ଆଜିର ରାଶିଫଳ, 3 ଏପ୍ରିଲ 2020, ଶୁକ୍ରବାର, ଆଜିଠୁ ହେବ ମହା ସଂଯୋଗ ଏହି ୩ଟି ରାଶିର ଭାଗ୍ୟ ଚମକି ଉଠିବ

୧-ମେଷ

ମାଲିମୋକଦ୍ଦମା ଓ ସାକ୍ଷାତକାରରେ ସଫଳ ହେବେ । କର୍ମକ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହେବେ । ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ । ସିଧା ଓ ଟାଣୁଆ ଶକ୍ତି ଆର୍ଥିକ ସ୍ଥିତିକୁ ସୁଦୃଢକରି ସ୍ଥିର ହିସାବରେ ଚଳିବାରେ ପ୍ରେରଣା ପ୍ରଦାନ କରିବ । ବକେୟା ସୂତ୍ରରୁ କିଛି ଧନ ପାଇବାର ଯୋଗ ଅଛି । ମହିଳାମାନଙ୍କର ଦାମ୍ପତ୍ୟ କଳହ ମେଣ୍ଟିଯାଇ ପାରିବାରିକ କ୍ଷେତ୍ରରେ ଶାନ୍ତି ପାଇବେ ।

୨-ବୃଷ

ଲୌହ ଜାତୀୟ ଦ୍ରବ୍ୟ କାଷ୍ଠ ଉପକରଣ ଇତ୍ୟାଦି ଧାତୁ ପଦାର୍ଥ କ୍ରୟ ବିକ୍ରୟ କରୁଥିବା ବ୍ୟବସାୟୀମାନେ ଲାଭବାନ ହେବେ । କର୍ମକ୍ଷେତ୍ରରେ କର୍ତ୍ତବ୍ୟନିଷ୍ଠ, ଉଦ୍ୟମୀ, ଦକ୍ଷ, ଜନପ୍ରିୟ, ସିଦ୍ଧହସ୍ତା ବ୍ୟକ୍ତିରୁପେ ପ୍ରଶଂସା ପାଇବେ । ରାଜନୀତି କ୍ଷେତ୍ରରେ ଭାବମୂର୍ତ୍ତି ଅମଳିନ ରହିବ ଓ ଲୋକସମ୍ପର୍କ ବୃଦ୍ଧି ନିଜର ମାନ ସମ୍ମାନ ପଦ ମର୍ଯ୍ୟାଦାରେ ଉନ୍ନତି ହେବ । ମହିଳାମାନେ ଧନମାନ ଦିଗରୁ ସୁରକ୍ଷିତ ରହିବେ । ଯୁବକ ଯୁବତୀମାନଙ୍କର ଦାମ୍ପତ୍ୟ କଳହ ମେଣ୍ଟିଯାଇ ପାରିବାରିକ କ୍ଷେତ୍ରରେ ଶାନ୍ତି ପାଇବେ ।

୩-ମିଥୁନ

ଛାତ୍ରଛାତ୍ରୀମାନଙ୍କର ଶିକ୍ଷକ ଓ ସହପାଠୀମାନଙ୍କ ମଧ୍ୟରେ ସମନ୍ଵୟ ରହି ବନ୍ଧୁତ୍ଵ ବୃଦ୍ଧି ପାଇବ । କର୍ମସଂଧାନୀ ମାନେ କର୍ମ ନିଯୁକ୍ତିରେ ସଫଳତା ଲାଭ କରିବେ । ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ । ବ୍ୟବସାୟରେ ପରିଶ୍ରମ ମୁତାବକ ଫଳ ପ୍ରାପ୍ତିହେବ । ପାରିବାରିକ କ୍ଷେତ୍ରରେ ଆନ୍ତିରକତା ବୁଝାମଣା ଆତ୍ମିକ ବନ୍ଧନକୁ ସୁଦୃଢ କରିବ । ଆମୋଦ-ପ୍ରମୋଦ, କ୍ରିଡା, ଆଡମ୍ବରରେ ଆଗ୍ରହ ବଢିବ ।

୪-କର୍କଟ

ସାମାଜିକ କ୍ଷେତ୍ରରେ ଜଣେ ସତ୍ ପରାମର୍ଶଦାତା, ଶିକ୍ଷକ, ଦାର୍ଶନିକ, ଉପଦେଷ୍ଠା ଭାବେ ସମ୍ମାନ ପାଇବେ । ମାଲିମୋକଦ୍ଦମାରେ ଓ ରାଜନୀତିରେ ଶତ୍ରୁ ବା ବିରୋଧୀମାନେ ତଳମୁହାଁ ହେବେ । ପାରିବାରିକ କ୍ଷେତ୍ରରେ ଦିବ୍ୟଗୁଣ ଗୁଡିକ ପ୍ରକାଶ ପାଇବ । ମହିଳାମାନେ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ବେଶ୍ ଆନନ୍ଦ ଅନୁଭବ କରିବେ । କର୍ତ୍ତବ୍ୟନିଷ୍ଠ, କର୍ମଠ, ସଚ୍ଚୋଟ ବ୍ୟକ୍ତିରୁପେ ସମାଜର ସ୍ଵୀକୃତି ପାଇବେ । ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ ।

