ଆଜିର ରାଶିଫଳ 4 ଜୁଲାଇ 2019, ଗୁରୁବାର – ମହାଲକ୍ଷ୍ମୀ ଏହି ୪ଟି ରାଶି ଉପରେ ଧନର ବର୍ଷା କରିବେ

ମେଷ:-

ଅଚାନକ ଧନ ପ୍ରାପ୍ତିହେବ ଓ ଭବିଷ୍ୟତ ପାଇଁ ଯୋଜନାକରି ପୁଞ୍ଜି ନିବେସ କରିବେ । ବ୍ୟବସାୟରେ ଆଶାତୀତ ଲାଭକରି କିଛି ନୂତନପଦାର୍ଥ ସଂଗ୍ରହ କରି ପାରନ୍ତି । କର୍ମକ୍ଷେତ୍ରରେ ଜନସେବାରେ ନିଜକୁ ନିୟୋଜିତ କରି ସହଯୋଗୀମାନଙ୍କ ଯୋଗୁଁ ଶାନ୍ତି ପାଇବେ । ପରିବାରରେ ସୁଖ ଶାନ୍ତି ଓ ସାମଞ୍ଜସ୍ୟ ବାତାବରଣ ରହିବ । ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବ ଓ ଉଚ୍ଚ ଶିକ୍ଷାପାଇଁ ବିଦେଶ ଯାତ୍ରାର ସୁଯୋଗ ପାଇବେ । ପୁରାତନ ରୋଗର ଉପଶମ ଫଳରେ ସ୍ୱାସ୍ଥ୍ୟ ଠିକ୍ ରହିବ । ଉଚ୍ଚାଧିକାରୀ ଓ ବରିଷ୍ଠବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ କର୍ମୋନ୍ନତି ହେବ ।  ପ୍ରତିକାର- ମୁହଁ ମିଠାକରି ଘରୁ ବାହାରନ୍ତୁ ।

ବୃଷ :-

ନୂଆ ବେପାରୀଙ୍କସହ ସମ୍ପର୍କ ଯୋଗୁଁ ନୂତନ ବ୍ୟବସାୟର ଯୋଜନା କରିବେ । ପ୍ରେମ ସମ୍ବନ୍ଧ ଓ ଦାମ୍ପତ୍ୟ ଜୀବନରେ ମଧୂରତା ସୃଷ୍ଟିହେବ । ଆତ୍ମୀୟଙ୍କ ସହ ଯୋଗରେ କେତେକ ସମସ୍ୟାର ସମାଧାନ ହେବ । ସୁଖ ସମୃଦ୍ଧି ବୃଦ୍ଧିହେବ । ସାମାଜିକକ୍ଷେତ୍ରରେ ପ୍ରଶଂସିତ ହେବେ । ଅଚାନକ ଧନପ୍ରାପ୍ତି, ବ୍ୟବସାୟିକ ଅନୁବନ୍ଧ, ବେପାର ବିସ୍ତାର, ଜାଗା, ଜମି ଓ ଉଚ୍ଚସ୍ତରୀୟ ବାହନ ଏବଂ ସ୍ୱର୍ଣ୍ଣ ଅଳଙ୍କାର କ୍ରୟ କରି ପାରନ୍ତି । ବନ୍ଧୁ ମିତ୍ରଙ୍କଠାରୁ ଉପହାର ପ୍ରାପ୍ତିହେବ । ପୁଅ ଝିଅଙ୍କ କର୍ମସ୍ଥିର ହେବା ଫଳରେ ଖୁସିହେବେ । ମିତ୍ରଙ୍କ ସାହାଯ୍ୟ ଦ୍ଵାରା କାର୍ଯ୍ୟ ହାସଲ କରିବେ ।  ପ୍ରତିକାର-ପିତା ମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ ।

ମିଥୁନ:-

ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ମାଲି ମକଦ୍ଦମାର ସମାଧାନ ହେବ । ଜରୁରୀ କାର୍ଯ୍ୟପାଇଁ ଯାତ୍ରାକରିବାକୁ ପଡ଼ିବ । କର୍ମକ୍ଷେତ୍ରରେ ବରିଷ୍ଠ ବ୍ୟକ୍ତି ଓ ସହଯୋଗୀ ମାନଙ୍କର ସାହାଯ୍ୟ ସହଯୋଗ ମିଳିବ । ସନ୍ତାନର ସୁ-ଖବର ଶୁଣି ଖୁସିହେବେ । ସ୍ୱାସ୍ଥ୍ୟର କିଛି ପରିବର୍ତ୍ତନ ଘଟିବ । ଅଟକି ଥିବା କାର୍ଯ୍ୟ ପୂରଣ କରିବାକୁ ଚେଷ୍ଟା କରିବେ । କଠିନ କାର୍ଯ୍ୟ ସହଜରେ ସମାଧାନ ହୋଇଯିବ । ନୂଆସମସ୍ୟାର ସମ୍ମୁଖୀନ ହେଲେମଧ୍ୟ ନିଜରବୁଦ୍ଧି, ବିବେକ ଖଟାଇ ସମାଧାନ କରିପାରିବେ । ଶତ୍ରୁମାନେ ଷଡ଼ଯନ୍ତ୍ରକରି କ୍ଷତି କରିବା ପାଇଁ ଚେଷ୍ଟା କରିବେ ।  ପ୍ରତିକାର- ଗୋମାତାକୁ ଖାଇବାକୁ ଦିଅନ୍ତୁ ।

କର୍କଟ:-

ବ୍ୟବସାୟ କ୍ଷେତ୍ରରେ ପ୍ରସାର, ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ । ବରିଷ୍ଠବ୍ୟକ୍ତିଙ୍କ ସହ ସୁସମ୍ପର୍କ ସ୍ଥାପିତ ହେବ । ଜମି, ଜାଗା, ବାସ ଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ । ପ୍ରବାସ ଯାତ୍ରାରେ ଲାଭବାନ୍ ହେବେ । ବରିଷ୍ଠବ୍ୟକ୍ତି ଉଚ୍ଚାଧିକାରୀଙ୍କ ସହ ସମ୍ବନ୍ଧ ଦୃଢ଼ୀଭୂତ ହେବ । ରାଜନୀତି କ୍ଷେତ୍ରରେ ମାନସମ୍ମାନ ଓ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ । ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ । ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ । ମହିଳାମାନେ ପିଲାମାନଙ୍କ ପ୍ରତି ସତର୍କ ରହି ଆନନ୍ଦିତ ହେବେ ।  ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

ସିଂହ:-

କର୍ମକ୍ଷେତ୍ରରେ ଜବରଦସ୍ତି ଉନ୍ନତି ଓ ନ୍ୟାୟ ମିଳିବ । ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବେ ।  ବ୍ୟବସାୟରେ ଉଧାର ଦେଇ ଫେରି ପାଇବା ସହଜ ହେବ । ପରୀକ୍ଷା, ପ୍ରତି ଯୋଗୀତା, ସାକ୍ଷାତକାରରେ ବିଜୟୀ ହେବେ । ଅନେକ କ୍ଷେତ୍ରରେ ସ୍ଵାଭିମାନ ରକ୍ଷା ହେବ । ମହିଳାମାନଙ୍କର ଦାମ୍ପତ୍ୟ କଳହ ସମସ୍ୟାର ସମାଧାନ ହୋଇଯିବ । ରାଜନୀତି କ୍ଷେତ୍ରରେ ମାନସମ୍ମାନ ବୃଦ୍ଧିହେବ । ପାରିବାରିକ ଏବଂ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ଭାତୃ ବିବାଦ, ଜମି ବାଡି ଓ ଘର ଜାଗାନେଇ ଥିବା ଦ୍ଵନ୍ଦର ସମାଧାନ ହେବ । ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ ।  ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

କନ୍ୟା:-

ଅଟକି ଯାଇଥିବା ଧନ, ଉଧାର ଦେଇଥିବା ଟଙ୍କା, ଋଣ କରିଥିବା ଅର୍ଥ ସହଜରେ ହସ୍ତଗତ ହେବ । ବ୍ୟବସାୟ କ୍ଷେତ୍ରରେ ବୃତ୍ତିଗତ ଦୃଷ୍ଟିରୁ ପରିଶ୍ରମ ବୃଦ୍ଧି ପାଇବା ଫଳରେ ସୁଖ ଶାନ୍ତି ବର୍ଦ୍ଧିତ ହେବ ଓ ସୁରକ୍ଷିତ ରହିବେ । କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ । ରାଜନୀତିରେ କୃତକାର୍ଯ୍ୟ ହେବେ । ନୂତନକର୍ମପ୍ରାପ୍ତିର ସୂଚନା ପାଇବେ । ପୁଞ୍ଜିଲଗାଣ, ଉଦ୍ୟୋଗ, ଧନ ଆଦାନ ପ୍ରଦାନରେ ଲାଭବାନ୍ ହେବେ । ପରିବାରର ସମସ୍ୟା ସମାଧାନ ହୋଇଯିବ । ମହିଳାମାନେ କର୍ତ୍ତବ୍ୟ ନିଷ୍ଠାରୁ ଯଶ- ପ୍ରଶଂସାର ଅଧିକାରିଣୀ ହେବେ ଓ ଜୀବନସ୍ତର ପରିବର୍ତ୍ତନର ଉଦ୍ୟମ କରିବେ ।  ପ୍ରତିକାର- ମୁହଁ ମିଠାକରି ଘରୁ ବାହାରନ୍ତୁ ।

ତୁଳା:-

ବ୍ୟବସାୟକ୍ଷେତ୍ରରେ କାରବାରର ଗତି ରୀତିରେ ପରିବର୍ତ୍ତନର ଆଶଙ୍କା ନାହିଁ । କର୍ମକ୍ଷେତ୍ରରେ ପାରିଶ୍ରମିକ ତୁଳନାରେ ଅଧିକ ଶ୍ରମ କରିବେ । ମାଲିମୋକଦ୍ଦମାରେ ନିଜ ପକ୍ଷ ସବଳ ରହିବ । ରାଜନୀତି କ୍ଷେତ୍ରରେ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ । ଛାତ୍ର-ଛାତ୍ରୀମାନଙ୍କର ବିଦ୍ୟାରେ ଉନ୍ନତି ଘଟିବ । କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ସମ୍ମାନିତ ହେବେ । ମହିଳାମାନେ ଦୂର ଯାତ୍ରା ଫଳରେ ସ୍ୱାସ୍ଥ୍ୟ ପ୍ରଭାବିତ ହେବ ଏବଂ ଦୁର୍ବଳ ଅନୁଭବ କରିବେ । ଯାହାର ବେଶି ଉପକାର କରିବେ ତାହାଦ୍ୱାରା ବେଶି ଆଘାତ ପାଇବେ ।  ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ ।

ବିଚ୍ଛା:-

ନୂଆ ନୂଆ ବ୍ୟବସାୟିକ ସଂପର୍କସ୍ଥାପନ, ଭାଗିଦାର ବ୍ୟବସାୟ ପାଇଁ ସାହାଯ୍ୟ ସହଯୋଗ ଅଚାନକ ମିଳିବ । ଛାତ୍ର ଛାତ୍ରୀମାନଙ୍କର ପରୀକ୍ଷା ପ୍ରତିଯୋଗିତାରେ ସଫଳତା ମିଳିବ । ମହିଳାମାନଙ୍କର ସାଙ୍ଗସାଥିମାନେ ସାହାଯ୍ୟ କରିବେ ଓ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ରାଜନୀତି କ୍ଷେତ୍ରରେ ସହଯୋଗୀ ମାନଙ୍କର ପୂର୍ଣ୍ଣ ସହଯୋଗ ପାଇବେ । ସରକାରୀ କର୍ମଚାରୀମାନଙ୍କର ପଦୋନ୍ନତି ହେବ । କର୍ମସଂଧାନୀ ମାନେ ନିଯୁକ୍ତିର ସୁଯୋଗ ପାଇବେ । ବାଦବିବାଦ, ପରୀକ୍ଷା, ପ୍ରତି ଯୋଗୀତା, ମାଲିମୋକଦ୍ଦମା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ସ୍ୱାସ୍ଥ୍ୟପାଇଁ ଚିନ୍ତିତ ରହିବେ ।  ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ଧନୁ:-

କର୍ମ କ୍ଷେତ୍ରରେ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ ପ୍ରଶଂସା ପାଇବେ । ରାଜନୀତି କାର୍ଯ୍ୟରେ ପ୍ରେରଣା ଓ ଉତ୍ସାହ ପ୍ରାପ୍ତି ହେବ । ଛାତ୍ର-ଛାତ୍ରୀମାନେ ନିଜ ଗୋଡରେ ନିଜେ ଠିଆ ହେବାକୁ ସାହସ ବାନ୍ଧିବେ । ନିର୍ମାଣଧୀନ କାର୍ଯ୍ୟ ସମ୍ପନ୍ନ ହେବ । ବ୍ୟବସାୟ କ୍ଷେତ୍ରରେ ଆୟ ବୃଦ୍ଧି ହେବା ଫଳରେ କ୍ଳାନ୍ତି ଓ ଅବସନ୍ନତା ଜନିତ ଆଳସ୍ୟଭାବ ଦୂରେଇ ଯାଇ ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବ । ମହିଳାମାନଙ୍କର ସାଙ୍ଗସାଥିମାନେ ସାହାଯ୍ୟ କରିବେ ଓ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ ଏବଂ କର୍ମକ୍ଷେତ୍ରରେ ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ ।  ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ମକର:-

