ଆଜିର ରାଶିଫଳ, 30 ମାର୍ଚ୍ଚ 2020, ସୋମବାର, ମହାଦେବ ଏହି ୪ଟି ରାଶିର ସବୁ ମନୋକାମନା ପୂର୍ଣ କରିବେ

୧-ମେଷ

ବ୍ୟବସାୟରେ ଉନ୍ନତି ଓ ଲାଭ ପ୍ରାପ୍ତି ହେବ । ଆର୍ଥିକ କ୍ଷେତ୍ରରେ ଆଶାତୀତ ପରିବର୍ତ୍ତନ ଆସିବ । କର୍ମଚାରୀମାନେ କର୍ମ କ୍ଷେତ୍ରରେ ସହକର୍ମୀ ମାନଙ୍କର ସହଯୋଗ ପାଇବେ ଏବଂ ଉତ୍ତମ କାର୍ଯ୍ୟ କରି ପ୍ରଶଂସିତ ହେବେ । ନୂତନକର୍ମ ନିଯୁକ୍ତି ପାଇବାର ଆଶା ଉଜ୍ଜଳ । ପ୍ରେମିକ ଓ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ । ପାରିବାରିକ ଜୀବନରେ ଦାମ୍ପତ୍ୟ ସୁଖ ବୃଦ୍ଧି ହେବ । ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ । ଗୃହପାଳିତ ପଶୁ ଓ ଯାନବାହାନ ଇତ୍ୟାଦି କ୍ରୟ କରି ଲାଭବାନ୍ ହେବେ ।

୨-ବୃଷ

ବ୍ୟବସାୟରେ ଭଲ ଲାଭ ପାଇବେ । ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ । ଶତୃ ପରାଜିତ ହେବେ । ବାକିଥିବା ଅର୍ଥପ୍ରାପ୍ତି ହେବ । ସମସ୍ତଙ୍କର ପୂର୍ଣ୍ଣ ସହଯୋଗ ମିଳିବ । ଉତ୍ତମ ରୋଜଗାର ମିଳିବ । ମହିଳାମାନେ ଉତ୍ତମ ଗୃହିଣୀ ହେବେ । ନୂତନ କର୍ମ ନିଯୁକ୍ତି ପାଇବେ । ଯୁବକ ଓ ଯୁବତୀମାନେ ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବାର ସୁଯୋଗ ପାଇବେ । ଗୃହସ୍ଥ ଜୀବନ ସୁଖମୟ ହେବ । କାର୍ଯ୍ୟ କ୍ଷେତ୍ରରେ ସୁଖ-ଶାନ୍ତି ବୃଦ୍ଧି ହେବ । ସାମାଜିକ କ୍ଷେତ୍ରରେ ନିଜର ପ୍ରଭାବ ଓ ପରାକ୍ରମ ବଢିବ । କାରବାର ଓ କାର୍ଯ୍ୟ ସ୍ଥିତିରେ ସୁଧାର ଆସିବାରୁ ମନ ବହୁତ ଖୁସି ରହିବ ।

୩-ମିଥୁନ

ମାନସିକ ଅସ୍ଥିରତା ଓ ଶାରିରୀକ ଅସୁସ୍ଥତା ଦୂରେଇ ଯିବ । ବ୍ୟବସାୟରେ ଉନ୍ନତି ହେବାସହ ଉତ୍ତମ ଲାଭ ପ୍ରାପ୍ତି ହେବ । ସରକାରୀ କର୍ମଚାରୀମାନେ କାର୍ଯ୍ୟ କ୍ଷେତ୍ରରେ ସଫଳତା ଲାଭ କରିବା ସହ ପଦୋନ୍ନତି ପାଇବାର ସୂଚନା ପାଇବେ । ରାଜନୀତି କ୍ଷେତ୍ରରେ ସଫଳତା ଦେଖାଦେବ । ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ । ସାମାଜିକ ପ୍ରତିଷ୍ଠା. ମାନ-ସମ୍ମାନ ବୃଦ୍ଧି ହେବ । ପ୍ରେମିକ-ପ୍ରେମିକାମାନେ ପ୍ରେମ ସମ୍ବନ୍ଧୀୟୟ କ୍ଷେତ୍ରରେ ସଫଳ ହେବେ । ଛାତ୍ର-ଛାତ୍ରୀମାନଙ୍କର ଉଚ୍ଚ ଶିକ୍ଷା ପାଇଁ ବିଦେଶ ଯାତ୍ରାର ସୁଯୋଗ ଆସିବ ।

୪-କର୍କଟ

ଅତ୍ୟଧିକ କଠିନ ପରିଶ୍ରମ କରିବା ଫଳରେ ବ୍ୟବସାୟରେ ଅର୍ଥ ପ୍ରାପ୍ତିର ସୁଯୋଗ ଆସିବ । ସରକାରୀ କର୍ମଚାରୀମାନେ ଗୁପ୍ତଶତୃଙ୍କ ଚକ୍ରାନ୍ତରେ ପଡ଼ିଲେ ମଧ୍ୟ ନିଜର ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନ ବୃଦ୍ଧି ହେବ । ଶିକ୍ଷା କ୍ଷେତ୍ରରେ ସଫଳତା ଲାଭ କରିବେ । ଶରୀର ସୁସ୍ଥ ରହିବ । ପରିବାରରେ ଶାନ୍ତିର ବାତାବରଣ ଦେଖା ଦେବ । ଯୁବକ ଓ ଯୁବତୀମାନେ ପରୀକ୍ଷା ଓ ପ୍ରତିଯୋଗିତାରେ ସଫଳ ହେବେ । ସାମାଜିକ କଲ୍ୟାଣ କାମରେ ପୂର୍ଣ୍ଣ ସହଯୋଗ କରିବେ । କାର୍ଯ୍ୟ କ୍ଷେତ୍ରରେ ସୁଖ-ଶାନ୍ତି ବୃଦ୍ଧି ହେବ । ଶତୃମାନେ ମିତ୍ରଭାବ ଆଚରଣ କରିବେ ।

୫-ସିଂହ

ବ୍ୟବସାୟରେ ଉନ୍ନତି, ଆର୍ଥିକ ସ୍ଥିତିରେ ବୃଦ୍ଧି, ଲାଭ ପ୍ରାପ୍ତି ହେବା ସହ ଖର୍ଚ୍ଚ ତୁଳନାରେ ଆୟ ବହୁତ ହେବ । କର୍ମଚାରୀମାନେ କର୍ମ କ୍ଷେତ୍ରରେ ପ୍ରଶଂସିତ ହେବେ । ପାରିବାରିକ ସମସ୍ୟା ସମାଧାନ ହୋଇ ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବ । ଧାର୍ମିକ କାର୍ଯ୍ୟରେ ରୁଚି ବଢ଼ିବା ସହିତ ଦାମ୍ପତ୍ୟ ଜୀବନ ସୁଖମୟ ହେବ । ଯୁବକ ଯୁବତୀମାନେ କର୍ମ ନିଯୁକ୍ତି କ୍ଷେତ୍ରରେ ଶୁଭ ସୂଚନା ପାଇବେ । ଛାତ୍ର-ଛାତ୍ରୀମାନେ ଶିକ୍ଷା କ୍ଷେତ୍ରରେ ସଫଳ ହେବେ । ସାମାଜିକ କ୍ଷେତ୍ରରେ ନିଜର ପ୍ରଭାବ ଓ ପରାକ୍ରମ ବଢିବ ।

୬-କନ୍ୟା

ଯେ କୌଣସି କାର୍ଯ୍ୟରେ ହାତ ଦେଲେ ସଫଳ ହେବେ । ବ୍ୟବସାୟରେ ଭଲ ଲାଭ ହେବ । ସରକାରୀ କର୍ମଚାରୀମାନେ ଅତ୍ୟଧିକ କାର୍ଯ୍ୟ ଚାପ ଯୋଗୁଁ କଠିନ ପରିଶ୍ରମ କରିବେ । ଶରୀର ସୁସ୍ଥ ରହିବ । ଛାତ୍ର ଛାତ୍ରୀମାନେ ପଢ଼ା ପଢ଼ିରେ ମନଯୋଗ ପରୀକ୍ଷା ପ୍ରତିଯୋଗିତାରେ ସଫଳ ହେବେ । ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ । ମହିଳାମାନେ ଉତ୍ତରାଧିକାରୀ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି । ରାଜନୀତି କ୍ଷେତ୍ରରେ ଆୟ ଉତ୍ତମ ଓ ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବ । ପିଲାମାନଙ୍କ କାର୍ଯ୍ୟରେ ସନ୍ତୁଷ୍ଟ ହେବେ ।

୭-ତୁଳା

ବ୍ୟବସାୟରେ ଉତ୍ତମ ରୋଜଗାର ହେବା ସହ ଆଶାତୀତ ଲାଭ ହେବ । କର୍ମ କ୍ଷେତ୍ରରେ ଉନ୍ନତି ଏବଂ ନୂତନ ଆୟର ପନ୍ଥା ପ୍ରାପ୍ତି ହେବ । ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ । ଦାମ୍ପତ୍ୟ ସୁଖ ବୃଦ୍ଧି ହେବା ସହ ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନ ବୃଦ୍ଧି ହେବ । ପାରିବାରିକ ଜୀବନରେ କୌଣସି ବିଶୃଙ୍ଖଳା ଦେଖାଦେବ ନାହିଁ । ଛାତ୍ର-ଛାତ୍ରୀମାନେ ଶିକ୍ଷା କ୍ଷେତ୍ରରେ ସଫଳତା ଲାଭ କରିବେ । ଦୂରଯାତ୍ରାର ସୁଯୋଗ ପାଇବେ । ଆୟ ଉପାର୍ଜନରେ ବାଧା ନାହିଁ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ବିଜୟୀ ହେବେ ।

୮-ବିଚ୍ଛା

ସମସ୍ତ ପ୍ରକାର ବ୍ୟବସାୟରେ ଉନ୍ନତି ଓ ଲାଭବାନ୍ ହେବେ । ଆର୍ଥିକ କ୍ଷେତ୍ରରେ ଉନ୍ନତି, ଶତୃ ବୃଦ୍ଧି ହେଲେ ମଧ୍ୟ ଯେ କୌଣସି କାର୍ଯ୍ୟରେ ହାତ ଦେଲେ ସଫଳ ହେବେ । ସରକାରୀ କର୍ମଚାରୀ ମାନେ କର୍ମ କ୍ଷେତ୍ରରେ ବହୁ ସୁବିଧା ସୁଯୋଗ ପାଇବେ । କର୍ମ ନିଯୁକ୍ତି କ୍ଷେତ୍ରରେ ଆପ୍ରାଣ ଚେଷ୍ଟା କରିବେ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ । ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନରେ ଉନ୍ନତି ହେବ । ଦାମ୍ପତ୍ୟ ସୁଖରେ ଆନନ୍ଦିତ ହେବେ । ଛାତ୍ର-ଛତ୍ରୀମାନେ କଠିନ ପରିଶ୍ରମ କରିବା ସହିତ ପଢ଼ା ପଢ଼ିରେ ମନଯୋଗ ଦେବେ ।

୯-ଧନୁ

ମାନସିକ ଅସ୍ଥିରତା ଓ ଶାରିରୀକ ଅସୁସ୍ଥତା ଦୂରେଇ ଯିବ । ସରକାରୀ କର୍ମଚାରୀ ମାନେ କର୍ମ କ୍ଷେତ୍ରରେ ସଫଳତା ଲାଭ କରିବେ । ବ୍ୟବସାୟରେ ବାଧା ଉପୁଜିଲେ ମଧ୍ୟ ଲାଭବାନ୍ ହେବେ । ପାରିବାରିକ କ୍ଷେତ୍ରରେ ଅଶାନ୍ତି ଦୂରେଇ ଯାଇ ଭାଇ ଓ ଭଉଣୀମାନଙ୍କ ସହ ସମ୍ପର୍କ ମଧୁର ହେବ । ସନ୍ତାନ ମାନଙ୍କ ଭବିଷ୍ୟତ ନେଇ ଚିନ୍ତିତ ରହିବେ । ଶିକ୍ଷା କ୍ଷେତ୍ରରେ ସଫଳତା ମିଳିବ । କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ । ଶତୃମାନେ ମିତ୍ରଭାବ ଆଚରଣ କରିବେ । ଅଫିସର ଓ ଅଧିକାରୀ କାମରେ ପ୍ରସନ୍ନ ରହିବେ ।

