ଆଜିର ରାଶିଫଳ, 4 ଅକ୍ଟୋବର 2019 ଶୁକ୍ରବାର, ଶ୍ରୀକୃଷ୍ଣ ଙ୍କ କୃପା ରହିବ ଏହି ୩ଟି ରାଶି ଉପରେ

୧-ମେଷ

ଆର୍ଥିକ ବୃଦ୍ଧି ସହ ବକେୟା ଅର୍ଥ ପ୍ରାପ୍ତି ହେବ । ଧର୍ମକାର୍ଯ୍ୟପ୍ରତି ମନବଳାଇ ବହୁତ ଶାନ୍ତି ଲଭିବେ । କୋର୍ଟ କଚେରୀ ଓ ମାଲିମୋକଦ୍ଦମାରେ ବିଜୟୀ ହେବେ । ପରିବାରରେ କାହାର ସ୍ଵାସ୍ଥ୍ୟସମସ୍ୟା ନେଇ ମାନସିକ ଚିନ୍ତା ବୃଦ୍ଧି ପାଇବ । ପ୍ରତେକ କ୍ଷେତ୍ରରେ ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ । କର୍ମକ୍ଷେତ୍ରରେ ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ଅସୁବିଧା ହେବ ନାହିଁ । କଠିନ ପରିଶ୍ରମ କରିବା ଯୋଗୁଁ ଶାରରୀକ ଅସୁସ୍ଥତା ଦେଖା ଦେବ । ଅଯଥା ଧାଁଦୌଡ ଯୋଗୁ ଧନ, ସମୟ ଓ ଶକ୍ତିର ଅପଚୟ ହେବ । ସମସ୍ୟା ସମାଧାନ ପାଇଁ ବନ୍ଧୁଙ୍କ ସାହାଯ୍ୟ ନେବେ । ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।

୨-ବୃଷ

ପରିବହନ ବ୍ୟବସାୟ, ଗବେଷଣା, ଯୋଗାଯୋଗ ସକାଶେ ଦିନଟି ବହତୁ ଭଲ । କଳା, ସାହିତ୍ୟ, ଚଳଚ୍ଚିତ୍ର ଓ ସଙ୍ଗୀତ ପ୍ରଭୃତିରୁ ସୁଫଳ ପାଇବେ । ରାଜନୈତିକ କ୍ଷେତ୍ରରେ ନୂତନ ଦିଗନ୍ତ ସୃଷ୍ଟି କରି ଚର୍ଚ୍ଚିତ ହେବେ । କର୍ମକ୍ଷେତ୍ରରେ ସହକର୍ମୀ, ଅଧସ୍ତନ କର୍ମଚାରୀଙ୍କ ଦ୍ୱାରା କାର୍ଯ୍ୟ ସାଧନ କରିବେ । ନିକଟ ସମ୍ପର୍କୀୟମାନଙ୍କ କାର୍ଯ୍ୟକଳାପ ଆପଣଙ୍କ ପାଇଁ ସନ୍ତୋଷ ସୃଷ୍ଟି କରିବ । ଆନୁଷ୍ଠାନିକ କାମରେ ଗଠନମୂଳକ ପ୍ରସ୍ତାବ ନେଇ ବନ୍ଧୁମାନଙ୍କ ଦ୍ୱାରା ପ୍ରଶଂସିତ ହେବେ । ମହିଳାମାନେ ବ୍ୟସ୍ତତା ଭିତରେ କାର୍ଯ୍ୟ ସାଧନ କରିବେ ଓ ଗୃହୋପକରଣ କିମ୍ବା ମୂଲ୍ୟବାନ୍ ସାମଗ୍ରୀ କ୍ରୟ କରିପାରନ୍ତି । ପ୍ରତିକାର:- ଗୋମାତାକୁ ଖାଦ୍ୟ ଦିଅନ୍ତୁ ।

