନାହିଁ । ଦାମ୍ପତ୍ୟ ସୁଖରେ ମଧୁରତା ଆସିବ ଓ ଅଧିକ ଘନିଷ୍ଠତା ହେବ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ମିତ୍ରମାନଙ୍କ ଦ୍ଵାରା ଲାଭ ପାଇବେ ।  ପ୍ରତିକାର- ଅସହାୟକୁ ନିରାଶ କରିବେ ନାହିଁ ।

ବୃଷ:-

ଅର୍ଥ ସଂପର୍କିତ  ଚୁକ୍ତିପତ୍ର କଲେ ପ୍ରଚୁର ଲାଭବାନ ହେବେ । କର୍ମ କ୍ଷେତ୍ରରେ ପୈତୃକ ସମ୍ପତ୍ତିକୁ ନେଇ  ପାରିବାରିକ ଦ୍ଵନ୍ଦ ମେଣ୍ଟିଯିବ ଓ ମାନସିକ ଏକାଗ୍ରତା ବଜାୟ ରହିବ । ସାମାଜିକ ସ୍ତରରେ ପ୍ରଶଂସିତ ହେବେ । ଆଶା କରୁଥିବା କାମଟି ବନ୍ଧୁଙ୍କ ଦ୍ଵାରା ସହଜ ସୁବିଧାରେ ହୋଇଯିବ । ସାଙ୍ଗ ସାଥିମାନେ ସାହାଯ୍ୟ ସହଯୋଗ କରିବେ । ସାହିତ୍ୟ, କଳାରେ ଉଚ୍ଚ ପ୍ରଶଂସା ପାଇବେ । ସ୍ଥଗିତଥିବା କର୍ମଟି ପୂରଣ ହେବ । ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ । ବାଣିଜ୍ୟ କ୍ଷେତ୍ରରେ ଦୁଃସାହସିକ ପଦକ୍ଷେପ ନେଇ ବନ୍ଦ ହୋଇଥିବା ବେପାର ପୁଣି ଚାଲୁ କରି ପାରିବେ ।  ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ମିଥୁନ:-

କର୍ମଚାରୀମାନେ ଭାରସାମ୍ୟ ରକ୍ଷାକରି ନିମ୍ନବର୍ଗଙ୍କ ଯୋଗେ ପରିସ୍ଥିକୁ ନିଜ ତରଫରେ ନେଇ, ସ୍ଵାର୍ଥସିଦ୍ଧିର ପଥକୁ ପ୍ରଶସ୍ତ କରିବେ । ପାରିବାରିକ କ୍ଷେତ୍ରରେ ଆତ୍ମସନ୍ତୋଷ ଲାଭ ଓ ସାମାଜିକ ଭାବମୂର୍ତ୍ତି-ସୁରକ୍ଷା ହେବ । କର୍ମକ୍ଷେତ୍ରରେ ନିଜକୁ ନିୟନ୍ତ୍ରଣ ମଧ୍ୟରେ ରଖିବାପାଇଁ ସମର୍ଥ ହେବେ । ପରିବାରର ଆବଶ୍ୟକତା ପୂରଣ ଦିଗରେ ସାମାନ୍ୟ ଖର୍ଚ୍ଚାନ୍ତ ହେବେ । ବ୍ୟବସାୟ ପରିଚାଳନାଗତ ସମସ୍ୟା ନେଇ ପ୍ରିୟବନ୍ଧୁ ଆର୍ଥିକ ସହାୟତାର ହାତ ବଢେଇବେ । ପରିବାରରେ କାହାର ସ୍ଵାସ୍ଥ୍ୟସମସ୍ୟା ନେଇ ମାନସିକ ଚିନ୍ତା ବୃଦ୍ଧି ପାଇପାରେ ।  ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

