ଆଜିର ରାଶିଫଳ, 6 ଫେବୃୟାରୀ 2020, ଗୁରୁବାର, ମା ଲକ୍ଷ୍ମୀ ଏହି ୪ଟି ରାଶି ଉପରେ କୃପା କରିବେ

୧ – ମେଷ

ପରିବାରରେ ସୁସ୍ଥ ବାତାବରଣ ଜାରି ରହିବ । ପରସ୍ପରକୁ ସାହାଯ୍ୟ ସହଯୋଗ କରି ଗଠନମୂଳକ ଦିଗପ୍ରତି ଆଗ୍ରହ ଓ ଉତ୍ତମ ଯୋଜନାବଦ୍ଧ ହେବାର ସମ୍ଭାବନା ଅଛି । ରାଜନୀତି କ୍ଷେତ୍ରରେ ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ପାଇବ । ତରବାରିଆ ହିସାବରେ କୌଣସି କାର୍ଯ୍ୟ ନକରି ସବୁଆଡକୁ ନଜର ଦେଇ କର୍ମ କରିବା ଉଚିତ୍ । ହାତକୁ ନେଇଥିବା କାର୍ଯ୍ୟଟି ପାଇଁ କଠିନ ପରିଶ୍ରମ କରିବାକୁ ପଡିବ । ଶୁଭ କାମ କରି ପ୍ରଶଂସିତ ହେବେ । ସାହିତ୍ୟଚର୍ଚ୍ଚା, ସଭାସମିତିରେ ସଫଳତା ମିଳିବ । ପ୍ରତ୍ୟେକ କର୍ମରେ ବାଧା ସୃଷ୍ଟି ହେଲେ ମଧ୍ୟ ସଫଳ ହେବେ । ପ୍ରତିକାର – ମାଦକଦ୍ରବ୍ୟ ଓ ଆମିଷ ସେବନ କରନ୍ତୁ ନାହିଁ ।

୨ – ବୃଷ

ନିର୍ମାଣ, ଯୋଗାଯୋଗ, ସଭାସମିତି ପାଇଁ ଅଧିକ ସମୟ ଦେବାକୁ ପଡିବ । କର୍ମ କ୍ଷେତ୍ରରେ କୌଣସି ଅସୁବିଧା ହେବ ନାହିଁ ଶୁଭ ସୂଚନା ପାଇବେ । ଆଇନ ଅଦାଲତ ଓ ପାରିବାରିକ କ୍ଷେତ୍ରରେ ରହିଥିବା ସମସ୍ୟା ସମାଧାନ ହୋଇଯିବ । ପ୍ରତେକ କ୍ଷେତ୍ରରେ ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ । ବ୍ୟବସାୟୀମାନେ ପ୍ରଚୁର ଲାଭ ପାଇବେ ଓ ମାନ – ପ୍ରତିଷ୍ଠା ବଢିବ । ରାଜନୀତି କ୍ଷେତ୍ରରେ ମାନସିକସ୍ଥିତି ସୁଦୃଢ ରହିବ ଓ ଅନ୍ୟମାନଙ୍କୁ ସାହାଯ୍ୟ କରିବା ଦ୍ଵାରା ଲୋକମାନେ ଆପଣଙ୍କୁ ସମ୍ମାନ ଦେବେ । ଧର୍ମ – କର୍ମର କୌଣସି ଆୟୋଜନ ମଧ୍ୟ କରେଇବେ । ପ୍ରତିକାର – ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

