ଆଜିର ରାଶିଫଳ 5 ଜୁଲାଇ 2019, ଶୁକ୍ରବାର – ଆଜିଠୁ ହେବ ମହା ସଂଯୋଗ ଏହି ୨ଟି ରାଶିର ଭାଗ୍ୟ ଚମକି ଉଠିବ

ମେଷ:-

ନ୍ୟାୟମାର୍ଗ ଓ ମିଷ୍ଟ ବଚନ ଯୋଗେ ଚାକିରି କ୍ଷେତ୍ରରେ ଉନ୍ନତିର ସୂଚନା ପାଇବେ । ପ୍ରବାସରେ ମଧ୍ୟ କେତେକ କ୍ଷେତ୍ରରେ ଉନ୍ନତିକର ହେବ । ମହିଳାମାନେ ପରିବାରରେ ଆଦରଣୀୟା ହୋଇ ସୁଖଭୋଗ କରିବେ । ବ୍ୟବସାୟକ୍ଷେତ୍ରରେ ଅନେକ ସୂତ୍ରରୁ କିଛି ଧନ ପାଇବାର ଯୋଗ ଅଛି । ରାଜନୀତି କ୍ଷେତ୍ରରେ କାର୍ଯ୍ୟଭାର ବହନ କରି ଯାତ୍ରା କରିବାକୁ ପଡ଼ିବ । ସମ୍ମାନର ସହିତ ଦିନଚର୍ଯ୍ୟା କରି ଚଳିବାରେ ବାଧା ଉପୁଜିବ ନାହିଁ । ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ବେଶ୍ ଆନନ୍ଦ ଅନୁଭବ କରିବେ । ଛାତ୍ର-ଛାତ୍ରୀମାନେ ପାଠ ପଢ଼ାରେ ମନଯୋଗ ଦେବେ ।  ପ୍ରତିକାର- ମୁହଁ ମିଠାକରି ଘରୁ ବାହାରନ୍ତୁ ।

ବୃଷ:-

କାର୍ଯ୍ୟକ୍ଷେତ୍ରରେ ସଫଳତା ପାଇବେ । ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ । ପାରିବାରିକ ଏବଂ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ଛାତ୍ର-ଛାତ୍ରୀମାନେ ପାଠ ପଢ଼ାରେ ମନଯୋଗ ଦେବେ । ଅବିବାହିତ ଯୁବକ-ଯୁବତୀମାନେ ବିବାହ କରିବା ସୁଯୋଗ ପାଇବେ । ରାଜନୀତିରେ ସମାଜ ସେବା କରି ସ୍ଵନାମ ଅର୍ଜନ କରିପାରିବେ । ଯେଉଁ କାର୍ଯ୍ୟରେ ହାତ ଦେବେ ଠିକ୍ ନିର୍ଣ୍ଣୟ କରିପାରିବେ । ସରକାରୀ କ୍ଷେତ୍ରରେ ସମ୍ପର୍କ ବୃଦ୍ଧି ହେବା ଫଳରେ ଖୁସି ହେବେ ।  ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

ମିଥୁନ:-

କୌଣସି ପ୍ରିୟମିତ୍ରଙ୍କ ଯୋଗେ ବ୍ୟବସାୟରେ ବିଶେଷ ଲାଭବାନ୍ ହେବେ ।  ମହିଳାମାନେ ଧାର୍ମିକ ଓ ମାଙ୍ଗଳିକ କାର୍ଯ୍ୟପାଇଁ ଯାତ୍ରା କରିବେ । ଆର୍ଥିକ ଦିଗରୁ ସୁବିଧା ସୁଯୋଗ ପାଇବେ । ପୈତୃକ ସମ୍ପତ୍ତି ନେଇ ପାରିବାରିକ ଦ୍ଵନ୍ଦର ସମାଧାନ ବାଟ ଫିଟି ଜିବ । ଧର୍ମ-କର୍ମରେ ରୁଚି ରହିବ ଓ କୌଣସି ଆଧ୍ୟାତ୍ମିକ କାର୍ଯ୍ୟର ଆୟୋଜନ ମଧ୍ୟ କରେଇବେ । କୋର୍ଟ କଚେରୀ ମାମଲାରେ ଜିଦରୁ ନିବୃତ ହେବା ଶ୍ରେୟସ୍କର ହେବ । ରାଜନୀତି କ୍ଷେତ୍ରରେ ସୁ-ସମ୍ପର୍କ ସ୍ଥାପନ କରି ନିଜର ଭାବମୂର୍ତ୍ତିକୁ ଉଜ୍ଜ୍ୱଳତର କରିବାରେ ସାମର୍ଥ୍ୟ ବଢ଼ିବ ।  ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

