ଆଜିର ରାଶିଫଳ 30 ଜୁନ୍ 2019, ରବିବାର – ସୁର୍ଯ୍ୟ ଦେବଙ୍କ କୃପାରୁ ରୁ ଏହି ୪ଟି ରାଶିର ଭାଗ୍ୟ ଚମକି ଉଠିବ

ମେଷ:-

କର୍ମଜୀବୀମାନେ ସହକର୍ମୀମାନଙ୍କଠାରୁ ସାହାଯ୍ୟ ଓ ସହଯୋଗ ପାଇବେ । ନୂତନ କର୍ମ ନିଯୁକ୍ତି ପାଇଁ ପ୍ରତିଯୋଗିତା ପରୀକ୍ଷାରେ ଓ ସାକ୍ଷାତକାରରେ ଉତ୍ତିର୍ଣ୍ଣ ହେବେ । ପ୍ରିୟଜନମାନଙ୍କୁ ଆର୍ଥିକ ଓ ଭାବନାତ୍ମକ ସାହାଯ୍ୟ କରିବେ । ଅନ୍ୟର ଦୁଃଖ ଦୁର୍ଦଶା ଦୂର କରିବାକୁ ପ୍ରୟାସରତ ହେବେ । ସମ୍ପତ୍ତି ସମ୍ବନ୍ଧିୟ ମାମଲାରେ ଜୟ ହେବ । ଗୁରୁଜନ ଓ ବୃଦ୍ଧଜନଙ୍କ ସେବା କଲେ ଅନେକ ଆଶୀର୍ବାଦ ପାଇବେ । ପ୍ରେମୀ-ପ୍ରେମିକାଙ୍କ ଉନ୍ନତି ପାଇଁ ପ୍ରୟାସରତ ହେବେ ।  ପ୍ରତିକାର- ଶଣ୍ଢକୁ କିଛି ଖାଇବାକୁ ଦିଅନ୍ତୁ ।

ବୃଷ:-

ଋଣ ପରିଶୋଧ କରିବାର ସୁଯୋଗ ପାଇବେ । ସମସ୍ତ କ୍ଷେତ୍ରରେ ସଫଳତା ମିଳିବ । ସ୍ଵାସ୍ଥ୍ୟରେ ପରିବର୍ତ୍ତନ ଅନୁଭବ କରିବେ । ବ୍ୟାପାର ଓ କାମ-କାର୍ଯ୍ୟର ସ୍ଥିତି ବହୁତ ସନ୍ତୋଷଜନକ ହେବ । ସେୟାର ବଜାରରେ ମୁନାଫା ମିଳିବ । ବରିଷ୍ଠ ବ୍ୟକ୍ତିଙ୍କ ସହ ସୁସମ୍ପର୍କ ସ୍ଥାପିତ ହେବା ଫଳରେ ଆଗକୁ ବଢିପାରିବେ । ଜାଗା, ଜମି, ବାସଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ । ମହିଳାମାନେ ଅଧିକ ଭାଗ୍ୟବାଦିନୀ ହୋଇ ନିଜ ଗୋଡରେ ନିଜେ ଠିଆ ହେବାକୁ ସାହସ ବାନ୍ଧିବେ । ପରୀକ୍ଷା ଓ ପ୍ରତିଦ୍ୱନ୍ଦିତାରେ ବିଜୟୀ ହେବେ ।  ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ମିଥୁନ:-

କର୍ମ କ୍ଷେତ୍ରରେ ସହଯୋଗୀମାନଙ୍କ ଯୋଗୁଁ ଉତ୍ତମ କାର୍ଯ୍ୟ କରି ପଦୋନ୍ନତି ପାଇବେ । ବ୍ୟବସାୟରେ ପୁଞ୍ଜି ନିବେଶ ପାଇଁ ଆଶା କରିବେ । ନୂତନ ବନ୍ଧୁଙ୍କ ସହିତ ଭେଟ ହେବା ଫଳରେ ଅଟକିଥିବା କାର୍ଯ୍ୟ ସମ୍ପନ୍ନ ହେବ । ସ୍ୱାସ୍ଥ୍ୟ କିମ୍ବା ଆଇନ୍ ଅଦାଲତ୍ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବ । ପଢ଼ାପଢ଼ିରେ ମନଦେବେ ଉଚ୍ଚଶିକ୍ଷା ସମ୍ମିଳନୀରେ ଯୋଗଦେବେ । ମହିଳାମାନେ ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଲେ ବ୍ୟବସାୟରେ ଅଚାନକ ଧନପ୍ରାପ୍ତି ହେବ । ରାଜନୀତି କ୍ଷେତ୍ରରେ ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଯଶ ମିଳିବ ।  ପ୍ରତିକାର-ମାଦକଦ୍ରବ୍ୟ ସେବନ କରନ୍ତୁ ନାହିଁ ।

କର୍କଟ:-

ଚାକିରୀରେ ମହତ୍ଵପୂର୍ଣ୍ଣ ସମାଚାର ଶୁଣିବେ । ବ୍ୟବସାୟ ସମ୍ବନ୍ଧୀୟ ଜରୁରୀ କାର୍ଯ୍ୟ ପାଇଁ ଯାତ୍ରା କରିବାକୁ ପଡିବ । ନୂତନ ବନ୍ଧୁ ମିତ୍ରଙ୍କ ମିଳନ ହେବ । ପ୍ରେମ-ପ୍ରସଙ୍ଗରେ ମଧ୍ୟ ସଫଳତା ମିଳିବ । ଅଧା-ଅଧୁରାଥିବା କାର୍ଯ୍ୟ ପୂରଣ ହୋଇଯିବ । ନିଜର ଚତୁରତା ଓ ବିବେକ ହେତୁ ସମସ୍ତ ବିପରୀତ ପରିସ୍ଥିତିର ସାମ୍ନା କରିପାରିବେ । ବାଦବିବାଦ, ପ୍ରତିଯୋଗୀତା-ପରୀକ୍ଷା ଓ ମାଲିମୋକଦ୍ଦମାର ସମାଧାନ ହେବ । ଜନସେବାରେ ନିଜକୁ ନିୟୋଜିତ କରିବେ । ରାଜନୀତି କ୍ଷେତ୍ରରେ ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ । ସାମାଜିକ ପତିଆରା ଅମଳିନ ରହିବ ।  ପ୍ରତିକାର-କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ ।

ସିଂହ:-

ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିପାରିବେ । ପରିବାର ସମ୍ବନ୍ଧିତ ବା କୌଣସି ବନ୍ଧୁଙ୍କ ଦ୍ଵାରା ଶୁଭ ସମାଚାର ଶୁଣିବେ । କମିଶନ ସମ୍ବନ୍ଧିତ କାର୍ଯ୍ୟରେ ଲାଭ ମିଳିବ । ଶତ୍ରୁ ବା ବିରୋଧୀ କିଛି କ୍ଷତି କରିପାରିବେ ନାହିଁ । ସନ୍ତାନର ସୁ-ଖବର ଶୁଣି ଖୁସି ହେବେ । ନିଜର ଚତୁରତା ଓ ପତିଆରା ଯୋଗେ ବିପରୀତ ପରିସ୍ଥିତିକୁ ନିଜ ସପକ୍ଷକୁ ଆଣି ପାରିବେ । ସ୍ୱାସ୍ଥ୍ୟସମସ୍ୟା ସୁଧୁରିଯିବ । ରାଜନୈତିକ କ୍ଷେତ୍ରରେ ସହକର୍ମୀମାନଙ୍କ ସହ ଶତ୍ରୁତା ମେଣ୍ଟିଯିବା ଫଳରେ ପ୍ରବଳ ଶତୃମାନେ ଦୁର୍ବଳ ହେବେ । ବିଦ୍ୟାର୍ଥୀଙ୍କର ବିଦ୍ୟାରେ ଉନ୍ନତି ହେବାରୁ ମନ ଖୁସି ରହିବ ।  ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

କନ୍ୟା:-

ବାଣିଜ୍ୟ, ନିର୍ମାଣ ଓ ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ । ବନ୍ଧୁଙ୍କ ନିମନ୍ତ୍ରଣ ପାଇ ଦୂରଯାତ୍ରା କରିବାକୁ ବାଧ୍ୟ ହେବେ । ଜନ ସେବାରେ ନିଜକୁ ନିୟୋଜିତ କରିବେ । ଜୁଆ ଓ ଲଟେରୀ ଖେଳରେ ମନମୁତାବକ ଲାଭବାନ ହେବାର ସମ୍ଭାବନା । ରାଜନୀତି କ୍ଷେତ୍ରରେ ପଦ ପଦବୀ ଲାଭ ହେବା ସହ ସମ୍ମାନଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ । ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ଯଶସ୍ୱୀ ହେବେ । ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବା ପାଇଁ ଯୋଗାଯୋଗ କରି ପାରିବେ ।  ପ୍ରତିକାର-ମାଦକଦ୍ରବ୍ୟ ସେବନ କରନ୍ତୁ ନାହିଁ ।

ତୁଳା:-

କର୍ମ କ୍ଷେତ୍ରରେ ଚତୁରତାସହ କାମ ହାସଲ କରିବେ । ବ୍ୟବସାୟୀ ମାନଙ୍କର ଲାଭ ଅଧିକ କରିବେ ଓ ବୈଷୟିକ ରୁଚି ପୂର୍ତ୍ତି ହେବ । ଛାତ୍ର-ଛାତ୍ରୀମାନେ ଶିକ୍ଷା କ୍ଷେତ୍ରରେ ସଫଳତା ପାଇବା ସହ ଅନ୍ୟର ଦୁଃଖ ଦୁର୍ଦଶା ଦୂର କରିବାକୁ ପ୍ରୟାସ ରତ ହେବେ । ମହିଳାମାନେ ଗୃହୋପକରଣ କ୍ରୟ କରିବା ପାଇଁ ମନ ବଲେଇବେ । ପୈତୃକ ସମ୍ପତ୍ତିକୁ ନେଇ ପରିବାରରେ ସମସ୍ୟା ସମାଧାନ ହେବ । ମଉଜ-ମସ୍ତିରେ ସମୟ କଟିପାରେ । ଦୂରସ୍ଥାନକୁ ଯାତ୍ରା ନକରିବା ଉଚିତ୍ । ଖାଦ୍ୟପେୟ ନିୟନ୍ତ୍ରଣ ନକଲେ ସ୍ୱାସ୍ଥ୍ୟରେ ଅବନତି ହୋଇପାରେ ।  ପ୍ରତିକାର-ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ବିଚ୍ଛା:-

ବ୍ୟବସାୟରେ ସଫଳତା ଅର୍ଜନ ତଥା ଦୂରଯାତ୍ରାର ସୁଯୋଗ ପାଇବେ । ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ । ବିଦ୍ୟାଧ୍ୟୟନ ସମ୍ବନ୍ଧିୟ ଶୁଭ ସମାଚାର ପ୍ରାପ୍ତ ହେବ । ମହିଳାମାନଙ୍କର ପାରିବାରିକ ଜୀବନ ସୁଖମୟ ହେବ ଓ ଦୁଃଖୀ ଲୋକଙ୍କୁ ସାହାଯ୍ୟ କରିବେ । ସନ୍ତାନଙ୍କ ସମ୍ବନ୍ଧରେ କୌଣସି ମହତ୍ଵପୂର୍ଣ୍ଣ ସମାଚାର ଶୁଣିବେ । ଆତ୍ମବିଶ୍ୱାସ ବୃଦ୍ଧି ପାଇବ । କାର୍ଯ୍ୟକ୍ଷେତ୍ରରେ ସଫଳତା ପାଇବେ । ରାଜନୀତି କ୍ଷେତ୍ରରେ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ ।  ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ଧନୁ:-

ମାନସିକ ବୌଦ୍ଧିକ ଓ ଭାବନାତ୍ମକ ରୂପରେ ଅଧିକ ସକ୍ଷମ ଓ ଅନୁଭବି ହେବେ । ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ । କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ । କର୍ମଚାରୀଙ୍କର ପଦୋନ୍ନତି ସହ ସ୍ଥାନାନ୍ତର ଯୋଗ ଅଛି । ଶିକ୍ଷା କ୍ଷେତ୍ରରେ ପରୀକ୍ଷା, ପରିଣାମ ଅନୁକୂଳ ହେବ । ଉଚ୍ଚ ଶିକ୍ଷା ହାସିଲ କରିବା ପାଇଁ ପ୍ରୟାସରତ ରହିବେ । ରାଜନୀତି କ୍ଷେତ୍ରରେ ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ । ସାମାଜିକ ପତିଆରା ଅମଳିନ ରହିବ । କାର୍ଯ୍ୟବ୍ୟସ୍ତତା ଯୋଗୁଁ ପରିବାର ଏବଂ ସାଙ୍ଗସାଥିଙ୍କ ଠାରୁ ଦୂରରେ ରହିବେ ।  ପ୍ରତିକାର- ଶଣ୍ଢକୁ କିଛି ଖାଇବାକୁ ଦିଅନ୍ତୁ ।

ମକର:-

କର୍ମ କ୍ଷେତ୍ରରେ ସହଯୋଗୀମାନଙ୍କ ଯୋଗୁଁ ଉତ୍ତମ କାର୍ଯ୍ୟ କରି ପଦୋନ୍ନତି ପାଇବାର ରାସ୍ତା ପରିଷ୍କାର କରିବେ । ମହିଳାମାନେ ନୂତନ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ । କୌଣସି ସହୃଦୟ ବ୍ୟକ୍ତିଙ୍କଠାରୁ ଯଥେଷ୍ଟ ସହାୟତା ମିଳିବ । ସ୍ୱାସ୍ଥ୍ୟସମସ୍ୟା ସୁଧୁରିଯିବା ଫଳରେ ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ । ରାଜନୀତି ସମ୍ବନ୍ଧୀୟ କୌଣସି ମହତ୍ଵପୂର୍ଣ୍ଣ ସମାଚାର ଶୁଣିବେ । ଦୂରଯାତ୍ରାର ସୁଯୋଗ ପାଇ ସଫଳତା ମିଳିବ । କୌଣସି ଶିକ୍ଷା ଅନୁଷ୍ଠାନରେ ଯୋଗ ଦେବାର ସୁବିଧା ସୁଯୋଗ ଆସିବ ।  ପ୍ରତିକାର:- ଅସହାୟା ମାନଙ୍କୁ ସାହାଯ୍ୟ କରନ୍ତୁ ।

କୁମ୍ଭ:-

ବ୍ୟବସାୟ କ୍ଷେତ୍ରକୁ ସୁସଜ୍ଜିତ କରି ପ୍ରଚୁର ଲାଭବାନ ହେବେ । କର୍ମକ୍ଷେତ୍ରରେ ଶୁଭ ସୂଚନା ପାଇବେ । ପ୍ରତେକ କ୍ଷେତ୍ରରେ ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ । ବ୍ୟବସାୟୀମାନେ ପ୍ରଚୁର ଲାଭ ପାଇବେ । ବିଭିନ୍ନ ଦିଗରୁ ସାହାଯ୍ୟ ସହଯୋଗ ମିଳିବ । ପ୍ରତିଷ୍ଠା, ପ୍ରତିପତ୍ତି ମାନସମ୍ମାନ ଓ କ୍ଷାତି ବଢିବ । ସମସ୍ତ କର୍ମ ବହୁତ ସହଜରେ ହିଁ ସମ୍ପନ୍ନ ହେବ । ସହକର୍ମୀମାନଙ୍କ ସହ ବାଦବିବାଦର ଅବସାନ ଘଟିବ । ଲକ୍ଷ୍ୟ ପୂରଣ ହେବାରେ କୌଣସି ଅସୁବିଧା ହେବ ନାହିଁ । ବିଦ୍ୟାର୍ଥୀଙ୍କର ବିଦ୍ୟାରେ ଉନ୍ନତି ହେବାରୁ ମନ ଖୁସି ରହିବ ।  ପ୍ରତିକାର-ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ମୀନ:-

କର୍ମକ୍ଷେତ୍ରରେ ଉଚ୍ଚଧିକାରୀଙ୍କ ସହ ସୁ ସମ୍ପର୍କ ଫଳରେ ଭାଗ୍ୟୋନ୍ନତି, ଯଶମାନ ପ୍ରତିଷ୍ଠା ଲାଭର ଯୋଗ ଅଛି । ବ୍ୟବସାୟୀକ କାରବାରର ଗତି ରୀତିରେ ପରିବର୍ତ୍ତନର ଆଶଙ୍କା ନାହିଁ । ଆଧ୍ୟାତ୍ମିକ ଭାବଧାରରେ ଉଦବୁଦ୍ଧ ହୋଇ ସତସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ବଳେଇବେ । ସାମାଜିକ କ୍ଷେତ୍ରରେ ପ୍ରଶଂସିତ ହେବେ । ମହିଳାମାନେ ପିଲାମାନଙ୍କ ପ୍ରତି ସତର୍କ ରହି ଆନନ୍ଦିତ ହେବେ । ପରିବାରରେ ଅପ୍ରୀତିକର ପରିସ୍ଥିତି ଦେଖାଦେଲେ ମଧ୍ୟ ସମସ୍ୟାକୁ ସୁଧାରିବା ପାଇଁ ଚେଷ୍ଟା କରି କୌଶଳକ୍ରମେ ସମାଧାନ କରିବେ । ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ-ପ୍ରସଙ୍ଗରେ ସଫଳତା ମିଳିବ ।  ପ୍ରତିକାର- ମୁହଁ ମିଠାକରି ଘରୁ ବାହାରନ୍ତୁ ।