୩-ମିଥୁନ

ମହିଳାମାନେ ନିଜର କର୍ତ୍ତବ୍ୟକୁ ଠିକ୍ ଭାବରେ ନିର୍ବାହ କରି ପାରିବେ । ଶତ୍ରୁବାଧା ଦୂରେଇ ଯିବ ଓ ଋଣରୁ ମୁକ୍ତି ମିଳିବ । ସନ୍ତାନମାନେ ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇ ଉଚ୍ଚଶିକ୍ଷାରେ ଶ୍ରେଷ୍ଠସ୍ଥାନ ଲାଭ କରିବେ । ବାଦବିବାଦ, ମାଲିମୋକଦ୍ଦମା, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ବିଜୟୀ ହେବେ । ଶିକ୍ଷାକ୍ଷେତ୍ରରେ ଊତ୍ସାହ ଏବଂ ସ୍ଵାସ୍ଥ୍ୟରେ ଉନ୍ନତି ଦେଖାଦେବ । ନୂତନ ଯୋଜନା ପ୍ରସ୍ତୁତ କରି ବ୍ୟବସାୟରେ ଆୟ ଉପାର୍ଜ୍ଜନର ବୃଦ୍ଧି ହେବ । କର୍ମକ୍ଷେତ୍ରରେ ଉଚ୍ଚାଧିକାରୀଙ୍କ ସହଯୋଗରେ ଉନ୍ନତି ହେବ ।   ନୂତନ କର୍ମ ନିଯୁକ୍ତି ପାଇବେ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

୪-କର୍କଟ

ଯେକୌଣସି ସମସ୍ୟା ଆସିଲେ ମଧ୍ୟ ତାହାକୁ ଠିକ୍ ଭାବରେ ସାମ୍ନା କରିବାର ସାହାସ ରହିବ । କରଜ ଦାତାଙ୍କ କରଜ ପରିଶୋଧ କରିବା ପାଇଁ ସୁବିଧା ପାଇବେ । ସମସ୍ୟା ସମାଧାନର ରାସ୍ତା ଖୋଜି ବାହାର କରିବାରେ ସମର୍ଥ ହେବେ । ଲକ୍ଷ୍ୟ ହାସଲ କରିବାରେ ସମର୍ଥ ହେବେ । ସ୍ଥଗିତ କର୍ମଗୁଡ଼ିକର ସମ୍ପାଦନ କରିବେ । ଜାଗା, ଜମି, ବାସଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ । ଯେକୌଣସି କାର୍ଯ୍ୟରେ ହାତଦେଲେ ସଫଳତା ମିଳିବ । ଅଫିସ୍ ରେ ଆଲୋଚନା ସରଗରମ ହୋଇପାରେ ।   ଯୁକ୍ତିଯୁକ୍ତ କଥାକହି ଅନ୍ୟମାନଙ୍କୁ ଆପଣେଇ ପାରିବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

୫-ସିଂହ

ଆଲୋଚନା କ୍ଷେତ୍ରରେ ଠିକ୍ ନିସ୍ପତି ନେବେ । ଥାନା, ଫାଣ୍ଡି କୋର୍ଟ କଚେରୀ ମାମଲାର ଶୁଣାଣି ସପକ୍ଷରେ ଯିବ । ବ୍ୟବସାୟୀମାନଙ୍କ ଆର୍ଥିକସ୍ଥିତି ହଠାତ୍ ବଦଳି ଯିବା ଫଳରେ ଖୁସି ହେବେ ।   ଦୂରଯାତ୍ରାରେ ସଫଳତା ମିଳିବ । କର୍ମକ୍ଷେତ୍ରରେ ଅତ୍ୟଧିକ ପରିଶ୍ରମ କରିବା ଫଳରେ ପ୍ରଶଂସିତ ହେବେ । ସତ୍ୟବାଦୀ, ଶାନ୍ତିପ୍ରିୟ, ଧୈର୍ଯ୍ୟଶିଳ, ଭଦ୍ର ବ୍ୟକ୍ତିଭାବେ ପ୍ରଶଂସା ପାଇବେ । ରପ୍ତାନି ବାଣିଜ୍ୟରୁ ଯଥେଷ୍ଟ ଲାଭ ମିଳିବ । ଆଇନ, ଅଦାଲତ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବ । ଆର୍ଥିକ ସାହାଯ୍ୟ ମିଳିବା ଯୋଗେ ସମୟ ଆନନ୍ଦମୟ ହେବ । ପାରିବାରିକ  ଜୀବନ ସୁଖରେ କଟିବ । ପ୍ରତିକାର:- ଗୋମାତାକୁ ଖାଦ୍ୟ ଦିଅନ୍ତୁ ।

