ଆଜିର ରାଶିଫଳ, 6 ନଭେମ୍ବର 2019 ବୁଧବାର, ଆଜିଠୁ ଏହି ୪ଟି ରାଶି ହେଇଯିବେ ମାଲାମାଲ

୧-ମେଷ

ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ । ଦୂର ଯାତ୍ରାରେ ସଫଳତା ମିଳିବ । ବ୍ୟବସାୟରେ ପ୍ରତିଦ୍ୱନ୍ଦିତା ସତ୍ତ୍ୱେ ଲାଭ ସୁନିଶ୍ଚିତ । ବନ୍ଧୁମାନେ ସାହାଯ୍ୟ ସହଯୋଗର ହାତ ବଢେଇବେ । ଶତୃମାନେ ପରାଜିତ ହେବେ । ପ୍ରତେକ କ୍ଷେତ୍ରରେ ବିନୟପୂର୍ଣ୍ଣ କଥା କହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ । ନିଜର କାମକୁ ପଛରେ ପକାଇ ଅନ୍ୟଦ୍ଵାରା ପ୍ରଭାବିତ ହୋଇ କୌଣସି ଶୁଭ କାମ କରିବେ । ଶୁଭ ସମ୍ବାଦ ପାଇ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ ଓ ସହନଶୀଳତା ଯୋଗେ ପ୍ରଶଂସା ମିଳିବ ।

୨-ବୃଷ

କୌଣସି ବରିଷ୍ଠ ଅଧିକାରୀ, ଆନୁଷ୍ଠାନିକ କାର୍ଯ୍ୟରେ ଦେଖାହୋଇ ପାରନ୍ତି । ଦକ୍ଷତାକୁ କେନ୍ଦ୍ରକରି ଉଚ୍ଚମାନ୍ୟତାରେ ବୃଦ୍ଧି ହେବ । ରାଜନୀତି କ୍ଷେତ୍ରରେ ଉଚ୍ଚସମ୍ପର୍କରୁ ଲାଭବାନ ହେବେ । ବ୍ୟବସାୟ ବାଣିଜ୍ୟ କିମ୍ବା ଯୌଥ ପରିବାର ସମ୍ପର୍କୀୟ ଘଟଣା ଯୋଗୁଁ ବିଶେଷ ବ୍ୟସ୍ତ ରହିବେ । ପରିବାର ଜନଙ୍କ ସମ୍ବନ୍ଧିତ କୌଣସି ଶୁଭ ସମାଚାର ଶୁଣିବେ । ପ୍ରେମ ସମ୍ବନ୍ଧରେ ଅଧିକ ଘନିଷ୍ଠତା ହେବ । ନିଜର ରଚନାତ୍ମକ କ୍ଷମତା ଚରମ ହେବ ତଥା ଲୋକଙ୍କୁ ନିଜର କରି ପାରିବେ । ଲୋକମାନଙ୍କ ସହିତ ମିଳିମିଶି କାମ କରିପାରିଲେ ଆର୍ଥିକ ମାମଲା ସୁଧୁରିବ ।

୩-ମିଥୁନ

ବନ୍ଧୁ ମିତ୍ରଙ୍କ ଆଗମନ ହେବ ଓ ବନ୍ଧୁଙ୍କର କୌଣସି ମହତ୍ଵପୂର୍ଣ୍ଣ କାମ ଆପଣଙ୍କ ଦ୍ଵାରା ହୋଇପାରେ । ସମ୍ପତ୍ତି ସମ୍ବନ୍ଧିୟ ମାମଲାରେ ଜୟ ହେବ । ଗୁରୁଜନ ଓ ବୃଦ୍ଧଜନଙ୍କ ସେବା କଲେ ଅନେକ ଆଶୀର୍ବାଦ ପାଇବେ । ରାଜନୈତିକ ସମସ୍ୟା ବୁଝାମଣା ମଧ୍ୟରେ ସମାଧାନ ହେବ । କାମ-କାର୍ଯ୍ୟରେ ନୂଆ ଉପଲବ୍ଧି ଆପଣଙ୍କ ପ୍ରତୀକ୍ଷାରେ ରହିବ । ସମସ୍ତ କ୍ଷେତ୍ରରେ ଖୁସି ମିଳିବ । ପ୍ରତିଯୋଗୀତା ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବେ । କଠିନ କାର୍ଯ୍ୟ ସହଜରେ ସମାଧାନ କରିବେ । ସ୍ଵାସ୍ଥ୍ୟକ୍ଷେତ୍ରରେ ପରିବର୍ତ୍ତନ ଆସିବ ।

