ଆଜିର ରାଶିଫଳ, 30 ସେପ୍ଟେମ୍ବର 2019 ସୋମବାର, ମହାଦେବ ଙ୍କ କୃପା ରହିବ ଏହି ୫ଟି ରାଶି ଉପରେ

୧-ମେଷ

ବାଦବିବାଦ, ମାଲିମୋକଦ୍ଦମା, କୋର୍ଟ କଚେରୀ ମାମଲାରେ ବିଜୟୀ ହେବେ । ପାରିବାରିକ ସ୍ତରରେ ବିବାଦୀୟ ପରିସ୍ଥିତିର ସମାଧାନ ହେବ । ରାଜନୀତି କ୍ଷେତ୍ରରେ ହାତକୁ ନେଇଥିବା କାର୍ଯ୍ୟଟି ପାଇଁ କଠିନ ପରିଶ୍ରମ କରିବାକୁ ପଡିବ । ବ୍ୟବସାୟ କ୍ଷେତ୍ରରେ ଭବିଷ୍ୟତ ପାଇଁ ଯୋଜନା କରି ପୁଞ୍ଜି ନିବେଶ କଲେ ଲାଭ ପାଇବେ । ଛାତ୍ରଛାତ୍ରୀମାନଙ୍କର ଉଦ୍ୟମ ବଳରେ ସିଦ୍ଧିପ୍ରାପ୍ତି ଓ ଉଚ୍ଚସ୍ଥାନ ସଂପୃକ୍ତି ହେବ । କର୍ମକ୍ଷେତ୍ରରେ ଉପରିସ୍ଥ କର୍ମଚାରୀ ଦେଇଥିବା ପ୍ରତିଶୃତି ରକ୍ଷା କରିବା ଫଳରେ ଆନନ୍ଦିତ ହେବେ । ଆର୍ଥିକ ସମସ୍ୟା ନିଶ୍ଚିତ ରୂପେ ସମାଧାନ ହୋଇଯିବ ।  ପ୍ରତିକାର- ମୁହଁ ମିଠାକରି ଘରୁ ବାହାରନ୍ତୁ ।

୨-ବୃଷ

ନିକଟ ସମ୍ପର୍କୀୟମାନଙ୍କ ସହ ପରୋକ୍ଷ ଶତୃତା ବଦଳିଯିବ । କର୍ମକ୍ଷେତ୍ରରେ ଦୀର୍ଘଦିନରୁ ଅଟକି ରହିଥିବା କାମଟି ଉପରିସ୍ଥ ଙ୍କର ସୌଜନ୍ୟରୁ ହୋଇଯିବ । ସତସଙ୍ଗ, ମନୋରଞ୍ଜନ ଓ କ୍ରୀଡ଼ା କ୍ଷେତ୍ରରେ ପ୍ରଶଂସିତ ହେବେ । ସାମାଜିକ ସ୍ତରରେ ଦୃଢ଼ ପଦକ୍ଷେପ ନେଇ କାର୍ଯ୍ୟ ହାସଲ କରିବେ । ବିଳାସ ଉପକରଣ କ୍ରୟ କରିବା ସକାଶେ ଘରୁ ବରାଦ ପାଇବେ । ବ୍ୟବସାୟ କ୍ଷେତ୍ରରେ ମାନସିକ ସ୍ଥିତି ଭଲ ରହିବ । ଶାରୀରିକ ସୁସ୍ଥତା ଫେରିଆସିବା ସହ ବନ୍ଧୁ ପରିଜନଙ୍କ ସ୍ନେହ, ଶ୍ରଦ୍ଧା ପାଇବେ । ଯେଉଁ ଜିନିଷ ପାଇବା ପାଇଁ ଚିନ୍ତା କରୁଥିଲେ ତାହା ନିଶ୍ଚିତ ଭାବେ ପାଇବେ ।  ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