୬-କନ୍ୟା

ନିଜର ଆତ୍ମନିରୀକ୍ଷଣ, ମନୋବୈଜ୍ଞାନିକ ତଥ୍ୟ, ଅନ୍ୱେଷଣ, ଅନ୍ତଦୃଷ୍ଟି ଏବଂ ଆନ୍ତରିକ ମୂଲ୍ୟାଙ୍କନର ଅନୁଭୂତ ଜାଗ୍ରତ ହେବ । ସାମାଜିକ କଲ୍ୟାଣ ଓ ଜୀବନସ୍ତର ପରିବର୍ତ୍ତନ ହେବାରୁ ପାରିବାରିକ, ଜମିବାଡ଼ି ସଂକ୍ରାନ୍ତୀୟ, ଧନସମ୍ପତ୍ତି ବୃଦ୍ଧି ପାଇବ । ବ୍ୟବସାୟୀ ମାନେ ସ୍ଥଳ ବିଶେଷରେ ବିନା ପରିଶ୍ରମରେ ଅଧିକ ଲାଭବାନ ହେବା ନିମନ୍ତେ ଅନ୍ୟମାନଙ୍କୁ ସିଡି ରୂପେ ବ୍ୟବହାର କରିବେ । ଭୋଗ ବିଳାସରେ ଦିନ କାଟିବା ପାଇଁ ଆଗ୍ରହୀ ହେବେ ।   ଅପ୍ରତ୍ୟାଶିତ ଘଟଣା ଘଟିବ । ଠିକାଦାର ଓ ଘରୋଇ କର୍ମରତଥିବା ବ୍ୟକ୍ତି ମାନଙ୍କର ଅନେକ ଶୁଭହେବ । ବନ୍ଧୁମିତ୍ରଙ୍କଠାରୁ ସାହାଯ୍ୟ ସହଯୋଗ ମିଳିବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

୭-ତୁଳା

ରୋମାନ୍ସ ଓ ପ୍ରେମରେ ପ୍ରସନ୍ନତାର ଅନୁଭୂତି ହେବ । ସମସ୍ତଙ୍କ ପ୍ରତି ସକରାତ୍ମକ ଚିନ୍ତା ଆଗକୁ ବଢିବାରେ ସାହାଯ୍ୟ କରିବ । ଅଧ୍ୟାପନ ମାମଲାରେ ଆଗକୁ ଗତି କରିବେ । ଭବିଷ୍ୟତରେ ମିଳିବାକୁ ଥିବା ସମ୍ପତ୍ତି ସମ୍ବନ୍ଧୀୟ ମାମଲାରେ ଲଢିବେ । ପାଖରେ ଥିବା ସାଥୀ ଓ ପ୍ରିୟଜନଙ୍କୁ ଆର୍ଥିକ ଏବଂ ଭାବନାତ୍ମକ ସାହାଯ୍ୟ କରିବେ । ରୋଜଗାର ପ୍ରାପ୍ତି ହେବାର ସମ୍ଭାବନା ଅଛି । ଘର ପରିବାରରେ ବାତାବରଣ ଶାନ୍ତିପୂର୍ଣ୍ଣ ରହିବ ।   ମହିଳାମାନେ ସନ୍ତାନର ଭବିଷ୍ୟତ ପାଇଁ ଯୋଜନା କରି ପୁଞ୍ଜି ନିବେଶ କରିବେ । ରାଜନୀତି କ୍ଷେତ୍ରରେ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ । ପ୍ରତିକାର:- ଗୋମାତାକୁ ଖାଦ୍ୟ ଦିଅନ୍ତୁ ।