ଛାତ୍ର-ଛାତ୍ରୀମାନଙ୍କର ପରୀକ୍ଷା ପ୍ରତିଯୋଗିତାରେ ସଫଳତା ମିଳିବ । ଅବିବାହିତ ଯୁବକ ଓ ଯୁବତୀ ବିବାହ କରିବାର ସୁଯୋଗ ପାଇବେ । ରାଜନୀତି କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବ । କୌଣସି ପୁରାତନ ରୋଗରୁ ମୁକ୍ତି ମିଳିବ । ପ୍ରେମିକ ଓ ପ୍ରେମିକାମାନେ କୌଣସି ଦୂର ସ୍ଥାନକୁ ଯାତ୍ରା କରିବେ ଓ ଶରୀର ସୁସ୍ଥ ରହିବ । କର୍ମ କ୍ଷେତ୍ରରେ ମାନ-ସମ୍ମାନ ବୃଦ୍ଧି ହେବ । ବାଦ-ବିବାଦ, ପରୀକ୍ଷା, ପ୍ରତି ଯୋଗୀତା, ମାଲିମୋକଦ୍ଦମା ଓ ସାକ୍ଷାତକାରରେ ପ୍ରଶଂସିତ ହେବେ । ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ ।  ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷ ମୂଳରେ କ୍ଷୀର ଗୁଡ଼ ପଣାକରି ଢ଼ାଳନ୍ତୁ ।

କୁମ୍ଭ:-

ସୁନା, ରୂପା, କଂସା, ପିତ୍ତଳ, ତେଜରାତି, ଷ୍ଟେନସାରୀ, ଔଷଧ ବ୍ୟବସାୟୀ ମାନଙ୍କୁ ଉତ୍ତମଲାଭ ପ୍ରାପ୍ତି ହେବ । ମାଲିମୋକଦ୍ଦମା ଓ ସାକ୍ଷାତକାରରେ ସଫଳ ହେବେ । କର୍ମକ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହେବେ । ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ । ବ୍ୟବସାୟ କ୍ଷେତ୍ରରେ ଉତ୍ତମ ରୋଜଗାର କରିପାରିବେ । ଛାତ୍ର-ଛାତ୍ରୀମାନଙ୍କର ବିଦ୍ୟାରେ ଉନ୍ନତି ଘଟିବ । ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ । ମହିଳାମାନେ କ୍ରୋଧକୁ ଦମନ କରି ହସଖୁଶିର ବାତାବରଣ ସୃଷ୍ଟି କରିବେ ।  ପ୍ରତିକାର- ଗୋମାତାକୁ ଖାଇବାକୁ ଦିଅନ୍ତୁ ।

ମୀନ:-

ବ୍ୟବସାୟରେ ମାନସିକ ଦୁଃଶ୍ଚିନ୍ତା ଦୂର ହୋଇ ଭଲ ଲାଭ ହେବ । ଧାତୁ ପଦାର୍ଥ କ୍ରୟ ବିକ୍ରୟ କରୁଥିବା ବ୍ୟବସାୟୀ ମାନେ ବିଶେଷ ଲାଭବାନ ହେବେ । ଘରୋଇ ସଂସ୍ଥାର କର୍ମ କ୍ଷେତ୍ରରେ ସହଯୋଗୀ ମାନେ ସହଯୋଗ କରିବା ଫଳରେ  ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବ । ମହିଳାମାନେ ନୂତନ କାର୍ଯ୍ୟ ପାଇଁ ଆଶାୟୀ ହେବେ । ସରକାରୀ କର୍ମଚାରୀମାନଙ୍କର କାର୍ଯ୍ୟ କ୍ଷେତ୍ରରେ ଶତୃମାନେ ପରାଜିତ ହେବେ । ମାନସିକ ଅଶାନ୍ତି ଦୂର ହେବ । ଅଟକି ଯାଇଥିବା ଧନ, ଉଧାର ଦେଇଥିବା ଟଙ୍କା, ଋଣ କରିଥିବା ଅର୍ଥ ସହଜରେ ହସ୍ତଗତ ହେବ ।  ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।