ଆଜିର ରାଶିଫଳ, 5 ଜାନୁୟାରୀ 2019, ଶନିବାର – ଏହି ୪ଟି ରାଶି ଉପରେ ଶନିଦେବ ଙ୍କ ବିଶେଷ କୃପା ରହିବ

ମେଷ-

ଭାବନାର ବଶୀଭୂତ ହୋଇ ଅମିନୀ, ଜାମିନି, ମଧ୍ୟସ୍ଥତା ଠିକ୍ ହେବ ନାହିଁ । ବ୍ୟବସାୟ ସମ୍ବନ୍ଧିତ ଯାତ୍ରା କରିବାକୁ ପଡ଼ିବ । ପ୍ରତ୍ୟେକ କ୍ଷେତ୍ରରେ ଅଯଥା ତରତର ନ ହୋଇ ବିବେକ ବୁଦ୍ଧି ଖଟାଇ ଧୈର୍ଯ୍ୟର ସହିତ ଚାଲିବା ଉଚିତ । ବିପତ୍ତି କଟିବା ଫଳରେ ସୁଖ ସୌଭାଗ୍ୟ ବୃଦ୍ଧି ହେବ । ପାରିବାରିକ ବ୍ୟବସ୍ଥା ପରି ବର୍ତ୍ତନ ସାଙ୍ଗକୁ ଅର୍ଥସଙ୍କଟରୁ ମୁକ୍ତି ମିଳିବ । ମହିଳାମାନେ ପରିବାରରେ ଆଦରଣୀୟା ହୋଇ ସୁଖଭୋଗ କରିବେ । ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ । ପ୍ରତିକାର-ବୃଦ୍ଧ ବୃଦ୍ଧାଙ୍କୁ ସହାୟତା କରି ଆଶୀର୍ବାଦ ପ୍ରାପ୍ତ କରିବେ ।

ବୃଷ-

ଅନେକ ସମସ୍ୟାର ସମାଧାନ ହୋଇ, ପରିବାରରେ ହସ ଖୁସିରେ ବାତାବରଣ ଖେଳିଯିବ । ଯାତ୍ରା ଫଳରେ ଉତ୍ସାହିତ ହେବେ । ଗୃହୋପକରଣ କ୍ରୟ କରିବେ । ସମସ୍ତ କାର୍ଯ୍ୟକ୍ରମ ସୁରୁଖୁରୁରେ ପୂର୍ଣ୍ଣ ହେବ । ଶିକ୍ଷାଖେତ୍ରରେ ଉଚ୍ଚାକାଂକ୍ଷା ପୁର୍ତ୍ତିର ଫଳ ସ୍ୱରୂପ ନିଜ କ୍ଷେତ୍ରରେ ଅଗ୍ରଣୀ ଭୂମିକା ଗ୍ରହଣ କରି ପାରିବେ । କର୍ମ ବ୍ୟବସାୟରେ ମାନସିକ ଦୁର୍ବଳତା ସହିତ ସାମୟିକ ବିଭ୍ରାନ୍ତି ଜନିତ ଆଳସ୍ୟଭାବ ଦେଖାଦେବ । ମହିଳାମାନଙ୍କର ନ୍ୟାୟମାର୍ଗ ଓ ମିଷ୍ଟ ବଚନ ଯୋଗେ ନିମ୍ନବର୍ଗ ଲୋକଙ୍କ ଠାରୁ ସମ୍ମାନ ପାଇବା ସମ୍ଭବ ହେବ । ପ୍ରତିକାର- କୌଣସି ପିଲାକୁ ମିଠା ଖାଇବାକୁ ଦେବେ ।

