ଆଜିର ରାଶିଫଳ 4 ଏପ୍ରିଲ 2019, ଗୁରୁବାର – ମା ଲକ୍ଷ୍ମୀଙ୍କ କୃପା ଦୃଷ୍ଟି ରହିବ ଏହି ୫ଟି ରାଶି ଉପରେ

ମେଷ

ବିଶେଷ ଭ୍ରମଣ କରିବା ସୁଯୋଗ ଆସିପାରେ । ନିଜ କାର୍ଯ୍ୟ ଜନିତ ଭ୍ରମଣ ହୋଇପାରେ , ପାସପୋର୍ଟ ଯୋଗାଡ କରି ରଖନ୍ତୁ । ଆପଣଙ୍କର ସମସ୍ତ କାଗଜପତ୍ର ଠିକ ରହିଛିକି ନାହିଁ , ଯାଞ୍ଚ କରନ୍ତୁ । ଆଜି ଆପଣ ଆତ୍ମବିଶ୍ଳେଷଣରେ ସମୟ ବିତାଇବେ । ଆପଣ କେତେ କଠିନ ପରିଶ୍ରମ କରି ଆଜି ପ୍ରତିଷ୍ଠିତ ହୋଇପାରିଛନ୍ତି , ସେ ବିଷୟରେ ଚ଼ିନ୍ତା କରିବେ ଏବଂ ଭବିଷ୍ୟତରେ କଣ କରିବେ ମଧ୍ୟ ଯୋଜନା କରିବେ । ଆପଣ ଭବିଷ୍ୟତରେ ଉପଯୁକ୍ତ ପାଇବା ପାଇଁ ଏହା ସାହାଯ୍ୟ କରିବ । ଆଜିର ଦିନ ଆପଣଙ୍କପାଇଁ ଶୁଭ ଅଟେ । ଯଶ କୀର୍ତ୍ତି ପ୍ରାପ୍ତ ହେବାରେ ସରଳତା ରହିବ । ବ୍ୟାପାର କ୍ଷେତ୍ରରେ ଭାଗିଦାରୀ ସହିତ ସମ୍ବନ୍ଧ ସକାରାତ୍ମକ ରହିବ । ବସ୍ତ୍ରାଭୂଷଣର କ୍ରୟରେ ମନ ଆନନ୍ଦିତ ହେବ । ପ୍ରତିକାର-ଗୁଡ଼ ଓ ଗହମ ଷଣ୍ଢକୁ ଖାଇବାକୁ ଦିଅନ୍ତୁ ।

ବୃଷ

ଆପଣଙ୍କ ସାହସ ଏବଂ ଉପସ୍ତିତ ବୁଦ୍ଧି ଆପଣଙ୍କୁ ଅନ୍ୟମାନଙ୍କୁ ଠାରୁ ବହୁ ଆଗକୁ ନେଇ ଯିବ । ଆପଣଙ୍କ ଧୀଶକ୍ତି ଏବଂ ସଂପ୍ରେଷଣ କଳା ଆପଣଙ୍କୁ ଲକ୍ଷ୍ୟପ୍ରାପ୍ତି କରିବାରେ ସାହାଯ୍ୟ କରିବ । ଆଜି ଆପଣ ଯାହା ନିଷ୍ପତ୍ତି ନେବେ ଭାବିଚ଼ିନ୍ତି ନିଅନ୍ତୁ , କାରଣ ଆପଣ ନେଇଥିବା ନିଷ୍ପତ୍ତି ଉପରେ ପଶ୍ଚାତାପ ଯେପରି କରିବାକୁ ନ ପଡ଼େ । ତରତର ହୋଇ କୌଣସି ନିଷ୍ପତ୍ତି ନିଅନ୍ତୁ ନାହିଁ । ସ୍ଵାସ୍ଥ୍ୟ ପ୍ରତି ଆଜି ଅଧିକ ଧ୍ୟାନ ରଖିବାର ଆବଶ୍ୟକତା ଅଛି । ସ୍ଵାସ୍ଥ୍ୟ ପଛରେ ଧନର ଖର୍ଚ୍ଚ ମଧ୍ୟ ହୋଇପାରେ । ଆଜି ଖାଇବା ପିଇବା ଘରେ ହିଁ କରନ୍ତୁ ତେବେ ଭଲ ହେବ । ଆଧ୍ୟାତ୍ମିକତା ପ୍ରତି ରୁଚି, ଧ୍ୟାନ ତଥା ଜପ ଆପଣଙ୍କୁ ଉଚିତ ମାର୍ଗକୁ ନେଇପାରିବ.ପ୍ରତିକାର-ବେଲ କାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ ।

