ଆଜିର ରାଶିଫଳ, 5 ନଭେମ୍ବର 2019 ମଙ୍ଗଳବାର, ଆଜିଠୁ ହନୁମାନ ଏହି ୪ ଉପରେ କୃପା କରିବେ

୧-ମେଷ

ଭାଇ ବନ୍ଧୁମାନେ କର୍ମକ୍ଷେତ୍ରରେ ସାହାଯ୍ୟ ସହଯୋଗ କରିବେ। ଚେଷ୍ଟା କଲେ କାହାକୁ ଦେଇଥିବା ଧନ ମିଳିଯିବ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ।ଅଧସ୍ତନ କର୍ମୀଙ୍କ ଠାରୁ ସାହାଯ୍ୟ ସମର୍ଥନ ହାସଲ କରିବେ। ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ। ବ୍ୟବସାୟରେ ଲାଭର ପରିମାଣ ଅଧିକ ହେବ। ମହିଳାମାନେ ସନ୍ତାନ ସୁଖରେ ସୁଖୀ ହେବେ।  ରାଜନୈତିକ କ୍ଷେତ୍ରରେ ସହକର୍ମୀ ମାନଙ୍କ ସହ ଶତ୍ରୁତା ମେଣ୍ଟିଯିବା ଫଳରେ ପ୍ରବଳ ଶତୃମାନେ ଦୁର୍ବଳ ହେବେ।

୨-ବୃଷ

ରାଜନୀତିରେ ସମସ୍ତ ସଦସ୍ୟ ଆପଣଙ୍କ ପ୍ରତି ସହଯୋଗ, ସହାନୁଭୂତି, ସୁସଂପର୍କ ରଖି ପ୍ରଶଂସା କରିବେ। ମହିଳାମାନେ କଠିନ ପରିଶ୍ରମ କରି ଚଳିବେ ଓ ଶୁଭ ସମାଚାର ପାଇ ଖୁସି ହେବେ। ଲୋକମାନଙ୍କ ସହିତ ମିଳିମିଶି କାମ କରିପାରିବେ। କର୍ମ କ୍ଷେତ୍ରରେ ଲକ୍ଷପ୍ରତି ଯଥାର୍ଥବାଦୀ ହେବେ।ଉଚ୍ଚଶିକ୍ଷା କ୍ଷେତ୍ରକୁ ଆଗେଇବା ପାଇଁ ନିଜ ଆଚାର ବ୍ୟବହାରର ପରି ବର୍ତ୍ତନ କରି ଗୁରୁଜନଙ୍କ ସନ୍ତୋଷ ଭାଜନ ହେବେ। ବ୍ୟବସାୟୀମାନେ ସାଧୁ ଓ ସଚ୍ଚୋଟ ଭାବେ କର୍ମ ଯୋଗକୁ ଶ୍ରେଷ୍ଠତା କରି ସମ୍ମାନ ଓ ପ୍ରତିଷ୍ଠାର ଅଧିକାରୀ ହେବେ।

୩-ମିଥୁନ

ଆର୍ଥିକ ଉନ୍ନତି ଫଳରେ ଚିନ୍ତା କରିଥିବା କାର୍ଯ୍ୟ ଠିକ୍ ସମୟରେ ପୂରଣ ହୋଇ ପାରିବ। ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିବା ସମ୍ଭବ ହେବ। ନୂଆ ଚାକିରୀ ହେବାର ସୂଚନା ମିଳିବ। ବ୍ୟବସାୟରେ ଆଶାତୀତ ଲାଭହେବ। ମାଲିମକଦ୍ଦମା, ପରୀକ୍ଷା ପ୍ରତିଯୋଗିତାରେ ଜୟଯୁକ୍ତ ହେବେ।କର୍ମ କ୍ଷେତ୍ରରେ ବରିଷ୍ଠ ବ୍ୟକ୍ତି ଓ ସହଯୋଗୀ ମାନଙ୍କର ସାହାଯ୍ୟ ସହଯୋଗ ମିଳିବ। ପୁରୁଣା ନିବେଶ ଲାଭ ଦେବ। ଘର ଜାଗା ଓ ସମ୍ପତ୍ତି ସମ୍ବନ୍ଧିୟ ମାମଲା କାହାର ମଧ୍ୟସ୍ଥତା ଦ୍ଵାରା ଦୂର ହେବ। ସ୍ଵାସ୍ଥ୍ୟର କିଛି ପରିବର୍ତ୍ତନ ଘଟି ଶାରୀରିକ କଷ୍ଟ ଦୂର ହେବ।

୪-କର୍କଟ

ପରିବାରରେ ସମସ୍ତ ପରିସ୍ଥିତି ସମାଧାନ ହୋଇ ଖୁସିର ବାତାବରଣ ସ୍ଥାୟି ରହିବ। ନୂତନ ସମ୍ବନ୍ଧ ସୃଷ୍ଟିହେବ। କେତେକ ଦୀର୍ଘ ଯୋଜନା ସଫଳ କାରଣରୁ ମନ ଭଲ ରହିବ। କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ବାଦବିବାଦ, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ ଜୟଯୁକ୍ତ ହେବେ।ଉଚିତ୍ ପରାମର୍ଶ ପାଇ ହରେଇଥିବା ଦ୍ରବ୍ୟ ଫେରି ପାଇବେ। ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ମିଳିବ।  ବ୍ୟବସାୟପାଇଁ ଦୂରଯାତ୍ରାର ସୁଯୋଗ ପାଇବେ। ଆତ୍ମବିଶ୍ୱାସ ବୃଦ୍ଧି ପାଇବ।

୫-ସିଂହ

ଯଶକୀର୍ତ୍ତୀ, ମାନସମ୍ମାନ, ପ୍ରତିଷ୍ଠାପ୍ରତିପତ୍ତିରେ ବୃଦ୍ଧି ହେବ। ଦାମ୍ପତ୍ୟ ସୁଖରେ ପ୍ରସନ୍ନତା ଅନୁଭୂତି ହେବ। ସକରାତ୍ମକ ଚିନ୍ତା ଆଗକୁ ବଢିବାରେ ସାହାଯ୍ୟ କରିବ। ସମସ୍ତ ବାଧାକୁ ସଂଘର୍ଷ କରି ଆଗକୁ ବଢି ପାରିବେ। ଖେଳ, କୁଦ ପ୍ରତିଯୋଗିତାରେ ଓ ବିଦ୍ୟା କ୍ଷେତ୍ରରେ ପ୍ରଶଂସା ପାଇବେ।ପାରିବାରିକ କ୍ଷେତ୍ରରେ ସ୍ନେହସଦ୍ଭାବର ବୃଦ୍ଧି ହେବ। ନୂତନ ଯୋଜନା ପ୍ରସ୍ତୁତ କଲେ ବ୍ୟବସାୟରେ ଆୟ ଉପାର୍ଜ୍ଜନ ବୃଦ୍ଧି ହେବ। କର୍ମ କ୍ଷେତ୍ରରେ ଉଚ୍ଚାଧିକାରୀ, ସହକର୍ମୀ, ଭାଇ ବନ୍ଧୁ ବା କୌଣସି ବିଶିଷ୍ଟ ବ୍ୟକ୍ତିଙ୍କର ସହଯୋଗ ମନୋବଳକୁ ବଢେଇଦେବ।

୬-କନ୍ୟା

ମହିଳାମାନଙ୍କର ସ୍ୱଜନ ଓ ମିତ୍ରଙ୍କ ଠାରୁ ପୂର୍ଣ୍ଣ ସହଯୋଗ ମିଳିବ ଓ ଅଟକିଥିବା ଧନଲାଭ ହେବ। ଦିନଚର୍ଯ୍ୟା ସୁଖଦାୟକ ହେବ। ଦାମ୍ପତ୍ୟ ଜୀବନରେ ସୁଖବୃଦ୍ଧି ହେବ। ବ୍ୟବସାୟରେ ସଫଳତା ମିଳିବ। ରାଜନୀତି କ୍ଷେତ୍ରରେ ପ୍ରଶଂସିତ ହେବେ। ବିଦ୍ୟା ଓ ଖେଳରେ ସଫଳ ହେବେ।ସଂପତ୍ତି କ୍ରୟ ବିକ୍ରୟ ଦ୍ୱାରା ଲାଭ ପାଇବେ ଓ ଗୃହର ସମସ୍ୟା ଦୂର ହୋଇଯିବ। ପରିବାରରେ ମହତ୍ୱପୂର୍ଣ୍ଣ କାର୍ଯ୍ୟକରି ବନ୍ଧୁବାନ୍ଧବଙ୍କ ନିକଟରେ ଗୁରୁଗୁରୁଜନ ଓ ପ୍ରିୟଲୋକଙ୍କ ପାଖରେ ଆଦୃତ ହେବେ। କର୍ମକ୍ଷେତ୍ରରେ ବହୁ ଗୁରୁତ୍ୱପୂର୍ଣ୍ଣ ସମସ୍ୟାର ସମାଧାନ ହୋଇଯିବ।

