ଆଜିର ରାଶିଫଳ, 31 ମାର୍ଚ୍ଚ 2020, ମଙ୍ଗଳବାର, ହନୁମାନଙ୍କ କୃପାରୁ ଏହି ୩ଟି ରାଶିର ଭାଗ୍ୟ ଚମକିବ

୧-ମେଷ

ପାରିବାରିକ ଏବଂ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ବ୍ୟବସାୟକ୍ଷେତ୍ରରେ ବୃତ୍ତିଗତ ଦୃଷ୍ଟିରୁ ପରିଶ୍ରମ ବୃଦ୍ଧି ପାଇବା ଫଳରେ ସୁଖ ଶାନ୍ତି ବର୍ଦ୍ଧିତ ହେବ ଓ ସୁରକ୍ଷିତ ରହିବେ । ଭାତୃ ବିବାଦ, ଜମି ବାଡି ଓ ଘର ଜାଗାନେଇ ଥିବା ଦ୍ଵନ୍ଦର ସମାଧାନ ହେବ । ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ । କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ । ରାଜନୀତିରେ କୃତକାର୍ଯ୍ୟ ହେବେ ।

୨-ବୃଷ

ମାଲିମୋକଦ୍ଦମା ଓ ସାକ୍ଷାତକାରରେ ସଫଳ ହେବେ । କର୍ମକ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହେବେ । ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ । ବ୍ୟବସାୟ କ୍ଷେତ୍ରରେ ଉତ୍ତମ ରୋଜଗାର କରିପାରିବେ । ମହିଳାମାନେ ଦୂର ଯାତ୍ରା ଫଳରେ ସ୍ୱାସ୍ଥ୍ୟ ପ୍ରଭାବିତ ହେବ ଏବଂ ଦୁର୍ବଳ ଅନୁଭବ କରିବେ । ଛାତ୍ର-ଛାତ୍ରୀମାନଙ୍କର ବିଦ୍ୟାରେ ଉନ୍ନତି ଘଟିବ ।

୩-ମିଥୁନ

ଛାତ୍ର-ଛାତ୍ରୀମାନଙ୍କର ବିଦ୍ୟାରେ ଉନ୍ନତି ଘଟିବ । କର୍ମକ୍ଷେତ୍ରଟି ସୁଦୃଢ ହେବ । ଦୂର ଯାତ୍ରା ଫଳରେ ସ୍ୱାସ୍ଥ୍ୟ ପ୍ରଭାବିତ ହେବ ଏବଂ ଦୁର୍ବଳ ଅନୁଭବ କରିବେ । ପ୍ରମୋଶନ ସୂଚନାପାଇ ଖୁସି ହେବେ କିନ୍ତୁ ଅସନ୍ତୋଷ, ଭ୍ରମଣକାଳରେ କ୍ଲେଶ, ସହକର୍ମୀଙ୍କସହ ବିବାଦ ଦେଖାଦେଇ ପାରେ । ପରିବାର ଜନଙ୍କ ପାଇଁ ଅଚାନକ ଖର୍ଚ୍ଚ ହେବ । ଯାହାର ବେଶି ଉପକାର କରିବେ ତାହାଦ୍ୱାରା ବେଶି ଆଘାତ ପାଇବେ । ସ୍ୱାସ୍ଥ୍ୟପାଇଁ ଚିନ୍ତିତ ରହିବେ ।

୪-କର୍କଟ

ବାଦ-ବିବାଦ, ପରୀକ୍ଷା, ପ୍ରତି ଯୋଗୀତା, ମାଲିମୋକଦ୍ଦମା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ରାଜନୀତିରେ କାର୍ଯ୍ୟରେ ପ୍ରେରଣା ଓ ଉତ୍ସାହ ପ୍ରାପ୍ତି ହେବ । କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ । ମହିଳାମାନଙ୍କର ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବ । ଛାତ୍ର-ଛାତ୍ରୀମାନେ ନିଜ ଗୋଡରେ ନିଜେ ଠିଆ ହେବାକୁ ସାହସ ବାନ୍ଧିବେ ।

