ଆଜିର ରାଶିଫଳ, 30 ଜାନୁୟାରୀ 2020, ଗୁରୁବାର, ମା ସରସ୍ଵତୀଙ୍କ କୃପା ରହିବ ଏହି ୫ଟି ରାଶି ଉପରେ

୧ – ମେଷ

ବ୍ୟବସାୟ କ୍ଷେତ୍ରରେ ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ପ୍ରକାର ଅସୁବିଧା ହେବନାହିଁ। ପ୍ରତ୍ୟେକ କ୍ଷେତ୍ରରେ ବିନୟପୂର୍ଣ୍ଣ କଥାକହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ। ମହିଳା ମାନେ ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ। କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ବାଦବିବାଦ, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ ଜୟଯୁକ୍ତ ହେବେ। ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ। ପ୍ରତିକାର–ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

୨ – ବୃଷ

ବ୍ୟବସାୟ କ୍ଷେତ୍ରରେ ସମସ୍ୟା ଦେଖାଦେଲେ ମଧ୍ୟ ସଫଳତା ହାସଲ କରି ଲାଭବାନ୍ ହେବେ। ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ପାଇବ। ଯେତେ ସମସ୍ୟା ଲାଗିଲେ ମଧ୍ୟ କାମକୁ ଅବହେଳା କରିବେ ନାହିଁ। କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ଆନନ୍ଦିତ ହେବେ। ବାଦବିବାଦ, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ ଜୟଯୁକ୍ତ ହେବେ। ଆୟ ବୃଦ୍ଧି ହେବ କିନ୍ତୁ ଅଯଥା ବ୍ୟୟ ମଧ୍ୟ କରିବେ। ମହିଳାମାନଙ୍କର କାର୍ଯ୍ୟ ମଧ୍ୟମ ଧରଣର ହୋଇ ସଫଳତା ମିଳିବ କିନ୍ତୁ ସନ୍ତୁଷ୍ଟ ହେବେନାହିଁ। ଖର୍ଚ୍ଚବଢ଼ିବା ଯୋଗେ ପରିବାରରେ ଅସନ୍ତୋଷ ଦେଖାଦେଇ ପାରେ। ପ୍ରତିକାର: ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

୩ – ମିଥୁନ

ଉଚିତ୍ ପରାମର୍ଶ ପାଇ ହରେଇଥିବା ଦ୍ରବ୍ୟ ଫେରି ପାଇବେ। ନୂଆ ଯୋଜନାରେ ସଫଳହେବେ। ବ୍ୟବସାୟପାଇଁ ଦୂରଯାତ୍ରାର ସୁଯୋଗ ପାଇବେ। ଆତ୍ମବିଶ୍ୱାସ ବୃଦ୍ଧି ପାଇବ। ପରିବାରରେ ସମସ୍ତ ପରିସ୍ଥିତି ସମାଧାନ ହୋଇ ଖୁସିର ବାତାବରଣ ସ୍ଥାୟି ରହିବ। ନୂତନ ସମ୍ବନ୍ଧ ସୃଷ୍ଟିହେବ। କେତେକ ଦୀର୍ଘ ଯୋଜନା ସଫଳ କାରଣରୁ ମନ ଭଲ ରହିବ। କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ବାଦବିବାଦ, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ ଜୟଯୁକ୍ତ ହେବେ। ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ମିଳିବ। ପ୍ରତିକାର–ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

୪ – କର୍କଟ

ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ। ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ। ବାଦବିବାଦ, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ମହିଳାମାନେ ଉଚିତ୍ପନ୍ଥା ଗ୍ରହଣ କଲେ ସଫଳତା ଓ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ। କଳା, ସାହିତ୍ୟ, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ସମ୍ବନ୍ଧରେ ମଧୁରତା ଆସିବ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

୫ – ସିଂହ

ପରିବାରର ସାହାଯ୍ୟରେ ଉପକୃତ ହେବେ। ସାମାଜିକ କ୍ଷେତ୍ରରେ ପ୍ରତିଷ୍ଠା ବଢିବ। ପରିବହନ ବ୍ୟବସାୟିକ ସ୍ଥିତି ସୁଦୃଢ ହେବ। ଚେଷ୍ଟା କଲେ ବହୁତ ଦିନରୁ ରହିଥିବା ବାକିଟଙ୍କା ମିଳିବ। ଶିକ୍ଷାକ୍ଷେତ୍ରରେ ସଫଳତା ମିଳିବ। ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ମିଳିବ। ନିର୍ମାଣଧୀନ କାର୍ଯ୍ୟ ସମ୍ପନ୍ନ ହେବ। କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ସୁନାମ ଅର୍ଜନ କରିବେ। ବାଦବିବାଦ, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ ପ୍ରଶଂସା ମିଳିବ। ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ। ପ୍ରେମିକ ପ୍ରେମିକାମାନେ ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ମିଳିବ। ପ୍ରତିକାର– ଅସହାୟକୁ ନିରାଶ କରିବେ ନାହିଁ।

୬ – କନ୍ୟା

ସମସ୍ୟା ସମାଧାନ ପାଇଁ ବନ୍ଧୁଙ୍କ ସାହାଯ୍ୟ ନେବେ। ଆଲୋଚନା କ୍ଷେତ୍ରରେ ସୁଫଳ ପାଇବେ। କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ବାଦବିବାଦ, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ନିତ୍ୟଚର୍ଯ୍ୟାରେ ବ୍ୟବଧାନ ଉପସ୍ଥିତ ହେବ। କୌଣସି ବିବାଦୀୟ ଘଟଣାରେ ନୀରବତା ଅବଲମ୍ବନ କଲେ କ୍ଷତିରେ ପଡିବେ। ଯାହାର ବେଶି ଉପକାର କରିବେ ତାହାଦ୍ୱାରା ବେଶି ଆଘାତ ପାଇବେ। ପ୍ରତିକାର– ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

୭ – ତୁଳା

ବ୍ୟବସାୟରେ ସଫଳତା ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ। ବନ୍ଧୁ ମିତ୍ରଙ୍କର ସହଯୋଗ ଓ ଆର୍ଥିକ ସହାୟତାରେ ପରିବାରର ପରିସ୍ଥିତି ସମାଧାନ କରିବେ। ମହିଳାମାନଙ୍କର କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ ଓ ସନ୍ତାନସୁଖ ମିଳିବ। କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ଆନନ୍ଦିତ ହେବେ। ବାଦବିବାଦ, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ। ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ସମ୍ବନ୍ଧରେ ସଫଳତା ମିଳିବ। ପ୍ରତିକାର–ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

୮ – ବିଚ୍ଛା

ସାଙ୍ଗସାଥିମାନେ ସାହାଯ୍ୟ କରିବେ। ବରିଷ୍ଠ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ। ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ ଏବଂ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ବ୍ୟବସାୟର ସଫଳତା ଏବଂ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ। ପାରିବାରିକ କ୍ଷେତ୍ରକୁ ସରସ ସୁନ୍ଦର କରିବାର ପ୍ରଯତ୍ନ କରିବେ। ବାଦବିବାଦ, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ ପ୍ରଶଂସିତ ହେବେ। ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସୁଫଳ ପାଇବେ। ପ୍ରତିକାର:- ଅସହାୟାକୁ ସାହାଯ୍ୟ କରନ୍ତୁ।

୯ – ଧନୁ

ଅପେକ୍ଷା କରିଥିବା କାମର ଶୁଭ ସୂଚନା ପାଇବେ। ବ୍ୟବସାୟିକ କ୍ଷେତ୍ରରେ ଉନ୍ନତି ହୋଇ ଅର୍ଥଲାଭର ମାର୍ଗ ଖୋଲିଯିବ। କଳା, ସାହିତ୍ୟ, କ୍ରୀଡ଼ା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ଆଗ୍ରହ ବଢିବ। ବାଦବିବାଦ, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ ଜୟଯୁକ୍ତ ହେବେ। ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ମିଳିବ। ଦାମ୍ପତ୍ୟ ସୁଖରେ ମଧୁରତା ଆସିବ ଓ ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ସମ୍ବନ୍ଧରେ ଅଧିକ ଘନିଷ୍ଠତା ହେବ। ଲେଖକ, ପତ୍ରକାର, ସଙ୍ଗୀତଜ୍ଞ, ଠିକାଦାର ଓ କର୍ମରତଥିବା ବ୍ୟକ୍ତିମାନଙ୍କର ଅନେକ ଶୁଭହେବ। ପ୍ରତିକାର:- ଭୋକିଲା ଲୋକକୁ ଖାଇବାକୁ ଦିଅନ୍ତୁ।

୧୦ – ମକର

ସ୍ଵାସ୍ଥ୍ୟକ୍ଷେତ୍ରରେ ପରିବର୍ତ୍ତନ ଆସିବ। ଶୁଭ ସମାଚାର ମିଳିବ। ମିତ୍ରମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଅନେକ କାର୍ଯ୍ୟରେ ସଫଳ ହେବେ ଓ ମାନସିକ ଶାନ୍ତି ପାଇବେ। ବ୍ୟବସାୟରେ ପ୍ରସାର ପ୍ରଚାର ହେବ। ଧନ ଲାଭ ହେବାରୁ ମନଖୁସି ରହିବ। ବାଦବିବାଦ, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ବନ୍ଧୁଙ୍କୁ ଦେଇଥିବା ପ୍ରତିଶୃତି ରକ୍ଷାକରିବେ। ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହେବ। ଆଶା କରିଥିବା କାମଟି ସମ୍ପନ୍ନ କରିପାରିବେ। କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ଆଗ୍ରହ ବଢିବ। ପ୍ରତିକାର–ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

୧୧ – କୁମ୍ଭ

ବ୍ୟବସାୟରେ ସଫଳତା ଅର୍ଜନ ଓ ଦୂରଯାତ୍ରାର କଷ୍ଟ ପାଇବେ। ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ। ମହିଳାମାନେ ମାନସିକ ସୁସ୍ଥତା ଅନୁଭବ କରିବେ। ବିଦ୍ୟାରେ ମନ ଯୋଗଦେଲେ ପ୍ରତିକୁଳ ପରିସ୍ଥିତି ଦୂରେଇଯିବ। କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ଆଗ୍ରହ ବଢିବ। ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ଆଳସ୍ୟ ବୃଦ୍ଧିପାଇବ। ମହିଳାମାନେ ନିଜର ଇଚ୍ଛା ବିରୋଧରେ କୌଣସି କର୍ମକରି ଅନୁତାପ କରିବେ। ପ୍ରତିକାର– ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

୧୨ – ମୀନ

ଅତି ପ୍ରିୟବନ୍ଧୁ ଆର୍ଥିକ ସହାୟତା କରିବେ। ଦୂରେଇ ଯାଇଥିବା ବନ୍ଧୁ ଅତି ଆପଣାର ହେବେ। ଲେଖାପଢାରୁ ଶୁଭଫଳ ମିଳିବ। ସାମାଜିକ ସ୍ତରରେ ପ୍ରଶଂସିତ ହେବେ। କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ବାଦବିବାଦ, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ। ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ମିଳିବ। ଦାମ୍ପତ୍ୟ ସୁଖରେ ମଧୁରତା ଆସିବ ଓ ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ସମ୍ବନ୍ଧରେ ଅଧିକ ଘନିଷ୍ଠତା ହେବ। ପ୍ରତିକାର–ମାଦକଦ୍ରବ୍ୟ ଓ ଆମିଷ ସେବନ କରନ୍ତୁ ନାହିଁ।