୪-କର୍କଟ

ବାଦବିବାଦ, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ଦାମ୍ପତ୍ୟ ସୁଖରେ ମଧୁରତା ଆସିବ ଓ ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ସମ୍ବନ୍ଧରେ ଅଧିକ ଘନିଷ୍ଠତା ହେବ । ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ପାଇଲେ ମଧ୍ୟ ନଯିବା ଉଚିତ୍ । ଅତି ପ୍ରିୟବନ୍ଧୁ ଆର୍ଥିକ ସହାୟତା କରିବେ । ଦୂରେଇ ଯାଇଥିବା ବନ୍ଧୁ ଅତି ଆପଣାର ହେବେ । ଲେଖାପଢାରୁ ଶୁଭଫଳ ମିଳିବ । ସାମାଜିକ ସ୍ତରରେ ପ୍ରଶଂସିତ ହେବେ । କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ ।

୫-ସିଂହ

ମହିଳାମାନେ ଜନ କଲ୍ୟାଣ କାର୍ଯ୍ୟ ଇଛା ଅନୁସାରେ ସମ୍ପନ୍ନ କରିବେ । ଜମି ଜମା ସଙ୍କ୍ରାନ୍ତିୟ ପଟ୍ଟା, ଦସ୍ତାବେଜ ଏବଂ ଅନୁବନ୍ଧନ ଆଦିରେ ସଫଳତା ମିଳିବ । ଛାତ୍ରଛାତ୍ରୀ ମାନଙ୍କର ଶିକ୍ଷକ ଓ ସହପାଠୀ ମାନଙ୍କ ମଧ୍ୟରେ ସମନ୍ଵୟ ରହି ବନ୍ଧୁତ୍ଵ ବୃଦ୍ଧି ପାଇବ । ମାନସିକ ବିଷାଦ, ଦାମ୍ପତ୍ୟ କଳହ, ଭୟ ଆଶଙ୍କା ଦୂରେଇଯିବ । ସହକର୍ମୀମାନଙ୍କ ସହ ଶତ୍ରୁତାର ଅବସାନ ଘଟିବ । କର୍ମ କ୍ଷେତ୍ରରେ ଉଚ୍ଚାଧିକାରୀଙ୍କ ସହଯୋଗରେ ଉନ୍ନତି ହେବ । ବ୍ୟବସାୟରେ ସଫଳତା ଅର୍ଜନ କରିବେ ଓ ବକେୟା ଅର୍ଥ ଆଦାୟ ହୋଇପାରେ । ଉଚ୍ଚଶିକ୍ଷା ପ୍ରଚେଷ୍ଟାରେ ସାଫଲ୍ୟ ପ୍ରାପ୍ତି ହେବ ।

୬-କନ୍ୟା

ଜନ ସେବାରେ ପ୍ରଶଂସା ମିଳିବ । ମିତ୍ରମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଅନେକ କାର୍ଯ୍ୟରେ ସଫଳ ହେବେ । ମହିଳାମାନେ ଉତ୍ସାହ ଉଲ୍ଲାସରେ ସମୟ ଅତିବାହିତ କରିବେ । ଶତୃ ପରାଜିତ ହେବେ । ନିର୍ମାଣ କାର୍ଯ୍ୟ ତ୍ୱରାନ୍ୱିତହେବ । ଶିକ୍ଷାକ୍ଷେତ୍ରରେ ଉଚ୍ଚଶ୍ରେଣୀ ପାଇବେ । ଶୁଭ ସମାଚାର ପାଇ ମନ ଖୁସି ହେବ । ସ୍ଵାସ୍ଥ୍ୟକ୍ଷେତ୍ରରେ ପରିବର୍ତ୍ତନ ଆସିବ । ଦୂରଯାତ୍ରାକରି ଲାଭ ପାଇବେ ଓ ଅଭିଷ୍ଟ ପ୍ରାପ୍ତି ହେବ । ବ୍ୟବସାୟରେ ଅଚଳାବସ୍ଥା ସୁଧୁରିଯିବ । କର୍ମକ୍ଷେତ୍ରରେ ମହତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପୂର୍ଣ୍ଣ ହୋଇଯିବା ଫଳରେ ସମ୍ମାନୀତ ହେବେ ।

