ଆଜିର ରାଶିଫଳ 30 ଜୁଲାଇ 2019, ମଙ୍ଗଳବାର, ହନୁମାନ ଆଜିଠୁ ଏହି ୫ଟି ରାଶିର ସବୁ ଇଚ୍ଛା ପୂରଣ କରିବେ

ମେଷ:-

କୌଣସି ଆଶ୍ଚର୍ଯ୍ୟ ଜନକ କଥା ଶୁଣି ଚକିତ ହେବେ । ନିଜଲୋକ ସାହାଯ୍ୟ କରିବେ ଓ କୁଟୁମ୍ବରେ ବାଦବିବାଦ ମେଣ୍ଟିଯିବ । କର୍ମ କ୍ଷେତ୍ରରେ ସହଯୋଗୀ ମାନଙ୍କ ଯୋଗୁଁ ଶାନ୍ତି ପାଇବେ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ପ୍ରେମୀ-ପ୍ରେମିକଙ୍କ ମଧୁର ମିଲନରେ କୌଣସି ବାଧାବନ୍ଧନ ନାହିଁ । ଶିକ୍ଷାର୍ଥୀମାନେ ଅଧ୍ୟୟନରେ ବାଧା ଉପୁଜୁଥିଲେ ମଧ୍ୟ ଆତ୍ମବିଶ୍ଵାସ ଓ ଦୃଢତା ଯୋଗେ ସମ୍ମାନର ଆଧିକାରୀ ହୋଇ ପାରିବେ । ରାଜନୈତିକ କ୍ଷେତ୍ରରେ କେବେ ବି ଆଗକୁହା ନ ହୋଇ କର୍ମନିଷ୍ଠା ମଧ୍ୟରେ ନିଜକୁ ସୀମିତ ରଖିବା ହିତକରହେବ ।  ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

ବୃଷ:-

ଜାଗା, ଜମି, ସମ୍ପତ୍ତି ଓ ଯାନବାହାନ ସମ୍ବନ୍ଧୀୟ କେତେ ସମସ୍ୟା ସମାଧାନ ହୋଇଯିବ । ପରିବାରରେ ଅର୍ଥ ସଙ୍କଟ ଦୂରେଇ ଯିବାରୁ ଅତ୍ୟଧିକ ଆନନ୍ଦିତ ହେବେ । ପିଲାମାନଙ୍କ ପଢା ସମସ୍ୟା ସମାଧାନ ହେବା ଫଳରେ ମାନସିକ ଶାନ୍ତି ପାଇବେ । କାରବାର ବଢିବ ଓ ଭୁଲ୍ ବୁଝାମଣା ଦୂର ହେବା ଯୋଗେ ହିତୈଷିମାନେ ଅଧିକ ନିବିଡ ହେବା ସାଙ୍ଗକୁ ମର୍ଯ୍ୟଦାଜନକ ପରିସ୍ଥିତି ସୃଷ୍ଟି କରିବେ । ଶତୃମାନେ ଷଡଯନ୍ତ୍ର କରି କ୍ଷତି କରିବାକୁ ଚେଷ୍ଟା କରୁଥିଲେ ବିଫଳ ହେବେ । ସତର୍କତାର ସହ କାର୍ଯ୍ୟ କରିଲେ ସମସ୍ତ ପରିସ୍ଥିତି ଆପଣଙ୍କ ସପକ୍ଷରେ ଯିବ ।  ପ୍ରତିକାର- ମୁହଁ ମିଠାକରି ଘରୁ ବାହାରନ୍ତୁ ।

ମିଥୁନ:-

ବ୍ୟବସାୟରେ ମିତ୍ର ଓ ସହଯୋଗୀଙ୍କ ଦ୍ଵାରା ଆଶାତୀତ ଲାଭ ପ୍ରାପ୍ତ ହେବ । ଯୁବକ ଯୁବତୀ ମାନଙ୍କର ଉତ୍ତରଦାୟିତ୍ୱ ବଢ଼ିବ । ମହିଳା ମାନଙ୍କର ଭୌତିକ ସୁଖ-ସୁବିଧା ସାଧନର ବୃଦ୍ଧି ହେବ ଓ ପରିଶ୍ରମ କଷ୍ଟର ପୁରା ଲାଭ ମିଳିବ । ସ୍ଥଗିତ ଥିବା ଧନ ମିଳିବାରୁ ଖୁସି ହେବେ । ମନୋକାମନା ପୂରଣ ହେବ ଓ ସାମ୍ବାଦିକତାରୁ ଲାଭ ଏବଂ ଶୁଭ ସମାଚାର ମିଳିବ । ପରୀକ୍ଷା ଓ ସାକ୍ଷାତ କାରରେ ସଫଳତା ମିଳିବ । ରାଜନୀତି କ୍ଷେତ୍ରରେ ସଫଳତା ଏବଂ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ । ଈର୍ଷାପରାୟଣ ବ୍ୟକ୍ତିମାନେ କଟୁ ବଚନ ଶୁଣେଇବା ଫଳରେ କୌଣସି କାମରେ ମନ ଲାଗିବ ନାହିଁ ।  ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

କର୍କଟ:-

ବ୍ୟବସାୟ ସଂସ୍ଥାନ, ଶିଳ୍ପ ପ୍ରତିଷ୍ଠା ବା ଯୋଜନା ସାଫଲ୍ୟଦାୟକ ହେବ । କର୍ମକ୍ଷେତ୍ରରେ ସାଫଲ୍ୟ, ଉଚ୍ଚସମ୍ମାନ ଓ ପଦ ପଦବୀ ଲାଭହେବ । ପୁଞ୍ଜିଲଗାଣ, ଉଦ୍ୟୋଗ, ଧନ ଆଦାନ ପ୍ରଦାନରେ ଲାଭବାନ୍ ହେବେ ।   ସ୍ଥାନାନ୍ତର ଓ ମତାନ୍ତର ଭୟ ଦୂରେଇ ଯିବ । ବ୍ୟବସାୟରେ ଆଶାତୀତ ଲାଭକରି କିଛି ନୂତନ ପଦାର୍ଥ ସଂଗ୍ରହ କରି ପାରିବେ । ସମୟକୁ ହାତ ଛଡ଼ା ନ କରିବା ଉଚିତ୍ । ପନିପରିବା ଫସଲ ଆମଦାନୀରେ ଓ ବ୍ୟବସାୟରେ ଖୁସି ରହିବେ । ଶିକ୍ଷାକ୍ଷେତ୍ରରେ ପରୀକ୍ଷା, ପରିଣାମ ଅନୁକୂଳ ହେବ । ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବା ଫଳରେ ନୂତନପନ୍ଥା ଅନୁସରଣ କରିବେ ।  ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

ସିଂହ:-

କର୍ମୋନ୍ନତିର ସୂଚନା ପାଇବେ ଓ ଆଇନ ଅଦାଲତ ତଥା ଲେଖାପଢାରୁ ଶୁଭଫଳ ମିଳିବ । ନୂଆ ନିଯୁକ୍ତି ପାଇବାର ସୁଯୋଗ ଅଛି । ବାସସ୍ଥାନ ବା ଯାନବାହାନ ପ୍ରାପ୍ତି ହୋଇପାରେ । ରାଜନୀତି କ୍ଷେତ୍ରରେ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ । ସନ୍ତାନମାନଙ୍କର ଉନ୍ନତିରେ ଆନନ୍ଦିତ ହେବେ । ସମସ୍ତ କାର୍ଯ୍ୟରେ ଶୁଭଫଳ ପ୍ରାପ୍ତି ହେବ । ପାରିବାରିକ ସମସ୍ୟା ଗୁଡ଼ିକୁ ସୁଧାରି ନେବା ଉଚିତ୍ । ଉତ୍ସାହ ଉଲ୍ଲାସରେ ସମୟ ଅତିବାହିତ କରିବେ । ପରିବାରରେ ମହତ୍ୱପୂର୍ଣ୍ଣ କାର୍ଯ୍ୟକରି ପ୍ରଶଂସିତ ହେବେ ।  ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

କନ୍ୟା:-

ଶତୃ ବିରୋଧୀମାନେ ସତଚେଷ୍ଟା କଲେ ମଧ୍ୟ କୌଣସି କ୍ଷତି କରିପାରିବେ ନାହିଁ । ଅନେକ ଦିଗରୁ ଖୁସି ମିଳିବ । ନିଜର ଲୋକମାନେ ସାହାଯ୍ୟ ସହଯୋଗ କରିବେ । ରାଜନୀତି କ୍ଷେତ୍ରରେ ସମସ୍ତ ଚେଷ୍ଟା ସଫଳ ହେବ । ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ । ମହିଳାମାନେ କରିଥିବା କାମର ଶୁଭ ସୂଚନା ପାଇ ଶାନ୍ତି ପାଇବେ । ଘରଲୋକଙ୍କୁ ବିଶ୍ଵାସ କରି ପରଲୋକଙ୍କୁ ଅବିଶ୍ଵାସ କଲେ ହଇରାଣରେ ପଡି ପାରନ୍ତି । କର୍ମକ୍ଷେତ୍ରର ସାବଧାନତା ପୂର୍ବକ ପାଦ ବଢ଼େଇବା ବୁଦ୍ଧିମତା ପୂର୍ଣ୍ଣ ହେବ ।  ପ୍ରତିକାର– ଷଣ୍ଢକୁ ଖାଇବାକୁ ଦିଅନ୍ତୁ ।

