ଆଜିର ରାଶିଫଳ 31 ଅଗଷ୍ଟ 2019, ଶନିବାର, ଶନିଦେବ ଙ୍କ କୃପା ରହିବ ଏହି ୫ଟି ରାଶି ଉପରେ

ମେଷ:-

ବ୍ୟବସାୟ କ୍ଷେତ୍ରରେ ପରିବର୍ତ୍ତନ ଯୋଗେ ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ । ବସନ ଭୂଷଣରେ ଅଧିକ ବ୍ୟୟ ଘଟିବ । ପୂର୍ବ ଶତୃମାନେ ପଛଘୁଞ୍ଚା ଦେବେ । ରାଜନୀତି କ୍ଷେତ୍ରରେ ଲୋକ ସମ୍ପର୍କ ଆତ୍ମ ସନ୍ତୋଷ ବଢ଼େଇବ ଓ ଭାଇ, ବନ୍ଧୁ, ମିତ୍ର ଏବଂ ସହକର୍ମୀମାନଙ୍କ ସହିତ ମତଭେଦ ସମାପ୍ତ ହେବ । ମହିଳାମାନେ ଆଶା କରୁଥିବା ଖବର ପାଇ ଖୁସୀ ହୋଇଯିବେ । ପରୀକ୍ଷା ଓ ପ୍ରତିଦ୍ୱନ୍ଦିତାରେ ବିଜୟୀ ହେବେ । ସମ୍ପତ୍ତି କ୍ରୟ କରିବେ । ସହକର୍ମୀମାନଙ୍କର ସମର୍ଥନ ଏବଂ ଅଧସ୍ତନଙ୍କର ସହଯୋଗ ଯୋଗୁଁ କର୍ମକ୍ଷେତ୍ରରେ ସମ୍ମାନ ବୃଦ୍ଧି ଏବଂ ସୁନାମ ଅର୍ଜନ କରିବେ ।  ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ବୃଷ:-

ସଫଳତା ଏବଂ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢେଇବ । ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ପ୍ରକାର ଅସୁବିଧା ହେବ ନାହିଁ । ପ୍ରତେକ କ୍ଷେତ୍ରରେ ବିନୟପୂର୍ଣ୍ଣ କଥା କହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ । କୌଣସି ନୂତନ ବନ୍ଧୁ ବ୍ୟକ୍ତିଙ୍କ ସହିତ ଭେଟ ହେବ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ । ସୁଖ ସମୃଦ୍ଧି ବୃଦ୍ଧି ହେବ । ପାରିବାରିକ ଏବଂ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ପ୍ରେମ-ପ୍ରସଙ୍ଗରେ ସଫଳତା ମିଳିବ । ମାନସିକ ଶାନ୍ତି ମିଳିବ । ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ ।  ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ମିଥୁନ:-

ସରକାରୀ କ୍ଷେତ୍ରରେ ସଫଳତା ମିଳିବ । ନୂତନ ଦ୍ରବ୍ୟ କ୍ରୟ କରିବେ । କମିଶନ କାର୍ଯ୍ୟରେ ଲାଭ ହେବାର ସମ୍ଭାବନା ଅଛି । ସମସ୍ତ ଫଇସଲା ଓ ନିର୍ଣ୍ଣୟ ବୁଦ୍ଧିମତାରେ ପରିପୂର୍ଣ୍ଣ ହେବ । ବହୁତ ଦିନରୁ ଚିନ୍ତା କରୁଥିବା କାମ ତାହା ଅଳ୍ପ ପ୍ରୟାସରେ ପୂର୍ଣ୍ଣ ହୋଇଯିବ । ଶତୃମାନେ ଦୂରେଇ ଜିବେ । ଜୀବନରେ ନୂଆଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ । ମହିଳାମାନେ ନିଜର ଇଛା ପୂରଣ ପାଇଁ କୌଣସି କର୍ମକରି ପ୍ରଶଂସା ପାଇବେ । ଗୁରୁଜନଙ୍କ ସେବା ଓ ସହମତିରେ ଆଗକୁ ବଢିପାରିବେ । ମେହନତର ପରିଣାମ ମିଳିବ । ସରକାରୀ କାମରେ ସଫଳତା ମିଳିବ ।  ପ୍ରତିକାର:- ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।

