ଆଜିର ରାଶିଫଳ 5 ଅଗଷ୍ଟ 2019, ସୋମବାର, ମହାଦେବ ଏହି ୪ଟି ରାଶିର ସବୁ ମନୋକାମନା ପୂର୍ଣ କରିବେ

ମେଷ:-

କିଛି ନୂତନ କର୍ମ ଆରମ୍ଭ କଲେ ପ୍ରିୟ ଲୋକମାନଙ୍କ ସହିତ ସମ୍ପର୍କ ସ୍ଥାପନ ହେବ ଓ ସାହାଯ୍ୟ ସହଯୋଗ ମିଳିବ । ଅଧିକ ପରିଶ୍ରମ କରି ବହୁତ ଦିନରୁ ଲାଗିଥିବା ଚିନ୍ତା ଓ ବିବାଦରୁ ମୁକ୍ତି ମିଳିବ । ଆତ୍ମବିଶ୍ଵାସ ବୃଦ୍ଧି ପାଇବ । ଆବଶ୍ୟକ ଅର୍ଥ ଲାଭ ହେବା ସହ କୀର୍ତ୍ତୀ ଓ ମାନ-ପ୍ରତିଷ୍ଠାରେ ବୃଦ୍ଧି ହେବ । ନୂଆ ନିଯୁକ୍ତି ପ୍ରାପ୍ତି ହେବାର ସମ୍ଭାବନା ଅଛି । ବନ୍ଧୁଙ୍କ ଆଗମନ ହେବା ଫଳରେ ସମୟ ଗୁଡିକ ହସ ଖୁସିରେ ବିତିବ । ଆୟକୁ ବଢାଇବା ପାଇଁ ବହୁତ ପ୍ରୟାସ କରିବେ । ଯାତ୍ରାରେ ସଫଳ ହେବେ । ମିତ୍ରଙ୍କ ଦ୍ଵାରା ସହାୟତା ମିଳିବ । ସ୍ଵାସ୍ଥ୍ୟରେ ଉନ୍ନତି ହେବ ।  ପ୍ରତିକାର:- ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।

ବୃଷ:-

ଛାତ୍ରଛାତ୍ରୀମାନଙ୍କର ସୁଖ୍ୟାତି ଲାଭ ହେବ ମାତ୍ର ତତ୍ପର ହେବା ଆବଶ୍ୟକ । ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବ । ମାନସିକ ଶାନ୍ତି ଅନୁଭବ କରିବେ । କଳକାରଖାନା ବା ଯନ୍ତ୍ରପାତି ବ୍ୟବସାୟରେ ପ୍ରବଳ ଲାଭ ହେବ । ପରିବହନ ଓ ପାର୍ଟନରସିପ ବ୍ୟବସାୟରେ ଲାଭ ଅପରି ବର୍ତିତ ରହିବ । ଚାକିରି କ୍ଷେତ୍ରରେ ପଦୋନ୍ନତିର ସୂଚନା ପାଇବେ । ପାରିବାରିକ ପତିଆରା ଭଲ ରହିବ । ମହିଳାମାନେ ଉତ୍ତମ ବୁଝାମୁଣାରେ ଗତିକରି ଅଦୃତି ଓ ଶ୍ରଦ୍ଧାର ଅଧିକାରିଣୀ ହେବେ । ରାଜନୀତି କ୍ଷେତ୍ରରେ ବାଧା ବନ୍ଧନ ନମାନି  ଆଗେଇ ଯିବାର ସୁଯୋଗ ପାଇବେ ।  ପ୍ରତିକାର- ଅସହାୟକୁ ନିରାଶ କରିବେ ନାହିଁ ।