ତୁଳା:-

କର୍ମକ୍ଷେତ୍ରରେ କରିଥିବା କାମର ଶୁଭ ସୂଚନା ପାଇବେ । କଳା, ସାହିତ୍ୟ, କ୍ରୀଡ଼ା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ପ୍ରତ୍ୟେକ କ୍ଷେତ୍ରରେ ବିନୟପୂର୍ଣ୍ଣ କଥାକହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ । ଶତୃ ବିରୋଧୀମାନେ ସତଚେଷ୍ଟା କଲେ ମଧ୍ୟ କୌଣସି କ୍ଷତି କରିପାରିବେ ନାହିଁ । ମହିଳାମାନଙ୍କର ଖୁସିର ବାତାବରଣ ସ୍ଥାୟି ରହିବ ଓ ନୂତନ ସମ୍ବନ୍ଧ ସୃଷ୍ଟିହେବ । ହାତକୁ ନେଇଥିବା କାର୍ଯ୍ୟଟି ପାଇଁ କଠିନ ପରିଶ୍ରମ କରିବାକୁ ପଡିବ । ପଡାପଡୋଶୀ ବନ୍ଧୁ ମିତ୍ରଙ୍କ ବ୍ୟବହାରରେ ମନ ବିଚଳିତ ହୋଇପାରେ ।  ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ବିଚ୍ଛା:-

ନୂତନ କାର୍ଯ୍ୟରେ ଉନ୍ନତି ହେବ । ମନୋରଂଜନ କାର୍ଯ୍ୟରେ ସମୟ କଟିବ । ପାଖ ପଡୋଶୀମାନଙ୍କ ସହଯୋଗରେ ଗୃହସମସ୍ୟା ସମାଧାନ ହେବ । କର୍ମକ୍ଷେତ୍ରରେ ଦୀର୍ଘଦିନର ବିବାଦୀୟ ସମସ୍ୟାରେ ସଫଳତା ମିଳିବ । ମହିଳାମାନଙ୍କର କର୍ମ ବ୍ୟବସାୟିକ କାର୍ଯ୍ୟ ସହଜ ସରଳରେ ସମାଧାନ ହେବ । ଅଫିସରେ ଲାଗି ରହିଥିବା ସମସ୍ୟା ଦୂର ହେବ । କୋର୍ଟ କଚେରୀ ମାମଲାର ଶୁଣାଣି ନିଜ ସପକ୍ଷରେ ଯିବ । ରାଜନୀତି କ୍ଷେତ୍ରରେ ଜନ ସେବାରେ ପ୍ରଶଂସା ମିଳିବ । ଧାର୍ମିକ କାର୍ଯ୍ୟପ୍ରତି ଆଗ୍ରହୀ ହେବେ ।  ପ୍ରତିକାର:- ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।

ଧନୁ:-

କର୍ମୋନ୍ନତିର ସୂଚନା ପାଇବା ସହ ଆଶା କରିଥିବା କାର୍ଯ୍ୟଟି ପୂରଣ ହେବ । ପୁରାତନ ରୋଗ ପୀଡ଼ାର ଉପଶମ ହେବ ଓ ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଅନୁଭବ କରିବେ । ପରିବହନ ବ୍ୟବସାୟରେ ବିଶେଷ ଲାଭବାନ ହେବେ ।   ଶତୃନାଶ, ଋଣନାଶ ଓ ଅଫିସ୍ କାମରେ ପରିଚାଳନାଗତ ସମସ୍ୟା ସମାଧାନ ହେବ । ମନୋରଂଜନ କାର୍ଯ୍ୟରେ ସମୟ କଟିବ । ଶୁଭ ସମାଚାର ପାଇ ମନ ଖୁସି ହେବ । ଦୂରଯାତ୍ରାକରି ଲାଭ ପାଇବେ ଓ ଅଭିଷ୍ଟ ପ୍ରାପ୍ତି ହେବ । କର୍ମ କ୍ଷେତ୍ରରେ ସମ୍ମାନୀତ ହେବେ । ଖେଳ, ବିଦ୍ୟା ଓ କୃଷିକ୍ଷେତ୍ରରେ ଆଦୃତ ହେବେ ।  ପ୍ରତିକାର-ନିଶାଦ୍ରବ୍ୟ ସେବନ କରନ୍ତୁ ନାହିଁ ।

ମକର:-

କର୍ମ କ୍ଷେତ୍ରରେ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ ପ୍ରଶଂସା ପାଇବେ । ସରକାରୀ କ୍ଷେତ୍ରରେ ସଫଳତା ମିଳିବ । ବନ୍ଧୁ ମିତ୍ରମାନଙ୍କର ସହଯୋଗରେ ଧନସମ୍ପଦ, ବସ୍ତ୍ରଆଭୂଷଣ ଆଦି ଲାଭହେବ । ଆମୋଦ-ପ୍ରମୋଦ, କ୍ରିଡା, ମନୋରଞ୍ଜନ, ନୃତ୍ୟଗୀତ, କଳାସଙ୍ଗୀତ, ଭୋଜିଭାତ, ମଉଜ ମଜିଲିସ୍, ଆଡମ୍ବରରେ ଉତ୍ସାହ ବଢିବ । ବନ୍ଧୁ ମିତ୍ରଙ୍କଠାରୁ ସାହାଯ୍ୟ ସହଯୋଗ ମିଳିବ । ଦୂରଯାତ୍ରାର ସୁଯୋଗ ପାଇବେ । ଅର୍ଥଲାଭର ମାର୍ଗ ଖୋଲି ଯିବ । କୌଣସି ମାଙ୍ଗଳିକ କାର୍ଯ୍ୟ ଆୟୋଜନରେ ଯୋଗ ଦେବେ । ଛାତ୍ରଛାତ୍ରୀ ମାନଙ୍କର ଶିକ୍ଷକ ଓ ସହପାଠୀ ମାନଙ୍କ ମଧ୍ୟରେ ସମନ୍ଵୟ ରହି ବନ୍ଧୁତ୍ଵ ବୃଦ୍ଧି ପାଇବ ।  ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

କୁମ୍ଭ:-

କର୍ମକ୍ଷେତ୍ରରେ ଶତୃମାନେ ଦୂରେଇ ଯିବା ଫଳରେ ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ ଓ ମାନସିକ ଶାନ୍ତି ପାଇବେ । ଶୁଭ ସମାଚାର ମିଳିବ । ପରିଶ୍ରମ କାର୍ଯ୍ୟ କରି ପ୍ରଶଂସିତ ହେବେ । ବ୍ୟବସାୟିକ ସ୍ଥିତି ସୁଧୁରିଯିବ ଓ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ । ରାଜନୀତି କ୍ଷେତ୍ରରେ ସଫଳତା ଏବଂ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ । ଅଧିକାରୀଙ୍କଠାରୁ ସହଯୋଗ ମିଳିବ । ଧାର୍ମିକ କାର୍ଯ୍ୟରେ ରୁଚି ବଢ଼ିବ । ମହିଳାମାନେ ଉଚିତ୍ପନ୍ଥା ଗ୍ରହଣ କରି ହସ ଖୁସିରେ ସମୟ ବିତେଇବେ । ଛାତ୍ର ଛାତ୍ରୀ ମାନଙ୍କର ସଂଘର୍ଷ ଦ୍ୱାରା ସଫଳତା ମିଳିବ ।  ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ମୀନ:-

କେତେକ ଦୀର୍ଘ ଯୋଜନା ସଫଳ କାରଣରୁ ମନ ଭଲ ରହିବ । ମହିଳାମାନେ ମାନସିକ ସୁସ୍ଥତା ଅନୁଭବ କରିବେ । ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ ଆପଣ ସଫଳତା ଅର୍ଜନ କରିବେ । ଆର୍ଥିକ, ପାରିବାରିକ ଏବଂ ସାମାଜିକ କାର୍ଯ୍ୟରେ ଜୟଯୁକ୍ତ ହେବେ । ସହକର୍ମୀମାନଙ୍କ ଠାରୁ ସାହାଯ୍ୟ ଓ ସହଯୋଗ ପାଇ ସମସ୍ତ କାର୍ଯ୍ୟରେ ସଫଳତା ମିଳିବ ଓ ବରିଷ୍ଠ ବ୍ୟକ୍ତିମାନେ ସନ୍ତୋଷ ହେବେ । ବ୍ୟବସାୟୀମାନଙ୍କର କାରବାର ବଢିବ ଓ ଲୋକ ସମ୍ପର୍କ ବୃଦ୍ଧି ହେବ । ବାଦବିବାଦ, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତାପରୀକ୍ଷା ଓ ସାକ୍ଷାତକାରରେ ଉଚ୍ଚ ପ୍ରଶଂସିତ ହେବେ ।  ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।