ଆଜିର ରାଶିଫଳ, 3 ଜାନୁୟାରୀ 2019, ଗୁରୁବାର – ଲକ୍ଷ୍ମୀଙ୍କ କୃପା ରୁ ଏହି ୫ଟି ରାଶି ହେବେ ଧନଵାନ

ମେଷ:-

ସହଯୋଗୀ ମାନଙ୍କର ପୂର୍ଣ୍ଣ ସହଯୋଗ ପାଇବେ । ସୁନା, ରୂପା, କଂସା, ପିତ୍ତଳ, ତେଜରାତି, ଷ୍ଟେନସାରୀ, ଔଷଧ ବ୍ୟବସାୟୀ ମାନଙ୍କୁ ଉତ୍ତମ ଲାଭ ପ୍ରାପ୍ତି ହେବ । କୌଣସି ଦୂର ସ୍ଥାନକୁ ଯାତ୍ରା କରିବେ । ସରକାରୀ କର୍ମଚାରୀମାନଙ୍କର ଉନ୍ନତିହେବ । ପରିବାରଜନଙ୍କ ଉନ୍ନତିରେ ଆନନ୍ଦିତ ହେବେ ଓ ଆର୍ଥିକସ୍ଥିତି ସନ୍ତୋଷପ୍ରଦ ହେବ । ଶତୃମାନେ ମିତ୍ରଭାବ ଆଚରଣ କରିବେ । ପିଲାମାନଙ୍କ କାର୍ଯ୍ୟରେ ସନ୍ତୁଷ୍ଟ ହେବେ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ବିଜୟୀହେବେ । ପ୍ରତିକାର : ଅସହାୟଙ୍କର ସେବାକରି ଆଶୀର୍ବାଦ ଭିକ୍ଷା କରନ୍ତୁ ।

ବୃଷ:-

ଚାକିରି କ୍ଷେତ୍ରରେ ଉପରିସ୍ଥ ଅଧିକାରୀଙ୍କ ସାହାଯ୍ୟ ସହଯୋଗ ପାଇବେ । ସ୍ୱାସ୍ଥ୍ୟରେ ପରିବର୍ତ୍ତନ ଦେଖାଦେବ । ପିଲାମାନଙ୍କ ପାଇଁ ବ୍ୟସ୍ତ ବିବ୍ରତ ହେବେ । ବ୍ୟବସାୟିକ ପ୍ରତିଦ୍ୱନ୍ଦ୍ୱିତାରେ ସଫଳ ହେବେ । ଶତ୍ରୁମାନଙ୍କ ଉପରେ ନଜର ନରଖିଲେ କ୍ଷତିରେ ପଡିବେ । କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ । ପୁରାତନ ରୋଗରୁ ମୁକ୍ତି ମିଳିବ । ଆତ୍ମବିଶ୍ୱାସ ବୃଦ୍ଧି ପାଇବ । କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ । ପ୍ରତିକାର :- ଅଶ୍ୱସ୍ଥ ବୃକ୍ଷ ମୂଳରେ କ୍ଷୀର ଗୁଡ଼ ପଣାକରି ଢ଼ାଳନ୍ତୁ ।

ମିଥୁନ:-

କାର୍ଯ୍ୟ ସ୍ଥିତିରେ ସୁଧାର ଆସିବାରୁ ମନ ବହୁତ ଖୁସି ରହିବ । ସାଧାରଣ ଲୋକ ସମ୍ପର୍କକୁ ଅତିକ୍ରମ କରିବା ଲକ୍ଷ୍ୟରେ ଭୋଗମାର୍ଗୀ ହୋଇ ନିଜକୁ ପ୍ରତିଷ୍ଠିତ କରିପାରିବେ । ବ୍ୟବସାୟରେ ପ୍ରଚୁର ଲାଭ ହେବ । ସରକାରୀ କର୍ମଚାରୀଙ୍କ ପାଇଁ ବହୁତ ଭଲ ଓ ଘରୋଇ ସଂସ୍ଥାର କର୍ମ କ୍ଷେତ୍ରରେ ସହଯୋଗୀ ମାନେ ସହଯୋଗ କରିବେ । ଦୂରଯାତ୍ରାର ସୁଯୋଗ ପାଇବେ । ମାନସିକ ଦୁଃଶ୍ଚିନ୍ତା ଦୂର ହେବ । ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବ । ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ବିଜୟୀହେବେ । ପ୍ରତିକାର:- ଗାଈକୁ ଖାଇବାକୁ ଦିଅନ୍ତୁ ।

