ଆଜିର ରାଶିଫଳ 4 ଅଗଷ୍ଟ 2019, ରବିବାର, ଆଜି ଏହି ୪ଟି ରାଶିର ସବୁ ଦୁଃଖ ଦୂର କରିବେ ସୂର୍ଯ୍ୟଦେବ, ସବୁ କାମ ରେ ଖୁସି ମିଳିବ

ମେଷ:-

ନୂତନ ବନ୍ଧୁମିଳନ ହେତୁ ମନଖୁସୀ ରହିବ । ଦୂରଯାତ୍ରାର ସୁଯୋଗ ପାଇ ସଫଳତା ମିଳିବ । ସ୍ୱାସ୍ଥ୍ୟ କିମ୍ବା ଆଇନ୍ ଅଦାଲତ୍ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବ । କୌଣସି ସହୃଦୟ ବ୍ୟକ୍ତିଙ୍କଠାରୁ ଯଥେଷ୍ଟ ସହାୟତା ପାଇବେ । ଅଧିକାରୀଙ୍କଠାରୁ ସହଯୋଗ ମିଳିବା ଫଳରେ ଅଫିସର, ସହକର୍ମୀ ଓ ମିତ୍ର କାମର ପ୍ରଶଂସା କରିବେ । ବ୍ୟବସାୟରେ ସଫଳତା ଅର୍ଜନ କରିବେ । ମହିଳାମାନେ ଉଚିତ୍ ପନ୍ଥା ଗ୍ରହଣ କରି ସନ୍ତାନଙ୍କ ଭବିଷ୍ୟତ ଚିନ୍ତାରେ ମାନସିକ ଶାନ୍ତି ପାଇବେ । ପୂର୍ବରୁ ଆରମ୍ଭ ହୋଇଥିବା କାର୍ଯ୍ୟ ପୁରଣ କରିବା ପାଇଁ ଚେଷ୍ଟା କରିବେ । ପ୍ରେମ ସମ୍ବନ୍ଧରେ ଅଧିକ ଘନିଷ୍ଠତା ହେବ ।  ପ୍ରତିକାର- ଅସହାୟକୁ ନିରାଶ କରିବେ ନାହିଁ ।

ବୃଷ:-

ପଦମର୍ଯ୍ୟଦା ବୃଦ୍ଧି ପାଇବ । ପରିବାରରେ ଅପ୍ରୀତିକର ପରିସ୍ଥିତି ଦେଖାଦେଲେ ମଧ୍ୟ ସମସ୍ୟାକୁ ସୁଧାରିବା ପାଇଁ ଚେଷ୍ଟା କରି କୌଶଳକ୍ରମେ ସମାଧାନ କରିବେ । କୌଣସି ଗୁରୁତ୍ଵପୂର୍ଣ୍ଣ କର୍ମ ନେଇ ଆର୍ଥିକ ମାମଲା ସୁଧୁରି ଯିବ । ରାଜନୀତି କ୍ଷେତ୍ରରେ ପଦ ପଦବୀ ଲାଭ ହେବା ସହ ସମ୍ମାନଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ । ନିଜର ରଚନାତ୍ମକତା ଚରମ ହେବ ତଥା ଲୋକଙ୍କୁ ନିଜର କରିପାରିବେ । ବୁଦ୍ଧିମତା କାରଣରୁ ଅନେକ କାମ ହାସିଲ କରି ପାରିବେ । ସମସ୍ତଙ୍କ ପ୍ରତି ସକରାତ୍ମକ ଚିନ୍ତା ଆଗକୁ ବଢିବାରେ ସାହାଯ୍ୟ କରିବ । ଆଶା କରୁଥିବା ଖବର ପାଇ ଖୁସୀ ହୋଇଯିବେ ।  ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ମିଥୁନ:-