କର୍କଟ:-

କର୍ମ କ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ । ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରିବେ ଓ ଖାଦ୍ୟ ବ୍ୟବସାୟୀମାନେ ପ୍ରଚୁର ଲାଭ କରିବେ ।  ସରକାରୀ କ୍ଷେତ୍ରରେ ସମ୍ପର୍କ ବୃଦ୍ଧି ହେବା ଫଳରେ ଭବିଷ୍ୟତରେ ଅତ୍ୟନ୍ତ ଲାଭଦାୟକ ହେବ । କର୍ମସଂଧାନୀ ମାନେ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ । ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନ ବୃଦ୍ଧି ହେବ । ପାରିବାରିକ କ୍ଷେତ୍ରରେ ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ । ରାଜନୀତି କ୍ଷେତ୍ରରେ ସଫଳତା ଏବଂ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ । ମହିଳାମାନଙ୍କର ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ପାଇବ ।  ପ୍ରତିକାର- ମୁହଁ ମିଠାକରି ଘରୁ ବାହାରନ୍ତୁ ।

ସିଂହ:-

ବ୍ୟବସାୟରେ ଉତ୍ସାହ, ଉଦ୍ଦୀପନା ବୃଦ୍ଧି ପାଇବ । କର୍ମକ୍ଷେତ୍ରରେ ଚିନ୍ତା ଭାବନା ଦୂର ହୋଇଯିବ । ଧନ ଉପାର୍ଜ୍ଜନ କରିବା ପାଇଁ ନୂତନ ଯୋଜନା ପ୍ରସ୍ତୁତ କରିବେ । ସାମାଜିକ କ୍ଷେତ୍ରରେ ସଫଳତା ପାଇବା ପାଇଁ ଅଧିକ ଧାଁ ଦଉଡ଼ କରିବାକୁ ପଡ଼ିବ । ପୁରୁଣା ରୋଗର ଉପଶମ ସହ ସ୍ୱାସ୍ଥ୍ୟରେ ଆଶାଜନକ ପରିବର୍ତ୍ତନ ଦେଖାଦେବ । ଆର୍ଥିକ ଦୃଷ୍ଟି କୋଣରୁ ଅନୁକୂଳ ରହିବ । ସରକାରୀ କ୍ଷେତ୍ରରେ ସମ୍ପର୍କ ବୃଦ୍ଧି ହେବା ସହ ଜାଗା, ଜମି, ଗୃହ, ବାହନ ଆଦି କ୍ରୟ କରିବାର ସୁଯୋଗ ପାଇବେ । ପାରିବାରିକ କ୍ଷେତ୍ରରେ ସୁସମ୍ପର୍କ ବଜାୟ ରହିବ । ଦେଇଥିବା କଥା କାର୍ଯ୍ୟରେ ପୂରଣ କରିବେ ।  ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

କନ୍ୟା:-

ପରୀକ୍ଷା ପ୍ରତିଯୋଗିତାର ଶୁଭ ଖବର ଶୁଣି ଗୃହରେ ଶାନ୍ତ ବାତାବରଣ ଦେଖା ଦେବ । ସମାଜିକ ସ୍ତରରେ ନିଜର ଖ୍ୟାତି ବୃଦ୍ଧି ପାଇବ । ଚିନ୍ତା କରୁଥିବା କାର୍ଯ୍ୟ ପୂରଣ ହେବା ଫଳରେ ଆନନ୍ଦିତ ହେବେ । ବ୍ୟବସାୟରେ ସଫଳତା ଅର୍ଜନ ତଥା ଦୂରଯାତ୍ରାର ସୁଯୋଗ ପାଇବେ । କର୍ମକ୍ଷେତ୍ରରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବ । ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ । ରାଜନୀତି କ୍ଷେତ୍ରରେ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ । ମହିଳାମାନଙ୍କର ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧିହେବ ।  ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ତୁଳା:-

ବ୍ୟବସାୟିକ ଗତିବିଧି ସାମାନ୍ୟ ରୂପରେ ଚଳିବ । କର୍ମଚରୀମାନେ ନିଜର କର୍ତ୍ତବ୍ୟ ପ୍ରତିପାଦିତ କରିବା ଫଳରେ ପ୍ରଶଂସିତ ହେବେ । ବିଦ୍ୟାର୍ଥିମାନଙ୍କର ମନୋଅନୁକୂଳ ଫଳପ୍ରାପ୍ତି ହେବ । କୋର୍ଟ, କଚେରୀ ମାଲି ମକଦ୍ଦମା, ବାଦ ବିବାଦ ଆଗକୁ ବଢ଼ିବ । ବନ୍ଧୁବାନ୍ଧବଙ୍କ ଆଗମନରେ ଅତ୍ୟଧିକ ଖର୍ଚ୍ଚ ହେବ । ନୂତନ ବ୍ୟବସାୟର ସୁଯୋଗ ପାଇବେ । ବନ୍ଧୁ ମିତ୍ର ଓ ପରିବାରଜନଙ୍କ ସହ ପିକ୍ ନିକ୍ ପାଇଁ ଦୂରଯାତ୍ରା ନକରିଲେ ଭଲ । ଜାଗା, ଜମି ଗୃହ ସମ୍ବନ୍ଧୀୟ କୌଣସି ମାମଲା ସମାଧାନ ହୋଇଯିବ । ବିଦ୍ୟାରେ ଉନ୍ନତି ଘଟିବ ।  ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ ।

ବିଚ୍ଛା:-

ପ୍ରେମିକ-ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ପାଇବେ । ବ୍ୟବସାୟରେ ମନମୁତାବକ ଲାଭ ପାଇ, ଭବିଷ୍ୟତ ଯୋଜନାରେ ନିବେଶ କରିବେ । ପରିବାର ତଥା କୁଟୁମ୍ବରେ ମାଙ୍ଗଳିକ କାର୍ଯ୍ୟ ଓ ଧାର୍ମିକ କାର୍ଯ୍ୟରେ ଯୋଗ ଦେଇ ଖର୍ଚ୍ଚାନ୍ତ ହେବେ । ଛାତ୍ର-ଛାତ୍ରୀମାନେ ପାଠ ପଢ଼ାରେ ମନଯୋଗ ଦେବେ । ଚାକିରୀ କ୍ଷେତ୍ରରେ ଉପରିସ୍ଥ ଅଧିକାରୀଙ୍କ ସହିତ ସମ୍ପର୍କ ସୁଦୃଢ ହେବ । ମହିଳାମାନେ ସାମାଜିକ କ୍ଷେତ୍ରରେ ପ୍ରଶଂସିତ ହେବେ । ରାଜନୀତି କ୍ଷେତ୍ରରେ କଥା ବାର୍ତ୍ତାରେ ନିୟନ୍ତ୍ରଣ ରହିଲେ ବିପଦର ସମ୍ମୁଖୀନ ହେବେ ନାହିଁ ।  ପ୍ରତିକାର:-ନାଲି ପିମ୍ପୁଡ଼ି ଗାତପାଖରେ ଗୁଡ଼ ରଖନ୍ତୁ ।

ଧନୁ:-

ପୁରୁଣା ସମସ୍ୟା ସୁଧୁରିଯିବ । ନୂତନ ବ୍ୟବସାୟ ଆରମ୍ଭ ଯୋଗୁ ବ୍ୟବସାୟରେ ଲାଭ ହେବ । କର୍ମକ୍ଷେତ୍ରରେ ଦୀର୍ଘଦିନ ଧରି ଲାଗିରହିଥିବା ସମସ୍ୟାର ସମାଧାନ ହୋଇଯିବ । ବିଦ୍ୟାରେ ଉନ୍ନତି ଘଟିବ ତଥା ନୂତନ କର୍ମ ପ୍ରାପ୍ତି ହେବ । ବାଦବିବାଦ, ପରୀକ୍ଷା, ପ୍ରତି ଯୋଗୀତା, ମାଲିମୋକଦ୍ଦମା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ରାଜନୀତିରେ ପ୍ରଶଂସିତ ହେବେ । ଭ୍ରାତୃ ବିବାଦ, ପଡ଼ୋଶୀ କଳହର ସମାଧାନ ହେବ । ଜନ ସମାଜରେ ପ୍ରତିଷ୍ଠା, ପ୍ରତିପତ୍ତି ବୃଦ୍ଧି ପାଇବ । ଭାଇ ବନ୍ଧୁ ମିତ୍ରମାନଙ୍କର ସାହାଯ୍ୟ ସହଯୋଗ ପାଇବେ । ଛାତ୍ର-ଛାତ୍ରୀମାନଙ୍କର ବିଦ୍ୟାରେ ଉନ୍ନତି ହେବ ।  ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ମକର:-