କର୍କଟ:-

ଶାରିରୀକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ । ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧିହେବ । ନୂତନ ନିଯୁକ୍ତିର ସୁଯୋଗ ପାଇବେ । ସରକାରୀ କର୍ମଚାରୀମାନଙ୍କର କାର୍ଯ୍ୟ କ୍ଷେତ୍ରରେ ଶତୃମାନେ ପରାଜିତ ହେବେ । ତେଜରାତି, ଲୌହ ଜାତୀୟ ଦ୍ରବ୍ୟ କାଷ୍ଠ ଉପକରଣ ଇତ୍ୟାଦି ବ୍ୟବସାୟୀମାନେ ଲାଭବାନ ହେବେ । ଛାତ୍ର-ଛାତ୍ରୀମାନେ ପାଠ ପଢ଼ାରେ ମନଯୋଗ ଦେବେ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମକଦ୍ଦମା ଓ ସାକ୍ଷାତକାରରେ ବିଜୟୀହେବେ । ପ୍ରତିକାର- ଗୁଡ ରୁଟି ଗାଈକୁ ଖାଇବାକୁ ଦିଅନ୍ତୁ ।

ସିଂହ:-

ବ୍ୟବସାୟୀମାନଙ୍କର ବକେୟା ପ୍ରାପ୍ୟ ହାତକୁ ଆଣିବାରେ ସଫଳ ହେବେ । ଚାକିରୀଜୀବିମାନେ କାର୍ଯ୍ୟ ଦକ୍ଷତା ପ୍ରଦର୍ଶନ କରି, ତଳୁ ଉପର ଯାଏଁ ଆଦର୍ଶ ସ୍ଥାନ ଗ୍ରହଣ କରିବେ । ନୂତନ କାର୍ଯ୍ୟ ପାଇଁ ଆଶାୟୀ ହେବେ । ପାରିବାରିକ ଜୀବନ ସୁଖମୟ ହେବ । ମାନସିକ ଅଶାନ୍ତି ଦୂର ହେବ । ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧିହେବ ଓ ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନ ହ୍ରାସ ହେବ । ବାଦବିବାଦ, ମାଲି ମୋକଦ୍ଦମା, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ମନ ଉଣାହେବ । ପ୍ରତିକାର:-ଅସହାୟଙ୍କର ସେବାକରି ଆଶୀର୍ବାଦ ଭିକ୍ଷା କରନ୍ତୁ ।

କନ୍ୟା:-

ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ବିଜୟୀହେବେ । ବ୍ୟବସାୟରେ ଉଧାର ଦେଲେ ଫେରି ପାଇବା କଷ୍ଟ । ଅନାବଶ୍ୟକ ଧାଁଦୌଡ଼ କରିବାକୁ ପଡିବ । ବରିଷ୍ଠବ୍ୟକ୍ତି, ପଦାଧିକାରୀଙ୍କ ରୋଷରପାତ୍ର ହେବେ । ଶତୃବୃଦ୍ଧି, ସରକାରୀ କର୍ମଚାରୀଙ୍କର କର୍ମ କ୍ଷେତ୍ରରେ ବାଧା ଆସିବ । କର୍ମ ନିଯୁକ୍ତି ପାଇଁ ଚେଷ୍ଟା କରିବେ । କଥା ବାର୍ତ୍ତାରେ ନିୟନ୍ତ୍ରଣ ନ ରହିଲେ ବିପଦର ସମ୍ମୁଖୀନ ହେବେ । ରାଜନୀତିରେ କୂଟନୀତିର ଶୀକାର ହେବେ । ମାନସିକ ଅସ୍ଥିରତା ଦେଖାଦେବ ଓ କୌଣସି ଯୋଜନା କରିବା ପୂର୍ବରୁ ଗଭୀର ଚିନ୍ତା କରନ୍ତୁ । ପ୍ରତିକାର :- ଗୋଟାମୁଗ ମନ୍ଦିରରେ ଦାନ କରନ୍ତୁ ।

ତୁଳା:-

ସୁନା, ରୂପା, ଅଳଙ୍କାର ଇତ୍ୟାଦି ବ୍ୟବସାୟରେ ଉନ୍ନତି ହେବ । ବ୍ୟବସାୟୀମାନେ କଠିନ ପରିଶ୍ରମର ମୂଲ୍ୟ ଫେରି ପାଇବେ । କର୍ମକ୍ଷେତ୍ରରେ ଅପେକ୍ଷାକୃତ ସୁସ୍ଥ ବାତାବାରଣ ଦେଖାଦେବ । କର୍ମାନୁଯାୟୀ ଫଳପ୍ରାପ୍ତି ହେତୁ କର୍ତ୍ତବ୍ୟ ପରାୟଣତା ରକ୍ଷା କରି ପାରିବେ । ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବ । ମହିଳାମାନେ ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ । ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ପ୍ରତିକାର– ଷଣ୍ଢକୁ ଖାଇବାକୁ ଦିଅନ୍ତୁ ।

ବିଚ୍ଛା:-

କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ । ଶାରିରୀକ ଅସୁସ୍ଥତା ଦୂରହେବ । ଯେ କୌଣସି କାର୍ଯ୍ୟରେ ହାତ ଦେଲେ ସଫଳତା ମିଳିବ । ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନରେ ବୃଦ୍ଧି ହେବ । ପରୀକ୍ଷା ପ୍ରତିଯୋଗିତା, ଓ ସାକ୍ଷାତ୍କାରରେ ବିଜୟୀହେବେ । ବ୍ୟବସାୟରେ ଉନ୍ନତି ହେବା ସହ ଲାଭବାନ ହେବେ । ହରାଇଥିବା ଧନ ପ୍ରାପ୍ତି ହେବ । ସରକାରୀ କର୍ମଚାରୀମାନେ କର୍ମ କ୍ଷେତ୍ରରେ ପ୍ରଶଂସିତ ହେବେ । ରାଜନୀତିରେ କୋଲସମ୍ପର୍କ ବୃଦ୍ଧି ଓ ନିଜର ମାନ ସମ୍ମାନ ପଦ ମର୍ଯ୍ୟାଦା ବୃଦ୍ଧି ହେବ । ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ ।

ଧନୁ:-

କର୍ତ୍ତବ୍ୟ ପରାୟଣ ପ୍ରଦର୍ଶନ କରି ନିଜର ପାରିଲା ପଣିଆ ଜାହିର କରିବେ । କୋର୍ଟ କଚେରୀ ପ୍ରତି ବିତୃଷ୍ଣା ଜାତ ହେବ । ବ୍ୟବସାୟରେ ସ୍ୱଳ୍ପ ଲାଭସହ ବ୍ୟୟ ଅଧିକ ହେବ । ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ । ସରକାରୀ କର୍ମଚାରୀମାନେ କର୍ମ କ୍ଷେତ୍ରରେ ଅଶାନ୍ତି ଭୋଗିବେ । ଶାରିରୀକ ଅସୁସ୍ଥତା ଦେଖା ଦେବ । ଦାମ୍ପତ୍ୟ ସୁଖରେ ବାଧା, ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନରେ ଦାଗ ଆସିବ । ପରୀକ୍ଷା ପ୍ରତିଯୋଗିତା, ଓ ସାକ୍ଷାତ୍କାରରେ ଅଶାନ୍ତିହେବେ । ପ୍ରତିକାର : ଗାଈକୁ ରୁଟି ଓ ଗୁଡ଼ ଖାଇବାକୁ ଦିଅନ୍ତୁ ।

ମକର:-

ବିଦେଶଯାତ୍ରାରେ ଯଶଲାଭ, ପରିବାରରେ ମାନ ମନାନ୍ତର ଦୂର ହେବ । ଆର୍ଥିକ ଦିଗରୁ ସୁବିଧା ସୁଯୋଗ ପାଇ ଆର୍ଥିକ ସ୍ଥିତି ସୁଦୃଢ଼ ହେବା ସହ ଋଣ ପରିଶୋଧ କରିବାର ସୁଯୋଗ ପାଇବେ । । ମାନସିକ ଏକାଗ୍ରତା ରଖି ପାରିବେ । ଶୁଭ ସମ୍ବାଦପାଇ ଖୁସିହେବେ । ବ୍ୟବସାୟରେ ଉନ୍ନତି ଫଳରେ ଅଶାତୀତ ଲାଭବାନ୍ ହେବେ । କର୍ମଜୀବିମାନେ ସହକର୍ମୀମାନଙ୍କଠାରୁ ସାହାଯ୍ୟ ଓ ସହଯୋଗ ପାଇବେ । ପାରିବାରିକ କ୍ଷେତ୍ରରେ ସୁଖ ଓ ଶାନ୍ତି ମିଳିବ । କର୍ମ ନିଯୁକ୍ତି ପାଇଁ ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ବିଜୟୀହେବେ । ପ୍ରତିକାର-ପିତା ମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ ।

କୁମ୍ଭ :-

ସାସାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନ ବୃଦ୍ଧି ହେବ । ବ୍ୟବସାୟରେ ଉନ୍ନତି ହେବାସହ ଆର୍ଥିକ ସ୍ଥିତିରେ ବୃଦ୍ଧି ଘଟିବ । ସରକାରୀ କର୍ମଚାରୀମାନେ କର୍ମ କ୍ଷେତ୍ରରେ ସମ୍ମାନ ଲାଭ କରିବେ । ନୂତନ କର୍ମ ନିଯୁକ୍ତିରେ ସଫଳତା ଲାଭ କରିବେ । ଧାର୍ମିକ କାର୍ଯ୍ୟରେ ରୁଚି ବଢ଼ିବ । ରାଜନୀତି କ୍ଷେତ୍ରରେ ଉପରିସ୍ଥଙ୍କ ଶ୍ରଦ୍ଧା ଅତୁଟ ରଖି ସ୍ଥାନ ଓ ସ୍ଥିତି ଅଟଳ ରଖି ପାରିବେ । ବାଦବିବାଦ, ମାଲିମୋକଦ୍ଦମା, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ଯଶସ୍ୱୀ ହେବେ । ନୂତନ ଗୃହ ନିର୍ମାଣ କରିବାର ଯୋଜନା ପ୍ରସ୍ତୁତ କରିପାରନ୍ତି । ପ୍ରତିକାର: କେଶର, ହଳଦୀ ଚନ୍ଦନ ମୁଣ୍ଡରେ ଲଗାନ୍ତୁ ।

ମୀନ:-

ବ୍ୟବସାୟୀମାନଙ୍କର ବକେୟା ପ୍ରାପ୍ୟ ହାତକୁ ଆଣିବାରେ ସଫଳ ହେବେ । ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବାସହ ବ୍ୟୟ ଅଧିକ ହେବ । ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖାଦେବ । ବ୍ୟବସାୟରେ ବନ୍ଧୁମାନେ ବିଶ୍ୱାସ ଘାତକତା କରିପାରନ୍ତି । ଆର୍ଥିକ କ୍ଷେତ୍ରରେ ଅବନତି ଦେଖାଦେବ । ପିତା-ମାତାଙ୍କର ଶରୀର ଅସୁସ୍ଥ ରହିବ । ପରୀକ୍ଷା ପ୍ରତିଯୋଗିତା, ଓ ସାକ୍ଷାତ୍କାରରେ ସଫଳ ହେବେ । ଦାମ୍ପତ୍ୟ ସୁଖରେ ବାଧା ଓ ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନରେ ବାଧା ଉପୁଜିବ । ପ୍ରତିକାର- ଗ୍ରାମ୍ୟ ଦେବା ଦେବୀଙ୍କୁ ଭୋଗ ଲଗେଇ ପିଲାଙ୍କୁ ବାଣ୍ଟିବେ ।