ମିଥୁନ

ଆଜି ଆପଣଙ୍କ ଆତ୍ମବିଶ୍ୱାସ ଖୁବ୍ ଉଚ୍ଚରେ ରହିବ । ଆପଣଙ୍କର ଖୁବ୍ କାର୍ଯ୍ୟ ଦକ୍ଷତା ପାଇଁ ପ୍ରଶଂସାଭାଜନ ହୋଇଛନ୍ତି । ଏହି ପ୍ରକାର କାର୍ଯ୍ୟ ଦକ୍ଷତାକୁ ଚ଼ିନ୍ତା କରି ଆପଣ ସମାଧାନ କରିପାରିନଥିବା ସମସ୍ୟାର ସମାଧାନ ପନ୍ଥା ବାହାର କରନ୍ତୁ । ଆଜି ଆପଣ ନିଜକୁ ପରିସ୍ଥିତି ସହିତ ଖାପଖୁଆଇ ଚ଼ଳିବାକୁ ଚ଼େଷ୍ଟା କରନ୍ତୁ । ଅସୁବିଧାଟି ଆସୁଥିବ ଏବଂ ଯାଉଥିବ କିନ୍ତୁ ଆପଣ ଏହାଜାଣିସାରିଛନ୍ତି ସକାରାତ୍ମକ ଭାବନା ରଖିଲେ ଆମେ ଆମ ଅସୁବିଧା ଗୁଡ଼ିକୁ ଭଲ ଭାବରେ ସମ୍ଭାଳି ପାରିବା । ଆଜିର ଦିନ ଆନନ୍ଦର ଦିନ ଅଟେ । ବ୍ୟାପାର ଏବଂ ଆୟରେ ବୃଦ୍ଧି ହେବ । ଆଜି ଆପଣଙ୍କ ଉପରେ ଲକ୍ଷ୍ମୀଙ୍କର କୃପା ରହିବ । ପରିଜନ ଏବଂ ମିତ୍ରମାନଙ୍କ ସହିତ ଆମୋଦ-ପ୍ରମୋଦର ବାତାବରଣ ରହିବ । ନୂଆ ସଂପର୍କ ଏବଂ ପରିଚୟ ବ୍ୟାପାର କ୍ଷେତ୍ରରେ ଲାଭପ୍ରଦ ରହିବ । ଛୋଟ ଯାତ୍ରା ଆନନ୍ଦଦାୟୀ ରହିବ । ପ୍ରତିକାର-ଗାଈକୁ ଖାଇବାକୁ ଦିଅନ୍ତୁ ।

କର୍କଟ

ବନ୍ଧୁମାନଙ୍କ ସହ ଆପଣଙ୍କର ଭ୍ରମଣ କରିବାର ଅଛି । ଏହା ଆପଣଙ୍କର ସହର ମଧ୍ୟରେ ଦୀର୍ଘରାସ୍ତା ଭ୍ରମଣ ହୋଇପାରେ । ଯାହା ହେଉ ପଛେ ଏହା ଏକ ସୁନ୍ଦର ସ୍ମରଣୀୟ ଭ୍ରମଣ ହିସାବରେ ଆପଣଙ୍କ ଜୀବନରେ ଛାପ ରହିବ । ଆଜି ଦିନରେ ଆପଣଙ୍କର ମାନସିକ ଦୁଶ୍ଚିନ୍ତା ଅଧିକ ହେଇପାରେ । ପରିବାର ସଦଶ୍ୟ ମାନଙ୍କ ସହ ସମୟ ବିତାଇ ପାରନ୍ତି । ସାମୟିକ ନିରାପତ୍ତାର ଅଭାବ ଅନୁଭବ କରିବେ । କିନ୍ତୁ ଏହା ଖୁବ୍ ଶିଘ୍ର ଦୂର ହୋଇଯିବ । ମାନସିକ ରୂପରେ ଆଜି ଆପଣର ଉତ୍ସାହର ଅଭାବ ରହିବ, ଯାହାଦ୍ୱାରା ମନରେ ଅଶାନ୍ତି ରହିବ । ପରିଜନମାନଙ୍କ ସହିତ ମନମାଳିନ୍ୟ ହୋଇପାରେ । ସ୍ଥାବର ସଂପତ୍ତିର କାଗଜପତ୍ର କରିବା ସମୟରେ ବିଶେଷ ଧ୍ୟାନ ରଖିବେ । ମାନହାନି ନ ହେଉ ଏହାର ଧ୍ୟାନ ରଖିବେ, ପ୍ରତିକାର-ଗାଈକୁ ଖାଇବାକୁ ଦିଅନ୍ତୁ । ପ୍ରତିକାର-ଅସହାୟକୁ ସାହାଯ୍ୟ କରନ୍ତୁ । ପ୍ରତିକାର-ବୃଦ୍ଧ ବୃଦ୍ଧାଙ୍କୁ ସାହାଯ୍ୟ କରନ୍ତୁ ।