ଘର ପରିବାରରେ ବାତାବରଣ ଶାନ୍ତିପୂର୍ଣ୍ଣ ରହିବ । ଅପ୍ରିୟ ସତ୍ୟ ପ୍ରକାଶ କରି ବିବାଦୀୟ ହେବେ । ଧନ ସମ୍ବନ୍ଧୀୟ ମାମଲାରେ ବିବେକ ଦ୍ଵାରା ବିଚାର କଲେ ଲାଭ ମିଳିବ । କାହାକୁ ଦେଇଥିବା ଉଧାର ଟଙ୍କା ମିଳିଯିବ । ଲୋକଙ୍କ ପ୍ରତି ଉଦାର ଓ ଦୟାଳୁ ପ୍ରବୃତି ଜାଗ୍ରତ ହେବ । ମିଳିମିଶି କାମ କରିପାରିଲେ କଷ୍ଟ ଦୂର ହେବ । ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନଲାଭ ଓ ବ୍ୟବସାୟରେ ଉଚିତ୍ ଲାଭ ପ୍ରାପ୍ତ ହେବ । ବ୍ୟବସାୟରେ ଲକ୍ଷପ୍ରତି ଯଥାର୍ଥବାଦୀ ହେବେ । ଯାତ୍ରା କରିବା ସମୟରେ କୌଣସି ଶୁଭ ସମାଚାର ଶୁଣିବାକୁ ମିଳିବ । ଦାମ୍ପତ୍ୟ ସମ୍ବନ୍ଧରେ ମଧୁରତା ଆସିବ ।  ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

କର୍କଟ:-

ପ୍ରଚୁର ଅର୍ଥ ଲାଭ ହେବ ଓ ପରିସ୍ଥିତି ବଦଳିଯିବ । ଗୃହପୋକରଣ ବା ନୂତନ ବସ୍ତୁ କ୍ରୟ କରି ପାରିବେ । ବାହନ ଓ ଭୌତିକ ଐଶ୍ଵର୍ଯ୍ୟ ସାଧନରେ ବୃଦ୍ଧି ହେବ । ପାରିବାରିକ ଜୀବନରେ ସୁଧାର ହେବ । କୋର୍ଟ-କଚେରୀ ମାମଲା ସମାଧାନ ହୋଇଯିବ । କୌଣସିଠାରୁ ପ୍ରିୟ ଓ ଶୁଭ ସମାଚାର ପ୍ରାପ୍ତ ହେବ । ଚାକିରୀ ଜୀବିମାନେ ଯଶ, ମାନକୁ ଅଧିକ ମହତ୍ତ୍ୱ ଦେବେ । ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ ଏବଂ ରାଜନୀତି କ୍ଷେତ୍ରରେ ତଳୁ ଉପର ସ୍ତର ଯାଏଁ ଆଦୃତି ଓ ମାନ୍ୟତା ଅର୍ଜ୍ଜନ କରିବେ । ପରୀକ୍ଷା ଓ ପ୍ରତିଯୋଗୀତାରେ ଆଶା ମୁତାବକ ଫଳ ପାଇବେ ।  ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

ସିଂହ:-

ନିଜର ଯୋଜନା ମୁତାବକ କାମକଲେ କୌଣସିପ୍ରକାର ଅସୁବିଧା ହେବନାହିଁ । ଆତ୍ମବିଶ୍ଵାସ ବୃଦ୍ଧି ପାଇବ । ସାମାଜିକ କ୍ଷେତ୍ରରେ ସଫଳତା ପାଇବା ପାଇଁ ଅଧିକ ଧାଁ ଦଉଡ଼ କରିବାକୁ ପଡ଼ିବ । କର୍ମଚରୀମାନେ ନିଜର କର୍ତ୍ତବ୍ୟ ପ୍ରତିପାଦିତ କରିବା ଫଳରେ ପ୍ରଶଂସିତ ହେବେ । ରାଜନୀତି କ୍ଷେତ୍ରରେ ମାନସମ୍ମାନ ଓ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ । ଜାଗା, ଜମି ଗୃହ  ସମ୍ବନ୍ଧୀୟ କୌଣସି ମାମଲା ଅଧିକ ସମସ୍ୟା ଭିତରକୁ ଟାଣି ନେବ ଯାହା ଫଳରେ କାର୍ଯ୍ୟ ବିଗିଡ଼ି ଯିବ । ପରୀକ୍ଷା ପ୍ରତିଯୋଗିତାରେ ଅଚାନକ ବିପରୀତ ଖବର ଶୁଣି ଗୃହରେ ଅଶାନ୍ତ ବାତାବରଣ ଦେଖା ଦେବ ।  ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

