ଆଜିର ରାଶିଫଳ, 7 ଅକ୍ଟୋବର 2019 ସୋମବାର, ଆଜି ମହାଦେବ ଏହି ୪ଟି ରାଶି ର ସବୁ ଇଚ୍ଛା ପୂରଣ କରିବେ

୧-ମେଷ

ଦୀର୍ଘଦିନ ଧରି ଲାଗିରହିଥିବା ସମସ୍ୟାର ସମାଧାନ ହେବ । କୋର୍ଟ କଚେରୀ ମାମଲାରେ ବିଜୟୀ ହେବେ । ଶିକ୍ଷା କ୍ଷେତ୍ରରେ ବନ୍ଧୁ ମିତ୍ରଙ୍କ ସାହାଯ୍ୟରେ ଉପକୃତ ହେବେ । ସାମାଜିକ ସ୍ତରରେ ପ୍ରଶଂସିତ ହେବେ । ସନ୍ତାନର ସୁ-ଖବର ଶୁଣି ଖୁସି ହେବେ । କର୍ମକ୍ଷେତ୍ରରେ ଚତୁରତାସହ କାମ ହାସଲ କରିବେ । ଦୂରସ୍ଥାନକୁ ଯାତ୍ରା କରିବେ । ମଉଜ ମସ୍ତିରେ ସମୟ କଟିପାରେ । ଶୁଭ ଖବର ଶୁଣି ଗୃହରେ ଶାନ୍ତ ବାତାବରଣ ଦେଖା ଦେବ । ଶତୃମାନେ ଦୂରେଇ ଯିବା ଫଳରେ ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ ଓ ମାନସିକ ଶାନ୍ତି ପାଇବେ । ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ । ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।

୨-ବୃଷ

ବ୍ୟବସାୟ ସମ୍ବନ୍ଧୀୟ ସମସ୍ୟାରେ ଉତ୍ସାହିତ ହେବେ । ଭିନ୍ନ ରାସ୍ତାରେ ଆୟବୃଦ୍ଧିର ଯୋଜନା ଚାଲୁରଖିବେ । ଦୂରଯାତ୍ରାରେ ସଫଳତା ମିଳିବ ଓ ଆକସ୍ମିକ ଧନଲାଭ ହେବ । ଛାତ୍ର ଛାତ୍ରୀମାନେ ପଢ଼ା ପଢ଼ିରେ ମନଯୋଗ ଦେଇ ପରୀକ୍ଷା ପ୍ରତିଯୋଗିତାରେ ସଫଳ ହେବେ । ସନ୍ତାନର ଶୁଭ ଖବର ଶୁଣି ଖୁସି ହେବେ । ଚେଷ୍ଟା କଲେ ଜମି, ଜମା ବିବାଦ ମେଣ୍ଟି ଯିବ । ମାନସିକସ୍ଥିତି ଭଲ ରହିବା ସହ ଶରୀର ସୁସ୍ଥ ରହିବ । ବନ୍ଧୁଙ୍କ ସାହାଯ୍ୟ କ୍ରମେ ମାଲିମୋକଦ୍ଦମାରେ ବିଜୟୀ ହେବେ । କର୍ମକ୍ଷେତ୍ରରେ ସହକର୍ମୀଙ୍କ ବ୍ୟାପାରରେ ମୁଣ୍ଡ ପୂରାଇ ଅତ୍ୟଧିକ କାର୍ଯ୍ୟ ଚାପ ଯୋଗୁଁ କଠିନ ପରିଶ୍ରମ କରିବେ । ପ୍ରତିକାର- ଅସହାୟଙ୍କୁ ଖାଦ୍ୟ ଦିଅନ୍ତୁ ।

୩-ମିଥୁନ

ପ୍ରତ୍ୟେକ କ୍ଷେତ୍ରରେ ମାନସିକସ୍ଥିତି ସୁଦୃଢ଼ ରହିବ । କର୍ମକ୍ଷେତ୍ରରେ କୌଣସି ଅସୁବିଧା ହେବନାହିଁ । ଆଇନ ଅଦାଲତ ଓ ପାରିବାରିକ କ୍ଷେତ୍ରରେ ରହିଥିବା ସମସ୍ୟା ସମାଧାନ ହୋଇଯିବ । ସାହିତ୍ୟ, ସମ୍ବାଦିକ, ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ । ବାଣିଜ୍ୟ, ନିର୍ମାଣ ଓ ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ । ଆର୍ଥିକ ସଙ୍କଟ ଦୂରେଇଯିବ । ଧାର କରଜ ସୁଝିବାପାଇଁ ସୁଯୋଗ ପାଇବେ । ସାମାଜିକ ସ୍ତରରେ ନିଜର ଉପସ୍ଥିତି ବୁଦ୍ଧି ପ୍ରୟୋଗ କରି କାର୍ଯ୍ୟ ହାସଲ କରିବେ । ଦାମ୍ପତ୍ୟ ସୁଖରେ ଶୁଖିହେବେ । ବିଦ୍ୟାକ୍ଷେତ୍ରରେ ପ୍ରଶଂସିତ ହେବେ । ପ୍ରତିକାର:- କୁକୁରକୁ ଖାଦ୍ୟ ଦିଅନ୍ତୁ ।

