ଆଜିର ରାଶିଫଳ, 4 ନଭେମ୍ବର 2019 ସୋମବାର, ଏହି ୩ଟି ରାଶି ଉପରେ ମହାଦେବଙ୍କ କୃପା ଆରମ୍ଭ

୧-ମେଷ

ବିଦ୍ୟା କ୍ଷେତ୍ରରେ ମନ ଲାଗିବ । ବ୍ୟବସାୟୀମାନେ ସାଧୁ ଓ ସଚ୍ଚୋଟ ଭାବେ ସମ୍ମାନ ଓ ପ୍ରତିଷ୍ଠାର ଅଧିକାରୀ ହେବେ । ଅନେକ ଶୁଭ କର୍ମର ସୁଯୋଗ ପାଇବେ । ବ୍ୟବସାୟରେ ଇଚ୍ଛା ମୁତାବକ ଲାଭପାଇବେ । ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ବେଶ୍ ଆନନ୍ଦ ପାଇବେ । ଅଫିସରେ ଟେନସନ ଦୂର ବେବ । ରାଜନୀତି କ୍ଷେତ୍ରରେ ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ପାଇବ । ମହିଳାମାନେ ବିଭିନ୍ନ ପ୍ରକାର ସମସ୍ୟା ଭିତରେ ରହି କାର୍ଯ୍ୟ ହାସଲ କରିବେ । କଳେବଳେ ଅର୍ଥ ସଂଗ୍ରହ ଅଭିଯାନ କରି ସଫଳତା ପାଇବେ ।

୨-ବୃଷ

ସ୍ଵାସ୍ଥ୍ୟରେ ପରିବର୍ତ୍ତନ ଅନୁଭବ କରିବେ । ବ୍ୟାପାର ବାଣିଜ୍ୟ ଓ କାମ-କାର୍ଯ୍ୟର ସ୍ଥିତି ସନ୍ତୋଷ ଜନକ ହେବ । ପ୍ରପର୍ଟୀ ସମ୍ବନ୍ଧିୟ ମାମଲା ସତୃଙ୍କ ମଧ୍ୟସ୍ଥତା ଦ୍ଵାରା ଦୂର ହେବ । ଆବଶ୍ୟକୀୟ ନୂତନ ବସ୍ତୁ କ୍ରୟ କରିପାରିବେ । ରାଜନୀତିରେ ହିତୈଷିମାନେ ଅଧିକ ନିବିଡ ହେବା ସାଙ୍ଗକୁ ମର୍ଯ୍ୟଦାଜନକ ପରିସ୍ଥିତି ସୃଷ୍ଟି କରିବେ । ପରିବାରରେ ସମ୍ବନ୍ଧରେ ପ୍ରଗାଢତା ଆସିବ ଓ ଶାନ୍ତି ମିଳିବ । ସୁନ୍ଦର ଗୃହ, ଗାଡି, ବାଡି ବଗିଚାର ଯୋଜନା କରିବେ । ଦୂରଯାତ୍ରା କରିବା ଦ୍ଵାରା ବହୁତ ଲାଭ ମିଳିବ । କର୍ମକ୍ଷେତ୍ରରେ ପ୍ରତିଷ୍ଠା ଓ ଖ୍ୟାତି ମିଳିବ । ଆର୍ଥିକସ୍ଥିତିକୁ ସୁଧାରିପାରିବେ ।

୩-ମିଥୁନ

ବନ୍ଧୁଙ୍କ ସହଯୋଗରେ ଆଗକୁ ବଢିପାରିବେ । ନିଜର ଚତୁରତା ଓ ବିବେକ ହେତୁ ସମସ୍ତ ବିପରୀତ ପରିସ୍ଥିତିର ସାମ୍ନା କରିପାରିବେ । ବାଦବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ଅନେକ ପ୍ରକାର ଉଲ୍ଲେଖନୀୟ ପରିବର୍ତ୍ତନ ଦେଖାଦେବ । କାମ-କାର୍ଯ୍ୟର ସ୍ଥିତି ବହୁତ ସନ୍ତୋଷ ଜନକ ହେବ ଓ ସମସ୍ତ କ୍ଷେତ୍ରରେ ସଫଳତା ମିଳିବ । କୌଣସି ଜରୁରୀ କାର୍ଯ୍ୟ ପାଇଁ ଯାତ୍ରା କରିବାକୁ ପଡିବ । ପ୍ରେମ-ପ୍ରସଙ୍ଗରେ ମଧ୍ୟ ସଫଳତା ମିଳିବ । ସ୍ଵାସ୍ଥ୍ୟରେ ପରିବର୍ତ୍ତନ ଅନୁଭବ କରିବେ ।

୪-କର୍କଟ

କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ଆନନ୍ଦିତ ହେବେ । ବାଦବିବାଦ, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ଅର୍ଥଲାଭର ମାର୍ଗ ଖୋଲିଯିବ । ଶୁଭ ସମାଚାର ମିଳିବ । ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ସମ୍ବନ୍ଧରେ ସଫଳତା ମିଳିବ । ବ୍ୟବସାୟରେ ସଫଳତା ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ । ବନ୍ଧୁ ମିତ୍ରଙ୍କର ସହଯୋଗ ଓ ଆର୍ଥିକ ସହାୟତାରେ ପରିବାରର ପରିସ୍ଥିତି ସମାଧାନ କରିବେ । ମହିଳାମାନଙ୍କର କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ ଓ ସନ୍ତାନସୁଖ ମିଳିବ ।

୫-ସିଂହ

ପ୍ରେମ-ପ୍ରସଙ୍ଗରେ ସଫଳତା ମିଳିବ । ଋଣରୁ ମୁକ୍ତି ମିଳିବ । ନିର୍ମାଣମୂଳକ ଯୋଜନାରେ ଆଗେଇବେ । ଶତ୍ରୁବାଧା ଦୂରେଇ ଯିବ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ସଫଳ ହେବେ । ଅର୍ଥ ସମ୍ପର୍କିତ ଚୁକ୍ତିପତ୍ର କଲେ ଲାଭବାନ୍ ହେବେ । ରାଜନୀତି କ୍ଷେତ୍ରରେ ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ପାଇବ । ବ୍ୟବସାୟୀମାନେ ଗ୍ରାହକ ସେବାକୁ ଗ୍ରହଣ କରି ଉତ୍ତମ ଆୟର ପଥ ପରିଷ୍କାର କରିବେ । ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟଦା ବୃଦ୍ଧି ପାଇବ । ପରିବାରରେ ଅପ୍ରୀତିକର ପରିସ୍ଥିତି ଦୂରେଇ ଯିବ ଓ ମାନସିକ ଶାନ୍ତି ମିଳିବ ।

୬-କନ୍ୟା

ଯାତ୍ରାରେ ବିଶେଷ ଲାଭାନ୍ୱିତ ହେବେ । ବିଦ୍ୟା ଓ ଖେଳରେ ଉନ୍ନତି ହେବ । ରାଜନୀତି କ୍ଷେତ୍ରରେ ମିତ୍ର ଓ ଭାଇମାନଙ୍କୁ ସାହାଯ୍ୟ କରି ଆର୍ଥିକ ସମସ୍ୟାରେ ଚିନ୍ତିତ ହେବେ । ମହିଳାମାନଙ୍କର କାର୍ଯ୍ୟ ମଧ୍ୟମ ଧରଣର ହୋଇ ସଫଳତା ମିଳିବ କିନ୍ତୁ ସନ୍ତୁଷ୍ଟ ହେବେନାହିଁ । ସ୍ଵାସ୍ଥ୍ୟକ୍ଷେତ୍ରରେ ପରିବର୍ତ୍ତନ ଆସିବ । ଉତ୍ସାହ ଉଲ୍ଲାସରେ ସମୟ ଅତିବାହିତ କରିବେ । ଦାମ୍ପତ୍ୟଜୀବନ ସୁଖମୟ ହେବ । କାର୍ଯ୍ୟରେ ସ୍ଥିରତା ବଢ଼ିବ । ପରିଶ୍ରମ ଦ୍ୱାରା ଲାଭ ପାଇବେ । ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ । ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ ।

୭-ତୁଳା

ଆଶା କରିଥିବା କାର୍ଯ୍ୟଟି ପୂରଣ ହେବ । ଶୁଭ ସମାଚାର ପାଇ ଖୁସି ହେବେ । ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବ । ରାଜନୀତି କ୍ଷେତ୍ରରେ ମାନସମ୍ମାନ ଓ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ । ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ । ଚିତ୍ତପ୍ରସନ୍ନ ରହିବ ଓ କାର୍ଯ୍ୟ ସିଦ୍ଧି ହେବ । ଉଚ୍ଚ ଆଶାରେ ଆଗେଇବେ । ବ୍ୟବସାୟରେ ପ୍ରତିଦ୍ଵନ୍ଦିତା ଯୋଗେ ଆୟ ବଢିବ । କର୍ମକ୍ଷେତ୍ରରେ ଶ୍ରମ ସାର୍ଥକ ହେବ । ପାରିବାରିକ ଜୀବନ ସୁଖ ଶାନ୍ତିରେ କଟିବ । ଦୂରସ୍ଥାନକୁ ଯାତ୍ରା କରିବେ ।

୮-ବିଚ୍ଛା

ମହିଳାମାନେ ଅଧିକ ଭାଗ୍ୟବାଦିନୀ ହୋଇ ନିଜ ଗୋଡରେ ନିଜେ ଠିଆ ହେବାକୁ ସାହସ ବାନ୍ଧିବେ । ପୁଞ୍ଜିଲଗାଣ, ଉଦ୍ୟୋଗ, ଧନ ଆଦାନ ପ୍ରଦାନରେ ବିଶେଷ ଲାଭବାନ୍ ହେବେ । ବାଦବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ ବିଜୟୀହେବେ । ଶିଳ୍ପୀ, ସହିତ୍ୟିକ, ସଂଗୀତଜ୍ଞ, ଯାନ୍ତ୍ରିକ ମାନେ କ୍ଷାତି ଅର୍ଜନ କରିବେ । କର୍ମକ୍ଷେତ୍ରରେ ଉତ୍ସାହ ବୃଦ୍ଧି ଯୋଗେ ମାନସମ୍ମାନ ବଜାୟ ରହିବ ପଦୋନ୍ନତି ମଧ୍ୟ ପାଇପାରନ୍ତି । ସ୍ୱାସ୍ଥ୍ୟ ପ୍ରାୟ ଭଲ ରହିବ । ପାରିବାରିକ ଜୀବନରେ ପ୍ରୀତିଲାଭ, ବନ୍ଧୁମିଳନ, ଆନନ୍ଦ ଉତ୍ସାହ ବୃଦ୍ଧି ପାଇବ ।

୯-ଧନୁ

ବ୍ୟବସାୟର ସଫଳତା ଏବଂ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ । ବାଦବିବାଦ, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ ପ୍ରଶଂସିତ ହେବେ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସୁଫଳ ପାଇବେ । ପରିବହନ ବ୍ୟବସାୟିକ ସ୍ଥିତି ସୁଦୃଢ ହେବ । ପାରିବାରିକ କ୍ଷେତ୍ରକୁ ସରସ ସୁନ୍ଦର କରିବାର ପ୍ରଯତ୍ନ କରିବେ । କାର୍ଯ୍ୟକ୍ଷେତ୍ରରେ ସଫଳତା ପାଇବେ । ବରିଷ୍ଠ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ । ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ ଏବଂ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ ।

୧୦-ମକର

ପ୍ରବାସ ଓ ଯାତ୍ରାରେ ଲାଭବାନ ହେବେ । ବରିଷ୍ଠ ବ୍ୟକ୍ତି ଉଚ୍ଚାଧିକାରୀଙ୍କ ସହ ସମ୍ବନ୍ଧ ଦୃଢୀଭୁତ ହେବ । ମାଲିମୋକଦ୍ଦମାରେ ସମ୍ମାନ ଓ ପ୍ରତିଷ୍ଠା ଅତୁଟ ରହିବ । ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରି ପାରିବେ । ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବ । ବାଣିଜ୍ୟ କ୍ଷେତ୍ରରେ ଉଚ୍ଚ କର୍ମକର୍ତ୍ତାଙ୍କ ସୁଦୃଷ୍ଟି ପ୍ରାପ୍ତି ହେବ ଓ ସାହାଯ୍ୟ ସହଯୋଗ ମିଳିବ । ସହକର୍ମୀମାନଙ୍କର ସମର୍ଥନ ଏବଂ ଅଧସ୍ତନଙ୍କର ସହଯୋଗ ଯୋଗୁଁ କର୍ମକ୍ଷେତ୍ରରେ ସମ୍ମାନ ବୃଦ୍ଧି ଏବଂ ସୁନାମ ଅର୍ଜନ କରିବେ । ଆକସ୍ମିକ ଧନ ପ୍ରାପ୍ତି ହେବ ।

୧୧-କୁମ୍ଭ

ଆମୋଦ ପ୍ରମୋଦ, କ୍ରିଡା, ମନୋରଞ୍ଜନ, ନୃତ୍ୟ ଗୀତ, କଳା ସଙ୍ଗୀତ, ଭୋଜିଭାତ, ମଉଜ ମଜିଲିସ୍, ଆଡମ୍ବରରେ ଉତ୍ସାହିତ ହେବେ । ପ୍ରତି ଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହୋଇ କର୍ମ ନିଯୁକ୍ତି କ୍ଷେତ୍ରରେ ଆନନ୍ଦିତ ହେବେ । ସାମ୍ବାଦିକତାରୁ ଲାଭ ଓ ଶୁଭ ସମାଚାର ମିଳିବ । ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ ଏବଂ ସାହିତ୍ୟ, କଳା କ୍ଷେତ୍ରରେ ମଧ୍ୟ ଆକର୍ଷିତ ହେବେ । ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନ ବୃଦ୍ଧି ହେବ । ବ୍ୟବସାୟରେ ଉନ୍ନତି, ଆର୍ଥିକ ସ୍ଥିତିରେ ବୃଦ୍ଧି, ଲାଭ ପ୍ରାପ୍ତି ହେବା ସହ ଆୟବୃଦ୍ଧି ଯୋଗେ ଆନନ୍ଦିତ ହେବେ ।

୧୨-ମୀନ

ଉଚ୍ଚଶିକ୍ଷା ଅଧ୍ୟୟନ ପାଇଁ ବିଦେଶ ଯାତ୍ରା କରି ପାରିବେ । ବନ୍ଧୁ ମିତ୍ର ଓ ସହକର୍ମୀଙ୍କ ଠାରୁ ଆଶାତୀତ ସହଯୋଗ ମିଳିବ । ବ୍ୟବସାୟ ବଢାଇବାରେ ସମର୍ଥ ହେବେ । ଦୀର୍ଘ ସମୟରୁ ପ୍ରତୀକ୍ଷିତ ଖବର ପାଇ ଖୁସି ହେବେ । କିଛି ନୂତନ କର୍ମ ଆରମ୍ଭ କରିବା ପାଇଁ ସମ୍ପର୍କୀୟଙ୍କ ସହ ଆଲୋଚନା କରି ପ୍ରଶଂସା ପାଇବେ । ବେତନ ବୃଦ୍ଧି, ଇଚ୍ଛିତ ସ୍ଥାନକୁ ସ୍ଥାନାନ୍ତରଣ, ଅଟକି ଥିବା ଅର୍ଥ ମିଳିଯିବ । ପୈତୃକ ସମ୍ପତ୍ତି ନେଇ ବିବାଦର ସମାଧାନ ହେବ । ଆତ୍ମୀୟ ମିତ୍ରଙ୍କ ସାହାଯ୍ୟରେ ବନ୍ଦ ଥିବା କାର୍ଯ୍ୟ ପୂରଣ ହେବ । ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବ ।