ଆଜିର ରାଶିଫଳ 30 ଅଗଷ୍ଟ 2019, ଶୁକ୍ରବାର, ସାଇବାବା ଙ୍କ କୃପା ରହିବ ଏହି ୫ଟି ରାଶି ଉପରେ

ମେଷ:-

ଅର୍ଥ ସଂପର୍କିତ  ଚୁକ୍ତିପତ୍ର କଲେ ପ୍ରଚୁର ଲାଭବାନ ହେବେ । ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି, ସମ୍ମାନ ବୃଦ୍ଧି ଓ ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ । ରାଜନୀତି କ୍ଷେତ୍ରରେ ସଫଳତା ମିଳିବ । କର୍ମକ୍ଷେତ୍ରରେ ଲୋକ ସମ୍ପର୍କ ବୃଦ୍ଧିହେବା ସହ ଆୟବୃଦ୍ଧି ହେବ । ପାରିବାରିକ ସ୍ତରରେ ଭୁଲ ବୁଝାମଣା ଓ ସହକର୍ମୀମାନଙ୍କ ସହ ଶତ୍ରୁତା ମେଣ୍ଟିଯିବା ଫଳରେ ପାରିବାରିକ ଜୀବନ ଆନନ୍ଦମୟ ହେବ । ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ଶତୃମାନେ ପରାଜିତ ହେବେ । ପୂରାତନ ରୋଗର ଉପଶମ ହେବ ।  ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ବୃଷ:-

ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ । ବ୍ୟବସାୟରେ କ୍ଷତି ଅପେକ୍ଷା ଲାଭର ପରିମାଣ ଅଧିକ ହେବ । ପାରିବାରିକ ସ୍ନେହ ସହାନୁଭୂତି ପ୍ରାପ୍ତି ହେବ । ଶତ୍ରୁମାନେ ମଥାନତ କରିବେ । ବନ୍ଧୁ ସମାଗମ ହେବେ । ସତକଥା କହି ନିଜ ପରିସରରେ ପ୍ରଶଂସିତ ହୋଇ ପାରନ୍ତି । ବନ୍ଧୁ ମିତ୍ରମାନେ ସହଯୋଗ କରିବେ । ପରୀକ୍ଷା ଓ ପ୍ରତିଦ୍ୱିନ୍ଦିତାରେ ବିଜୟୀ ହେବେ । କର୍ମଜୀବୀ ମାନଙ୍କୁ ସହକର୍ମୀ ଓ ପଦାଧିକାରୀ ମାନେ ସାହାଯ୍ୟ ସହଯୋଗ କରିବେ । ଗଚ୍ଛିତ ଅର୍ଥ ବୃଦ୍ଧି କରିବା ପାଇଁ ଚେଷ୍ଟିତ ହେବେ । ପାରିବାରିକ ସମସ୍ୟା ବୁଝାମଣା ମଧ୍ୟରେ ସମାଧାନ ହେବ ।  ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ମିଥୁନ:-

ଚାକିରି କ୍ଷେତ୍ରରେ ଉନ୍ନତି କରିପାରିବେ ଓ ସ୍ଥାନାନ୍ତରଣ ଯୋଗ ଆସିପାରେ । ନ୍ୟାୟମାର୍ଗ ଓ ମିଷ୍ଟ ବଚନ ଆପଣଙ୍କର ଭୂଷଣହେବ । ପ୍ରବାସରେ ମଧ୍ୟ କେତେକ କ୍ଷେତ୍ରରେ ଉନ୍ନତିକର ହେବ । ମହିଳାମାନେ ପରିବାରରେ ଆଦରଣୀୟା ହୋଇ ସୁଖଭୋଗ କରିବେ । ଆର୍ଥିକ ଦିଗରୁ ଉନ୍ନତି ହେବ । ବାଣିଜ୍ୟ କ୍ଷେତ୍ରରେ ପ୍ରତିଦ୍ଵନ୍ଦିତାରେ ଉନ୍ନତମାନର ଫଳପାଇବେ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ଭୋଗ ବିଳାସ ଓ ଆନନ୍ଦମୟ ମୁହୂର୍ତ୍ତ ସାଙ୍ଗକୁ ସ୍ୱାସ୍ଥ୍ୟକର ପରିବେଶ ଓ ସମ୍ମାନଜନକ ଘଟଣା ଘଟିବ । ରାଜନୀତିରେ ସମାଜ ସେବାକରି ସ୍ଵନାମ ଅର୍ଜନ କରିପାରିବେ ।  ପ୍ରତିକାର- ମୁହଁ ମିଠାକରି ଘରୁ ବାହାରନ୍ତୁ ।

କର୍କଟ:-

କର୍ମକ୍ଷେତ୍ରରେ ଅପେକ୍ଷାକୃତ ସୁସ୍ଥ ବାତାବାରଣ ଦେଖାଦେବ । ବ୍ୟବସାୟୀ ମାନେ ନୂତନ ବାଣିଜ୍ୟର ପରିକଳ୍ପନା କରି ଅଧିକ ଲାଭ କରିବେ । ଆର୍ଥିକ ପରିସ୍ଥିତି ଉତ୍ତମ ଥିଲେ ମଧ୍ୟ  କାର୍ଯ୍ୟବ୍ୟସ୍ତତା ଯୋଗୁ ଉପଯୋଗ କରିପାରିବେ ନାହିଁ । କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ, ବାଦବିବାଦ, ମାଲି ମୋକଦ୍ଦମା, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ଜମିବାଡ଼ି ନେଇ କେତେକ ସମସ୍ୟା ସମାଧାନ ହେବ । ଅତ୍ୟଧିକ ପରିଶ୍ରମ ଓ ଅନିଦ୍ରା ଜନିତ ରୋଗ ପ୍ରତି ସାବଧାନ ରହିବା ଉଚିତ୍ ।  ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ସିଂହ:-

କର୍ମ କ୍ଷେତ୍ରରେ  ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ । ଆକସ୍ମିକ ଧନ ପ୍ରାପ୍ତି ହେବ । ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା, ମାଲିମକଦ୍ଦମା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ରାଜନୀତିରେ ପ୍ରଶଂସିତ ହେବେ । ସମସ୍ତ କାର୍ଯ୍ୟ ସିଦ୍ଧି ହେବ । ଶତୃମାନେ ଦୂରେଇ ଯିବେ । ବନ୍ଧୁ ମିତ୍ରମାନେ ସହଯୋଗ କରିବେ । ଶରୀର ସୁସ୍ଥ ରହିବ ଓ ଋଣରୁ ମୁକ୍ତି ମିଳିବ । ବ୍ୟବସାୟରେ କର୍ମତତ୍ପରତା ଓ ସଫଳତା ଯୋଗେ ଉଚ୍ଚ ସମ୍ମାନ ଲାଭ ହେବ । ମିଷ୍ଠାନ୍ନ ଭୋଜନ କରିବେ । ଅର୍ଥ ସଂପର୍କିତ  ଚୁକ୍ତିପତ୍ର କଲେ ପ୍ରଚୁର ଲାଭବାନ ହେବେ । ସାମ୍ବାଦିକତାରୁ ଲାଭ ଓ ଶୁଭ ସମାଚାର ମିଳିବ ।  ପ୍ରତିକାର- କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ ।

କନ୍ୟା:-

ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମନସନ୍ତୁଷ୍ଟ ରହିବ । ଋଣ ପରିଶୋଧ କରିବାର ସୁଯୋଗ ପାଇବେ । ପ୍ରଶାସନ, ପ୍ରକାଶନ, ଅଧ୍ୟୟନ ଓ ଅଧ୍ୟାପନା, ସାହିତ୍ୟ ଚର୍ଚ୍ଚା କ୍ଷେତ୍ରରୁ ଶୁଭଫଳ ମିଳିବ । କୋର୍ଟ କଚେରୀ, ମାଲିମୋକଦ୍ଦମାରେ ବିଜୟୀ ହେବେ । ପ୍ରତିଯୋଗୀ ପରୀକ୍ଷା ଅଥବା ବିଭାଗୀୟ ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବେ । ଆୟ ବୃଦ୍ଧି ହେବା ଫଳରେ ଆର୍ଥିକ ଉନ୍ନତି ହେବାସହ ଗୃହବାହାନ ପ୍ରାପ୍ତି ହେବ । ପୈତୃକ ସମ୍ପତ୍ତିକୁ ନେଇ ପାରିବାରିକ ଦ୍ଵନ୍ଦ ମେଣ୍ଟିଯିବ ଓ ମାନସିକ ଏକାଗ୍ରତା ବଜାୟ ରହିବ । ଯାହାର ବେଶି ଉପକାର କରିବେ ତାହାଦ୍ୱାରା ବେଶିଆଘାତ ପାଇବେ ।  ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ତୁଳା:-