୭-ତୁଳା

ନିଜକୁ ନିୟନ୍ତ୍ରଣ ମଧ୍ୟରେ ରଖିବାପାଇଁ ସମର୍ଥ ହେବେ। ବିଦ୍ୟାରେ ଉନ୍ନତି, ପରୀକ୍ଷା ପ୍ରତିଯୋଗିତାରେ ଶୁଭଫଳ ମିଳିବ। ପ୍ରବାସ ଓ ଯାତ୍ରାରେ କଷ୍ଟସହି ଲାଭବାନ ହେବେ। ଖେଳରେ ପ୍ରଶଂସିତ ହେବେ। ଆର୍ଥିକସ୍ଥିତି ପୂର୍ବପରି ରହିବ। ମହିଳାମାନେ ପିଲାଙ୍କସହ ଖୁସିରେ ରହିବେ।କର୍ମକ୍ଷେତ୍ରରେ ଉଚ୍ଚାଧିକାରୀଙ୍କ ସହ ସମ୍ବନ୍ଧ ଦୃଢୀଭୁତ ହେବା ଫଳରେ ଟେନସନ ଦୂର ହେବ। ଧର୍ମକାର୍ଯ୍ୟପ୍ରତି ମନବଳାଇ ବହୁତ ଶାନ୍ତି ଲଭିବେ। ସମସ୍ୟା ସମାଧାନ ପାଇଁ ବନ୍ଧୁଙ୍କ ସାହାଯ୍ୟ ନେବେ। ଆଲୋଚନା କ୍ଷେତ୍ରରେ ସୁଫଳ ପାଇବେ।

୮-ବିଚ୍ଛା

ବ୍ୟବସାୟରେ ଅଧିକ ଲାଭ ହେବା ଫଳରେ ମାନସିକ ଶାନ୍ତି ଓ ଋଣଭାର ଲାଘବ ହେବ। ନୂତନ କର୍ମ ନିଯୁକ୍ତିର ସୁଯୋଗ ପାଇବେ। ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନ ବୃଦ୍ଧି ହେବ। ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ପ୍ରସ୍ତାବମାନ ସମାଧାନ ହୋଇଯିବ।ପଡିରହିଥିବା କାର୍ଯ୍ୟକୁ ପୂର୍ଣ୍ଣକରିବାର ଦୃଢ଼ତା ଆସିବ। ଶତୃମାନେ ପରାଜିତ ହେବା ସହ ଶାରିରୀକ ଅସୁସ୍ଥତା ଦୂରହେବ। ବାଦବିବାଦ, ପରୀକ୍ଷା, ପ୍ରତିଯୋଗିତା ଓ ମାଲିମକଦ୍ଦମାର ଅବସାନ ହେବ। କର୍ମକ୍ଷେତ୍ରରେ ଉପରିସ୍ଥ କର୍ମଚାରୀ, ଗୁରୁ ଓ ଗୁରୁଜନମାନଙ୍କର ସହଯୋଗ ପାଇବେ।

୯-ଧନୁ

ପରିବାରରେ ସୁଖଶାନ୍ତି ଫେରି ଆସିବ। କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ବାଦବିବାଦ, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ଦୂରେଇ ଯାଇଥିବା ବନ୍ଧୁମାନେ ପୁଣି ନିକଟବର୍ତ୍ତୀ ହେବେ।ଆର୍ଥିକ ସ୍ଥିତି ସୁଦୃଢ଼ ହେବ, ଋଣ ପରିଶୋଧ କରିବାର ସୁଯୋଗ ପାଇବେ। ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନ ବୃଦ୍ଧି ହେବ। ସମସ୍ୟା ସମାଧାନ ପାଇଁ ବନ୍ଧୁଙ୍କ ସାହାଯ୍ୟ ନେବେ। ଆଲୋଚନା କ୍ଷେତ୍ରରେ ସୁଫଳ ପାଇବେ। ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ।

୧୦-ମକର

ପରିବାରରେ ଓ କୁଟୁମ୍ବରେ ମାଙ୍ଗଳିକ କାର୍ଯ୍ୟର ଦାୟିତ୍ଵ ନେଇ ଧାଦୌଡ କରିବା ଫଳରେ କଷ୍ଟ ସ୍ଵୀକାର କରିବେ। ଉଚ୍ଚଶିକ୍ଷା ପାଇଁ ପ୍ରତିଯୋଗିତା ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବେ।ବନ୍ଧୁଙ୍କ ସହଯୋଗରେ କେତେକ ସମସ୍ୟାର ସମାଧାନ ହେବ। ବ୍ୟବସାୟୀମାନେ ଭୋଗ ବିଳାସକୁ ତୁଚ୍ଛମଣି କର୍ତ୍ତବ୍ୟ ସାଧନକୁ ଭଗବତ୍ ସେବାଭଳି ମାନ୍ୟତା ଦେବେ। ରାଜନୀତିରେ ସାଧୁ ଓ ସଚ୍ଚୋଟ ଭାବେ କର୍ମ ଯୋଗକୁ ଶ୍ରେଷ୍ଠତା କରି ସମ୍ମାନ ଓ ପ୍ରତିଷ୍ଠାର ଅଧିକାରୀ ହେବେ।

୧୧-କୁମ୍ଭ

କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ, ବାଦବିବାଦ, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ରାଜନୀତି, ପ୍ରକାଶନ, ସଂଗଠନ, ଅନୁସନ୍ଧାନ କାର୍ଯ୍ୟରେ ଲାଭ ପାଇବେ। ଦାମ୍ପତ୍ୟ ସୁଖରେ ବାଧା ଓ ସାମାଜିକ ପ୍ରତିଷ୍ଠା ଏବଂ ମାନ-ସମ୍ମାନରେ ବାଧା ଉପୁଜି ପାରେ।ପୂର୍ବରୁ ଥିବା ପାରିବାରିକ ସମସ୍ୟା ସମାଧାନ ହେବ। ବ୍ୟବସାୟରେ ଆଶାତୀତ ଲାଭ ପାଇବେ। ଅବିବାହିତ ଯୁବକ ଓ ଯୁବତୀମାନଙ୍କର ବିବାହ ପ୍ରସ୍ତାବ ସ୍ଥିର ହେବ। ପ୍ରେମିକ ପ୍ରେମିକା ମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ।

୧୨-ମୀନ

ପୈତୃକ ସମ୍ପତ୍ତିକୁ ନେଇ ବାଦବିବାଦ ମେଣ୍ଟିବା ପାଇଁ ଚେଷ୍ଟା କରିବେ ଓ ସଫଳତା ପ୍ରାପ୍ତି ହେବ। ଘର ପରିବାରକୁ ପ୍ରାଥମିକତା ଦେବା ଫଳରେ ପରିବାର ସଦସ୍ୟଙ୍କ ସ୍ନେହ ଶ୍ରଦ୍ଧା ବୃଦ୍ଧି ହେବ। ଆଇନ ଅଦାଲତ ତଥା ଲେଖାପଢାରୁ ଶୁଭଫଳ ମିଳିବ। ପରୀକ୍ଷା ପ୍ରତିଯୋଗିତାରେ ଶୁଭଫଳ ମିଳିବ।ସାମାଜିକ ସ୍ତରରେ ପ୍ରଶଂସିତ ହେବେ। ଧନ ଲାଭହେବା ସହିତ କର୍ତ୍ତବ୍ୟ ଦାଇତ୍ଵ ବଢିଯିବ। ସମ୍ବନ୍ଧ ଓ ସମ୍ପର୍କରେ ସୁଖ ଶାନ୍ତିରେ ଦିନଟି କଟାଇବେ। ଅତି ପ୍ରିୟବନ୍ଧୁ ଆର୍ଥିକ ସହାୟତା କରିବେ। ଆଶା କରୁଥିବା କାମଟି ବନ୍ଧୁଙ୍କ ଦ୍ଵାରା ସହଜ ସୁବିଧାରେ ହୋଇଯିବ।