୩-ମିଥୁନ

ବ୍ୟବସାୟ କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବ । ଛାତ୍ର ଛାତ୍ରୀମାନେ ପାଠ ପଢ଼ାରେ ମନଯୋଗ ଦେବେ । ପ୍ରେମ କ୍ଷେତ୍ରରେ ସଫଳତା ପାଇବେ । ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମନସନ୍ତୁଷ୍ଟ ରହିବ । କର୍ମକ୍ଷେତ୍ରରେ ଈର୍ଷାପରାୟଣ ବ୍ୟକ୍ତିମାନେ ଦୂରେଇଯିବେ ଓ ସାମାଜିକ ସ୍ତରରେ ସମ୍ମାନଲାଭ କରିବେ । ପରିବହନରେ ବିଶେଷ ଲାଭବାନ ହେବେ । ରାଜନୈତିକ କ୍ଷେତ୍ରରେ ପ୍ରଶଂସିତ ହେବେ ।   ବାଦବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ ।  ପ୍ରତିକାର- ଅସହାୟଙ୍କୁ ଖାଦ୍ୟ ଦିଅନ୍ତୁ ।

୪-କର୍କଟ

କର୍ମକ୍ଷେତ୍ରରେ ବ୍ୟବହାରିକ ଜ୍ଞାନ କୌଶଳ ପ୍ରୟୋଗ କରି ଲାଭବାନ୍ ହେବେ । ସନ୍ତାନର ଭବିଷ୍ୟତ ପାଇଁ ଯୋଜନା କରି ପୁଞ୍ଜି ନିବେଶ କରିବେ । କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଙ୍ଗୀତାଦି କ୍ଷେତ୍ରରେ ସମସ୍ୟା ସମାଧାନ ହୋଇ ଯିବ । ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ । ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ ଓ ପରୀକ୍ଷା ପରିଣାମ ଅନୁକୂଳ ହେବ । ପୈତୃକ ସମ୍ପତ୍ତିକୁ ନେଇ ପାରିବାରିକ ଦ୍ଵନ୍ଦ ମେଣ୍ଟିଯିବ ଓ ମାନସିକ ଏକାଗ୍ରତା ବଜାୟ ରହିବ । ବ୍ୟବସାୟ ବାଣିଜ୍ୟ କ୍ଷେତ୍ରରେ ଉଚ୍ଚଫଳ ପ୍ରାପ୍ତି ହେବ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ବନ୍ଧୁମାନଙ୍କ ସହ ସୁସମ୍ପର୍କ ସ୍ଥାପନ ହେବ ।  ପ୍ରତିକାର- ମୁହଁ ମିଠାକରି ଘରୁ ବାହାରନ୍ତୁ ।

୫-ସିଂହ

ଶିକ୍ଷକ ଓ ସହପାଠୀମାନଙ୍କ ମଧ୍ୟରେ ସମନ୍ଵୟ ରହିବ । ଉପରିସ୍ଥଙ୍କୁ ସନ୍ତୁଷ୍ଠ କରିହେବ, ଯଦି କର୍ତ୍ତବ୍ୟ ପରାୟଣତାକୁ ରକ୍ଷା କରି ପାରିବେ । ମହିଳାମାନେ ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ଫଳରେ ପ୍ରତିଷ୍ଠା, ପ୍ରତିପତ୍ତି, ମାନସମ୍ମାନ ପାଇବେ । ଶିକ୍ଷା କ୍ଷେତ୍ରରେ ଅଧ୍ୟୟନରେ ମନ ନିବେଶ କରି ପ୍ରଶଂସା ପାଇବେ । ପରୀକ୍ଷା ପ୍ରତିଯୋଗୀତାରେ କୃତକାର୍ଯ୍ୟ ହୋଇ ଉଚ୍ଚଶ୍ରେଣୀ ପାଇବେ । ପ୍ରତ୍ୟେକ କ୍ଷେତ୍ରରେ ଉଚ୍ଚସ୍ଥିତି ରକ୍ଷା କରି ଚଳିବେ । ସରକାରୀ ସାହାଯ୍ୟ ଲାଭ କରିବାର ସୁଯୋଗ ପାଇବେ । ବ୍ୟବସାୟ କ୍ଷେତ୍ରରେ ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ ।  ପ୍ରତିକାର- ଅସହାୟଙ୍କୁ ଖାଦ୍ୟ ଦିଅନ୍ତୁ ।

୬-କନ୍ୟା

ରାଜନୈତିକ କ୍ଷେତ୍ରରରେ ସ୍ଥିତି ସୁଦୃଢ଼ ହେବା ସହ କାର୍ଯ୍ୟଭାର ବୃଦ୍ଧିହେବ । ବ୍ୟକ୍ତିଗତ ସାର୍ବଜନୀନ ସମ୍ପର୍କରେ ବିକଶିତ ହୋଇ ସୁଖ ଶାନ୍ତି ମିଳିବ । ଗୃହରେ ଧର୍ମକାର୍ଯ୍ୟ ଓ ଧର୍ମାନୁଷ୍ଠାନରେ ଯୋଗଦାନ କରି ପାରନ୍ତି । ବ୍ୟବସାୟରେ ଲାଭବାନ ହେବେ । ଶତ୍ରୁମାନେ ମିତ୍ରବତ କାର୍ଯ୍ୟ କରିବେ । ମହିଳାମାନେ ପାରିବାରିକ କ୍ଷେତ୍ରକୁ ସରସ ସୁନ୍ଦର କରିବାର ପ୍ରଯତ୍ନ କରିବେ । ବିଦ୍ୟାରେ ଉନ୍ନତି ଓ ପ୍ରଶଂସିତ ହେବେ ।   ଶତୃନାଶ, ଋଣନାଶ ଓ ପୁରାତନ ରୋଗପୀଡ଼ାର ଉପଶମ ହେବ । ଆକସ୍ମିକ ଅର୍ଥଲାଭ, ନୂତନ ବନ୍ଧୁଲାଭ, ଅଧାଥିବା କାର୍ଯ୍ୟ ସମ୍ପୂର୍ଣ୍ଣ ହେବ ।  ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

୭-ତୁଳା

କର୍ମକ୍ଷେତ୍ରରେ ଜଗିରଖି କଥାବାର୍ତ୍ତା କରିଲେ ବହୁତ ଭଲ ହେବ । ସୌହାର୍ଦ ତଥା ପରିବାରର ସଦସ୍ୟଙ୍କ ସ୍ନେହ ଶ୍ରଦ୍ଧା ବୃଦ୍ଧି ହେବ । ଜ୍ୟୋତିଷ, ଧାର୍ମିକ, ସାହିତ୍ୟ ପଢିବା ପାଇଁ ମନ ବଳାଇବେ । ପାରିବାରିକ ତଥା ଭବିଷ୍ୟତରେ ମିଳିବାକୁ ଥିବା ସମ୍ପତ୍ତି ସମ୍ବନ୍ଧୀୟ ମାମଲାରେ ଲଢିବେ । ବନ୍ଧୁଙ୍କ ଆଗମନ ହେବ । ସ୍ଵାମୀ ସ୍ତ୍ରୀ ମଧ୍ୟରେ ଠିକ୍ ବୁଝାମଣା ହେବ । ଜଗିରଖି ନ ଚାଲିଲେ କୌଣସି ଅସୁବିଧାର ସମ୍ମୁଖୀନ ହେବେ । ଚାକିରୀକ୍ଷେତ୍ରରେ ବଦଳ କରିବାକୁ ଇଛା ପ୍ରକାଶ କରିବେ । ସରକାରୀ କାର୍ଯ୍ୟରେ ବିଜୟ ପ୍ରାପ୍ତ ହେବ । ମାନ-ସମ୍ମାନ, ଯଶ-ପ୍ରତିଷ୍ଠା ତଥା ଲୋକପ୍ରିୟତା ମଧ୍ୟ ହାସିଲ କରି ପାରିବେ ।  ପ୍ରତିକାର- ଅସହାୟଙ୍କୁ ଖାଦ୍ୟ ଦିଅନ୍ତୁ ।

