ଆଜିର ରାଶିଫଳ, 6 ଡିସେମ୍ବର 2018 ମାର୍ଗଶିର ମାସ ଦ୍ଵିତୀୟ ଗୁରୁବାର – ମା ଲକ୍ଷ୍ମୀ ଏହି ୪ ରାଶିକୁ ଅଜସ୍ର କୃପା କରିବେ

ମେଷ:–

ନିଜର ଯୋଜନା ମୁତାବକ କାର୍ଯ୍ୟକରିବେ । ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟଦା ବୃଦ୍ଧି ପାଇବ । ପରିବାରରେ ଅପ୍ରୀତିକର ପରିସ୍ଥିତି ଦୂରେଇ ଯିବ । ସଭାସମିତି, ସାହିତ୍ୟ ଓ କଳାରେ ପ୍ରଶଂସିତ ହେବେ । ଯଥା ସମ୍ଭବ ପ୍ରକୃତିସ୍ଥ ରହି ଅଳ୍ପ ପରିଶ୍ରମରେ ଅଧିକ ଲାଭର ଉପଭୋକ୍ତା ହେବେ । ପ୍ରେମ-ପ୍ରସଙ୍ଗରେ ସଫଳତା ମିଳିବ । କାର୍ଯ୍ୟକ୍ଷେତ୍ରରେ ଓ ପରିବାରରେ ମାନସିକ ଶାନ୍ତି ମିଳିବ । ଦୂରସ୍ଥାନକୁ ଯାତ୍ରା କରି ଶାରୀରିକ ଅସୁସ୍ଥତା ଅନୁଭବ କରିବେ । ପ୍ରତିକାର–ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ । ପରିବାରରେ କିଛି ଅର୍ଥ ସଙ୍କଟ ଦେଖାଦେବାରୁ ଅତ୍ୟଧିକ ଚିନ୍ତା କରିବେ ।

ବୃଷ:–

ନୂତନ ବନ୍ଧୁମିଳନ ହେତୁ ମନଖୁସୀ ରହିବ । ଦୂରଯାତ୍ରାର ସୁଯୋଗ ପାଇ ସଫଳତା ମିଳିବ । ସ୍ୱାସ୍ଥ୍ୟ କିମ୍ବା ଆଇନ୍ ଅଦାଲତ୍ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବ । ପରୀକ୍ଷା ଓ ପ୍ରତିଦ୍ୱନ୍ଦିତାରେ ବିଜୟୀ ହେବେ । ବିଦ୍ୟାରେ ଉନ୍ନତି ଓ ଉଚ୍ଚ ବିଦ୍ୟା ଅଧ୍ୟୟନ ପାଇଁ ସୁଯୋଗ ପାଇବେ । ଗୃହବାହନ ପ୍ରାପ୍ତି ପରିଜନ ଓ ସାଧୁଜନପ୍ରିୟ ହେବେ । ନିବେଶ କରିଲେ ଲକ୍ଷ୍ମୀଙ୍କ କୃପା ଫଳରେ ଧନ ପ୍ରାପ୍ତ ହେବ । ଯଥା ସମ୍ଭବ ପ୍ରକୃତିସ୍ଥ ରହି ଅଳ୍ପ ପରିଶ୍ରମରେ ଅଧିକ ଲାଭର ଉପଭୋକ୍ତା ହେବେ । ପ୍ରତିକାର– ଛୋଟ ପିଲାଙ୍କୁ ମିଠା ଖାଇବାକୁ ଦିଅନ୍ତୁ ।

ମିଥୁନ:–

ସେବାକାରୀମାନଙ୍କ କଠିନ ପରିଶ୍ରମ ଦ୍ଵାରା ଯଶ-ମାନ ସମ୍ମାନ ମିଳିବ । କୋର୍ଟ କଚେରୀ ଓ ମାଲିମୋକଦ୍ଦମାରେ ବିଜୟୀ ହେବେ । ସଂଘର୍ଷ ଦ୍ଵାରା ସଫଳତା ମିଳିବ । ଅଧିକାରୀଙ୍କଠାରୁ ସହଯୋଗ ମିଳିବ । ସନ୍ତାନଙ୍କ ଉନ୍ନତି ଚିନ୍ତାରେ ମାନସିକ ଶାନ୍ତି ବୃଦ୍ଧିହେବ । ଋଣରୁ ମୁକ୍ତି ମିଳିବ । ନିର୍ମାଣମୂଳକ ଯୋଜନାରେ ଆଗେଇବେ । ଶତ୍ରୁବାଧା ଦୂରେଇ ଯିବ । ବାଦ-ବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ସଫଳ ହେବେ । ଅର୍ଥ ସମ୍ପର୍କିତ ଚୁକ୍ତିପତ୍ର କଲେ ଲାଭବାନ୍ ହେବେ । ପ୍ରତିକାର–ରୁଟି ଗୁଡ ଗାଈକୁ ଖାଇବାକୁ ଦେବେ ।