ସିଂହ

ଆପଣଙ୍କ ଭିତରେ ରଚ଼ନାତ୍ମକତା ବହୁପରିମାଣରେ ଅଛି, ଆଜିକା ଦିନଟି ଆପଣ ଏହାର ସମ୍ପୂର୍ଣ୍ଣ ବ୍ୟବହାର କରିପାରନ୍ତି । ଆପଣ ବହୁଦିନରୁ କିଛି କହିବାକୁ ଚ଼ାହୁଁଛନ୍ତି କିନ୍ତୁ କରିପାରୁନାହାନ୍ତି । ଆଜିକା ଦିନଟିକୁ ବ୍ୟବହାର କରି ଆପଣ ନିଜର ରଚ଼ନାତ୍ମକତାକୁ ଅଭିବ୍ୟକ୍ତ କରି ପାରନ୍ତି । ଆଜି ଆପଣ ବହୁତ ପରିସ୍ଥିତି ସାମନାକରି ନିଜ ସାହସକୁ ବଜାୟ ରଖନ୍ତୁ । ବେଳେ ବେଳେ ଆପଣ ଅନ୍ୟମନସ୍କ କିମ୍ବା ଉତ୍ତେଜିତ ହୋଇପାରନ୍ତି । ଆଜି ଆପଣଙ୍କୁ ବୃଦ୍ଧିମତା ସହିତ କାମ କରିବାକୁ ପଡ଼ିବ । ମାନସିକ ରୂପରେ ଦ୍ଵିଧା ଅନୁଭବ ହେବାରୁ କୌଣସି ନିଶ୍ଚିତ ନିର୍ଣ୍ଣୟ ନେବାରେ କଷ୍ଟ ହୋଇପାରେ । ନିରର୍ଥକ ଖର୍ଚ୍ଚରୁ ବଞ୍ଚନ୍ତୁ । ବାଣୀ ଉପରେ ନିୟନ୍ତ୍ରଣ ନ ରଖିବାରେ ପରିଜନମାନଙ୍କ ସହିତ ମନମାଳିନ୍ୟ ହେବାର ଆଶଂକା ଅଛି, ପ୍ରତିକାର-ଗୁଡ଼ ଓ ରୁଟି ଗାଈକୁ ଖାଇବାକୁ ଦିଅନ୍ତୁ