୭-ତୁଳା

ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବାରୁ ମନ ଭଲ ରହିବ । ପାରିବାରିକ ତିକ୍ତତା ଦୂରହେବ । ସାମାଜିକ ସ୍ତରରେ ସହନଶୀଳତା ଗୁଣରୁ ପ୍ରଶଂସିତ ହେବେ । ନୂତନ କାର୍ଯ୍ୟରେ ହାତଦେଇ କୃତ କାର୍ଯ୍ୟ ହେବେ । କୋର୍ଟ କଚେରୀ ମାମଲାରେ ବିଜୟୀ ହେବେ । ଉଚ୍ଚାଧିକାରୀଙ୍କ ସହ ସମ୍ବନ୍ଧ ଦୃଢୀଭୁତ ହେବ । ଆର୍ଥିକ ଉନ୍ନତି ଫଳରେ ଚିନ୍ତା କରିଥିବା କାର୍ଯ୍ୟ ଠିକ୍ ସମୟରେ ପୂରଣ ହୋଇପାରିବେ । ନୂତନ କାର୍ଯ୍ୟଆରମ୍ଭ, ଶତ୍ରୁହାନି, ଉଚ୍ଚ ପ୍ରଶଂସା ଲାଭ, ଦମ୍ଭ ସାହସ ବୃଦ୍ଧି, କ୍ଷମା ଗୁଣରେ ଯଶ ପ୍ରାପ୍ତି, ସୁସମ୍ବାଦ ଶୁଣିବେ ଓ ଆର୍ଥିକ ସଙ୍କଟ ଦୂରେଇଯିବ ।

୮-ବିଚ୍ଛା

ଶିକ୍ଷାକ୍ଷେତ୍ରରେ ହସ ଖୁସିରେ ସମୟ କଟାଇବେ ଓ ଉଚ୍ଚବିଦ୍ୟା ଅଧ୍ୟୟନ ପାଇଁ ବାହ୍ୟ ଦେଶକୁ ଯାତ୍ରା କରିବାର ସୁଯୋଗ ପାଇ ପାରନ୍ତି । ପାରିବାରିକ କ୍ଷେତ୍ରରେ ମାନସିକ ଶାନ୍ତି ମିଳିବ । ମହିଳାମାନେ ପରିଶ୍ରମର ସୁଫଳ ଭୋଗ କରିବେ । ନୂତନ ଲୋକଙ୍କସହ ବନ୍ଧୁତ୍ୱ ସ୍ଥାପନ ହେବ । ବାଦବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତି ଦ୍ଵନ୍ଦିତା, ପ୍ରତି ଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ସ୍ୱାସ୍ଥ୍ୟ ଭଲ ରହିବ । ବ୍ୟବସାୟରେ ଉନ୍ନତି ଓ ଅଗ୍ରଗତିର ସୁଯୋଗ ପାଇବେ । କର୍ମ କ୍ଷେତ୍ରରେ ପ୍ରଶଂସିତ ହେବେ । ବିଭିନ୍ନ ବିଭାଗୀୟ ପରୀକ୍ଷା ଦେବାର ସୁଯୋଗ ପାଇବେ ।

୯-ଧନୁ

କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ଆନନ୍ଦିତ ହେବେ । ବାଦବିବାଦ, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ ଜୟଯୁକ୍ତ ହେବେ । କୌଣସି ବିବାଦୀୟ ଘଟଣାରେ ନୀରବତା ଅବଲମ୍ବନ ନକଲେ କ୍ଷତିରେ ପଡିବେ । ଯାହାର ବେଶି ଉପକାର କରିବେ ତାହାଦ୍ୱାରା ବେଶି ଆଘାତ ପାଇବେ । ବ୍ୟବସାୟ କ୍ଷେତ୍ରରେ ସମସ୍ୟା ଦେଖାଦେଲେ ମଧ୍ୟ ସଫଳତା ହାସଲ କରି ଅଶାତୀତ ଲାଭବାନ୍ ହେବେ । ସୁଖ ସମୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ । ଆୟ ବୃଦ୍ଧି ହେବ କିନ୍ତୁ ଅଯଥା ବ୍ୟୟ ମଧ୍ୟ କରିବେ ।