୪-କର୍କଟ

ଶିକ୍ଷାକ୍ଷେତ୍ରରେ ସମସ୍ତକର୍ମ ଭଲରେ ସମ୍ପନ୍ନ ହେବ ଓ ଲକ୍ଷ୍ୟ ପୂରଣ ହେବାରେ କୌଣସି ଅସୁବିଧା ହେବନାହିଁ । ପାରିବାରିକ ଅଶାନ୍ତି ଦୂରେଇ ଯିବ ଓ ବିଭିନ୍ନଦିଗରୁ ସାହାଯ୍ୟ ସହଯୋଗ ମିଳିବ । କଳା, ସାହିତ୍ୟ ଓ ସାମ୍ବାଦିକତାରେ ପ୍ରଂଶସିତ ହେବେ । ପରିବାଚାଷି ଓ ବ୍ୟବସାୟୀମାନେ ଆଶାତୀତ ଲାଭପାଇବେ । ସରକାରୀ କର୍ମଚାରୀମାନେ କର୍ମକ୍ଷେତ୍ରରେ ଇଚ୍ଛାକରି ସ୍ଥାନାନ୍ତରିତ ହେବାକୁ ଚେଷ୍ଟା କରିବେ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ । ବନ୍ଧୁ ମିଳନରେ ମନ ପ୍ରଫୁଲ୍ଲ ରହିବ । ମହିଳାମାନଙ୍କର ସହକର୍ମୀ ମାନଙ୍କ ସହ ବାଦବିବାଦର ଅବସାନ ଘଟିବ । ପ୍ରତିକାର:- ଗୋମାତାକୁ ଖାଦ୍ୟ ଦିଅନ୍ତୁ ।

୫-ସିଂହ

ପାରିବାରିକ କ୍ଷେତ୍ରରେ ସାହାଯ୍ୟ ସହଯୋଗ ଫଳରେ ମାନସିକ ସ୍ଥିତିକୁ ମଜଭୁତ୍ କରିପାରିବେ । ଆର୍ଥିକ ସ୍ୱଚ୍ଛଳତା ଫେରି ପାଇବେ ଓ ଆଶା କରିଥିବା ଦିଗରୁ ଅର୍ଥପ୍ରାପ୍ତି ହେବ । ଚାକିରୀରେ ପ୍ରତିଷ୍ଠା, ପ୍ରତିପତ୍ତି ମାନସମ୍ମାନ କ୍ଷାତି ବଢିବ ଓ ସହକର୍ମୀମାନେ କାମର ପ୍ରଶଂସା କରିବେ । ନୂଆ ବେପାରୀଙ୍କ ସହ ସମ୍ପର୍କ ଯୋଗୁଁ ନୂତନ ବ୍ୟବସାୟର ଯୋଜନା କରିବେ । ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି, ସମ୍ମାନ ବୃଦ୍ଧି, କର୍ମୋନ୍ନତି ବାସସ୍ଥାନ ବା ଯାନବାହାନ ପ୍ରାପ୍ତି ହେବ । ସୁଖ ସମୃଦ୍ଧି ବୃଦ୍ଧି ହେବ । ସନ୍ତାନମାନଙ୍କ ପାଇଁ ମାନସିକ ଚିନ୍ତା ଦୂର ହେବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

୬-କନ୍ୟା

ବନ୍ଧୁ ମିତ୍ରଙ୍କଠାରୁ ସାହାଯ୍ୟ ସହଯୋଗ ମିଳିବା ଫଳରେ ଆର୍ଥିକ ସମସ୍ୟା ଦୂର ହୋଇଯିବ । ସନ୍ତାନଙ୍କ ପାଇଁ ଶୁଭସମ୍ବାଦ ପାଇବେ । ବିରୋଧିମାନେ ଦୂରେଇ ଯିବେ । ଦୂରଯାତ୍ରାରେ ସଫଳତା ଓ ଲାଭ ପାଇବେ । ପ୍ରିୟଜନଙ୍କସହ ମିଳନ ହେବ । ଅଟକିଥିବା କାର୍ଯ୍ୟ ପୂରଣ ହେବ । ଉତ୍ତରଦାୟିତ୍ୱ ବଢ଼ିବ । ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ । ବିଦ୍ୟାରେ ଉନ୍ନତି । ଉଚିତ୍ ପରାମର୍ଶ ପାଇ ହରେଇଥିବା ଦ୍ରବ୍ୟ ଫେରି ପାଇବେ । ନୂଆ ଯୋଜନାରେ ସଫଳହେବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

୭-ତୁଳା

ରାଜନୈତିକ କ୍ଷେତ୍ରରେ ସହକର୍ମୀମାନଙ୍କ ସହ ଶତ୍ରୁତା ମେଣ୍ଟିଯିବା ଫଳରେ ପ୍ରବଳ ଶତୃମାନେ ଦୁର୍ବଳ ହେବେ । ହାସ ପରିହାସ ଓ ମନୋରଞ୍ଜନରେ ସମୟ ବ୍ୟତୀତ ହେବ । ବିଦ୍ୟାର୍ଥୀଙ୍କର ବିଦ୍ୟାରେ ଉନ୍ନତି ହେବାରୁ ମନ ଖୁସି ରହିବ । ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମନସନ୍ତୁଷ୍ଟ ରହିବ । କର୍ମ କ୍ଷେତ୍ରରେ ଉଚ୍ଚଧିକାରୀଙ୍କ ସହ ସୁ ସମ୍ପର୍କ ଫଳରେ ଭାଗ୍ୟୋନ୍ନତି, ଯଶମାନ ପ୍ରତିଷ୍ଠା ଲାଭର ଯୋଗ ଅଛି । ଆୟ ବୃଦ୍ଧି ହେବ । ସନ୍ତାନର ଭବିଷ୍ୟତ ପାଇଁ ଯୋଜନା କରି ପୁଞ୍ଜି ନିବେଶ କରିବେ । ମହିଳାମାନେ ଆଶା କରୁଥିବା ଖବର ପାଇ ଖୁସୀ ହୋଇଯିବେ । ପ୍ରତିକାର- ମୁହଁ ମିଠାକରି ଘରୁ ବାହାରନ୍ତୁ ।

୮-ବିଚ୍ଛା

ଯେଉଁ ଜିନିଷ ପାଇବା ପାଇଁ ଚିନ୍ତା କରୁଥିଲେ ତାହା ନିଶ୍ଚିତ ଭାବେ ପାଇବେ । ଅଫିସରେ ଅଟକି ରହିଥିବା କାମ ଗୁଡିକ ସୁରୁଖୁରୁରେ ସମ୍ପନ୍ନ ହେବ । ବାଣିଜ୍ୟ ଓ ବ୍ୟବସାୟ, ପରିବହନରେ ଆଶାଜନକ ସଫଳତା ହାସଲ କରିବେ । ନୂତନ ଦ୍ରବ୍ୟ କ୍ରୟ କରିବେ । ଉଚିତ୍ ପରାମର୍ଶ ପାଇ ହରେଇଥିବା ଦ୍ରବ୍ୟ ଫେରି ପାଇବେ । ତରବରିଆ ଭାବରେ କୌଣସି କାମ ନକରି ପରିସ୍ଥିତିକୁ ଆଖିଆଗରେ ରଖି କାମକରିଲେ ଭଲ ହେବ । ବିଦ୍ୟାରେ ଉନ୍ନତି ହେବ । ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ । ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭ ହେବ । ପ୍ରତିକାର- ମୁହଁ ମିଠାକରି ଘରୁ ବାହାରନ୍ତୁ ।

୯-ଧନୁ

ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବା ଫଳରେ ପ୍ରତିଷ୍ଠା ପ୍ରତିପତ୍ତି, ମାନସମ୍ମାନ ବୃଦ୍ଧି ହେବ । ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭ ହେବ । ପରିବହନ ବ୍ୟବ ସାୟରେ ଆଶାଜନକ ସଫଳତା ହାସଲ କରିବେ । ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ । ଅଫିସରେ ଅଟକି ରହିଥିବା କାମ ଗୁଡିକ ସୁରୁଖୁରୁରେ ସମ୍ପନ୍ନ ହେବ । ଉଚିତ୍ ପରାମର୍ଶ ପାଇ ହରେଇଥିବା ଦ୍ରବ୍ୟ ଫେରି ପାଇବେ । ନୂତନ ଦ୍ରବ୍ୟ କ୍ରୟ କରିବେ । ପ୍ରେମ ପ୍ରସଙ୍ଗରେ ଆଶାଜନକ ଫଳପ୍ରାପ୍ତି ହେବ । ଶିକ୍ଷା କ୍ଷେତ୍ରରେ ସଫଳତା ପାଇବା ସହ ଅନ୍ୟର ଦୁଃଖ ଦୁର୍ଦଶା ଦୂର କରିବାକୁ ପ୍ରୟାସ ରତ ହେବେ । ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।