ମିଥୁନ-

ଇନ୍ଦ୍ରିୟପରାୟଣତା ଓ ବିଷୟବାସନା ଉପରେ ଅଧିକ ଗୁରୁତ୍ଵ ଦେବେ । ଯୁକ୍ତି-ତର୍କରେ ଦକ୍ଷତା ସହ ବ୍ୟବହାରିକ ବିଜ୍ଞାନ ଓ ଦର୍ଶନର ଗଭୀରତା ଭିତରକୁ ଟାଣିହୋଇ ଯିବେ । ଆତ୍ମୀୟ–ସ୍ଵଜନଙ୍କ ବୈରତା, ବୃଥା ଭ୍ରମଣରୁ ଆର୍ଥିକ କ୍ଷତି ସହିବାକୁ ପଡିବ । ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ଓ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ । ବିଦ୍ୟାରେ ଉନ୍ନତି କରିବେ । ପ୍ରବାସ ଓ ଯାତ୍ରାରେ ଲାଭବାନ୍ ହେବେ । ବରିଷ୍ଠ ବ୍ୟକ୍ତି ଉଚ୍ଚାଧିକାରୀଙ୍କ ସହ ସମ୍ବନ୍ଧ ଦୃଢ଼ୀଭୂତ ହେବ । ପରିବାର ହିତ ପାଇଁ ଅଧିକ ଖର୍ଚ୍ଚାନ୍ତ ହେବେ । ପ୍ରତିକାର- ଗାଈକୁ ଖାଇବାକୁ ଦେବେ ।

କର୍କଟ-

ଉଚ୍ଚାଧିକାରୀ, ସହକର୍ମୀ, ଭାଇ ବନ୍ଧୁ ବା କୌଣସି ବିଶିଷ୍ଠ ବ୍ୟକ୍ତିଙ୍କର ସହଯୋଗ ମନୋବଳକୁ ବଢ଼େଇ ଦେବ । ଯଦି କୌଣସି ନୂତନ ଯୋଜନାର କ୍ରିୟାନ୍ୱିତ କରିବାକୁ ଚାହୁଁଥାନ୍ତି, ତା’ହେଲେ ଆଗେଇ ନବା ଉଚିତ୍ । ବ୍ୟବସାୟ କ୍ଷେତ୍ରରେ ଖୁବ ଅଗ୍ରଗତି ଘଟିବ । କରଜ ଭାରରୁ ମୁକ୍ତି ମିଳିବ । ଆଇନ ଅଦାଲତରେ ଜୟଯୁକ୍ତ ହେବେ । ଚାକିରିରେ ପ୍ରତିଷ୍ଠିତ ହେବେ । ଉପରିସ୍ଥ କର୍ମଚାରୀ ଆପଣଙ୍କର ସହଯୋଗ ଲୋଡିବେ । ମହିଳାମାନଙ୍କର କର୍ମକ୍ଷେତ୍ରରେ ସୁଯୋଗ ହାତଛଡା ହେବାର ନାହିଁ । ପ୍ରତିଷ୍ଠା, ପ୍ରତିପତି, ମାନସମ୍ମାନ ଓ କ୍ଷାତି ବଢ଼ିବ । ପ୍ରତିକାର-ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ ।

ସିଂହ-

ବ୍ୟବସାୟୀମାନେ କାରବାର ଦିଗରୁ ପ୍ରଚୁର ଲାଭବାନ୍ ହେବେ । କୁଳଶ୍ରେଷ୍ଠ ଓ କୀର୍ତ୍ତିଶାଳୀ ଭଳି ଦିବ୍ୟ ଗୁଣ ଗୁଡିକ ଠୁଳ ହେବ । ମହିଳାମାନେ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ବେଶ୍ ଆନନ୍ଦ ଅନୁଭବ କରିବେ । ଜରୁରୀ କାର୍ଯ୍ୟ ପାଇଁ ଯାତ୍ରା କରିବାକୁ ପଡ଼ିବ । କର୍ମ କ୍ଷେତ୍ରରେ ବରିଷ୍ଠ ବ୍ୟକ୍ତି ଓ ସହଯୋଗୀ ମାନଙ୍କର ସାହାଯ୍ୟ ସହଯୋଗ ମିଳିବ । ସନ୍ତାନର ସୁ-ଖବର ଶୁଣି ଖୁସି ହେବେ । ସ୍ୱାସ୍ଥ୍ୟର କିଛି ପରିବର୍ତ୍ତନ ଘଟିବ । ଅଟକି ଥିବା କାର୍ଯ୍ୟ ପୂରଣ ହେବ । ପ୍ରତିଯୋଗିତା ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବେ । କଠିନ କାର୍ଯ୍ୟ ସହଜରେ ସମାଧାନ କରିବେ । ପ୍ରତିକାର-ପିତା ମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ ।

କନ୍ୟା-

ବ୍ୟବସାୟୀମାନେ ନିଜର ପ୍ରତିପତ୍ତି ବିସ୍ତାର କରି ପାରିବେ । ବ୍ୟକ୍ତିଗତ ସୁଖ, ଦୁଃଖ ତଥା ମନର ଭାବ କେହି ଠିକ୍ ଭାବେ ଠଉରେଇ ପାରିବେ ନାହିଁ । ମହିଳାମାନେ ଚାକିରି କ୍ଷେତ୍ରରେ ଉନ୍ନତି କରିପାରିବେ । ଅଧ୍ୟୟନରେ ମନ୍ଥର ହେବାଫଳରେ ଅଧିକ ପରିଶ୍ରମ କରିବା ଆବଶ୍ୟକ । ସ୍ୱାସ୍ଥ୍ୟ କ୍ଷେତ୍ରରେ ପରିବର୍ତ୍ତନ ଆସିବ । ବାଦ ବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ମାଲି ମକଦ୍ଦମାର ସମାଧାନ ହେବ । ବରିଷ୍ଠ ବ୍ୟକ୍ତିଙ୍କ ସହ ସୁସମ୍ପର୍କ ସ୍ଥାପିତ ହେବ । ଜମି, ଜାଗା, ବାସ ଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ । ପ୍ରତିକାର– ଷଣ୍ଢକୁ ଖାଇବାକୁ ଦିଅନ୍ତୁ ।

ତୁଳା-

ଆର୍ଥିକ ଉନ୍ନତି ଫଳରେ ଚିନ୍ତା କରିଥିବା କାର୍ଯ୍ୟ ଠିକ୍ ସମୟରେ ପୂରଣ ହୋଇପାରିବ । ବ୍ୟବସାୟୀମାନେ ଧୈର୍ଯ୍ୟଧରୀ ପରିଶ୍ରମ ନ କଲେ ବ୍ୟବସାୟକୁ ରକ୍ଷା କରିବା କାଠିକର ପାଠ ହେବ । କର୍ମକ୍ଷେତ୍ରରେ ବିବାଦୀୟ ସ୍ଥିତି ଦେଖାଦେଇ ପାରେ । ନିଜର ବୁଦ୍ଧି, ବିବେକ ଖଟାଇ ସମାଧାନ କରିପାରିବେ । ମହିଳାମାନଙ୍କର କର୍ମ, ବ୍ୟବସାୟରେ କେତେକ କ୍ଷେତ୍ରରେ ଉନ୍ନତିକର ହେବ । ଭୁଲ ବୁଝାମଣାରୁ ବିବାଦୀୟ କ୍ଷେତ୍ରରେ ପ୍ରବେଶ କରି ପୀଡା ଭୋଗିବେ । ଆକସ୍ମିକ ଦୁର୍ଘଟଣା, ଶତ୍ରୁମାନେ ଷଡ଼ଯନ୍ତ୍ର କରି କ୍ଷତି କରି ପାରନ୍ତି । ପ୍ରତିକାର- ଗୁଡ ରୁଟି ଗାଈକୁ ଖାଇବାକୁ ଦିଅନ୍ତୁ ।