୮-ବିଚ୍ଛା

ଧନ ଲାଭ ହେବାରୁ ମନ ଖୁସି ରହିବ । ସମୟ ହସ ଖୁସିରେ ବିତିବ । ଧାର୍ମିକ କାର୍ଯ୍ୟରେ ରୁଚି ବଢିବ । ସଂଘର୍ଷ ଦ୍ଵାରା ସଫଳତା ମିଳିବ । ଅଧିକାରୀଙ୍କଠାରୁ ସହଯୋଗ ମିଳିବ । ମହିଳାମାନେ ଉଚିତ୍ପନ୍ଥା ଗ୍ରହଣ କରିବେ । ସ୍ଵାସ୍ଥ୍ୟକୁ ନେଇ ଯେଉଁ ଚିନ୍ତା ଥିଲା ସେଥିରୁ ମୁକ୍ତି ମିଳିବ । ବଡ ବଡ ଲୋକଙ୍କ ସହିତ ସମ୍ପର୍କ ସୃଷ୍ଟି ହେବ । ସନ୍ତାନଙ୍କ ସମ୍ବନ୍ଧିତ କୌଣସି ମହତ୍ଵପୂର୍ଣ୍ଣ କାମ ସଂପୂର୍ଣ୍ଣ ହେବ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢେଇବା ସହ ରୋଜଗାର ସମସ୍ୟା ସୁଧୁରି ଯିବ । ବସ୍ତ୍ର, ଆଭୁଷଣ ଗହଣା ଆଦି କ୍ରୟ କରିପାରିବେ । ପ୍ରତିକାର- ମୁହଁ ମିଠାକରି ଘରୁ ବାହାରନ୍ତୁ ।

୯-ଧନୁ

ଅଧିକାରୀଙ୍କଠାରୁ ସହଯୋଗ ମିଳିବା ସହ ଲୋକସମ୍ପର୍କ ଆତ୍ମସନ୍ତୋଷ ବଢେଇବ । କାର୍ଯ୍ୟ ପୁରଣରେ ସଂଘର୍ଷ ଦ୍ଵାରା ସଫଳତା ମିଳିବ । ଗୃହୋପକରଣ କ୍ରୟ କରିବା ପାଇଁ ମନ ବଲେଇବେ । ସନ୍ତାନମାନେ ଉଚିତ୍ପନ୍ଥା ଗ୍ରହଣ କରି ମାନସିକ ଶାନ୍ତି ପାଇବେ । ସୁଖ ସମୃଦ୍ଧି ବୃଦ୍ଧି ଓ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ବନ୍ଧୁମିଳନ ହେତୁ ମନଖୁସୀ ରହିବ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ସଫଳତା ପାଇ, ସମୟ ହସ ଖୁସିରେ ବିତିବ ।   ଛାତ୍ରଛାତ୍ରୀମାନଙ୍କର ସୁଖ୍ୟାତି ଲାଭ ହେବ ମାତ୍ର ତତ୍ପର ହେବା ଆବଶ୍ୟକ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

