ଆଜିର ରାଶିଫଳ, 6 ଅକ୍ଟୋବର 2019 ରବିବାର, ଆଜିଠୁ ସୂର୍ଯ୍ୟଦେବ ଏହି ୩ଟି ରାଶି ଉପରେ ନିଜର ସବୁ ଶକ୍ତି ଦେବେ

୧-ମେଷ

ପରିବାର ରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ । କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ । ଜାଗା, ଜମି, ସମ୍ପତ୍ତି ଓ ଯାନବାହାନ ସମ୍ବନ୍ଧୀୟ କେତେ ସମସ୍ୟା ସମାଧାନ ହୋଇଯିବ । ପୁଞ୍ଜିଲଗାଣ, ଉଦ୍ୟୋଗ, ଧନ ଆଦାନ ପ୍ରଦାନରେ ମନମୁତାବକ ଲାଭବାନ ହେବାର ସମ୍ଭାବନା । ମାନସିକ ବୌଦ୍ଧିକ ଓ ଭାବନାତ୍ମକ ରୂପରେ ଅଧିକ ସକ୍ଷମ ଓ ଅନୁଭବି ହେବେ । ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ଯଶସ୍ୱୀ ହେବେ । କର୍ମଚାରୀଙ୍କର ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିପାରିବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

୨-ବୃଷ

ପ୍ରଶାସନ, ପ୍ରକାଶନ, ଅଧ୍ୟୟନ ଓ ଅଧ୍ୟାପନା, ସାହିତ୍ୟ ଚର୍ଚ୍ଚା କ୍ଷେତ୍ରରୁ ଶୁଭଫଳ ମିଳିବ । ଦିନ ଭିତରେ ଅଭିଳଷିତ ଜିନିଷ ପାଇବେ । ନିକଟ ସମ୍ପର୍କୀୟମାନଙ୍କ ଶୁଭକାମନା ଓ ସାହାଯ୍ୟ କାରୀ ମନୋବୃତ୍ତି ମନକୁ ଖୁସି କରି ପାରେ । ସତକଥା କହି ନିଜ ପରିସରରେ ପ୍ରଶଂସିତ ହୋଇ ପାରନ୍ତି । ବ୍ୟବସାୟରେ ପ୍ରସାର, ନୂତନ ବ୍ୟବସାୟ ଆରମ୍ଭ, ବ୍ୟବସାୟର ଡାକରା ପାଇ ଯାତ୍ରା କରିବାକୁ ପଡିପାରେ । ଆର୍ଥିକ ଟଣାଟଣି ଅବସ୍ଥା ସୁଧୁରି ଯିବ । ଆନୁଷ୍ଠାନିକ କାମରୁ ସମ୍ମାନଲାଭ ହେବ । ପରିବହନ ବ୍ୟବସାୟ କ୍ଷେତ୍ରରୁ ଲାଭବାନ ହେବେ, ଆଇନ ଅଦାଲତ କ୍ଷେତ୍ରରେ ବିଜୟୀ ହେବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

୩-ମିଥୁନ

ସନ୍ତାନ ସନ୍ତତି ମାନଙ୍କପାଇଁ କାର୍ଯ୍ୟଗୁଡ଼ିକ ଲାଭଦାୟକ ହେବ । ମହିଳାମାନେ ସାମାଜିକ କାର୍ଯ୍ୟରେ ଯୋଗଦେଇ ଆନନ୍ଦିତ ହେବେ । ପାରିବାରିକ ଜୀବନ ସୁଖମୟ ହେବ । ରାଜନୀତିରେ ଲୋକସମର୍ଥନ ପ୍ରଚୁର ମିଳିବ । ଶାରିରୀକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ । ସାମ୍ବାଦିକ, ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ । ବିଦ୍ୟାକ୍ଷେତ୍ରରେ ପ୍ରତିଭାର ବିକାଶ ହେବ । କଳବଳ ଖଟାଇ ନିଜର ସ୍ଥାନକୁ କୌଣସିମତେ ଦୃଢ ରଖି ପାରିବେ । ବନ୍ଧୁଙ୍କ ନିମନ୍ତ୍ରଣ ପାଇ ଦୂରଯାତ୍ରା କରିବାକୁ ପଡ଼ିବ । ଧର୍ମାନୁଷ୍ଠାନରେ ଯୋଗ ଦେଇ ସମ୍ମାନ ପାଇବେ । ପ୍ରତିକାର- ଅସହାୟଙ୍କୁ ଖାଦ୍ୟ ଦିଅନ୍ତୁ ।

