ଆଜିର ରାଶିଫଳ, 6 ଏପ୍ରିଲ 2020, ସୋମବାର, ମହାଦେବଙ୍କ ଦିବ୍ୟ କୃପା ପାଇ ଏହି ୪ଟି ରାଶି ର ସବୁ ଇଚ୍ଛା ପୂରଣ ହେବ

୧-ମେଷ

ବିଗିଡିଯାଇଥିବା କାର୍ଯ୍ୟ ସୁଧୁରିଯିବ । ନିବେଶ ପାଇଁ ସମୟ ଉପଯୁକ୍ତ ଅଟେ । ଯେ କୌଣସି ପରୀକ୍ଷା ବା ସାକ୍ଷାତ୍କାରର ପରିଣାମ ଆପଣଙ୍କ ସପକ୍ଷରେ ରହିବ । ଘର ପରିବାରରେ କୌଣସି ଖୁସି ପ୍ରସଙ୍ଗ ଆସିବ । ମହିଳାମାନେ ନିଜର ଇଛା ପୂରଣ ପାଇଁ କୌଣସି କର୍ମକରି ପ୍ରଶଂସା ପାଇବେ । ଶତୃମାନେ ଦୂରେଇ ଯିବେ । କମିଶନ କାର୍ଯ୍ୟରେ ଲାଭ ହେବାର ସମ୍ଭାବନା ଅଛି । ସରକାରୀ କ୍ଷେତ୍ରରେ ସଫଳତା ମିଳିବ ।

୨-ବୃଷ

ଜାଗା, ଜମି, ଗୃହ ସମ୍ବନ୍ଧୀୟ ସମସ୍ୟା ସହଜରେ ସମାଧାନ ହେବ । ସନ୍ତାନ ପକ୍ଷର ଚିନ୍ତା ଦୂର ହୋଇଯିବ । ସ୍ଥାନାନ୍ତର ହେବାକୁ ଚାହୁଁଥିଲେ, ଆଜି ଚେଷ୍ଟାକଲେ ଉତ୍ତମ ସ୍ଥାନରେ ଅବସ୍ଥାପିତ ହେବେ । ପୁରାତନରୋଗ ପ୍ରକୋପରେ ଶରୀରକଷ୍ଟ ଭୋଗ କରିବେ । କର୍ମକ୍ଷେତ୍ରରେ ବାଧା ଦେଖାଦେବ । ପାରିବାରିକ ସ୍ଥିତିର ଅବ୍ୟବସ୍ଥିତତାକୁ ଆଧାର କରି କ୍ଷୋଭ, ଅବଶୋଷ, ଅପମାନରେ ଜର୍ଜରିତ ହେବେ । ଅଳ୍ପକେ ଦୁର୍ଘଟଣାରୁ ରକ୍ଷା ପାଇବେ ।

୩-ମିଥୁନ

କର୍ମକ୍ଷେତ୍ରରେ ଉନ୍ନତିମୂଳକ ପଦକ୍ଷେପ ନେଇ ଆର୍ଥିକସ୍ଥିତି ସନ୍ତୋଷପ୍ରଦ ହେବ । ନୂତନ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ । ଶାରିରୀକ ଅସୁସ୍ଥତା ଦୂରହେବ । ପରିବାରଜନଙ୍କ ଉନ୍ନତିରେ ଆନନ୍ଦିତ ହେବେ । ଫୋନ, ମୋବାଇଲ୍, ଇଣ୍ଟରନେଟ୍ ରେ ପୁରୁଣା ମିତ୍ରଙ୍କ ଦ୍ଵାରା ସୁସମ୍ବାଦ ପ୍ରାପ୍ତି ହେବ । ବିଦ୍ୟାଧ୍ୟୟନ କ୍ଷେତ୍ରରେ ସଫଳତା ମିଳିବ । ବାଦ-ବିବାଦ, ପ୍ରତିଯୋଗୀତା-ପରୀକ୍ଷା ଓ ମାଲିମୋକଦ୍ଦମାର ସମାଧାନ ହେବ । ସ୍ଵାସ୍ଥ୍ୟକ୍ଷେତ୍ରରେ ପରିବର୍ତ୍ତନ ଆସିବ ।