କର୍କଟ:-

ବ୍ୟବସାୟରେ ଉନ୍ନତି ସହିତ ବାସସ୍ଥାନ ବା ଯାନବାହାନର ନବୀକରଣ ଇତ୍ୟାଦି ନାନାବିଧ ସୁଯୋଗ ପ୍ରାପ୍ତି ହେବ । ବୃତ୍ତିଗତ କର୍ମକୁ ଅଧିକ ଗୁରୁତ୍ଵ ଦେଇ ଚାକିରି କ୍ଷେତ୍ରରେ ଉନ୍ନତି ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ । ପାରିବାରିକ ତିକ୍ତତାର ସମସ୍ୟା ଦୂର ହେବ । ମନୋରଞ୍ଜନ କାର୍ଯ୍ୟ କ୍ରମରେ ଯୋଗଦେଇ କଳାସଙ୍ଗୀତ ଓ ନୃତ୍ୟ ଗୀତରେ ମଜ୍ଜି ରହିବେ । ରାଜନୀତି କ୍ଷେତ୍ରରେ ସାଧାରଣ ଲୋକ ସମ୍ପର୍କ ବଢିଯିବ । ସାମାଜିକ ସ୍ତରରେ ସହନଶୀଳତା ଗୁଣରୁ ପ୍ରଶଂସିତ ହେବେ । ନୂତନ କାର୍ଯ୍ୟରେ ହାତଦେଇ କୃତ କାର୍ଯ୍ୟ ହେବେ । କୋର୍ଟ କଚେରୀ ମାମଲାରେ ବିଜୟୀ ହେବେ ।  ପ୍ରତିକାର- ମୁହଁ ମିଠାକରି ଘରୁ ବାହାରନ୍ତୁ ।

ସିଂହ:-

ଆର୍ଥିକ ପରିସ୍ଥିତି ଉତ୍ତମ ଥିଲେ ମଧ୍ୟ ବସନ ଭୂଷଣରେ ଅଧିକ ବ୍ୟୟ ଘଟିବ । ପରିବାରରେ ମନୋମାଳିନ୍ୟ ଥିଲେ ଆଜି ଚେଷ୍ଟାକଲେ ମେଣ୍ଟିଯିବ । ପରୀକ୍ଷା ଓ ପ୍ରତିଦ୍ୱନ୍ଦିତାରେ ବିଜୟୀ ହେବେ । ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବାରୁ ମନ ଭଲ ରହିବ । ଶେଷ କରିବାକୁ ଚାହୁଁଥିବା କର୍ମଟି ପୂରଣ ହୋଇଯିବ । ବ୍ୟବସାୟ କ୍ଷେତ୍ରରେ ସମସ୍ୟା ଦୂର ହୋଇଯିବା ଫଳରେ ଆଶାତୀତ ଲାଭହେବ । ସଭାସମିତି, ସାହିତ୍ୟ ଓ କଳାରେ ପ୍ରଶଂସିତ ହେବେ । ରାଜନୈତିକ କ୍ଷେତ୍ରର ସାବଧାନତା ପୂର୍ବକ ପାଦ ବଢେଇବା ବୁଦ୍ଧିମତାପୂର୍ଣ୍ଣ ହେବ ।  ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

