ଆଜିର ରାଶିଫଳ 3 ଜୁଲାଇ 2019, ବୁଧବାର – ଏହି ୪ଟି ରାଶି ଉପରେ ଗଣେଶ ପ୍ରଭୁଙ୍କ କୃପା ରହିବ

ମେଷ:-

ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ । ନିଜର କର୍ତ୍ତବ୍ୟକୁ ଠିକ୍ ଭାବରେ ନିର୍ବାହ କରି ପାରିବେ । ଯେକୌଣସି କାର୍ଯ୍ୟ କରିବେ କିମ୍ବା ଯୋଜନା ପ୍ରସ୍ତୁତ କରିବେ ପରିବାରର ଉନ୍ନତି ହେବ । ଶତୃ ଓ ବିରୋଧିମାନେ ଜଣାପଡି ଅପଦସ୍ଥ ହେବେ । ଧାତୁ ପଦାର୍ଥ କ୍ରୟ ବିକ୍ରୟ କରୁଥିବା ବ୍ୟବସାୟୀମାନେ ଲାଭବାନ ହେବେ । ଶାରୀରିକ ଅସୁସ୍ଥତା ଦୂର ହେବ । ରାଜନୈତିକ କ୍ଷେତ୍ରରେ ଯଶଲାଭ ହେବ । ପତି ପତ୍ନିଙ୍କ ମଧ୍ୟରେ ମଧୁର ସଂପର୍କ ଦୃଢ ହେବ । ଧଳା ଓ କଳାରଙ୍ଗର ଗାଡ଼ିଥିଲେ ଗାଡ଼ିରେ ଗୋଟିଏ ପଇଡ଼ରଖି ଯାତ୍ରା କରନ୍ତୁ ।  ପ୍ରତିକାର:- କୁଆ, କୁକୁରଙ୍କୁ ଖାଦ୍ୟ ଦେବା ଉଚିତ୍ ।

ବୃଷ:-

ଗୃହରେ ଭାତୃ ବିବାଦ, ପଡ଼ୋଶୀ କଳହ, ଜମିପାଇଁ ମାଲିମକଦ୍ଦମାର ସମାଧାନ ହେବେ । ବସ୍ତ୍ର, ତେଜରାତି, ସୁନା, ରୂପା, ଅଳଙ୍କାର ଇତ୍ୟାଦି, ଲୌହ ଜାତୀୟ ଦ୍ରବ୍ୟ କାଷ୍ଠ ଉପକରଣ ଇତ୍ୟାଦି ବ୍ୟବସାୟରେ ଲାଭବାନ ହେବେ । ମହିଳା ମାନଙ୍କର ମାନସିକ ଅଶାନ୍ତି ଦୂର ହୋଇ ସୁଖ ଶାନ୍ତିରେ ଦିନଟି କଟିବ । ଗୃହରେ ଧର୍ମକାର୍ଯ୍ୟ ଓ ଧର୍ମାନୁଷ୍ଠାନରେ ଯୋଗଦାନପାଇଁ ଦୂରଯାତ୍ରାର ସୁଯୋଗ ପାଇବେ । ପଢ଼ାପଢ଼ିରେ ମନଦେବେ । ମାନସିକ ଦୁଶ୍ଚିନ୍ତା ଦୂରହେବ । ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ଆଶାତୀତ ଫଳ ପାଇବେ । ବାଦବିବାଦଠାରୁ ଦୂରେଇ ରହିବା ଉଚିତ ।  ପ୍ରତିକାର– ଷଣ୍ଢକୁ ଖାଇବାକୁ ଦିଅନ୍ତୁ ।

ମିଥୁନ:-

ଶତ୍ରୁମାନେ ମିତ୍ରତା କାର୍ଯ୍ୟ କରିବେ । ବ୍ୟବସାୟରେ ଅତ୍ୟଧିକ ଲାଭବାନ ହୋଇ ଆର୍ଥିକ ସ୍ଥିତି ସୁଦୃଢ ହେବ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ । ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନ ବୃଦ୍ଧି ହେବ । ମାନସିକ ଅଶାନ୍ତି ଦୂର ହୋଇ ଆତ୍ମବିଶ୍ୱାସ ବୃଦ୍ଧି ପାଇବ । କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ, ବାଦ-ବିବାଦ, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତ କାରରେ କୃତକାର୍ଯ୍ୟ ହେବେ । ରାଜନୈତିକକ୍ଷେତ୍ରରରେ ସ୍ଥିତି ସୁଦୃଢ ହେବ ।  ପ୍ରତିକାର-ମୁହଁ ମିଠାକରି ଘରୁ ବାହାରନ୍ତୁ ।

କର୍କଟ:-

ଧନଧାନ୍ୟ, ଗୋ-ସଂପଦ, ଭୂମି, ବସ୍ତ୍ରଭୂଷଣ, ବାହାନାଦି ପ୍ରାପ୍ତି ହେବାର ଯୋଗଅଛି । କାର୍ଯ୍ୟକ୍ଷେତ୍ରରେ କମ୍ ପରିଶ୍ରମରେ ସଫଳତା ପାଇବେ । ବ୍ୟବସାୟରେ ସଫଳତା ଅର୍ଜନ ତଥା ଦୂରଯାତ୍ରାର ସୁଯୋଗ ପାଇବେ । ମହିଳା ମାନଙ୍କର ଅଶୁଭତ୍ୱନାଶ ହୋଇ ଶୁଭ ଫଳ ପ୍ରାପ୍ତି ହେବ । ନୂତନ ବାହନଆଦି କ୍ରୟ କରି ପାରନ୍ତି । କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ, ବାଦ-ବିବାଦ, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତ କାରରେ କୃତକାର୍ଯ୍ୟ ହେବେ । ପ୍ରେମିକ ପ୍ରେମିକାମାନଙ୍କର ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ମିଳିବ ।  ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

ସିଂହ:-

ଶତୃନାଶ, ଋଣନାଶ ଓ ପୁରାତନ ରୋଗପୀଡ଼ାର ଉପଶମ ହେବ । ପାରିବାରିକ ଜୀବନ ସୁଖ ଶାନ୍ତିରେ କଟିବ । ସାମାଜିକକ୍ଷେତ୍ରରେ ନିଜର ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ପାଇବ । ବ୍ୟବସାୟରେ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ ଓ ଆୟ ବୃଦ୍ଧିହେବ । କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ, ବାଦ-ବିବାଦ, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତ କାରରେ ଉଚ୍ଚ ପ୍ରଶଂସିତ ହେବେ । ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବ ଓ ଅଧିକ ରୋଜଗାର କରି ଗୃହୋପକରଣ କ୍ରୟ କରି ପାରିବେ । ଘରୋଇ ସଂସ୍ଥାର କାର୍ଯ୍ୟକ୍ଷେତ୍ରରେ ସଫଳତା ପାଇବେ ।  ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

କନ୍ୟା:-

ଆୟ ବୃଦ୍ଧିହେବା ଫଳରେ ପୁରୁଣା ସମସ୍ୟାର ସମାଧାନ ହୋଇଯିବ । ପତି-ପତ୍ନିଙ୍କ ମଧ୍ୟରେ ଥିବା ମତାନ୍ତର ଦୂରେଇ ଯିବ । ଯେକୌଣସି କାର୍ଯ୍ୟ କରିବେ ଭବିଷ୍ୟତ ପାଇଁ ଉନ୍ନତି ହେବ । ପ୍ରିୟଜନ ଓ ବନ୍ଧୁ ମିତ୍ରଙ୍କ ସମାଗମରେ ସମୟ ବିତିବ । ଖାଦ୍ୟପେୟ ପ୍ରତି ବିଶେଷ ଧ୍ୟାନଦେଇ ବ୍ୟାୟାମ କରିବା ଆବଶ୍ୟକ । ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ । ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ଜୟଯୁକ୍ତ ହେବେ । ଆଧ୍ୟାତ୍ମିକ, ଧାର୍ମିକ ଓ ସାମାଜିକ କାର୍ଯ୍ୟ ସଂସ୍ଥାରେ ସାମିଲ ହେବେ । କ୍ରୋଧକୁ ଦମନ କରି ହସଖୁଶିର ବାତାବରଣ ସୃଷ୍ଟି ହେବ ।  ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ତୁଳା:-

ବ୍ୟବସାୟୀମାନେ ଗ୍ରାହକ ସେବାକୁ ଗ୍ରହଣ କରି ଯଶମାନ ବୃଦ୍ଧି ସହିତ ଉତ୍ତମ ଆୟର ପଥ ପରିସ୍କାର କରିବେ । ଦୂରଯାତ୍ରା କରି ଯଶ, ମାନ, ପ୍ରତିଷ୍ଠାର ଅଧିକାରୀ ହେବେ । ଧାତୁ ପଦାର୍ଥ କ୍ରୟ ବିକ୍ରୟ କରୁଥିବା ବ୍ୟବସାୟୀମାନେ ବିଶେଷ ଲାଭବାନ ହେବେ । ପାରିବାରିକ ସମସ୍ୟାକୁ ନେଇ ବାଦବିବାଦରେ ବିଜୟୀ ହେବେ । ଦୂରଯାତ୍ରା କରିଲେ ବି ଶାରୀରିକ କଷ୍ଟ ଦୂରେଇ ଯିବ । ଭୌତିକ ଓ ଆଧ୍ୟାତ୍ମିକ ମାମଲାରେ ବ୍ୟସ୍ତ ରହିବେ । ଅବହେଳିତ ଲୋକଙ୍କ ସହ ମିଳାମିଶା କରି ପ୍ରଶଂସିତ ହେବେ । ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ସଫଳତା ପାଇବେ ।  ପ୍ରତିକାର- ଗୋମତାକୁ ଖାଇବାକୁ ଦିଅନ୍ତୁ ।

ବିଚ୍ଛା:-

ନୂତନ କାର୍ଯ୍ୟ ପାଇଁ ଆଶାୟୀ ହେବେ ଘରୋଇ କର୍ମଚାରୀଙ୍କର କାର୍ଯ୍ୟ କ୍ଷେତ୍ରରେ ଶତ୍ରୁମାନେ ପରାଜିତ ହେବେ । ମାନସିକ ଅଶାନ୍ତି ଦୂର ହେବ । ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି, ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନ ବୃଦ୍ଧି ହେବ । ଦୂରଯାତ୍ରା କରି ବ୍ୟବସାୟରେ ସଫଳତା ପାଇବେ । କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ, ବାଦ-ବିବାଦ, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତ କାରରେ ଉଚ୍ଚ ପ୍ରଶଂସିତ ହେବେ । ପରିବାରରେ କମ୍ ପରିଶ୍ରମରେ ଆଶାଜନକ ଫଳ ପାଇବେ । ଆର୍ଥିକ କ୍ଷେତ୍ରରେ କୌଣସି ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେବେ ।  ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ଧନୁ:-

ସାଂଗଠନିକ କାର୍ଯ୍ୟରେ ଅଂଶ ଗ୍ରହଣ କରି ପ୍ରଶଂସା ପାଇବେ । ଉଚ୍ଚଶିକ୍ଷା ପାଇଁ ବିଦେଶଯାତ୍ରାର ସୁଯୋଗ ପାଇବେ । ରାଜନୀତିକ୍ଷେତ୍ରରେ ସହଯୋଗୀ ବା ଭାଇଭଳି ଚଳୁଥିବା ବ୍ୟକ୍ତିମାନେ ପୂର୍ଣ୍ଣ ସହଯୋଗ କରିବେ । ଦାମ୍ପତ୍ୟ ସୁଖ ଏବଂ ପାରିବାରିକ ଜୀବନ କ୍ଷେତ୍ରରେ ଆନନ୍ଦମୟ ପରିସ୍ଥିତି ସୃଷ୍ଟିହେବ । ଭଲମନ୍ଦ ବିଚାର ନକରି ଯେ କୌଣସି କାର୍ଯ୍ୟକଲେ ଆୟ ବୃଦ୍ଧି ହେବ ।  ବ୍ୟବସାୟ ଓ କାର୍ଯ୍ୟକ୍ଷେତ୍ରରେ ନୂତନ ଯୋଜନା ପାଇଁ ସହଯୋଗ ମିଳିବ । ଶାରୀରିକ କଷ୍ଟ ଦୂରେଇ ଯିବ । ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତ କାରରେ ଉଚ୍ଚ ପ୍ରଶଂସିତ ହେବେ ।  ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ ।

ମକର:-

ବ୍ୟବସାୟକ୍ଷେତ୍ରରେ କଠିନ ପରିଶ୍ରମ କରିବାକୁ ପଡିବ । ପରିବାରରେ ପ୍ରତିବନ୍ଧକ ସତ୍ତ୍ୱେ ଆଗକୁ ବଢ଼ିବାର ଇଚ୍ଛା ଏବଂ ଆତ୍ମବିଶ୍ୱାସ ବୃଦ୍ଧିହେବ । ବନ୍ଧୁ ମିତ୍ରଙ୍କ ଉପଦେଶକୁ ଖରାପ ନଭାବି ମାନି ନେବା ହିତକର । ଚିଡ଼ିଚିଡା ନ ହୋଇ ବୁଝି ବିଚାରୀ କାର୍ଯ୍ୟ କଲେ ଭଲ । ମହିଳା ମାନଙ୍କର ସାମାଜିକ ସ୍ଥିତି ଓ ମାନ-ସମ୍ମାନ ବୃଦ୍ଧିହେବ । ଯେତେ ପରିଶ୍ରମ କରିବେ ସେତେ ଲାଭବାନ୍ ହେବେ । କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ, ବାଦ-ବିବାଦ, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତ କାରରେ ଉଚ୍ଚ ପ୍ରଶଂସିତ ହେବେ ।  ପ୍ରତିକାର-ଗୋମାତାକୁ ଖାଇବାକୁ ଦିଅନ୍ତୁ ।

କୁମ୍ଭ:-

ଜାଗା, ଜମି, ଗୃହ ସମ୍ବନ୍ଧୀୟ ସମସ୍ୟା ସହଜରେ ସମାଧାନ ହେବ । ବ୍ୟବସାୟକ୍ଷେତ୍ରରେ ଆଶାତୀତ ଲାଭ ପାଇବେ ଓ ନୂତନବ୍ୟବସାୟ ଆରମ୍ଭପାଇଁ ଅତ୍ୟନ୍ତ ଉତ୍ତମସମୟ । ନେଇଥିବା ଲୋକ କିମ୍ବା ଦେଉନଥିବା ଲୋକ ଏବଂ ସାହାଯ୍ୟ କରିଥିବା ଲୋକଠାରୁ ସମସ୍ତ ଅର୍ଥପ୍ରାପ୍ତି ହୋଇଯିବ । ଯଶ-ମାନ-ପ୍ରତିଷ୍ଠା ବୃଦ୍ଧିପାଇବ । ସନ୍ତାନ ଏବଂ ସ୍ତ୍ରୀଙ୍କ ସହଯୋଗ ପାଇ ସୁଖପ୍ରାପ୍ତି ହେବ । ପ୍ରତିଯୋଗିତା ପରୀକ୍ଷାରେ ଉତ୍ତୀର୍ଣ୍ଣହେବେ । ଆର୍ଥିକକ୍ଷେତ୍ରରେ ପରିବର୍ତ୍ତନ ଦେଖାଦେବ । ବ୍ୟବସାୟରେ ଉନ୍ନତି ହେବ । ଋଣଭାର କମିଯିବ । ଶତୃମାନେ ପରାଜିତ ହେବେ । ଦାମ୍ପତ୍ୟ ସୁଖରେ ସୁଖୀ ହେବେ ।   ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ମୀନ :-

ସନ୍ତାନ ପକ୍ଷର ଚିନ୍ତା ଦୂର ହେଇଯିବ । ବ୍ୟବସାୟରେ ଭାଗିଦାରମାନେ ପାଦ ସହିତ ପାଦ ମିଶେଇ ବେପାର ବୃଦ୍ଧି କରିବେ । ବନ୍ଧୁ ମିତ୍ର ନିକଟ ସମ୍ପର୍କୀୟ ବ୍ୟକ୍ତି ଆର୍ଥିକ ସାହାଯ୍ୟ କରିବେ । ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି, ସମ୍ମାନ ବୃଦ୍ଧି, କର୍ମୋନ୍ନତି ବାସସ୍ଥାନ ବା ଯାନବାହାନ ପାଇଁ ଖର୍ଚାନ୍ତ ହୋଇ ପାରନ୍ତି । ଯୋଜନା ମୁତାବକ କାମ କଲେ କୌଣସି ପ୍ରକାର ଅସୁବିଧା ହେବ ନାହିଁ । ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ ରାଜନୀତି କ୍ଷେତ୍ରରେ ଆନୁଷ୍ଠାନିକ କ୍ଷେତ୍ରରେ ବ୍ୟସ୍ତତା ଭିତରେ କାର୍ଯ୍ୟ ସାଧନ କରିବେ ।  ପ୍ରତିକାର:- କୁକୁରକୁ ଖାଇବାକୁ ଦିଅନ୍ତୁ ।