ମିଥୁନ:-

ରପ୍ତାନି ବାଣିଜ୍ୟରୁ ଯଥେଷ୍ଟ ଲାଭ ମିଳିବ । ପ୍ରତିଦ୍ବନ୍ଦିତାରେ ବିଜୟୀ ହୋଇ ପଦ ପଦବୀରେ ଅଧିଷ୍ଠିତ ହେବେ ।    ସତ୍ୟବାଦୀ, ଶାନ୍ତିପ୍ରିୟ, ଧୈର୍ଯ୍ୟଶିଳ, ଭଦ୍ରବ୍ୟକ୍ତି ଭାବେ ପ୍ରଶଂସା ପାଇବେ । ପାରିବାରିକ କ୍ଷେତ୍ରରେ ଆତ୍ମବିଶ୍ଵାସ ଓ ଦୃଢତା ଯୋଗେ ସମ୍ମାନର ଆଧିକାରିହେବେ । ଯଥେଷ୍ଟ ଆର୍ଥିକ ଉନ୍ନତି ଘଟିବ ଓ କର୍ମକ୍ଷେତ୍ରରେ ଶୁଭ ଫଳ ପାଇବେ । ମହିଳାମାନଙ୍କ ଚାକିରିରେ ପଦୋନ୍ନତିସହ ଆର୍ଥଲାଭ ହେବ । ସରକାରୀ କାର୍ଯ୍ୟରେ ସଫଳତା ପ୍ରାପ୍ତ ହେବ । ବହୁତ ଭଲ ପାଉଥିବା ଲୋକ ଓ ଶୁଭଚିନ୍ତକ ଲୋକମାନେ ସାହାଯ୍ୟ କରିବେ ।  ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

କର୍କଟ:-

ମାତା-ପିତା ଓ ଗୁରୁଜନଙ୍କ ଆଶୀର୍ବାଦ ପ୍ରାପ୍ତ ହେବ । ପିକନିକ୍, ପାର୍ଟି ଆଦିର ପୋଗ୍ରାମ୍ କରିବେ । ବ୍ୟବସାୟ କ୍ଷେତ୍ରରେ ପ୍ରଚୁର ପରିମାଣରେ ଆମଦାନୀ ରପ୍ତାନି କରି ଆନନ୍ଦ ଉଲ୍ଲାସରେ ଦିନଟି ବିତାଇବେ । ଧର୍ମାତ୍ମା, ଦେବତା, ସାଧୁସନ୍ଥଙ୍କସେବା ଓ ପରୋପକାର କର୍ମରେ ନିଜକୁ ନିଯୋଜିତ କରିବେ । ଉନ୍ନତି କରିବା ପାଇଁ ସମୟ ଅନୁକୂଳ ହେଲେ ମଧ୍ୟ କାର୍ଯ୍ୟ ପୁରଣରେ ବିଳମ୍ବ ହେବ । ସତର୍କତା ଅବଲମ୍ବନ ନକଲେ ମିଥ୍ୟା ଅପବାଦରେ ନିନ୍ଦିତ ହେବେ । କୋର୍ଟ କଚେରୀ ମାମଲାରେ ହାତେମାପି ଚାଖଣ୍ଡେ ଚାଲିବା ବିଧେୟ ।  ପ୍ରତିକାର- ମୁହଁ ମିଠାକରି ଘରୁ ବାହାରନ୍ତୁ ।

ସିଂହ:-

ଭାଇ ବନ୍ଧୁମାନେ କର୍ମକ୍ଷେତ୍ରରେ ସାହାଯ୍ୟ ସହଯୋଗ କରିବେ । ଚେଷ୍ଟା କଲେ କାହାକୁ ଦେଇଥିବା ଧନ ମିଳିଯିବ । ଶତୃ ମାନେ ଦୂରେଇ ଯିବେ । ନିଜର ଦକ୍ଷତା ଲୋକମାନଙ୍କୁ ପ୍ରଭାବିତ କରିବ । ପରିବାରର ସଦସ୍ୟଙ୍କ ସମ୍ବନ୍ଧ ଦୃଢ ହେବ । ପିଲା ମାନଙ୍କ ପାଠପଢା ନେଇ ଚିନ୍ତା ଦୂରେଇ ଯିବ । ମାଲିମୋକଦ୍ଦମାରେ ସଫଳତା ମିଳିବ । ଅପେକ୍ଷା କରିଥିବା କାମର ଶୁଭସୂଚନା ମିଳିବ । ଅତିରିକ୍ତ ଆୟର ଦରକାର ଅନୁଭବ ହେବ । ବାକିଥିବା କାର୍ଯ୍ୟ ସଫଳତା ପୂର୍ବକ ସମ୍ପନ୍ନ ହେବାରୁ ସନ୍ତୁଷ୍ଟି ମିଳିବ । ରାଜନୀତି କ୍ଷେତ୍ରରେ ଶୁଭ ସମ୍ବାଦ ପାଇ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ ।  ପ୍ରତିକାର- ଅସହାୟକୁ ନିରାଶ କରିବେ ନାହିଁ ।

କନ୍ୟା:-

ମନକଥା ମନରେ ରଖି ବନ୍ଧୁଙ୍କ ସହ ମିଶିଲେ ଭଲ ହେବ । କର୍ମକ୍ଷେତ୍ରରେ ଯେତିକି ପାଇବା କଥା ସେତିକି ହିଁ ପାଇବେ । ବାଣିଜ୍ୟ, ବ୍ୟବସାୟ, କଳା, ସାହିତ୍ୟ ଓ ସଭାସମିତିରେ ସଫଳତା ହାସଲ କରିବେ । କିଛି ଏମିତି ଲୋକଙ୍କ ସହିତ ମିଳନ ହେବ ଯେ ସେମାନେ ବିକାଶ ଧାରାରେ ସାମିଲ ହେବେ । ଗୃହରେ ଶୁଭ କାର୍ଯ୍ୟର ସମାଧାନ ହୋଇପାରେ ।  ସନ୍ତାନ ଓ ପରିବାରରେ ସମୟ ବିତେଇବେ । ବନ୍ଧୁମାନେ ସାହାଯ୍ୟ ସହଯୋଗ କରିବେ । ସମସ୍ତ ସମସ୍ୟାର ସମାଧାନ କରି ସତ୍ୟର ସାମ୍ନା କରିବାକୁ ପଡିବ । ଜ୍ୟୋତିଷ, ତନ୍ତ୍ର-ମନ୍ତ୍ର, ଧାର୍ମିକସାହିତ୍ୟ ପଢିବା ପାଇଁ ରୁଚି ବୃଦ୍ଧି ହେବ ।  ପ୍ରତିକାର– ଷଣ୍ଢକୁ ଖାଇବାକୁ ଦିଅନ୍ତୁ ।

ତୁଳା:-

ବ୍ୟବସାୟ ପାଇଁ ଦୂରଯାତ୍ରା କରି ମନ ଖୁସି ରହିବ । ଧାର୍ମିକ ଅନୁଷ୍ଠାନ କାମରେ ପ୍ରଶଂସା ମିଳିବ । ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବାରୁ ମନ ଭଲ ରହିବ । ଅର୍ଥ ସଂଗ୍ରହ ଅଭିଯାନ କରି ସଫଳତା ପାଇବେ । ସମାନ ବିଚାରଧାରା ଲୋକଙ୍କ ଦରକାର ଅନୁଭବ ହେବ । ଉଦାସୀନତା ଓ ନକରାତ୍ମକ ପ୍ରବୃତ୍ତିକୁ ଛାଡିବା ପାଇଁ ପ୍ରୟାସ କରିବେ । ସାମାଜିକ ସ୍ତରରେ ସମ୍ମାନ ଲାଭ କରିବେ । ପରିବହନରେ ବିଶେଷ ଲାଭବାନ ହେବେ । ପିଲାମାନଙ୍କ ପାଠପଢା ନେଇ ମନ ଆନନ୍ଦିତ ହେବ । ପ୍ରେମପ୍ରସଙ୍ଗରେ କୌଣସି ବନ୍ଧୁଙ୍କ ସାହାଯ୍ୟ ଦ୍ଵାରା ଉନ୍ନତି କରିବେ ।  ପ୍ରତିକାର- ମୁହଁ ମିଠାକରି ଘରୁ ବାହାରନ୍ତୁ ।

ବିଚ୍ଛା:-

କର୍ମକ୍ଷେତ୍ରରେ ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ଅସୁବିଧା ହେବ ନାହିଁ ଓ ଶୁଭ ସୂଚନା ମଧ୍ୟ ପାଇବେ । ସନ୍ତାନ ସନ୍ତତିଙ୍କ ଦିଗରୁ ଶୁଭ ସମ୍ବାଦପାଇ ଖୁସିହେବେ । କଳା, ସାହିତ୍ୟ, କ୍ରିଡା, ଚଳଚିତ୍ର, ଶିଳ୍ପ, ବାଣିଜ୍ୟ ଓ ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ମନରେ ଭୟଆଶଙ୍କା, ଶାରୀରିକ ଅସୁସ୍ଥତା ଦୂରେଇଯିବ । ପାରିବାରିକ କ୍ଷେତ୍ରରେ ଶାନ୍ତିର ବାତାବରଣ ଦେଖାଦେବ । ପ୍ରତେକ କ୍ଷେତ୍ରରେ ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ । ମହିଳାମାନଙ୍କର କର୍ମକ୍ଷେତ୍ରରେ ପଦୋନ୍ନତି ଓ ବନ୍ଧୁ ଲାଭହୋଇପାରେ ।  ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ଧନୁ:-

ଶୁଭକାମ କରି ପ୍ରଶଂସିତ ହେବେ । ବ୍ୟବସାୟରେ ସଫଳତା ପୂର୍ବକ ସମସ୍ୟାର ସମାଧାନ ହେବ । ମାଲିମୋକଦ୍ଦମାରେ ସଫଳତା ମିଳିବ । ସେୟାର ବଜାରରେ ମୁନାଫା ମିଳିବ ଓ ପୁରୁଣା ନିବେଶ ଲାଭ ଦେବ । ପ୍ରପର୍ଟୀ ସମ୍ବନ୍ଧିୟ ମାମଲା କାହାର ମଧ୍ୟସ୍ଥତା ଦ୍ଵାରା ଦୂର ହେବ । ବନ୍ଧୁ ମିତ୍ରଙ୍କ ଆଗମନ ହେବ । ବାଦବିବାଦ, ପରୀକ୍ଷା, ପ୍ରତିଯୋଗୀତା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ପଡାପଡୋଶୀ ବନ୍ଧୁ ମିତ୍ରଙ୍କ ବ୍ୟବହାରରେ ମନ ଶାନ୍ତ ହେବ । କୌଣସି ଗୁରୁତ୍ୱପୂର୍ଣ୍ଣ ନିସ୍ପତି ନେଇ ପାରନ୍ତି । ସନ୍ତାନମାନଙ୍କ ଉନ୍ନତି ପାଇଁ ଖୁସି ରହିବେ ।  ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ମକର:-

ହାତକୁ ନେଇଥିବା କାର୍ଯ୍ୟପାଇଁ କଠିନ ପରିଶ୍ରମ କରିବେ । ଦାମ୍ପତ୍ୟ କଳହ ମେଣ୍ଟିଯାଇ ପାରିବାରିକ କ୍ଷେତ୍ରରେ ଶାନ୍ତି ପାଇବେ । ପ୍ରତିଦ୍ଵନ୍ଦିତାରେ ସଫଳ, ବିଦ୍ୟାକ୍ଷେତ୍ରରେ ଶୁଭଯୋଗ, ରାଜନୀତିରେ ଉଚ୍ଚପ୍ରଶଂସିତ ହେବେ । ସାହିତ୍ୟଚର୍ଚ୍ଚା, ସଭାସମିତିରେ ସଫଳତା ମିଳିବ । କର୍ମକ୍ଷେତ୍ରରେ ସହଯୋଗ ପାଇ ମନ ଖୁସୀ ରହିବ । ବ୍ୟବସାୟୀମାନେ ପ୍ରଚୁର ଲାଭ ପାଇବେ । ଦୂରସ୍ଥାନକୁ ଯାତ୍ରା କଲେ ଶାରୀରିକ ଅସୁସ୍ଥତା ଅନୁଭବ କରିବେ । ତରବାରିଆ ହିସାବରେ କୌଣସି କାର୍ଯ୍ୟ ନକରି ସବୁଆଡକୁ ନଜର ଦେଇ କାମ କରିବା ଉଚିତ୍ ।  ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

କୁମ୍ଭ:-

ବ୍ୟବସାୟରେ ଲାଭ ପାଇ ମନର ଅଶାନ୍ତି ଦୂରହେବ । ଅଚାନକ ଭାବରେ କୌଣସି ସୁସମ୍ବାଦ ଶୁଣିବେ । ବିଦ୍ୟାର୍ଥୀମାନେ ଅପେକ୍ଷା କରିଥିବା କାର୍ଯ୍ୟଟି ପୂରଣ କରିବା ପାଇଁ ସକ୍ଷମ ହେବେ । ମନ ଓ ଶରୀର ଭଲ ରହିବ । କୃଷି ଓ ବାଣିଜ୍ୟରେ ବ୍ୟୟ ଅପେକ୍ଷା ଆୟ ଅଧିକ ହେବ । ବିଦେଶ ଯାତ୍ରାରେ ସଫଳ ହେବେ । ବନ୍ଧୁମାନଙ୍କ ସାହାଯ୍ୟ ପାଇ ପାରିବାରିକ ତିକ୍ତତାର ସମାପ୍ତି ହେବ । ବିଦ୍ୟା କ୍ଷେତ୍ରରେ ଯଶ ପ୍ରାପ୍ତି ହେବ । ପ୍ରତିଯୋଗୀତା ପରୀକ୍ଷାରେ ଆଶାତୀତ ନମ୍ବର ରଖି ପ୍ରଶଂସିତ ହେବେ । ସନ୍ତାନ ସନ୍ତତିଙ୍କ ତରଫରୁ ଆଶାବାଦୀ ହେବେ ।  ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

ମୀନ:-

ଜଗାଜମି, ଗୃହ ଉପକରଣ କ୍ରୟ କରିବେ । କର୍ମ କ୍ଷେତ୍ରରେ ଉଚ୍ଚ କର୍ମକର୍ତ୍ତାଙ୍କ ସୁଦୃଷ୍ଟି ପ୍ରାପ୍ତି ହେବା ଯୋଗେ ନାନାବିଧ ସୁଯୋଗ ଓ ଶୁଭଫଳ ପ୍ରାପ୍ତି ହେବ । ବନ୍ଧୁ ମିତ୍ରମାନଙ୍କର ଓ ବରିଷ୍ଠ କର୍ମୀଙ୍କ ପ୍ରିୟପାତ୍ର ହେବେ । କେତେକ କ୍ଷେତ୍ରରେ ଉଚ୍ଚାକାଂକ୍ଷ । ପୂର୍ତ୍ତି ନିମନ୍ତେ କଠିନ ପରିଶ୍ରମ କରିବାକୁ ପଡିବ । ଆଇନ ଅଦାଲତ ଓ ପାରିବାରିକ କ୍ଷେତ୍ରରେ ରହିଥିବା ସମସ୍ୟା ସମାଧାନ ହୋଇଯିବ । ବ୍ୟବସାୟୀମାନଙ୍କର ଲାଭ ଅଧିକ ହେବା ଫଳରେ ମନ ଖୁସି ରହିବ । ରାଜନୀତିରେ ଫାଇଦା ଉଠାଇବାକୁ ଚେଷ୍ଟାକରି ସଫଳ ହେବେ । ପଢାପଢିରେ ମାନସିକ ଶାନ୍ତି ମିଳିବ ।  ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।