୧୦-ମକର

ବ୍ୟବହାରିକ ଜ୍ଞାନ କୌଶଳ ପ୍ରୟୋଗ କରି ଲାଭବାନ ହେବେ । କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ । ଭ୍ରମଣ ପ୍ରଶାସନ, ପ୍ରକାଶନ, ସଂଗଠନ, ଅନୁସନ୍ଧାନ କାର୍ଯ୍ୟରେ ଲାଭ ପାଇବେ । ବନ୍ଧୁମାନଙ୍କ ସହ ସୁସମ୍ପର୍କ ସ୍ଥାପନ ହେବ । ଉପରିସ୍ଥ କର୍ମଚାରୀ ଦେଇଥିବା ପ୍ରତିଶୃତି ରକ୍ଷାକରି ପାରିବେ । ପାରିବାରିକ ସ୍ତରରେ ବିବାଦୀୟ ପରିସ୍ଥିତି ଦୂରେଇ ଯିବ । ବ୍ୟବସାୟ ବାଣିଜ୍ୟ କ୍ଷେତ୍ରରେ ଉଚ୍ଚଫଳ ପ୍ରାପ୍ତି ହେବ ।   ପଡୋଶୀମାନେ ସମ୍ମୁଖରେ ପ୍ରଶଂସା କରି ପଛରେ ନିନ୍ଦା କରିବେ । ଭୌତିକ ସୁଖ-ସୁବିଧା ସାଧନରେ ବୃଦ୍ଧି ହେବ । ପ୍ରତିକାର:- ଗୋମାତାକୁ ଖାଦ୍ୟ ଦିଅନ୍ତୁ ।

୧୧-କୁମ୍ଭ

କର୍ମକ୍ଷେତ୍ରରେ ବରିଷ୍ଠ ବ୍ୟକ୍ତି ଓ ସହଯୋଗୀ ମାନଙ୍କର ସାହାଯ୍ୟ ସହଯୋଗ ମିଳିବ । ସନ୍ତାନର ସୁ-ଖବର ଶୁଣି ଖୁସି ହେବେ । ସମାଜ ସେବା ଓ ରାଜନୀତିରେ ସ୍ଵନାମ ଅର୍ଜନ କରିପାରିବେ । ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ବେଶ୍ ଆନନ୍ଦ ଅନୁଭବ କରିବେ । ମହିଳାମାନେ ପରିବାରରେ ଆଦରଣୀୟା ହୋଇ ସୁଖଭୋଗ କରିବେ । ବ୍ୟବସାୟ ସମ୍ବନ୍ଧୀୟ ଜରୁରୀ କାର୍ଯ୍ୟ ପାଇଁ ଯାତ୍ରା କରିବାକୁ ପଡିବ ଓ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ ।   ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ । ପରୀକ୍ଷା, ପ୍ରତିଯୋଗୀତା, ସାକ୍ଷାତକାରରେ ବିଜୟୀ ହେବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

୧୨-ମୀନ

ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ବ୍ୟୟ ହ୍ରାସ ପାଇବା ସହ ପ୍ରଚୁର ଅର୍ଥଲାଭ ଯୋଗ ରହିଛି । ନୂତନ କର୍ମ ନିଯୁକ୍ତିର ସୁଯୋଗ ପାଇବେ । ବ୍ୟବସାୟୀମାନେ କାରବାର ଦିଗରୁ ପ୍ରଚୁର ଲାଭବାନ୍ ହେବେ । କୁଳଶ୍ରେଷ୍ଠ ଓ କୀର୍ତ୍ତିଶାଳୀ ଭଳି ଦିବ୍ୟ ଗୁଣ ଗୁଡିକ ଠୁଳ ହେବ । ଅର୍ଥ ସମ୍ପର୍କିତ ଚୁକ୍ତିପତ୍ର କଲେ ଲାଭବାନ୍ ହେବେ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ସଫଳ ହେବେ । ବନ୍ଧୁ ମିତ୍ରଙ୍କର ସହଯୋଗ ପାଇ ସୁଖ ସମୃଦ୍ଧି ବୃଦ୍ଧି ହେବ ।   ମହିଳାମାନେ ପିଲାଙ୍କ ସହ ଖୁସିଗପ କରିବାରେ ମଉକା ଜୁଟିବ । ବହୁ ଗୁରୁତ୍ୱପୂର୍ଣ୍ଣ ସମସ୍ୟାର ସମାଧାନ ହୋଇ କର୍ମକ୍ଷେତ୍ରଟି ସୁଦୃଢ ହେବ । ପ୍ରତିକାର–ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।