ପ୍ରତିଯୋଗିତା ଓ ପରୀକ୍ଷାରେ କୃତକାର୍ଯ୍ୟ ହେବେ । ପଦସ୍ଥ ବ୍ୟକ୍ତିଙ୍କ ସହ ମନୋମାଳିନ୍ୟ ମେଣ୍ଟିଯିବ । ସାମାଜିକ ସ୍ତରରେ ଖ୍ୟାତି ହେବ । ମହିଳାମାନେ ବନ୍ଧୁଙ୍କୁ ଆପ୍ୟାୟିତ କରିବାରେ ସମର୍ଥ ହେବେ । ବ୍ୟବସାୟରେ ପ୍ରତିଦ୍ୱନ୍ଦିତା ସତ୍ତ୍ୱେ ଲାଭ ସୁନିଶ୍ଚିତ ଓ ବକେୟା ଅର୍ଥ କିଛି ଆଦାୟ ହେବ । ମାନସିକ ଦୁଶ୍ଚିନ୍ତା, ଶତୃବାଧା ଦୂରେଇ ଯିବ । ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷାକରି ଶାନ୍ତି ପାଇବେ । ଆତ୍ମୀୟ- ସ୍ଵଜନଙ୍କ ପାଇଁ ଭୋଗ ବିଳାସଦ୍ରବ୍ୟ କ୍ରୟକରିବେ । ହଠାତ୍ ଆବଶ୍ୟକତା ପୂରଣ ଦିଗରେ ଖର୍ଚ୍ଚାନ୍ତ ହେବେ । ପାଖ ପଡ଼ୋଶୀମାନେ କଟୁବଚନ ଶୁଣେଇବେ ।  ପ୍ରତିକାର- କୁକୁରକୁ ଖାଇବାକୁ ଦିଅନ୍ତୁ ।

ବିଚ୍ଛା:-

ବ୍ୟବସାୟୀମାନେ କଠିନ ପରିଶ୍ରମର ମୂଲ୍ୟ ଫେରି ପାଇବେ । କର୍ମକ୍ଷେତ୍ରରେ ଅପେକ୍ଷାକୃତ ସୁସ୍ଥ ବାତାବାରଣ ଦେଖା ଦେବ । ପରିବାରରେ ସୁଖ ସମ୍ପଦ ପ୍ରାପ୍ତି ହେବ । ବନ୍ଧୁ, ମିତ୍ର ଏବଂ ଉଚ୍ଚପଦାଧିକାରୀଙ୍କ ଠାରୁ ସାହାଯ୍ୟ ସହଯୋଗ ପାଇବେ । ସାମାନ୍ୟ ପରିଶ୍ରମ କରି ଅଧିକ ଲାଭ ପାଇବେ । ରାଜନୀତି କ୍ଷେତ୍ରରେ ତଳୁ ଉପର ସ୍ତର ଯାଏଁ ଆଦୃତି ଓ ମାନ୍ୟତା ଅର୍ଜ୍ଜନ କରିବେ । ମହିଳାମାନେ ପରିବାରରେ କ୍ରୋଧ ନିୟନ୍ତ୍ରଣ ନ ରଖିଲେ କ୍ଷତି ସହିବେ । ସ୍ୱାସ୍ଥ୍ୟ ପାଇଁ ସତର୍କ ରହିବା ଉଚିତ୍ । ଯୌଥ ବ୍ୟବସାୟ ସମ୍ପର୍କୀୟ କୌଣସି ଘଟଣା ଯୋଗୁଁ ଆପଣ ବିଶେଷ ବ୍ୟସ୍ତ ରହିବେ ।  ପ୍ରତିକାର– ଷଣ୍ଢକୁ ଖାଇବାକୁ ଦିଅନ୍ତୁ ।

ଧନୁ:-

ପୁରୁଣା ରୋଗରୁ ଉପଶମ ପାଇବେ । ଅନେକ ଶୁଭ କର୍ମର ସୁଯୋଗ ପାଇବେ । ରାଜନୀତି କ୍ଷେତ୍ରରେ ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ପାଇବ । ଆୟବୃଦ୍ଧି, ଋଣମୁକ୍ତି, କର୍ମ କ୍ଷେତ୍ରରେ ଲୋକ ସମ୍ପର୍କ ବୃଦ୍ଧି ହେବ । ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ । ନୂତନ ବ୍ୟବସାୟ ଆରମ୍ଭ, ବ୍ୟବସାୟ ବିସ୍ତାର ଓ ପ୍ରଚାର ପ୍ରସାର କରି  ଆଶାତିତ ଲାଭବାନ୍ ହେବେ । ଅଚାନକ ଆର୍ଥିକ ସମସ୍ୟା ଦୂରେଇ ଯିବ । ଦୂରଯାତ୍ରାରେ ସଫଳତା ପ୍ରାପ୍ତି ହେବ । ପାରିବାରିକ କ୍ଷେତ୍ରରେ ସ୍ନେହ ସଦ୍ଭାବ ଦେଖାଦେବ । ପ୍ରତିଯୋଗୀ ପରୀକ୍ଷା, ବିଭାଗୀୟ ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବେ ।  ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