୫-ସିଂହ

ରାଜନୀତି କ୍ଷେତ୍ରରେ ସୁବକ୍ତା, ବ୍ୟକ୍ତିରୁପେ ସମାଜର ସ୍ଵୀକୃତି ପାଇବେ । କର୍ମକ୍ଷେତ୍ରରେ ବିବାଦୀୟ ସ୍ଥିତି ଦୂରେଇଯାଇ ଶାନ୍ତି ବିରାଜମାନ କରିବ । ପରିବାରରେ ଗୋଟିଏ ପାଖରେ ସ୍ନେହ ଶ୍ରଦ୍ଧାର ସ୍ରୋତ ଛୁଟୁଥିଲାବେଳେ ଅନ୍ୟ ପାଖରେ ଉପେକ୍ଷା ଓ ଅଶାନ୍ତିର ନିଆଁ କୁହୁଳିବ । ଶାରରୀକ ଅସୁସ୍ଥତା ଦେଖା ଦେବ ତେଣୁ ଛେନା, ପାଳଙ୍ଗ, ବାଦାମ, ଦହି ଓ ଲେମ୍ବୁ ସରବତ ପ୍ରଭୃତି ଖାଇବା ହିତକର । ମହିଳାମାନଙ୍କୁ କେହି ଲୋଭଗ୍ରସ୍ତ କରାଇ ଭାବମୂର୍ତ୍ତି ନଷ୍ଟ କରିବା ପାଇଁ ଚେଷ୍ଟା କରିବ ।

୬-କନ୍ୟା

ପାରିବାରିକ କ୍ଷେତ୍ରରେ ଅସ୍ଥିରତା ଓ ଅଶାନ୍ତି ଦୂରେଇଯିବ । ଶିକ୍ଷାର୍ଥୀମାନେ ଅଧ୍ୟବସାୟର ଉତ୍ତମ ଫଳ ଆସ୍ଵାଦନ କରିପାରିବେ । ବ୍ୟବସାୟୀମାନେ କାରବାର ଦିଗରୁ ପ୍ରଚୁର ଲାଭବାନ୍ ହେବେ । କୋର୍ଟ କଚେରୀ ପ୍ରତି ବିତୃଷ୍ଣା ଜାତ ହେବ । ଉତ୍ତମ ରୋଜଗାର ହେଲେ ମଧ୍ୟ ଆୟ ବ୍ୟୟ ସମାନ ରହିବ । ଘରୋଇ ସଂସ୍ଥାର କର୍ମ କ୍ଷେତ୍ରରେ ସହଯୋଗୀ ମାନେ ସହଯୋଗ କରିବେ । ଦୂରଯାତ୍ରାର ସୁଯୋଗ ପାଇବେ ।

୭-ତୁଳା

ବ୍ୟବସାୟ ପାଇଁ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ବେଶ୍ ଆନନ୍ଦ ଅନୁଭବ କରିବେ । ମହିଳାମାନଙ୍କପାଇଁ ପ୍ରବାସରେ ମଧ୍ୟ କେତେକ କ୍ଷେତ୍ରରେ ଉନ୍ନତିର ରାସ୍ତା ପରିଷ୍କାର ହୋଇଯିବ । କର୍ମକ୍ଷେତ୍ରରେ ଉତ୍ତମ ରୋଜଗାର କରିପାରିବେ । ସମାଜ ସେବା ଓ ରାଜନୀତିରେ ସ୍ଵନାମ ଅର୍ଜନ କରିପାରିବେ । ଧାର୍ମିକ କାର୍ଯ୍ୟରେ ପରସ୍ପରକୁ ସାହାଯ୍ୟ ସହଯୋଗକରି ଗଠନମୂଳକ ଦିଗପ୍ରତି ଆଗ୍ରହୀହେବେ ।

୮-ବିଚ୍ଛା

କର୍ମକ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ । ବାଦ-ବିବାଦ, ପରୀକ୍ଷା, ପ୍ରତି ଯୋଗୀତା, ମାଲିମୋକଦ୍ଦମା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ରାଜନୀତିରେ ପ୍ରଶଂସିତ ହେବେ । ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବ । ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରିବେ ଓ ଖାଦ୍ୟ ବ୍ୟବସାୟୀମାନେ ପ୍ରଚୁର ଲାଭ କରିବେ । ରାଜନୀତି କ୍ଷେତ୍ରରେ ନ୍ୟାୟମାର୍ଗ ଓ ମିଷ୍ଟବଚନ ଦ୍ଵାରା ସମସ୍ତଙ୍କ ମନ କିଣିପାରିବେ ।