ବ୍ୟବସାୟରେ ଆଶାତୀତ ଲାଭ ପାଇବେ । ସରକାରୀ କର୍ମଚାରୀମାନେ ସ୍ଥାନ ପରିବର୍ତ୍ତନ ପାଇଁ ଚେଷ୍ଟା କରିବେ ।   କର୍ମସଂଧାନୀ ମାନେ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳତା ପାଇବେ । ଶାରିରୀକ ଅସୁସ୍ଥତା ଦୂର ହେବ । ଯେ କୌଣସି କାର୍ଯ୍ୟରେ ହାତ ଦେଲେ ସଫଳତା ମିଳିବା ସହ ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନରେ ବୃଦ୍ଧି ହେବ । ପାରିବାରିକ କ୍ଷେତ୍ରରେ ଶତୃନାଶ, ଧନପ୍ରାପ୍ତି, ମିତ୍ରଲାଭ, ପ୍ରଶଂସିତ ହେବା ସହ ଉଚ୍ଚ ସମ୍ମାନ ପାଇବେ । ତରବରିଆ ହିସାବରେ କୌଣସି କାର୍ଯ୍ୟ ନକରି ସବୁଆଡକୁ ନଜର ଦେଇ କାମ କରିବା ଉଚିତ୍ । ଛାତ୍ରଛାତ୍ରୀମାନେ ପରୀକ୍ଷା ପ୍ରତିଯୋଗିତା ସାକ୍ଷାତ୍କାରରେ ସଫଳ ହେବେ ।  ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

କୁମ୍ଭ:-

ସାମାଜିକ ପ୍ରତିଷ୍ଠା ବଢ଼ିବ । ସେବା ସମ୍ବନ୍ଧିୟ କାର୍ଯ୍ୟରେ ପ୍ରଶଂସିତ ହେବେ । ନିଜର କାର୍ଯ୍ୟ ପୂରଣ କରିବା ପାଇଁ ବାହାର ଲୋକଙ୍କ ସହଯୋଗ ମିଳିବ । ଶତ୍ରୁ ବିରୋଧିମାନେ କ୍ଷତି କରିବାକୁ ଚେଷ୍ଟା କରି ବିଫଳ ହେବେ । ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ । ପାରିବାରିକ ଏବଂ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ସଫଳତା ଏବଂ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ ।   ସନ୍ତାନର ଶୁଭ ଖବର ଶୁଣି ଖୁସି ହେବେ । ଧର୍ମାନୁଷ୍ଠାନରେ ଯୋଗ ଦେଇ ସମ୍ମାନ ପାଇବେ । ପ୍ରତିଯୋଗିତା ପରୀକ୍ଷାରେ ସଫଳ ହେବେ । ନିଜର ଭୁଲ୍ ଯୋଗୁଁ କିଛି ଅର୍ଥ ହାନି ହେବ ।  ପ୍ରତିକାର- ଗୋମାତାକୁ ଖାଇବାକୁ ଦିଅନ୍ତୁ ।

ମୀନ:-

ସାମାନ୍ୟଚେଷ୍ଟା ସତ୍ତ୍ୱେ ଜମି, ଜମା ବିବାଦ ମେଣ୍ଟିଯିବ । କର୍ମକ୍ଷେତ୍ରରେ ସାସାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନ ବୃଦ୍ଧି ହେବ । ବ୍ୟବସାୟରେ ଉନ୍ନତି ଫଳରେ ଅଶାତୀତ ଲାଭବାନ୍ ହେବେ । ଆର୍ଥିକ ସ୍ଥିତି ସୁଦୃଢ଼ ହେବ, ଋଣ ପରିଶୋଧ କରିବାର ସୁଯୋଗ ପାଇବେ । ରାଜନୀତି କ୍ଷେତ୍ରରେ ସହକର୍ମୀ ମାନଙ୍କ ଠାରୁ ସାହାଯ୍ୟ ଓ ସହଯୋଗ ପାଇବେ । କର୍ମସଂଧାନୀ ମାନେ କର୍ମ ନିଯୁକ୍ତି ପାଇଁ ଚେଷ୍ଟା କଲେ ନୂତନ କର୍ମପ୍ରାପ୍ତି ହୋଇ ପାରେ । ପ୍ରତିଯୋଗିତା ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବେ । ଶୁଭ ସମାଚାର ଶୁଣି ଆନନ୍ଦିତ ହେବେ । ଚାଲୁଥିବା କାର୍ଯ୍ୟରେ ବାଧା ଉପୁଜିବ ନାହିଁ ।  ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।