୫-ସିଂହ

ମହିଳାମାନଙ୍କର ଦାମ୍ପତ୍ୟ କଳହ ସମସ୍ୟାର ସମାଧାନ ହୋଇଯିବ । ରାଜନୀତି କ୍ଷେତ୍ରରେ ମାନସମ୍ମାନ ବୃଦ୍ଧିହେବ । ଦୂରଯାତ୍ରାର ସୁଯୋଗ ପାଇବେ । ଜାଗା, ଜମି, ଗୃହପୋକରଣ କ୍ରୟ କରିବେ । ଆୟ ଉପାର୍ଜନରେ ବାଧା ନାହିଁ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ବିଜୟୀ ହେବେ । ବକେୟା ଅର୍ଥ କିଛି ମିଳିବ । ମାନସିକ ଶାନ୍ତି ଓ ସ୍ୱାସ୍ଥ୍ୟରେ ଉନ୍ନତି ପରିଲିକ୍ଷିତ ହେବ । ପାରିବାରିକକ୍ଷେତ୍ରରେ ସ୍ନେହସଦ୍ଭାବର ବୃଦ୍ଧିହେବ ।

୬-କନ୍ୟା

କର୍ମ କ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ । ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରିବେ ଓ ଖାଦ୍ୟ ବ୍ୟବସାୟୀମାନେ ପ୍ରଚୁର ଲାଭ କରିବେ । ସମ୍ମାନର ସହିତ ଦିନଚର୍ଯ୍ୟା କରି ଚଳିବାରେ ବାଧା ଉପୁଜିବ ନାହିଁ । ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ବେଶ୍ ଆନନ୍ଦ ଅନୁଭବ କରିବେ । ସମାଜ ସେବା ଓ ରାଜନୀତିରେ ସ୍ଵନାମ ଅର୍ଜନ କରିପାରିବେ ।

୭-ତୁଳା

କର୍ମକ୍ଷେତ୍ରରେ ଜବରଦସ୍ତି ଉନ୍ନତି ଓ ନ୍ୟାୟ ମିଳିବ । ନୂତନକର୍ମପ୍ରାପ୍ତିର ସୂଚନା ପାଇବେ । ବ୍ୟବସାୟକ୍ଷେତ୍ରରେ ପୁଞ୍ଜିଲଗାଣ, ଉଦ୍ୟୋଗ, ଧନ ଆଦାନ ପ୍ରଦାନରେ ଲାଭବାନ୍ ହେବେ । ପରିବାରର ସମସ୍ୟାର ସମାଧାନ ହୋଇଯିବ । ରାଜନୀତି କ୍ଷେତ୍ରରେ ସାମାଜିକ କଲ୍ୟାଣ ଓ ଜୀବନସ୍ତର ପରିବର୍ତ୍ତନର ଉଦ୍ୟମ କରିବେ । ମହିଳା ମାନେ କର୍ତ୍ତବ୍ୟ ନିଷ୍ଠାରୁ ଯଶ- ପ୍ରଶଂସାର ଅଧିକାରିଣୀ ହେବେ ।

୮-ବିଚ୍ଛା

ନିର୍ମାଣଧୀନ କାର୍ଯ୍ୟ ସମ୍ପନ୍ନ ହେବ । ବ୍ୟବସାୟ କ୍ଷେତ୍ରରେ ଆୟ ବୃଦ୍ଧି ହେବା ଫଳରେ କ୍ଳାନ୍ତି ଓ ଅବସନ୍ନତା ଜନିତ ଆଳସ୍ୟଭାବ ଦୂରେଇଯିବ । ଛାତ୍ର-ଛାତ୍ରୀମାନଙ୍କର ପରୀକ୍ଷା ପ୍ରତିଯୋଗିତାରେ ସଫଳତା ମିଳିବ । ମହିଳାମାନଙ୍କର ସାଙ୍ଗସାଥିମାନେ ସାହାଯ୍ୟ କରିବେ ଓ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । କର୍ମକ୍ଷେତ୍ରରେ ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ ।