୯-ଧନୁ

ବ୍ୟବସାୟକ୍ଷେତ୍ରରେ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ । ଟଙ୍କାର ଆବଶ୍ୟକତା ପୂରଣ ହେବ । ମାନସିକ ଦୁଃଶ୍ଚିନ୍ତା ଦୂରେଇ ଯିବ । ମହିଳାମାନଙ୍କର ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ । ରାଜନୀତି କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବ । ପାରିବାରିକ କ୍ଷେତ୍ରରେ ପରସ୍ପର ପ୍ରତି ବିଶ୍ଵାସ ଭରସା ନିଷ୍ଠା ବୃଦ୍ଧି ପାଇବ । କର୍ମକ୍ଷେତ୍ରରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବ ।

୧୦-ମକର

ବୈଜ୍ଞ । ନିକ, କର୍ତ୍ତବ୍ୟନିଷ୍ଠ, କର୍ମଠ, ସଚ୍ଚୋଟ ବ୍ୟକ୍ତିରୁପେ ସମାଜର ସ୍ଵୀକୃତି ପାଇବେ । ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ବିଜୟୀହେବେ । ଯଥାର୍ଥ କର୍ମଯୋଗୀ କର୍ମ ନିଯୁକ୍ତି ପାଇବେ । କରଜର ମାତ୍ରା ହ୍ରାସ ପାଇବ । ବନ୍ଧୁ ମିତ୍ରମାନଙ୍କର ଓ ବରିଷ୍ଠ କର୍ମୀଙ୍କ ପ୍ରିୟପାତ୍ର ହେବେ । ମହିଳାମାନେ ଭୋଗବିଳାସରେ ଦିନଟି କାଟିବାପାଇଁ ଆଗ୍ରହୀହେବେ । ରାଜନୀତି କ୍ଷେତ୍ରରେ ନିଜର ଆତ୍ମନିରୀକ୍ଷଣ ଓ ଆନ୍ତରିକ ମୂଲ୍ୟାଙ୍କନର ଅନୁଭୂତି ଜାଗ୍ରତହେବ । ଉଚ୍ଚଶିକ୍ଷା ପାଇଁ ଯୋଜନା ପ୍ରସ୍ତୁତ କରିବେ ।

୧୧-କୁମ୍ଭ

ଶିଳ୍ପୀ, ସହିତ୍ୟିକ, ସଂଗୀତଜ୍ଞ ମାନେ କ୍ଷାତି ଅର୍ଜନ କରିବେ । ନୂତନ ଯୋଜନା ଫଳପ୍ରସୂ ହେବା ସହଜ ସରଳ ହୋଇଯିବ । ପାରିବାରିକ କ୍ଷେତ୍ରରେ ନିଜ ପ୍ରଭାବ ଫଳରେ ପ୍ରତିକୂଳ ସ୍ରୋତକୁ ଆତିକ୍ରମ କରିହେବ । ପୁରୁଣା ରୋଗର ପ୍ରକୋପ ହ୍ରାସ ପାଇବ । ମହିଳାମାନେ ସମାଜ ସେବା ଓ ରାଜନୀତିରେ ସ୍ଵନାମ ଅର୍ଜନ କରିପାରିବେ । ଛାତ୍ରଛାତ୍ରୀମାନଙ୍କର ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ ।

୧୨-ମୀନ

କର୍ମକ୍ଷେତ୍ରରେ ଶତ୍ରୁଙ୍କ ସହିତ ସଂଘର୍ଷ କରି ସମାଧାନର ରାସ୍ତା ପ୍ରସ୍ତୁତ କରିବେ । ରାଜନୀତିରେ କୂଟନୀତିର ଶୀକାର ହେଲେ ମଧ୍ୟ ସଚ୍ଚୋଟ ବ୍ୟକ୍ତିରୁପେ ସମାଜର ସ୍ଵୀକୃତି ପାଇବେ । ବ୍ୟବସାୟକ୍ଷେତ୍ରରେ ନୂତନ ଓ ପୁରାତନ ଯୋଜନା ଫଳପ୍ରସୂ ହେବା ସହଜ ସରଳ ହୋଇଯିବ । ମହିଳାମାନଙ୍କର କର୍ମ କ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ । ଧାର୍ମିକ କାର୍ଯ୍ୟରେ ରୁଚି ବଢ଼ିବ ।