ଆଜିର ରାଶିଫଳ, 6 ଡିସେମ୍ବର 2019 ଶୁକ୍ରବାର, ଦୁର୍ଗା ମା ଙ୍କ କୃପାରୁ ଏହି ୩ଟି ରାଶିର ସବୁ କାମ ସଫଳ ହେବ

୧-ମେଷ

ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବ । ଦୀର୍ଘ ସମୟରୁ ପ୍ରତୀକ୍ଷା କରିଥିବା ଖବର ପାଇ ଖୁସି ହେବେ । କୁଟୁମ୍ବରେ ଲାଗି ରହିଥିବା ଝଗଡାର ସମାଧାନ କରିପାରିବେ । କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ପ୍ରଶଂସା ପାଇବେ । ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ କର୍ମକ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହେବେ । ବାଦବିବାଦ, ପ୍ରତିଯୋଗୀତା ପରୀକ୍ଷା, ମାଲିମୋକଦ୍ଦମା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ରାଜନୀତି କ୍ଷେତ୍ରରେ ମାନସମ୍ମାନ ଓ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ । ପ୍ରତିକାର–ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

୨-ବୃଷ

ଚାକିରୀଜୀବିମାନେ କାର୍ଯ୍ୟ ଦକ୍ଷତା ପ୍ରଦର୍ଶନ କରି, ତଳୁ ଉପର ସ୍ତର ଯାଏ ଆଦର୍ଶ ସ୍ଥାନ ଗ୍ରହଣ କରିବେ । ଯୁବକ ଯୁବତୀ ମାନେ ବିଦେଶ ଯାତ୍ରାରେ ଲାଭବାନ ହେବେ । ଯୋଜନା ମୁତାବକ କାମ କଲେ କୌଣସି ପ୍ରକାର ଅସୁବିଧା ହେବ ନାହିଁ । ବ୍ୟବସାୟୀମାନଙ୍କର କାରବାର ବୃଦ୍ଧି ହେବ । ମହିଳାମାନେ ଉପରିସ୍ଥଙ୍କ ଶ୍ରଦ୍ଧା ଅତୁଟ ରଖି କର୍ତ୍ତବ୍ୟ ପରାୟଣ ପ୍ରଦର୍ଶନ କରି ନିଜର ପାରିଲା ପଣିଆ ଜାହିର କରିବେ । ରାଜନୀତିରେ କୋଲସମ୍ପର୍କ ବୃଦ୍ଧି ଓ ନିଜର ମାନ ସମ୍ମାନ ପଦ ମର୍ଯ୍ୟାଦା ବୃଦ୍ଧି ହେବ । ପ୍ରତିକାର– ଶ୍ଵେତଚନ୍ଦନ କର୍ପୁରମିଶେଇ ମସ୍ତକରେ ଧାରଣ କରନ୍ତୁ ।

୩-ମିଥୁନ

ବୃତ୍ତିଗତ ଦୃଷ୍ଟିରୁ ସ୍ଵାଭିମାନ ସୁରକ୍ଷିତ ରହିବା ଫଳରେ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ । ରାଜନୀତିରେ ସମ୍ମାନର ସହିତ କୃତକାର୍ଯ୍ୟ ହେବେ । ଛାତ୍ରଛାତ୍ରୀ ମାନେ ଶିକ୍ଷାକୁ ଉଚିତ୍‌ ମନେକରି ପାଠ ପଢାରେ ମନଯୋଗ ଦେବେ । ଭାବି ଚିନ୍ତି କାର୍ଯ୍ୟ ନ କଲେ ଠକାମିରେ ପଡିବେ । ଶୁଭ ସମ୍ବାଦପାଇ ଖୁସିହେବେ । ପୈତୃକ ସମ୍ପତ୍ତିପାଇଁ ପାରିବାରିକ ଦ୍ଵନ୍ଦର ସମାଧାନ ହେବ । ପରିବାରରେ ମାନ ମନାନ୍ତର ଦୂର ହେବ । ଆର୍ଥିକ ଦିଗରୁ ସୁବିଧା ସୁଯୋଗ ପାଇ ଉନ୍ନତିହେବ । ମାନସିକ ଏକାଗ୍ରତା ରଖି ପାରିବେ । ପ୍ରତିକାର– କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ ।