୪-କର୍କଟ

କର୍ମକ୍ଷେତ୍ରରେ ବହୁ ଲୋକଙ୍କର ପ୍ରଶଂସା ପାଇବା ଫଳରେ ଉତ୍ସାହିତ ହେବେ । ଛାତ୍ରଛାତ୍ରୀମାନଙ୍କର ସଭାସମିତିରେ ସାହିତ୍ୟଚର୍ଚ୍ଚାରେ ସଫଳତା ମିଳିବ । ପରିବାରରେ ସୁସ୍ଥ ବାତାବରଣ ଜାରି ରହିବ । ମହିଳାମାନେ ଶୁଭ କାମ କରି ପ୍ରଶଂସିତ ହେବେ । ଆଧ୍ୟାତ୍ମିକ ଭାବଧାରାରେ ଉଦ୍ବୁଦ୍ଧ ହୋଇ ସତ୍ସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ବଳେଇବେ । ବନ୍ଧୁଙ୍କ ସମସ୍ୟା ସମାଧାନ କରିବା ପାଇଁ ଚିନ୍ତା କରିବେ । ଆର୍ଥିକସ୍ଥିତି ପୂର୍ବପରି ଠିକ୍ ରହିବ । ରାଜନୀତି କ୍ଷେତ୍ରରେ ପରସ୍ପରକୁ ସାହାଯ୍ୟ ସହଯୋଗ କରି ଗଠନମୂଳକ ଦିଗପ୍ରତି ଆଗ୍ରହ ଓ ଉତ୍ତମ ଯୋଜନାବଦ୍ଧ ହେବାର ସମ୍ଭାବନା ଅଛି । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

୫-ସିଂହ

ଆଧ୍ୟାତ୍ମିକ ଭାବଧାରରେ ଉଦବୁଦ୍ଧ ହୋଇ ସତସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ବଳେଇବେ । ସାମାଜିକ କ୍ଷେତ୍ରରେ ପ୍ରଶଂସିତ ହେବେ । ପରିବାରରେ ଅପ୍ରୀତିକର ପରିସ୍ଥିତି ଦେଖାଦେଲେ ମଧ୍ୟ ସମସ୍ୟାକୁ ସୁଧାରିବା ପାଇଁ ଚେଷ୍ଟା କରି କୌଶଳକ୍ରମେ ସମାଧାନ କରିବେ । ପଡୋଶୀମାନେ ସ୍ଵାର୍ଥ ହାସଲ କରିବା ପାଇଁ ବାକ୍ ଚାତୁରୀ କଥାକହି କାର୍ଯ୍ୟ ପୂରଣ କରିବେ । ସହକର୍ମୀମାନଙ୍କ ସହ ବାଦବିବାଦର ଅବସାନ ଘଟିବ । ଲକ୍ଷ୍ୟ ପୂରଣ ହେବାରେ କୌଣସି ଅସୁବିଧା ହେବ ନାହିଁ । କର୍ମ କ୍ଷେତ୍ରରେ ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ଅସୁବିଧା ହେବ ନାହିଁ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

୬-କନ୍ୟା

ବ୍ୟବସାୟ ବୃଦ୍ଧି ଯୋଜନାରେ ହାତ ଦେବାକୁ ଅନୁପ୍ରାଣିତ ହେବେ । ଶିକ୍ଷାକ୍ଷେତ୍ରରେ ଉଚ୍ଚଶ୍ରେଣୀ ପାଇବେ ଏବଂ ଉଚ୍ଚଶିକ୍ଷା ପାଇବାର ସୁଯୋଗ ମଧ୍ୟ ପାଇପାରିବେ । ବ୍ୟବସାୟ କ୍ଷେତ୍ରରେ ପ୍ରସାର, ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ । ଗୃହୋପକରଣ କ୍ରୟ କରିବେ । ସମସ୍ତ କାର୍ଯ୍ୟକ୍ରମ ସୁରୁଖୁରୁରେ ପୂର୍ଣ୍ଣ ହେବ । ପ୍ରବାସ ଓ ଯାତ୍ରାରେ ଲାଭବାନ୍ ହେବେ । ବରିଷ୍ଠ ବ୍ୟକ୍ତି ଉଚ୍ଚାଧିକାରୀଙ୍କ ସହ ସମ୍ବନ୍ଧ ଦୃଢ଼ୀଭୂତ ହେବ । ରାଜନୀତି କ୍ଷେତ୍ରରେ ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବା ଫଳରେ ମାନସିକ ଶାନ୍ତି ଅନୁଭବ କରିବେ । ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।

