ଆଜିର ରାଶିଫଳ 5 ଜୁନ୍ 2019, ବୁଧବାର – ଏହି ୫ ରାଶି ଉପରେ ମହାଦେବଙ୍କ କୃପା ବରଷିବ

ମେଷ:-

ନ୍ୟାୟମାର୍ଗ ଓ ମିଷ୍ଟ ବଚନ ଯୋଗେ ଚାକିରି କ୍ଷେତ୍ରରେ ଉନ୍ନତିର ସୂଚନା ପାଇବେ। ପ୍ରବାସରେ ମଧ୍ୟ କେତେକ କ୍ଷେତ୍ରରେ ଉନ୍ନତିକର ହେବ। ମହିଳାମାନେ ପରିବାରରେ ଆଦରଣୀୟା ହୋଇ ସୁଖଭୋଗ କରିବେ। ବ୍ୟବସାୟକ୍ଷେତ୍ରରେ ଅନେକ ସୂତ୍ରରୁ କିଛି ଧନ ପାଇବାର ଯୋଗ ଅଛି। ରାଜନୀତି କ୍ଷେତ୍ରରେ କାର୍ଯ୍ୟଭାର ବହନ କରି ଯାତ୍ରା କରିବାକୁ ପଡ଼ିବ। ସମ୍ମାନର ସହିତ ଦିନଚର୍ଯ୍ୟା କରି ଚଳିବାରେ ବାଧା ଉପୁଜିବ ନାହିଁ। ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ବେଶ୍ ଆନନ୍ଦ ଅନୁଭବ କରିବେ। ଛାତ୍ର-ଛାତ୍ରୀମାନେ ପାଠ ପଢ଼ାରେ ମନଯୋଗ ଦେବେ। ପ୍ରତିକାର- ମୁହଁ ମିଠାକରି ଘରୁ ବାହାରନ୍ତୁ।

ବୃଷ:-

କାର୍ଯ୍ୟକ୍ଷେତ୍ରରେ ସଫଳତା ପାଇବେ। ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ। ପାରିବାରିକ ଏବଂ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ଛାତ୍ର-ଛାତ୍ରୀମାନେ ପାଠ ପଢ଼ାରେ ମନଯୋଗ ଦେବେ। ଅବିବାହିତ ଯୁବକ-ଯୁବତୀମାନେ ବିବାହ କରିବା ସୁଯୋଗ ପାଇବେ। ରାଜନୀତିରେ ସମାଜ ସେବା କରି ସ୍ଵନାମ ଅର୍ଜନ କରିପାରିବେ। ଯେଉଁ କାର୍ଯ୍ୟରେ ହାତ ଦେବେ ଠିକ୍ ନିର୍ଣ୍ଣୟ କରିପାରିବେ। ସରକାରୀ କ୍ଷେତ୍ରରେ ସମ୍ପର୍କ ବୃଦ୍ଧି ହେବା ଫଳରେ ଖୁସି ହେବେ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

ମିଥୁନ:-

କୌଣସି ପ୍ରିୟମିତ୍ରଙ୍କ ଯୋଗେ ବ୍ୟବସାୟରେ ବିଶେଷ ଲାଭବାନ୍ ହେବେ।  ମହିଳାମାନେ ଧାର୍ମିକ ଓ ମାଙ୍ଗଳିକ କାର୍ଯ୍ୟପାଇଁ ଯାତ୍ରା କରିବେ। ଆର୍ଥିକ ଦିଗରୁ ସୁବିଧା ସୁଯୋଗ ପାଇବେ। ପୈତୃକ ସମ୍ପତ୍ତି ନେଇ ପାରିବାରିକ ଦ୍ଵନ୍ଦର ସମାଧାନ ବାଟ ଫିଟି ଜିବ। ଧର୍ମ-କର୍ମରେ ରୁଚି ରହିବ ଓ କୌଣସି ଆଧ୍ୟାତ୍ମିକ କାର୍ଯ୍ୟର ଆୟୋଜନ ମଧ୍ୟ କରେଇବେ। କୋର୍ଟ କଚେରୀ ମାମଲାରେ ଜିଦରୁ ନିବୃତ ହେବା ଶ୍ରେୟସ୍କର ହେବ। ରାଜନୀତି କ୍ଷେତ୍ରରେ ସୁ-ସମ୍ପର୍କ ସ୍ଥାପନ କରି ନିଜର ଭାବମୂର୍ତ୍ତିକୁ ଉଜ୍ଜ୍ୱଳତର କରିବାରେ ସାମର୍ଥ୍ୟ ବଢ଼ିବ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କର୍କଟ:-

କର୍ମ କ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ। ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରିବେ ଓ ଖାଦ୍ୟ ବ୍ୟବସାୟୀମାନେ ପ୍ରଚୁର ଲାଭ କରିବେ।  ସରକାରୀ କ୍ଷେତ୍ରରେ ସମ୍ପର୍କ ବୃଦ୍ଧି ହେବା ଫଳରେ ଭବିଷ୍ୟତରେ ଅତ୍ୟନ୍ତ ଲାଭଦାୟକ ହେବ। କର୍ମସଂଧାନୀ ମାନେ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନ ବୃଦ୍ଧି ହେବ। ପାରିବାରିକ କ୍ଷେତ୍ରରେ ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ। ରାଜନୀତି କ୍ଷେତ୍ରରେ ସଫଳତା ଏବଂ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ। ମହିଳାମାନଙ୍କର ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ପାଇବ। ପ୍ରତିକାର- ମୁହଁ ମିଠାକରି ଘରୁ ବାହାରନ୍ତୁ।

ସିଂହ:-

ବ୍ୟବସାୟରେ ଉତ୍ସାହ, ଉଦ୍ଦୀପନା ବୃଦ୍ଧି ପାଇବ। କର୍ମକ୍ଷେତ୍ରରେ ଚିନ୍ତା ଭାବନା ଦୂର ହୋଇଯିବ। ଧନ ଉପାର୍ଜ୍ଜନ କରିବା ପାଇଁ ନୂତନ ଯୋଜନା ପ୍ରସ୍ତୁତ କରିବେ। ସାମାଜିକ କ୍ଷେତ୍ରରେ ସଫଳତା ପାଇବା ପାଇଁ ଅଧିକ ଧାଁ ଦଉଡ଼ କରିବାକୁ ପଡ଼ିବ। ପୁରୁଣା ରୋଗର ଉପଶମ ସହ ସ୍ୱାସ୍ଥ୍ୟରେ ଆଶାଜନକ ପରିବର୍ତ୍ତନ ଦେଖାଦେବ। ଆର୍ଥିକ ଦୃଷ୍ଟି କୋଣରୁ ଅନୁକୂଳ ରହିବ। ସରକାରୀ କ୍ଷେତ୍ରରେ ସମ୍ପର୍କ ବୃଦ୍ଧି ହେବା ସହ ଜାଗା, ଜମି, ଗୃହ, ବାହନ ଆଦି କ୍ରୟ କରିବାର ସୁଯୋଗ ପାଇବେ। ପାରିବାରିକ କ୍ଷେତ୍ରରେ ସୁସମ୍ପର୍କ ବଜାୟ ରହିବ। ଦେଇଥିବା କଥା କାର୍ଯ୍ୟରେ ପୂରଣ କରିବେ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

କନ୍ୟା:-

ପରୀକ୍ଷା ପ୍ରତିଯୋଗିତାର ଶୁଭ ଖବର ଶୁଣି ଗୃହରେ ଶାନ୍ତ ବାତାବରଣ ଦେଖା ଦେବ। ସମାଜିକ ସ୍ତରରେ ନିଜର ଖ୍ୟାତି ବୃଦ୍ଧି ପାଇବ। ଚିନ୍ତା କରୁଥିବା କାର୍ଯ୍ୟ ପୂରଣ ହେବା ଫଳରେ ଆନନ୍ଦିତ ହେବେ। ବ୍ୟବସାୟରେ ସଫଳତା ଅର୍ଜନ ତଥା ଦୂରଯାତ୍ରାର ସୁଯୋଗ ପାଇବେ। କର୍ମକ୍ଷେତ୍ରରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବ। ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ। ରାଜନୀତି କ୍ଷେତ୍ରରେ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ। ମହିଳାମାନଙ୍କର ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧିହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ତୁଳା:-

ବ୍ୟବସାୟିକ ଗତିବିଧି ସାମାନ୍ୟ ରୂପରେ ଚଳିବ। କର୍ମଚରୀମାନେ ନିଜର କର୍ତ୍ତବ୍ୟ ପ୍ରତିପାଦିତ କରିବା ଫଳରେ ପ୍ରଶଂସିତ ହେବେ। ବିଦ୍ୟାର୍ଥିମାନଙ୍କର ମନୋଅନୁକୂଳ ଫଳପ୍ରାପ୍ତି ହେବ। କୋର୍ଟ, କଚେରୀ ମାଲି ମକଦ୍ଦମା, ବାଦ ବିବାଦ ଆଗକୁ ବଢ଼ିବ। ବନ୍ଧୁବାନ୍ଧବଙ୍କ ଆଗମନରେ ଅତ୍ୟଧିକ ଖର୍ଚ୍ଚ ହେବ। ନୂତନ ବ୍ୟବସାୟର ସୁଯୋଗ ପାଇବେ। ବନ୍ଧୁ ମିତ୍ର ଓ ପରିବାରଜନଙ୍କ ସହ ପିକ୍ ନିକ୍ ପାଇଁ ଦୂରଯାତ୍ରା ନକରିଲେ ଭଲ। ଜାଗା, ଜମି ଗୃହ ସମ୍ବନ୍ଧୀୟ କୌଣସି ମାମଲା ସମାଧାନ ହୋଇଯିବ। ବିଦ୍ୟାରେ ଉନ୍ନତି ଘଟିବ । ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

ବିଚ୍ଛା:-

ପ୍ରେମିକ-ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ପାଇବେ। ବ୍ୟବସାୟରେ ମନମୁତାବକ ଲାଭ ପାଇ, ଭବିଷ୍ୟତ ଯୋଜନାରେ ନିବେଶ କରିବେ। ପରିବାର ତଥା କୁଟୁମ୍ବରେ ମାଙ୍ଗଳିକ କାର୍ଯ୍ୟ ଓ ଧାର୍ମିକ କାର୍ଯ୍ୟରେ ଯୋଗ ଦେଇ ଖର୍ଚ୍ଚାନ୍ତ ହେବେ। ଛାତ୍ର-ଛାତ୍ରୀମାନେ ପାଠ ପଢ଼ାରେ ମନଯୋଗ ଦେବେ। ଚାକିରୀ କ୍ଷେତ୍ରରେ ଉପରିସ୍ଥ ଅଧିକାରୀଙ୍କ ସହିତ ସମ୍ପର୍କ ସୁଦୃଢ ହେବ। ମହିଳାମାନେ ସାମାଜିକ କ୍ଷେତ୍ରରେ ପ୍ରଶଂସିତ ହେବେ। ରାଜନୀତି କ୍ଷେତ୍ରରେ କଥା ବାର୍ତ୍ତାରେ ନିୟନ୍ତ୍ରଣ ରହିଲେ ବିପଦର ସମ୍ମୁଖୀନ ହେବେ ନାହିଁ । ପ୍ରତିକାର:-ନାଲି ପିମ୍ପୁଡ଼ି ଗାତପାଖରେ ଗୁଡ଼ ରଖନ୍ତୁ।

ଧନୁ:-

ପୁରୁଣା ସମସ୍ୟା ସୁଧୁରିଯିବ। ନୂତନ ବ୍ୟବସାୟ ଆରମ୍ଭ ଯୋଗୁ ବ୍ୟବସାୟରେ ଲାଭ ହେବ। କର୍ମକ୍ଷେତ୍ରରେ ଦୀର୍ଘଦିନ ଧରି ଲାଗିରହିଥିବା ସମସ୍ୟାର ସମାଧାନ ହୋଇଯିବ। ବିଦ୍ୟାରେ ଉନ୍ନତି ଘଟିବ ତଥା ନୂତନ କର୍ମ ପ୍ରାପ୍ତି ହେବ। ବାଦବିବାଦ, ପରୀକ୍ଷା, ପ୍ରତି ଯୋଗୀତା, ମାଲିମୋକଦ୍ଦମା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ରାଜନୀତିରେ ପ୍ରଶଂସିତ ହେବେ। ଭ୍ରାତୃ ବିବାଦ, ପଡ଼ୋଶୀ କଳହର ସମାଧାନ ହେବ। ଜନ ସମାଜରେ ପ୍ରତିଷ୍ଠା, ପ୍ରତିପତ୍ତି ବୃଦ୍ଧି ପାଇବ। ଭାଇ ବନ୍ଧୁ ମିତ୍ରମାନଙ୍କର ସାହାଯ୍ୟ ସହଯୋଗ ପାଇବେ। ଛାତ୍ର-ଛାତ୍ରୀମାନଙ୍କର ବିଦ୍ୟାରେ ଉନ୍ନତି ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମକର:-

