ଆଜିର ରାଶିଫଳ, 4 ଡିସେମ୍ବର 2019 ବୁଧବାର, ଗଣେଶଙ୍କ କୃପାରୁ ଏହି ୪ଟି ରାଶିର ଦିନଟି ବହୁତ ଭଲରେ କଟିବ

୧-ମେଷ

ଦୂରଯାତ୍ରାର ସୁଯୋଗ ପାଇବେ । ପରିବାରରେ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ । ଶିଳ୍ପ କ୍ଷେତ୍ରରେ ବିଭିନ୍ନ ପ୍ରକାରର ସମସ୍ୟା ସମାଧାନ ହେବ । କ୍ରୀଡ଼ାବିଦ୍ମାନେ ପ୍ରଶଂସିତ ହେବେ । ମହିଳାମାନେ ପାରିବାରିକ କ୍ଷେତ୍ରକୁ ସରସ ସୁନ୍ଦର କରିବାର ପ୍ରଯତ୍ନ କରିବେ । କର୍ମ କ୍ଷେତ୍ରରେ ଉଚ୍ଚଧିକାରୀଙ୍କ ସହ ସୁ ସମ୍ପର୍କ ଫଳରେ କର୍ମୋନ୍ନତି, ଯଶମାନ ପ୍ରତିଷ୍ଠା ଲାଭର ଯୋଗ ଅଛି । ପୁରାତନ ରୋଗର ସାମାନ୍ୟ ଉନ୍ନତି ପରିଲକ୍ଷିତ ହେବ । ବ୍ୟବସାୟରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବା ଫଳରେ ସଫଳତା ଅର୍ଜନ କରି ଲାଭ ପାଇବେ । ପ୍ରତିକାର– ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

୨-ବୃଷ

ଛାତ୍ରଛାତ୍ରୀମାନେ ଧାର୍ମିକ କ୍ଷେତ୍ରରେ କିମ୍ବା ଆନୁଷ୍ଠାନିକ କାମରେ ଭ୍ରମଣପ୍ରିୟ ହେବେ । ପରିବାରିକ ଜୀବନରେ ମତାନ୍ତର ମନାନ୍ତର ଦେଖା ଦେଇପାରେ । ବ୍ୟବସାୟିକ ଗତିବିଧି ଠିକ୍ ରହିଲେ ମଧ୍ୟ ଅନାବଶ୍ୟକ ଧାଁଦୌଡ଼ କରି ପାରନ୍ତି ।ପ୍ରତିଦ୍ୱନ୍ଦିତା ବା ପ୍ରତିଯୋଗିତା କରିବା ସୁଯୋଗ ପାଇ ସଫଳ ହେବେ । ରାଜନୀତି କ୍ଷେତ୍ରରେ ଯଶମାନ ବୃଦ୍ଧିହେବ । ସାବଧାନତା ଅବଲମ୍ବନ ନ କଲେ ଧନ ହାନି ହେବ । ସ୍ୱାସ୍ଥ୍ୟ ସମସ୍ୟା ମନକୁ ଭାରାକ୍ରାନ୍ତ କରିବ । ଭୁଲବୁଝାମଣା ସୃଷ୍ଟି ନହେଲା ଭଳି କାମ କଲେ ଭଲ ହେବ । ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ ।

୩-ମିଥୁନ

ଭିନ୍ନ ରାସ୍ତାରେ ଆୟବୃଦ୍ଧିର ଯୋଜନା ମଧ୍ୟ ଚାଲୁରଖିବେ । ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ । ରାଜନୈତିକ କ୍ଷେତ୍ରରେ ଲୋକ ସମର୍ଥନ, ଦଳ ସମର୍ଥନ ବୃଦ୍ଧି ପାଇବା ସହ ମୁଖ୍ୟନେତାଙ୍କର ପ୍ରିୟ ପାତ୍ର ହେବେ ।କର୍ମକ୍ଷେତ୍ରରେ କୌଣସି ବାଧା ବନ୍ଧନ ନମାନି କାର୍ଯ୍ୟରେ ଆଗେଇ ଯିବାର ସୁଯୋଗ ପାଇବେ । ବିଦେଶୀ ବା ଦୂର ବନ୍ଧୁ ଖୁବ୍ ସାହାଯ୍ୟ କରିବେ । ଧାନ, ଗହମ, ବାଜରା, ମକା, ପନିପରିବା ଆଦି ବ୍ୟବସାୟରୁ ବେଶ୍ ଲାଭବାନ ହୋଇ ପାରିବେ । ପ୍ରତିକାର– ବେଲକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ ।

୪-କର୍କଟ

ବୃତ୍ତିଗତ ଦୃଷ୍ଟିରୁ ସୁରକ୍ଷିତ ରହିବେ । ଭାତୃ ବିବାଦ, ଜମିବାଡି ଓ ଘର ଜାଗାନେଇ ଥିବା ଦ୍ଵନ୍ଦର ସମାଧାନ ହେବ । ସାମ୍ବାଦିକତାରୁ ଲାଭ ଓ ଶୁଭ ସମାଚାର ମିଳିବ । ଆକସ୍ମିକ ଭାବରେ କୌଣସି ସୂତ୍ରରୁ ମୋଟା ଅର୍ଥ ମିଳିଯିବ ଓ ଭୂମିଲାଭ ଯୋଗ ମଧ୍ୟ ଘଟିବ ।ଗୃହାରମ୍ଭ, ଦୁରଯାତ୍ରା, ନୂତନ ବ୍ୟବସାୟ ଆରମ୍ଭ କରି ପାରିବେ । ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରିବେ ଓ ଖାଦ୍ୟ ବ୍ୟବସାୟୀମାନେ ପ୍ରଚୁର ଲାଭ କରିବେ । କର୍ମ କ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ । ମହିଳାମାନେ ଅନେକ କାର୍ଯ୍ୟ ନିଜେ ସମାଧାନ କରିବାକୁ ସାହସ ବାନ୍ଧିବେ । ପ୍ରତିକାର– କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ ।

୫-ସିଂହ

ପାରିବାରିକ ସ୍ତରରେ ସ୍ଵାର୍ଥ ପ୍ରବୃତ୍ତିର ଅଧୀନ ହୋଇ ସମ୍ପର୍କର ମଧୁର ସ୍ଵାଦ ଅନୁଭବ କରିବେ । ବନ୍ଧୁ ମିତ୍ରଙ୍କର ସହଯୋଗ ଓ ଆର୍ଥିକ ସହାୟତାରେ ଅନେକ କ୍ଷେତ୍ରରେ ସ୍ଵାଭିମାନ ରକ୍ଷା ହେବ । ଖାଇବା ପିଇବାରେ ଅବହେଳା କରିବାରୁ ସ୍ଵାସ୍ଥ୍ୟ ଖରାପ ହେବ । କେତେକ କ୍ଷେତ୍ରରେ ପ୍ରତିଦ୍ୱନ୍ଦିତା ଦେଖା ଦେଇ ପାରେ ।ବିଦ୍ୟାର୍ଥୀମାନେ ଆପ୍ରାଣ ଚେଷ୍ଟା କରି ପ୍ରତିଦ୍ୱନ୍ଦିତାରେ ସଫଳ ହେବେ ଓ ଆଶା କରୁଥିବା ଫଳ ପାଇ ପାରିବେ । ପ୍ରତି ଯୋଗୀତା ପରୀକ୍ଷା, ସାକ୍ଷାତକାରରେ ବିଜୟୀ ହେବେ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ । ପ୍ରତିକାର– ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

୬-କନ୍ୟା

ମହିଳାଙ୍କ ମାନସିକ ସ୍ଥିତି ଭଲ ରହିବ ଓ ମିତ୍ରମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଅନେକ କାର୍ଯ୍ୟରେ ସଫଳ ହେବେ । ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ । ସମସ୍ୟାଗୁଡ଼ିକ ଆପଣାଛାଏ ସମାଧାନ ହୋଇଯିବାରୁ ମନ ହାଲୁକା ହୋଇଯିବ । ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ନିତ୍ୟଚର୍ଯ୍ୟାରେ ବ୍ୟବଧାନ ଉପସ୍ଥିତ ହେବ ।ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ । ଧର୍ମକାର୍ଯ୍ୟପ୍ରତି ମନବଳାଇ ବହୁତ ଶାନ୍ତି ଲଭିବେ । ବ୍ୟବସାୟ କ୍ଷେତ୍ରରେ ମାନସିକ ଅସାନ୍ତି ଦୂର ହେବ । ବନ୍ଧୁଙ୍କ ସାହାଯ୍ୟ ଏବଂ ଅବଦାନ ଅବିସ୍ମରଣୀୟ ରହିବ । ପ୍ରତିକାର– ହରିଡାଚନ୍ଦନ ମସ୍ତକରେ ଧାରଣ କରନ୍ତୁ ।

୭-ତୁଳା

ଖଣିଜ ବ୍ୟବସାୟ, ଯାନବାହନ ବ୍ୟବସାୟ, ଯାତାୟତ ବ୍ୟବସାୟ, ବାୟୁଯାନ, ରେଳ ବିଭାଗର ଟିକେଟ ବିକ୍ରି, ଭୂ-ଜାତ ଦ୍ରବ୍ୟ ବ୍ୟବସାୟ, ସାନିଟାରୀ, ଇଟା, କୋଇଲା, ହାର୍ଡୱାର, ମହମବତୀ, ପେଟ୍ରୋଲିୟମ୍, କବାଡ଼ି, ଗାଈ, କୁକୁଡ଼ା, ଛେଳିଫାର୍ମ ଇତ୍ୟାଦିରେ କର୍ମରତ ବ୍ୟକ୍ତି ଓ ବ୍ୟବସାୟରେ ଅତ୍ୟଧିକ ଲାଭ ପାଇବେ ।ଅଧ୍ୟୟନ ଓ ଅଧ୍ୟାପନା ତଥା ସାମାଜିକ କ୍ଷେତ୍ରରେ ପ୍ରତିଷ୍ଠା ବଢିବ । କଳା ଓ ସଙ୍ଗୀତରେ ସୁନାମ ଅର୍ଜନ କରିବେ । ପରିବାରର ସାହାଯ୍ୟରେ ଉପକୃତ ହେବେ । ସାମାଜିକ ସ୍ତରରେ ପ୍ରଶଂସିତ ହେବେ । କର୍ମକ୍ଷେତ୍ରରେ ଶୁଭ ସମାଚାର ଶୁଣି ଖୁସି ହେବେ । ପ୍ରତିକାର– ଲିମ୍ବଚନ୍ଦନ ମସ୍ତକରେ ଧାରଣ କରନ୍ତୁ ।

୮-ବିଚ୍ଛା

ବ୍ୟବସାୟରେ ସାଙ୍ଗ ସାଥିମାନେ ସାହାଯ୍ୟ ସହଯୋଗ କରିବେ ଓ ଡାକରା ପାଇ ଯାତ୍ରା କରିବାକୁ ବାଧ୍ୟ ହେବେ । ମହିଳାମାନେ ମନପସନ୍ଦ ଜିନିଷପାଇ ଖୁସି ହେବେ ଓ ମିତ୍ରମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଅନେକ କାର୍ଯ୍ୟରେ ସଫଳ ହେବେ । ପରିବାର ସମସ୍ୟାର ସମାଧାନ ହୋଇଯିବା ଫଳରେ ପାରିବାରିକ ଜୀବନ ସୁଖମୟ ହେବ ।ଆର୍ଥିକସ୍ଥିତିରେ ସୁଧାର ଆସିବା ଫଳରେ ନୂତନ ଉଦ୍ୟୋଗରେ ପଇସା ଖଟେଇବେ । କୌଣସି ଦରକାରୀ ମୂଲ୍ୟବାନ ଜିନିଷ ଖରିଦ କରିବାକୁ ମନ ବଳାଇବେ । ବନ୍ଧୁଙ୍କ ସାହାଯ୍ୟ ନେଇ ଆଲୋଚନା କ୍ଷେତ୍ରରେ ସୁଫଳ ପାଇବେ । ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ ।

୯-ଧନୁ

ଆଶା କରିଥିବା ଦିଗରୁ ଅର୍ଥପ୍ରାପ୍ତି ହେବା ଫଳରେ ଆର୍ଥିକ ସ୍ୱଚ୍ଛଳତା ଫେରି ପାଇବେ । ପ୍ରକାଶନ, ପ୍ରଶାସନ, ଆଇନ ଅଦାଲତ, ସଭାସମିତି ଓ ଆମଦାନୀ ବାଣିଜ୍ୟ କ୍ଷେତ୍ରରେ ଉପକୃତ ହେବେ । ମହିଳାମାନଙ୍କୁ ପାରିବାରିକ କ୍ଷେତ୍ରରୁ ମଧ୍ୟ ପ୍ରଶଂସା ମିଳିବ ।ନୂତନ ବିନ୍ଧୁମିଳନ ହେତୁ ନୂଆ ଉତ୍ସାହନେଇ କାମ କରି ଚାଲିବେ । ନୂତନ ଓ ପୁରାତନ ଯୋଜନା ଫଳପ୍ରସୂ ହେବା ସହଜ ସରଳ ହୋଇଯିବ । ପ୍ରତ୍ୟେକକ୍ଷେତ୍ରରେ କେବଳ କୌଶଳପୂର୍ଣ୍ଣ କଥାକହିବା ଦ୍ୱାରା କାମହାସଲ କରି ପାରିବେ । ପାରିବାରିକ କ୍ଷେତ୍ରରେ ସାହାଯ୍ୟ ଓ ସହଯୋଗ ମାନସିକ ସ୍ଥିତିକୁ ମଜଭୁତ୍ କରିବ । ପ୍ରତିକାର– ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

୧୦-ମକର

ବନ୍ଧୁଙ୍କୁ ଦେଇଥିବା ପ୍ରତିଶୃତି ରକ୍ଷାକରି ତାଙ୍କ କାର୍ଯ୍ୟରେ ବ୍ୟସ୍ତ ରହିବେ । ପାରିବାରିକ ପ୍ରତିରୋଧ କାମକୁ ଶୃଙ୍ଖଳିତ କରିବେ । ପରୋକ୍ଷ ଶତ୍ରୁତା ଥିଲେ ମଧ୍ୟ ଆଶା କରିଥିବା କାମଟି ସମ୍ପନ୍ନ କରିପାରିବେ । ଶିକ୍ଷାକ୍ଷେତ୍ରରେ ସଫଳତା ମିଳିବ ।କର୍ମକ୍ଷେତ୍ରରେ ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ । ମିତ୍ରମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଅନେକ କାର୍ଯ୍ୟରେ ସଫଳ ହେବେ । ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହେବ । ଯେତେ ସମସ୍ୟା ଲାଗିଲେ ମଧ୍ୟ କାମକୁ ଅବହେଳା କରିବେ ନାହିଁ । ପ୍ରତିକାର– ତୁଳସୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ ।

୧୧-କୁମ୍ଭ

ଶତୃମାନେ ଯେତେ ଚେଷ୍ଟା କଲେ ମଧ୍ୟ କିଛି କ୍ଷତି କରିପାରିବେ ନାହିଁ । ଆନୁଷ୍ଠାନିକ କାମରେ ଖଟଣି ବଢ଼ିଯିବ କିନ୍ତୁ ପ୍ରଶଂସା ପାଇବେ । ପରିବାରର କେତେକ ଅକୁହା କଥା ଚିନ୍ତା କରି ଅନ୍ୟମାନଙ୍କୁ ସନ୍ଦେହ ଦୃଷ୍ଟିରେ ଦେଖିବେ । ଆବଶ୍ୟକତା ପୂରଣ ଦିଗରେ ବହୁତ ଖର୍ଚ୍ଚାନ୍ତ ହେବେ । ନିଜର ଚେଷ୍ଟା ଫଳରେ ବହୁତ ଦିନରୁ ବାକି ପଡିଥିବା ଟଙ୍କା ଓ ବୁଡି ଯାଉଥିବା ଟଙ୍କା ମିଳି ପାରିବ । ମହିଳା ମାନେ ସଭାସମିତି ଓ ସମାଜିକ କାର୍ଯ୍ୟଯୋଗେ ଆତ୍ମୀୟମାନଙ୍କ ସାହାଯ୍ୟ ନେବେ । ମିତ୍ରମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଅନେକ କାର୍ଯ୍ୟରେ ସଫଳ ହେବେ । ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ ।

୧୨-ମୀନ

ରାଜନୀତି କ୍ଷେତ୍ରରେ ଉଚ୍ଚସମ୍ପର୍କରୁ ଲାଭବାନ ହେବେ । ବନ୍ଧୁଙ୍କଠାରୁ ସାହାଯ୍ୟ ମିଳିବ । ପୁରାତନ ରୋଗର ପ୍ରକୋପ ଉପଶମ ହେବ । ମହିଳାମାନଙ୍କର ଧନପ୍ରାପ୍ତିହେବ । ମାନସିକ ଶାନ୍ତି ଓ ମନସ୍କାମନା ପୂର୍ଣ୍ଣ ହେବ ।ନୂଆ ଚାକିରୀ ହେବାର ସୁଯୋଗ ମିଳିବ । ଭବିଷ୍ୟତକୁ ଧ୍ୟାନରେ ରଖି ଯଶ ପ୍ରତିଷ୍ଠା ମିଳିବ । ବିଦେଶ ଯାତ୍ରା, ସୁଖ ଶାନ୍ତି, ଯଶ ଲାଭ, ନୂତନ ବାହନଆଦି ପ୍ରାପ୍ତି ଯୋଗ ଅଛି । ଦୂରଯାତ୍ରା କରିବା ଦ୍ଵାରା ବହୁତ ଲାଭ ମିଳିବ । ପରିବାର ସମସ୍ୟାର ସମାଧାନ ହୋଇଯିବା ଫଳରେ ପାରିବାରିକ ଜୀବନ ସୁଖମୟ ହେବ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।