କନ୍ୟା:-

ସରକାରୀ କର୍ମଚରୀମାନେ ନିଜର କର୍ତ୍ତବ୍ୟ ପ୍ରତିପାଦିତ କରିବା ଫଳରେ ପ୍ରଶଂସିତ ହେବେ । ସମ୍ପର୍କ ବୃଦ୍ଧି ହେବା ଫଳରେ ଭବିଷ୍ୟତରେ ଅତ୍ୟନ୍ତ ଲାଭଦାୟକ ହେବ । କୌଣସି ପ୍ରିୟମିତ୍ରଙ୍କ ଯୋଗେ ବ୍ୟବସାୟରେ ବିଶେଷ ଲାଭବାନ୍ ହେବେ । ପୈତୃକ ସମ୍ପତ୍ତି ନେଇ ପାରିବାରିକ ଦ୍ଵନ୍ଦର ସମାଧାନ ବାଟ ଫିଟି ଯିବ । ପୁରୁଣା ରୋଗର ଉପଶମ ସହ ସ୍ୱାସ୍ଥ୍ୟରେ ଆଶାଜନକ ପରିବର୍ତ୍ତନ ଦେଖାଦେବ । କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ କୃତକାର୍ଯ୍ୟ ହେବେ । ବାଦବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ ।  ପ୍ରତିକାର-ମାଦକଦ୍ରବ୍ୟ ସେବନ କରନ୍ତୁ ନାହିଁ ।

ତୁଳା:-

ନୂତନ ବ୍ୟବସାୟର ସୁଯୋଗ ପାଇବେ । ନୂତନ କାର୍ଯ୍ୟଆରମ୍ଭ କରି ପାରିବେ । ପରୀକ୍ଷା ପ୍ରତିଯୋଗିତାରେ ଓ ସମାଜିକ ସ୍ତରରେ ନିଜର ଖ୍ୟାତି ବୃଦ୍ଧି ପାଇବ । ପାରିବାରିକ କ୍ଷେତ୍ରରେ ସୁସମ୍ପର୍କ ବଜାୟ ରହିବ । ଚିନ୍ତା କରୁଥିବା କାର୍ଯ୍ୟ ପୂରଣ ହେବା ଫଳରେ ଆନନ୍ଦିତ ହେବେ । ଦେଇଥିବା କଥା କାର୍ଯ୍ୟରେ ପୂରଣ କରିବେ । ବ୍ୟବସାୟିକ ଗତିବିଧି ସାମାନ୍ୟ ରୂପରେ ଚଳିବ । ବିଦ୍ୟାର୍ଥିମାନଙ୍କର ମନୋଅନୁକୂଳ ଫଳପ୍ରାପ୍ତି ହେବ । କୋର୍ଟ, କଚେରୀ ମାଲି ମକଦ୍ଦମା, ବାଦବିବାଦର ସମାଧାନ କରି ପାରିବେ । ବିଗିଡି ଯାଇଥିବା କାର୍ଯ୍ୟ ବା ଅଟକିଥିବା କାର୍ଯ୍ୟ ସମ୍ପନ୍ନ ହେବ ।  ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ବିଚ୍ଛା:-