୪-କର୍କଟ

ପରିଜନ ଓ ସାଧୁଜନ ପ୍ରିୟ ହେବେ । ନିବେଶ କରିଲେ ଲକ୍ଷ୍ମୀଙ୍କ କୃପା ଫଳରେ ଧନର ଆଗମନ ହୋଇପାରେ । ପ୍ରୟାସରେ ସୁଖଦ ପରିଣାମ ଅବଶ୍ୟ ଆସିବ । ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ । ଉପରିସ୍ଥଙ୍କ ଶ୍ରଦ୍ଧାଭାଜନ ହୋଇ ଉଚ୍ଚମନ୍ୟତାର ଅଧିକାରୀ ହେବେ । ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ । ଗୃହାରମ୍ଭ, ଦୁରଯାତ୍ରା, ନୂତନ ବ୍ୟବସାୟ ଆରମ୍ଭ କରି ପାରିବେ । ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ । ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ କୃତକାର୍ଯ୍ୟ ହେବେ । ପ୍ରତିକାର– ଶ୍ଵେତଚନ୍ଦନ କର୍ପୁରମିଶେଇ ମସ୍ତକରେ ଧାରଣ କରନ୍ତୁ ।

୫-ସିଂହ

ପ୍ରବାସରେ ମଧ୍ୟ କେତେକ କ୍ଷେତ୍ରରେ ଉନ୍ନତିକର ହେବ । ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ । କ୍ରୋଧକୁ ଦମନ କରି ହସଖୁଶିର ବାତାବରଣ ସୃଷ୍ଟି ହେବ । ସମ୍ମାନର ସହିତ ଦିନଚର୍ଯ୍ୟା କରି ସୁଖରେ ଚଳିବାରେ ବାଧା ଉପୁଜିବ ନାହିଁ । ଟଙ୍କାପଇସା ପ୍ରତି ସତର୍କତା ଅବଲମ୍ବନ କରନ୍ତୁ । କର୍ମକ୍ଷେତ୍ରରେ କାର୍ଯ୍ୟ ଦକ୍ଷତା ପ୍ରଦର୍ଶନ କରି, ତଳୁ ଉପର ସ୍ତରଯାଏ ଆଦର୍ଶ ସ୍ଥାନ ଗ୍ରହଣ କରିବେ । ରାଜନୀତି କ୍ଷେତ୍ରରେ ଉପରିସ୍ଥଙ୍କ ଶ୍ରଦ୍ଧା ଅତୁଟ ରଖି ସ୍ଥାନ ଓ ସ୍ଥିତି ସୁଦୃଢ ରଖି ପାରିବେ । ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ । ପ୍ରତିକାର– ବେଲକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ ।

୬-କନ୍ୟା

ଶତୃମାନେ ମିତ୍ରଭାବ ଆଚରଣ କରିବେ । ପିଲାମାନଙ୍କ କାର୍ଯ୍ୟରେ ସନ୍ତୁଷ୍ଟ ହେବେ । ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ସଫଳ ହେବେ । କର୍ମକ୍ଷେତ୍ରରେ ଉନ୍ନତିମୂଳକ ପଦକ୍ଷେପ ନେଲେ ଆର୍ଥିକସ୍ଥିତି ସନ୍ତୋଷପ୍ରଦ ହେବ । ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ । ବ୍ୟବସାୟରେ ଉଧାର ଦେଇ ଫେରି ପାଇବା ସହଜ ହେବ । ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ । ମହିଳାମାନଙ୍କର ମାନସିକ ସ୍ଥିରତା ଦେଖାଦେବ ଓ ବ୍ୟବସାୟରେ ଧନଲାଭ କରିବାର ସୁଯୋଗ ପାଇବେ । ପ୍ରତିକାର– ତୁଳସୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ ।

