ଆଜିର ରାଶିଫଳ 6 ଜୁଲାଇ 2019, ଶନିବାର – ଶନି ଦେବ ଙ୍କ କୃପାରୁ ଏହି ୪ଟି ରାଶିର ଶୁଭ ଦିନ ଆରମ୍ଭ ହେବ

ମେଷ:-

ସରକାରୀ କର୍ମଚାରୀମାନେ ଉତ୍ତମ କାର୍ଯ୍ୟ କରି ପ୍ରଶଂସା ପାଇବେ । କର୍ମସଂଧାନୀ ମାନେ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳତା ପାଇବେ । ଅବିବାହିତ ଯୁବକ-ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ । ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ । ପାରିବାରିକ ଏବଂ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ସମସ୍ତ ଦୁଃଶ୍ଚିନ୍ତା ଦୂର ହେବ । ବରିଷ୍ଠ ଅଧିକାରୀଙ୍କ ସହ ଦୂର ଯାତ୍ରା କରିବାକୁ ପଡ଼ିବ । ବ୍ୟବସାୟ ସମ୍ବନ୍ଧୀୟ ସମସ୍ୟାରେ ଉତ୍ସାହିତ ହେବେ ।  ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

ବୃଷ:-

କର୍ମକ୍ଷେତ୍ରରେ କଠିନ ପରିଶ୍ରମ କରିବାକୁ ପଡିବ ଓ ପଦୋନ୍ନତିର ସୂଚନା ପାଇବେ । ବ୍ୟବସାୟ କ୍ଷେତ୍ରରୁ ମନ ମୁତାବକ ଲାଭପ୍ରଦ ହେବେ । ରାଜନୀତି କ୍ଷେତ୍ରରେ ଅତ୍ୟନ୍ତ ଶୁଭଫଳ ପ୍ରାପ୍ତି ହେବ । ପ୍ରତିଯୋଗିତା ପରୀକ୍ଷାରେ ଆନନ୍ଦିତ ହେବେ । ପାରିବାରିକ ସ୍ଥିତି ସୁଧିରିଯିବ ଓ ଆର୍ଥିକ ଉନ୍ନତି ଦେଖାଦେବ । କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ଜୟଯୁକ୍ତ ହେବେ । ଅଚାନକ ଧନପ୍ରାପ୍ତି, ଜାଗା, ଜମି ଓ ଉଚ୍ଚସ୍ତରୀୟ ବାହନ କ୍ରୟ କରିବେ । ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ସ୍ଥିର ହେବ । ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମନସନ୍ତୁଷ୍ଟ ରହିବ ।  ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ ।

ମିଥୁନ:-

କର୍ମ କ୍ଷେତ୍ରରେ ଗଠନମୂଳକ ପ୍ରସ୍ତାବ ଦେଇ ପ୍ରଶଂସିତ ହେବେ । ଧାର୍ମିକ କାର୍ଯ୍ୟରେ କୌଣସି ବିବାଦୀୟ ଘଟଣାରେ ନୀରବତା ଅବଲମ୍ବନ ନକଲେ କ୍ଷତିରେ ପଡିବେ । ନୂତନ ବ୍ୟବସାୟ ଆରମ୍ଭ, ବ୍ୟବସାୟ ବିସ୍ତାର କଲେ ଆଶାତିତ ଲାଭବାନ୍ ହେବେ । ସାମାଜିକ ସ୍ତରରେ ଖ୍ୟାତି ହେବ । ନିକଟ ସମ୍ପର୍କୀୟଙ୍କଠାରୁ ପ୍ରଶଂସିତ ହେବେ । ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ମିଳିବ । ଶିକ୍ଷାକ୍ଷେତ୍ରରେ ସଫଳତା ମିଳିବ । ପରୋକ୍ଷ ଶତୃଙ୍କୁ ପ୍ରତିହତ କରି ବହୁତ ଦିନରୁ ବାକି ରହିଥିବା ଟଙ୍କା ମିଳିଯିବା ଫଳରେ ଆଶା କରିଥିବା କାମଟି ସମ୍ପନ୍ନ କରିପାରିବେ ।  ପ୍ରତିକାର- ମୁହଁ ମିଠାକରି ଘରୁ ବାହାରନ୍ତୁ ।