କର୍କଟ:–

ବନ୍ଧୁ ମିତ୍ରଙ୍କର ସହଯୋଗ ପାଇ ସୁଖ ସମୃଦ୍ଧି ବୃଦ୍ଧି ହେବ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ବ୍ୟବସାୟ ପରିଚାଳନାଗତ ସମସ୍ୟା ନେଇ ଚିନ୍ତିତ ରହି ପାରନ୍ତି । ପରିବାରରେ କାହାର ସ୍ଵାସ୍ଥ୍ୟସମସ୍ୟା ନେଇ ମାନସିକ ଚିନ୍ତା ବୃଦ୍ଧି ପାଇବ । କର୍ମକ୍ଷେତ୍ରରେ କୌଣସି କାରଣକୁ ନେଇ ନୂତନପନ୍ଥା ଅନୁସରଣ କରିବେ । ଭାରସାମ୍ୟ ରକ୍ଷାକରି ନିମ୍ନବର୍ଗଙ୍କ ଯୋଗେ ପରିସ୍ଥିତିକୁ ନିଜ ତରଫରେ ନେଇ ପ୍ରଶଂସା ପାଇବେ । ଶିକ୍ଷା ଓ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ । ପ୍ରତିକାର–ବୃଦ୍ଧ ବୃଦ୍ଧାଙ୍କୁ ସହାୟତା କରନ୍ତୁ ।

ସିଂହ:–

ବଡପଣିଆ ଦେଖାଇଲେ ମନ୍ଦଫଳ ଭୋଗିବାକୁ ପଡିବ । ଦୂରସ୍ଥାନକୁ ଯାତ୍ରା କରି ଶାରୀରିକ ଅସୁସ୍ଥତା ଅନୁଭବ କରିବେ । କର୍ମରେ ଅସନ୍ତୋଷ, ମାନସିକ ଦୁଶ୍ଚିନ୍ତା, ପୁରାତନ ରୋଗର ପ୍ରକୋପ ସହିତ ଉଦର ପୀଡ଼ା ଶର୍ଦ୍ଦି ଓ ପିତ୍ତ ଦୋଷ ସାଙ୍ଗକୁ ଗୁହ୍ୟରୋଗ ଦେଖାଦେବ । ପରିବାରରେ ବ୍ୟୟ ବୃଦ୍ଧି ହେତୁ ଧନ ଆଶା କରିବା ନିରର୍ଥକ । ବ୍ୟବସାୟରେ ଲାଭ ହେଲେ ମଧ୍ୟ ଶତୃ ଦେଖାଦେବେ । ସନ୍ତାନ-ସନ୍ତତିଙ୍କ ମର୍ଜି ରକ୍ଷା କରି ଶାନ୍ତି-ଶୃଙ୍ଖଳାରୁ ଦୂରେଇ ଯିବେ । ପ୍ରତିକାର– ଇଷ୍ଟଦେବୀଙ୍କୁ ଭୋଗ ଲଗେଇ ପିଲାଙ୍କୁ ବାଣ୍ଟିବେ ।

କନ୍ୟା:–

କର୍ମକ୍ଷେତ୍ରରେ ଜବରଦସ୍ତି ଉନ୍ନତି ଓ ନ୍ୟାୟ ମିଳିବ । ଅନେକ କ୍ଷେତ୍ରରେ ପୂର୍ବ ଯୋଜନା ସଫଳତା ହେବ । ଲୋକସମ୍ପର୍କ ଆତ୍ମସନ୍ତୋଷ ବଢେଇବ । ରୋଜଗାର ସମସ୍ୟା ସୁଧୁରି ଯିବ । ସାମାଜିକ ଭାବମୂର୍ତ୍ତି-ସୁରକ୍ଷା ହେବ । ବ୍ୟବସାୟରେ ସାହାଯ୍ୟ ସହଯୋଗ ମିଳିବ । ଶିକ୍ଷା ଓ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ । ପଢିବା, ପଢେଇବାରେ ସଫଳତା ମିଳିବ । ପାରିବାରିକ କ୍ଷେତ୍ରରେ କିଛି ଅସୁବିଧା ଥିଲେ ସମାଧାନ କରିପାରିବେ । ଆୟର ସ୍ରୋତ ଖୋଲିଯିବ । ପଦୋନ୍ନତି ସହ ନୂତନ କର୍ମପ୍ରାପ୍ତି ହେବ । ପ୍ରତିକାର– ବାଳକମାନଙ୍କୁ ମିଠା ଖାଇବାକୁ ଦିଅନ୍ତୁ ।

ତୁଳା:–

ଜମି ଜମା ସଙ୍କ୍ରାନ୍ତିୟ ସମସ୍ୟାରେ ସଫଳତା ମିଳିବ । ବନ୍ଧୁ ଓ ସହକର୍ମୀ ମାନଙ୍କ ଦ୍ଵାରା ଲାଭବାନ ହେବେ । ବ୍ୟବସାୟ କ୍ଷେତ୍ରରେ ପୁରୁଣାପ୍ରାପ୍ୟ ମଧ୍ୟ ଆଦାୟ ହୋଇ ପାରିବ । ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ । ପୁଞ୍ଜି ଲଗାଣ, ଉଦ୍ୟୋଗ, ଧନ ଆଦାନ ପ୍ରଦାନରେ ଲାଭବାନ୍ ହେବେ । ବ୍ୟବସାୟିକ ସଫଳତା ମିଳିବ । ବାଦ-ବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ବିଜୟୀ ହେବେ । ଦୂରଯାତ୍ରାର ସୁଯୋଗ ପାଇବେ । ବୃତ୍ତିଗତ ଦୃଷ୍ଟିରୁ ସମୟ ଅତ୍ୟନ୍ତ ଶୁଭ । ଆୟର ସ୍ରୋତ ବୃଦ୍ଧି ହେବ । ପ୍ରତିକାର– ମସୁରଡାଲି ଧର୍ମସ୍ଥାନରେ ଦେବେ ।

ବିଛା:–

ପରିବାରର ମାମଲା ଘରୋଇ ସମସ୍ୟାର ସମାଧାନ ହେବ । ସନ୍ତାନର ଶିକ୍ଷା ପାଇଁ ଦୂର ଯାତ୍ରା କରିବାକୁ ପଡ଼ିବ । ପାଖରେ ଥିବା ସାଥୀ ଓ ପ୍ରିୟଜନଙ୍କୁ ଆର୍ଥିକ ସାହାଯ୍ୟ ସହଯୋଗ କରିବାକୁ ବାଧ୍ୟ ହେବେ । ସୁବିଧା ବାଦକୁ ଆପଣେଇ ନେଇ ମନବିକାର ଦୂରହେବ । ଛାତ୍ରଛାତ୍ରୀମାନଙ୍କର ଶିକ୍ଷକ ଓ ସହପାଠୀମାନଙ୍କ ମଧ୍ୟରେ ସମନ୍ଵୟ ରହି ବନ୍ଧୁତ୍ଵ ବୃଦ୍ଧି ପାଇବ । କର୍ମଜୀବିମାନେ ଅସୁବିଧାର ସମ୍ମୁଖୀନ ହେବେ । ଯେତେ ଜଟିଳ ସମସ୍ୟା ହେଲେ ମଧ୍ୟ କୌଣସି ପ୍ରକାର ଅସୁବିଧା ହେବ ନାହିଁ । ପ୍ରତିକାର–ହନୁମାନ ମନ୍ଦିରରେ ବୁନ୍ଦିଲଡୁ ଭୋଗକରି ବାଣ୍ଟନ୍ତୁ ।

ଧନୁ:–

ଆତ୍ମବିଶ୍ଵାସ ବୃଦ୍ଧି ପାଇବ । ବ୍ୟବସାୟରେ ଉନ୍ନତି କରିବେ । ନୂଆ ନିଯୁକ୍ତି ପାଇବାର ସମ୍ଭାବନା ଅଛି । ବନ୍ଧୁଙ୍କ ଆଗମନ ହେବ । ଛାତ୍ରଛାତ୍ରୀମାନଙ୍କ ଅଧ୍ୟୟନ କ୍ଷେତ୍ରରେ ସୁନାମ ଅର୍ଜନ କରିବେ ଓ ପରୀକ୍ଷାରେ ଉଚ୍ଚ ଶ୍ରେଣୀ ମିଳିବ । କଳା, ସଙ୍ଗୀତ, ସାହିତ୍ୟ ପ୍ରତି ରୁଚି ବୃଦ୍ଧିହେବ । ପ୍ରତେକ କ୍ଷେତ୍ରରେ ବିନୟପୂର୍ଣ୍ଣ କଥା କହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ । କର୍ମକ୍ଷେତ୍ରରେ କର୍ତ୍ତୁତ୍ଵ ଜାରି ରଖି ଶ୍ରମିକ ଓ କର୍ମଚାରୀଙ୍କୁ ପ୍ରଭାବିତ କରିବା ଫଳରେ, ପ୍ରଗତିର ବେଗ ତ୍ଵରାନ୍ୱିତ ହେବ । ପ୍ରତିକାର– ଭୋକିଲା ଲୋକକୁ ନିରାଶ କରିବେ ନାହିଁ ।

ମକର:–

ଯଶକୀର୍ତ୍ତୀ, ମାନସମ୍ମାନ, ପ୍ରତିଷ୍ଠାପ୍ରତିପତ୍ତିରେ ବୃଦ୍ଧି ହେବ । ଉଚ୍ଚାଧିକାରୀ, ସହକର୍ମୀ, ଭାଇ ବନ୍ଧୁ ବା କୌଣସି ବିଶିଷ୍ଟ ବ୍ୟକ୍ତିଙ୍କର ସହଯୋଗ ମନୋବଳକୁ ବଢେଇଦେବ । ବ୍ୟବସାୟରେ ସଫଳତା ଅର୍ଜନ କରିବେ । ମହିଳାମାନେ ଉଚିତ୍ ପନ୍ଥା ଗ୍ରହଣ କରିବେ । ଉଚ୍ଚଶିକ୍ଷା ପ୍ରଚେଷ୍ଟାରେ ସାଫଲ୍ୟ ପ୍ରାପ୍ତି ହେବ । ଜନ କଲ୍ୟାଣ କାର୍ଯ୍ୟ ଇଛା ଅନୁସାରେ ସମ୍ପନ୍ନ କରିବେ । ଜମି ଜମା ସଙ୍କ୍ରାନ୍ତିୟ ପଟ୍ଟା, ଦସ୍ତାବେଜ ଏବଂ ଅନୁବନ୍ଧନ ଆଦିରେ ସଫଳତା ମିଳିବ । ପ୍ରତିକାର:- ଅସହାୟା ମାନଙ୍କୁ ସାହାଯ୍ୟ କରନ୍ତୁ ।

କୁମ୍ଭ:–

ବାକ୍ୟ ସଂଯମତା ନରଖିଲେ ମାଲିମୋକଦ୍ଦମାର ଭୟ ରହିବ । ପ୍ରେମ-ପ୍ରସଙ୍ଗରେ ସଫଳତା ମିଳିବ । କାର୍ଯ୍ୟକ୍ଷେତ୍ରରେ ମାନସିକ ଶାନ୍ତି ମିଳିବ । ଅନେକ ସମସ୍ୟାର ସମାଧାନ ହୋଇ ପରିବାରରେ ହସ ଖୁସିରେ ବାତାବରଣ ଖେଳିଯିବ । ଯାତ୍ରାଫଳରେ ଉତ୍ସାହିତ ହେବେ । ଗୃହୋପକରଣ କ୍ରୟ କରିବେ । ସମସ୍ତ କାର୍ଯ୍ୟକ୍ରମ ସୁରୁଖୁରୁରେ ପୂର୍ଣ୍ଣ ହେବ । ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ଓ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ । ବିଦ୍ୟାରେ ଉନ୍ନତି କରିବେ । ଶର୍ଦ୍ଦି ଓ ପିତ୍ତ ଦୋଷ ରୋଗ ସୃଷ୍ଟି ହେବ । ପ୍ରତିକାର– କୁକୁରକୁ କିଛି ଖାଦ୍ୟ ଦିଅନ୍ତୁ ।

ମୀନ:-

ପାରିବାରିକ କ୍ଷେତ୍ରରେ ସ୍ନେହସଦ୍ଭାବର ବୃଦ୍ଧି ହେବ । ନୂତନ ଯୋଜନା ପ୍ରସ୍ତୁତ କରି ବ୍ୟବସାୟରେ ଆୟ ଉପାର୍ଜ୍ଜନର ବୃଦ୍ଧି ହେବ । କର୍ମ କ୍ଷେତ୍ରରେ ଉଚ୍ଚାଧିକାରୀଙ୍କ ସହଯୋଗରେ ଉନ୍ନତି ହେବ । ଦାମ୍ପତ୍ୟ ସୁଖରେ ପ୍ରସନ୍ନତା ଅନୁଭୂତି ହେବ । ସକରାତ୍ମକ ଚିନ୍ତା ଆଗକୁ ବଢିବାରେ ସାହାଯ୍ୟ କରିବ । ସମସ୍ତ ବାଧାକୁ ସଂଘର୍ଷ କରି ଆଗକୁ ବଢି ପାରିବେ । ଖେଳ, କୁଦ ପ୍ରତିଯୋଗିତାରେ ଓ ବିଦ୍ୟା କ୍ଷେତ୍ରରେ ପ୍ରଶଂସା ପାଇବେ । ରକ୍ତଚାପର ବୃଦ୍ଧିକାରଣରୁ ସାଧାରଣ ଚଳଣିରେ ବ୍ୟାଘାତ ଘଟିବ । ପ୍ରତିକାର- ଶିବମନ୍ଦିରରେ କଞ୍ଚାକ୍ଷୀର ଢାଳି ପାଦୁକ ପାନ କରନ୍ତୁ ।