ଆଜିର ରାଶିଫଳ 6 ଅଗଷ୍ଟ 2019, ମଙ୍ଗଳବାର, ହନୁମାନ ଙ୍କ କୃପାରୁ ଏହି ୩ଟି ରାଶିର ଭାଗ୍ୟ ଚମକିବ

ମେଷ:-

ବ୍ୟବସାୟ କ୍ଷେତ୍ରରେ ସଙ୍କଟ ଜନକ ପରିସ୍ଥିତିର ଅବସାନ ଘଟିବ । ଋଣପ୍ରାପ୍ତି ଓ ଋଣମୁକ୍ତିର ରାସ୍ତା ପରିଷ୍କାର  ହେବ । ସାହିତ୍ୟ, ସାମ୍ବାଦିକ, ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ । ପରୋପକାର ଏବଂ ସମାଜସେବା କାର୍ଯ୍ୟରେ ରୁଚି ବୃଦ୍ଧିହେବ । ବିଗିଡିଯାଇଥିବା କାର୍ଯ୍ୟ ସୁଧୁରିଯିବ । ଧୈର୍ଯ୍ୟ ଓ ସଂଯମ ରଖିବା ଆବଶ୍ୟକ । ଅସହାୟ ମାନଙ୍କୁ ସାହାଯ୍ୟ କରିବା ଫଳରେ ଲୋକମାନଙ୍କ ନିକଟରେ ମାନସମ୍ମାନ ପ୍ରତିଷ୍ଠା ପ୍ରତିପ୍ରତ୍ତି ବୃଦ୍ଧି ପାଇବ । ମହିଳାମାନେ ପିଲାମାନଙ୍କ ପ୍ରତି ସତର୍କ ରହି ଆନନ୍ଦିତ ହେବେ ।  ପ୍ରତିକାର- ଅସହାୟକୁ ନିରାଶ କରିବେ ନାହିଁ ।

ବୃଷ:-

ପରିବାର ବା ଘର ସମ୍ବନ୍ଧୀୟ କୌଣସି ମହତ୍ଵପୂର୍ଣ୍ଣ ସମାଚାର ଶୁଣିବେ । ସ୍ୱାସ୍ଥ୍ୟସମସ୍ୟା ସୁଧୁରିଯିବ । ନୂତନ ଲୋକଙ୍କ ସହିତ ଭେଟ ହେବ । ଅଟକିଥିବା କାର୍ଯ୍ୟ ସମ୍ପନ୍ନ ହେବ । ଯେ କୌଣସି ପରୀକ୍ଷା ବା ସାକ୍ଷାତ୍କାରର ପରିଣାମ ଆପଣଙ୍କ ସପକ୍ଷରେ ରହିବ । ବ୍ୟବସାୟ କ୍ଷେତ୍ରରେ କୌଣସି ଖୁସି ପ୍ରସଙ୍ଗ ଆସିବା ଫଳରେ ମନ ପ୍ରଫୁଲ୍ଲିତ ରହିବ । ଚାକିରୀରେ ପ୍ରମୋଶନ ମିଳିବାର ଯୋଜନା ପ୍ରସ୍ତୁତହେବ । ଆଧ୍ୟାତ୍ମିକ ବା ଧାର୍ମିକ କ୍ଷେତ୍ରରେ ବ୍ୟସ୍ତ ରହିବେ । ବେମାର, ବୃଦ୍ଧଜନ ଓ ଅଶକ୍ତ ଲୋକଙ୍କୁ ସହଯୋଗ କରିବା ପାଇଁ ହାତ ବଢେଇବେ ।  ପ୍ରତିକାର– ଷଣ୍ଢକୁ ଖାଇବାକୁ ଦିଅନ୍ତୁ ।

ମିଥୁନ:-

ଜଗାଜମି, ଗୃହ ଉପକରଣ କ୍ରୟ କରିବା ପାଇଁ ଯୋଗାଯୋଗ କରି ପାରନ୍ତି । ଦୂରଯାତ୍ରା କରିବା ଦ୍ଵାରା ବହୁତ ଲାଭ ମିଳିବ । ଜୀବନରେ ନୂଆଲକ୍ଷ ନିର୍ଦ୍ଧାରିତ କରିବେ । ମନ ଲଗାଇ କାର୍ଯ୍ୟ ମଧ୍ୟ କରିବେ । ଫୋନ ବା ଇଣ୍ଟରନେଟ୍ ରେ ପୁରୁଣା ମିତ୍ରଙ୍କ ଠାରୁ ସୁସମ୍ବାଦ ପ୍ରାପ୍ତି ହେବ । ନୂତନ ବନ୍ଧୁ ଭେଟ ହେବେ । ବିତିଯାଇଥିବା ମାମଲାରେ ମଧ୍ୟ ସଫଳତା ମିଳିବ । କାର୍ଯ୍ୟ କ୍ଷେତ୍ରରେ ଲାଭ ଉଠେଇବେ । ଧର୍ମ-କର୍ମରେ ରୁଚି ରହିବ । ମିତ୍ରଙ୍କ ସାହାଯ୍ୟ ଦ୍ଵାରା କର୍ମ ହେବ । ସ୍ୱାସ୍ଥ୍ୟରେ ସୁଧାର ଆସିବ । ବିପରୀତ ଲିଙ୍ଗୀଙ୍କ ସହଯୋଗ ଦ୍ଵାରା ଆଗକୁ ବଢିବେ ।  ପ୍ରତିକାର- ମୁହଁ ମିଠାକରି ଘରୁ ବାହାରନ୍ତୁ ।

କର୍କଟ:-

ଆବଶ୍ୟକୀୟ ନୂତନ ବସ୍ତୁ କ୍ରୟ କରିପାରିବେ । ପରିବାର ଓ ମିତ୍ରଙ୍କ ସହିତ ସମୟ ବିତେଇବେ । ମନରେଥିବା କାମନା ପୂର୍ଣ୍ଣ ହେବ । ଶାରୀରିକ କଷ୍ଟ ଦୂର ହୋଇ ସ୍ୱାସ୍ଥ୍ୟ ଭଲ ରହିବ । ସମସ୍ତ ସମସ୍ୟାର ଫଇସଲା ବୁଦ୍ଧିମତାରେ ପରିପୂର୍ଣ୍ଣ ହେବ । ନିଜର ଚତୁରତା ଓ ବିବେକରେ ବିପରୀତ ପରିସ୍ଥିତିକୁ ନିଜ ସପକ୍ଷରେ ନେଇପାରିବେ । ବନ୍ଧୁ ମିତ୍ରଙ୍କ ଆଗମନ ହେବ । ସନ୍ତାନ ସମ୍ବନ୍ଧିୟ କୌଣସି ମହତ୍ଵପୂର୍ଣ୍ଣ କାମ ଆପଣଙ୍କ ଦ୍ଵାରା ହୋଇପାରେ । ମହିଳାମାନେ ଅଧିକ ଭାଗ୍ୟବାଦିନୀ ହୋଇ ନିଜ ଗୋଡରେ ନିଜେ ଠିଆ ହେବାକୁ ସାହସ ବାନ୍ଧିବେ ।  ପ୍ରତିକାର– ଷଣ୍ଢକୁ ଖାଇବାକୁ ଦିଅନ୍ତୁ ।

ସିଂହ:-

ପାରିବାରିକ ଓ ଆର୍ଥିକସ୍ଥିତିରେ ସୁଧାର ଆସିବ । ସମସ୍ତ କ୍ଷେତ୍ରରେ ସଫଳତା ମିଳିବ । ସମ୍ପତ୍ତି ସମ୍ବନ୍ଧିୟ ମାମଲାରେ ଜୟ ହେବ । ଗୁରୁଜନ ଓ ବୃଦ୍ଧଜନଙ୍କ ସେବା କଲେ ଅନେକ ଆଶୀର୍ବାଦ ପାଇବେ । ବନ୍ଧୁଙ୍କ ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିପାରିବେ । ପରିବାର ଜନଙ୍କ ସମ୍ବନ୍ଧିତ କୌଣସି ଶୁଭ ସମାଚାର ଶୁଣିବେ । ଶତ୍ରୁ ବା ବିରୋଧୀ କିଛି କ୍ଷତି କରିପାରିବେ ନାହିଁ । କୌଣସି ଶୁଭକାର୍ଯ୍ୟ କରିବାକୁ ଆୟୋଜନ କରିବେ । ସ୍ୱାସ୍ଥ୍ୟସମସ୍ୟା ଦୂର ହୋଇଯିବ । ଜୀବନରେ ନୂଆଲକ୍ଷ ପୂରଣ କରିବା ପାଇଁ ସମୟ ନିର୍ଦ୍ଧାରିତ କରିବେ ।  ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

କନ୍ୟା:-

ନୂତନ ବନ୍ଧୁ ମିତ୍ରଙ୍କ ମିଳନ ହେବ । ପ୍ରେମ-ପ୍ରସଙ୍ଗରେ ମଧ୍ୟ ସଫଳତା ମିଳିବ । ନିର୍ମାଣ ମୂଳକ ଯୋଜନାରେ ଆଗେଇ ପାରିଲେ ଅଧା ଅଧୁରାଥିବା କାର୍ଯ୍ୟ ପୂରଣ ହୋଇଯିବ । ପାରିବାରିକସ୍ଥିତି ସନ୍ତୋଷ ଜନକ ହୋଇ ପରିବାରରେ ସୁସ୍ଥ ବାତା ବରଣ ଜାରି ରହିବ । ପରସ୍ପରକୁ ସାହାଯ୍ୟ କରି ଉତ୍ତମ ଯୋଜନାବଦ୍ଧ ହେବାର ସମ୍ଭାବନା ଅଛି । ବନ୍ଧୁବାନ୍ଧବ ମାନେ ଆର୍ଥିକ କ୍ଷେତ୍ରରେ ସାହାଯ୍ୟ ସହଯୋଗ କରିବେ ।  ସାମାଜିକ ସ୍ତରରେ ନିଜର ଉପସ୍ଥିତି ବୁଦ୍ଧି ପ୍ରୟୋଗ କରି କାର୍ଯ୍ୟ ହାସଲ କରିବେ । ପଡୋଶୀମାନେ ସମ୍ମୁଖରେ ପ୍ରଶଂସା କରି ପଛରେ ନିନ୍ଦା କରିବେ ।  ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ତୁଳା:-

ପୁରାତନ ରୋଗର ଉପସମ ଓ ବନ୍ଧୁ ସମାଗମ ହେବ । ଉଚ୍ଚପଦସ୍ଥ ବ୍ୟକ୍ତି ଓ ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ନିବିଡ ହେବ । ବ୍ୟବସାୟ ପାଇଁ ଭ୍ରମଣ କରିବା ଫଳରେ ବିଶେଷ ଲାଭାନ୍ଵିତ ହେବେ । ଶତୃ ଓ ବିରୋଧୀମାନେ ପରାସ୍ତ ହେବେ । ମହିଳାମାନେ ମାଙ୍ଗଳିକ କାର୍ଯ୍ୟରେ ରତ ହେବେ । ବୁଦ୍ଧିମାତା କାରଣରୁ ସମସ୍ତ କ୍ଷେତ୍ରରେ ଲାଭ ମିଳିବ । ଆର୍ଥିକ ସ୍ଥିତିରେ ପରିବର୍ତ୍ତନ ହେବ । ମିତ୍ର ଓ ସହଯୋଗୀଙ୍କ ଦ୍ଵାରା ଆଶାତୀତ ସହଯୋଗ ମିଳିବ । ନୂଆ କାମ ନୂଆ ପ୍ରେରଣା ଦେବ । ରାଜନୀତିରେ ସଫଳତା ମିଳିବ । ପିଲାମାନଙ୍କ କାର୍ଯ୍ୟରେ ଆନନ୍ଦିତ ହେବେ ।  ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

ବିଚ୍ଛା:-

ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ । ଆୟବୃଦ୍ଧି, ଋଣମୁକ୍ତି ଓ ଲୋକ ସମ୍ପର୍କ ବୃଦ୍ଧି ହେବ । ବ୍ୟବସାୟରେ ବକେୟା ଅର୍ଥ ଆଦାୟ ହେବ । ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସୁସମ୍ପର୍କ ରହିବ । ମାନସିକ ଦୁଶ୍ଚିନ୍ତା, ଶତୃବଧା ଦୂରେଇ ଯିବ ।  ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷାକରି ଶାନ୍ତି ପାଇବେ । ନିର୍ମାଣ, ଯୋଗାଯୋଗ, ସଭାସମିତି ପାଇଁ ଅଧିକ ସମୟ ଦେବାକୁ ପଡିବ । ବ୍ୟବସାୟରେ ଇଚ୍ଛା ମୁତାବକ ଲାଭପାଇବେ । ଅନେକ ଶୁଭ କର୍ମର ସୁଯୋଗ ପାଇବେ । ରାଜନୀତି କ୍ଷେତ୍ରରେ ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ପାଇବ ।  ପ୍ରତିକାର- ମୁହଁ ମିଠାକରି ଘରୁ ବାହାରନ୍ତୁ ।

ଧନୁ:-

ସାଧୁ-ସନ୍ଥ ଓ ଗୁରୁଜନଙ୍କ ଶୁଭାଶୀର୍ବାଦ ପ୍ରାପ୍ତ ହେବ । ନିଜ ଚେଷ୍ଟାରେ ବାକିଥିବା ଅର୍ଥ ପାଇବେ । ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେଇ ସଫଳ ହେବେ ।  ପୈତୃକ ସମ୍ପତ୍ତିକୁ ନେଇ  ପାରିବାରିକ ଦ୍ଵନ୍ଦ ମେଣ୍ଟିଯିବ ଓ ମାନସିକ ଏକାଗ୍ରତା ବଜାୟ ରହିବ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ । ରାଜନୀତି କ୍ଷେତ୍ରରେ ସମ୍ମାନ ପାଇବେ । ମହିଳାମାନେ ବିଭିନ୍ନ ପ୍ରକାର ସମସ୍ୟା ଭିତରେ ରହି କାର୍ଯ୍ୟ ହାସଲ କରିବେ । ପାରିବାରିକ ସ୍ନେହ ସହାନୁଭୁତି ପ୍ରାପ୍ତି ହେବ । ଶତୃମାନେ ମଥାନତ କରିବେ । ଅଭାବ ଅସୁବିଧା ଥାଇ ମଧ୍ୟ କୌଣସି କାମ ଅଟକିବନାହିଁ ।  ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ମକର:-

ପୂର୍ବ ଶତୃମାନେ ପଛଘୁଞ୍ଚା ଦେବା ଫଳରେ ବ୍ୟବସାୟରେ ଲାଭର ପରିମାଣ ଅଧିକ ହେବ । ଅତୀତ କଥାକୁ ଚିନ୍ତା କରି ଭାବପ୍ରବଣତା ବୃଦ୍ଧି ହେବ । ପଡୋଶୀମାନେ ସ୍ଵାର୍ଥ ହାସଲ କରିବା ପାଇଁ ବାକ୍ ଚତୁରୀ କଥା କହି କାର୍ଯ୍ୟ ପୂରଣ କରିବେ । ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ପ୍ରକାର ଅସୁବିଧା ହେବ ନାହିଁ । ଧାର୍ମିକ କାର୍ଯ୍ୟପ୍ରତି ମନ ବଳାଇବେ । ବହୁତ ଦିନରୁ ରଖିଥିବା ଧନ ଭିନ୍ନ ବାଟରେ ଖର୍ଚ୍ଚ ହୋଇଯିବ । ଭାବି ଚିନ୍ତି କାର୍ଯ୍ୟ ନ କଲେ ଠକାମିରେ ପଡିବେ । ଭୋଗ ବିଳାସଦ୍ରବ୍ୟ କ୍ରୟକରି ଆର୍ଥିକ ଶଙ୍କଟ ଭୋଗି ପାରନ୍ତି ।  ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

କୁମ୍ଭ:-

ବ୍ୟବସାୟ ସମ୍ବନ୍ଧୀୟ ଶୁଭ ସମାଚାର ମିଳିବ । ଶତୃମାନେ ପରାଜିତ ହୋଇ ପାରିବାରିକ କ୍ଷେତ୍ରରେ ସଫଳତା ଏବଂ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢେଇବ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ସହକର୍ମୀମାନଙ୍କ ସହ ଶତ୍ରୁତା ମେଣ୍ଟିଯିବ । ପରୀକ୍ଷା, ପ୍ରତିଯୋଗୀତା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ପ୍ରତେକ କ୍ଷେତ୍ରରେ ବିନୟପୂର୍ଣ୍ଣ କଥା କହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ । ଗୁରୁ ଗୁରୁଜନ ଆପଣଙ୍କ ବୁଦ୍ଧିକୁ ପ୍ରଶଂସା କରିବେ । ନିଜର କାମକୁ ପଛରେ ପକାଇ ଅନ୍ୟଦ୍ଵାରା ପ୍ରଭାବିତ ହୋଇ କୌଣସି ଶୁଭ କାମ କରିବେ ।  ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ମୀନ:-

ଅର୍ଥ ସଂପର୍କିତ ଚୁକ୍ତିପତ୍ର କଲେ ପ୍ରଚୁର ଲାଭବାନ ହେବେ । ଋଣ ପରିଶୋଧ କରିବାର ସୁଯୋଗ ପାଇବେ । କଳେବଳେ କୌଶଳରେ ଅର୍ଥ ସଂଗ୍ରହ କରି ମଉଜ ମଜଲିସ୍ କରିବା ପାଇଁ ସମୟ ପାଇବେ । ପାରିବାରିକସ୍ଥିତି ସନ୍ତୋଷ ଜନକ ହେବ । ରାଜନୀତିରେ ସଫଳତା ମିଳିବ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ଉନ୍ନତି ପାଇଁ ପ୍ରୟାସ ରତ ହେବେ । ଭଲଭାବରେ ଚିନ୍ତା କରି କାମରେ ଆଗେଇ ଚାଲନ୍ତୁ କୌଣସି ଅସୁବିଧାର ସମ୍ମୁଖୀନ ହେବେ ନାହିଁ । ଭାଇ ବନ୍ଧୁ ମାନଙ୍କ ଠାରୁ ଲାଭ ମିଳିବ । ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମନସନ୍ତୁଷ୍ଟ ରହିବ ।  ପ୍ରତିକାର-ମାଦକଦ୍ରବ୍ୟ ସେବନ କରନ୍ତୁ ନାହିଁ ।