୭-ତୁଳା

ବ୍ୟବସାୟ କ୍ଷେତ୍ରରେ ତୈଳବୀଜ ଓ ରବି ଫସଲ ବ୍ୟବସାୟରେ ବେଶ୍ ଲାଭବାନ ହେବେ । କାମକାର୍ଯ୍ୟ ମାମଲାରେ ଦୂରସ୍ଥାନକୁ ଯିବାକୁ ପଡିବ । ପଢିବା, ଅଧ୍ୟାପନ, ଓ ଅନୁସନ୍ଧାନପରି କାର୍ଯ୍ୟରେ ସଫଳତା ଅର୍ଜନ କରିବେ । ଉଧାର ଦେଇଥିବା ଟଙ୍କା ମିଳିବ । ଜାଗା, ଜମି, ବାସଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ । ଉଚ୍ଚ କର୍ମକର୍ତ୍ତାଙ୍କ ସୁଦୃଷ୍ଟି ପ୍ରାପ୍ତି ହେବା ଯୋଗେ ନାନାବିଧ ସୁଯୋଗ ଓ ଶୁଭଫଳ ପ୍ରାପ୍ତି ହେବ । କୌଣସି ଶୁଭ ସମାଚାର ଶୁଣିବାକୁ ହେବ । ପରିବାରରେ ନିଜରପଦ ଗରିମା ଅନୁସାରେ ପାରିବାରିକ ସ୍ଥିତି ଭଲ ରହିବ । ପ୍ରତିକାର- ମୁହଁ ମିଠାକରି ଘରୁ ବାହାରନ୍ତୁ ।

୮-ବିଚ୍ଛା

ପ୍ରତିକୂଳ ପରିସ୍ଥିତି ଦୂରେଇଯିବ ଏବଂ ନିଜ ଚେଷ୍ଟାରେ କାର୍ଯ୍ୟରେ ସଫଳତା ମିଳିବ । ବିଭାଗୀୟପରୀକ୍ଷା, ପ୍ରତିଯୋଗିପରୀକ୍ଷାର ପରିଣାମ ମନ ଅନୁକୂଳହେବ ଓ ନୂତନ କର୍ମରେ ନିଯୁକ୍ତି ପାଇବେ । ପରିବାରରେ ଯେତେ ସମସ୍ୟା ଥିଲେ ମଧ୍ୟ ଶାନ୍ତି ଅନୁଭବ କରିବେ । ବ୍ୟବସାୟରେ ସଫଳତା ଅର୍ଜନ କରିବେ । ଦୂରଯାତ୍ରାର ସୁଯୋଗ ପାଇବେ । ଆତ୍ମବିଶ୍ଵାସ ବୃଦ୍ଧି ପାଇବ । କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ । ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ । ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବ । ମାନସିକ ଶାନ୍ତି ଅନୁଭବ କରିବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

୯-ଧନୁ

ଦୂରଯାତ୍ରାର ସୁଯୋଗ ପାଇବେ । ପରିବାରରେ ଅପ୍ରୀତିକର ପରିସ୍ଥିତି ଦେଖାଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ । ପ୍ରେମ-ପ୍ରସଙ୍ଗରେ ମଧୁରତା ଆସିବ । କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ । ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ । ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ । ବ୍ୟବସାୟରେ ସଫଳତା ଅର୍ଜନ କରିବେ । ସନ୍ତାନ ସୁଖ ମିଳିବ । ପ୍ରତିକୂଳ ପରିସ୍ଥିତି ଦୂରେଇ ଯାଇ ନିଜ ଲୋକମାନଙ୍କ ଚେଷ୍ଟାରେ କାର୍ଯ୍ୟରେ ସଫଳତା ମିଳିବ । ପରୀକ୍ଷା ଓ ପ୍ରତିଦ୍ୱନ୍ଦିତାରେ ବିଜୟୀ ହୋଇ ସମ୍ମାନିତ ହେବେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

୧୦-ମକର

ଉଚ୍ଚପଦସ୍ଥ ବ୍ୟକ୍ତି ଓ ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ନିବିଡ ହେବ । ନିର୍ମାଣ, ଯୋଗାଯୋଗ, ସଭାସମିତି ପାଇଁ ଅଧିକ ସମୟ ଦେବାକୁ ପଡିବ । ଅତୀତ କଥାକୁ ଚିନ୍ତା କରି ଭାବପ୍ରବଣତା ବୃଦ୍ଧି ହେବ । ସମାନ ବିଚାରଧାରା ବ୍ୟକ୍ତିଙ୍କ ସହିତ ଭେଟ ହେବ । ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସୁସମ୍ପର୍କ ରହିବ । ସହକର୍ମୀ ମାନଙ୍କର ସମର୍ଥନ ଏବଂ ଅଧସ୍ତନଙ୍କର ସହଯୋଗ ଯୋଗୁଁ କର୍ମକ୍ଷେତ୍ରରେ ସମ୍ମାନ ବୃଦ୍ଧି ଏବଂ ସୁନାମ ଅର୍ଜନ କରିବେ । ଆକସ୍ମିକ ଧନ ପ୍ରାପ୍ତି ହେବ । ପଡୋଶୀମାନେ ସ୍ଵାର୍ଥ ହାସଲ କରିବା ପାଇଁ ବାକ୍ ଚତୁରୀ କଥା କହି କାର୍ଯ୍ୟ ପୂରଣ କରିବେ । ବିଦ୍ୟାରେ କ୍ଷେତ୍ରରେ ମନ ଲାଗିବ । ପ୍ରତିକାର- ମୁହଁ ମିଠାକରି ଘରୁ ବାହାରନ୍ତୁ ।

୧୧-କୁମ୍ଭ

ଜନ ସେବାରେ ନିଜକୁ ନିୟୋଜିତ କରିବେ । କର୍ମସନ୍ଧିତ୍ସୁମାନେ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ । ଦୂର ସ୍ଥାନକୁ ଯାତ୍ରା କରିବେ । ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବ । ଭବିଷ୍ୟତ ପାଇଁ ଯୋଜନା କରି ପୁଞ୍ଜି ନିବେଶ କରି ପାରିବେ । ଉଚ୍ଚାଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ କର୍ମୋନ୍ନତି ହେବ । କର୍ମକ୍ଷେତ୍ରରେ ଉତ୍ତମ ରୋଜଗାର କରି ପାରିବେ । ବ୍ୟବସାୟିକ ଅନୁବନ୍ଧ, ବେପାର ବିସ୍ତାର, ଜାଗା, ଜମି ଓ ଉଚ୍ଚସ୍ତରୀୟ ବାହନ କ୍ରୟ କରିବେ । ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବ । ଅନେକ ସମସ୍ୟା ସମାଧାନ ହୋଇ ଆର୍ଥିକ ଉନ୍ନତି ଘଟିବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

୧୨-ମୀନ

ବିଦ୍ୟାରେ ଉନ୍ନତି ଓ ଉଚ୍ଚ ବିଦ୍ୟା ଅଧ୍ୟୟନ ପାଇଁ ସୁଯୋଗ ପାଇବେ । ଗୃହବାହନ ପ୍ରାପ୍ତି ପରିଜନ ଓ ସାଧୁଜନପ୍ରିୟ ହେବେ । ଯଥା ସମ୍ଭବ ପ୍ରକୃତିସ୍ଥ ରହି ଅଳ୍ପ ପରିଶ୍ରମରେ ଅଧିକ ଲାଭର ଉପଭୋକ୍ତା ହେବେ । ସନ୍ତାନଙ୍କ ଉନ୍ନତି ଚିନ୍ତାରେ ମାନସିକ ଶାନ୍ତି ବୃଦ୍ଧି ହେବ । ଋଣରୁ ମୁକ୍ତି ମିଳିବ । ନିର୍ମାଣମୂଳକ ଯୋଜନାରେ ଆଗେଇବେ । ସେବାକାରୀମାନଙ୍କ କଠିନ ପରିଶ୍ରମ ଦ୍ଵାରା ଯଶ-ମାନ ସମ୍ମାନ ମିଳିବ । କୋର୍ଟ କଚେରୀ ଓ ମାଲିମୋକଦ୍ଦମାରେ ବିଜୟୀ ହେବେ । ସଂଘର୍ଷ ଦ୍ଵାରା ସଫଳତା ମିଳିବ । ଅଧିକାରୀଙ୍କଠାରୁ ସହଯୋଗ ମିଳିବ । ପ୍ରତିକାର:- ଗୋମାତାକୁ ଖାଦ୍ୟ ଦିଅନ୍ତୁ ।