୧୦-ମକର

ଦୂରଯାତ୍ରାରେ ସଫଳତା ମିଳିବ । ଅଚାନକ ଭାବରେ ଧନ ପ୍ରାପ୍ତି ହେବ । ମାଲିମୋକଦ୍ଦମାରେ ବିଜୟୀ ହେବେ । ସହକର୍ମୀଙ୍କ ବ୍ୟାପାରରେ ମୁଣ୍ଡ ପୂରାଇ ମାନସିକ ସ୍ଥିତି ଭଲ ରହିବ । କୌଣସି ଧାର୍ମିକସ୍ଥାନରେ କିଛି ଅର୍ଥ ବ୍ୟୟ କରି ପାରନ୍ତି । ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟଦା ବୃଦ୍ଧି ପାଇବ । ନୂତନ ବନ୍ଧୁମିଳନ ହେତୁ ମନଖୁସୀ ରହିବ । ବନ୍ଧୁ ମିତ୍ରଙ୍କ ସାହାଯ୍ୟ ଦ୍ଵାରା ବାଣିଜ୍ୟ ବ୍ୟବସାୟ ଓ ଅନ୍ୟ କାର୍ଯ୍ୟ ଗୁଡିକରେ ଲାଭଦାୟକ ହେବ । ବିଦ୍ୟା କ୍ଷେତ୍ରରେ ପ୍ରଶଂସା ପାଇବା ସହ ପରୀକ୍ଷା ପ୍ରତିଯୋଗୀତାରେ ସଫଳତା ମିଳିବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

୧୧-କୁମ୍ଭ

ସହକର୍ମୀ ମାନଙ୍କଠାରୁ ସାହାଯ୍ୟ ଓ ସହଯୋଗ ପାଇବେ । କର୍ମ ନିଯୁକ୍ତି ପାଇଁ ଚେଷ୍ଟା କଲେ ଭବିଷ୍ୟତରେ କର୍ମପ୍ରାପ୍ତି ହେବ । ବିବାହ ପ୍ରସ୍ତାବମାନ ସମାଧାନ ହୋଇଯିବ । ବାଦବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତି ଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ ସଫଳ ହେବେ । ଗୃହରେ ଧାର୍ମିକ କାର୍ଯ୍ୟରେ ଧନ ବ୍ୟୟହେବ । ଇନ୍ଦ୍ରିୟପରାୟଣତା ଓ ବିଷୟବାସନା ଉପରେ ଅଧିକ ଗୁରୁତ୍ଵ ଦେବେ । ବ୍ୟବସାୟରେ ଉନ୍ନତି ଫଳରେ ଲାଭବାନ୍ ହେବେ । ମାନସିକ ଦୁର୍ବଳତା ସହିତ ସାମୟିକ ବିଭ୍ରାନ୍ତି ଜନିତ ଆଳସ୍ୟଭାବ ଦେଖାଦେବ । କୌଣସି ନୂତନ କାର୍ଯ୍ୟ ଆରମ୍ଭକଲେ ବିପଦରେ ପଡିବେ । ପ୍ରତିକାର- ଅସହାୟଙ୍କୁ ଖାଦ୍ୟ ଦିଅନ୍ତୁ ।

୧୨-ମୀନ

କର୍ମକ୍ଷେତ୍ରରେ ଭାରସାମ୍ୟ ରକ୍ଷାକରି ନିମ୍ନବର୍ଗଙ୍କ ଯୋଗେ ପରିସ୍ଥିତିକୁ ନିଜ ତରଫରେ ନେଇ ପ୍ରଶଂସା ପାଇବେ । ଗୃହରେ ଧାର୍ମିକ କାର୍ଯ୍ୟରେ ଧନ ବ୍ୟୟହେବ । ହେବେ । ଆଧ୍ୟାତ୍ମକ ଭାବଧାରାରେ ଉଦ୍ବୁଦ୍ଧ ହୋଇ ସତ୍ସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ବଳାଇପାରନ୍ତି । ଶତ୍ରୁବାଧା ଦୂରେଇ ଯିବ । ବ୍ୟବସାୟରେ ଲାଭ-କ୍ଷତି ପ୍ରତି ଭ୍ରୂକ୍ଷେପ କରିବେ ନାହିଁ ଯାହା ଫଳରେ ମନ ଅଧିକ ପ୍ରଭାବିତ ହେବ । ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ ପ୍ରଶଂସା ପାଇବେ । ପ୍ରତ୍ୟେକ କ୍ଷେତ୍ରରେ ଅଯଥା ତରତର ନ ହୋଇ ବିବେକ ବୁଦ୍ଧି ଖଟାଇ ଧୈର୍ଯ୍ୟର ସହିତ ଚାଲିବା ଉଚିତ । ଶିକ୍ଷା ଓ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ । ପ୍ରତିକାର– ଷଣ୍ଢକୁ ଖାଇବାକୁ ଦିଅନ୍ତୁ ।