ବିଛା-

ବ୍ୟବସାୟରେ ଆଶାତିତ ଲାଭ କରି କିଛି ନୂତନ ପଦାର୍ଥ ସଂଗ୍ରହ ବା ବ୍ୟାଙ୍କ ବାଲାନ୍ସ ବୃଦ୍ଧି ହେବ । ଗୁରୁ ଗୁରୁଜନଙ୍କ ଆଶୀର୍ବାଦ ବହୁକ୍ଷେତ୍ରରେ ସୁରକ୍ଷା ଦେବ । ବୈଷୟିକ ଅଭିବୃଦ୍ଧି ପାଇଁ ସମାଧାନର ରାସ୍ତା ପ୍ରସ୍ତୁତ କରିବେ । ମାଲିମୋକଦ୍ଦମା ଓ ରାଜନୀତିରେ ଶତ୍ରୁ ଓ ବିରୋଧୀମାନଙ୍କୁ ପରାସ୍ତ କରି ବିଜୟୀ ହେବେ । ଆମୋଦ, ପ୍ରମୋଦ, ମନୋରଞ୍ଜନ, ଦୀର୍ଘ ଯାତ୍ରା, ଛୋଟ ବଡ଼ ମିଟିଂରେ ଯୋଗ ଦେବେ । ଆର୍ଥିକ କ୍ଷେତ୍ରରେ ଉନ୍ନତି, ଶତୃ ବୃଦ୍ଧି ହେଲେ ମଧ୍ୟ ଯେ କୌଣସି କାର୍ଯ୍ୟରେ ହାତ ଦେଲେ ସଫଳ ହେବେ । ପ୍ରତିକାର:- ମାଦକ ଦ୍ରବ୍ୟ ବ୍ୟବହାର କରନ୍ତୁ ନାହିଁ ।

ଧନୁ-

କର୍ମକ୍ଷେତ୍ରରେ ଉତ୍ସାହ ବୃଦ୍ଧି ଯୋଗେ ମାନସମ୍ମାନ ବଜାୟ ରହିବ ପଦୋନ୍ନତି ମଧ୍ୟ ପାଇପାରନ୍ତି । ସ୍ୱାସ୍ଥ୍ୟ ପ୍ରାୟ ଭଲ ରହିବ । ଆମୋଦ-ପ୍ରମୋଦ, କ୍ରିଡା, ଆଡମ୍ବରରେ ଆଗ୍ରହ ବଢିବ । ଶିଳ୍ପୀ, ସହିତ୍ୟିକ, ସଂଗୀତଜ୍ଞ, ଯାନ୍ତ୍ରିକ ମାନେ କ୍ଷାତି ଅର୍ଜନ କରିବେ । ମହିଳାମାନେ ଅଧିକ ଭାଗ୍ୟବାଦିନୀ ହୋଇ ନିଜ ଗୋଡରେ ନିଜେ ଠିଆ ହେବାକୁ ସାହସ ବାନ୍ଧିବେ । ପ୍ରେମ ସମ୍ବନ୍ଧ ଓ ଦାମ୍ପତ୍ୟ ଜୀବନରେ ମଧୂରତା ସୃଷ୍ଟି ହେବ । ମହିଳାଙ୍କ ସହଯୋଗରେ କେତେକ ସମସ୍ୟାର ସମାଧାନ ହେବ । ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି, ସମ୍ମାନ ବୃଦ୍ଧି, କର୍ମୋନ୍ନତି ବାସସ୍ଥାନ ବା ଯାନବାହାନର ପ୍ରାପ୍ତି ହେବ । ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ ।

ମକର-

ମହିଳାମାନେ ଉତ୍ତରାଧିକାରୀ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି । ବ୍ୟବସାୟ କ୍ଷେତ୍ରରେ ପ୍ରସାର, ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ । ଲୋକ ସମ୍ପର୍କ, ସମାଜ ସେବା, ଧାର୍ମିକ ଅନୁଷ୍ଠାନରେ ଲାଭ ପାଇବେ । ସରକାରୀ କର୍ମଚାରୀ ମାନେ ପ୍ରତିଷ୍ଠାର ଅଧିକାରୀ ହେବେ । ନିମ୍ନବର୍ଗ କର୍ମୀଙ୍କ ପ୍ରତି ସତର୍କ ରହି ଚଉଆଖିଆହୋଇ କର୍ତ୍ତବ୍ୟ ପାଳି ଚାଲିଲେ ପରେ ହଇରାଣ ହେବେ ନାହିଁ । ମାଲି ମୋକଦ୍ଦମାରେ ଉତ୍ସାହହାନୀ ଘଟିବ ଓ ସନ୍ତାପ ବୃଦ୍ଧି ହେବ । ରାଜନୀତି ସ୍ତରରେ ମୁଣ୍ଡ ଉଚ୍ଚା ରହିବ । ସମସ୍ତ ପ୍ରକାର ବ୍ୟବସାୟରେ ଉନ୍ନତି ଓ ଲାଭବାନ୍ ହେବେ । କୃଷିଜୀବିମାନେ ଅଳ୍ପରେ ସନ୍ତୁଷ୍ଟ ହେବେ । ପ୍ରତିକାର-ପିତା ମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ ।

