ଆଜିର ରାଶିଫଳ, 4 ଡିସେମ୍ବର 2018 ମଙ୍ଗଳବାର – ଏହି ୪ଟି ରାଶି ର ଶୁଭ ମୁହୂର୍ତ ଆରମ୍ଭ କଲେ ହନୁମାନ

ମେଷ:-

ସରକାରୀ କର୍ମଚାରୀମାନେ ଉତ୍ତମ କାର୍ଯ୍ୟ କରି ପ୍ରଶଂସା ପାଇବେ । କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ । ବ୍ୟବସାୟରେ ସଫଳତା, ଆର୍ଥିକ ଉନ୍ନତିରେ ବୃଦ୍ଧି ଓ ଅଚାନକ ଧନ ପ୍ରାପ୍ତି ହେବା ସହ ମାନ ସମ୍ମାନ ବୃଦ୍ଧି ହେବ । ମହିଳା ମାନେ କର୍ମକ୍ଷେତ୍ରରେ ଉନ୍ନତି କରିବା ସହ ଉପରିସ୍ଥ ଅଧିକାରୀଙ୍କର କୃପା ଲାଭ କରିବେ । ପ୍ରେମିକ ଓ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ । ଶିକ୍ଷା କ୍ଷେତ୍ରରେ ସଫଳତା ଅର୍ଜନ କରିବେ । ପ୍ରତିକାର– ଅସହାୟ ବୃଦ୍ଧଙ୍କୁ ଖାଦ୍ୟ ଦିଅନ୍ତୁ ।

ବୃଷ:-

କର୍ମକ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହେବେ । ବାଦ-ବିବାଦ, ପରୀକ୍ଷା, ପ୍ରତି ଯୋଗୀତା, ମାଲିମୋକଦ୍ଦମା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ରାଜନୀତିରେ ପ୍ରଶଂସିତ ହେବେ । ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବ । ସାମାଜିକ କଲ୍ୟାଣ କାମରେ ପୂର୍ଣ୍ଣ ସହଯୋଗ କରିବେ । ବ୍ୟବସାୟ ଶୁଭାରମ୍ଭ କରିବାର ସୁଯୋଗ ପାଇବେ । ବ୍ୟବସାୟ କ୍ଷେତ୍ରରେ ଉତ୍ତମ ରୋଜଗାର କରିପାରିବେ । ପ୍ରତିକାର–ନିଶାଦ୍ରବ୍ୟ ଓ ଆମିଷ ସେବନ କରନ୍ତୁ ନାହିଁ ।

ମିଥୁନ:-

କର୍ମ କ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ । ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରିବେ ଓ ଖାଦ୍ୟ ବ୍ୟବସାୟୀମାନେ ପ୍ରଚୁର ଲାଭ କରିବେ । ମହିଳାମାନେ ଅନେକ କାର୍ଯ୍ୟ ନିଜେ ସମାଧାନ କରିବାକୁ ସାହସ ବାନ୍ଧିବେ । ସମାଜ ସେବା ଓ ରାଜନୀତିରେ ସ୍ଵନାମ ଅର୍ଜନ କରିପାରିବେ । ଅନେକ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି । ନ୍ୟାୟମାର୍ଗ ଓ ମିଷ୍ଟ ବଚନ ଆପଣଙ୍କର ଭୂଷଣହେବ । ପ୍ରତିକାର– ଶ୍ଵେତଚନ୍ଦନ କର୍ପୁରମିଶେଇ ମସ୍ତକରେ ଧାରଣ କରନ୍ତୁ ।

କର୍କଟ–

ସମ୍ମାନର ସହିତ ଦିନଚର୍ଯ୍ୟା କରି ସୁଖେ-ଦୁଃଖେ ଚଳିବାରେ ବାଧା ଉପୁଜିବ ନାହିଁ । ଶୁଭ ଲାଭ ମଧ୍ୟେ ପାରିପାର୍ଶ୍ଵିକ ବାତାବରଣ ପ୍ରତି ସଚେତନତା ବୃଦ୍ଧି ପାଇବ । କେତେକ ସ୍ଥଳରେ ବିଭ୍ରାନ୍ତି ଉପୁଯିବ ଓ ସରକାରୀ କୋପ ଭାଜନ ହେବାଭଳି ସମସ୍ୟା ମୁଣ୍ଡେଇବେ ଏବଂ ସେଥିପାଇଁ କିଛି ଆର୍ଥିକ ଦଣ୍ଡ ମଧ୍ୟ ସହିବାକୁ ପଡିବ । ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ଆନନ୍ଦ ସହ କଷ୍ଟ ଅନୁଭବ କରିବେ । ପ୍ରତିକାର– କୁକୁରକୁ ଖାଇବାକୁ ଦିଅନ୍ତୁ ।

ସିଂହ–

ନିଜର କ୍ରୋଧ ଉପରେ ନିୟନ୍ତ୍ରଣ ନ ରଖିଲେ ପ୍ରତି କ୍ଷେତ୍ରରେ ବିଫଳ ହେବୋ ବନ୍ଧୁ ବାନ୍ଧବଙ୍କ ସହ ମନୋମାଳିନ୍ୟ ହେବ । ଦାମ୍ପତ୍ୟ ସୁଖରେ ବାଧା ଆସିବ । କଠିନ ପରିଶ୍ରମ କରିବା ଯୋଗୁଁ ଶାରରୀକ ଅସୁସ୍ଥତା ଦେଖା ଦେବ । ଟଙ୍କ । ପଇସା ପ୍ରତି ଅତ୍ୟନ୍ତ ସତର୍କ ରହିବାକୁ ପଡିବ । ଏପରିକି ନିମ୍ନବର୍ଗର କେହି ଲୋଭଗ୍ରସ୍ତ କରାଇ ଭାବମୂର୍ତ୍ତି ନଷ୍ଟ କରିବା ପାଇଁ ଚେଷ୍ଟା କରିବ । ଶତୃମୁକ୍ତ ନିରୁପଦ୍ରବ ଜୀବନଚର୍ଯ୍ୟା କାଏମ୍ ରଖି ପାରିଲେ ଲାଭ ପାଇବେ । ପ୍ରତିକାର–ପିତା ମାତାଙ୍କ ଆଜ୍ଞା ପାଳନ କରନ୍ତୁ ।

କନ୍ୟା–

ଭୋଗବିଳାସରେ ସାମିଲ ହେବାକୁ ଅବସର ସୃଷ୍ଟି କରି ପାରିବେ । ମହିଳାମାନେ ପରିବାରରେ ଆଦରଣୀୟା ହୋଇ ସୁଖଭୋଗ କରିବେ । ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ । ବନ୍ଧୁବାନ୍ଧବଙ୍କଠାରୁ ପୂର୍ଣ୍ଣ ସହଯୋଗ ପ୍ରାପ୍ତ ହେବ । ସରକାରୀ କର୍ମକ୍ଷେତ୍ରରେ ଉନ୍ନତି କରିବା ସହ ଉପରିସ୍ଥ ଅଧିକାରୀଙ୍କର କୃପା ଲାଭ କରିବେ । ନୂତନ କର୍ମ ସଂସ୍ଥାନରେ ନିଯୁକ୍ତି ପାଇବାର ଯୋଗ ରହିଛି । ପ୍ରବାସରେ ମଧ୍ୟ କେତେକ କ୍ଷେତ୍ରରେ ଉନ୍ନତିକର ହେବ । ପ୍ରତିକାର– କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ ।

ତୁଳା–

ଭାତୃ ବିବାଦ, ଜମି ବାଡି ଓ ଘର ଜାଗାନେଇ ଥିବା ଦ୍ଵନ୍ଦର ସମାଧାନ ହେବ । ଚାକିରି କ୍ଷେତ୍ରରେ ଉନ୍ନତି କରିପାରିବେ । ପାରିବାରିକ ଜୀବନରେ ଶାନ୍ତି, ଭାଇ ଓ ଭଉଣୀ ମାନଙ୍କ ସହିତ ଉତ୍ତମ ସମ୍ପର୍କରେ ରହିବ । ଅର୍ଥ ଉପାର୍ଜନରେ ଏକନିଷ୍ଠ ହେଲେ ଧନାଢ୍ୟ ହେବାର ରାସ୍ତା ଖୋଲିଯିବ । ଋଣମୁକ୍ତି ହେବାପାଇଁ ଯୋଜନା ପ୍ରସ୍ତୁତ କରି ପାରିବେ । ରାଜନୀତିରେ ସମ୍ମାନର ସହିତ କୃତକାର୍ଯ୍ୟ ହେବେ । ବନ୍ଧୁବାନ୍ଧବଙ୍କ ଦିଗରୁ ସ୍ଵାର୍ଥ ପ୍ରବଣତାର ଅଭିବୃଦ୍ଧି ଘଟିବ । ପ୍ରତିକାର– ଚଣାଡାଲି ମନ୍ଦିରରେ ଦାନ କରନ୍ତୁ ।

ବିଛା–

ପାରିବାରିକ କ୍ଷେତ୍ରରେ ଗୋଟିଏ ପାଖରେ ଶ୍ଣେହ ଶ୍ରଦ୍ଧାର ସ୍ରୋତ ଛୁଟୁଥିଲାବେଳେ ଅନ୍ୟ ପାଖରେ ଉପେକ୍ଷା ଓ ଅଶାନ୍ତିର ନିଆଁ କୁହୁଳିବ । ଅଭାବ ଅନାଟନ ପାଇଁ ବ୍ୟୟ ସଂକୋଚନ ହେବ । ଦାମ୍ପତ୍ୟ କଳହ ସ୍ଵାର୍ଥ ପ୍ରବୃତ୍ତିର ଅଧୀନ ହୋଇ ସମ୍ପର୍କର ମଧୁର ସ୍ଵାଦ ଅନୁଭବ କରିବେ । ବ୍ୟବସାୟରେ ଚୌରଭୟ, ଦୂରଯାତ୍ରାରେ କ୍ଳେଶ ଓ କାର୍ଯ୍ୟ ଅପୂରଣ ରହିବ । ଅସନ୍ତୋଷ, ଭ୍ରମଣକାଳରେ କ୍ଲେଶ, ସହକର୍ମୀଙ୍କ ସହ ବିବାଦ ଦେଖାଦେବ । ପ୍ରତିକାର–ହନୁମାନ ମନ୍ଦିରରେ ବୁନ୍ଦିଲଡୁ ଭୋଗକରି ବାଣ୍ଟନ୍ତୁ ।

ଧନୁ–

ଜ୍ଞାନ-ଗବେଷଣା ସ୍ତରରେ କୃତକାର୍ଯ୍ୟ ହୋଇ ଯଶ ମାନ ପ୍ରତିଷ୍ଠା ପ୍ରାପ୍ତି ହେବ । ବୃତ୍ତିଗତ ଦୃଷ୍ଟିରୁ ସ୍ଵାଭିମାନ ସୁରକ୍ଷିତ ରହିବା ଫଳରେ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ । ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ । ବୈଷୟିକ ଅଭିବୃଦ୍ଧିକୁ ତ୍ୱରାନ୍ୱିତ କରି ଉଚ୍ଚମନ୍ୟତାର ଅଧିକାରୀ ହେବେ । ଏକାକୀତ୍ଵର ପରିଧିରେ ନିଜକୁ ସଜାଇ ପାରନ୍ତି । ବନ୍ଧୁବାନ୍ଧବ ଦିଗରୁ ସ୍ଵାର୍ଥପ୍ରବଣତାର ଅଭିବୃଦ୍ଧି ଘଟିବ । ସାଧାରଣ ଭାବରେ ଜୀବନଚର୍ଯ୍ୟା କରି ଚାଲିବେ । କ୍ରୋଧକୁ ଦମନ କରି ହସଖୁଶିର ବାତାବରଣ ସୃଷ୍ଟି ହେବ । ପ୍ରତିକାର–ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ ।

ମକର–

ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ । ବ୍ୟବସାୟର ପ୍ରସାର ଫଳରେ ଆଶାତୀତ ଲାଭ ପାଇବେ ଶତୃମାନେ ପରାଜିତ ହେବେ । ଅତ୍ୟଧିକ କାର୍ଯ୍ୟଚାପ ଯୋଗୁଁ ଚିନ୍ତିତ ରହିବେ । ନୂତନ କର୍ମ ପ୍ରାପ୍ତି ହେବ । ପାରିବାରିକ ଅଶାନ୍ତି ଦୂରେଇଯିବ । ଦାମ୍ପତ୍ୟ ସୁଖରେ ସୁଖୀ ହେବେ । ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନ ବୃଦ୍ଧିହେବ । ପରୀକ୍ଷାରେ ସଫଳ ହେବେ । ପ୍ରତିକାର– ଗ୍ରାମ୍ୟ ଦେବୀଙ୍କୁ ଭୋଗ ଲଗେଇ ପିଲାଙ୍କୁ ବାଣ୍ଟିବେ ।

କୁମ୍ଭ–

କର୍ମ କ୍ଷେତ୍ରରେ ଉନ୍ନତି କରିବେ । ପରୀକ୍ଷା ପ୍ରତୀଯୋଗିତାରେ ସଫଳ ହେବେ । ଦାମ୍ପତ୍ୟ ସୁଖ ବୃଦ୍ଧିହେବ । ସୁଖ ସମୃଦ୍ଧି ବୃଦ୍ଧି ପାଇବ । ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନ ବୃଦ୍ଧି ହେବ । ବ୍ୟବସାୟରେ ଲାଭ ଓ କ୍ଷତି ଦେଖା ଦେବ । କର୍ମକ୍ଷେତ୍ରରେ ସ୍ଥାନ ପରିବର୍ତ୍ତନ କରିବାକୁ ଚେଷ୍ଟା କରିବେ । ନୂତନ କର୍ମ ନିଯୁକ୍ତି କ୍ଷେତ୍ରରେ ବିଫଳ ହେବେ । ଶାରିରୀକ ଅସୁସ୍ଥତା ଦୂରହେବ । ଗୃହପାଳିତ ପଶୁ ଓ ଯାନବାହାନ ଇତ୍ୟାଦି କ୍ରୟ କରି ଲାଭବାନ୍ ହେବେ । ପ୍ରତିକାର: ଅସହାୟଙ୍କର ସେବାକରି ଆଶୀର୍ବାଦ ଭିକ୍ଷା କରନ୍ତୁ ।

ମୀନ-

ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ । ବ୍ୟବସାୟରେ ଉଧାର ଦେଇ ଫେରି ପାଇବା ସହଜ ହେବ । ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ । ପରୀକ୍ଷା, ପ୍ରତି ଯୋଗୀତା, ସାକ୍ଷାତକାରରେ ବିଜୟୀ ହେବେ । ଆର୍ଥିକ ସ୍ଥିତି ସୁଧୁରିଯିବ । ବକେୟା ଅର୍ଥ ପ୍ରାପ୍ତି ହେବ ଏବଂ ନୂତନ କାର୍ଯ୍ୟ କରିବାର ସୁଯୋଗ ପାଇବେ । ନୂତନ କର୍ମପ୍ରାପ୍ତିର ସୁଯୋଗ ମିଳିବ ଓ କର୍ମକ୍ଷେତ୍ରରେ ପ୍ରଶଂସିତହେବେ । ପ୍ରତିକାର- ଘରୁ ବହାରରିବା ସମୟରେ ମୁହଁ ମିଠା କରି ବାହାରନ୍ତୁ ।