କନ୍ୟା

ମନେ ଅଛି କି ଆପଣ ନିଜର ଘରର ଆଖପାଖରେ କିଛି ପରିବର୍ତ୍ତନ କରିବା ପାଇଁ ଭାବିଥିଲେ । ଘରେ ସାନ୍ତି ବାତାବରଣ ଅଛିକି ସେଥିପାଇଁ ଆରାମରେ ଯେକୌଣସି ପରିବର୍ତ୍ତନ କରି ପାରିବେ । ଆପଣଙ୍କୁ ବିଦେଶ ଯିବା ପାଇଁ ନିମନ୍ତ୍ରଣ ମିଳିପାରେ ସେଥିପାଇଁ ସଜାଗ୍ ରୁହନ୍ତୁ ଏବଂ ଏହି ସୁଯୋଗକୁ ହାତଛଡା କରନ୍ତୁ ନାହିଁ । କିନ୍ତୁ ଆପଣଙ୍କୁ ମିତବ୍ୟୟୀ ହେବାକୁ ପଡ଼ିବ । ଆପଣଙ୍କ ସ୍ଵାସ୍ଥ୍ୟ ଆଜି ଭଲ ରହିବ । ବ୍ୟବସାୟିକ କ୍ଷେତ୍ରରେ ଲାଭ ହେବ । ସାଥିରେ କାମ କରୁଥିବା ଲୋକଙ୍କର ସହଯୋଗ ପ୍ରାପ୍ତ ହେବ । ପରିଜନମାନଙ୍କ ସହିତ ଆପଣ ସମୟ ଆନନ୍ଦପୂର୍ବକ ବିତାଇ ପାରିବେ । ପ୍ରତିକାର-କୁକୁରକୁ ରୁଟି ଖାଇବାକୁ ଦିଅନ୍ତୁ ।

ତୁଳା

ଆଜି ଆପଣ କୌଣସି ପାରିବାରିକ ସମାରୋହରେ ଖୁବ୍ ଜମେଇକି ନାଚ଼ିବେ । ଆଜି କାଲି ଆପଣଙ୍କ ସମ୍ପର୍କୀୟ ସଭିଙ୍କ ସହ ମଧୁର ଅଛି, ତେଣୁ ଆପଣଙ୍କୁ ନିଜ ଲୋକଙ୍କ ଠାରୁ ବହୁତ ଖୁସି ମିଳିବ । କୌଣସି ବୃଦ୍ଧ ବ୍ୟକ୍ତିଙ୍କ ପାଇଁ ଆପଣଙ୍କ ସମ୍ପର୍କ ଖରାପ ହୋଇପାରେ । ଯଦି ଆପଣ କୌଣସି ବଡ଼ ଝଗଡ଼ାରେ ନା ଅଡ଼ୁଆରେ ପଡ଼ିଯାଇଛନ୍ତି , ତେବେ ତାକୁ ଶୀଘ୍ର ଠିକ୍ କରନ୍ତୁ । ଶାରୀରିକ ଏବଂ ମାନସିକ ରୂପରେ ଆପଣଙ୍କ ସ୍ଵାସ୍ଥ୍ୟ ପ୍ରସନ୍ନତାରେ ପୂର୍ଣ୍ଣ ରହିବ । ଉତ୍ସାହପୂର୍ଣ୍ଣ ବାତାବରଣ ହେବାରୁ ନୂଆ କାର୍ଯ୍ୟର ପ୍ରାରମ୍ଭ କରିବାର ପ୍ରେରଣା ମିଳିବ । ପାରିବାରିକ ବାତାବରଣରେ ସୁଖ-ଶାନ୍ତି ବନି ରହିବ ।

ବିଛା

ଆଜି ଆପଣ ଦାୟୀତ୍ତ୍ୱର ସହ କିଛି କାମ କରିବାରେ ଅସୁବିଧା ହେବ । ଆପଣ ନିଜ ବୁଦ୍ଧି ପ୍ରୟୋଗ କରି କାର୍ଯ୍ୟ କରନ୍ତୁ କିନ୍ତୁ ଧୀର ମସ୍ତିଷ୍କରେ ଯୋଜନା କରନ୍ତୁ । ଶେଷରେ ଦେଖିବେ ଆପଣ ସମସ୍ତ କାର୍ଯ୍ୟ ସୁରୁଖୁରରେ କରିପାରିବେ । ଆପଣ ପରିବାରର କାର୍ଯ୍ୟ କ୍ଷେତ୍ର ଏବଂ ବୈବାହିକ ଜୀବନରେ ସଫଳତାର ସ୍ୱାଦ ଉପଭୋଗ କରିବେ । ଆପଣଙ୍କର ଭବିଷ୍ୟତର ସୁଖ ସ୍ୱାଛନ୍ଦ୍ୟର ଭାବନା । ଆପଣଙ୍କ ଦିନଟି ସୁଖରେ କଟିବ । ଏହା ଅନ୍ୟମାନଙ୍କୁ ପ୍ରଭାବିତ କରିବ । ଆଜିର ଦିନ ଭାଗ୍ୟ ବୃଦ୍ଧି ହେବାର ଦିନ ଅଟେ । ବିଦେଶ କିମ୍ବା ଦୂର ଦେଶରୁ ଶୁଭ ସମାଚାର ପ୍ରାପ୍ତ ହେବ । ଛୋଟ ପ୍ରବାସ କିମ୍ବା କୌଣସି ଧାର୍ମିକ ଯାତ୍ରାଯୋଗୁଁ ମନର ପ୍ରସନ୍ନତାରେ ବୃଦ୍ଧି ହେବ । ଶାରୀରିକ ରୂପରେ ମଧ୍ୟ ଆଜି ସୁସ୍ଥ ରହିବେ । ପ୍ରତିକାର-ବୃଦ୍ଧା ବୃଦ୍ଧଙ୍କର ସେବା କରନ୍ତୁ ।