୧୦-ମକର

ରାଜନୀତି କ୍ଷେତ୍ରରେ ବୁଦ୍ଧି ବିବେକ ଖେଳାଇ କର୍ତ୍ତବ୍ୟ ପରାୟଣତାକୁ ମୁଖ୍ୟକରି ଚାଲିବା ହିତକର । ଦକ୍ଷତାକୁ କେନ୍ଦ୍ରକରି ଉଚ୍ଚମାନ୍ୟତାରେ ହ୍ରାସ ହେବ । ସହକର୍ମୀ କେହି ଇର୍ଷାତୁର ହେଲେବି କ୍ଷତିକାରୀ ହେବେ ନାହିଁ । ମହିଳାମାନେ ଭୋଗ ବିଳାସକୁ ତୁଚ୍ଛମଣି କର୍ତ୍ତବ୍ୟ ସାଧନକୁ ଭଗବତ୍ ସେବାଭଳି ମାନ୍ୟତା ଦେବେ । ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ । ମାଲି ମୋକଦ୍ଦମାରେ ସମ୍ମାନ ଓ ପ୍ରତିଷ୍ଠା ଅତୁଟ ରହିବ । ଅଭାବ ଅସୁବିଧା ଥାଇ ମଧ୍ୟ କୌଣସି କାମ ଅଟକିବ ନାହିଁ ।

୧୧-କୁମ୍ଭ

ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ଆସିବ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ । ପାରିବାରିକ ଜୀବନରେ ଦାମ୍ପତ୍ୟ ସୁଖ ବୃଦ୍ଧି ହେବ । ଭ୍ରମଣ, ରାଜନୀତି, ପ୍ରକାଶନ, ସଂଗଠନ, ଅନୁସନ୍ଧାନ କାର୍ଯ୍ୟରେ ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ପାଇବ । କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ସ୍ୱାସ୍ଥ୍ୟରେ ଉନ୍ନତି ହେବା ଫଳରେ ମନ ଖୁସି ରହିବ । ସହଜ ସରଳରେ କର୍ମ ନିଯୁକ୍ତି ପାଇବେ । ବ୍ୟବସାୟରେ ସହକର୍ମୀ ମାନଙ୍କର ସହଯୋଗ ପାଇ ଉତ୍ତମ କାର୍ଯ୍ୟ କରି ପ୍ରଶଂସିତ ହେବା ସହ ଉନ୍ନତି ଓ ଲାଭ ପ୍ରାପ୍ତି ହେବ ।

୧୨-ମୀନ

ପିକନିକ୍, ପାର୍ଟି ଆଦିର ପୋଗ୍ରାମ୍ କରିବେ । ଉନ୍ନତି କରିବା ପାଇଁ ବହୁତ ଭଲ ପାଉଥିବା ଲୋକ ଓ ଶୁଭଚିନ୍ତକ ଲୋକମାନେ ସାହାଯ୍ୟ କରିବେ । ଆଚାର ବ୍ୟବହାରରେ ଶାନ୍ତ ହୋଇ କାର୍ଯ୍ୟ କରି ନିଅନ୍ତୁ । ପାଦ ପୀଡା ସହ ଦୈନିକ କାର୍ଯ୍ୟରେ ବ୍ୟବଧାନ ଉତ୍ପନ୍ନ ହୋଇପାରେ । କୌଣସି ସାମୁହିକ କାର୍ଯ୍ୟକ୍ରମରେ ସମ୍ମାନିତ ହେବେ । ବ୍ୟବସାୟ ସୂତ୍ରରୁ ବହୁତ ଲାଭ ଉଠାଇ ପାରିବେ । ପାଖ ପଡୋଶୀଙ୍କ ସହିତ ସମ୍ପର୍କ ବୃଦ୍ଧି ହେବ । ମାତା-ପିତା ଓ ଗୁରୁଜନଙ୍କ ଆଶୀର୍ବାଦ ପ୍ରାପ୍ତ ହେବ । ସରକାରୀ କାର୍ଯ୍ୟରେ ସଫଳତା ପ୍ରାପ୍ତ ହେବ ।