କନ୍ୟା:-

କଠିନ ପରିଶ୍ରମ କରିବା ଦ୍ଵାରା ଯଶ-ମାନ ସମ୍ମାନ ମିଳିବ । ଉଚ୍ଚପଦସ୍ଥ ବ୍ୟକ୍ତିଙ୍କ ଠାରୁ ସମ୍ମାନ ଲାଭ ହେବ । ମୋଟାମୋଟି ଭାବେ ସୁଖରେ ଦିନଟି କାଟିବେ । ଅଟକିଥିବା କାର୍ଯ୍ୟ ସଫଳତା ପୂର୍ବକ ସମ୍ପନ୍ନ ହେବ । ଯଥା ସମ୍ଭବ ପ୍ରକୃତିସ୍ଥ ରହି ଅଳ୍ପ ପରିଶ୍ରମରେ ଅଧିକ ଲାଭର ଉପଭୋକ୍ତା ହେବେ । ବ୍ୟବସାୟ କ୍ଷେତ୍ରରେ ପରିବର୍ତ୍ତନ ଆଣିବାର ଯୋଜନା ପ୍ରସ୍ତୁତ କରିବେ । ଗଛିତ ଅର୍ଥ ବୃଦ୍ଧି କରିବା ପାଇଁ ଚେଷ୍ଟିତ ହେବେ । ପାରିବାରିକ ସମସ୍ୟା ବୁଝାମଣା ମଧ୍ୟରେ ସମାଧାନ ହେବ । କର୍ମ କ୍ଷେତ୍ରରେ ଆତ୍ମନିର୍ଭର ଶୀଳ ହେବେ । ଆଇନ ଅଦାଲତ ତଥା ଲେଖାପଢାରୁ ଶୁଭଫଳ ମିଳିବ ।  ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ତୁଳା:-

ସେବାକାରୀମାନଙ୍କ ସହଯୋଗରେ ସମ୍ମ । ନଜନକ ସ୍ଥିତି ପରିଲକ୍ଷିତ ହେବ । ଜନସେବାଦ୍ଵାରା ସାମାଜିକ ଅନୁଷ୍ଠାନରେ ଯୋଗ ଦେବାର ସୁଯୋଗ ମିଳିବ । ମହିଳାମାନେ ଗୁରୁଜନମାନଙ୍କର ଆଦରଣୀୟା ହେବେ ପରିବାର ମଧ୍ୟରେ ମୁଖ୍ୟତା ଲାଭ କରିବେ । ବୁଦ୍ଧି ବିବେକ ଖେଳାଇ ପ୍ରତିକୂଳ ସ୍ରୋତକୁ ଅନୁକୂଳ ଦିଗରେ ମୁହାଁଇ ଦେବାକୁ ସାମର୍ଥ୍ୟ ଯୁଟିବ ।  କର୍ମକ୍ଷେତ୍ରରେ ସମ୍ମାନ ଓ ପ୍ରତିଷ୍ଠା ପାଇ ଅସ୍ଥିରତା ସମ୍ପୂର୍ଣ ଦୂର ହେବ । ଛାତ୍ରଛାତ୍ରୀମାନଙ୍କ ଅଧ୍ୟୟନ କ୍ଷେତ୍ରରେ ସୁନାମ ଅର୍ଜନ କରିବେ ଓ ପରୀକ୍ଷାରେ ଉଚ୍ଚ ଶ୍ରେଣୀ ମିଳିବ । ସାମାଜିକ ସ୍ଥିତି ଓ ମାନସମ୍ମ । ନ ବଜାୟ ରହିବ ।  ପ୍ରତିକାର-ମାଦକଦ୍ରବ୍ୟ ସେବନ କରନ୍ତୁ ନାହିଁ ।

ବିଚ୍ଛା:-

ସମସ୍ତଙ୍କ ପ୍ରତି ସକରାତ୍ମକ ଚିନ୍ତା ଆଗକୁ ବଢିବାରେ ସାହାଯ୍ୟ କରିବ । ସମସ୍ତ ବାଧାକୁ ସଂଘର୍ଷ କରି ଆଗକୁ ବଢି ପାରିବେ । ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ । ଗୁରୁଜନଙ୍କ ସହାନୁଭୁତି ଉପଲବ୍ଧ ହେବ । ପାରିବାରିକ ଜୀବନରେ ସୁବିଧା ବାଦକୁ ଆପଣେଇ ନେଇ ସଫଳ ହେବେ । ଦୂରଯାତ୍ରାରେ ବିବାଦମୁକ୍ତ ନିରୁପଦ୍ରବ ଜୀବନଚର୍ଯ୍ୟା ମଧ୍ୟେ ସମୟ ବିତିବ ଓ ଅର୍ଥାଗମ ଦିଗ ଖୋଲା ରହିବ । ବନ୍ଧୁମିଳନ ତୀର୍ଥ ଭ୍ରମଣ ଓ ସଂସ୍କୃତିକ ତଥା ସାମାଜିକ କାର୍ଯ୍ୟରେ ଭାଗନେବେ । ପରୀକ୍ଷା ଓ ପ୍ରତିଦ୍ଵନ୍ଦିତାରେ ସଫଳ ହେବେ ।  ପ୍ରତିକାର- ମୁହଁ ମିଠାକରି ଘରୁ ବାହାରନ୍ତୁ ।