୭-ତୁଳା

ପ୍ରେମିକ ପ୍ରେମିକା ମାନେ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ଆନନ୍ଦ ଅନୁଭବ କରିବେ । ଆଇନ ଅଦାଲତ କ୍ଷେତ୍ରରେ ବିଜୟୀ ହୋଇ ମାଲିମୋକଦ୍ଦମାରେ ମୁଣ୍ଡ ଉଚ୍ଚା ରହିବ । ରାଜନୀତି କ୍ଷେତ୍ରରେ ମାନସମ୍ମାନ ଓ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ । କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ଆଗ୍ରହ ବଢିବ । ବାଦବିବାଦ, ମାଲିମକଦ୍ଦମା, ପ୍ରତିଯୋଗିତାପରୀକ୍ଷା ଓ ସାକ୍ଷାତକାରରେ ଜୟଯୁକ୍ତ ହେବେ । ପାରିବାରରେ ବନ୍ଧୁମିତ୍ରଙ୍କ ସହ ହସଖୁସିର ବାତାବରଣ ସୃଷ୍ଟି ହେବ । ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ । ପ୍ରତିକାର– ଲିମ୍ବଚନ୍ଦନ ମସ୍ତକରେ ଧାରଣ କରନ୍ତୁ ।

୮-ବିଚ୍ଛା

କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ନୂଆ ନୂଆ ବ୍ୟବସାୟିକ ସଂପର୍କସ୍ଥାପନ ଭାଗିଦାର ବ୍ୟବସାୟ ପାଇଁ ସାହାଯ୍ୟ ସହଯୋଗ ଅଚାନକ ମିଳିବ । ରାଜନୀତି କ୍ଷେତ୍ରରେ ଆନୁଷ୍ଠାନିକ କ୍ଷେତ୍ରରେ ବ୍ୟସ୍ତତା ଭିତରେ କାର୍ଯ୍ୟ ସାଧନ କରିବେ । ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ସଫଳ ହେବେ । ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର କରି ସାମାନ୍ୟ ଲାଭ ପାଇବେ । ଆର୍ଥିକଦିଗରୁ ସୁବିଧା ହେବାଦ୍ଵାରା ପୈତୃକସମ୍ପତ୍ତି ନେଇ ପାରିବାରିକ ଦ୍ୱନ୍ଦର ସମାଧାନ ହୋଇପାରେ । ପ୍ରତିକାର– କୁକୁରକୁ ଖାଇବାକୁ ଦିଅନ୍ତୁ ।

୯-ଧନୁ

ନୂଆ ନିଯୁକ୍ତି ଯୋଗ ଅଛି । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ । ଦାମ୍ପତ୍ୟ ସୁଖରେ ସଫଳତା ରୋଜଗାର ସମସ୍ୟା ସୁଧୁରି ଯାଇ ଧନ ଲାଭ ହେବାରୁ ମନଖୁସି ରହିବ । ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ଯଶସ୍ୱୀ ହେବେ । ବ୍ୟବସାୟରେ ଇଚ୍ଛା ମୁତାବକ ଲାଭପାଇବେ । ଅନେକ ଶୁଭ କର୍ମର ସୁଯୋଗ ପାଇବେ । ରାଜନୀତି କ୍ଷେତ୍ରରେ ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ପାଇବ । ଆୟବୃଦ୍ଧି, ଋଣମୁକ୍ତି, କର୍ମ କ୍ଷେତ୍ରରେ ଲୋକ ସମ୍ପର୍କ ବୃଦ୍ଧି ହେବ । ପ୍ରତିକାର– କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ ।