ଧନୁ

ଆଜି ଆପଣ କୌଣସି କଥାର ସତ୍ୟତା ପରିକ୍ଷା ପାଇଁ ତାହାକୁ ଯାଞ୍ଚ ନିଶ୍ଚୟ କରନ୍ତୁ । ଏମିତି କୌଣସି କଥାକୁ ଶୁଣି ନିଷ୍ପତ୍ତି ନିଅନ୍ତୁ ନାହିଁ । କାର୍ଯ୍ୟ ସମ୍ପର୍କିତ ଭ୍ରମଣ କିମ୍ବା ଦର୍ଶନୀୟ ସ୍ଥାନ ବିତେଇବା ପାଇଁ କୋଉଁ ଆଡେ ଯାଇପାରନ୍ତି । ଏପ୍ରକାର ଭ୍ରମଣ ଫଳପ୍ରଦ ଏବଂ ଉପଭୋଗ କରିବେ । ଯଦି କାର୍ଯ୍ୟ ସମ୍ପର୍କିତ ଭ୍ରମଣ ହୋଇଥାଏ ସୁଫଳମିଳିବ । ମିତ୍ର ଏବଂ ପରିଜନମାନଙ୍କ ସହିତ ଆଜିର ଦିନ ଆନନ୍ଦ ପୂର୍ବକ ସମାପ୍ତ ହେବ । କୌଣସି ପର୍ଯ୍ୟଟନ ସ୍ଥଳକୁ ଯାତ୍ରା ମଧ୍ୟ ହୋଇପାରେ । ବ୍ୟବସାୟୀ ଲୋକମାନଙ୍କ ପାଇଁ ସମୟ ଅନୁକୂଳ ଅଟେ, ପ୍ରତିକାର-କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ ।

ମକର

ଆଜି ଭ୍ରମ ଯୋଗୁଁ ବିଚଳିତହୋଇ ସମ୍ଭାବନା ଶାନ୍ତି ଓ ନିରଳା ମାନସିକ ଭାବନାରେ ଏହାର କାରଣ ଖୁଜି ବସନ୍ତୁ । ଆପଣ ନିଜର ବଂଧୁ ଓ ପରିବାର ସହ ସଦସ୍ୟଙ୍କ ସହ ଖୋଲା ମନରେ କିଛି ସମୟ ଆଲୋଚନା କରନ୍ତୁ । ଯଦି ଆପଣଙ୍କ ବନ୍ଧୁ କିମ୍ବା ଆତ୍ମୀୟସଜ୍ଜନ ବିଦେଶରୁ ଆସୁଥାନ୍ତି , ତେବେ ବୋଧହୁଏ ସେ ଆଜି ଆପଣଙ୍କ ଘରକୁ ଆପଣଙ୍କୁ ଭେଟିବା ପାଇଁ ଆସିବେ । ସେଥିପାଇଁ ନିଜ ଘରକୁ ସଫାସୁତୁରା କରନ୍ତୁ । ଆଜି ଦିନ ପ୍ରତିକୂଳତାର ସାମନା କରିବାକୁ ପଡ଼ିପାରେ । ଶାରୀରିକ ଏବଂ ମାନସିକ ରୂପରେ ଆପଣ ଅସୁସ୍ଥତାର ଅନୁଭବ କରିପାରନ୍ତି । ବ୍ୟର୍ଥ ଖର୍ଚ୍ଚ ନ ହେଉ, ଏହାର ଧ୍ୟାନ ରଖିବେ, ପ୍ରତିକାର-ଗାଈକୁ କିଛି ଖାଦ୍ୟ ଦେବେ ।