କର୍କଟ:-

ସ୍ୱାସ୍ଥ୍ୟ ଭଲ ରହିବ । ଧୈର୍ଯ୍ୟ ସାହସ ଦ୍ଵାରା ହୋଇପାରୁ ନଥିବା କାମକୁ କରି ଦେଖାଇବେ । ଅଫିସରେ କରିଥିବା କାମର ଶୁଭ ସୂଚନା ଶୁଣିବାକୁ ପାଇବେ । କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଅନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ବ୍ୟାପାର ଓ କାରବାରରେ ସୁଧାର ଆସିବ । ଟଙ୍କାର ଆବଶ୍ୟକତା ପୂରଣ ହେବ । ନିଜର ପ୍ରଭାବ ଓ ପରାକ୍ରମ ବୃଦ୍ଧି ପାଇବ । ଅଫିସର ଓ ଅଧିକାରୀ କାମରେ ପ୍ରସନ୍ନ ରହିବେ । ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ । ପାରିବାରିକ କ୍ଷେତ୍ରରେ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ । ସାମାଜିକ ପତିଆରା ଅମଳିନ ରହିବ ।  ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ସିଂହ:-

ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ । ପାର୍ଟି ବା ସମାରୋହରେ ସମ୍ମିଳିତ ହେବାକୁ ପଡିପାରେ । ସେୟାର ବଜାର ଓ ପୁଞ୍ଜି ନିବେଶ କରିଲେ ବହୁତ ଧନ ପ୍ରାପ୍ତ ହେବ । ମିତ୍ରଙ୍କ ଦ୍ଵାରା ସହାୟତା ମିଳିବ । ପ୍ରିୟଜନମାନେ ଆଗକୁ ବଢିବାରେ ସାହାଯ୍ୟ କରିବେ । ବିଦ୍ୟା କ୍ଷେତ୍ରରେ ଉନ୍ନତି ହେବ ଓ ମନ ଖୁସି ରହିବ । ରାଜନୀତି ମାମଲାରେ ସଫଳତା ମିଳିବ । ବରିଷ୍ଠବ୍ୟକ୍ତିଙ୍କ ସହ ସୁସମ୍ପର୍କ ସ୍ଥାପିତ ହେବା ଫଳରେ ଆଧ୍ୟାତ୍ମିକ କ୍ଷେତ୍ରରେ ଉନ୍ନତି ହେବ । ନୂଆସମସ୍ୟାର ସମ୍ମୁଖୀନ ହେଲେମଧ୍ୟ  ନିଜରବୁଦ୍ଧି, ବିବେକ ଖଟାଇ ସମାଧାନ କରିପାରିବେ ।  ପ୍ରତିକାର:- ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।

କନ୍ୟା:-

ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେଇ ନୂତନ କାର୍ଯ୍ୟ ଆରମ୍ଭ କରିପାରିବେ । କୌଣସି ନୂତନ କର୍ମ କରିବାକୁ ଚାହୁଁଥିଲେ ସେଥିରେ ବିଜୟୀ ହେବେ । ଅଧୁରା କାର୍ଯ୍ୟ ପୂରଣ ହେବ । କୌଣସି କାମରେ ବିଶେଷ ଜ୍ଞାନ ହାସିଲ କରିବେ ଓ ଜ୍ଞାନର ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହେବା ଫଳରେ ସବୁ କିଛି ସୁନ୍ଦର ହିଁ ସୁନ୍ଦର ଦେଖା ଦେବ । ପରିବାରର ଉନ୍ନତି ପାଇଁ ପ୍ରୟାସରତ ହେବେ । ନିଜକୁ ମଧ୍ୟ ଖୁସି ଓ ସୁରକ୍ଷିତ ଅନୁଭବ କରିବେ । ସନ୍ତାନଙ୍କ ସମ୍ବନ୍ଧିତ କୌଣସି ମହତ୍ଵପୂର୍ଣ୍ଣ କାମ ହୋଇପାରେ । ବିଦ୍ୟାଧ୍ୟୟନ ସମ୍ବନ୍ଧିୟ ଶୁଭ ସମାଚାର ପ୍ରାପ୍ତ ହେବ । ନୂଆ ଚାକିରୀ ମଧ୍ୟ ମିଳିପାରେ ।  ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ତୁଳା:-

ଶୁଭ ସମାଚାର ମିଳିପାରେ । ପୁରୁଣା ନିବେଶ ଲାଭ ଦେବ । ଆର୍ଥିକସ୍ଥିତି ସୁଧୁରି ଯିବ । ପ୍ରପର୍ଟୀ ସମ୍ବନ୍ଧିୟ ମାମଲା କାହାର ମଧ୍ୟସ୍ଥତା ଦ୍ଵାରା ଦୂର ହେବ । ବ୍ୟବସାୟରେ ଉନ୍ନତି ହେବାଫଳରେ ଖୁସି ରହିବେ । ପ୍ରେମୀ-ପ୍ରେମିକାଙ୍କ ସାମଞ୍ଜସ୍ୟ ବୃଦ୍ଧି ହେବ । ନୂଆ ଚାକିରୀ ହେବାର ଅଫର୍ ମିଳିବ । ଶାରୀରିକ କଷ୍ଟ ଦୂର ହେବ । ସମସ୍ତ ଫଇସଲା ଓ ନିର୍ଣ୍ଣୟ ବୁଦ୍ଧିମତାରେ ପରିପୂର୍ଣ୍ଣ ହେବ । ନିଜର ଚତୁରତା ଓ ବିବେକ ବଳରେ ବିପରୀତ ପରିସ୍ଥିତିକୁ ନିଜ ସପକ୍ଷରେ ନେବେ । ରାଜନୀତିରେ ଉନ୍ନତି ହେବ । ମନରେଥିବା କାମନା ପୂର୍ଣ୍ଣ ହେବ । କୌଣସି ମହତ୍ତ୍ଵପୂର୍ଣ୍ଣ ବ୍ୟକ୍ତିଙ୍କ ସହିତ ଭେଟ ହେବ ।  ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

ବିଚ୍ଛା:-

ଶତୃମାନେ ସତଚେଷ୍ଟା କଲେ ମଧ୍ୟ କୌଣସି କ୍ଷତି କରିପାରିବେ ନାହିଁ । କାମ-କାର୍ଯ୍ୟରେ ନୂଆ ଉପଲବ୍ଧି ଆପଣଙ୍କ ପ୍ରତୀକ୍ଷାରେ ରହିବ । ସମସ୍ତ କ୍ଷେତ୍ରରେ ଖୁସି ମିଳିବ । ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିବା ସମ୍ଭବ ହେବ । ବନ୍ଧୁ ମିତ୍ରଙ୍କ ଆଗମନ ହେବ । ସନ୍ତାନ ସମ୍ବନ୍ଧିୟ କୌଣସି ମହତ୍ଵପୂର୍ଣ୍ଣ କାମ ଆପଣଙ୍କ ଦ୍ଵାରା ହୋଇପାରେ । ସମ୍ପତ୍ତି ସମ୍ବନ୍ଧିୟ ମାମଲାରେ ଜୟହେବ । ଗୁରୁଜନ ଓ ବୃଦ୍ଧଜନଙ୍କ ସେବା କଲେ ଅନେକ ଆଶୀର୍ବାଦ ପାଇବେ । ସମସ୍ତ କ୍ଷେତ୍ରରେ ସଫଳତା ମିଳିବ । ସ୍ଵାସ୍ଥ୍ୟରେ ପରିବର୍ତ୍ତନ ଅନୁଭବ କରିବେ ।  ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ଧନୁ:-

କୌଣସି ଶୁଭକାର୍ଯ୍ୟ କରିବାକୁ ଆୟୋଜନ କରିବେ । ସ୍ୱାସ୍ଥ୍ୟସମସ୍ୟା ଦୂର ହୋଇଯିବ । ଜୀବନରେ ନୂଆଲକ୍ଷ ପୂରଣ କରିବା ପାଇଁ ସମୟ ନିର୍ଦ୍ଧାରିତ କରିବେ । ନୂତନ ବନ୍ଧୁ ମିତ୍ରଙ୍କ ମିଳନ ହେବ । ପ୍ରେମ-ପ୍ରସଙ୍ଗରେ ମଧ୍ୟ ସଫଳତା ମିଳିବ । ନିଜର ଚତୁରତା ଓ ବିବେକ ହେତୁ ସମସ୍ତ ବିପରୀତ ପରିସ୍ଥିତିର ସାମ୍ନା କରିପାରିବେ । ପରିବାର ସମ୍ବନ୍ଧିତ ବା କୌଣସି ବନ୍ଧୁଙ୍କ ଦ୍ଵାରା ଶୁଭ ସମାଚାର ଶୁଣିବେ । କମିଶନ ସମ୍ବନ୍ଧିତ କାର୍ଯ୍ୟରେ ଲାଭ ମିଳିବ । ଶତ୍ରୁ ବା ବିରୋଧୀ କିଛି କ୍ଷତି କରିପାରିବେ ନାହିଁ । କାମକାର୍ଯ୍ୟର ସ୍ଥିତି ବହୁତ ସନ୍ତୋଷ ଜନକ ହେବ । ମିତ୍ରଙ୍କ ସହିତ ସମୟ ବିତେଇବେ ।  ପ୍ରତିକାର:- ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।

ମକର:-

ସ୍ୱାସ୍ଥ୍ୟସମସ୍ୟା ସୁଧୁରିଯିବ ଓ ନୂତନ ବନ୍ଧୁଙ୍କ ସହିତ ଭେଟ ହେବା ଫଳରେ ଅଟକିଥିବା କାର୍ଯ୍ୟ ସମ୍ପନ୍ନ ହେବ । ଦୂରଯାତ୍ରାର ସୁଯୋଗ ପାଇ ସଫଳତା ମିଳିବ । ସେୟାର ବଜାରରେ ମୁନାଫା ମିଳିବ ଓ ନିବେଶ ପାଇଁ ସମୟ ଉପଯୁକ୍ତ ଅଟେ । ପରିବାର ବା ଘର ସମ୍ବନ୍ଧୀୟ କୌଣସି ମହତ୍ଵପୂର୍ଣ୍ଣ ସମାଚାର ଶୁଣିବେ । ଆଇନ୍ ଅଦାଲତ୍ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବ । କୌଣସି ସହୃଦୟ ବ୍ୟକ୍ତିଙ୍କଠାରୁ ଯଥେଷ୍ଟ ସହାୟତା ପାଇବେ । ବାଣିଜ୍ୟ, ନିର୍ମାଣ ଓ ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ । ବ୍ୟବସାୟରେ ଲାଭହେବ, ଋଣରୁ ମୁକ୍ତି ମିଳିବ । ଶତ୍ରୁବାଧା ଦୂରେଇ ଯିବ ।  ପ୍ରତିକାର- ମୁହଁ ମିଠାକରି ଘରୁ ବାହାରନ୍ତୁ ।

କୁମ୍ଭ:-

କର୍ମ କ୍ଷେତ୍ରରେ ଚତୁରତାସହ ଗତିକରି କାମ ହାସଲ କରିବେ । ଜାଗା, ଜମି, ସ୍ଥାବର ସମ୍ପତ୍ତି ସମ୍ବନ୍ଧୀୟ ସମସ୍ୟା ଦୂର ହୋଇଯିବ । ପ୍ରତିଷ୍ଠା, ପ୍ରତିପତ୍ତି ମାନସମ୍ମାନ ଓ କ୍ଷାତି ବଢିବ । ଅଟକି ଥିବା କାର୍ଯ୍ୟ ଚାଲୁ କରିବାକୁ ଉତ୍ସାହିତ ହେବେ । ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବେ । ସମସ୍ତ କାର୍ଯ୍ୟରେ ସଫଳତା ମିଳିବା ସହ ଶତୃରବିନାଶ ହେବ । ସହ କର୍ମୀମାନଙ୍କ ସହ ବାଦବିବାଦର ଅବସାନ ଘଟିବ । ଲକ୍ଷ୍ୟ ପୂରଣ ହେବାରେ କୌଣସି ଅସୁବିଧା ହେବ ନାହିଁ । ପରିବାରରେ ସୁସ୍ଥ ବାତାବରଣ ଜାରି ରହିବ ଓ ପରସ୍ପରକୁ ସାହାଯ୍ୟ ସହଯୋଗ କରି, ଗଠନମୂଳକ କାର୍ଯ୍ୟ ହାତକୁ ନେବେ ।  ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ମୀନ:-

ସନ୍ତାନଙ୍କର ଉନ୍ନତିରେ ହର୍ସୋଲ୍ଲାସ ବାତାବରଣ ପରିବାରରେ ଖେଳିଯିବ । ବିଭିନ୍ନ ଦିଗରୁ ସାହାଯ୍ୟ ସହଯୋଗ ମିଳିବ । ସମସ୍ତ କର୍ମ ବହୁତ କଷ୍ଟରେ ହିଁ ସମ୍ପନ୍ନ ହେବ । କର୍ମ କ୍ଷେତ୍ରରେ ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ଅସୁବିଧା ହେବ ନାହିଁ ଓ ଶୁଭ ସୂଚନା ମଧ୍ୟ ପାଇବେ । ପ୍ରତେକ କ୍ଷେତ୍ରରେ ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ । ବ୍ୟବସାୟୀମାନେ ପ୍ରଚୁର ଲାଭ ପାଇବେ । କର୍ମକ୍ଷେତ୍ରରେ ମିଥ୍ୟା ଅଭିଯୋଗ ଶୁଣି ଅନ୍ୟ ଉପରେ ବିରକ୍ତ ହେବେ । ଆଧ୍ୟାତ୍ମିକ ଭାବଧାରରେ ଉଦବୁଦ୍ଧ ହୋଇ ସତସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ବଳେଇବେ ।  ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।