କୁମ୍ଭ-

ଶିକ୍ଷାର୍ଥୀମାନେ ସଂଘର୍ଷ କରିବାକୁ ବାଧ୍ୟ ହୋଇ ଉଚ୍ଚ ଶିକ୍ଷାସ୍ଵପ୍ନ ସାର୍ଥକ କରିବେ । ବ୍ୟବସାୟୀମାନେ ଅଶାନ୍ତିର ମୁହାଁମୂହିଁ ହୋଇ ଧନମାନ ଦିଗରୁ ସୁରକ୍ଷିତ ରହିବେ । ମହିଳାମାନେ ପରିଶ୍ରମର ସୁଫଳ ଭୋଗ କରିବେ ଓ ଧନ ସମ୍ପତିରେ ଘର ହସି ଉଠିବ । ରାଜନୀତି କ୍ଷେତ୍ରରେ କଠିନ ପରିଶ୍ରମର ମୂଲ୍ୟ ଫେରି ପାଇବାକୁ କଷ୍ଟ ହେବ । କର୍ମଜୀବିମାନେ ଅପେକ୍ଷାକୃତ ସୁସ୍ଥ ବାତାବାରଣ ପାଇବେ । କର୍ମାନୁଯାୟୀ ଫଳପ୍ରାପ୍ତି ହେତୁ କର୍ତ୍ତବ୍ୟ ପରାୟଣତା ରକ୍ଷା କରି ପାରିବେ । ମାଲିମୋକଦ୍ଦମାରେ ଭୟ ଓ ଆଶଙ୍କା ବଢ଼ିବ । ପ୍ରତିକାର:- ଅସହାୟା ମାନଙ୍କୁ ସାହାଯ୍ୟ କରନ୍ତୁ ।

ମୀନ-

ପାରିବାରିକ ଜୀବନରେ ପ୍ରୀତିଲାଭ, ବନ୍ଧୁମିଳନ ଓ ଆନନ୍ଦ ଉତ୍ସାହ ବୃଦ୍ଧି ପାଇବ । ଆୟ ଉତ୍ତମ ଓ ବ୍ୟୟ ହ୍ରାସ ପାଇବାସହ ଅର୍ଥଲାଭର ଯୋଗ ରହିଛି । କୌଣସି ବ୍ୟାଙ୍କରୁ ମଧ୍ୟ ଋଣ ପାଇବା ଯୋଗ ଅଛି । ନୂଆ ବେପାରୀଙ୍କ ସହ ସମ୍ପର୍କ ଯୋଗୁଁ ନୂତନ ବ୍ୟବସାୟର ଯୋଜନା କରିବେ । ପ୍ରେମ ସମ୍ବନ୍ଧ ଓ ଦାମ୍ପତ୍ୟ ଜୀବନରେ ମଧୂରତା ସୃଷ୍ଟି ହେବ । ସୁନାମ ପ୍ରାପ୍ତି, ସମ୍ମାନ ବୃଦ୍ଧି, କର୍ମୋନ୍ନତି ବାସସ୍ଥାନ ବା ଯାନବାହାନର ପ୍ରାପ୍ତି ହେବ । ଅଳଙ୍କାର କ୍ରୟ କରିବେ । ବନ୍ଧୁ ମିତ୍ରଙ୍କଠାରୁ ଉପହାର ପ୍ରାପ୍ତି ହେବ । ପୁଅ ଝିଅଙ୍କ କର୍ମସ୍ଥିର ହେବା ଫଳରେ ଖୁସି ହେବେ । ପ୍ରତିକାର- ଘରୁ ବହାରରିବା ସମୟରେ ମୁହଁ ମିଠା କରି ବାହାରନ୍ତୁ ।