କୁମ୍ଭ

ଅନ୍ୟମାନଙ୍କର ଅଭିଯୋଗ ସମାଲୋଚନାକୁ ଖାତିର ନ କରି ଦିନ କଟାଇବେ ଏବଂ ଅନ୍ୟମାନଙ୍କ ସମାଲୋଚନା ଦ୍ୱାରା ନିଜେ ପ୍ରଭାବିତ ହେବେ ନାହିଁ । ପରିଶେଷରେ ଅନ୍ୟମାନେ ଆପଣଙ୍କୁ ଗ୍ରହଣ କରିବେ । ଆଜି ଆପଣଙ୍କ ମନ ବନ୍ଧୁମାନଙ୍କ ସହ ମଜ୍ଜା କରିବାକୁ ଚ଼ାହୁଁଛି । ଆଜିକାଲି ଆପଣଙ୍କ ସମ୍ପର୍କ ସୁଧାରିବାରେ ଲାଗିଛନ୍ତି ଯେଉଁଥି ପାଇଁ ଆପଣ ଖୁସି ଅଛନ୍ତି । ଆଜି ଆପଣ ଯେତେ ଅଧିକ ସମୟ ପାରିବେ ଆପଣଙ୍କ ପରିବାରଙ୍କ ସହ କଟାନ୍ତୁ । ଶାରୀରିକ ଏବଂ ମାନସିକ ରୂପରେ ଆଜି ସମ୍ପୂର୍ଣ୍ଣ ଦିନ ପ୍ରସନ୍ନତା ରହିବ । ବ୍ୟବସାୟ କ୍ଷେତ୍ରରେ କାର୍ଯ୍ୟର ପ୍ରଶଂସା ହେବାରୁ କାର୍ଯ୍ୟ ପ୍ରତି ଉତ୍ସାହ ମଧ୍ୟ ବଢ଼ିବ । ସାଥିରେ କାମ କରୁଥିବା ଲୋକଙ୍କର ମଧ୍ୟ ସହଯୋଗ ପ୍ରାପ୍ତ ହେବ । ପ୍ରତିକାର-ଅସହାୟକୁ ସାହାଯ୍ୟ କରନ୍ତୁ ।

ମୀନ

ଆଜି ଆପଣ ମାନସିକ କ୍ଷେତ୍ରରେ ଦୃଢ଼ ରହିବେ । ଆପଣଙ୍କ ଯୋଗ୍ୟତା ଓ ଜ୍ଞାନ ବଳରେ ଆପଣଙ୍କ ଆତ୍ମବିଶ୍ୱାସ ବଢ଼ିବ ଓ ତା ସଙ୍ଗେ ଆପଣଙ୍କୁ ଲାଭ ମଧ୍ୟ ମିଳିବ । ଯଦି ଆପଣଙ୍କର ନିକଟବର୍ତ୍ତୀ ସମ୍ପର୍କୀୟଙ୍କ ସାଙ୍ଗରେ କୌଣସି ମତଭେଦ ଅଛି ତାହା ସୁସମ୍ପର୍କରେ ପରିଣତ ହେବା ଆପଣ ଦେଖିବାକୁ ପାଇବେ । ଏହି ସୁସମ୍ପର୍କ ଦୁଇ ପକ୍ଷର ଚ଼େଷ୍ଟାର ପରିଣାମ ସୂରୂପ ହେବ । ବାଦ-ବିବାଦରେ ଫସନ୍ତୁ ନାହିଁ । ସନ୍ତାନମାନଙ୍କ ବିଷୟରେ ଚିନ୍ତା ହୋଇପାରେ । ବିଦ୍ୟାର୍ଥିମାନଙ୍କପାଇଁ ଅଭ୍ୟାସରେ ସଫଳତା ପ୍ରାପ୍ତ ହେବାରେ ତାଙ୍କର ଉତ୍ସାହରେ ବୃଦ୍ଧି ହେବ । ପ୍ରତିକାର-ଅସହାୟଙ୍କୁ ଖାଦ୍ୟ ଦିଅନ୍ତୁ ।