୧୦-ମକର

ଅଧିକାରୀଙ୍କଠାରୁ ସହଯୋଗ ମିଳିବ । ମହିଳାମାନେ ଉଚିତ୍ପନ୍ଥା ଗ୍ରହଣ କରିବେ । ବିଦେଶ ଯାତ୍ରାରେ ଲାଭବାନ ହେବେ । ନୂତନ ଗୃହ ନିର୍ମାଣ କରିବାର ଯୋଜନା ପ୍ରସ୍ତୁତ କରିପାରନ୍ତି । ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ଯଶସ୍ୱୀ ହେବେ । କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ରାଜନୀତି, ପ୍ରକାଶନ, ସଂଗଠନ, ଅନୁସନ୍ଧାନ କାର୍ଯ୍ୟରେ ଲାଭ ପାଇବେ । ପାରିବାରିକ କ୍ଷେତ୍ରରେ ସାହାଯ୍ୟ ସହଯୋଗ ମାନସିକ ସ୍ଥିତିକୁ ମଜଭୁତ୍ କରିବ । ଧାର୍ମିକ କାର୍ଯ୍ୟରେ ରୁଚି ବଢ଼ିବା ଫଳରେ ସମୟ ହସ ଖୁସିରେ ବିତିବ । ପ୍ରତିକାର:- ଗାଈକୁ ଖାଇବାକୁ ଦିଅନ୍ତୁ ।

୧୧-କୁମ୍ଭ

ଆନୁଷ୍ଠାନିକ କାମ, ଗୃହ, ଜମିଜମା, ଗାଡ଼ି ମୋଟର, ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ମାନସିକତା ଅକ୍ଷୁର୍ଣ୍ଣ ରହିବ । ବନ୍ଧୁଙ୍କଠାରୁ ସାହାଯ୍ୟର ପ୍ରତିଶୃତି ପାଇ ମାନସିକ ଶାନ୍ତି ପାଇବେ । କଳା, ସାହିତ୍ୟକ୍ଷେତ୍ରରୁ ସୁଫଳ ଓ ଆନନ୍ଦ ମିଳିବ । ମହିଳାମାନଙ୍କ କର୍ମକ୍ଷେତ୍ର ସମସ୍ୟା ଦୂର ହୋଇଯିବ । କର୍ମକ୍ଷେତ୍ରରେ ସହକର୍ମୀମାନଙ୍କ ସହ ଶତ୍ରୁତା ମେଣ୍ଟିଯିବା ଫଳରେ ସନ୍ତୋଷ ଓ ଅର୍ଥାଗମ ହେବ । ବାଦବିବାଦ, ମାଲି ମୋକଦ୍ଦମା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ଶତୃମାନେ ପରାଜିତ ହେବେ । ଯେଉଁ କାମରେ ହାତଦେବେ ତାହା ନିର୍ବିଘ୍ନରେ ସମାପନ ହେବ । ପ୍ରତିକାର– ହରିଡାଚନ୍ଦନ ମସ୍ତକରେ ଧାରଣ କରନ୍ତୁ ।

୧୨-ମୀନ

ସାଙ୍ଗଠନିକ କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ପଡ଼ିବ । ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ । ପ୍ରତିଷ୍ଠା, ପ୍ରତିପତି, ମାନସମ୍ମାନ ଓ କ୍ଷାତି ବଢ଼ିବ । ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ । ବିଦ୍ୟାର୍ଥୀମାନେ ଆନନ୍ଦିତ ହେବେ । ଶାରୀରିକ ସୁସ୍ଥତା ଅନୁଭବ କରିବେ । ବନ୍ଧୁ ପରିଜନଙ୍କ ସ୍ନେହ, ଶ୍ରଦ୍ଧା ପାଇବେ । କେତେକ ସାଧାରଣ ଘଟଣାକୁ କେନ୍ଦ୍ରକରି ପରିବାରରେ ଉପୁଜିଥିବା ବିବାଦ ମେଣ୍ଟିଯିବ । ସଭାସମିତି, କଳା, କ୍ରୀଡ଼ା, ସଙ୍ଗୀତ ତଥା ନୂତନବନ୍ଧୁ ସମ୍ପର୍କ ସ୍ଥାପନ କ୍ଷେତ୍ରରେ ଆଶାନୁଯାୟୀ ଫଳ ପାଇବେ । ପ୍ରତିକାର- ଲିମ୍ବଚନ୍ଦନ ମସ୍ତକରେ ଧାରଣ କରନ୍ତୁ ।