୩ – ମିଥୁନ

ରାଜନୀତି କ୍ଷେତ୍ରରେ ସାଧାରଣ ଲୋକମାନେ ଆପଣଙ୍କ ବାଣୀ ଓ ଯୋଗ୍ୟତାରେ ପ୍ରଭାବିତ ହେବେ ଏବଂ ଜନସମ୍ପର୍କ ସୁଦୃଢ ହେବ । ରାଜକୀୟ ମାମଲାରେ ସଫଳତା ମିଳିବ । ପାରିବାରିକ ସୁଖ – ଶାନ୍ତି ବୃଦ୍ଧି ହେବ । ଆର୍ଥିକ ଲାଭ ହେବାର ସମ୍ଭାବନା ଅଛି । ଚାକିରୀରେ ଚତୁରତାସହ ଗତିକରି କାମ ହାସଲ କରିବା ଦ୍ଵାରା ଅଫିସର୍ ଓ ସହକର୍ମୀମାନେ କାମର ପ୍ରଶଂସା କରିବେ । ଯାହା ଚିନ୍ତା କରିଛନ୍ତି ଆଜି ତାହା ପୂରଣ କରିବାକୁ ଚେଷ୍ଟା କରିବେ । ସ୍ଵାସ୍ଥ୍ୟରେ ପରିବର୍ତ୍ତନ ହେବ । ଆଧ୍ୟାତ୍ମିକ ଭାବଧାରରେ ଉଦବୁଦ୍ଧ ହୋଇ ସତସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ବଳେଇ ପାରନ୍ତି । ପ୍ରତିକାର – ମୁହଁ ମିଠାକରି ଘରୁ ବାହାରନ୍ତୁ ।

୪ – କର୍କଟ

ବାଣିଜ୍ୟ କ୍ଷେତ୍ରରେ ପ୍ରତିଦ୍ଵନ୍ଦିତାରେ ଉନ୍ନତମାନର ଫଳପାଇବେ । ଅଭାବ ଅସୁବିଧା ଥାଇ ମଧ୍ୟ କୌଣସି କାମ ଅଟକିବ ନାହିଁ । ପରିବାର ହିତ ପାଇଁ ଅଧିକ ଖର୍ଚ୍ଚାନ୍ତ ହେବେ ଓ ପାରିବାରିକ ସ୍ଥିତି ସୁଧୁରି ଯିବ । କୋର୍ଟ କଚେରୀ ମାମଲାରେ ହାତେମାପି ଚାଖଣ୍ଡେ ଚାଲିବା ବିଧେୟ । ରାଜନୀତି କ୍ଷେତ୍ରରେ ସମୟ ଅନୁକୂଳ ହେଲେ ମଧ୍ୟ କାର୍ଯ୍ୟ ପୁରଣରେ ବାଧା ଆସିବ ଓ ବିଳମ୍ବ ହେବ । ବଡପଣିଆ ଦେଖାଇଲେ ଭଲ ବଦଳରେ ମନ୍ଦଫଳ ଭୋଗିବାକୁ ପଡିବ । ତରବାରିଆ ହିସାବରେ କୌଣସି କାର୍ଯ୍ୟ ନକରି ସବୁଆଡକୁ ନଜର ଦେଇ କାମ କରିବା ଉଚିତ୍ । ପ୍ରତିକାର – କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

୫ – ସିଂହ

ପାରିବାରିକ ସ୍ନେହ ସହାନୁଭୁତି ପ୍ରାପ୍ତି ହେବ । ମହିଳାମାନେ ପିଲାଙ୍କ ସହ ଖୁସିଗପ କରିବାରେ ମଉକା ଜୁଟିବ । ପାରିବାରିକ ସ୍ତରରେ ଭୁଲ ବୁଝାମଣାର ସମାଧାନ ହୋଇ ଉନ୍ନତିମୂଳକ ପଦକ୍ଷେପନେବେ । ଶରୀର ସୁସ୍ଥ ହେବାର ସମ୍ଭାବନା ଅଛି । ସହକର୍ମୀମାନଙ୍କ ସହ ଶତ୍ରୁତା ମେଣ୍ଟିଯିବ । ବାଦ – ବିବାଦ, ପରୀକ୍ଷା, ପ୍ରତି ଯୋଗୀତା, ମାଲିମୋକଦ୍ଦମା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ଶତୃମାନେ ପରାଜିତ ହେବେ । ଆତ୍ମୀୟ – ସ୍ଵଜନଙ୍କ ପାଇଁ ଭୋଗ ବିଳାସଦ୍ରବ୍ୟ ଓ ଗୃହୋପକାରଣ କ୍ରୟକରିବେ । ପ୍ରତିକାର: – ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।