୮-ବିଚ୍ଛା

ଭଲଭାବରେ ଚିନ୍ତାକରି କାମକଲେ କୌଣସି ଅସୁବିଧାର ସମ୍ମୁଖୀନ ହେବେ ନାହିଁ । କଳେବଳେ କୌଶଳରେ ଅର୍ଥ ସଂଗ୍ରହ ଅଭିଯାନ କରି ସଫଳତା ପାଇବେ । ପରିବାର ଭିତରେ ଜଗିରଖି ନ ଚଳିଲେ ପାଖ ପଡୋଶିଙ୍କ ଦ୍ଵାରା କଳହ ସୃଷ୍ଟି ହେବ । ବ୍ୟବସାୟର ବୃଦ୍ଧି ଯୋଗେ ଆୟର ବୃଦ୍ଧି ଘଟିବ ଓ ଲାଭବାନ ହେବେ । ସମସ୍ତ ସମସ୍ୟା ସମାଧାନର ଆଶା ଉଜ୍ଜ୍ଵଳ ହେବ । କର୍ମକ୍ଷେତ୍ରରେ ଭାଇ ବନ୍ଧୁମାନଙ୍କର ସାହାଯ୍ୟ ସହଯୋଗ ପାଇ ପ୍ରଶଂସିତ ହେବେ ।   ଦୂରସ୍ଥାନକୁ ଯାତ୍ରାକରି ଶାରୀରିକ ଅସୁସ୍ଥତା ଅନୁଭବ କରିବେ । ଛାତ୍ରଛାତ୍ରୀମାନେ ବିଦ୍ୟାରେ କର୍ତ୍ତବ୍ୟନିଷ୍ଠ ହେବେ ।  ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

୯-ଧନୁ

ମନକଥା ମନରେ ରଖି ବନ୍ଧୁଙ୍କ ସହ ମିଶିଲେ ଭଲ ହେବ । କର୍ମକ୍ଷେତ୍ରରେ ଯେତିକି ପାଇବା କଥା ସେତିକି ହିଁ ପାଇବେ । ବାଣିଜ୍ୟ, କଳା, ସାହିତ୍ୟ ଓ ସଭାସମିତିରେ ସଫଳତା ହାସଲ କରିବେ । ସ୍ୱାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବାରୁ ମନ ଭଲ ରହିବ । ନୂଆ ନିଯୁକ୍ତି ଯୋଗ ଅଛି । ବ୍ୟବସାୟରେ ଲାଭବାନ ହେବେ । ମନବଳ ଦୃଢିଭୁତ ହେବ । ଅଟକିଥିବା କାର୍ଯ୍ୟଗୁଡିକ ସହଜରେ ପୂରଣ ହେବ । ଆବଶ୍ୟକସ୍ଥଳେ ସହଯୋଗ ମଧ୍ୟ ପାଇବେ । ନୂତନକର୍ମ ଆରମ୍ଭ କଲେ ସଫଳ ହେବେ ।   ଛାତ୍ରଛାତ୍ରୀ ମାନଙ୍କର ମାନସିକ ବିକାଶ ଘଟିବ । ମହିଳାମାନେ କାର୍ଯ୍ୟଦକ୍ଷତା ଦେଖାଇବେ ।  ପ୍ରତିକାର- ମୁହଁ ମିଠାକରି ଘରୁ ବାହାରନ୍ତୁ ।