ପାରିବାରିକ ସମ୍ବନ୍ଧରେ ମଧୁରତା ଆସିବ । ସରକାରୀ କାମରେ ସଫଳତା ମିଳିବ । ସ୍ୱାସ୍ଥ୍ୟ ଭଲ ରହିବ । ବରିଷ୍ଠ ବ୍ୟକ୍ତିଙ୍କ ସହିତ ଭେଟ ହେବା ଫଳରେ ଚାକିରୀ କ୍ଷେତ୍ରରେ ସୁଧାର ଆସିବ । ବନ୍ଧୁ ମିତ୍ରଙ୍କ ଆଗମନ ହେବ । ବିଦ୍ୟାର୍ଥୀଙ୍କୁ ସଫଳତା ମିଳିବ । କୌଣସି ନୂତନ ବନ୍ଧୁଙ୍କ ସହିତ ଭେଟ ହେବ । ପାରିବାରିକ କ୍ଷେତ୍ରରେ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ । କୌଣସି ମିତ୍ରଙ୍କୁ ସହାୟତା ପାଇଁ ହାତ ବଢେଇବେ । ଶତୃମାନେ ଦୂରେଇ ଯିବେ । ସାଂସାରିକ ଜୀବନରେ ମହତ୍ଵପୂର୍ଣ୍ଣ କାର୍ଯ୍ୟରେ ପରାକ୍ରମ ପରିଶ୍ରମରେ ଲାଭ ଓ ସୁଖ ପ୍ରାପ୍ତି ହେବ ।  ପ୍ରତିକାର:- ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।

ଧନୁ:-

ଉନ୍ନତିର ମାର୍ଗ ପ୍ରଶସ୍ତ ହେବ । ସନ୍ତାନମାନେ ପରିଶ୍ରମ ଓ କଷ୍ଟକରି ଶାନ୍ତି ବଜାୟ ରଖିବେ । ବନ୍ଧୁଙ୍କ ଚେଷ୍ଟାରେ ବହୁତ ଦିନରୁ ଚିନ୍ତା କରୁଥିବା କାମ ଅଳ୍ପ ପ୍ରୟାସରେ ପୂର୍ଣ ହୋଇଯିବ । ରାଜନୀତିରେ ନିଜର କର୍ତ୍ତବ୍ୟ ପ୍ରତି ଧ୍ୟାନ ରଖିବା ଅତ୍ୟନ୍ତ ଆବଶ୍ୟକ ଅଟେ । କୌଣସି ଗୋପନୀୟ କଥା ଉଜାଗର ହେବାର ସମ୍ଭାବାନା ଅଛି । ପ୍ରିୟଜନ ଓ ପରିବାର ସଦସ୍ୟ ଆପଣଙ୍କ ନିକଟତର ହେବେ । ଦୃଢସଂକଲ୍ପ ଓ ଆତ୍ମବିଶ୍ଵାସରେ ଭରପୁର ହେବ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ମିତ୍ରମାନଙ୍କ ଦ୍ଵାରା ଲାଭ ପାଇବେ । ପାରିବାରିକ ଓ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ ।  ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ମକର:-

କୌଣସି ଶୁଭ ସମାଚାର ଶୁଣି ହସ-ଖୁସିରେ ସମୟ ବ୍ୟତୀତ ହେବ । ପ୍ରେମପ୍ରସଙ୍ଗରେ ସଫଳତା ମିଳିବା ସହ ପାରିବାରିକ ଓ ଦାମ୍ପତ୍ୟ ସୁଖରେ ଶାନ୍ତି ମିଳିବ । ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢେଇବ । ସମସ୍ତ ସମସ୍ୟା ସମାଧାନ ହୋଇଯିବା ଫଳରେ ବ୍ୟବସାୟରେ ଆଶାଜନକ ଫଳପ୍ରାପ୍ତି ହେବ । ସ୍ୱାସ୍ଥ୍ୟ ସ୍ଥିତି ମଧ୍ୟମ ରହିବ ଓ ସୁଖ ସମୃଦ୍ଧି ବୃଦ୍ଧି ହେବ ।  ବନ୍ଧୁଙ୍କ ସହ ଭୁଲ୍ ବୁଝାମଣାର ନିରାକରଣ ହେବ । ଭାଗୀଦାର ବା ମିତ୍ରଙ୍କ ସହିତ ଲାଗିଥିବା ବିବାଦ ଦୂର ହେବ । ଶତୃଙ୍କ ଠାରୁ ସାହାଯ୍ୟ ପାଇବେ । କୌଣସି ଅଚିହ୍ନା ବ୍ୟକ୍ତି ସାହାଯ୍ୟ କରିବେ ।  ପ୍ରତିକାର- ମୁହଁ ମିଠାକରି ଘରୁ ବାହାରନ୍ତୁ ।

କୁମ୍ଭ:-

ବାହନ ଆଦି କ୍ରୟ କରିପାରିବେ । ସ୍ଵାସ୍ଥ୍ୟରେ ସୁଧାର ଆସିବ । ଦୀର୍ଘ ସମୟରୁ ପ୍ରତୀକ୍ଷିତ ଖବର ପାଇ ଖୁସି ହେବେ । ପୈତୃକ ସମ୍ପତ୍ତିକୁ ନେଇ ବାଦବିବାଦ ମେଣ୍ଟିବା ପାଇଁ ଚେଷ୍ଟା କରି ସଫଳତା ପାଇବେ । ଅଚାନକ ଭାବରେ ଦୂରଯାତ୍ରା କରିବେ । କାର୍ଯ୍ୟ କ୍ଷେତ୍ରରେ ଯଶ ଓ ସମ୍ମାନ ବଢିବ । ନିଜ ପରିଶ୍ରମରେ ସଫଳତା ପାଇବେ । ଅଫିସରେ ଟେନସନ ଦୂର ହେବ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ମିତ୍ରମାନଙ୍କ ଦ୍ଵାରା ଲାଭ ପାଇବେ । ଧାର୍ମିକ ଓ ସାମାଜିକ କାର୍ଯ୍ୟରେ ଯୋଗଦାନ ଦେଲେ ଯଶ କୀର୍ତ୍ତିରେ ଉନ୍ନତି ହେବ । ଶତୃଙ୍କ ଠାରୁ ସାହାଯ୍ୟ ପାଇବେ ।  ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ମୀନ:-

ସମ୍ପର୍କୀୟ ବନ୍ଧୁ ସାହାଯ୍ୟ ସହଯୋଗ କରିବେ । ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ । ଜୀବନସାଥିଙ୍କ ସ୍ୱାସ୍ଥ୍ୟ ଉତ୍ତମ ରହିବ । ରାଜନୀତି କ୍ଷେତ୍ରରେ ଲୋକଙ୍କ ସମ୍ପର୍କରେ ରହିବେ । ଘର-ପରିବାରକୁ ପ୍ରାଥମିକତା ଦେବେ । ପାଖ ପଡୋଶୀଙ୍କ ସହିତ ସମ୍ପର୍କ ବୃଦ୍ଧି ହେବ । ବହୁତ ଦିନରୁ ଲାଗିଥିବା ଚିନ୍ତା ଓ ବିବାଦରୁ ମୁକ୍ତି ମିଳିବ । ଧନ ଲାଭହେବା ସହିତ କର୍ତ୍ତବ୍ୟ ଦାଇତ୍ଵ ବଢିଯିବ । ବ୍ୟବସାୟ ସୂତ୍ରରୁ ବହୁତ ଲାଭ ଉଠାଇପାରିବେ । ପରିବାରର ସଦସ୍ୟଙ୍କ ସ୍ନେହ ଶ୍ରଦ୍ଧା ବୃଦ୍ଧି ହେବ । ସ୍ଥଗିତ ଥିବା କର୍ମ ସହଜ ସରଳରେ ପୂର୍ଣ୍ଣ ହେବ ।  ପ୍ରତିକାର-ମାଦକଦ୍ରବ୍ୟ ସେବନ କରନ୍ତୁ ନାହିଁ ।