କର୍କଟ:-

ଦୃଢ଼ ଆତ୍ମବିଶ୍ୱାସ ଦ୍ୱାରା ସମସ୍ତବାଧା ବିଘ୍ନକୁ ଅତିକ୍ରମକରି ଆଗକୁ ବଢ଼ିବାର ଯୋଜନା ସଫଳ ହେବ । ବ୍ୟବସାୟ ପ୍ରସାରଫଳରେ ଅତ୍ୟଧିକ ଲାଭହେବା ସହ ଆର୍ଥିକ କ୍ଷେତ୍ରରେ ଉନ୍ନତିହେବ । ସରକାରୀ କର୍ମଚାରୀମାନେ କର୍ମ କ୍ଷେତ୍ରରେ ସମ୍ମାନ ଲାଭ କରିବେ । ପାରିବାରିକ କ୍ଷେତ୍ରରେ ସୁଖ ଶାନ୍ତି ପ୍ରାପ୍ତି ହେବ । ଛାତ୍ର-ଛାତ୍ରୀମାନେ ଯାନ ବାହନ ଇତ୍ୟାଦି କ୍ରୟ କରିବା ପାଇଁ ଜିଦ୍ ଧରି ପାରନ୍ତି । ମହିଳାମାନଙ୍କର ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନରେ ବୃଦ୍ଧି ହେବ । ଖାଦ୍ୟପେୟର ଅନିୟମିତତା ସ୍ଵାସ୍ଥ୍ୟହାନିର କାରଣ ହୋଇପାରେ । ପ୍ରତିକାର:- ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।

ସିଂହ:-

କର୍ମସଂଧାନୀ ମାନେ କର୍ମ ନିଯୁକ୍ତିରେ ସଫଳତା ଲାଭ କରିବେ । ଶରୀର ସୁସ୍ଥ ରହିବା ସହ ଆର୍ଥିକ ସ୍ଥିତିରେ ବୃଦ୍ଧି ହେବ । ହାତ ପାହାନ୍ତାରେ ଥିବା ସୁଯୋଗ ଆପେ ଆପେ ଆସିଯିବ । ବ୍ୟବସାୟ ପାଇଁ ଯୋଗାଯୋଗ କରିଥିବା କ୍ଷେତ୍ରରୁ ଡାକରା ପାଇ ଯାତ୍ରା କରିବାକୁ ବାଧ୍ୟ ହେବେ । ଅଧ୍ୟୟନ ଓ ଅଧ୍ୟାପନା ତଥା ସାମାଜିକ କ୍ଷେତ୍ରରେ ପ୍ରତିଷ୍ଠା ବଢିବ । କଳା ଓ ସଙ୍ଗୀତରେ ସୁନାମ ଅର୍ଜନ କରିବେ । ପ୍ରତିଯୋଗିତା ପରୀକ୍ଷାରେ କୃତକାର୍ଯ୍ୟ ହେବେ । କର୍ମକ୍ଷେତ୍ରରେ ଯୋଗାଯୋଗ କଲେ ଆଶା କରୁଥିବା ସ୍ଥାନକୁ ସ୍ଥାନାନ୍ତରଣ ହୋଇ ପାରିବେ ।  ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

କନ୍ୟା:-

ପ୍ରତିଯୋଗୀ ପରୀକ୍ଷା ଅଥବା ବିଭାଗୀୟ ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇ ନୂତନକର୍ମ ପ୍ରାପ୍ତି ହେବ । ବ୍ୟବସାୟ ଦିଗରୁ ପ୍ରାୟତଃ ଅନୁକୂଳ ରହିବା ଫଳରେ ଆଶାତୀତ ଲାଭ ପାଇବାର ରାସ୍ତା ପରିସ୍କାର ହୋଇଯିବ । ପୂର୍ବରୁ ଲାଗିରହିଥିବା ଅଫିସରେ ଟେନସନ୍ ଦୂର ହୋଇ ସୁସମ୍ବାଦ ପ୍ରାପ୍ତି ହେବ । ପାରିବାରିକ ସମସ୍ୟା ସହଜ ସରଳରେ ସମାଧାନ ହୋଇଯିବା ଫଳରେ ମନ ଶାନ୍ତିହେବ । ରାଜନୀତି କ୍ଷେତ୍ରରେ ସ୍ୱାର୍ଥରକ୍ଷା କରିବା ପାଇଁ କଠିନ ପରିଶ୍ରମ କରିବେ । ମହିଳାମାନେ ଭୋଗ ବିଳାସକୁ ତୁଚ୍ଛ ମଣି କର୍ତ୍ତବ୍ୟ ସାଧନକୁ ଭଗବତ୍ ସେବାଭଳି ମାନ୍ୟତା ଦେବେ ।  ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ତୁଳା:-

କର୍ମଜୀବୀ ମାନେ ସାଧୁ ଓ ସଚ୍ଚୋଟ ଭାବେ କର୍ମଯୋଗକୁ ଶ୍ରେଷ୍ଠତା କରି ସମ୍ମାନ ଓ ପ୍ରତିଷ୍ଠାର ଅଧିକାରୀ ହେବେ । ବ୍ୟବସାୟକ୍ଷେତ୍ରରେ ଅନେକଦିନ ଧରି ଚାଲିଥିବା ଦ୍ୱନ୍ଦ୍ୱର ସମାଧାନ ହେବ । ଭାଇ, ବନ୍ଧୁ, ମିତ୍ର ଓ ସହକର୍ମୀମାନଙ୍କ ସହିତ ମତଭେଦ ସମାପ୍ତ ହେବ । ଛାତ୍ର-ଛାତ୍ରୀମାନେ ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ସଫଳ ହେବେ । ଜମିବାଡ଼ି ସଂକ୍ରାନ୍ତୀୟ ସମସ୍ୟା ଓ ଆତ୍ମୀୟ ଶତ୍ରୁତା ସମସ୍ୟାର ସମାଧାନ ହୋଇଯିବ । ରାଜନୀତି କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା ପ୍ରସିଦ୍ଧି, ସାମାଜିକସ୍ଥିତି, ମାନସମ୍ମାନ ଓ ଆତ୍ମବିଶ୍ୱାସ ବୃଦ୍ଧିପାଇବ । ପ୍ରତିକାର- ଗୋମାତାକୁ ଖାଇବାକୁ ଦିଅନ୍ତୁ ।

ବିଚ୍ଛା:-

ବ୍ୟବସାୟକ୍ଷେତ୍ରରେ କଠିନ ପରିଶ୍ରମ କରି ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ଆଣିବେ । ମହିଳାମାନେ କାର୍ଯ୍ୟବ୍ୟସ୍ତତା ଯୋଗୁଁ ପରିବାର ଏବଂ ସାଙ୍ଗସାଥିଙ୍କ ଠାରୁ ଦୂରରେ ରହି ପାରନ୍ତି । କର୍ମକ୍ଷେତ୍ରରେ ବୁଦ୍ଧି ବିବେକ ଖେଳାଇ କର୍ତ୍ତବ୍ୟ ପରାୟଣାତାକୁ ମୁଖ୍ୟ କରି ଚଳିବା ହିତକର । ମାଲିମୋକଦ୍ଦମାରେ ସମ୍ମାନ ଓ ପ୍ରତିଷ୍ଠା ଅତୁଟ ରହିବ । ରାଜନୀତି କ୍ଷେତ୍ରରେ ଉଚ୍ଚସମ୍ପର୍କରୁ ଲାଭବାନ ହେବେ । ଛାତ୍ର-ଛାତ୍ରୀମାନେ ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ । ସହକର୍ମୀ କେହି ଇର୍ଷାତୁର ହେଲେବି କ୍ଷତିକାରୀ ହେବେନାହିଁ ।  ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ଧନୁ:-

ବ୍ୟବସାୟୀମାନେ ନଗଦ କାରବାରରେ ଅଧିକ ଲାଭପ୍ରଦ ହେବେ । ଋଣ ଭରଣାରେ ସହଜ ହେବ । ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ । ପରିବାରରେ ସୁସ୍ଥ ବାତାବରଣ ଜାରି ରହିବା ଫଳରେ ପରସ୍ପରକୁ ସାହାଯ୍ୟ ସହଯୋଗକରି ଗଠନମୂଳକ ଦିଗପ୍ରତି ଆଗ୍ରହୀ ହେବେ । ମହିଳାମାନଙ୍କର ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ଛାତ୍ର-ଛାତ୍ରୀମାନେ କାର୍ଯ୍ୟବ୍ୟସ୍ତତା ଯୋଗୁଁ ସାଙ୍ଗସାଥିଙ୍କ ସହ ଉତ୍ତମ ଯୋଜନାବଦ୍ଧ ହେବାର ସମ୍ଭାବନା ଅଛି । ରାଜନୀତି କ୍ଷେତ୍ରରେ ସଫଳତା ଏବଂ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

ମକର:-

ଆର୍ଥିକ କ୍ଷେତ୍ରରେ ପ୍ରବଳ ଉନ୍ନତି ହେବ । ମହିଳାମାନଙ୍କର କାର୍ଯ୍ୟ କ୍ଷେତ୍ରରେ ସଫଳତା ପାଇ ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ବ୍ୟବସାୟ ବଢ଼ାଇବାରେ ସମର୍ଥ ହେବେ । ଛାତ୍ର-ଛାତ୍ରୀମାନେ ପ୍ରତିଯୋଗୀ ପରୀକ୍ଷା ଅଥବା ବିଭାଗୀୟ ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇ ନୂତନପନ୍ଥା ଅନୁସରଣ କରିବେ । କର୍ମଚାରୀ ଓ ଶ୍ରମିକମାନେ ବେଶି ଉପକୃତ ହେବେ । ତଳ ମହଲରୁ ଆଶାତୀତ ଲାଭ ପାଇବେ । କୋର୍ଟ କଚେରୀ ମାମଲାରେ ସଫଳ ହେବେ ।  ପ୍ରତିକାର- ମୁହଁ ମିଠାକରି ଘରୁ ବାହାରନ୍ତୁ ।

କୁମ୍ଭ:-

ରାଜନୀତିରେ ଲୋକ ସମର୍ଥନକୁ ଆଧାର କରି ବଳିୟାନ ହେବେ । ଛାତ୍ର-ଛାତ୍ରୀମାନେ ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ । ସାଂଗଠନିକ କାର୍ଯ୍ୟରେ ଅଂଶ ଗ୍ରହଣ କରିବେ । ଆର୍ଥୀକ କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇ କୌଣସି ଜରୁରୀ କାର୍ଯ୍ୟକୁ ମନୋଯୋଗ ଦେଇ ପୂର୍ଣ୍ଣକରିବେ । ବ୍ୟବସାୟିକ ଗତିବିଧି ଠିକ୍ ରହିବ ଓ ନୂତନକର୍ମ ପ୍ରାପ୍ତି ହେବ । ପରିବାର ସମସ୍ୟାର ସମାଧାନ ହୋଇଯିବା ଫଳରେ ପାରିବାରିକ ଜୀବନ ସୁଖମୟ ହେବ । ମହିଳାମାନେ ସନ୍ତାନ ସନ୍ତତି ମାନଙ୍କଖୁସିରେ ଆନନ୍ଦିତ ହେବେ ।  ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ମୀନ:-

ବ୍ୟବସାୟରେ ସଫଳତା ଅର୍ଜନ ତଥା ଦୂରଯାତ୍ରାର ସୁଯୋଗ ପାଇବେ । ଆତ୍ମବିଶ୍ୱାସ ବୃଦ୍ଧି ପାଇବ । କମ୍ ପରିଶ୍ରମରେ ଆଶାଜନକ ଫଳ ପ୍ରାପ୍ତିହେବ । ଆୟରସ୍ରୋତ ଖୋଲିଯିବ । କର୍ମକ୍ଷେତ୍ରରେ ଉପରିସ୍ଥଙ୍କୁ ଆପଣାର କରି କୃପା ଭାଜନ ହେବେ ଓ ଅଧସ୍ତନ କର୍ମୀ ଓ ନିମ୍ନବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ । ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ । ରାଜନୀତି କ୍ଷେତ୍ରରେ ସୁ-ସମ୍ପର୍କ ସ୍ଥାପନ କରି ନିଜର ଭାବମୂର୍ତ୍ତିକୁ ଉଜ୍ଜ୍ୱଳତର କରିବାର ସାମର୍ଥ୍ୟ ବଢ଼ିବ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ ।  ପ୍ରତିକାର:- ମାଦକ ଦ୍ରବ୍ୟ ବ୍ୟବହାର କରନ୍ତୁ ନାହିଁ ।