ଆଜିର ରାଶିଫଳ: 4, ନଭେମ୍ବର, 2018, ରବିବାର – ଏହି 5 ଟି ରାଶି ହେବେ ଧନଵାନ

ମେଷ–

ବିଭିନ୍ନଦିଗରୁ ସାହାଯ୍ୟ ସହଯୋଗ ମିଳିବ | ସହକର୍ମୀମାନଙ୍କ ସହ ବାଦବିବାଦର ଅବସାନ ଘଟିବ | ଲକ୍ଷ୍ୟ ପୂରଣ ହେବାରେ କୌଣସି ଅସୁବିଧା ହେବନାହିଁ | ବ୍ୟବସାୟ ବାଣିଜ୍ୟ ଓ ପରିବହନକ୍ଷେତ୍ରରେ ସୁଫଳ ପ୍ରାପ୍ତିହେବ ଓ ଦୂରଯାତ୍ରାର ସୁଯୋଗ ପାଇବେ | ମହିଳାମାନେ ନୂତନ ବନ୍ଧୁଙ୍କୁ ପାଇ ଖୁସୀହେବେ | ବିଦ୍ୟାକ୍ଷେତ୍ରରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବ ଓ ପ୍ରଶଂସା ପାଇବେ | ସୁଖ ସମ୍ପଦ ପ୍ରାପ୍ତି ରାଜନୈତିକ କ୍ଷେତ୍ରରେ ପ୍ରଶଂସିତ ହେବେ | ମହିଳାମାନେ ବ୍ରତ, ଉପାସନାରେ ବ୍ରତୀ ହେବେ | ଦୂରଯାତ୍ରା କରି ପରିଶ୍ରମର ଉଚିତ୍ ମୂଲ୍ୟ ପାଇବେ | ପ୍ରତିକାର-କାହାରିଠାରୁ ମାଗଣା ଦ୍ରବ୍ୟ ଗ୍ରହଣ କରନ୍ତୁ ନାହିଁ |

ବୃଷ–

ଗୁରୁଜନ ଓ ଉଚ୍ଚପଦସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ | କୃଷିଜିବୀମାନେ ହସଖୁସିରେ ସମୟ ବିତାଇବେ | ସରକାରୀ ସାହାଯ୍ୟ ମିଳିପାରେ | ବ୍ୟବସାୟରେ ନାନାପ୍ରକାର ସୁବିଧା ସୁଯୋଗ ମିଳିବ ଓ ପୁରୁଣା ପ୍ରାପ୍ୟ ମଧ୍ୟ ଆଦାୟ ହୋଇ ପାରେ | ପରୀକ୍ଷା ପ୍ରତିଯୋଗିତା କ୍ଷେତ୍ରରେ ବିଜୟୀ ହେବେ | ପରିବାରରେ ଯେତେ ସମସ୍ୟା ଥିଲେ ମଧ୍ୟ ଶାନ୍ତି ଅନୁଭବ କରିବେ | ଚାକିରୀ କ୍ଷେତ୍ରରେ ପଦୋନ୍ନତି ହେବ ଓ ସ୍ଥାନାନ୍ତର ମଧ୍ୟ ହୋଇପାରେ | ମହିଳାମାନେ ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ | ପ୍ରତିକାର-ଷଣ୍ଢକୁ ଖାଇବାକୁ ଦିଅନ୍ତୁ |

ମିଥୁନ–

ପ୍ରତିଦ୍ୱନ୍ଦିତା ପରୀକ୍ଷା ରେ ସଫଳତା ଲାଭ କରିବେ | ବନ୍ଧୁ ମିତ୍ରମାନେ ସମର୍ଥନ ଓ ପରିବାର ଲୋକଙ୍କର ସାହାଯ୍ୟ ସହଯୋଗ ହେତୁ ଖୁସି ହେବେ | କୃଷିଜୀବିମାନେ ଆନନ୍ଦିତ ହେବେ | ରାଜନୈତିକ କ୍ଷେତ୍ରରେ ସମ୍ମାନ ବୃଦ୍ଧି ହେବ ଓ ସୁନାମ ଅର୍ଜନ କରିବେ | ଅଚାନକ ଭାବରେ ଧନ ପ୍ରାପ୍ତି କରିବାର ସୁଯୋଗ ମିଳିବ | ଗୃହରେ କୌଣସି ଶୁଭକର୍ମ ସମ୍ପାଦନ କରିପାରନ୍ତି | ପାରିବାରିକ ଜୀବନ ଆନନ୍ଦମୟ ହେବ | ପିଲାମାନଙ୍କ ପ୍ରତି ବିଶେଷ ସତର୍କ ରହିବା ଉଚିତ୍ | ମହିଳାମାନେ ବନ୍ଧୁଙ୍କୁ ଆପ୍ୟାୟିତ କରିବାରେ ସମର୍ଥ ହେବେ | ସ୍ୱାସ୍ଥ୍ୟ ଦିଗରୁ ଆଶ୍ଵସ୍ତି ଲାଭ କରିବେ | ପ୍ରତିକାର-ବୃଦ୍ଧା ବୃଦ୍ଧଙ୍କର ସେବା କରନ୍ତୁ |

କର୍କଟ–

ଅନେକ ପ୍ରକାର କାର୍ଯ୍ୟରେ ପରିବର୍ତ୍ତନ ଦେଖାଦେବ | ବ୍ୟବସାୟ ବାଣିଜ୍ୟ କାରବାର ଯୋଗେ ବହୁତ ଚିନ୍ତିତ ରହିପାରନ୍ତି | ପରିବାରର ସମ୍ପର୍କୀୟଙ୍କ କୌଣସି ଘଟଣା ଯୋଗୁଁ ଆପଣ ବ୍ୟତିବ୍ୟସ୍ତ ହୋଇଯିବେ | ରାଜନୈତିକ ଜୀବନରେ ଶତୃମାନେ ପ୍ରବଳ ହେବେ | କୌଣସି କଥାବର୍ତ୍ତାକୁ ନେଇ ପ୍ରତାରିତ ହେବାର ଆଶଙ୍କା ଉପୁଯିବ | ଜାଗା ଜମିବାଡ଼ି ନେଇ ସମସ୍ୟା ଦେଖାଦେବ | ଆର୍ଥିକ ଦିଗରୁ ଲାଭ ନହେଲେ ମଧ୍ୟ ବ୍ୟୟଭାର କମ୍‌ ହେବ | କୃଷିଜୀବିମାନେ ପରିଶ୍ରମର ମୂଲ୍ୟ ପାଇବେ | ସ୍ୱାସ୍ଥ୍ୟ ସମସ୍ୟା ସେତେଟା ଭଲ ରହିବ ନାହିଁ | ପ୍ରତିକାର-ଗାଈକୁ ଖାଇବାକୁ ଦିଅନ୍ତୁ |

ସିଂହ–

ସହଯୋଗୀ, ସହକର୍ମୀ, ବରିଷ୍ଠ ବ୍ୟକ୍ତିମାନଙ୍କ ସହିତ ସମ୍ପର୍କ ନିବିଡ଼ ହେବ | ବ୍ୟବସାୟରେ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ | ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ | କର୍ମଜୀବୀ ମାନଙ୍କ ପାଇଁ ସହକର୍ମୀ ଓ ପଦାଧିକାରୀମାନେ ସହଯୋଗ କରିବେ | ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି, ସମ୍ମାନ ବୃଦ୍ଧି, କର୍ମୋନ୍ନତି ବାସସ୍ଥାନ ବା ଯାନବାହାନର ନବୀକରଣ ଇତ୍ୟାଦି ନାନାବିଧ ଶୁଭଫଳ ପ୍ରାପ୍ତି ହେବ | ସ୍ୱାସ୍ଥ୍ୟ ଠିକ୍ ରହିବ | ବିଦ୍ୟାର୍ଥିମାନେ ନିଜ ଲକ୍ଷ୍ୟ ସ୍ଥଳରେ ପହଞ୍ଚି ପାରିବେ | ମହିଳାମାନେ ଧର୍ମକ୍ଷେତ୍ରପ୍ରତି ମନ ବଳାଇବେ | ପ୍ରତିକାର-ଅସହାୟକୁ ଖାଇବାକୁ ଦିଅନ୍ତୁ |

କନ୍ୟା–

ପରିବାରରେ ମନୋମାଳିନ୍ୟ ଓ ଆର୍ଥିକ ସଙ୍କଟ ଦୂରେଇଯିବ | ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ଓ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ | ପ୍ରବାସ ଯାତ୍ରାରେ ଲାଭବାନ ହେବେ | ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବେ | ପୁରାତନରୋଗର ଉପଶମ ମିଳିବ | ପାରିବାରିକକ୍ଷେତ୍ରରେ ଶାନ୍ତିଶୃଙ୍ଖଳା ଦେଖାଦେବ | ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ସଫଳ ହେବେ | ଉଚ୍ଚାଧିକାରି ଓ ସହକର୍ମୀମାନେ କର୍ମକ୍ଷେତ୍ରରେ ସହଯୋଗ କରିବେ | ମହିଳାମାନେ ଆଶା କରୁଥିବା ଖବର ପାଇ ଖୁସୀ ହୋଇଯିବେ | ପ୍ରତିକାର-ବିଦ୍ୟାର୍ଥୀକୁ ସାହାଯ୍ୟ କରନ୍ତୁ |

ତୁଳା-

ବ୍ୟବସାୟରେ ପ୍ରତିଦ୍ୱନ୍ଦ୍ୱିତା ସତ୍ତ୍ୱେ ଲାଭ ସୁନିଶ୍ଚିତ ହେବ | କର୍ମକ୍ଷେତ୍ରରେ ନାନାବିଧ ସୁଯୋଗ ଓ ଶୁଭଫଳ ପ୍ରାପ୍ତି ହେବ | ରାଜନୈତିକ କ୍ଷେତ୍ରରେ ବିପଦ ସଙ୍କୁଳ ଦେଖାଦେବ | କାହାର ଡାକରା ପାଇ ଯାତ୍ରା କରିବାକୁ ବାଧ୍ୟ ହେବେ କିନ୍ତୁ ଯାତ୍ରାରେ ସଫଳତା ଲାଭ ହେବ | ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ | ବନ୍ଧୁଙ୍କ ଶୁଭକର୍ମରେ ମଧ୍ୟ ଯୋଗଦେବାକୁ ବାଧ୍ୟବାଧକତା ହେବେ | ମହିଳାମାନଙ୍କର ବହୁ ଗୁରୁତ୍ୱପୂର୍ଣ୍ଣ ସମସ୍ୟାର ସମାଧାନ ହୋଇଯିବ | ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ସଫଳ ହେବେ | ପ୍ରତିକାର-ଗାଈକୁ ଖାଇବାକୁ ଦିଅନ୍ତୁ |

ବିଛା–

ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର କରି ସାମାନ୍ୟ ଲାଭ ପାଇବେ | ଉଚ୍ଚପଦସ୍ଥ ବ୍ୟକ୍ତିଙ୍କ ସହ ମନୋମାଳିନ୍ୟ ଘଟିପାରେ | ରାଜନୈତିକ କ୍ଷେତ୍ରରେ ପୁରୁଣା ସମସ୍ୟା ସମାଧାନ କରି ବିଜୟୀ ହେବେ | ବାସଗୃହ ଓ ଯାନବାହାନ ନେଇ କେତେ ସମସ୍ୟାର ସମ୍ମୁଖୀନ ହେବାକୁ ପଡ଼ିବ | ପାରିବାରିକ ସମ୍ପର୍କରେ ଉନ୍ନତି ହେବ | ସ୍ୱାସ୍ଥ୍ୟ ଦିଗରୁ ମଧ୍ୟମ ଫଳ ପ୍ରାପ୍ତି | ଭ୍ରାତୃ ବିବାଦ ଦୂର ହେବ | ବିଦ୍ୟାର୍ଥିଙ୍କ ଉନ୍ନତି ହେବ | ମହିଳାମାନେ ବ୍ୟସ୍ତତା ଭିତରେ କାର୍ଯ୍ୟ ସାଧନ କରିବେ | ବନ୍ଧୁବିରୋଧ, ପ୍ରତିବେଶୀଙ୍କ ସହ କଳହ ସୃଷ୍ଟି ହୋଇପାରେ | ପ୍ରତିକାର-ଲାଲ ବସ୍ତ୍ର ପରିଧାନ କରନ୍ତୁ |

ଧନୁ–

ଆର୍ଥିକ ଦିଗରୁ ବେଶ୍ ଅନୁକୂଳ ଥିବାରୁ କିଛି ନୂତନ ପଦାର୍ଥ ସଂଗ୍ରହ ବା ବ୍ୟାଙ୍କ ବାଲାନ୍ସ ବୃଦ୍ଧି ପାଇବ | ମହିଳାମାନେ ଲକ୍ଷ୍ୟ ହାସଲ କରିବାରେ ସମର୍ଥ ହେବେ | ବନ୍ଧୁଙ୍କ ସହଯୋଗରେ କେତେକ ସମସ୍ୟାର ସମାଧାନ ହେବ | ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ସଫଳ ହେବେ | ପାରିବାରିକ କ୍ଷେତ୍ରରେ ବୁଝାମଣା ଠିକ୍ ରହିବ | ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଯଶ ମିଳିବ | ସାମାଜିକ ପତିଆରା ଅମଳିନ ରହିବ | ଆୟ ଉପାର୍ଜନ ବୃଦ୍ଧି ହେବ | ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଲେ ବ୍ୟବସାୟରେ ଅଚାନକ ଧନପ୍ରାପ୍ତି ହେବ | ଦୂରଯାତ୍ରାରେ ସଫଳ ହେବେ | ପ୍ରତିକାର-ଘରୁ ବାହାରିବା ସମୟରେ ମୁହଁ ମିଠା କରି ବାହାରନ୍ତୁ |

ମକର–

ଜାଗା, ଜମି, ଗୃହପୋକରଣ କ୍ରୟ କରିବେ | ନୂତନକର୍ମପ୍ରାପ୍ତିର ସୁଯୋଗ ପାଇବେ | ବ୍ୟବସାୟରେ ଆଶାତୀତ ଲାଭ ମିଳିବ | ପରିବାରରେ ସୁସ୍ଥ ବାତାବରଣ ଜାରିରହିବ | ପରସ୍ପରକୁ ସାହାଯ୍ୟ ସହଯୋଗ କରି, ଗଠନମୂଳକ କାର୍ଯ୍ୟ ହାତକୁ ନେବେ | ଦୂରଯାତ୍ରାର ସୁଯୋଗ ପାଇବେ | ଆୟ ଉପାର୍ଜନରେ ବାଧା ନାହିଁ | ପ୍ରମୋଶନ ସୂଚନାପାଇ ଖୁସି ହେବେ | ବାଦ ବିବାଦ, ପରୀକ୍ଷା ପ୍ରତିଯୋଗିତା ସାକ୍ଷାତ୍କାରରେ ସଫଳହେବେ | ପ୍ରେମିକ ପ୍ରେମିକା ମାନେ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ଆନନ୍ଦ ଅନୁଭବ କରିବେ | ପ୍ରତିକାର-ପିତା ମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ |

କୁମ୍ଭ–

କାର୍ଯ୍ୟ କ୍ଷେତ୍ରରେ ସୁଖ-ଶାନ୍ତି ବୃଦ୍ଧି ହେବ ଓ ଉଚ୍ଚ ସମ୍ଭାବନାର ଆଶା ଆଶ୍ୱାସନା ଲାଭ କରି ମାନସିକ ଶାନ୍ତି ପାଇବେ | ସାମାଜିକ କାର୍ଯ୍ୟରେ ସଫଳତା ଓ ମାନସମ୍ମାନ ବୃଦ୍ଧି ହେବ | ଯାତ୍ରାରେ ଭୋଗ ବିଳାସ ଓ ଆନନ୍ଦମୟ ମୁହୂର୍ତ୍ତ କଟିବ | ବିଦ୍ୟାକ୍ଷେତ୍ରରେ ଶୁଭଯୋଗ ଓ ପ୍ରତିଯୋଗିତା ପରୀକ୍ଷା ରେ ସଫଳ ହେବେ | ଖାଦ୍ୟପେୟ ପ୍ରତି ସଜାଗ ନ ରହିଲେ ସ୍ୱାସ୍ଥ୍ୟ ହାନୀ ହେବ | ମହିଳାମାନେ ପିଲାଙ୍କ ସହ ଖୁସିଗପ କରିବାରେ ମଉକା ଜୁଟିବ | ପରିବାରର ମାମଲା ଘରୋଇ ସମସ୍ୟାର ସମାଧାନ ହେବ | ରାଜନୀତିରେ ଉଚ୍ଚପ୍ରଶଂସିତ ହେବେ | ପ୍ରତିକାର-ଭୋକିଲା ଲୋକକୁ ଖାଇବାକୁ ଦିଅନ୍ତୁ |

ମୀନ–

ବାଦ ବିବାଦ ପରୀକ୍ଷା, ପ୍ରତିଯୋଗିତା ଓ ମାଲିମକଦ୍ଦମାର ଅବସାନ ହେବ | ରାଜନୀତି କ୍ଷେତ୍ରରେ ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିବା ସମ୍ଭବ ହେବ | ଆୟକୁ ଚାହିଁ ବ୍ୟୟ କଲେ ଲୋକହସା ହେବେ ନାହିଁ | ନୂତନ କାର୍ଯ୍ୟ ଆରମ୍ଭ କରିବା ପୂର୍ବରୁ ହାତେ ମାପି ଚାଖଣ୍ଡେ ଚାଲିବା ଆବଶ୍ୟକ | ପାରିବାରିକ ସମସ୍ୟା ଗୁଡ଼ିକୁ ସମାଧାନ କରିବା ଉଚିତ୍‌ | ପୁରାତନ ରୋଗପ୍ରତି ସାବଧାନ ରହିଲେ ଭଲ | ଉଚ୍ଚପଦସ୍ଥ କର୍ମକର୍ତ୍ତାମାନଙ୍କର କର୍ମଉପରେ ନଜର ପଡ଼ିପାରେ | ଆକସ୍ମିକ ଧନହାନୀ ହେତୁ ମନରେ ଦୁଃଖ ପ୍ରକାଶ ହେବ | କୌଣସି ଅଶୁଭ ସମାଚାର ମଧ୍ୟ ଶୁଣିବାକୁ ମିଳିବ | ପ୍ରତିକାର-ବୃଦ୍ଧା ବୃଦ୍ଧଙ୍କର ସେବା କରନ୍ତୁ |