ଆଜିର ରାଶିଫଳ, 5 ସେପ୍ଟେମ୍ବର 2019 ଗୁରୁବାର, ମା ଲକ୍ଷ୍ମୀ ଏହି ୪ଟି ରାଶି ଉପରେ କୃପା କରିବେ

ମେଷ:-

ବିରୋଧୀମାନେ କରିଥିବା ଷଡଯନ୍ତ୍ରରୁ ମୁକୁଳି ପାରିବେ । ବିଦ୍ୟୁତ୍ ଯନ୍ତ୍ର ଚାଳନ, ଯାନବାହାନ ତଥା ଖଣି ଓ ଜଙ୍ଗଲ କ୍ଷେତ୍ରରେ କର୍ମରତ ବ୍ୟକ୍ତିମାନଙ୍କର ଆକସ୍ମିକ ଧନ ପ୍ରାପ୍ତି ହେବ । ପରୀକ୍ଷା ପ୍ରତିଯୋଗିତାରେ ଜୟଯୁକ୍ତ ହେବେ । ରାଜନୈତିକ କ୍ଷେତ୍ରରେ ବିଳାସବ୍ୟସନ ଖାଦ୍ୟପେୟ ପାଇଁ ଅଧିକ ଖର୍ଚ୍ଚାନ୍ତ ହେବେ । ବନ୍ଧୁ, ମିତ୍ର ସହକର୍ମୀ ଭାଗୀଦାରୀଙ୍କ ଯୋଗେ ଲାଭ ପାଇବେ । ବ୍ୟବସାୟ ବାଣିଜ୍ୟ ମାମଲାରେ ଦୂରସ୍ଥାନ ଯିବାକୁ ପଡିବ ଓ ଲାଭ ହେବ । ଯାନବାହାନ ଓ ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳପ୍ରଚଳ ହେବା ଅତ୍ୟନ୍ତ ଜରୁରୀ ।  ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ବୃଷ:-

ସନ୍ତାନର ଭବିଷ୍ୟତ ପାଇଁ ଯୋଜନା କରି ପୁଞ୍ଜି ନିବେଶ କରିବେ । ଉଧାର ଦେଇଥିବା ଟଙ୍କା ମିଳିଯିବା ଫଳରେ ପରିବାର ରେ ନିଜରପଦ ଗରିମା ବଜାୟ ରହିବ । କୃଷିରେ ଉନ୍ନତି ହେବା ସହ ପ୍ରତିଷ୍ଠା ପ୍ରତ୍ତିପତ୍ତି, ମାନସମ୍ମାନ ପ୍ରାପ୍ତିହେବ । ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭ ହେବ । ପୁରୁଣାପ୍ରାପ୍ୟ ଆଦାୟ ହେବା ଫଳରେ ବନ୍ଧୁ, ମିତ୍ର ଏବଂ ସହକର୍ମୀ ମାନଙ୍କ ଦ୍ଵାରା ଲାଭବାନ ହେବେ । ରାଜନୈତିକ କ୍ଷେତ୍ରରେ ଶତୃତା କମିଯିବା ଫଳରେ ପ୍ରତିଷ୍ଠିତ ହୋଇପାରିବେ । ପ୍ରତିଯୋଗିତାପରୀକ୍ଷା ଓ ମାଲି ମୋକଦ୍ଦମାରେ ସଫଳତା ମିଳିବ । ସମ୍ପର୍କୀୟଙ୍କ ଶୁଭ ସୂଚନା ଶୁଣି ଖୁସି ହେବେ ।  ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ମିଥୁନ:-

ଗଛିତ ଅର୍ଥ ବୃଦ୍ଧି କରିବା ପାଇଁ ଚେଷ୍ଟିତ ହେବେ । ବ୍ୟବସାୟ କ୍ଷେତ୍ରରେ ପରିବର୍ତ୍ତନ ଆଣିବାର ଯୋଜନା ପ୍ରସ୍ତୁତ କରିବେ ।   ପରିବାରର ସମସ୍ତ ଆଶାପୂରଣ କରିବାକୁ ସାମର୍ଥ୍ୟ ହେବେ । ପୁରାତନ ରୋଗ ପୀଡାରୁ ଉପସମ ପାଇବେ । ପରିବହନ ଓ ବ୍ୟବସାୟିକ ସ୍ଥିତି ସୁଦୃଢ ହେବ । ଅଟକିଥିବା କାର୍ଯ୍ୟ ସଫଳତା ପୂର୍ବକ ସମ୍ପନ୍ନ ହେବ । ସାବଧାନତା ଅବଲମ୍ବନ କରି ବନ୍ଧୁଙ୍କ ସାହାଯ୍ୟରେ ଉପକୃତ ହେବେ । ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ ଏବଂ ରାଜନୀତି କ୍ଷେତ୍ରରେ ତଳୁ ଉପର ସ୍ତର ଯାଏଁ ଆଦୃତି ଓ ମାନ୍ୟତା ଅର୍ଜ୍ଜନ କରିବେ ।  ପ୍ରତିକାର:- ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।

କର୍କଟ:-

ଆକସ୍ମିକ ଧନ ପ୍ରାପ୍ତି ହେବ । ପାରିବାରିକ ସମସ୍ୟା ବୁଝାମଣା ମଧ୍ୟରେ ସମାଧାନ ହେବ । କର୍ମ ସ୍ଥଳରେ ନିଜେ କଠିନ ପରିଶ୍ରମକରି ପତିଆରା ରକ୍ଷା କରିବେ । ଉପରିସ୍ଥ ଅଧିକାରୀଙ୍କ କୃପା ଦୃଷ୍ଟିରେ ରହିପାରିବେ । ନିମ୍ନବର୍ଗର ସହକର୍ମୀ କେହି ଉଦ୍ଦେଶ୍ୟ ପ୍ରଣୋଦିତ ହାନି ପହଞ୍ଚାଇବାର ଉଦ୍ୟମ କରି ଅପଦସ୍ତ ହେବେ । ପରୀକ୍ଷା ଓ ପ୍ରତିଯୋଗୀତାରେ ଆଶା ମୁତାବକ ଫଳ ପାଇବେ । ରାଜନୈତିକ କ୍ଷେତ୍ରର ସୁଖଶାନ୍ତି ଫେରି ଆସିବ । ବନ୍ଧୁ, ମିତ୍ର ଏବଂ ଉଚ୍ଚପଦାଧିକାରୀଙ୍କ ଠାରୁ ସାହାଯ୍ୟ ସହଯୋଗ ପାଇବେ । ସାମାନ୍ୟ ପରିଶ୍ରମ କରି ଅଧିକ ଲାଭ ପାଇବେ ।  ପ୍ରତିକାର-ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ ।

ସିଂହ:-

ଆୟ ଉତ୍ତମ ହେବ । ଆର୍ଥିକ ସ୍ଥିତି ସ୍ଵଛଳ ରହିବ । ପରିବାରରେ ମନୋମାଳିନ୍ୟ ଦୂରେଇ ଯାଇ ପରିବାରର ସଦସ୍ୟଙ୍କ ସହିତ ସୌହାର୍ଦ୍ଦ୍ୟ ପୂର୍ଣ୍ଣ ସଂପର୍କ ରହିବ । ସନ୍ତାନ ମାନଙ୍କର ଉନ୍ନତ୍ତି ଓ ଅଗ୍ରଗତି ଘଟିବ । କେତେ ମୁଲ୍ୟବାନ ଆସବାବ ପତ୍ର କ୍ରୟ କରିବେ । ନିଜ ଲୋକଙ୍କ ତରଫରୁ ଆଶ୍ଵାସନା ବା ସହାନୁଭୂତି ପାଇବେ । ଉଚ୍ଚପଦସ୍ଥ ବ୍ୟକ୍ତିଙ୍କ ଠାରୁ ସମ୍ମାନ ମିଳିବ । ବ୍ୟବସାୟ ରେ ସାହାଯ୍ୟ ସହଯୋଗ ମିଳିବ । ଶିକ୍ଷା ଓ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ । ଆର୍ଥିକ ପରିସ୍ଥିତି ଉତ୍ତମ ଥିଲେ ମଧ୍ୟ ବସନ ଭୂଷଣରେ ଅଧିକ ବ୍ୟୟ ଘଟିବ । ଅଧ୍ୟୟନ-ଅଧ୍ୟାପନା କାର୍ଯ୍ୟରେ ବ୍ୟସ୍ତ ରହିବେ ।  ପ୍ରତିକାର- ମୁହଁ ମିଠାକରି ଘରୁ ବାହାରନ୍ତୁ ।

କନ୍ୟା:-

କର୍ମ କ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ । ପାରିବାରିକ ସମସ୍ୟା ସତ୍ତ୍ୱେ ଶାନ୍ତି ବିରାଜମାନ କରିବ । ରାଜନୈତିକ କ୍ଷେତ୍ରରେ କୌଣସି ଆୟୋଜନ କରେଇବେ ଓ ମାନ-ପ୍ରତିଷ୍ଠା ବଢିବ । ଧର୍ମ-କର୍ମରେ ରୁଚି ରହିବ ଓ ପ୍ରତିଦ୍ୱନ୍ଦିତାରେ ବିଜୟୀ ହେବେ । ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ । ବିଗିଡିଯାଇଥିବା କାର୍ଯ୍ୟ ସୁଧୁରିଯିବ । ରାଜନୀତିରେ କୃତକାର୍ଯ୍ୟ ହେବେ । ଉଚିତ୍ ପରାମର୍ଶ ପାଇ ହରେଇଥିବା ଦ୍ରବ୍ୟ ଫେରି ପାଇବେ । କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ । ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ ।  ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ତୁଳା:-

ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରି ପ୍ରଚୁର ଲାଭ କରିବେ । ରାଜନୀତିରେ ପ୍ରଶଂସିତ ହେବେ । ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବ । ମଉଜ-ମସ୍ତିରେ ସମୟ କଟିପାରେ । ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ । ସମାଜ ସେବାରେ ସ୍ଵନାମ ଅର୍ଜନ କରିପାରିବେ । କର୍ମ କ୍ଷେତ୍ରରେ ଉତ୍ତମ ରୋଜଗାର କରିପାରିବେ । ଅନ୍ୟମାନଙ୍କୁ ସାହାଯ୍ୟ କରିବେ, ତେଣୁ ଲୋକମାନେ ଆପଣଙ୍କୁ ସମ୍ମାନ ଦେବେ । ଧୈର୍ଯ୍ୟ ଓ ସଂଯମ ରଖିବା ଆବଶ୍ୟକ ଅଟେ । ଦୁଃଖୀ ଲୋକଙ୍କୁ ସାହାରା ହେବେ । କ୍ରୋଧକୁ ଦମନ କରି ହସଖୁଶିର ବାତାବରଣ ସୃଷ୍ଟି ହେବ ।  ପ୍ରତିକାର– ଷଣ୍ଢକୁ ଖାଇବାକୁ ଦିଅନ୍ତୁ ।

ବିଚ୍ଛା:-

ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବା ପାଇଁ ଯୋଗାଯୋଗ କରି ପାରିବେ । ନିବେଶ ପାଇଁ ସମୟ ଉପଯୁକ୍ତ ଅଟେ । କର୍ମକ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହେବେ । ଶୁଭ ସମାଚାର ଶୁଣିବାକୁ ମିଳିବ । ନୂତନ ବନ୍ଧୁ ଭେଟ ହେବେ । ଆଜି ଦିନର ସମୟ ଗୁଡିକ ହସ ଖୁସିରେ ବିତିବ । ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ । ପରୋପକାର ଏବଂ ସମାଜସେବା କାର୍ଯ୍ୟରେ ରୁଚି ବୃଦ୍ଧିହେବ । ଅଟକି ରହିଥିବା କାମ ଗୁଡିକ ସୁରୁଖୁରୁରେ ସମ୍ପନ୍ନ ହେବ । ବାଣିଜ୍ୟ ଓ ବ୍ୟବସାୟ, ପରିବହନରେ ଆଶାଜନକ ସଫଳତା ହାସଲ କରିବେ ।  ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ଧନୁ:-

ଦୂରଯାତ୍ରାର ସୁଯୋଗ ପାଇବେ । ଆତ୍ମବିଶ୍ଵାସ ବୃଦ୍ଧି ପାଇବ । ନୂଆ ନିଯୁକ୍ତିର ସୁଯୋଗ ଅଛି । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ । ବିତିଯାଇଥିବା ମାମଲାରେ ସଫଳତା ମିଳିବ । କାର୍ଯ୍ୟ କ୍ଷେତ୍ରରେ ଲାଭ ଉଠେଇବେ । ସଫଳତା ଏବଂ ଲୋକସମ୍ପର୍କ ଆତ୍ମସନ୍ତୋଷ ବଢେଇବ । ରୋଜଗାର ସମସ୍ୟା ସୁଧୁରି ଯିବ । ଧନ ଲାଭ ହେବାରୁ ମନ ଖୁସି ରହିବ । ବିଦ୍ୟାର୍ଥୀଙ୍କ ପାଇଁ ସମୟ ଉପଯୁକ୍ତ ଅଟେ । ଅଧିକାରୀଙ୍କଠାରୁ ସହଯୋଗ ମିଳିବ । କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ ।  ପ୍ରତିକାର-ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ ।

ମକର:-

ବେମାର, ବୃଦ୍ଧଜନ ଓ ଅଶକ୍ତ ଲୋକଙ୍କୁ ସହଯୋଗ କରିବା ପାଇଁ ହାତ ବଢେଇବେ । ପରିବାରରେ ଅପ୍ରୀତିକର ପରିସ୍ଥିତି ଦେଖାଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ । ଫୋନ, ମୋବାଇଲ୍, ଇଣ୍ଟରନେଟ୍ ରେ ପୁରୁଣା ମିତ୍ରଙ୍କ ଦ୍ଵାରା ସୁସମ୍ବାଦ ପ୍ରାପ୍ତି ହେବ । ଦୂରଯାତ୍ରା କରିବା ଦ୍ଵାରା ବହୁତ ଲାଭ ମିଳିବ । ଜୀବନରେ ନୂଆଲକ୍ଷ ନିର୍ଦ୍ଧାରିତ କରିବେ । ବ୍ୟାଙ୍କ, ବୀମା, ନିବେଶ ପରି ଆର୍ଥିକ ଗତିବିଧିରେ ବ୍ୟସ୍ତ ରହିବେ । ଆର୍ଥିକ ପାରିବାରିକ ଏବଂ ବ୍ୟବସାୟୀକ କ୍ଷେତ୍ରରେ ଉନ୍ନତି ହେବ । ଘର ପରିବାରରେ କୌଣସି ଖୁସି ପ୍ରସଙ୍ଗ ଆସିବ ।  ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

କୁମ୍ଭ:-

ମହିଳାମାନେ ପରିବାରରେ ଆଦରଣୀୟା ହୋଇ ସୁଖଭୋଗ କରିବେ । ପରିବାର ବା ଘର ସମ୍ବନ୍ଧୀୟ କୌଣସି ମହତ୍ଵପୂର୍ଣ୍ଣ ସମାଚାର ଶୁଣିବେ । ସ୍ୱାସ୍ଥ୍ୟସମସ୍ୟା ଧୀରେ ଧୀରେ ସୁଧୁରିଯିବ । ନୂତନ ଲୋକଙ୍କ ସହିତ ଭେଟ ହେବ । ଅଟକିଥିବା କାର୍ଯ୍ୟ ସମ୍ପନ୍ନ ହେବ ।  ଯେ କୌଣସି ପରୀକ୍ଷା ବା ସାକ୍ଷାତ୍କାରର ପରିଣାମ ଆପଣଙ୍କ ପକ୍ଷରେ ରହିବ । ବୃତ୍ତିଗତ କର୍ମକୁ ଅଧିକ ଗୁରୁତ୍ଵ ଦେଇ ଚାକିରି କ୍ଷେତ୍ରରେ ଉନ୍ନତି କରିପାରିବେ । ସମ୍ବନ୍ଧରେ ପ୍ରଗାଢତା ଆସିବ । ମନ ଲଗାଇ କାର୍ଯ୍ୟ କରିବା ଫଳରେ ଧନ ପ୍ରାପ୍ତି ହେବ । ଚାକିରୀରେ ପ୍ରମୋଶନ ମିଳିବାର ସମ୍ଭାବନା ଅଛି ।  ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ମୀନ:-

ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ । ଅଧସ୍ତନ କର୍ମୀ ଓ ନିମ୍ନବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ । ଯେଉଁ ଜିନିଷ ପାଇବା ପାଇଁ ଚିନ୍ତା କରୁଥିଲେ ତାହା ନିଶ୍ଚିତ ଭାବେ ପାଇବେ । ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ । ରାଜନୀତି କ୍ଷେତ୍ରରେ ସୁ-ସମ୍ପର୍କ ସ୍ଥାପନ କରି ନିଜର ଭାବମୂର୍ତ୍ତିକୁ ଉଜ୍ଜ୍ଵଳତର କରିବାର ସାମର୍ଥ୍ୟ ବଢିବ । ବାସସ୍ଥାନ ବା ଯାନବାହାନର ନବୀକରଣ ଇତ୍ୟାଦି ନାନାବିଧ ସୁଯୋଗ ପ୍ରାପ୍ତି ହେବ । ବ୍ୟବସାୟରେ ଉନ୍ନତି ସହିତ ନୂତନ ବ୍ୟବସାୟ ଯୋଜନାର ଶିଳାନ୍ୟାସ କଲେ, ତାହା ଦୀର୍ଘ ସ୍ଥାୟୀହେବ ।  ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।