ଆଜିର ରାଶିଫଳ, 30 ଡିସେମ୍ବର 2018, ରବିବାର – ଏହି ୫ଟି ରାଶି ହେବେ ଧନଵାନ

ମେଷ–

ଗୃହସମସ୍ୟା ସମାଧାନ ହେବ । ଅଟକିଥିବା କାର୍ଯ୍ୟ ପୂରଣ ହେବ । କର୍ମକ୍ଷେତ୍ରରେ ସଫଳତା ମିଳିବ । ବ୍ୟବସାୟରେ ଆଶାତୀତ ଲାଭ କରିବେ । ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ । ପ୍ରତିଷ୍ଠା, ପ୍ରତିପତି, ମାନସମ୍ମାନ ଓ କ୍ଷାତି ବଢ଼ିବ । ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ । ଯାତ୍ରାରେ ବିଶେଷ ଲାଭାନ୍ୱିତ ହେବେ । ମହିଳାମାନେ ସକ୍ରିୟ ହେବେ । ଭାଇ ଓ ମିତ୍ରଙ୍କଠାରୁ ସହଯୋଗ ପାଇବେ । ବିରୋଧିମାନେ ଦୂରେଇଯିବେ । ପରିବାରରେ ଖୁସିର ବାତାବରଣ ସୃଷ୍ଟି ହେବ । ଯାନ ବାହନ ସୁଖ ମିଳିବ । ମନୋରଂଜନ କାର୍ଯ୍ୟରେ ସମୟ କଟିବ । ସାମାଜିକ କାର୍ଯ୍ୟରେ ଭାଗ ନେବେ । ବିଦ୍ୟା, ଖେଳରେ ପ୍ରଶଂସିତ ହେବେ । ପ୍ରତିକାର-ପିତା ମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ ।

ବୃଷ–

ପାରିବାରିକ କ୍ଷେତ୍ରରେ ସ୍ଥିରତା ଦେଖାଦେବ । କର୍ମକ୍ଷେତ୍ର ସୁଦୃଢ଼ ହେବ । ବ୍ୟବସାୟୀମାନେ ବହୁତ ଦିନର ବାକିପଡିଥିବା ଅର୍ଥ ପାଇବେ । ଶିଳ୍ପ, ବାଣିଜ୍ୟ, ଯାତ୍ରା, ରାଜନୀତି,ପ୍ରଶାସନକ୍ଷେତ୍ରରେ ସମସ୍ୟାକୁ ସୁଧାରି ନେବେ । ମହିଳାମାନଙ୍କର ଆଶା ପୂରଣ ହେବ । ବନ୍ଧୁବାନ୍ଧବଙ୍କ ନିକଟରେ ଗୁରୁଗୁରୁଜନ ଓ ପ୍ରିୟଲୋକଙ୍କ ପାଖରେ ଆଦୃତ ହେବେ । ପରିବାରରେ ମହତ୍ୱପୂର୍ଣ୍ଣ କାର୍ଯ୍ୟକରି ପ୍ରଶଂସିତ ହେବେ । ବିବେକ ବୁଦ୍ଧି ଖଟେଇ ଉଚିତ୍ମାର୍ଗରେ ଗତିକରିବାର କ୍ଷମତା ଜନ୍ମହେବ । ବିଦ୍ୟାରେ ଉନ୍ନତି ହେବ । ଭବିଷ୍ୟତ ଚିନ୍ତାକରି ପରିଶ୍ରମକଲେ ଚେଷ୍ଟା ସାର୍ଥକହେବ । ପ୍ରତିକାର:- ଠାକୁରାଣୀଙ୍କୁ ଭୋଗଲଗେଇ ବାଣ୍ଟିବେ ।

ମିଥୁନ–

ଆୟର ମାର୍ଗ ପ୍ରଶସ୍ତ ହେବ । ଦୂରଯାତ୍ରାରେ ସୁଖମିଳିବ ଏବଂ ଲାଭ ବାନ୍ ହେବେ । ପରିବାରରେ ଆନନ୍ଦ ଲହରୀ ଖେଳିଯିବ । ମିତ୍ର, ଭାଇ ଓ ବନ୍ଧୁମାନେ ସହଯୋଗ କରିବେ । ପରିଶ୍ରମଦ୍ୱାରା କାର୍ଯ୍ୟ ସଫଳ ହେବ । ବାହାନ କ୍ରୟ ଓ ବିକ୍ରୟ କରିବେ । ବାଦବିବାଦ ମାଲିମୋକଦ୍ଦମା ପ୍ରତିଯୋଗିତା ପରୀକ୍ଷାରେ ସଫଳ ହେବେ । ମହିଳାମାନେ ସମସ୍ୟା ସମାଧାନ କରି ଶାନ୍ତି ପାଇବେ । ମିତ୍ରମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଅନେକ କାର୍ଯ୍ୟରେ ସଫଳ ହେବେ । ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ନିତ୍ୟଚର୍ଯ୍ୟାରେ ବ୍ୟବଧାନ ଉପସ୍ଥିତ ହେବ । ରାଜନୀତିରେ ବିରୋଧ, ଖେଳରେ ସତର୍କତା ଅବଲମ୍ବନ କରିବା ଉଚିତ୍ । ବଜେଟ୍ ରେ ଗୋଳମାଳ ହେବ । ପ୍ରତିକାର- ଗୁଡ ରୁଟି ଗାଈକୁ ଖାଇବାକୁ ଦିଅନ୍ତୁ ।

କର୍କଟ–

କାର୍ଯ୍ୟ ସହଜ ସରଳରେ ସମାଧାନ ହେବ । ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ । ଖର୍ଚ୍ଚବଢ଼ିବାଯୋଗେପରିବାରରେ ଅସନ୍ତୋଷ ଦେଖାଦେବ । ପିଲାମାନଙ୍କ ପଢା ସମସ୍ୟା ନେଇ ମନ ଭାରାକ୍ରାନ୍ତ ରହିବ । ଛୋଟ ଛୋଟ କାମକୁ ବୁଝିବିଚାରି ନକଲେ ଦ୍ଵନ୍ଦରେ ପଡିବେ । କୌଣସି ଆବଶ୍ୟକୀୟ ଜିନିଷ କିଣିବା ପାଇଁ ଧାର କରଜ କରିବାକୁ ବାଧ୍ୟ ହେବେ । କର୍ମରେ ଅସ୍ଥିରତା ଆସିବ । ସାମୟିକ ଚିନ୍ତା ଦୂରହେବ । ମହିଳାମାନେ ପିଲାଙ୍କସହ ଖୁସିରେ ରହିବେ । ନିଜଲୋକମାନେ ଦୂରେଇ ଯିବେ । ରାଜନୀତିରେ ପ୍ରସଂଶା, ବିଦ୍ୟାରେଉନ୍ନତି, କୃଷିରେ ମନସନ୍ତୁଷ୍ଟ, ଖେଳରେ ବିଜୟୀ ହେବେ । ପ୍ରତିକାର:- କୁକୁରକୁ ଖାଦ୍ୟ ଦିଅନ୍ତୁ ।

ସିଂହ–

ନୂତନ ଗୃହସୁଖ ମିଳିବ । ମନୋରଞ୍ଜନ କରିବା ପାଇଁ ସମୟ ମିଳିବ । ଯାତ୍ରାରେ ସମୟ କଟିବ ଓ ଲାଭ ପାଇବେ । ବ୍ୟବସାୟ ବୃଦ୍ଧି କିମ୍ବା ନୂଆ ଯୋଜନା ଅନୁସାରେ କାର୍ଯ୍ୟ କରିବେ । ସ୍ଥଗିତ ଥିବା ଧନପ୍ରାପ୍ତ ହେବ । ମହିଳାମାନେ ନୂତନ କର୍ମ ଓ ବ୍ୟବସାୟ ପାଇଁ ଚେଷ୍ଟିତ ହେବେ । ବନ୍ଧୁବାନ୍ଧବଙ୍କ ନିକଟରେ ଗୁରୁଗୁରୁଜନ ଓ ପ୍ରିୟଲୋକଙ୍କ ପାଖରେ ଆଦୃତ ହେବେ । ପରିବାରରେ ମହତ୍ୱପୂର୍ଣ୍ଣ କାର୍ଯ୍ୟକରି ପ୍ରଶଂସିତ ହେବେ । ବିବେକ ବୁଦ୍ଧି ଖଟେଇ ଉଚିତ୍ମାର୍ଗରେ ଗତିକରିବାର କ୍ଷମତା ଜନ୍ମହେବ । ରାଜନୀତିରେ ଉନ୍ନତି, ବିଦ୍ୟାରେ ଉନ୍ନତି, ଖେଳରେ ଶାନ୍ତି ହେବେ । ଉତ୍ସାହ ଉଲ୍ଲାସରେ ସମୟ ଅତିବାହିତ କରିବେ । ଆର୍ଥିକସ୍ଥିତି ପୂର୍ବପରି ରହିବ । ପ୍ରତିକାର:- ଅଶ୍ୱସ୍ଥବୃକ୍ଷ ମୂଳରେ ଗୁଡପଣା ଢାଳନ୍ତୁ ।

କନ୍ୟା–

କୌଣସି ଆନୁଷ୍ଠାନିକ, ମାଙ୍ଗଳିକ ଓ ସାଙ୍ଗଠନିକ କାର୍ଯ୍ୟରେ ଯୋଗ ଦେବେ । ଆର୍ଥିକସ୍ଥିତି ମନ୍ଦ ହେବନାହିଁ, ଯାହାଦ୍ୱାରା କି ବହୁ ପରିମାଣରେ ଅଭିବୃଦ୍ଧିର ହାର ବଢ଼ିଯିବ । ଲେଖାପଢ଼ାରୁ, ସଭାସମିତିରୁ, ବନ୍ଧୁମିଳନରୁ ଶୁଭଫଳ ପାଇବେ । ବ୍ୟବସାୟୀମାନେ ନିଜର ପ୍ରାଧାନ୍ୟ ବିସ୍ତାର କରି ସମସ୍ୟାକୁ ସୁଧାରି ନେବେ । ପ୍ରତିଯୋଗିତା ଓ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟ ଲାଭ କରିବେ । ବ୍ୟବସାୟରେ ଭାଗିଦାରୀଙ୍କ ପାଇଁ କ୍ଷତିରୁ ବଞ୍ଚିଯିବେ । ମହିଳାମାନେ ଅନ୍ୟକୁ ନିଜ ସହ ତୁଳନା କରି ମାନସିକ ଶାନ୍ତି ଅନୁଭବ କରିବେ । ମିତ୍ରମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଅନେକ କାର୍ଯ୍ୟରେ ସଫଳ ହେବେ । ଉତ୍ସାହ ଉଲ୍ଲାସରେ ସମୟ ଅତିବାହିତ କରିବେ । ପ୍ରତିକାର:- କୁକୁରକୁ ଖାଦ୍ୟ ଦିଅନ୍ତୁ ।

ତୁଳା–

ଦାମ୍ପତ୍ୟଜୀବନ ସୁଖମୟ ହେବ । କାର୍ଯ୍ୟରେ ଅସ୍ଥିରତା ବଢ଼ିବ । ପରିଶ୍ରମ ଦ୍ୱାରା ଲାଭ ପାଇବେ । ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ । ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ । ଯାତ୍ରାରେ ବିଶେଷ ଲାଭାନ୍ୱିତ ହେବେ । ନିକଟକୁ ଯାତ୍ରା କରି ଲାଭବାନ୍ ହେବେ । ବିଦ୍ୟା ଓ ଖେଳରେ ଉନ୍ନତି ହେବ । ଯେତେ କଷ୍ଟ କଲେ ମଧ୍ୟ ଭଲ ଫଳ ପାଇବେ ନାହିଁ । ମନକୁ ଆଘାତ ଲାଗିଲାପରି କଥା ଶୁଣିବାକୁ ବାଧ୍ୟ ହେବେ । ମହିଳାମାନେ ମିତ୍ର ଓ ଭାଇମାନଙ୍କୁ ସାହାଯ୍ୟ କରି ଆର୍ଥିକ ସମସ୍ୟାରେ ଚିନ୍ତିତ ହେବେ । ବିରୋଧିମାନେ ହଇରାଣ କରିବେ । କାର୍ଯ୍ୟ ମଧ୍ୟମ ଧରଣର ହେବ । ସଫଳତା ମିଳିବ କିନ୍ତୁ ସନ୍ତୁଷ୍ଟ ହେବେନାହିଁ । ପ୍ରତିକାର- ଗାଈକୁ କିଛି ଖାଇବାକୁ ଦିଅନ୍ତୁ ।

ବିଚ୍ଛା–

ଦାମ୍ପତ୍ୟ ଜୀବନରେ ସୁଖବୃଦ୍ଧି ହେବ । ମହିଳାମାନଙ୍କର ସ୍ୱଜନ ଓ ମିତ୍ରଙ୍କ ଠାରୁ ପୂର୍ଣ୍ଣ ସହଯୋଗ ମିଳିବ । ଗୃହର ସମସ୍ୟା ଦୂର ହୋଇଯିବ । ଅଟକିଥିବା ଧନଲାଭ ହେବ । ଦିନଚର୍ଯ୍ୟା ସୁଖଦାୟକ ହେବ । ବ୍ୟବସାୟରେ ସଫଳତା ମିଳିବ । ବନ୍ଧୁବାନ୍ଧବଙ୍କ ନିକଟରେ ଗୁରୁଗୁରୁଜନ ଓ ପ୍ରିୟଲୋକଙ୍କ ପାଖରେ ଆଦୃତ ହେବେ । ପରିବାରରେ ମହତ୍ୱପୂର୍ଣ୍ଣ କାର୍ଯ୍ୟକରି ପ୍ରଶଂସିତ ହେବେ । ବିବେକ ବୁଦ୍ଧି ଖଟେଇ ଉଚିତ୍ମାର୍ଗରେ ଗତିକରିବାର କ୍ଷମତା ଜନ୍ମହେବ । ରାଜନୀତି, କୃଷି, ବିଦ୍ୟା ଓ ଖେଳରେ ସଫଳ ହେବେ । ସଂପତ୍ତି କ୍ରୟ ଓ ବିକ୍ରୟ ଦ୍ୱାରା ଲାଭ ପାଇବେ । ମହତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପୂର୍ଣ୍ଣ ହୋଇଯିବ । ଶାରୀରିକ କଷ୍ଟ ଭୋଗିବେ । ସତର୍କ ନ ରହିଲେ ଶତୃମାନେ କ୍ଷତି କରିବେ । ପ୍ରତିକାର:- କୁକୁରକୁ ଖାଦ୍ୟ ଦିଅନ୍ତୁ ।

ଧନୁ–

ଶୁଭ ସମାଚାର ପାଇ ମନ ଖୁସି ହେବ । ଦୂରଯାତ୍ରାକରି ଲାଭ ପାଇବେ ଓ ଅଭିଷ୍ଟ ପ୍ରାପ୍ତି ହେବ । ବ୍ୟବସାୟରେ ଅଚଳାବସ୍ଥା ସୁଧୁରିଯିବ । କର୍ମ କ୍ଷେତ୍ରରେ ସମ୍ମାନୀତ ହେବେ । ଜନ ସେବାରେ ପ୍ରଶଂସା ମିଳିବ । ମିତ୍ରମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଅନେକ କାର୍ଯ୍ୟରେ ସଫଳ ହେବେ । ମହିଳାମାନେ ଉତ୍ସାହ ଉଲ୍ଲାସରେ ସମୟ ଅତିବାହିତ କରିବେ । ଶତୃ ପରାଜିତ ହେବେ । ନିର୍ମାଣ କାର୍ଯ୍ୟରେ କିଛି ସମୟ ଇଚ୍ଛାକୃତ ତ୍ୟାଗ କରିବେ । ସାମାଜିକ ଉତ୍ସବରେ ଭାଗ ନେବେ । ରାଜନୀତି, ଖେଳ, ବିଦ୍ୟା ଓ କୃଷିକ୍ଷେତ୍ରରେ ଆଦୃତ ହେବେ । ପ୍ରତିକାର-ନିଶାଦ୍ରବ୍ୟ ଓ ଆମିଷ ସେବନ କରନ୍ତୁ ନାହିଁ ।

ମକର–

କର୍ମକ୍ଷେତ୍ରରେ ମାନସିକ ଚାପ ବୃଦ୍ଧି ପାଇବ । ବ୍ୟବସାୟରେ ଖୁବ୍ ଆଶାବାଦୀ ହେବେ । ବାକିଥିବା ଅର୍ଥ ଆଦାୟ ହେବ । ବନ୍ଧୁବାନ୍ଧବଙ୍କ ନିକଟରେ ଗୁରୁଗୁରୁଜନ ଓ ପ୍ରିୟଲୋକଙ୍କ ପାଖରେ ଆଦୃତ ହେବେ । ରାଜନୀତିରେ ଲୋକପ୍ରିୟତା, ବିଦ୍ୟାରେଉନ୍ନତି, ଖେଳ ରେ ପ୍ରଶଂସା, କୃଷିରେ ମନନିବେଶ କରିବେ । ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ନିତ୍ୟଚର୍ଯ୍ୟାରେ ବ୍ୟବଧାନ ଉପସ୍ଥିତ ହେବ । ସାଧାରଣ ଘଟଣାଯୋଗୁ ବନ୍ଧୁଙ୍କ ସହ ସମ୍ପର୍କ ତୁଟିଯିବ । ପରିବାରରେ ଅର୍ନ୍ତଦ୍ୱନ୍ଦ ସୃଷ୍ଟି ହେବ । ମହିଳାମାନେ ପିଲାଙ୍କ ଆଚରଣରେ ଚିନ୍ତିତ ରହିବେ । ପ୍ରତିକାର ଦ୍ୱାରା ବାଧା ଦୂର ହେବ ଏବଂ ସଫଳତା ମିଳିବ । ନୂଆ ନିଯୁକ୍ତିର ସମ୍ଭାବନା ଅଛି । ମାନ ସମ୍ମାନ ପ୍ରତିଷ୍ଠା ବୃଦ୍ଧି ହେବ । ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ ।

କୁମ୍ଭ–

ପରିବାରରେ ମହତ୍ୱପୂର୍ଣ୍ଣ କାର୍ଯ୍ୟକରି ପ୍ରଶଂସିତ ହେବେ । ବିବେକ ବୁଦ୍ଧି ଖଟେଇ ଉଚିତ୍ମାର୍ଗରେ ଗତିକରିବାର କ୍ଷମତା ଜନ୍ମହେବ । ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ । ପ୍ରତିଷ୍ଠା, ପ୍ରତିପତି, ମାନସମ୍ମାନ ଓ କ୍ଷାତି ବଢ଼ିବ । ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ । ଯାତ୍ରାରେ ବିଶେଷ ଲାଭାନ୍ୱିତ ହେବେ । ଗୃହରୁ ସୁଖମିଳିବ । ସହଯୋଗୀମାନେ ଉନ୍ନତିପାଇଁ ଚେଷ୍ଟା କରିବେ । ବିଶିଷ୍ଟ ବ୍ୟକ୍ତିଙ୍କ ସହ ସଂପର୍କ ଓ ଆମୋଦପ୍ରମୋଦର ସୁଯୋଗ ପାଇବେ । ଶୁଭକାର୍ଯ୍ୟ ପାଇଁ ଇଚ୍ଛାକରି ଗୁରୁଜନମାନଙ୍କ ଠାରୁ ଆର୍ଶିବାଦ ପାଇବେ । କର୍ମକ୍ଷେତ୍ରରେ ସଫଳତା ମିଳିବ । ବ୍ୟବସାୟରେ ପ୍ରସାର ପ୍ରଚାର ହେବ । ରାଜନୀତିରେ ସମସ୍ୟା ଦୂର ହେବ । ପ୍ରତିକାର- ଷଣ୍ଢକୁ ଖାଇବାକୁ ଦିଅନ୍ତୁ ।

ମୀନ–

ବାହ୍ୟ ଯୋଗାଯୋଗରେ ଲାଭ ମିଳିବ । ସଭାସମିତି, ରାଜନୀତି ପାଇଁ ସମୟ ଦେବାକୁ ପଡ଼ିବ । ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ପରିବହନ ଭଲ ଚାଲିବ । ମହିଳାମାନେ ଉତ୍ସାହ ଉଲ୍ଲାସରେ ସମୟ ଅତିବାହିତ କରିବେ । ବିଦ୍ୟା ଓ ଖେଳରେ ଉତ୍ସାହ ବଢ଼ିବ । ମିତ୍ରମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଅନେକ କାର୍ଯ୍ୟରେ ସଫଳ ହେବେ ଓ ମାନସିକ ଶାନ୍ତି ପାଇବେ । ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ନିତ୍ୟଚର୍ଯ୍ୟାରେ ବ୍ୟବଧାନ ଉପସ୍ଥିତ ହେବ । ମାଂସ ଭୋଜନ,ମାଦକଦ୍ରବ୍ୟ ସେବନରୁ ଦୂରେଇ ରୁହନ୍ତୁ । ଲଟେରୀ ଓ ଜୁଆଖେଳରୁ ନିବୃତ୍ତ ରହନ୍ତୁ ନଚେତ୍ କ୍ଷତିସହିବେ । ବହୁତ ଦିନରୁ ରଖିଥିବା ଧନ ଭିନ୍ନ ବାଟରେ ଖର୍ଚ୍ଚ ହୋଇଯିବ । ପ୍ରତିକାର:- ଗୋମାତାର ସେବାକରିବା ଆବଶ୍ୟକ ।