୪-କର୍କଟ

ବ୍ୟବସାୟୀମାନେ ଧନଲାଭ କରିବାର ସୁଯୋଗ ପାଇବେ । ଶତୃମାନେ ମିତ୍ରଭାବ ଆଚରଣ କରିବେ । ପିଲାମାନଙ୍କ କାର୍ଯ୍ୟରେ ସନ୍ତୁଷ୍ଟ ହେବେ । ବାଦବିବାଦ, ପ୍ରତିଯୋଗିତାପରୀକ୍ଷା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ସଫଳହେବେ । ମିତ୍ରଙ୍କ ସାହାଯ୍ୟ ଦ୍ଵାରା ସୁଖ ସମୃଦ୍ଧି ବୃଦ୍ଧି ହେବ ଓ ସାମାଜିକ କ୍ଷେତ୍ରରେ ପ୍ରଶଂସିତ ହେବେ । ସ୍ୱାସ୍ଥ୍ୟରେ ସୁଧାର ଆସିବ । ବିପରୀତ ଲିଙ୍ଗୀଙ୍କ ସହଯୋଗ ଦ୍ଵାରା ଆଗକୁ ବଢିବେ । ଜାଗା, ଜମି, ସ୍ଵର୍ଣ୍ଣ ଅଳଙ୍କାର ଓ ଉଚ୍ଚସ୍ତରୀୟ ବାହନ କ୍ରୟ କରିବେ ।

୫-ସିଂହ

ଉଚ୍ଚାଧିକାରୀ, ସହକର୍ମୀ, ଭାଇ ବନ୍ଧୁ ବା କୌଣସି ବିଶିଷ୍ଟ ବ୍ୟକ୍ତିଙ୍କର ସହଯୋଗ ମନୋବଳକୁ ବଢେଇଦେବ । ପରିବାର ବା ଘର ସମ୍ବନ୍ଧୀୟ କୌଣସି ମହତ୍ଵପୂର୍ଣ୍ଣ ସମାଚାର ଶୁଣିବେ । ସ୍ୱାସ୍ଥ୍ୟସମସ୍ୟା ସୁଧୁରିଯିବ । ନୂତନ ଲୋକଙ୍କ ସହିତ ଭେଟ ହେବ । ଅଟକିଥିବା କାର୍ଯ୍ୟ ସମ୍ପନ୍ନ ହେବ । ବହୁତ ଦିନରୁ ଯେଉଁ କାମ ପାଇଁ ଚିନ୍ତା କରୁଥିଲେ ତାହା ଆଜି ଅଳ୍ପ ପ୍ରୟାସରେ ପୂର୍ଣ ହୋଇଯିବ । ନୂଆଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ ।

୬-କନ୍ୟା

ପ୍ରେମ-ପ୍ରସଙ୍ଗରେ ସଫଳତା ମିଳିବ । କୋର୍ଟ-କଚେରୀ ମାମଲା ଓ ବିବାଦ ଆପଣଙ୍କ ସପକ୍ଷରେ ଯିବ । ପ୍ରତିଯୋଗିତା ପରୀକ୍ଷା, ବାଦବିବାଦ ଓ ମାଲିମୋକଦ୍ଦମାରେ ସଫଳତା ମିଳିବ । ନିଜର ଆତ୍ମନିରୀକ୍ଷଣ ଦ୍ଵାରା ସାମାଜିକ କଲ୍ୟାଣ ଓ ଜୀବନସ୍ତର ପରିବର୍ତ୍ତନ ହେବ । ଅଚାନକ ଧନ ପ୍ରାପ୍ତି ହେବ ଓ ଭବିଷ୍ୟତ ପାଇଁ ଯୋଜନା କରି ପୁଞ୍ଜି ନିବେଶ କରିବେ । ଉଚ୍ଚଅଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ କର୍ମୋନ୍ନତି ହେବ । ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବ । ଧର୍ମ-କର୍ମରେ ରୁଚି ରହିବ ।

୭-ତୁଳା

ଆଧ୍ୟାତ୍ମିକ ବା ଧାର୍ମିକ କ୍ଷେତ୍ରରେ ଯୋଗଦେବେ । ବ୍ୟାଙ୍କ, ବୀମା, ନିବେଶ ପରି ଆର୍ଥିକ ଗତିବିଧିରେ ବ୍ୟସ୍ତ ରହିବେ । ବ୍ୟବସାୟ ସମ୍ବନ୍ଧୀୟ ଜରୁରୀ କାର୍ଯ୍ୟ ପାଇଁ ଯାତ୍ରା କରିବାକୁ ପଡିବ । କର୍ମ କ୍ଷେତ୍ରରେ ବରିଷ୍ଠ ବ୍ୟକ୍ତି ଓ ସହଯୋଗୀ ମାନଙ୍କର ସାହାଯ୍ୟ ସହଯୋଗ ମିଳିବ । ସନ୍ତାନର ସୁ-ଖବର ଶୁଣି ଖୁସି ହେବେ । ସାମାନ୍ୟ କଥାରେ ଅଯଥା ତର୍କ ନକରି ଶାନ୍ତ ରହିବା ଉଚିତ୍ । କୌଣସି କ୍ଷେତ୍ରରେ ଆଗକୁହା ନ ହୋଇ କର୍ମନିଷ୍ଠା ମଧ୍ୟରେ ନିଜକୁ ସୀମିତ ରଖିବା ହିତକର ।

୮-ବିଚ୍ଛା

ପରିବାରରେ ସୁସ୍ଥ ବାତାବରଣ ଜାରିରହିବ । ପରସ୍ପରକୁ ସାହାଯ୍ୟ ସହଯୋଗ କରି, ଗଠନମୂଳକ କାର୍ଯ୍ୟ ହାତକୁ ନେବେ । ଜାଗା, ଜମି, ଗୃହପୋକରଣ କ୍ରୟ କରିବେ । ଆୟ ଉପାର୍ଜନରେ ବାଧା ନାହିଁ । ଜନ ସେବାରେ ନିଜକୁ ନିୟୋଜିତ କରିବେ । ବନ୍ଧୁ ମିତ୍ର ନିକଟ ସମ୍ପର୍କୀୟ ବ୍ୟକ୍ତି ଆର୍ଥିକ ସାହାଯ୍ୟ କରିବେ । କର୍ମ କ୍ଷେତ୍ରରେ ଉଚ୍ଚଅଧିକାରୀ ସହକର୍ମୀଙ୍କ ସହ ବାଦବିବାଦ ମେଣ୍ଟିଯିବ । ଇଛାକରିଥିବା ସଂସ୍ଥାରେ ନୂତନ କର୍ମପ୍ରାପ୍ତି ହେବ । ମହିଳାମାନଙ୍କର ଧାର୍ମିକ କାର୍ଯ୍ୟରେ ରୁଚିବୃଦ୍ଧି ପାଇବ ।

୯-ଧନୁ

ଯଦି କୌଣସି ନୂତନ ଯୋଜନାର କ୍ରିୟାନ୍ୱିତ କରିବାକୁ ଚାହୁଁଥାନ୍ତି, ତା’ ହେଲେ ଆଗେଇ ନବା ଉଚିତ୍ । ବ୍ୟବସାୟ ସମ୍ବନ୍ଧିତ ଯାତ୍ରା କରିବାକୁ ପଡିବ । ଅନେକ ସମସ୍ୟାର ସମାଧାନ ହୋଇ ପରିବାରରେ ହସ ଖୁସିରେ ବାତାବରଣ ଖେଳିଯିବ । ରାଜନୀତି କ୍ଷେତ୍ରରେ ଧୈର୍ଯ୍ୟ ଓ ସଂଯମ ରଖିବା ଆବଶ୍ୟକ ଅଟେ । ଛାତ୍ର-ଛାତ୍ରୀମାନେ ଦୁଃଖୀ ଲୋକଙ୍କୁ ସାହାଯ୍ୟ କରିବେ । ଭାବନାର ବଶୀଭୂତ ହୋଇ ଅମିନୀ, ଜାମିନି, ମଧ୍ୟସ୍ଥତା ଠିକ୍ ହେବ ନାହିଁ ।

୧୦-ମକର

ଅଫିସର ଓ ଅଧିକାରୀ କାମରେ ପ୍ରସନ୍ନ ରହିବେ । କର୍ମ କ୍ଷେତ୍ରରେ ସହଯୋଗୀମାନଙ୍କ ଯୋଗୁଁ ଉତ୍ତମ କାର୍ଯ୍ୟ କରି ପଦୋନ୍ନତି ପାଇବାର ସୁଯୋଗ ପାଇବେ । କର୍ମସନ୍ଧିତ୍ସୁମାନେ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ । କାରବାର ଓ କାର୍ଯ୍ୟ ସ୍ଥିତିରେ ସୁଧାର ଆସିବାରୁ ମନ ବହୁତ ଖୁସି ରହିବ । ସାଧାରଣ ଲୋକ ସମ୍ପର୍କକୁ ଅତିକ୍ରମ କରିବା ଲକ୍ଷ୍ୟରେ ଭୋଗମାର୍ଗୀ ହୋଇ ନିଜକୁ ପ୍ରତିଷ୍ଠିତ କରିପାରିବେ । ନୂଆ ଲକ୍ଷକୁ ନିର୍ଦ୍ଦାରିତ କରିପାରିବେ । ନୂତନ ବସ୍ତୁ କ୍ରୟ କରିବେ ।

୧୧-କୁମ୍ଭ

ନୂତନ ବନ୍ଧୁ ଭେଟ ହେବେ ଓ ଶୁଭ ସମାଚାର ଶୁଣିବାକୁ ମିଳିବ । ବିତିଯାଇଥିବା ମାମଲାରେ ମଧ୍ୟ ସଫଳତା ମିଳିବ । କାର୍ଯ୍ୟ କ୍ଷେତ୍ରରେ ଲାଭ ଉଠେଇବେ । ନୂଆ ବେପାରୀଙ୍କ ସହ ସମ୍ପର୍କ ଯୋଗୁଁ ନୂତନ ବ୍ୟବସାୟର ଯୋଜନା କରିବେ । ପ୍ରେମସମ୍ବନ୍ଧ ଓ ଦାମ୍ପତ୍ୟ ଜୀବନରେ ମଧୁରତା ସୃଷ୍ଟି ହୋଇ ସମ୍ବନ୍ଧରେ ପ୍ରଗାଢତା ଆସିବ । ମହିଳାଙ୍କ ସହଯୋଗରେ କେତେକ ସମସ୍ୟାର ସମାଧାନ ହେବ । ଗୃହପାଳିତ ପଶୁ ଓ ଯାନବାହାନ ଇତ୍ୟାଦି କ୍ରୟ କରି ଲାଭବାନ୍ ହେବେ ।

୧୨-ମୀନ

ବେମାର, ବୃଦ୍ଧଜନ ଓ ଅଶକ୍ତ ଲୋକଙ୍କୁ ସହଯୋଗ କରିବା ପାଇଁ ହାତ ବଢେଇବେ । ଦୂରଯାତ୍ରା କରିବା ଦ୍ଵାରା ବହୁତ ଲାଭ ମିଳିବ । ନିଜର ନୂଆଲକ୍ଷ ନିର୍ଦ୍ଧାରିତ କରିବେ । ମନ ଲଗାଇ କାର୍ଯ୍ୟ ମଧ୍ୟ କରିବେ । କେତେକ ନୂଆ ସମସ୍ୟାର ସମ୍ମୁଖୀନ ହେଲେବି ନିଜର ବୁଦ୍ଧି, ବିବେକ ଖଟାଇ ସମାଧାନ କରିପାରିବେ । ଆମୋଦ ପ୍ରମୋଦ, ମନୋରଞ୍ଜନ, ଦୀର୍ଘଯାତ୍ରା, ଛୋଟ ବଡ ମିଟିଙ୍ଗୀରେ ଯୋଗ ଦେବେ । ଶିକ୍ଷାକ୍ଷେତ୍ରରେ ଉଚ୍ଚଶ୍ରେଣୀ ପାଇବେ ଏବଂ ଉଚ୍ଚଶିକ୍ଷା ପାଇବାର ସୁଯୋଗ ମଧ୍ୟ ପାଇପାରିବେ ।