ଧନୁ:-

ପାଖରେ ଥିବା ସାଥୀ ଓ ପ୍ରିୟଜନଙ୍କୁ ଆର୍ଥିକ ଏବଂ ଭାବନାତ୍ମକ ସାହାଯ୍ୟ ସହଯୋଗ କରିବାକୁ ବାଧ୍ୟ ହେବେ । ଘର ପରିବାରରେ ବାତାବରଣ ଶାନ୍ତିପୂର୍ଣ୍ଣ ରହିବ । ରୋମାନ୍ସ ଓ ପ୍ରେମରେ ପ୍ରସନ୍ନତାର ଅନୁଭୂତି ହେବ ଓ ଜୀବନରେ ଭରପୁର ଆନନ୍ଦ ପାଇଲାଭଳି ଫାଇଦା ଉଠେଇବେ । ଛାତ୍ରଛାତ୍ରୀମାନେ ପ୍ରତିଯୋଗିତା ମୂଳକ କାର୍ଯ୍ୟରେ କୃତିତ୍ଵ ଲାଭ କରିବେ । ପଢିବା, ପଢେଇବା ବା ଅଧ୍ୟାପନା ମାମଲାରେ ଆଗକୁ ଗତି କରିବେ । ସ୍ୱାସ୍ଥ୍ୟ ଦିଗରୁ ବିଶେଷ ସତର୍କ ରହିବା ଉଚିତ୍ । ଆୟ ଊତ୍ତମ ସ୍ଥଳେ କେତେକ ବାଧା ପ୍ରତିବନ୍ଧନର ସାମ୍ନା କରିବାକୁ ପଡିବ । ଶତୃଙ୍କଠାରୁ ଦୂରେଇ ରହିବା ଉଚିତ୍ ।  ପ୍ରତିକାର– ଷଣ୍ଢକୁ ଖାଇବାକୁ ଦିଅନ୍ତୁ ।

ମକର:-

ଛାତ୍ରଛାତ୍ରୀମାନେ ପ୍ରତିଯୋଗୀତା ମୁଳକ କ୍ଷେତ୍ରକୁ ସାହସର ସହିତ ଲମ୍ଫ ଦେବେ । ପ୍ରତିଯୋଗିତା ମୂଳକ କାର୍ଯ୍ୟରେ କୃତିତ୍ଵ ଲାଭ କରିବା ସହ ଉଚ୍ଚଶିକ୍ଷା ପ୍ରଚେଷ୍ଟାରେ ସାଫଲ୍ୟ ପ୍ରାପ୍ତି ହେବ । ରାଜନୀତି କ୍ଷେତ୍ରରେ ସାଧାରଣ ଲୋକ ସମ୍ପର୍କକୁ ଅତିକ୍ରମ କରିବା ଲକ୍ଷ୍ୟରେ ଭୋଗମାର୍ଗୀ ହୋଇ ନିଜକୁ ପ୍ରତିଷ୍ଠିତ କରିପାରିବେ । ବ୍ୟକ୍ତିତ୍ଵ ଓ ପ୍ରତିଭା ବଳରେ ଲୋକପ୍ରିୟତା ଅର୍ଜ୍ଜନ, ଧନସମ୍ପଦରେ ଅଭିବୃଦ୍ଧି ତଥା ବୈଷୟିକ ପ୍ରାଚୁର୍ଜ୍ୟପ୍ରାପ୍ତି ହେବ । ବ୍ୟବସାୟରେ କର୍ତ୍ତୁତ୍ଵ ଜାରି ରଖି ଶ୍ରମିକ ଓ କର୍ମଚାରୀଙ୍କୁ ପ୍ରଭାବିତ କରିବା ଫଳରେ, ପ୍ରଗତିର ବେଗ ତ୍ଵରାନ୍ୱିତ ହେବ । ପାରିବାରିକ ଜୀବନ ଆନନ୍ଦମୟ ହେବ ।  ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

କୁମ୍ଭ:-

ବ୍ୟବସାୟ କ୍ଷେତ୍ରରେ ପୁରୁଣାପ୍ରାପ୍ୟ ମଧ୍ୟ ଆଦାୟ ହୋଇ ପାରିବ । ଶିକ୍ଷା ଓ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ । ପାରିବାରିକ ସମସ୍ୟା ସତ୍ତ୍ୱେ ଶାନ୍ତି ବିରାଜମାନ କରିବ । ରାଜନୈତିକ କ୍ଷେତ୍ରରେ ପ୍ରତିଷ୍ଠିତ ହେବାପାଇଁ କରିଥିବା ଯୋଜନା ସଫଳ ହୋଇ ପାରିବ । ଜମି ଜମା ସଙ୍କ୍ରାନ୍ତିୟ ପଟ୍ଟା, ଦସ୍ତାବେଜ ଏବଂ ଅନୁବନ୍ଧନ ଆଦିରେ ସଫଳତା ମିଳିବ । ବନ୍ଧୁ, ମିତ୍ର ଏବଂ ସହକର୍ମୀ ମାନଙ୍କ ଦ୍ଵାରା ଲାଭବାନ ହେବେ । କଳା, ସଙ୍ଗୀତ, ସାହିତ୍ୟ ପ୍ରତି ରୁଚି ବୃଦ୍ଧି ହେବ । ନିଜର ସାମୁଦାୟିକ ମାମଲା ବା ଜନ କଲ୍ୟାଣର କାର୍ଯ୍ୟ ଇଛା ଅନୁସାରେ ସମ୍ପନ୍ନ ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

ମୀନ:-

ଜାଗା, ଜମି, ସମ୍ପତ୍ତି ଓ ଯାନବାହାନ ସମ୍ବନ୍ଧୀୟ କେତେ ସମସ୍ୟା ସମାଧାନ ହୋଇଯିବ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ବହୁତ ଦିନରୁ ଲାଗିଥିବା ଚିନ୍ତା ଓ ବିବାଦରୁ ମୁକ୍ତି ମିଳିବ । ସୁଖ ସମୃଦ୍ଧି ବୃଦ୍ଧି ଓ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ବାଦବିବାଦ, ମାଲିମୋକଦ୍ଦମା, ଖେଳ, କୁଦ, ପ୍ରତିଯୋଗିତାରେ ଓ ବିଦ୍ୟା କ୍ଷେତ୍ରରେ ପ୍ରଶଂସା ପାଇବେ । ଅନେକ କ୍ଷେତ୍ରରେ ପୂର୍ବ ଯୋଜନା ସଫଳତା ଏବଂ ଲୋକସମ୍ପର୍କ ଆତ୍ମସନ୍ତୋଷ ବଢେଇବ । ରୋଜଗାର ସମସ୍ୟା ସୁଧୁରି ଯିବ । ଧନ ଲାଭ ହେବାରୁ ମନ ଖୁସି ରହିବ । ଧାର୍ମିକ କାର୍ଯ୍ୟରେ ରୁଚି ବଢିବ ।  ପ୍ରତିକାର- ମୁହଁ ମିଠାକରି ଘରୁ ବାହାରନ୍ତୁ ।