୬ – କନ୍ୟା

ସରକାରୀ କ୍ଷେତ୍ରରୁ ଧନର ଆଗମନ ଫଳରେ ବିରୋଧୀମାନେ ସାମ୍ନା କରିପାରିବେ ନାହିଁ । ମାନସିକ ଚିନ୍ତା ଦୂର ହେବ । ଯେଉଁ କ୍ଷେତ୍ରରେ ନିବେଶ କରିଲେ ଲକ୍ଷ୍ମୀଙ୍କ କୃପା ପ୍ରାପ୍ତି ହେବ । ପ୍ରତିଯୋଗୀତା ପରୀକ୍ଷା ମାଲିମୋକଦ୍ଦମାରେ ବିଜୟ ପ୍ରାପ୍ତ ହେବ । କାରବାର ଓ କାମ – କାର୍ଯ୍ୟ ସ୍ଥିତିରେ ସୁଧାର ଆସିବାରୁ ମନ ବହୁତ ଖୁସି ରହିବ ଓ ରୋଜଗାରରେ ଉନ୍ନତି ହେବ । ବିଦ୍ୟାଧ୍ୟୟନ ସମ୍ବନ୍ଧିୟ ଶୁଭ ସମାଚାର ପ୍ରାପ୍ତ ହେବ । ରାଜନୀତି କ୍ଷେତ୍ରରେ ଶତୃମାନେ ଦୂରେଇ ଯିବା ଫଳରେ ଯଶ, ମାନ – ସମ୍ମାନ ପ୍ରତିଷ୍ଠା ମିଳିବ । କମିଶନ କାର୍ଯ୍ୟରେ ଲାଭ ହେବାର ସମ୍ଭାବନା ଅଛି । ପ୍ରତିକାର – ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

୭ – ତୁଳା

ରାଜନୀତି, ସଂଗଠନ, ସଭାସମିତି କ୍ଷେତ୍ରରେ ଲୋକ ସମ୍ପର୍କ ବଢିବ । ବନ୍ଧୁମାନଙ୍କ ସହ ସୁସମ୍ପର୍କ ସ୍ଥାପନ ହେବ । ପଡୋଶୀମାନେ ସ୍ଵାର୍ଥ ହାସଲ କରିବା ପାଇଁ ବାକ୍ ଚାତୁରୀ କଥାକହି କାର୍ଯ୍ୟ ପୂରଣ କରିବେ । ଉପରିସ୍ଥ କର୍ମଚାରୀ ଦେଇଥିବା ପ୍ରତିଶୃତିରେ ଖିଲାପ କରି ସମସ୍ୟାକୁ ବଢାଇ ଦେଇ ପାରନ୍ତି । ପାରିବାରିକ ସ୍ତରରେ ବିବାଦୀୟ ପରିସ୍ଥିତି ଦୂରେଇ ଯିବ । ହୋଟେଲ୍, ତେଲବ୍ୟବସାୟୀ, କଳାକାର, ରାଜନୈତିଜ୍ଞ, ଶିଳ୍ପକାର, ରେଡିମେଡ୍ ବସ୍ତ୍ରବ୍ୟବସାୟୀ, ମଡେଲିଙ୍ଗ ଓ ପନିପରିବା ଚାଷୀମାନେ ବିଶେଷ ଲାଭାନ୍ଵିତ ହେବେ । ପ୍ରତିକାର: – ଗୋମାତାକୁ ଖାଦ୍ୟ ଦିଅନ୍ତୁ ।

୮ – ବିଚ୍ଛା

ସାମାଜିକ ଉତ୍ସବରେ ଯୋଗ ଦେବେ । ରାଜନୀତି କାର୍ଯ୍ୟରେ ସଫଳତା ମିଳିବ । ଧନଲାଭ ହେବାରୁ ଖୁସି ହେବେ । ଶୁଭ ସମ୍ବାଦ ପାଇ ଶୀଘ୍ର ଯାତ୍ରା କରିବାକୁ ପଡିପାରେ । ପିଲାମାନେ ପରୀକ୍ଷାରେ ସଫଳତା ପ୍ରାପ୍ତ ହେବେ । ନିଜ ଆତ୍ମୀୟ ଲୋକଙ୍କ ସହ ସାକ୍ଷାତ ହେବ । ଆର୍ଥିକ ଚିନ୍ତା ଦୁରହେବ ଓ ପିତାଙ୍କ ସ୍ୱାସ୍ଥ୍ୟ ରେ ଉନ୍ନତି ଦେଖାଦେବ । ବିରୋଧୀମାନେ ହଇରାଣ ହେବେ । ଚାକିରୀ ସମ୍ବନ୍ଧୀୟ କାର୍ଯ୍ୟ ହୋଇଯିବ । ଧାର୍ମିକ କାର୍ଯ୍ୟରେ ମନ ଲାଗିବ ଏବଂ ତୀର୍ଥଯାତ୍ରା ମଧ୍ୟ କରିପାରନ୍ତି । ମହିଳାମାନଙ୍କର ଚାକିରୀ କ୍ଷେତ୍ରରେ ପଦୋନ୍ନତି ହେବାସହ ସ୍ଥାନାନ୍ତର ମଧ୍ୟ ହୋଇପାରେ । ପ୍ରତିକାର: – ଗୋମାତାକୁ ଖାଦ୍ୟ ଦିଅନ୍ତୁ ।

୯ – ଧନୁ

ସ୍ୱାସ୍ଥ୍ୟରେ ପରିବର୍ତ୍ତନ ହେତୁ ମନ ଓ ଚିତ୍ତ ପ୍ରସନ୍ନ ରହିବ । କୌଣସି ମହତ୍ଵପୂର୍ଣ୍ଣ ବ୍ୟକ୍ତିଙ୍କ ସହିତ ଭେଟ ହେବା ଫଳରେ ସଠିକ୍ ଚିନ୍ତା ଓ ସାହସ ଦ୍ଵାରା ହୋଇପାରୁ ନଥିବା କାମ ସଂପୂର୍ଣ୍ଣ କରି ପରିବେ । ନିଜ ଲୋକମାନେ ସାହାଯ୍ୟ କରିବା ଯୋଗେ ବ୍ୟବସାୟରେ ଉନ୍ନତି ହେବ । ବନ୍ଧୁମିତ୍ରମାନଙ୍କ ଦ୍ଵାରା ଲାଭ ମିଳିବ ଓ ପ୍ରିୟଜନମାନେ ଆଗକୁ ବଢିବାରେ ସାହାଯ୍ୟ କରିବେ । ଉତ୍ତରାଧିକାରୀ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି । ରାଜନୀତି କ୍ଷେତ୍ରରେ ବରିଷ୍ଠ ବ୍ୟକ୍ତିଙ୍କର ପ୍ରୀତିଭାଜନ ସହ ସୁ ସମ୍ପର୍କ ଫଳରେ ପ୍ରଶଂସା ପାଇବେ । ମହିଳାମାନେ କର୍ମ କ୍ଷେତ୍ରରେ ସହଯୋଗୀ ମାନଙ୍କ ଯୋଗୁଁ ଶାନ୍ତି ପାଇବେ । ପ୍ରତିକାର – ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ ।

୧୦ – ମକର

ମାନସିକ ଦୁଶ୍ଚିନ୍ତା, ଶତୃବଧା ଦୂରେଇଯିବ ଓ ଆୟବୃଦ୍ଧି, ଋଣମୁକ୍ତି, କର୍ମ କ୍ଷେତ୍ରରେ ଲୋକ ସମ୍ପର୍କ ବୃଦ୍ଧି ହେବ । ବ୍ୟବସାୟରେ ବକେୟା ଅର୍ଥ ଆଦାୟ ହେବାସହ ଲାଭର ପରିମାଣ ଅଧିକ ହେବ । ଅନେକ ଶୁଭ କର୍ମର ସୁଯୋଗ ପାଇବେ । ପାରିବାରିକ କ୍ଷେତ୍ରରେ ସ୍ନେହ ସଦ୍ଭାବ ଅତୁଟ ରହିବ । ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷାକରି ଶାନ୍ତି ପାଇବେ । ଶତୃମାନେ ମଥାନତ କରିବେ । ପୁରାତନ ରୋଗର ଉପସମ ଓ ବନ୍ଧୁ ସମାଗମ ହେବ । ଈର୍ଷାପରାୟଣ ବ୍ୟକ୍ତିମାନେ ଦୂରେଇଯିବେ । ସାମାଜିକ ସ୍ତରରେ ସମ୍ମାନଲାଭ କରିବେ । ରାଜନୈତିକ କ୍ଷେତ୍ରରେ ପ୍ରଶଂସିତ ହେବେ । ପ୍ରତିକାର– ଷଣ୍ଢକୁ ଖାଇବାକୁ ଦିଅନ୍ତୁ ।

୧୧ – କୁମ୍ଭ

କର୍ମକ୍ଷେତ୍ରରେ ପ୍ରତିଷ୍ଠା, ପ୍ରତିପତ୍ତି ମାନସମ୍ମାନ ଓ କ୍ଷାତି ବଢିବ । ନୂତନ ବନ୍ଧୁମିଳନ ହେତୁ ମନଖୁସୀ ରହିବ । ଦୂରଯାତ୍ରାର ସୁଯୋଗ ପାଇ ସଫଳତା ମିଳିବ । ସ୍ୱାସ୍ଥ୍ୟ କିମ୍ବା ଆଇନ୍ ଅଦାଲତ୍ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବ । କୌଣସି ସହୃଦୟ ବ୍ୟକ୍ତିଙ୍କଠାରୁ ଯଥେଷ୍ଟ ସହାୟତା ପାଇବେ । ବାଣିଜ୍ୟ, ନିର୍ମାଣ ଓ ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ । ସହକର୍ମୀମାନଙ୍କ ସହ ବାଦବିବାଦର ଅବସାନ ଘଟିବ । ଲକ୍ଷ୍ୟ ପୂରଣ ହେବାରେ କୌଣସି ଅସୁବିଧା ହେବ ନାହିଁ । ପରିବାରରେ ଅପ୍ରୀତିକର ପରିସ୍ଥିତି ଦେଖାଦେଲେ ମଧ୍ୟ ବିଭିନ୍ନ ଦିଗରୁ ସାହାଯ୍ୟ ସହଯୋଗ ମିଳି ସମସ୍ତ କର୍ମ ସହଜରେ ହିଁ ସମ୍ପନ୍ନ ହେବ । ପ୍ରତିକାର – ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

୧୨ – ମୀନ

ନିର୍ମାଣ ମୂଳକ ଯୋଜନାରେ ଆଗେଇପାରିବେ । ପାରିବାରିକସ୍ଥିତି ସନ୍ତୋଷ ଜନକ ହେବ । ରାଜନୀତିରେ ସଫଳତା ମିଳିବ । ପିଲାମାନଙ୍କ କାର୍ଯ୍ୟରେ ଖୁସି ହେବେ । ନୂଆ ସମ୍ପର୍କ ହେବ ଓ ଅଧାଥିବା କାର୍ଯ୍ୟ ପୂରଣ ହେବ । ଶତୃମାନେ ଦୁର୍ବଳ ହେବେ ଏବଂ ଆୟରପନ୍ଥା ସହଜ ହେବ । ବନ୍ଧୁ ପରିବାର ଠାରୁ ସୁଖ ମିଳିବ । ପରିଶ୍ରମ ଦ୍ଵାରା ବ୍ୟବସାୟ ବଢିବ । ଗୃହରେ ମାଙ୍ଗଳିକ କାର୍ଯ୍ୟ ହେବା ପାଇଁ ଆୟୋଜନ କରିବେ । ସାଧୁ, ସତ୍ୟବାଦୀ, ଧର୍ମାତ୍ମା, ଗୁରୁବ୍ରାହ୍ମଣଙ୍କ ସହ ସମ୍ପର୍କ ସ୍ଥାପନହେବ । କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ । ପ୍ରତିକାର – କୁକୁରକୁ ଖାଇବାକୁ ଦିଅନ୍ତୁ ।