ବ୍ୟବସାୟରେ ଆଶାତୀତ ଲାଭ ପାଇବେ। ସରକାରୀ କର୍ମଚାରୀମାନେ ସ୍ଥାନ ପରିବର୍ତ୍ତନ ପାଇଁ ଚେଷ୍ଟା କରିବେ।  କର୍ମସଂଧାନୀ ମାନେ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳତା ପାଇବେ। ଶାରିରୀକ ଅସୁସ୍ଥତା ଦୂର ହେବ। ଯେ କୌଣସି କାର୍ଯ୍ୟରେ ହାତ ଦେଲେ ସଫଳତା ମିଳିବା ସହ ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନରେ ବୃଦ୍ଧି ହେବ। ପାରିବାରିକ କ୍ଷେତ୍ରରେ ଶତୃନାଶ, ଧନପ୍ରାପ୍ତି, ମିତ୍ରଲାଭ, ପ୍ରଶଂସିତ ହେବା ସହ ଉଚ୍ଚ ସମ୍ମାନ ପାଇବେ। ତରବରିଆ ହିସାବରେ କୌଣସି କାର୍ଯ୍ୟ ନକରି ସବୁଆଡକୁ ନଜର ଦେଇ କାମ କରିବା ଉଚିତ୍। ଛାତ୍ରଛାତ୍ରୀମାନେ ପରୀକ୍ଷା ପ୍ରତିଯୋଗିତା ସାକ୍ଷାତ୍କାରରେ ସଫଳ ହେବେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କୁମ୍ଭ:-

ସାମାଜିକ ପ୍ରତିଷ୍ଠା ବଢ଼ିବ। ସେବା ସମ୍ବନ୍ଧିୟ କାର୍ଯ୍ୟରେ ପ୍ରଶଂସିତ ହେବେ। ନିଜର କାର୍ଯ୍ୟ ପୂରଣ କରିବା ପାଇଁ ବାହାର ଲୋକଙ୍କ ସହଯୋଗ ମିଳିବ। ଶତ୍ରୁ ବିରୋଧିମାନେ କ୍ଷତି କରିବାକୁ ଚେଷ୍ଟା କରି ବିଫଳ ହେବେ। ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ। ପାରିବାରିକ ଏବଂ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ସଫଳତା ଏବଂ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ।  ସନ୍ତାନର ଶୁଭ ଖବର ଶୁଣି ଖୁସି ହେବେ। ଧର୍ମାନୁଷ୍ଠାନରେ ଯୋଗ ଦେଇ ସମ୍ମାନ ପାଇବେ। ପ୍ରତିଯୋଗିତା ପରୀକ୍ଷାରେ ସଫଳ ହେବେ। ନିଜର ଭୁଲ୍ ଯୋଗୁଁ କିଛି ଅର୍ଥ ହାନି ହେବ। ପ୍ରତିକାର- ଗୋମାତାକୁ ଖାଇବାକୁ ଦିଅନ୍ତୁ।

ମୀନ:-

ସାମାନ୍ୟଚେଷ୍ଟା ସତ୍ତ୍ୱେ ଜମି, ଜମା ବିବାଦ ମେଣ୍ଟିଯିବ । କର୍ମକ୍ଷେତ୍ରରେ ସାସାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନ ବୃଦ୍ଧି ହେବ। ବ୍ୟବସାୟରେ ଉନ୍ନତି ଫଳରେ ଅଶାତୀତ ଲାଭବାନ୍ ହେବେ। ଆର୍ଥିକ ସ୍ଥିତି ସୁଦୃଢ଼ ହେବ, ଋଣ ପରିଶୋଧ କରିବାର ସୁଯୋଗ ପାଇବେ। ରାଜନୀତି କ୍ଷେତ୍ରରେ ସହକର୍ମୀ ମାନଙ୍କ ଠାରୁ ସାହାଯ୍ୟ ଓ ସହଯୋଗ ପାଇବେ। କର୍ମସଂଧାନୀ ମାନେ କର୍ମ ନିଯୁକ୍ତି ପାଇଁ ଚେଷ୍ଟା କଲେ ନୂତନ କର୍ମପ୍ରାପ୍ତି ହୋଇ ପାରେ । ପ୍ରତିଯୋଗିତା ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବେ। ଶୁଭ ସମାଚାର ଶୁଣି ଆନନ୍ଦିତ ହେବେ। ଚାଲୁଥିବା କାର୍ଯ୍ୟରେ ବାଧା ଉପୁଜିବ ନାହିଁ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।