୧୦-ମକର

ଯୁବକ ଯୁବତୀମାନେ କର୍ମ ନିଯୁକ୍ତିରେ ସଫଳ ହେବେ ଓ ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ପାଇବେ । ପ୍ରେମିକ-ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ । ଛାତ୍ର-ଛାତ୍ରୀମାନେ ଉଚ୍ଚଶିକ୍ଷା ପାଇଁ ଆଗ୍ରହୀ ହେବେ । କର୍ମଚାରୀମାନେ କର୍ମ କ୍ଷେତ୍ରରେ ସହକର୍ମୀ ମାନଙ୍କ ଦ୍ୱରା ବହୁ ସୁବିଧା ସୁଯୋଗ ପାଇବେ । ପାରିବାରିକ ଜୀବନରେ ଶାନ୍ତି ମିଳିବ । ଧାର୍ମିକ କାର୍ଯ୍ୟରେ ରୁଚି ବଢ଼ିବା ସହିତ ଦାମ୍ପତ୍ୟ ଜୀବନ ସୁଖମୟ ହେବ । ପୈତୃକ ସମ୍ପତ୍ତିକୁ ନେଇ ଭାତୃ ବିବାଦ ଥିଲେ ମେଣ୍ଟିଯିବ ।

୧୧-କୁମ୍ଭ

ନୂତନ ଯୋଜନାରେ ସଫଳତା ମିଳିବ । ବ୍ୟବସାୟବୃଦ୍ଧି ଆର୍ଥିକ ଉନ୍ନତିରେ ସଫଳତା ଓ ମାନ ସମ୍ମାନ ବୃଦ୍ଧି ହେବ । ସରକାରୀ କର୍ମଚାରୀମାନେ କର୍ମ କ୍ଷେତ୍ରରେ ଉତ୍ତମ କାର୍ଯ୍ୟ କରି ପଦୋନ୍ନତି ପାଇବାର ସୁଯୋଗ ପାଇବେ । ନୂତନ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ । ପାରିବାରିକ ଜୀବନ ସୁଖ ଓ ଶାନ୍ତିରେ କଟିବ । ଦୂର ସ୍ଥାନକୁ ଯାତ୍ରା କରିବେ । ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ । ସାଧାରଣ ଲୋକ ସମ୍ପର୍କକୁ ଅତିକ୍ରମ କରିବା ଲକ୍ଷ୍ୟରେ ଭୋଗମାର୍ଗୀ ହୋଇ ନିଜକୁ ପ୍ରତିଷ୍ଠିତ କରିପାରିବେ ।

୧୨-ମୀନ

ପୂର୍ବରୁ ଥିବା ପାରିବାରିକ ସମସ୍ୟା ଗୁଡ଼ିକ ସମାଧାନ ହେବ । ଜାଗା, ଜମି, ଗୃହପୋକରଣ କ୍ରୟ କରିବେ । ବ୍ୟବସାୟରେ ଆଶାତୀତ ଲାଭ ପାଇବେ । କର୍ମ କ୍ଷେତ୍ରରେ ସହକର୍ମୀମାନଙ୍କ ସହଯୋଗ ଓ ଉପରିସ୍ଥ ଅଧୀକାରୀଙ୍କ ପ୍ରିୟଭାଜନ ହେବେ । ଯୁବକ ଓ ଯୁବତୀ ମାନେ ସହଜ ସରଳରେ କର୍ମ ନିଯୁକ୍ତି ପାଇବେ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ । ଶିକ୍ଷା କ୍ଷେତ୍ରରେ ମନଯୋଗ ଦେଇ ପ୍ରଶଂସା ପାଇବେ । ପରିବାରରେ ସୁସ୍ଥ ବାତାବରଣ ଜାରିରହିବ । ପରସ୍ପରକୁ ସାହାଯ୍ୟ ସହଯୋଗ କରି, ଗଠନମୂଳକ କାର୍ଯ୍ୟ ହାତକୁ ନେବେ ।