୧୦-ମକର

ଆର୍ଥିକସ୍ଥିତି ସୁଦୃଢ ହେବା ଫଳରେ ବ୍ୟାଙ୍କ-ବାଲାନ୍ସ ବୃଦ୍ଧି ହେବ । ପାରିବାରିକ ପରିସ୍ଥିତି ବଦଳିଯିବ । ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ । ବନ୍ଧୁଙ୍କ ଆଗମନ ହେବ । ସନ୍ତାନଙ୍କ ପାଇଁ କୌଣସି ମହତ୍ଵପୂର୍ଣ୍ଣ କାମ ହୋଇପାରେ । ସହକର୍ମୀମାନଙ୍କ ସହ ବାଦବିବାଦର ଅବସାନ ଘଟିବ । ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବା ଫଳରେ ଲକ୍ଷ୍ୟ ପୂରଣ ହେବାରେ କୌଣସି ଅସୁବିଧା ହେବ ନାହିଁ । ପରିବହନ ବ୍ୟବସାୟ କ୍ଷେତ୍ରରେ ସୁଫଳ ପ୍ରାପ୍ତି ହେବ । ନୂଆ ଜ୍ଞାନର ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହେବ । ବ୍ୟାଙ୍କ, ବୀମା, ନିବେଶ ପରି ଆର୍ଥିକ ଗତିବିଧିରେ ଉନ୍ନତିହେବ ।  ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

୧୧-କୁମ୍ଭ

ବ୍ୟାପାର ବା କାରବାରରେ ବହୁତ ଭଲ ଲାଭ ହେବ । ନାନା ବାଟରେ ଧନାଗମ ଘଟିବା ଫଳରେ ବ୍ୟୟ ଭରଣା କରି ଯଥେଷ୍ଟ ବଳକା ଲାଭାଂଶର ଉପଭୋକ୍ତା ହୋଇ ପାରିବେ । ସମାଜ ସେବା ଓ ରାଜନୀତିରେ ସ୍ଵନାମ ଅର୍ଜନ କରି ପାରିବେ । ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବେ । କର୍ମକ୍ଷେତ୍ରରେ ଆନ୍ତରିକ ଉତ୍ସାହ ଉଦ୍ଦୀପନା ବୃଦ୍ଧିହେବା ଫଳରେ ସମସ୍ୟାକୁ ସମାଧାନ କରି ମାନସମ୍ମାନ ପାଇବେ । ପାରିବାରିକ ଜୀବନ ସୁଖରେ କାଟିବେ । ଯାତ୍ରା ଫଳରେ ଉତ୍ସାହିତ ହେବେ । କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ଆନନ୍ଦିତ ହେବେ ।  ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

୧୨-ମୀନ

ରାଜ ନୀତିରେ ଶତୃମାନେ ଷଡ଼ଯନ୍ତ୍ର କରି ଅପଦସ୍ତ ହେବେ ଓ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ । ବାଦବିବାଦ, ମାଲିମୋକଦ୍ଦମା, ଖେଳ, କୁଦ, ପ୍ରତିଯୋଗିତାରେ ଓ ବିଦ୍ୟା କ୍ଷେତ୍ରରେ ପ୍ରଶଂସା ପାଇବେ । ସ୍ଵାସ୍ଥ୍ୟରେ ଉନ୍ନତି ଦେଖାଦେବ । ବନ୍ଧୁ ମିତ୍ର ନିକଟ ସମ୍ପର୍କୀୟ ବ୍ୟକ୍ତି ଆର୍ଥିକ ସାହାଯ୍ୟ କରିବେ । କର୍ମକ୍ଷେତ୍ରରେ କିଛି ନୂଆ ସୁଯୋଗ ଆସିବ ଓ ରାଜକୀୟ ସମ୍ମାନ ପାଇବେ । ବ୍ୟବସାୟରେ ସଫଳତା ଅର୍ଜନ ତଥା ଦୂରଯାତ୍ରାର ସୁଯୋଗ ପାଇବେ । ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନ ବୃଦ୍ଧି ହେବ । ନୂତନ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ । ପାରିବାରିକ କ୍ଷେତ୍ରରେ ଋଣମୁକ୍ତ ହେବେ ।  ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।