ମକର:-

ପେଶା, ବ୍ୟବସାୟ, ଭାଗୀଦାରି ଓ ବନ୍ଧୁମିତ୍ରଙ୍କ ଦ୍ୱାରା ଲାଭବାନ ହେବେ । ମହିଳାମାନଙ୍କର ବହୁତ ଦିନରୁ ଅଟକିଥିବା କାର୍ଯ୍ୟ ତ୍ୱରାନ୍ୱିତ ହେବ । ପରିବହନ ବ୍ୟବସାୟ କ୍ଷେତ୍ରରୁ ଲାଭବାନ ହେବେ, ଆଇନ ଅଦାଲତ କ୍ଷେତ୍ରରେ ବିଜୟୀ ହେବେ । ଧାର୍ମିକ କାର୍ଯ୍ୟପ୍ରତି ମନ ବଳାଇବେ । କର୍ମକ୍ଷେତ୍ରରେ ଚିନ୍ତା କରିଥିବା କାମ ଗୁଡିକ ସହଜରେ ସମ୍ପର୍ଣ୍ଣ ହେବ । ଦୃଢ଼ ଆତ୍ମବିଶ୍ୱାସ ଦ୍ୱାରା ସମସ୍ତ ବାଧା ବିଘ୍ନକୁ ଅତିକ୍ରମ କରି ଆଗକୁ ବଢ଼ିବାର ଯୋଜନା  ସଫଳ ହେବ । ଏକ ବିରାଟ କାର୍ଯ୍ୟର ସଂକଳ୍ପ ନେଇ ଆଗେଇବେ । ବିଦ୍ୟାର୍ଥୀମାନେ ନିଜର ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ ।  ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

କୁମ୍ଭ:-

ପାରିବାରିକ ସ୍ନେହ ସହାନୁଭୁତି ପ୍ରାପ୍ତି ହେବ । ଶତୃମାନେ ମଥାନତ କରିବେ । ପୁରାତନ ରୋଗର ଉପସମ ଓ ବନ୍ଧୁ ସମାଗମ ହେବ । ଅଭାବ ଅସୁବିଧା ଥାଇ ମଧ୍ୟ କୌଣସି କାମ ଅଟକିବନାହିଁ । ନିଜ ଚେଷ୍ଟାରେ ବାକିଥିବା ଅର୍ଥ ପାଇବେ । ବ୍ୟବସାୟ ପ୍ରସାର ଫଳରେ ବହୁତ ବଡ଼ ମୁନାଫା ଉଠେଇ ପାରିବେ । ସ୍ୱାସ୍ଥ୍ୟ ଉତ୍ତମ ରହିବ । ବାସ ଗୃହ ଓ ଯାନବାହାନର କେତେକ ସମସ୍ୟାର ସମାଧାନ ହେବ । ଆର୍ଥିକ ଦିଗରୁ ଉନ୍ନତି ଓ ନୂତନ ପଦାର୍ଥ ସଂଗ୍ରହ ବା ବ୍ୟାଙ୍କ ବାଲାନ୍ସ ବୃଦ୍ଧି, ପାରିବାରିକ ସମ୍ପର୍କରେ ଉନ୍ନତି ହେବ ।  ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ମୀନ:-

ଶାନ୍ତଶିଷ୍ଟ, ସାଧୁ, ସତ୍ୟବାଦୀ, ଶାସ୍ତ୍ରପୁରାଣପ୍ରିୟ, ଧର୍ମାତ୍ମା, ଗୁରୁବ୍ରାହ୍ମଣଙ୍କ ସହ ସମ୍ପର୍କ ସ୍ଥାପନହେବ । ସାଂଗଠନିକ କାର୍ଯ୍ୟରେ ଅଂଶ ଗ୍ରହଣ କରି ପ୍ରଶଂସା ପାଇବେ । ଉଚ୍ଚଶିକ୍ଷା ପାଇଁ ବିଦେଶଯାତ୍ରାର ସୁଯୋଗ ପାଇବେ । ରାଜନୀତିକ୍ଷେତ୍ରରେ ସହଯୋଗୀ ବା ଭାଇଭଳି ଚଳୁଥିବା ବ୍ୟକ୍ତିମାନେ ପୂର୍ଣ୍ଣ ସହଯୋଗ କରିବେ । ଦାମ୍ପତ୍ୟ ସୁଖ ଏବଂ ପାରିବାରିକ ଜୀବନ କ୍ଷେତ୍ରରେ ଆନନ୍ଦମୟ ପରିସ୍ଥିତି ସୃଷ୍ଟିହେବ । ବ୍ୟବସାୟ ଓ କାର୍ଯ୍ୟକ୍ଷେତ୍ରରେ ନୂତନ ଯୋଜନା ପାଇଁ ସହଯୋଗ ମିଳିବ । ଶାରୀରିକ କଷ୍ଟ ଦୂରେଇ ଯିବ । ଭଲମନ୍ଦ ବିଚାର ନକରି ଯେ କୌଣସି କାର୍ଯ୍ୟକଲେ ଆୟ ବୃଦ୍ଧି ହେବ ।  ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ ।