ଆଜିର ରାଶିଫଳ, 5 ଏପ୍ରିଲ 2020, ରବିବାର, ଶନି ମଙ୍ଗଳ ହେଲେ ଏକାଠି ଏହି ୪ ରାଶିର ସବୁ କାମ ହେଇଯିବ

୧-ମେଷ

ବ୍ୟବସାୟ କ୍ଷେତ୍ରରେ ତୈଳବୀଜ ଓ ରବି ଫସଲ ବ୍ୟବସାୟରେ ବେଶ୍ ଲାଭବାନ ହେବେ । ଲୁହା, କାଠ, କୋଇଲା, କଳକବ୍ଜା, ବ୍ୟବସାୟରୁ, କଣ୍ଟ୍ରାକ୍ଟରୀରୁ ଯଥେଷ୍ଟ ଲାଭ ଉଠାଇବେ । ରାଜନୀତିରେ ଲୋକସମର୍ଥନ ପ୍ରଚୁର ମିଳିବାଫଳରେ ପ୍ରଶଂସିତ ହେବେ । ପାରିବାରିକ ସ୍ତରରେ ଶାନ୍ତି ଶୃଙ୍ଖଳା ସହ ଦାମ୍ପତ୍ୟ ଜୀବନରେ ଚିତ୍ତପ୍ରସନ୍ନ ଓ କାର୍ଯ୍ୟ ସିଦ୍ଧି ହେବ । ପରିଶ୍ରମ ଓ ମେହନତର ପରିଣାମ ମିଳିବ । ଆୟ ବ୍ୟୟରେ ତାଳମେଳ ରହିବ ନାହିଁ ।

୨-ବୃଷ

ପତ୍ନୀଙ୍କ ସହଯୋଗରେ ଆର୍ଥିକ ଲାଭ ହେବ । ପରିବାର ବା କୌଣସି ବନ୍ଧୁଙ୍କ ଦ୍ଵାରା ଶୁଭ ସମାଚାର ଶୁଣିବେ । କମିଶନ ସମ୍ବନ୍ଧିତ କାର୍ଯ୍ୟରେ ପ୍ରଚୁର ଲାଭ ମିଳିବ । ଶତ୍ରୁ ବା ବିରୋଧୀ କିଛି କ୍ଷତି କରିପାରିବେ ନାହିଁ । ନାନା ବାଟରେ ଧନାଗମ ଘଟିବ । ପାରିବାରିକ ଜୀବନରେ ଆବଶ୍ୟକସ୍ଥଳେ ଛଳନାର ଆଶ୍ରୟ ନେଇ ନିଜର ବ୍ୟକ୍ତିତ୍ୱ ଅକ୍ଷୁର୍ଣ୍ଣ ରଖିବେ । ମହିଳାମାନେ ଗୃହସମସ୍ୟାକୁ ସମାଧାନ କରି ଧନ ସମ୍ପତିକୁ ଆୟତ୍ତ କରିପାରିବେ । ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ ।

୩-ମିଥୁନ

ବ୍ୟବସାୟୀମାନେ ସ୍ଥଳବିଶେଷରେ ବିନା ପରିଶ୍ରମରେ ଅଧିକ ଲାଭବାନ ହେବେ । କର୍ମ କ୍ଷେତ୍ରରେ ବ୍ୟବସ୍ଥିତତା ହେତୁ ଶାନ୍ତି ଉପୁଜିବ । ପାରିବାରିକ ଜୀବନରେ ସ୍ୱାସ୍ଥ୍ୟ ଭଲ ରହିବ । ମହିଳାମାନେ ସମାଜ ସେବା ଓ ରାଜନୀତିରେ ସ୍ଵନାମ ଅର୍ଜନ କରିପାରିବେ । ସନ୍ତାନ ସନ୍ତତିଙ୍କ ତରଫରୁ ଆଶାବାଦୀ ହେବେ । ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ । କିଛି କାରଣ ନଥାଇ ବଦନାମ୍ ବା ମିଛ କେଶ୍ ରେ ଫଶିଯିବେ ।

୪-କର୍କଟ

ନୂଆଲକ୍ଷ ପୂରଣ କରିବା ପାଇଁ ସମୟ ନିର୍ଦ୍ଧାରିତ କରିବେ । ନୂତନ ବନ୍ଧୁ ମିତ୍ରଙ୍କ ମିଳନ ହେବ । ପ୍ରେମ-ପ୍ରସଙ୍ଗରେ ମଧ୍ୟ ସଫଳତା ମିଳିବ । ଅଧା-ଅଧୁରାଥିବା କାର୍ଯ୍ୟ ପୂରଣ ହୋଇଯିବ । ନିଜର ଚତୁରତା ଓ ବିବେକ ହେତୁ ସମସ୍ତ ବିପରୀତ ପରିସ୍ଥିତିର ସାମ୍ନା କରିପାରିବେ । ଅଧ୍ୟୟନ-ଅଧ୍ୟାପନ କାର୍ଯ୍ୟରେ ବ୍ୟସ୍ତ ରହିବେ । ମାନ-ପ୍ରତିଷ୍ଠା ବଢିବ । ମହିଳାମାମାନେ ସମାଜ ସେବା ଓ ରାଜନୀତିରେ ସ୍ଵନାମ ଅର୍ଜନ କରିପାରିବେ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ ।

୫-ସିଂହ

ବ୍ୟବସାୟ କ୍ଷେତ୍ରରେ ଭିନ୍ନ ରାସ୍ତାରେ ଆୟବୃଦ୍ଧିର ଯୋଜନା କରିବେ । ଆର୍ଥିକସ୍ଥିତି ସୁଧୁରିବା ସହ ଯଥେଷ୍ଟ ଆର୍ଥିକ ଉନ୍ନତି ଘଟିବ । ମହିଳାମାନେ ସନ୍ତାନବତ୍ସଳା, ସ୍ନେହମମତାପୂର୍ଣ୍ଣା ଓ ପତିପ୍ରିୟା ହେବେ । ଦାମ୍ପତ୍ୟ କଳହ ମେଣ୍ଟିଯାଇ ପାରିବାରିକ କ୍ଷେତ୍ରରେ ଶାନ୍ତି ପାଇବେ । ରାଜନୀତି କ୍ଷେତ୍ରରେ ଏକବୁଝା ପ୍ରକୃତି ନିମନ୍ତେ ଆପଣା ଲୋକଙ୍କୁ ଉପେକ୍ଷା କରି ନିଜେ ଅବାଞ୍ଛିତ ହୋଇ ପଡିବେ । କର୍ମ ବ୍ୟସ୍ତତାକୁ ନେଇ ଭ୍ରମଣ କରିବାକୁ ପଡିବ । ପ୍ରତେକ କ୍ଷେତ୍ରରେ ମାନସିକସ୍ଥିତି ସୁଦୃଢ ରହିବ ।

୬-କନ୍ୟା

ବ୍ୟବସାୟ କ୍ଷେତ୍ରରେ ଯଶମାନ ପ୍ରତିଷ୍ଠା ମିଳିବ । ଧର୍ମ-କର୍ମରେ ରୁଚି ବୃଦ୍ଧି ହେବ । କୌଣସି ଶୁଭକାର୍ଯ୍ୟ କରିବାକୁ ଆୟୋଜନ ମଧ୍ୟ କରିବେ । ପାରିବାରିକ ଜୀବନ ସୁଖରେ କାଟିବେ । ନୂତନ ଦ୍ରବ୍ୟ କ୍ରୟ କରିବେ । ମହିଳାମାନେ ନିଜର ଇଛା ପୂରଣ ପାଇଁ କୌଣସି କର୍ମକରି ପ୍ରଶଂସା ପାଇବେ । ଶତୃମାନେ ଦୂରେଇ ଯିବେ । କମିଶନ କାର୍ଯ୍ୟରେ ଲାଭ ହେବାର ସମ୍ଭାବନା ଅଛି । ଅର୍ଥକୁ ଭଗବାନ ଜ୍ଞାନ କରି ବିବାଦମାନ ପରିସ୍ଥିତିର ବି ସମ୍ମୁଖୀନ ହେବାକୁ ପଡିପାରେ ।

୭-ତୁଳା

ବ୍ୟବସାୟ କ୍ଷେତ୍ରରେ ଯେତେ ଅଧିକ ପରିଶ୍ରମ କରିବ ସେତେ ଅଧିକ ଲାଭ ହେବ । କୌଣସି ନୂତନ ବ୍ୟକ୍ତିଙ୍କ ସହିତ ଭେଟ ହେବାଫଳରେ ସୁଖ ସମୃଦ୍ଧି ବୃଦ୍ଧି ହେବ । ପାରିବାରିକ କ୍ଷେତ୍ରରେ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ । ସନ୍ତାନ ସନ୍ତତି ମାନଙ୍କରଶୁଭ ଖବର ପାଇ ଖୁସିହେବେ । ରାଜନୀତି କ୍ଷେତ୍ରରେ ନିଜର ପ୍ରତିଷ୍ଠା ଓ ସୁନାମ ବଢିବା ସହ ଆୟ ମଧ୍ୟ ଉତ୍ତମ ହେବ । ମହିଳାମାନଙ୍କର ପାରିବାରିକ ସ୍ତରରେ କିଛି କୁହୁଳା ଅଶାନ୍ତି ଦୂରେଇ ଯିବ ।

୮-ବିଚ୍ଛା

ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ । ଆନ୍ତରିକ ଉତ୍ସାହ ବୃଦ୍ଧିହେବା ଫଳରେ ମହିଳାମାନେ ବ୍ୟବସାୟକ୍ଷେତ୍ରର ସମସ୍ୟାକୁ ସମାଧାନ କରି ମାନସମ୍ମାନ ପାଇବେ । ବହୁତ ଦିନରୁ ଯେଉଁ କାମ ପାଇଁ ଚିନ୍ତା କରୁଥିଲେ ତାହା ଆଜି ଅଳ୍ପ ପ୍ରୟାସରେ ପୂର୍ଣ ହୋଇଯିବ । ନୂଆଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ । ଯଦି କୌଣସି ନୂତନ ଯୋଜନାର କ୍ରିୟାନ୍ୱିତ କରିବାକୁ ଚାହୁଁଥାନ୍ତି, ତା’ ହେଲେ ଆଗେଇ ନବା ଉଚିତ୍ ।

୯-ଧନୁ

ନୂଆଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ । ସନ୍ତାନଙ୍କର କୌଣସି ମହତ୍ଵପୂର୍ଣ୍ଣ କାମ ସମ୍ପର୍ଣ୍ଣକରି ଆନନ୍ଦିତ ହେବେ । ସମ୍ପତ୍ତି ସମ୍ବନ୍ଧିୟ ମାମଲାରେ ବିଜୟ ହେବ । ଗୁରୁଜନ ଓ ବୃଦ୍ଧଜନଙ୍କ ସେବା କରି ଅନେକ ଆଶୀର୍ବାଦ ପାଇବେ । ପାରିବାରିକ କ୍ଷେତ୍ରରେ ଅସନ୍ତୋଷ, କ୍ଷୋଭ ଓ ଅବଶୋଷ ଦୂରେଇ ଯିବ । ବ୍ୟାପାର ଓ କାରବାରରେ ସୁଧାର ଆସିବ । ଟଙ୍କାର ଆବଶ୍ୟକତା ପୂରଣ ହେବ । ନିଜର ପ୍ରଭାବ ଓ ପରାକ୍ରମ ବୃଦ୍ଧି ପାଇବ ।

୧୦-ମକର

ଅସହାୟ ମାନଙ୍କୁ ସାହାଯ୍ୟ କରିବାଦ୍ଵାରା ସାଧାରଣ ଲୋକମାନେ ସମ୍ମାନ ଦେବେ । ଧର୍ମ-କର୍ମରେ ରୁଚି ରହିବ ଓ କୌଣସି ଆଧ୍ୟାତ୍ମିକ କାର୍ଯ୍ୟର ଆୟୋଜନ ମଧ୍ୟ କରେଇବେ । ମହିଳାମାନଙ୍କର ପରୋପକାର ଓ ସମାଜସେବା କାର୍ଯ୍ୟରେ ରୁଚି ବୃଦ୍ଧିହେବ । ବ୍ୟୟ ଭରଣା କରି ଯଥେଷ୍ଟ ବଳକା ଲାଭାଂଶର ଉପଭୋକ୍ତା ହୋଇପାରିବେ । ଶତୃପକ୍ଷ ଦୁର୍ବଳ ହୋଇ ଗୋଡ ଟାଣିବାର ପ୍ରଚେଷ୍ଠା ଆରମ୍ଭ କରିପାରନ୍ତି । ସନ୍ତାନ ଯୋଗେ ଚିନ୍ତିତ ରହିବେ । ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ ।

୧୧-କୁମ୍ଭ

କୌଣସି ନୂତନ କର୍ମ କରିବାକୁ ଚାହୁଁଥିଲେ ସେଥିରେ ବିଜୟୀ ହେବେ । ପାର୍ଟି ବା ସମାରୋହରେ ସମ୍ମିଳିତ ହେବାକୁ ପଡିପାରେ । ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବାପାଇଁ ଆଲୋଚନା କରିବେ । ରାଜନୀତି କ୍ଷେତ୍ରରେ ଗସ୍ତ କାର୍ଯ୍ୟକ୍ରମରେ ବହୁ ସମୟ ବାହାରେ କଟାଇବାକୁ ବାଧ୍ୟ ହେବେ ଓ କଳବଳ ଖଟାଇ ନିଜର ସ୍ଥାନକୁ କୌଣସିମତେ ଦୃଢ ରଖି ପାରିବେ । ମହିଳାମାନଙ୍କର ପାରିବାରିକ ଜୀବନ ସୁଖମୟ ହେବ ।

୧୨-ମୀନ

ରାଜନୀତି କ୍ଷେତ୍ରରେ କାହାରି ପାଖରେ ମୁଣ୍ଡ ନଇଁବ ନାହିଁ, ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିପାରିବେ । ବ୍ୟବସାୟୀମାନେ ଉତ୍ତମ ରୋଜଗାର କରିପାରିବେ । ଉତ୍ତରାଧିକାରୀ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି । ମହିଳାମାନେ ସ୍ଵାର୍ଥକୁ କେନ୍ଦ୍ରକରି ସୁବର୍ଣ୍ଣ ସୁଯୋଗକୁ ହାତଛଡା କରିବେ ନାହିଁ । ପାରିବାରିକ ଜୀବନରେ ଗୁରୁଜନ ସନ୍ତୁଷ୍ଟରହିବେ । ହୋଇପାରୁ ନଥିବା କାମକୁ ଧୈର୍ଯ୍ୟ ଓ ସାହସ ଦ୍ଵାରା କରି ଦେଖାଇବେ । ସାମାଜିକ ପତିଆରା ଅମଳିନ ରହିବ ।