୯-ଧନୁ

ନ୍ୟାୟମାର୍ଗ ଓ ମିଷ୍ଟ ବଚନ ଯୋଗେ ଚାକିରି କ୍ଷେତ୍ରରେ ଉନ୍ନତିର ସୂଚନା ପାଇବେ । ପ୍ରବାସରେ ମଧ୍ୟ କେତେକ କ୍ଷେତ୍ରରେ ଉନ୍ନତିକର ହେବ । ମହିଳାମାନେ ପରିବାରରେ ଆଦରଣୀୟା ହୋଇ ସୁଖଭୋଗ କରିବେ । ବ୍ୟବସାୟକ୍ଷେତ୍ରରେ ଅନେକ ସୂତ୍ରରୁ କିଛି ଧନ ପାଇବାର ଯୋଗ ଅଛି । ରାଜନୀତି କ୍ଷେତ୍ରରେ କାର୍ଯ୍ୟଭାର ବହନ କରି ଯାତ୍ରା କରିବାକୁ ପଡ଼ିବ ।

୧୦-ମକର

ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ । ବ୍ୟବସାୟରେ ଉଧାର ଦେଇ ଫେରି ପାଇବା ସହଜ ହେବ । ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ । ପରୀକ୍ଷା, ପ୍ରତିଯୋଗୀତା, ସାକ୍ଷାତକାରରେ ବିଜୟୀ ହେବେ । ପାରିବାରିକ ସ୍ତରରେ ସ୍ଵାର୍ଥ ପ୍ରବୃତ୍ତିର ଅଧୀନ ହୋଇ ସମ୍ପର୍କର ମଧୁର ସ୍ଵାଦରୁ ବଞ୍ଚିତ ହୋଇ ପାରନ୍ତି । ଅନେକ କ୍ଷେତ୍ରରେ ସ୍ଵାଭିମାନ ରକ୍ଷା ହେବ ।

୧୧-କୁମ୍ଭ

ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ । ମହିଳାମାନଙ୍କର ମାନସିକ ଚାପବୃଦ୍ଧି ଓ ସ୍ୱାସ୍ଥ୍ୟ ସଙ୍କଟ ଦୂରେଇ ଯିବ । ରାଜନୀତି କ୍ଷେତ୍ରରେ କ୍ରୋଧକୁ ଦମନ କରି ହସଖୁଶିର ବାତାବରଣ ସୃଷ୍ଟି ହେବ । ପାରିବାରିକ କ୍ଷେତ୍ରରେ ଗୋଟିଏ ପାଖରେ ଶ୍ଣେହ ଶ୍ରଦ୍ଧାର ସ୍ରୋତ ଛୁଟୁଥିଲାବେଳେ ଅନ୍ୟ ପାଖରେ ଉପେକ୍ଷା ଓ ଅଶାନ୍ତିର ନିଆଁ କୁହୁଳିପାରେ ।

୧୨-ମୀନ

ବ୍ୟବସାୟକ୍ଷେତ୍ରରେ କାରବାରର ଗତି ରୀତିରେ ପରିବର୍ତ୍ତନର ଆଶଙ୍କା ନାହିଁ । କର୍ମକ୍ଷେତ୍ରରେ ପାରିଶ୍ରମିକ ତୁଳନାରେ ଅଧିକ ଶ୍ରମ କରିବେ । ମାଲିମୋକଦ୍ଦମାରେ ନିଜ ପକ୍ଷ ସବଳ ରହିବ । ମହିଳାମାନେ ବନ୍ଧୁକୁଟୁମ୍ବଙ୍କ ପକ୍ଷରୁ ପରସ୍ପରକୁ ସାହାଯ୍ୟ ସହଯୋଗ କରି, ଗଠନମୂଳକ କାର୍ଯ୍ୟ ହାତକୁ ନେବେ । ରାଜନୀତି କ୍ଷେତ୍ରରେ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ ।